ରାଜ ସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ସିଆଇଟିୟୁ ନେତୃତ୍ୱରେ ଆଶାକର୍ମୀଙ୍କ ବିକ୍ଷୋଭ

ରଣପୁର,(ନୟାଗଡ଼ ଦର୍ପଣ): ସିଆଇଟିୟୁ ନେତୃତ୍ୱରେ ଓଡିଶା ଆଶା କର୍ମୀ ଆସୋସିଏସନ, ରଣପୁର ବ୍ଲକ କମିଟି ତରଫରୁ ୧୭ ଦଫା ସମ୍ବଳିତ ଦାବୀ ଉପରେ ରାଜ ସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଗଣ ବିକ୍ଷୋଭ ହୋଇଥିଲା ବେଳେ ଆଶାକର୍ମୀଙ୍କ ମାର୍ଚ୍ଚ ୧୦ ତାରିଖରୁ ରାଜ୍ୟ ବିଧାନସଭା ସମ୍ମୁଖରେ କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ସଫଳ କରିବାକୁ ସଂଗଠନ ତରଫରୁ ଆହ୍ୱାନ ଦିଆଯାଇଛି। ଶତାଧିକ ଆଶା କର୍ମୀଙ୍କ ପକ୍ଷରୁ ଏକ ଶୋଭାଯାତ୍ରା ରାଜ ସୁନାଖଳା ଦକ୍ଷିଣକାଳୀ ଠାରୁ ବାହାରି ବଜାର ପରିକ୍ରମା କରି ରାଜ ସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଗଣ ବିକ୍ଷୋଭ କରା ଯାଇଥିଲା। ଜାମିନି ରାଣୀ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବିକ୍ଷୋଭ ସଭାରେ ବକ୍ତାମାନେ କେନ୍ଦ୍ର ମୋଦୀ ସରକାର ଓ ରାଜ୍ୟ ମୋହନ ସରକାରଙ୍କ ଶ୍ରମିକ ମାରଣ ନୀତିକୁ ତୀବ୍ର ସମାଲୋଚନା କରିଥିଲେ। ଦୀର୍ଘ ୧୯ବର୍ଷ…

Read More

ଜଙ୍ଗଲ ଜମିରେ ନିର୍ମିତ ବେଆଇନ ପଞ୍ଚାୟତ ଅଫିସକୁ ଭାଙ୍ଗିବା ଲାଗି ନିର୍ଦ୍ଦେଶ ଦେଲେ ଜାତୀୟ ଗ୍ରୀନ୍ ଟ୍ରିବୁନାଲ

ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ରଣପୁର ବ୍ଲକ ଝାଡପଡା ପଞ୍ଚାୟତରେ ଜଙ୍ଗଲ ଜମି ଉପରେ ବେଆଇନ ଭାବେ ନିର୍ମାଣ କରା ଯାଇଥିବା ପଞ୍ଚାୟତ ଗୃହକୁ ହଟାଇବା ପାଇଁ ଜାତୀୟ ଗ୍ରୀନ୍ ଟ୍ରିବୁନାଲ୍(ଏନ୍.ଜି.ଟି) ରାଜ୍ଯ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଏହି ଘଟଣାର ତଦନ୍ତ ପାଇଁ ନୟାଗଡ ଜିଲ୍ଲାପାଳ, ଖୋର୍ଦ୍ଧା ଡି.ଏଫ୍.ଓ ଓ ରାଜ୍ଯ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଜଣେ ବୈଜ୍ଞାନିକଙ୍କୁ ନେଇ ତିନି ଜଣିଆ କମିଟି ଗଠନ କରାଯାଇଥିଲା। ଏହି ମାମଲାରେ ରାଜ୍ଯ ସରକାର, ରାଜ୍ଯ ଓ କେନ୍ଦ୍ର ପରିବେଶ ଓ ଜଙ୍ଗଲ ବିଭାଗ, ରାଜସ୍ଵ ବିଭାଗ ସଚିବ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନୟାଗଡ ଜିଲ୍ଲାପାଳ, ନୟାଗଡ ଏସ୍.ପି, ରଣପୁର ତହସିଲଦାର୍, ଝାଡପଡା ପଞ୍ଚାୟତର ସରପଞ୍ଚ ଓ ଝାଡପଡା ଗ୍ରାମର ଅନ୍ଯ ଜଣେ ବ୍ଯକ୍ତିଙ୍କୁ ନୋଟିସ୍ ଜାରି ହୋଇଥିଲା। ଝାଡପଡା ଗାଁ’ ର ନିତ୍ଯାନନ୍ଦ ଜେନାଙ୍କ ସମ୍ମତି…

