ରେଲୱେ ଡିଆରଏମଙ୍କୁ ସ୍ମାରକପତ୍ର ଦେଲା କଂଗ୍ରେସ ନୟାଗଡ଼, (ନୟାଗଡ଼ ଦର୍ପଣ): ଦଶପଲ୍ଲାକୁ ରେଳ ଚଳାଇବା ପାଇଁ ଦଶପଲ୍ଲା ଜନସାଧାରଣଙ୍କ କ୍ରମାଗତ ଦାବୀକୁ କାର୍ଯ୍ୟକାରୀ କରିବା ପାଇଁ ମୋଦି ସରକାରଙ୍କ ଅବହେଳା ପ୍ରତିବାଦରେ କଂଗ୍ରେସ ଆନ୍ଦୋଳନ ଧମକ ଦେଇଛି। ଆଜି ଜଟଣୀ ସ୍ଥିତ ରେଲୱେ ଡିଆରଏମ ଏଚ.ଏସ. ବାଜ୍ୱାଙ୍କୁ ଏନେଇ ଜିଲ୍ଲା କଂଗ୍ରେସ ପକ୍ଷରୁ ୭ଦିନ ମଧ୍ୟରେ ଦଶପଲ୍ଲା କୁ ରେଳ ଚଳାଚଳ କରିବା ପାଇଁ ଚେତାବନୀ ଦିଆଯାଇଛି। ଯଦି ୭ ଦିନ ଭିତରେ ରେଳ ଚଳାଚଳ ନହୁଏ ତେବେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ କଂଗ୍ରେସ କାର୍ଯ୍ୟକର୍ତା ମାନେ ମହୀପୁର ଏବଂ କୋରଡ଼ା ରେଳ ଷ୍ଟେସନରେ ବିକ୍ଷୋଭ ପ୍ରଦର୍ଶନ କରି ପ୍ରଧାନମନ୍ତ୍ରୀ ମୋଦି, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରାଯିବ ବୋଲି ଜିଲ୍ଲା କଂଗ୍ରେସ ସଭାପତି ଆଇନଜୀବୀ ରଣଜିତ ଦାଶ…
Read MoreCategory: ରଣପୁର ବ୍ଲକ
ଶିକ୍ଷାନୁଷ୍ଠାନ ଚାଣ୍ୟକ ଏକାଡେମୀର ବାର୍ଷିକ ଉତ୍ସବ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଗୋଡିପଡା ଠାରେ ପ୍ରତିଷ୍ଠିତ +୨ କଳା ଓ ବିଜ୍ଞାନ ଶିକ୍ଷାନୁଷ୍ଠାନ ଚାଣ୍ୟକ ଏକାଡେମୀର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶିକ୍ଷାବିତ ଦୀନବନ୍ଧୁ ମହାପାତ୍ର ଙ୍କ ପୌରହିତରେ ଅନୁଷ୍ଠିତ ଉତ୍ସବରେ ଅଧ୍ୟାପକ ସରୋଜ କୁମାର ରଥ ବଉଳିସାହି କଲେଜ ମୁଖ୍ୟଅତିଥି, ସମାଜସେବୀ ଶିକ୍ଷାବିତ ପରମାନନ୍ଦ ସ୍ୱାଇଁ,ଶିକ୍ଷାବିତ ବିଭୁପ୍ରସାଦ ସାହୂ ,ସୁନାମଧନ୍ୟ ଶିକ୍ଷକ ପ୍ରିୟରଞ୍ଜନ ସାମନ୍ତ ସିଂହାର ସଂମାନିତ ଅତିଥିଭାବରେ ଯୋଗଦେଇ ଛାତ୍ରଛାତ୍ରୀ ମାନକୁ ଉତ୍ତମ ଶିକ୍ଷାଲାଭ କରି ସମାଜ ଗଠନରେ ବ୍ରତୀ ହେବାକୁ ପରାମର୍ଶ ଦେଇଥିଲେ ।ଅତିଥିମାନଙ୍କ ଦ୍ୱାରା ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପୁଷ୍ପମାଲ୍ୟ ପ୍ରଦାନ ସହିତ ପ୍ରଦୀପ ପ୍ରଜ୍ଜ୍ଵଳନ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରାଯାଇଥିଲା ।ଅନୁଷ୍ଠାନର ଉପଦେଷ୍ଟା ରାଜେଶ କୁମାର ଷଡଙ୍ଗୀ ଅତିଥିମାନଙ୍କ ପରିଚୟ ପ୍ରଦାନ ସହିତ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ଉତରୀୟ…
