ଅନନ୍ୟା ଫାଉଣ୍ଡେସନ୍ ଓ ରାଜସୁନାଖଳା ମହୋତ୍ସବ କମିଟି ପକ୍ଷରୁ ସୂର୍ଯ୍ୟଙ୍କୁ ଆର୍ଥିକ ସହାୟତା

ରଣପୁର,(ନୟାଗଡ଼ ଦର୍ପଣ): ଗତ କିଛି ଦିନ ତଳେ ବିଭିନ୍ନ ଗଣମାଧ୍ୟମରୁ ଖବର ପାଇ ଉଭୟ ବୃକକ ଖରାପ ଥିବା ଚବିଶି ବର୍ଷୀୟ ଯୁବକକୁ କୋଡ଼ିଏ ହଜାର ଟଙ୍କାର ଆର୍ଥିକ ସହାୟତା କରିଛନ୍ତି ଅନନ୍ୟା ଫାଉଣ୍ଡେସନ ଓ ରାଜସୁନାଖଳା ମହୋତ୍ସବ କମିଟି। ରଣପୁର ବ୍ଲକ ଅନ୍ତର୍ଗତ କାସନ୍ଦା ଗ୍ରାମର ଯୁବକ ସୂର୍ଯ୍ୟକାନ୍ତ କିଛି ଦିନ ହେବ ଏକ ଘରୋଇ ହସ୍ପିଟାଲରେ କାର୍ଯ୍ୟ କରୁଛନ୍ତି। କିନ୍ତୁ କିଛି ଦିନ ପରେ ଜଣା ପଡ଼ିଲା ତାଙ୍କର ଉଭୟ ବୃକକ ରୋଗାକ୍ରାନ୍ତ। ସେ ମଧ୍ୟବିତ୍ତ ପରିବାରର ହୋଇଥିବାରୁ ତାଙ୍କ ପକ୍ଷେ ବୃକକ ପ୍ରତିରୋପଣ ସମ୍ଭବ ହୋଇନଥିଲା। ସେ ଅସହାୟ ହୋଇ ସାମାଜିକ ଗଣମାଧ୍ୟମରେ ସହାୟତା ଭିକ୍ଷା କରିଥିଲେ। ପରେ ଏହି ଖବର ବିଭନ୍ନ ଗଣମାଧ୍ୟମରେ ପ୍ରକାଶିତ ହୋଇଥିଲା। ଏହି ଖବର ପ୍ରକାଶିତ ହେବା ପରେ ଜୈନିକ ସାମ୍ବାଦିକଙ୍କ ବ୍ୟକ୍ତିଗତ ଅନୁରୋଧକ୍ରମେ ରାଜସୁନାଖଳା ମହୋତ୍ସବ…

Read More

ଓଡ଼ିଶାର ନୂତନ ଡିଜିପଙ୍କ ନାମ ଘୋଷଣା

ଭୁବନେଶ୍ବର,(ନୟାଗଡ଼ ଦର୍ପଣ): ଓଡିଶାର ନୂଆ ଡିଜିପି ଭାବେ ମୁଖ୍ୟମନ୍ତ୍ରୀ ଜଣଙ୍କୁ ନିଯୁକ୍ତ କରିଛନ୍ତି। ସେ ହେଉଛନ୍ତି ୧୯୮୭ ବ୍ୟାଚର ଆଇପିଏସ ଅଫିସର ସୁନୀଲ କୁମାର ବଂଶଲ। ସେ ବର୍ତ୍ତମାନ ଆଇବିର ନିର୍ଦ୍ଦେଶକ ଅଛନ୍ତି। ବିଧବଧ ଭାବେ ତାଙ୍କ ନାମକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଫଳରେ ସେ ନୂଆ ବର୍ଷରେ ନୂଆ ଡିଜିପି ଦ୍ବାୟିତ୍ବ ଗ୍ରହଣ କରିବେ। ଚଳିତ ଡିସେମ୍ବରରେ ଶେଷରେ ଡିଜିପି ଅଭୟଙ୍କ କାର୍ଯ୍ୟକାଳ ଶେଷ ହେଉଛି।  ସେଥିପାଇଁ କେନ୍ଦ୍ର ସରକାରଙ୍କୁ ରାଜ୍ୟ ତରଫରୁ 14 ଜଣିଆ ନାମ ପଠାଯାଇଥିଲା। ଏଥିରେ କେନ୍ଦ୍ର ସରକାର ତିନିଜଣଙ୍କ ନାମ ମନୋନିତ କରି ପଠାଇଥିଲେ। ସେହି ଅନୁସାରେ ମୁଖ୍ୟମନ୍ତ୍ରୀ ସୁନୀଲ ବଂଶଲ ନାମକୁ ନୂଆ ଡିଜିପି ଭାବେ ଘୋଷଣା କରିଛନ୍ତି।