Read More

ଜିଲ୍ଲାପାଳଙ୍କ ଦ୍ଵାରା ନୂତନ “ଡୁଡା” କାର୍ଯ୍ୟାଳୟ ଉଦଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହରର ଗୁଣ୍ଡିଚା ମନ୍ଦିର ସମ୍ମୁଖ ଭାଗରେ ଆଜି ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ନୂତନ କାର୍ଯ୍ୟାଳୟ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉକ୍ତ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି । ଉଦଘାଟନୀ ପର୍ବରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁମନ ବେହେରା, ଜିଲ୍ଲାର ସମସ୍ତ ଏନ.ଏ.ସି ଓ ପୌର ପରିଷଦର ନିର୍ବାହୀ ଅଧିକାରୀ ଗଣ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ସହରାଞ୍ଚଳର ବିକାଶ ନିମନ୍ତେ ଏହି କାର୍ଯ୍ୟାଳୟ ଏକ ପ୍ରମୁଖ ଦାୟିତ୍ଵ ନିର୍ବାହ କରିବ ବୋଲି ଜିଲ୍ଲାପାଳ ମହୋଦୟ ମତବ୍ୟକ୍ତ କରିଥିଲେ । ସୂଚନାଯୋଗ୍ୟ…

Read More

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଉପରେ ଜିଲ୍ଲାସ୍ତରୀୟ ପାଠଚକ୍ର

ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପରିସରରେ ଜିଲ୍ଲାସ୍ତରୀୟ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି, ଯେଉଁଥିରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ:  “ବିଦ୍ୟାଳୟ ଶିକ୍ଷାର ଆତ୍ମା” ବିଷୟରେ ଚର୍ଚ୍ଚା କରାଯାଇଥିଲା। ଏହି ପାଠଚକ୍ରର ଉଦ୍ଦେଶ୍ୟ ଥିଲା ପ୍ରାଥମିକ ଶିକ୍ଷାର ଗୁଣବତ୍ତା ବୃଦ୍ଧି କରିବା, ଶିଶୁମାନଙ୍କ ଭାଷା ଏବଂ ଗଣିତ ଦକ୍ଷତା ବିକାଶ କରିବା ଏବଂ ସ୍କୁଳ ଶିକ୍ଷାର ଭିତି ସୁଦୃଢ଼ କରିବା। ଏହି ପାଠଚକ୍ରରେ ରାଜସୁନାଖଳା ମହାବିଦ୍ୟାଳୟର ଶିକ୍ଷା ବିଭାଗର ମୁଖ୍ୟ ପ୍ରାଧ୍ୟାପକ ଡ଼. ଅକ୍ଷୟ କୁମାର ମହାନ୍ତି, ରାୟଗଡା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଶରତ କୁମାର ସେଠ, ପିରାମଲ ଫାଉଣ୍ଡେସନର ସଦସ୍ୟ ଅମନ କୁମାର ମିଶ୍ର, ଜିଲ୍ଲା ଶିକ୍ଷା ବିଜ୍ଞାନରେ ସଂଯୋଜିକା କ୍ରିଷ୍ଣା ମାଝୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ…

Read More

ରାଜସୁନାଖଳା ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ପ୍ରତିଷ୍ଠାତାଙ୍କ ପରଲୋକ

ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ରାଜସୁନାଖଳା ଅଞ୍ଚଳରେ ମଧୁସୁଦନ ମହାପାତ୍ର (ମଧୁ ଅଜା)ଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ୧୯୭୮ମସିହା ଫେବୃଆରୀ ୨ତାରିଖରେ ରାଜସୁନାଖଳା କଲେଜର ପ୍ରତିଷ୍ଠାତା ରୂପେ ପରିଚିତ ମଧୁସୁଦନ ମହାପାତ୍ରଙ୍କ ଆଜି ସକାଳ ୬.୪୫ ମିନିଟିରେ ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପରଲୋକ ଘଟିଛି।ସେ କିଛି ଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ତାଙ୍କ ମୃତ୍ୟୁ ବେଳକୁ ୮୪ବର୍ଷ ବୋଲି ଜଣା ପଡିଛି । ଆଜି ରାଜସୁନାଖଳା ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳନ କରୁଥିବା ବେଳେ, ପ୍ରତିଷ୍ଠାତା ମଧୁସୂଦନଙ୍କ ମୃତୁ ଖବର ଶୁଣି କଲେଜ ଅଧକ୍ଷଙ୍କ ସମେତ ଛାତ୍ରଛାତ୍ରୀ ଗଭୀର ଦୁଃଖ ପ୍ରକାଶ କରିଥିଲେ। ଖବର ପାଇ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକଙ୍କ ସମେତ ସ୍ଥାନୀୟ ସରପଞ୍ଚ ଚିତ୍ତ ରଞ୍ଜନ ପ୍ରଧାନ, ସମିତି ସଭ୍ୟ, ବ୍ଲକ ବିଜେଡି ସଭାପତି, ରାଜ…

Read More

ନବବର୍ଷରେ ପାଇଥିବା ଉପହାରକୁ ଛାତ୍ରଛାତ୍ରୀଙ୍କୁ ବିତରଣ କଲେ ନୟାଗଡ଼ ଜିଲ୍ଲାପାଳ

ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ନବବର୍ଷର ଶୁଭେଚ୍ଛାରେ ଫୁଲତୋଡ଼ା, ମିଠା ପ୍ୟାକେଟ୍‌, ଡାଇରୀ ପରିବର୍ତ୍ତେ ବିଦ୍ୟାଳୟ ମାନଙ୍କରେ ପାଠ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ଅତି ଆବଶ୍ୟକୀୟ ଉପକରଣ ଯଥା-ଖାତା, କଲମ,ପେନସିଲ, ରବର, କଟର, କଲରବାକ୍ସ, ଜ୍ୟାମିତି ବାକ୍ସ ଇତ୍ୟାଦି ଉପହାରରେ ଜିଲ୍ଲାର ସମସ୍ତ ଅଧସ୍ତନ ଅଧିକାରୀ, କର୍ମଚାରୀ, ସରକାରୀ ଓ ବେସରକାରୀ ସଂସ୍ଥାର କର୍ମକର୍ତ୍ତାମାନେ ତାଙ୍କୁ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଜାରି କରିଥିଲେ । ଏହାର ଫଳସ୍ୱରୁପ ବହୁ ପରିମାଣରେ ଉପରୋକ୍ତ ଉପକରଣଗୁଡ଼ିକ ଜିଲ୍ଲାପାଳଙ୍କ ନିକଟରେ ଆସି ପହଞ୍ଚିଥିଲା । ଆଜି ଜିଲ୍ଲାପାଳ ରଣପୁର ବ୍ଲକର ମଝିଆଖଣ୍ଡ ନୋଡାଲ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ଉପସ୍ଥାନ ଅନୁଯାୟୀ ୪୫୬ଜଣ ଛାତ୍ରଛାତ୍ରୀଙ୍କୁ ଖାତା, କଲମ, ପେନସିଲ, ରବର, କଟର, କଲର, ସ୍କେଲ, ସ୍କେଚ୍‌ପେନ୍‌, ଜ୍ୟାମିତିବାକ୍ସ ଇତ୍ୟାଦିକୁ ପ୍ୟାକେଟ୍ କରି ବଣ୍ଟନ କରିଥିଲେ ।…

