ନୂତନ ପେନସନଭୁକ୍ତ ମାଧ୍ୟମିକ ଶିକ୍ଷକ ସଂଘର ଶୋଭାଯାତ୍ରା ଓ ପ୍ରତିବାଦ ସଭା

ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଶା ସରକାରୀ ହାଇସ୍କୁଲ ନୂତନ ପେନସନଭୁକ୍ତ ଶିକ୍ଷକ ସଂଘ ନୟାଗଡ଼ ଜିଲ୍ଲା ଶାଖା ତରଫରୁ ଏକ ପ୍ରତିବାଦ ସଭା ଓ ରାଲି ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ନୟାଗଡ଼ ଜିଲ୍ଲାର ସମସ୍ତ ୮ ଟି ବ୍ଳକରୁ ସଂଘର ଶତାଧିକ ସକ୍ରିୟ ସଦସ୍ୟ ଓ ସଦସ୍ୟା ମାନେ ଯୋଗ ଦେଇଥିଲେ। ୨୦୦୪ ରୁ ୨୦୧୩ ମସିହାମଧ୍ୟରେ ଠିକା ଶିକ୍ଷକ ଭାବରେ ନିଯୁକ୍ତି ପାଇଥିବା ଶିକ୍ଷକ ମାନେ, ଓଡ଼ିଶା ସରକାରଙ୍କ ଆର୍ଥିକ ଦୂରବସ୍ଥା ସମୟରେ ମାତ୍ର ୨୫୦୦ଟଙ୍କା/ ୧୫୦୦ ଟଙ୍କା ମାସିକ ଦରମାରେ ଶିକ୍ଷାଦାନ କରିଥିଲେ। ସରକାର ୨୦୦୩ ମସିହାରେ ଓ ୨୦୦୫ ମସିହାରେ ଠିକା ଶିକ୍ଷକ ନିଯୁକ୍ତି ବିଜ୍ଞାପନରେ ସେତେବେଳେ ଆର୍ଥିକ ସଙ୍କଟ ତଥା ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷକଙ୍କ ଘୋର ଅଭାବ ଯୋଗୁଁ ଠିକା ନିଯୁକ୍ତି ଦିଆଯାଇଥ‌ିବା ସ୍ପଷ୍ଟ ଭାବରେ ପ୍ରକାଶ କରିଥିଲେ ।…

Read More

ଜାତୀୟ ଶିକ୍ଷକ ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୫ ପ୍ରଧାନ ଶିକ୍ଷକଙ୍କ ଯୋଗଦାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଅଜିମ୍ ପ୍ରେମଜି ୟୁନିଭରସିଟି, ବାଙ୍ଗାଲୋର ଠାରେ ପାଞ୍ଚ ଦିନ ବ୍ୟାପି ଚାଲିଥିବା ଦ୍ଵିତୀୟ ପର୍ଯ୍ୟାୟ ପ୍ରଧାନଶିକ୍ଷକଙ୍କ ନେତୃତ୍ୱ ଦକ୍ଷତା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ  ନୟାଗଡ଼ ଜିଲ୍ଲାରୁ ପାଞ୍ଚ ଜଣ ପ୍ରଧାନଶିକ୍ଷକ ଯୋଗ ଦେଇଥିଲେ। ରଣପୁର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମହତପଲାର ପ୍ରଧାନ ଶିକ୍ଷକ ଜ୍ୟୋତି ରଞ୍ଜନ ଦାଶ, ଗୋଳଗୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ନୂଆଗାଁ ବ୍ଲକର ପ୍ରଧାନ ଶିକ୍ଷୟିତ୍ରୀ ଡ.ବାସନ୍ତୀ ବେହେରା,ମଶାବାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଓଡ଼ଗାଁ ବ୍ଲକର ଭାବଗ୍ରାହୀ ମହାପାତ୍ର ଏବଂ ଜନତା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗମ୍ଭାରିଡିହିର ଭକ୍ତ ରଞ୍ଜନ ମିଶ୍ର ତଥା ଲେଙ୍କୁଡ଼ିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ନୟାଗଡ଼ ବ୍ଲକର ପ୍ରଧାନ ଶିକ୍ଷକ ପ୍ରଦ୍ୟୁମ୍ନ କୁମାର ନାୟକ ପ୍ରମୁଖ ଉକ୍ତ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଜିଲ୍ଲାରୁ ପ୍ରତିନିଧିତ୍ୱ କରି ପବିତ୍ର ଗୁରୁଦିବସରେ ୟୁନିଭରସିଟିର ଡାଇରେକ୍ଟର ଜୁଲଫିକର ହାଇଦରଙ୍କ ଠାରୁ…