Read More

ନୟାଗଡ଼ ଏସ୍ପି ଅଫିସ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ

ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଆ ଝିଅ ମମିତା ମେହେର ହତ୍ୟାକାଣ୍ଡରେ ସମ୍ପୃକ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଗିରଫ ଦବୀରେ ଆନ୍ଦୋଳନରତ ଛାତ୍ର କଂଗ୍ରେସ କର୍ମୀଙ୍କୁ ଅମାନୁଷିକ ଆକ୍ରମଣ, କଂଗ୍ରେସ ଭବନ ଭିତରେ ପୋଲିସ ଜୋର ଜବରଦସ୍ତ ପଶି କଂଗ୍ରେସ କର୍ମୀଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ପ୍ରଦେଶ କଂଗ୍ରେସ ଆହ୍ୱାନ କ୍ରମେ ଜିଲ୍ଲା କଂଗ୍ରେସ ସଭାପତି ଆଇନଜୀବି ରଣଜିତ ଦାଶଙ୍କ ନେତୃତ୍ୱରେ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ଚାରିଘଣ୍ଟା ଧରି ଘେରାଓ କରାଯାଇଥିଲା। ଏହି ବିକ୍ଷୋଭ ସଭାରେ ଓଡିଶା ପୋଲିସ ଶାଳୀନତା କର୍ତ୍ତବ୍ୟବୋଧତାର ସବୁ ସୀମା ଲଂଘନ କରି ବିଜେଡ଼ି ସରକାରର ବୋଲକରା ସାଜି ଗୁଣ୍ଡାରାଜ କାର୍ଯ୍ୟକୁ ତୀବ୍ର ନିନ୍ଦା କରାଯାଇ ପୋଲିସ କମିଶନରଙ୍କ ନିଲମ୍ବନ ଦାବୀ ସହ ଏହାର ଉଚ୍ଚସ୍ତରୀୟ ତଦନ୍ତ ଉପରେ ଗୁରୁତ୍ୱ ଆରୋପ କରାଯାଇ ଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଭାରୀ ତଥା ପୂର୍ବତନ ବିଧାୟକ ରବି…

Read More

ଛାତ୍ରଙ୍କ ଉତ୍ତରରେ ଖୁସି ହୋଇ ପ୍ରଦାନ କଲେ ବିଜୁ ପଟ୍ଟନାୟକଙ୍କ ଜୀବନୀ ପୁସ୍ତକ

ନୟାଗଡ଼,(ନୟାଗଡ଼ ଦର୍ପଣ): 5T ଆଧାରରେ ରୂପାନ୍ତରିତ ହୋଇଥିବା ବିଦ୍ୟାଳୟ ଗୁଡ଼ିକର ସମୀକ୍ଷା କରିବାକୁ ଯାଇ 5T ସଚିବ ଭି. କେ ପାଣ୍ଡିଆନଙ୍କ ଦ୍ୱାରା ଗତକାଲି ଭର୍ଚୁଆଲ ମୋଡ଼ରେ ରାଜ୍ୟର ପ୍ରତ୍ୟେକ ଜିଲ୍ଲାର ଜିଲ୍ଲାପାଳ ଏବଂ ରୂପାନ୍ତରିତ ହୋଇଥିବା ବିଦ୍ୟାଳୟର କିଛି ଛାତ୍ରଛାତ୍ରୀଙ୍କୁ ନେଇ ଏକ ବାର୍ତ୍ତାଳାପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ନୟାଗଡ଼ ଜିଲ୍ଲା ରଣପୁର ବ୍ଳକ ଗୋପାଳପୁର ଉଚ୍ଚ ବିଦ୍ୟାଳୟର ଛାତ୍ର ଶୁଭ୍ରଶାଶ୍ୱତ ମାଝୀଙ୍କୁ 5T ସଚିବ ପଚାରିଥିଲେ ତୁମେ ଭବିଷ୍ୟତରେ କ’ଣ ହେବ? ଉତ୍ତରରେ ଛାତ୍ର ଜଣଙ୍କ ପାଇଲଟ ହେବି ବୋଲି କହିଥିଲେ। ସଚିବ ପୁଣି ପ୍ରଶ୍ନ କରିଥିଲେ ଦେଶରେ ଜଣେ ଭଲ ପାଇଲଟଙ୍କ ନାମ କୁହ? ଉତ୍ତରରେ ଝଡ଼ର ଇଗଲ ବିଜୁ ପଟ୍ଟନାୟକଙ୍କ ନାମ କହିଥିଲେ। ବାସ ଏତିକିରେ ତା’ପରଦିନ ଅର୍ଥାତ ଆଜି ବିଜୁ ପଟ୍ଟନାୟକଙ୍କ ଉପରେ ଆଧାରିତ ପୁସ୍ତକ “The…