Read Moreଓ.ଏସ.ଇ.ଏଫ.ଡ଼ି ନୟାଗଡ଼ ଶାଖା ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
ରାଜସୁନାଖଳା,(ନୟାଗଡ଼ ଦର୍ପଣ): ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ ନୟାଗଡ଼ ଶାଖା ପକ୍ଷରୁ ରାଜସୁନାଖଳା ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ କରାଯାଇଛି। ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ଏହି ଦିବସର ମୂଳ ଲକ୍ଷ୍ୟ। ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କୁ ଏକତ୍ରିତ କରି ତାଙ୍କ ସହ ଓଏସଇଏଫଡ଼ି ସଂଘର କାର୍ଯ୍ୟକର୍ତ୍ତା କିଛି ସମୟ ବିତାଇବା ଦ୍ବାରା ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଖୁସି ପ୍ରକଟ କରିଥିଲେ। ଏହି ଦିବସକୁ ଓଡ଼ିଶା ସରକାର ରାଜ୍ୟସାରା ବହୁ ଆଡ଼ମ୍ବରରେ ପାଳନ କରୁଛନ୍ତି, କିନ୍ତୁ ସମସ୍ତ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନେ ଶିକ୍ଷା ଗ୍ରହଣ କରୁଥିଲେ ମଧ୍ୟ ତାଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ଆଜି ପର୍ଯ୍ୟନ୍ତ ରାଜ୍ୟ ସରକାର ବାହାର କଲେ ନାହିଁ। ଏହି ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ମାନ୍ୟବର ସୁପ୍ରିମକୋର୍ଟଙ୍କ…
Read Moreସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗୀତା ପାଇଁ ପ୍ରସ୍ତୁତି ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଆସନ୍ତା ଡିସେମ୍ବର ୩ ତାରିଖ ରବିବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଉପଲକ୍ଷ୍ୟେ ଏକ ପ୍ରସ୍ତୁତି ବୈଠକ ନୟାଗଡ଼ ସଙ୍ଗୀତଧାରା ପକ୍ଷରୁ ମହର୍ଷି ବିଦ୍ୟାମନ୍ଦିର ଖେଳ ପଡ଼ିଆଠାରେ ଅନୁଷ୍ଠିତ ହୋଇ ଯାଇଛି । ଅନୁଷ୍ଠାନର ସଭାପତି ଡ.ବିଜୟ ଚୌଧୁରୀଙ୍କ ପୌରହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତାର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ସୁରଗନ୍ଧର୍ବ ନବକିଶୋର ମିଶ୍ର,ଗୁରୁ ପ୍ରଭାତ ଦାଶ,ରଜନୀକାନ୍ତ ମହାପାତ୍ର,ନିର୍ମଳ ଶୂରଦେଓ,ପ୍ରଦୀପ ସାହୁ,ଲକ୍ଷ୍ମୀଧର ସାହୁ,ପ୍ରଦୀପ୍ତ ରଥ,ଡ.ଆଶୁତୋଷ ମହାପାତ୍ର,ସ୍ୱପ୍ନେଶ୍ୱର ଜେନା,ବିଜୟାନନ୍ଦ ମହାପାତ୍ର,ଗୋପୀନାଥ ସେଠୀ,ଲକ୍ଷ୍ମୀଧର ମହାପାତ୍ର,ପ୍ରଶାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ପ୍ରତିଯୋଗିତାର ବିଭିନ୍ନ ନିୟମାବଳୀ ସମ୍ପର୍କରେ ଆଲୋଚନା କରି ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରିଥିଲେ । ନିଷ୍ପତ୍ତି ମୁତାବକ ଏହି ପ୍ରତିଯୋଗୀତାରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଅଂଶ…
Read Moreନୟାଗଡ଼ରେ ବିଜେଡି ଯୁବ ଓ ଛାତ୍ର କର୍ମଶାଳା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆଜି ବିଜୁ ଯୁବ ଓ ଛାତ୍ର ସଂଗଠନକୁ ନେଇ ଏକ କର୍ମଶାଳା ତଥା ମୁଁ ବି ହେବି ନବୀନ ଓଡ଼ିଶାର ସାରଥି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ତତ୍ୱାବଧାନ ତଥା ଯୁବ ବିଜେଡି ଜିଲ୍ଲା ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ବିଜେଡି ଜିଲ୍ଲା ସଭାପତି ନୀଳମାଧବ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କର୍ମଶାଳାରେ ବିଜେଡି ରାଜ୍ୟ ଛାତ୍ର ସଭାପତି ତଥା ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଯୋଗ ଦେଇ ନବୀନ ଓଡ଼ିଶାର ସାରଥି ହେବା ପାଇଁ ଛାତ୍ର ଓ ଯୁବକମାନଙ୍କୁ ଆହ୍ୱାନ ଦେଇଥିଲେ । ଛାତ୍ର ସଂଗଠନକୁ ତୃଣମୂଳ ସ୍ତରରୁ ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଯୁବ ବିଜେଡି ରାଜ୍ୟ ସଭାପତି ତଥା ଚାନ୍ଦବାଲି…
Read Moreଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ
ନୟାଗଡ, (ନୟାଗଡ଼ ଦର୍ପଣ):ନୟାଗଡ଼ ଷ୍ଟାଡିଅମ ଠାରେ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ର ପାତି ମେଳା ଉଦଘାଟିତ ହୋଇଛି। ଏହି ମେଳା ୫ଦିନ ବ୍ୟାପି ଅନୁଷ୍ଠିତ ହେବ। ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ସଭାପତିତ୍ବରେ ଏହି ମେଳାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ଼ଃ ଅରୁଣ କୁମାର ସାହୁ ଯୋଗଦେଇ ଥିବା ବେଳେ ମୁଖ୍ୟବକ୍ତା ଭାବେ କୃଷି ବିଭାଗର ମୁଖ୍ୟ ଯନ୍ତ୍ରୀ ମୁକ୍ତିକାନ୍ତ ମହାପାତ୍ର ଯୋଗ ଦେଇଥିଲେ। ସଂମ୍ମାନିତ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ବ୍ଳକ ଅଧକ୍ଷ କିଶୋର ଚନ୍ଦ୍ର ସାହୁ, ପୌରପରିଷଦ ଅଧକ୍ଷା ନିରୁପମା ଖଟେଇ, ଉପାଧକ୍ଷ ଗୁରୁପ୍ରସାଦ ଜେନା, ବ୍ଳକ ଉପାଧକ୍ଷା ଲଷ୍ମୀପ୍ରିୟା ସାହୁ, ଜିଲ୍ଲା କୃଷି ଅଧିକାରୀ ବିଷ୍ଣୁ ପ୍ରସାଦ ସାହୁ ଯୋଗ ଦେଇଥିଲେ। ସରକାର ଦେଉଥିବା ପ୍ରୋତ୍ସାହନକୁ ସତ…