Read More

ଛାତ୍ରଛାତ୍ରୀଙ୍କୁ ପାଠ୍ୟ ଉପକରଣ ବାଣ୍ଟିଲେ ଜିଲ୍ଲାପାଳ

ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଚଳିତ ବର୍ଷ ନବ ବର୍ଷ ଅବସରରେ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ଫୁଲତୋଡ଼ା ଓ ପ୍ରଦାନ କରିବାକୁ ବାରଣ କରିଥିଲେ। ଏହା ବଦଳରେ ଶୁଭେଚ୍ଛା ଜଣାଇବା ସହ ଖାତା, କଲମ, ପେନସିଲ ଭଳି ପାଠ୍ୟ ଉପକରଣ ପ୍ରଦାନ କରିବାକୁ ଅନୁରୋଧ କରିଥିଲେ।ଯାହା ଦ୍ୱାରା ଅନାବଶ୍ୟକ ଭାବେ ଖର୍ଚ୍ଚ ହେଉଥିବା ଅର୍ଥରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଉପକରଣ ମିଳି ପାରିବ ବୋଲି ଜିଲ୍ଲାପାଳ କହିଥିଲେ।ଜିଲ୍ଲାପାଳଙ୍କ ବାର୍ତ୍ତା ଅନୁଯାୟୀ ନବ ବର୍ଷ ଶୁଭେଚ୍ଛା ଜଣାଇବା ପାଇଁ ଯାଇଥିବା ସରକାରୀ ଅଧିକାରୀ ତଥା ଲୋକମାନେ ଫୁଲ ତୋଡ଼ା ପରିବର୍ତ୍ତେ ଖାତା, ପେନ, ଜ୍ୟାମିତି ବାକ୍ସ ଭଳି ପାଠ୍ୟ ଉପକରଣ ଉପହାର ଭାବେ ପ୍ରଦାନ କରିଥିଲେ।ସେହି ସବୁ ଉପହାରଗୁଡିକୁ ଏକତ୍ରିତ କରି ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଏହାକୁ…

Read More

ରଣପୁର ମହୋତ୍ସବରେ ବାଚସ୍ପତିଙ୍କ ଦ୍ଵାରା ସମ୍ମାନିତ ହେଲେ ଗୁରୁ ଓ ଶିଷ୍ୟ

ରଣପୁର, (ନୟାଗଡ଼ ଦର୍ପଣ): ରଣପୁର ମହୋତ୍ସବ ଅର୍ଜୁନ-୨୦୨୫ ଆନୁକୂଲ୍ୟରେ “ବୈଷ୍ଣବ କବି ଭକ୍ତଚରଣ ଦିବସ” ପାଳନ ଅବସରରେ ମନ୍ଦାକିନୀ ସାହିତ୍ୟ ସଂସ୍କୃତି ସଂସଦର କବି ସମ୍ମିଳନୀରେ କବିତା ପାଠ ଉତ୍ସବରେ ରଣପୁର ବିଧାୟିକା ତଥା ବାଚସ୍ପତି ସୁରମା ପାଢ଼ୀ ସମ୍ବର୍ଦ୍ଧିତ କଲେ ସରକାରୀ ଉଚ୍ଚ ବିଦ୍ୟାଳୟ ବାହାଡ଼ାଝୋଲାର ଦଶମ ଶ୍ରେଣୀ ଛାତ୍ର କାହ୍ନା ପ୍ରଧାନ ଓ ଆଦର୍ଶ ଶିକ୍ଷକ ତଥା ନୟାଗଡ଼ ଜିଲ୍ଲା ସାହିତ୍ୟ ସୃଜନୀର ଏସ.ଆର.ଜି ଡ଼କ୍ଟର ପ୍ରତାପ କୁମାର ପରିଡ଼ାଙ୍କୁ ସମ୍ମାନପତ୍ର ଉପହାର ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ମାଧ୍ଯମିକ ସ୍କୁଲ ଶିକ୍ଷକ ସଂଘ ଦ୍ବାରା ଆୟୋଜିତ ରାଜ୍ୟସ୍ତରୀୟ ଶିଶୁ ଉତ୍ସବରେ କାହ୍ନା ପ୍ରଧାନ କବିତା ରଚନାରେ ରାଜ୍ୟରେ ପ୍ରଥମ ହୋଇଥିଲେ ଓ ବକ୍ତୃତାରେ ଜିଲ୍ଲାରେ ପ୍ରଥମ ରାଜ୍ୟରେ ଚତୁର୍ଥ କୃତୀ ଛାତ୍ରୀ ସୁଶ୍ରୀ ସମୀକ୍ଷା ସମ୍ବର୍ଦ୍ଧିତ କଲେ।ବାଚସ୍ପତି କହିଲେ ଓଡିଆ ଅସ୍ମିତା ଯେପରି ପ୍ରତି…

