ନୟାଗଡ଼, (ନୟାଗଡ଼ ଦର୍ପଣ): ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ କୃଷକ ନିଧି ଯୋଜନାର ୧୭ତମ କିସ୍ତି ଅଧିନରେ ଆଜି ୯କୋଟି ୨୬ଲକ୍ଷ ହିତାଧିକାରୀଙ୍କୁ ୨୦ହଜାର କୋଟି ଟଙ୍କା ଦେଶର କୃଷକମନଙ୍କ ଖାତାକୁ ସ୍ଥାନାନ୍ତର ଉତ୍ତର ପ୍ରଦେଶର ବାରାଣାସୀରୁ ସିଧାପ୍ରସାରଣର କାର୍ଯ୍ୟକ୍ରମ କୃଷି ବିଜ୍ଞାନ କେନ୍ଦ୍ର, ପାଣିପୋଇଲା ଠାରେ ଅନୁଷ୍ଠିତ ହୋଇଥିଲା ଏଠାରେ ରାଜ୍ୟ ପଂଚାୟତିରାଜ୍ ଓ ପାନୀୟ ଜଳ ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ରବିନାରାୟଣ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, କୃଷକମାନଙ୍କ ଉନ୍ନତି ନିମନ୍ତେ କୃଷକମାନଙ୍କ କ୍ଷେତକୁ ପାଣି,ଆଖୁଚାଷର ଉନ୍ନତି ଉପରେ ଆମ ସରକାର ଧ୍ୟାନ ଦେବ। ରଣପୁରର ମାନ୍ୟବର ବିଧାୟିକା ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ, ସ୍ୱାମିନାଥନ୍ କମିଟି ଦେଇଥିବା ସୁପାରିଶ ଅନୁସାରେ ଧାନର ସହାୟକ ମୂଲ୍ୟ ୩୧୦୦ଟଙ୍କାକୁ ବୃଦ୍ଧି କରିବା ପାଇଁ ପ୍ରଥମ…
Read MoreCategory: ରଣପୁର ବ୍ଲକ
ଜିଲ୍ଲାସ୍ତରୀୟ ଟେବୁଲ ଟପ୍ ପ୍ରୟୋଗାତ୍ମକ ଅଭ୍ୟାସ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ଶ୍ରୀମତୀ ସ୍ୱଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଏବଂ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀ ଦିଲିପ କୁମାର ବଳଙ୍କ ସଂଯୋଜନାରେ ବିପର୍ଯ୍ୟୟ ପରିଚାଳନା ଉପରେ ଜିଲ୍ଲାସ୍ତରୀୟ ଟେବୁଲ ଟପ୍ ପ୍ରୟୋଗାତ୍ମକ ଅଭ୍ୟାସ ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବଳ ଉପସ୍ଥିତ ସମସ୍ତ ଅଧିକାରୀମାନଙ୍କୁ ସ୍ୱାଗତ ଜଣାଇବା ସହ ଜିଲ୍ଲାପାଳ ଶ୍ରୀମତୀ ସିଂଙ୍କୁ ଆଜିର କାର୍ଯ୍ୟକ୍ରମ ଉପରେ ତାଙ୍କର ପ୍ରାରମ୍ଭିକ ବକ୍ତବ୍ୟ ରଖିବା ପାଇଁ ଅନୁରୋଧ କରିଥିଲେ । ଜିଲ୍ଲାପାଳ ଶ୍ରୀମତୀ ସିଂ ତାଙ୍କ ବକ୍ତବ୍ୟରେ କହିଲେ ଯେ, ପ୍ରତି ବର୍ଷ ପ୍ରାକ୍ ମୌସୁମୀରେ ବିପର୍ଯ୍ୟୟ ମୁକାବିଲା ପାଇଁ ବିଭାଗୀୟ ଅଧିକାରୀ ଏବଂ ବିଭିନ୍ନ ବର୍ଗର ସମାଜସେବୀଙ୍କୁ ନେଇ ଏକ ମକ୍ଡ୍ରିଲ(ମିଛ ଅଭିନୟ) କରାଯାଏ । ଏଥିପାଇଁ ଆଜି ଜିଲ୍ଲାସ୍ତରରେ ଦିବା ୧୦ଘଟିକା ଠାରୁ…