Read More

ରୋଟାରୀ କ୍ଳବ୍ ନୟାଗଡ଼ରେ ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ରୋଟାରୀ ଭବନ ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ବିଶ୍ବ ସାକ୍ଷରତା ଦିବସ ତଥା ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। କ୍ଳବର ସଭାପତି ରୋଟାରିଆନ୍ ବସିରନ ବିବିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ ପୌର ପରିଷଦ ଅଧ୍ଯକ୍ଷା ନିରୁପମା ଖଟେଇ ଯୋଗଦେଇ ଶିକ୍ଷକ ମାନେ ଆଗାମୀ ଭବିଷ୍ଯତ ଶିଶୁମାନଙ୍କୁ ଉତ୍ତମ ମଣିଷ ଭାବେ ଗଢୁଥିବାରୁ ଶିକ୍ଷକ ମାନେ ହେଉଛନ୍ତି ସମାଜର ପଥ ପ୍ରଦର୍ଶକ ବୋଲି କହିଥିଲେ। ସମ୍ମାନିତ ଅତିଥି  ଭାବେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଡକ୍ଟର ଚିତ୍ତରଂଜନ ପାଣ୍ଡେ ଯୋଗ ଦେଇ ଶିକ୍ଷକ ମାନେ ହେଉଛନ୍ତି ଛାତ୍ରଛାତ୍ରୀ ମାନଙ୍କର ଦ୍ବିତୀୟ ଅଭିଭାବକ। ଅନ୍ଯ ପେଶାର ମଣିଷଟିଏ ଭୁଲ୍ କଲେ ଚଳିବ କିନ୍ତୁ ଜଣେ ଶିକ୍ଷକ ଭୁଲ୍ କଲେ ଚଳିବନି। କାରଣ…

Read More

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ -୨୦୨୫ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଆନ୍ତର୍ଜାତୀୟ ସାକ୍ଷରତା ଦିବସ -୨୦୨୫ ପାଳିତ ହୋଇଥିଲା । ଏହା ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ନୟାଗଡ଼ଠାରେ  ଅନୁଷ୍ଠିତ ହୋଇଥିଲା। ଉକ୍ତ ଦିବସରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀମତୀ ରୋଜିନା ଦାସ ଓ ଜିଲ୍ଲା ଶିକ୍ଷା ଅଧିକାରୀ  ଚିତ୍ତରଞ୍ଜନ ପାଣ୍ଡେ  ଏକ ସଚେତନ ରାଲି ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ଗୀତାଞ୍ଜଳୀ ସାହୁ,ବିଜ୍ଞାନ ନିରୀକ୍ଷକ ଶ୍ରୀଯୁକ୍ତ ଶରତ କୁମାର ସାହୁ ଓ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାକାନ୍ତ ସେଠୀ  ଯୋଗଦାନ କରିଥିଲେ। ନବ ଭାରତ ସାକ୍ଷରତା ଅଭିଯାନ କାର୍ଯକ୍ରମରେ ବିଚାରକ ଭାବରେ ସୁସାହିତିକ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଓ ଶିକ୍ଷକ ପ୍ରତାପ କୁମାର ପରିଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ବାହାଡ଼ାଝୋଲା ଯୋଗଦେଇଥିଲେ। ବିଭିନ୍ନ…

Read More

ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଣୀଙ୍କୁ ସମ୍ବର୍ଦ୍ଧିତକଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ଭୁବନେଶ୍ଵର ଲୋକସେବା ସଦନ ଗୃହଠାରେ ଗୀତାଞ୍ଜଳୀ ସାହୁ ବ୍ଲକ୍ ଶିକ୍ଷା ଅଧିକାରୀ ଓଡଗାଁ ପାଇଁ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଦ୍ଵାରା ସମ୍ବର୍ଦ୍ଧିତ ହୋଇଥିଲେ । ଏହା ପଞ୍ଚସଖା ଶିକ୍ଷା ସେତୁ ସଂଗଠନ ଦ୍ୱାରା ଆୟୋଜିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଶିକ୍ଷା ସଚିବ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ । ଶିକ୍ଷା କ୍ଷେତ୍ରରେ ଅତୁଳନୀୟ ଉଲ୍ଲେଖନୀୟ ଅବଦାନ ଯୋଗୁଁ ସେ ନୟାଗଡ ଜିଲ୍ଲା ପାଇଁ ଶିକ୍ଷା କ୍ଷେତ୍ରର ଗୌରବ ଆଣିଛନ୍ତି। ସେ ବର୍ତ୍ତମାନ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ନୟାଗଡ଼ ଜିଲ୍ଲାରେ କାର୍ଯ୍ୟରତ ବିଭିନ୍ନ ମହଲରୁ ଶୁଭେଚ୍ଛା ଅଭିନନ୍ଦନର ସୁଅ ଛୁଟିଛି।