Read More

ଉଦଘାଟିତ ହେଲା ରଣପୁର ମହୋତ୍ସବ ‘ଅର୍ଜୁନ-୨୦୨୫’

ମନ ମୋହିଲା ପୁରୁଲିଆ ଛଉ ନୃତ୍ୟ ଓ ସୌରଭଙ୍କ ସଙ୍ଗୀତ ରଣପୁର,(ନୟାଗଡ଼ ଦର୍ପଣ): ରଣପୁର କଳା ସଂସ୍କୃତି ଐତିହ୍ୟ ପରମ୍ପରା ଓ ଶହୀଦମାନଙ୍କ ବୀରତ୍ୱ ସ୍ମୃତି ସାଉଁଟିବା ପାଇଁ ୨୦୦୬ ମସିହାରୁ ରଣପୁର ମହୋତ୍ସବ ଅର୍ଜୁନ ଅନୁଷ୍ଠିତ ହୋଇଆସୁଥିବା ବେଳେ ପ୍ରତେକ ବର୍ଷ ଭଳି ଚଳିତ ବର୍ଷ  ଆଜି ଠାରୁ ଆରମ୍ଭ ହୋଇଛି। ଏହି ମହୋତ୍ସବ ପାଞ୍ଚଦିନ ଧରି ଯଥା ଜାନୁଆରୀ ୫ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ଓଡିଶା ଅନୁଷ୍ଠିତ ହେଉଥିବା ବିଭିନ୍ନ ମହୋତ୍ସବ ଭିତରୁ ଏହା ଭିନ୍ନ ହୋଇଥିବା ବେଳେ ରଣପୁର ମାଟିରେ ଶହୀଦ ହୋଇଥିବା ବିରଙ୍ଗନାମାନଙ୍କ ସ୍ମୃତି ଉଦ୍ଦେଶ୍ୟ ପାଳନ କରାଯାଉଥିବାରୁ ଅନ୍ୟ ଅଞ୍ଚଳରେ ପାଳନ କରାଯାଉଥିବା ମହୋତ୍ସବ ଅପେକ୍ଷା ଏହି ମହୋତ୍ସବର ଏକ ସ୍ୱତନ୍ତ୍ର ପରିଚୟ ରହିଛି। ୧୯୩୯ ମସିହା ଜାନୁଆରୀ ୫ ତାରିଖରେ ବେଜେଲଗେଟ ଗୁଳିରେ ଅର୍ଜୁନ ରାଉତ…

Read More

ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲା

ନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ  ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ  ବାବଦକୁ ୩୯,୪୦,୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୧୪୬ ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ. ଆଇ. ଆକ୍ଟ କେସ ୧୭ଟି ଫଇସଲା କରାଯାଇ ୧୫,୧୨,୪୦୫ ଟଙ୍କା ଆଦାୟ କରଯାଇଥିଲା ଏବଂ ବିବାହ ଜନିତ ୧୬ଟି ମାମଲା ଫଇସଲା କରାଯାଇଥିଲା । ଅନ୍ଯାନ୍ଯ ଫୌଜଦାରୀ ୨୪୫ଟି ମାମଲା ଫଇସଲା କରଯାଇଥିଲା।…

Read More