Read Moreରଣପୁର ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ
ପିସିସି ତଥ୍ୟ ଅନୁଧ୍ୟାନକାରୀ ଟିମ ଗଠିତ
ମୃତକ ପରିବାରକୁ ଭେଟିବେ ଆସନ୍ତାକାଲି
ନୟାଗଡ଼/ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ରଣପୁର ତହସିଲ ଜଙ୍କିଆ ପଞ୍ଚାୟତ ଓସ୍ତପଡ଼ା ଗ୍ରାମର ଚାଷୀ ଗୋବିନ୍ଦ ଚନ୍ଦ୍ର ସାହୁ,୬୫ ବର୍ଷ ଅତ୍ୟଧିକ ଋଣଗ୍ରସ୍ତ ହୋଇ ତାଙ୍କ ଚାଷ ଜମି ପାଖରେ ଆତ୍ମହତ୍ୟା କରିଥିବା ଭଳି ଦୁଃଖଦ ଖବର ଗଣମାଧ୍ୟମ ରୁ ଆସିବା ପରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକ ଘୋର ଉଦବେଗ ପ୍ରକାଶ କରି ତତ୍କାଳ ପିସିସି ତଥ୍ୟ ଅନୁଧ୍ୟାନକାରୀ କମିଟି ଗଠନ କରି ୭ ନଭେମ୍ବର ମଙ୍ଗଳବାର ଅପରାହ୍ନ ରେ ମୃତ ଚାଷୀ ଗୋବିନ୍ଦଙ୍କ ଶୋକାକୁଳ ପରିବାର ବର୍ଗଙ୍କୁ ଭେଟି ମୃତ୍ୟୁ ର କାରଣ ଅନୁଧ୍ୟାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି l ଆଠ ଜଣିଆ କମିଟି ରେ ପିସିସି ଉପସଭାପତି ତଥା ନୟାଗଡ ଜିଲ୍ଲା ପ୍ରଭାରୀ ବିଭୁତି ଭୂଷଣ ମିଶ୍ରଙ୍କୁ ଏହି କମିଟି ର ଅଧ୍ୟକ୍ଷ ଥିବାବେଳେ ରାଜ୍ୟ କିସାନ ସେଲ ଅଧ୍ୟକ୍ଷ୍ୟ…
Read Moreବର୍ଷା ଜଳ ସରକ୍ଷଣ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଓ ଆଲୋଚନା ଚକ୍ର
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ “ସୋହମ୍” ନେହେରୁ ଯୁବ କେନ୍ଦ୍ର , ନୟାଗଡ ର ସହାୟତା ରେ ଓଡଗାଁ ବ୍ଲକ ଅନ୍ତର୍ଗତ ଗୋଡ଼ିପଦା ସ୍ଥିତ ଶ୍ରୀ ଲଡୁକେଶ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବର୍ଷା ଜଳ ସରକ୍ଷଣ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଓ ଆଲୋଚନା ଚକ୍ର ଅନୁଷ୍ଠାନ ର ରାଜନୀତି ବିଭାଗ ଅଧ୍ୟାପକ ପ୍ରସନ୍ନ କୁମାର ପରିଡ଼ା ଙ୍କ ସଭାପତିତ୍ତ୍ଵ ରେ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ “ସୋହମ ” ସଙ୍ଗଠନର ଉପସଭାପତି ତଥା ବିଶିଷ୍ଟ ପରିବେଶବିତ୍ ପ୍ରକୃତି ବନ୍ଧୁ ଶ୍ରୀଯୁକ୍ତ ଅନାଦି ଚରଣ ମହାନ୍ତି ଓ ସମ୍ପାଦକ ଶ୍ରୀଯୁକ୍ତ କାମାକ୍ଷା ପ୍ରସାଦ ଦାଶ, ବିଦ୍ୟାଳୟ ର ଇଂରାଜୀ ଅଧ୍ୟାପକ ଶ୍ରୀଯୁକ୍ତ ଲକ୍ଷ୍ମୀକାନ୍ତ ଦାସ ଯୋଗଦେଇ ଜଳ ପ୍ରଦୂଷଣ, ଏହାର ସୁରକ୍ଷା ଓ ସରକ୍ଷଣ ଉପରେ ବିଶେଷ ଆଲୋକପାତ କରିଥିଲେ ।…