Read More

କୋର୍ଟ ପରିସରରେ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣ ଓ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ଼ ଜିଲ୍ଲା ଅଦାଲତ ସମେତ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଲୋକ ଅଦାଲତରେ ୧୧୮୭ ଗୋଟି ଦେୱାନି ଓ ଫୌଜଦାରୀ ମାମଲା ଆଗତ ହୋଇ ତନ୍ମଧ୍ୟରୁ ୧୩୩ ଗୋଟି ମାମଲା ଫଇସଲା ହୋଇଛି । ଏଥି ନିମନ୍ତେ ୩୬ଲକ୍ଷ ୯୬ହଜାର ୯୪୮ଟଙ୍କା ହିତାଧିକାରୀ ମାନଙ୍କୁ ପ୍ରଦାନ ଲାଗି ସ୍ଥିରିକୃତ ହୋଇଅଛି । ସେହିପରି ୧୬୪୮ ଗୋଟି ବ୍ୟାଙ୍କ ଋଣ ଅନାଦେୟ ମାମଲାର ଆଗତ ହୋଇ ୧୬୬ ଗୋଟି ମାମଲାର ଫଇସଲା ହୋଇ ୫୨ଲକ୍ଷ ୪୧ହଜାର ୨୮ଟଙ୍କା ବ୍ୟାଙ୍କ ଋଣ ରାଶି ସେଟଲମେଣ୍ଟ (ରାଜିନାମା) ସ୍ୱାକ୍ଷରିତ ହୋଇଛି। ଉକ୍ତ ଲୋକ ଅଦାଲତରେ ଜିଲ୍ଲା ଜଜ୍ ରୁପଶ୍ରୀ…

Read More

ନୟାଗଡ଼ ବିଜେପି ଓ କଂଗ୍ରେସର ଶହ ଶହ କର୍ମୀ ବିଜେଡିରେ ସାମିଲ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିରୋଧି ବିଜେପି ଓ କଂଗ୍ରେସର ଶହଶହ କର୍ମୀ ଆଜି ବିଜେଡିରେ ସାମିଲ ହୋଇଛନ୍ତି।ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ.ଅରୁଣ କୁମାର ସାହୁଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୀତି ଆଦର୍ଶରେ ଅନୁପ୍ରାଣିତ ହେବା ସହିତ ବିଧାୟକ ଡ.ସାହୁଙ୍କ ବିକାଶ ମୂଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଉକ୍ତ ବିରୋଧି ଦଳର ପ୍ରମୁଖ ନେତାମାନେ ବିଜେଡିରେ ସାମିଲ ହୋଇଥିବା ପ୍ରକାଶ କରିଛନ୍ତି। ନୟାଗଡ଼ ବ୍ଲକର ୬ ଗୋଟି ପଞ୍ଚାୟତର ଶହ ଶହ କର୍ମି ବିଜେଡିରେ ସାମିଲ ହୋଇଛନ୍ତି । ନୟାଗଡ଼ର ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ବରାଡ଼, ସମାଜସେବୀ ଶ୍ରୀକାନ୍ତ ଖଟେଇ ଏବଂ ତାଙ୍କ ସହଧର୍ମିଣୀ ତଥା ନୟାଗଡ଼ ବିଜ୍ଞାପିତ…

Read More

“ଜିତିବ ଓଡିଶା”ରେ ନୟାଗଡ଼ର “ଅନନ୍ୟା”