Read More

ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ସମାରୋହ

ନୟାଗଡ଼, (ନୟାଗଡ଼ ଦର୍ପଣ): ଗୁରୁଦିବସ ଅବସରରେ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହେଇଥିଲା। ଏହି ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ମୁଖ୍ୟଅତିଥିଭାବରେ ଯୋଗଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ, ବନଲତା ବେହେରା , ଡିଆଇଟିର ଅଧକ୍ଷ ଶ୍ରୀ ଯୁକ୍ତ  ବିଜୟ କୁମାର ତ୍ରିପାଠୀ ଏବଂ ଆଠ ଗୋଟି ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ ଉପସ୍ଥିତ ରହି ସମ୍ବର୍ଦ୍ଧିତ ପ୍ରତିଭୂମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ମୁଖ୍ୟଅତିଥି ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ସମାଜରେ ଶିକ୍ଷକମାନେ ଶିକ୍ଷାର୍ଥୀମାନଙ୍କର ପଥ ପ୍ରଦର୍ଶକ ହେବେ ହେବା ପାଇଁ ଉପଦେଶ ଦେଇଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଗୁରୁ ହିଁ ଆମ ସଂସ୍କୃତିର ଉର୍ଜା ବୋଲି ଅଭିଭାଷଣ ଦେଉଥିଲେ। ସ୍ବାଗତ ଅଭିଭାଷଣରେ ଆମରେ ଅତିରିକ୍ତ ଜିଲ୍ଲା ଶିକ୍ଷା…

Read More

ଅବସରପ୍ରାପ୍ତ ଶିକ୍ଷକଙ୍କୁ ‘ଭକ୍ତିପୂତ ପ୍ରଣାମ’ କାର୍ଯ୍ୟକ୍ରମ, ସମାଜ ସଚେତନତା ପାଇଁ ଆହ୍ୱାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଦରବ୍ଲକ ଓ ନଗରପାଳିକା ଆନୁକୁଲ୍ୟରେ ଆଜି ଅବସରପ୍ରାପ୍ତ ଶିକ୍ଷକଙ୍କୁ ଭକ୍ତିପୂତ ପ୍ରଣାମ କାର୍ଯ୍ୟକ୍ରମ ପଠାଣି ସାମନ୍ତ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଆବାହକତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୬ଶହରୁ ଉର୍ଦ୍ଧ୍ୱ ଅବସରପ୍ରାପ୍ତ ଶିକ୍ଷକ ଓ ଅବସରପ୍ରାପ୍ତ ଅଧ୍ୟାପକ ଯୋଗ ଦେଇଥିଲେ । ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ଏବଂ ଅନେକ ନିର୍ବାଚିତ ଜନପ୍ରତିନିଧି ଗୁରୁମାନଙ୍କୁ ଉତ୍ତରୀୟ ଫୁଲ, ଚନ୍ଦନ ଦେଇ ସମ୍ବର୍ନ୍ଧିତ କରିଥିଲେ । ଏହି ଅବସରରେ ଆୟୋଜିତ ସଭାରେ ପୈାର ପରିଷଦ ଉପାଧ୍ୟକ୍ଷ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଅତିଥିଭାବେ ଯୋଗ ଦେଇ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏହି କାର୍ଯ୍ୟକ୍ରମ ଅନନ୍ୟ ବୋଲି…