Read Moreଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ସଡକ ସୁରକ୍ଷା ସଚେତନତା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଏବଂ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ଅନୁମତି କ୍ରମେ ପ୍ରାଧିକରଣ ସଚିବ ତଥା ବରିଷ୍ଠ ବର୍ଗ ବିଚାରପତି ବିଶେଷ କୁମାର ସାହୁ ସରକାରୀ ଉଚ୍ଚ ବିଦ୍ୟାଳୟ, ଲଠିପଡା ପରିଦର୍ଶନ କରିଥିଲେ । ଛାତ୍ର ଆଇନ ସାକ୍ଷରତା ସଚେତନତା କାର୍ଯକ୍ରମରେ, ପ୍ରଧାନ ଶିକ୍ଷକ ପ୍ରତାପ କୁମାର ଶତପଥି ସ୍ଵାଗତ ଏବଂ ଅତିଥୀ ପରିଚୟ ପ୍ରଦାନ କରିଥିଲେ । ପ୍ରାଧିକରଣ ସଚିବ ବିଶେଷ କୁମାର ସାହୁ ମୌଳିକ ଆଇନ ବାଖ୍ୟା କରିବା ସହିତ, ବିଶେଷକରି ସଡକ ସୁରକ୍ଷା ଏବଂ ପରିବାରରେ ଗାଡି ଚାଳନା କରୁଥିବା ବ୍ୟକ୍ତିମାନଙ୍କ, ହେଲମେଟ ବ୍ୟବହାରକୁ ଛାତ୍ରଛାତ୍ରୀ ଧ୍ୟାନ ଦେବାକୁ ମତ ରଖିଥିଲେ । ବରିଷ୍ଠ ଅଧିବକ୍ତା ଶ୍ରୀ ରମେଶ ଚନ୍ଦ୍ର ମହାରଣା ଆଇନ ସେବା ବିଷୟରେ ବିସ୍ତ୍ରୁତଭାବେ ଆଲୋଚନା…
Read Moreଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟ ଉଦଯାପିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଗତ ଦୁଇଦିନ ଧରି ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଲବର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କେସି କ୍ଲବଠାରେ ଚାଲିଥିବା ଆନ୍ତଃ ବିଦ୍ୟାଳୟସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ ଯୋଗଦାନ କରି ବିଜୟୀ ପ୍ରତିଯୋଗୀ ମାନଙ୍କୁ ଟ୍ରଫି ଏବଂ ମାନପତ୍ର ପ୍ରଦାନ କରିଥିଲେ। ବରିଷ୍ଠ ବର୍ଗରେ ସ୍ୱୟଂ ପ୍ରକାଶ ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ୱିତୀୟ ସ୍ଥାନରେ ଜାଗୃତି ଘଡେ଼ଇ, ତୃତୀୟରେ ଧର୍ମେଶ ରାୱଲ,ଚତୁର୍ଥରେ ରାଜା ପ୍ରଧାନ ଏବଂ ପଞ୍ଚମ ସ୍ଥାନରେ କ୍ରୀଷ୍ଣ ରାଓ ଦୋରା ପ୍ରମୁଖ କୃତିତ୍ବ ହାସଲ କରି ପୁରସ୍କୃତ ହୋଇଛନ୍ତି। ସେହିପରି କନିଷ୍ଠ ବର୍ଗରେ ଶୁଭସ୍ମିତା ପ୍ରିୟଦର୍ଶିନୀ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ୱିତୀୟ ସ୍ଥାନରେ କୁଇନ କନସାଇନ ହରିଚନ୍ଦନ, ତୃତୀୟରେ…
Read More