Read Moreଦଶପଲ୍ଲାରୁ ଭୁବନେଶ୍ୱର ଆଜି ଗଡ଼ିବ ଏକ ସ୍ପେଶାଲ ମେମୁ ଟ୍ରେନ
ନୟାଗଡ଼, (ନୟାଗଡ଼ ଦର୍ପଣ): ଏକ ନୂତନ ପାସେଞ୍ଜର ମେମୁ ଟ୍ରେନ ଦଶପଲ୍ଲାରୁ ଭୁବନେଶ୍ୱର ଚଳାଚଳ କରିବ। ମାନନୀୟ ପ୍ରଧାନମନ୍ତ୍ରୀ ଓ ଓଡ଼ିଶାର ନୂଆ ମୁଖ୍ୟ ମନ୍ତ୍ରୀଙ୍କ ଶପଥ ସମାରୋହ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଦଶପଲ୍ଲାରୁ ଏହି ଟ୍ରେନର ବ୍ୟବସ୍ଥା କରାଯାଇଛି । ଟ୍ରେନ ନଂ-୦୮୪୪୯ ଟ୍ରେନ ସକାଳ ୯ଟା ୪୫ରୁ ଛାଡ଼ିବ ଓ ଭୁବନେଶ୍ୱରରେ ମଧ୍ୟାହ୍ନ ୧ଟା ୧୫ରେ ପହଞ୍ଚିବ। ପୁନର୍ବାର ଏହି ଟ୍ରେନ ନଂ-୦୮୪୫୦ ଭୁବନେଶ୍ୱରରୁ ରାତ୍ର ୯ଟା ରେ ଛାଡ଼ି ଦଶପଲ୍ଲାରେ ୧୧ଟା ୪୫ରେ ପହଞ୍ଚିବ।
Read Moreଶତପ୍ରତିଶତ ରେଜଲ୍ଟ କରି ନୟାଗଡ଼ ପାଢ଼ି ଟ୍ୟୁଟରିଆଲର ସଫଳତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ଗୋଟିଏ ଦିନରେ ଏକା ଥରକେ ପ୍ରକାଶ ପାଇଲା ମ୍ୟାଟ୍ରିକ, +୨ ବିଜ୍ଞାନ, କଳା, ବାଣିଜ୍ୟ ପରୀକ୍ଷା ଫଳ । ଏଥିରେ ନୟାଗଡ଼ର ସର୍ବ ପୁରାତନ ଅନୁଷ୍ଠାନପାଢ଼ି ଟ୍ୟୁଟରିଆଲର ଛାତ୍ରଛାତ୍ରୀମାନେ ଅଦ୍ଭୁତ ପୂର୍ବ ସଫଳତା ହାସଲ କରିଛନ୍ତି। ଶତପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସର୍ବାଧିକ ୬ ଜଣ ଏ-୧ (୯୦% ରୁ ଅଧିକ) ମାର୍କ ରଖୁଛନ୍ତି । ୫୦୦ ବା ତାଠାରୁ ଅଧିକ ବର୍ଗରେ ୩୭ ଜଣ ଏବଂ ୮୦% ରୁ ଅଧିକ ବର୍ଗରେ ୬୧ ଜଣ ରହିଛନ୍ତି । ଏହି ସଫଳତା ପାଇଁ ନୟାଗଡ଼ ପାଢ଼ୀ ଟ୍ୟୁଟୋରିଆଲରେ ଖୁସିର ଲହରୀ ଖେଳି ଯାଇଛି । ବିଜିତେନ୍ଦ୍ରିୟ ଦାସ ଏବଂ ସାଇ ପ୍ରସାଦ ନନ୍ଦ ଉଭୟ ୫୫୦ ମାର୍କ ରଖି…
Read Moreନୟାଗଡ଼ରେ ନବୀନଙ୍କ ପ୍ରଚାର, ୩୫ହଜାରରୁ ଉର୍ଦ୍ଧ୍ୱ ଜନତା ସାମିଲ
ନୟାଗଡ଼,(ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୟାଗଡ଼ ପିଟିଏସ ରୋଡରେ ଥିବା ଷ୍ଟାଡିୟମ ପଡିଆରେ ନିର୍ବାଚନୀ ସଭା କରିଛନ୍ତି । ସକାଳୁ ସକାଳୁ ବହୁ ଛାତ୍ର, ଯୁବ, ମହିଳା, ବରିଷ୍ଠ ନାଗରୀକ, ବୁଦ୍ଧିଜିବି, ସମାଜସେବୀ, ଆଇନଜିବୀ, ବରିଷ୍ଠ ନାଗରୀକ ଓ ବିଭିନ୍ନ ସମ୍ପ୍ରଦାୟର ଲୋକମାନେ ଏକଜୁଟ ହୋଇଥିଲେ । ନବୀନଙ୍କୁ ଦେଖିବା ସହିତ ତାଙ୍କ ଅଭିଭାଷଣ ଶୁଣିବା ପାଇଁ ଜନ ସମୁଦ୍ର ପାଲଟିଥିଲା ନୟାଗଡ଼ ସହର । ସକାଳ ୯ଟାରୁ ଲୋକମାନେ ଏକଜୁଟ ହୋଇ ନବୀନଙ୍କୁ ଅପେକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ବର୍ଗର ଲୋକ ମାନଙ୍କ ପାଇଁ ବିଭିନ୍ନ ଯୋଜନା କରିଥିବାରୁ ଲୋକ ମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ନୟାଗଡ଼ ଜିଲ୍ଲାର ୪ ଗୋଟି ନିର୍ବାଚନ ମଣ୍ଡଳୀରେ ବହୁଦିନ ଧରି ବିଜେଡି ଦବ୍ଦବା ରଖିଛି । ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ନିର୍ବାଚନ…
Read Moreଆସନ୍ତାକାଲି ଆସିବେ ନବୀନ, ନୟାଗଡ଼ ଷ୍ଟାଡିୟମ ପଡ଼ିଆରେ ପ୍ରଚାର ସଭା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୟାଗଡ଼ ନିର୍ବାଚନ ମଣ୍ଡଳୀର ଭୋଟରଙ୍କ ଉଦ୍ଦେଶ୍ୟରେ ବିଶାଳ ଜନସମାବେଶ ଅନୁଷ୍ଠିତ ହେବ । ଆସନ୍ତାକାଲି ଅର୍ଥାତ ୨୨ତାରିଖରେ ଷ୍ଟାଡିୟମ ପଡ଼ିଆଠାରେ ଅନୁଷ୍ଠିତ ସଭାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଉଦବୋଧନ ଦେବେ । ମୁଖ୍ୟମନ୍ତ୍ରୀଙ୍କ ସହ ଷ୍ଟାର ପ୍ରଚାରକ ଭି. କେ ପାଣ୍ଡିଆନ୍ ଯୋଗ ଦେବାର ସୂଚନା ମିଳିଛି । ଏଥିପାଇଁ ବିଜୁ ଜନତା ଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ୨୩ ତାରିଖରେ ନିର୍ବାଚନ ପ୍ରଚାର ଶେଷ ହେବାକୁ ଥିବା ବେଳେ ୨୨ ତାରିଖ ନୟାଗଡ଼ରେ ଅନୁଷ୍ଠିତ ବିଶାଳ ଜନସମାବେଶ ବେଶ ଗୁରୁତ୍ୱ ବହନ କରୁଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଅଭୂତ ପୂର୍ବ ବିକାଶ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା କରାଯାଇଥିବା ଅନେକ ଜନହିତକର ଯୋଜନାର ଉପକାର…
Read Moreନୟାଗଡ଼ ଜିଲ୍ଲାର ଚାରି ନିର୍ବାଚନ ମଣ୍ଡଳୀର କିଏ କାହାର ପ୍ରତିଦ୍ୱନ୍ଦୀ ପ୍ରାର୍ଥୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ସାଧାରଣ ନିର୍ବାଚନ ୨୦୨୪ର ୬ଷ୍ଠ ପର୍ଯ୍ୟାୟ ନିମନ୍ତେ ଆଜି ନୟାଗଡ଼ ଜିଲ୍ଲାର ୧୧୯-ରଣପୁର, ୧୨୦-ଖଣ୍ଡପଡ଼ା ଓ ୧୨୨-ନୟାଗଡ଼ ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀପତ୍ରପ୍ରତ୍ୟାହାର ତାରିଖ ଧାର୍ଯ୍ୟ କରାଯାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ୧୧୯- ରଣପୁର ନିର୍ବାଚନ ମଣ୍ଡଳୀ ନିମନ୍ତେ ଯୋଗ୍ୟ ପ୍ରତିଦ୍ଵନ୍ଦୀ ପ୍ରାର୍ଥୀମାନେ ହେଲେ- ୧) ସରୋଜ କୁମାର ନାୟକ (ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି), ୨) ସୁରମା ପାଢ଼ୀ (ଭାରତୀୟ ଜନତା ପାର୍ଟି), ୩) ସତ୍ୟନାରାୟଣ ପ୍ରଧାନ (ବିଜୁଜନତା ଦଳ), ୪) ବିଭୁପ୍ରସାଦ ମିଶ୍ର (ଭାରତୀୟ ଜାତୀୟ କଂଗ୍ରେସ), ୫) କୃଷ୍ଣଚନ୍ଦ୍ର ମହାପାତ୍ର (ସୋସାଲିଷ୍ଟ କମ୍ୟୁନିଷ୍ଟ ପାର୍ଟି), ୬) ସୁଧିର କୁମାର ଦାସ (ଆମ ଆଦ୍ ପାର୍ଟି), ୭) ହୁଲାସ ବାରିକ (ସ୍ୱାଧୀନ) ଓ ୮) ସନ୍ତୋଷ କୁମାର ସାହୁ (ସ୍ଵାଧୀନ)। ୧୨୦-ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀର ପ୍ରତିଦ୍ବନ୍ଦୀ ପ୍ରାର୍ଥୀମାନେ ହେଲେ ୧) ବୈଜୟନ୍ତିମାଳା…
Read Moreନୟାଗଡ଼, ଖଣ୍ଡପଡ଼ା ଓ ରଣପୁର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀପତ୍ର ଯାଞ୍ଚ ଶେଷ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ୩ଟି ବିଧାନସଭା କ୍ଷେତ୍ର ପାଇଁ ଆଜି ନାମାଙ୍କନ ଦାଖଲ ଶେଷ ହୋଇ ଆଜି ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ନୟାଗଡ଼, ରଣପୁର ଓ ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ପାଇଁ ଆସନ୍ତା ୨୫ ତାରିଖରେ ମତଦାନ ହେବାକୁ ଥିବା ବେଳେ ଆଜି ପ୍ରାର୍ଥୀପତ୍ର ଯାଞ୍ଚ ଶେଷ ହୋଇଛି । ନୟାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୭ଜଣ ପ୍ରାର୍ଥୀ ରହିଥିବା ବେଳେ ରଣପୁର ପାଇଁ ୯ଜଣ ପ୍ରାର୍ଥୀ, ଖଣ୍ଡପଡ଼ା ପାଇଁ ୧୦ ଜଣ ପ୍ରାର୍ଥୀ ରହିଥିଲେ । ଯାଞ୍ଚ ପରେ ନୟାଗଡ଼ ବିଧାନସଭା ଆସନରୁ ଜଣେ ଏବଂ ରଣପୁରରୁ ଜଣେ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ରଦ୍ଦ ହୋଇଛି । ନୟାଗଡ଼ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳରୁ ଡ. ଅରୁଣ କୁମାର ସାହୁ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ବିଜେପିରୁ ପ୍ରତ୍ୟୁଷା ରାଜେଶ୍ବରୀ…
Read Moreପ୍ରାର୍ଥୀପତ୍ର ଦାଖଲ କଲେ ନୟାଗଡ଼ ବିଧାୟକ ଡ଼. ଅରୁଣ କୁମାର ସାହୁ, ବିଶାଳ ଜନସମୁଦ୍ର ଦେଖି ବିରୋଧୀ ଛାନିଆ