ନୟାଗଡ଼,(ନୟାଗଡ଼ ଦର୍ପଣ): ସମାଜସେବା କ୍ଷେତ୍ରରେ ନୟାଗଡ଼ ଜିଲ୍ଲାର କୋଣ ଅନୁକୋଣରେ ପରିଚିତ ଲାଭ କରିଥିବା ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଅନନ୍ୟା ଫାଉଣ୍ଡେସନ”ର ସଦସ୍ୟମାନେ ମନୋରଞ୍ଜନ ଧର୍ମୀ ଓଡ଼ିଆ ଚ୍ୟାନେଲର ଲୋକପ୍ରିୟ ଧାରାବାହିକ “ଜିତିବ ଓଡ଼ିଶା”ରେ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ସିନେମା ଜଗତର ସୁପରଷ୍ଟାର ସବ୍ୟସାଚୀ ମିଶ୍ରଙ୍କ ଠାରୁ ଅନନ୍ୟା ଫାଉଣ୍ଡେସନର ସଦସ୍ୟମାନେ କୋଡିଏ ହଜାର ଟଙ୍କାର ଏକ ମାଈକ୍ରୋଓଭନ୍, ପାଞ୍ଚ ହଜାର ଟଙ୍କାର ଗିଫ୍ଟ ଭାଉଚର୍, ଦଶ ହଜାର ଟଙ୍କାର ଡାକ୍ତରୀ ଚିକିତ୍ସା ପାଇଁ କୁପନ୍ ଏବଂ ଦଶ ହଜାର ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ରାଶନ ସାମଗ୍ରୀ ବିଭିନ୍ନ ଖେଳ ମାଧ୍ୟମରେ ଜିତିଛନ୍ତି। ଏହି ଶୋ ମାଧ୍ୟମରେ ଜିତିଥିବା ସମସ୍ତ ସାମଗ୍ରୀ ଓ ଅର୍ଥ ରାଶି ଅସହାୟ ନିରାଶ୍ରୟ ବ୍ୟକ୍ତି ବିଶେଷଙ୍କୁ ପ୍ରଦାନ କରାଯିବ ବୋଲି ଅନନ୍ୟା ଫାଉଣ୍ଡେସନ୍ ପକ୍ଷରୁ ସୂଚନା ଦିଆଯାଇଛି। ଏହି…

Read More

ନେହେରୁ ଯୁବ କେନ୍ଦ୍ର ନୟାଗଡ ତରଫରୁ ବକୃତା କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନେହେରୁ ଯୁବ କେନ୍ଦ୍ର ନୟାଗଡ ତରଫରୁ ବକୃତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ଜାତୀୟ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧିନରେ ଥିବା ନେହେରୁ ଯୁବ କେନ୍ଦ୍ର ନୟାଗଡ ପକ୍ଷରୁ ନୟାଗଡ ସ୍ଵଂୟଶାସିତ ମହାବିଦ୍ୟାଳୟ ପରିସରରେ ଦେଶ ପ୍ରେମ ଓ ରାଷ୍ଟ୍ରବାଦ୍ ଉପରେ ଜିଲ୍ଲା ସ୍ତରୀୟ ବକୃତା ପ୍ରତିଯୋଗୀତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ନେହେରୁ ଯୁବ କେନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ଅନୁରାଗ କୁମାର ପରିଚାଳନା କରିଥିଲେ ଏଥିରେ ନୟାଗଡ ଜିଲ୍ଲାର ସମସ୍ତ ବ୍ଲକରୁ ବ୍ଲକ ସ୍ତରରେ କୃତକାର୍ଯ୍ୟ ହୋଇଥିବା ୧୭ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଡ. ରମେଶ ଚନ୍ଦ୍ର ବିଶ୍ବାଳ, ଡ. ଚିତ୍ତରଞ୍ଜନ ଦାସ (ଡିପିଓ ଜାତୀୟ ସେବା ଯୋଜନା ) ଏବଂ କେଶବ ଚନ୍ଦ୍ର ରାଉତରାୟ ବିଚାରପତିର ଦାୟିତ୍ଵ…

Read More

ପାଳିତ ହେଲା ମହୋତ୍ସବ କମିଟିର ପ୍ରତିଷ୍ଠା ଦିବସ

ମଶାଲ ଶୋଭାଯାତ୍ରାରେ ସାମିଲ ହେଲେ ବହୁ ଯୁବକ ଯୁବତୀ, ନଗର ପରିକ୍ରମା କଲା ମା କାଉଁରୀଙ୍କ ଆଜ୍ଞାମାଳ ରାଜସୁନାଖଳା,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ରାଜସୁନାଖଳା ମହୋତ୍ସବ କମିଟିର ଆଜି ପାଳିତ ହୋଇଯାଇଛି ପ୍ରତିଷ୍ଠା ଦିବସ। ଏହିକ୍ରମରେ ଆଜି ସକାଳେ ପ୍ରଥମେ ରାଜସୁନାଖଳାର ଅଧିଷ୍ଠାତ୍ରୀ ଦେବୀ ମା କାଉଁରୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇଥିଲା। ମାଆଙ୍କର ଆଜ୍ଞାମାଳ ପ୍ରାପ୍ତ ହେବାପରେ ଏକ ବିଶାଳ ଶୋଭାଯାତ୍ରାରେ ଏହାକୁ ନେଇ ନଗର ପରିକ୍ରମା କରାଯାଇଥିଲା। ଏଥିସହିତ ଏକ ଶୋଭାଯାତ୍ରା ମଧ୍ୟ ଅନୁଷ୍ଠିତ ହୋଇଥିଲା।ଯେଉଁଥିରେ ଅଞ୍ଚଳର ବହୁ ଶିକ୍ଷିତ ଗୋଷ୍ଠୀ ଏବଂ ବୁଦ୍ଧିଜୀବୀ ସାମିଲ ହୋଇଥିଲେ। ରାଜସୁନାଖଳାର ସମସ୍ତ ଅଞ୍ଚଳ ପରିକ୍ରମା ହୋଇସାରିବା ପରେ ମହୋତ୍ସବ ପଡ଼ିଆ ଠାରେ ଭୂମିପୂଜନ ଏବଂ ହୋମ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମହୋତ୍ସବ କମିଟି ଉପାଧ୍ୟକ୍ଷ ପ୍ରସନ୍ନ କୁମାର ପ୍ରଧାନ ମୁଖ୍ୟ ପୁରୋଧା ସାଜିଥିଲେ। ଅନ୍ୟପକ୍ଷରେ ମହୋତ୍ସବ କମିଟିର…

Read More

ଅସହାୟ କୁନି ବେୱାଙ୍କ ଦୁଇ ଝିଅଙ୍କୁ ସହାୟତାର ହାତ ବଢ଼ାଇଲା ନୟାଗଡ଼ ଜିଲ୍ଲା ପ୍ରଶାସନ

ରଣପୁର,(ନୟାଗଡ ଦର୍ପଣ): ରଣପୁର ବ୍ଲକ ଚାନ୍ଦପୁର ଅଞ୍ଚଳର କେରଣ୍ଡାଟାଙ୍ଗୀ ପଞ୍ଚାୟତ ବୃନ୍ଦାବନବିହାରୀପୁର ଗ୍ରାମର ମଶାଣିପଡା ସାହିରେ କୁନି ବେୱାଙ୍କ ଦୁଇ ଝିଅଙ୍କୁ ପାଠ ପଢ଼ିବା ପାଇଁ ସହାୟତାର ହାତ ବଢାଇଲା ଜିଲ୍ଲା ପ୍ରଶାସନ । କୁନି ବେୱାଙ୍କର ସ୍ୱାମୀ କି ପୁଅ କେହି ନାହାନ୍ତି । ପରିବାର କହିଲେ କୁନି ବେୱା ଓ ତାଙ୍କ ଦୁଇ ଝିଅ ‘ନାରଖାରୀ ପରିଡା ଓ କଳ୍ପନା ପରିଡା’, ସ୍ୱାମୀ ଙ୍କ ଦେହାନ୍ତ ପରେ ବହୁ କଷ୍ଟରେ ଦୁଇ ଝିଅଙ୍କୁ ଧରି ଦିନ କାଟୁଥିଲେ କୁନି ବେୱା । କୁନି ପରିଡା ଜଣେ ମାନସିକ ରୋଗୀ (ପାଗଳ) ଯେକି ଘର ଚଳାଇବାରେ ସକ୍ଷମ ନୁହଁନ୍ତି । ସ୍ୱାମୀଙ୍କ ମୃତ୍ୟୁ ପରେ ମାନସିକ ଭାରସାମ୍ୟ ହରାଇ ବସିଥିଲେ କୁନି । ଦୁଇ ଝିଅଙ୍କ ଚିନ୍ତା ସଦାସର୍ବଦା ଲାଗି ରହିଥିଲା । ସରକାରଙ୍କ ପକ୍ଷରୁ…

Read More