ନୟାଗଡ଼:(ନୟାଗଡ଼ ଦର୍ପଣ): ମୁଣ୍ଡ ଉପରେ ନିର୍ବାଚନ। ନୟାଗଡ଼ରେ ପୁଣି ଶକ୍ତି ପ୍ରଦର୍ଶନ କଲେ ଅରୁଣ ସାହୁ। ଆଜି ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି ବିଜେଡି ପ୍ରାର୍ଥୀ ଅରୁଣ ସାହୁ। ପ୍ରତ୍ୟେକ ଦିନ ନୂଆ ନୂଆ ରଣନିତୀ ପ୍ରସ୍ତୁତ କରୁଛି ବିଜେଡି। ଯେଉଁଥିପାଇଁ ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜେଡି ଶକ୍ତିଶାଳୀ ହେବାରେ ଲାଗିଛି। ଆଜିର ବିଶାଳ ଶୋଭାଯାତ୍ରା ହିଁ ଏହା ବୟାନ କରୁଛି। ବିଜେଡିରୁ ବିଧାନସଭା ଆସନରେ ଲଢ଼ୁଥିବା ନୟାଗଡ଼ର ବରିଷ୍ଠ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନେତୃତ୍ଵରେ ଆଜି ନୟାଗଡ ବିଜୁଜନତା ଦଳ କାର୍ଯ୍ୟାଳୟ ଠାରୁ ନୟାଗଡ ଜିଲ୍ଲାପାଳ ଅଫିସ ପର୍ଯ୍ୟନ୍ତ ପ୍ରାୟ ୨କିମି ବ୍ୟାପି ଏକ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ରାଲିରେ ୨୦ହଜାରରୁ ଉର୍ଦ୍ଧ୍ବ ମହିଳା, ଛାତ୍ର, ଯୁବ ବିଜେଡିର ବରିଷ୍ଠ କର୍ମକର୍ତାମାନେ ସାମିଲ ହୋଇଥିଲେ। ସମସ୍ତଙ୍କ ମୁହଁରୁ ଗୋଟିଏ…
Read Moreଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଆନ୍ତର୍ଜାତିକ ଶ୍ରମ ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନନ୍ଦ ନାରାୟଣ ମହାରଣାଙ୍କ ପରାମର୍ଶ କ୍ରମେ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ପୁରୁଣା କୋର୍ଟ ପରିସରରେ “ଆନ୍ତର୍ଜାତିକ ଶ୍ରମ ଦିବସ” ପାଳିତ ହୋଇଅଛି । ନୟାଗଡ଼ କ୍ଷେତ୍ର ଶ୍ରମ ଆୟୁକ୍ତ, ଭାରପ୍ରାପ୍ତ ଅଧିକାରୀ ଚିତ୍ତରଞ୍ଜନ ରାଉତ ଅତିଥିମାନଙ୍କୁ ସ୍ଵାଗତ ସହିତ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣ, ସଚିବ ତଥା ବରିଷ୍ଠ ବର୍ଗ ବିଚାରପତି, ବିଶେଷ କୁମାର ସାହୁ ଶ୍ରମ ଆଇନ ଏବଂ ଶ୍ରମିକ ବ୍ୟବସ୍ଥାର ବିଶେଷତ୍ଵ, ଆଇନଗତ ସହାୟତା ଏବଂ କ୍ଷତି ପୂରଣ ବ୍ୟବସ୍ଥାର ତର୍ଜମା କରିଥିଲେ। ୨୦୨୪ ମସିହାର ତତ୍ଵ- “ପରିବତ୍ତିତ ଜଳବାୟୁରେ କାର୍ଯ୍ୟକ୍ଷେତ୍ରରେ ନିରାପତ୍ତା ଏବଂ ସ୍ଵାସ୍ଥ୍ୟ ପ୍ରତିବଦ୍ଧତା” କିପରି ପାଳନ କରାଯାଇ ପାରିବ ତାହା ଉପରେ ଆଲୋକପାତ…
Read More