Read More

ଏକ ଦିବସୀୟ ଜିଲ୍ଲାସ୍ତରୀୟ ନବ ଭାରତ ସ୍ୱାକ୍ଷରତା କାର୍ଯ୍ୟକ୍ରମ(ଉଲ୍ଲାସ) ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଏକ ଦିବସୀୟ ଜିଲ୍ଲାସ୍ତରୀୟ ନବ ଭାରତ ସ୍ୱାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ନୟାଗଡ଼ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ପରିଦର୍ଶନ କରି ନବ ଭାରତ ସାକ୍ଷରତା ଅଭିଯାନ କାର୍ଯକ୍ରମରେ ନିଜକୁ ସାମିଲ୍ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ନବଭାରତ ସାକ୍ଷରତା  କାର୍ଯ୍ୟକ୍ରମରେ ସୁଚାର ରୂପେ କାର୍ଯ୍ୟ କରିବା ସହ ସଫଳ ରୂପାୟନ ପାଇଁ ହିତ ଉପଦେଶ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାର ୮ଗୋଟି ବ୍ଲକରୁ ମୋଟ ଅଠ ଚାଳିଶି ଜଣ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା। ପ୍ରତି ବ୍ଲକରୁ ପ୍ରାଇମେରୀ ବିଦ୍ୟାଳୟରୁ ତିନି ଜଣ ଓ ସେକେଣ୍ଡାରୀ ବିଦ୍ୟାଳୟରୁ ତିନି ଜଣ ଲେଖାଏଁ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ମାଷ୍ଟର ଟ୍ରେନର ଭାବେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ମାଷ୍ଟର ଟ୍ରେନରମାନେ…

Read More

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସଂସ୍କୃତ ସମ୍ଭାଷଣ ଶିବିର ଉଦଯାପିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସଂସ୍କୃତ ମାସ ପାଳନ ଅବସରରେ ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ଓ ଅଖିଳ ଭାରତ ଅମୃତବାଣୀ ସେବା ପ୍ରତିଷ୍ଠାନ, ବାଲେଶ୍ୱରର ମିଳିତ ସହଯୋଗରେ ବିଦ୍ଯାଳୟର ପଞ୍ଚମ ଶ୍ରେଣୀ ଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ଯୟନରତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ୧୦ ଦିବସୀୟ ସଂସ୍କୃତ ସମ୍ଭାଷଣ ଶିବିରର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏହି ଉଦଯାପନୀ ସଭାରେ ମୁଖ୍ଯଅତିଥି ଭାବେ ନୟାଗଡ଼ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ଯକ୍ଷ ପ୍ରଫେସର ହରପ୍ରସାଦ ମହାପାତ୍ର ଯୋଗଦେଇ ସଂସ୍କୃତ ଭାଷା ହେଉଛି ସମସ୍ତ ଭାଷାର ଜନନୀ ବୋଲି କହିବା ସହିତ ସକଳ ଜ୍ଞାନର ମୂଳ ହେଉଛି ବେଦ, ଏଣୁ ଏହି ବେଦକୁ ଜାଣିବା ପାଇଁ ହେଲେ ସଂସ୍କୃତ ଭାଷାରେ ଜ୍ଞାନ ଆହରଣ କରିବାକୁ ପଡିବ। କାରଣ ବେଦ…

Read More

୧.୪ଲକ୍ଷ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଏବଂ ୯ହଜାର ସ୍ୱତନ୍ତ୍ର ଶିକ୍ଷକ ଆଶାୟୀ ନ୍ୟାୟ ଅପେକ୍ଷାରେ

ନୟାଗଡ଼, (ନୟାଗଡ଼ ଦର୍ପଣ): ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ୨୯ ଅଗଷ୍ଟ ୨୦୨୫ ତାରିଖରେ ଜାରିକରିଥିବା ଆଦେଶରେ ପୁନର୍ବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ସମସ୍ତ ସାଧାରଣ ବିଦ୍ୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର କୋର୍ଟ ୯ସେପ୍ଟେମ୍ବର ୨୦୨୫ ଅପରାହ୍ନ ୨ଟାରେ ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଛନ୍ତି ଏବଂ ସ୍ପଷ୍ଟ କରିଛନ୍ତି ଯେ ନିର୍ଦ୍ଦେଶ ପାଳନରେ ବିଳମ୍ବ କିମ୍ବା ଅନାଦର କଲେ ଗଭୀର ପରିଣାମ ହେବା ସହିତ ଅଦାଲତ ଅବମାନନା ପ୍ରକ୍ରିୟା ଆରମ୍ଭ କରାଯିବ। ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟରେ ଓଡିଶାର ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ସ୍ରିଷ୍ଟି ଅଗ୍ନିହୋତ୍ରୀ ସୁପ୍ରିମକୋର୍ଟ ମାମଲା ପରିଚାଳନା କରିବା ସହ ଓଡିଶା ଉଚ୍ଚ ନ୍ୟାୟାଳୟର ଆଇନଜୀବୀ ଶଙ୍କର ପ୍ରସାଦ ପାଣି ଉକ୍ତ ମାମଲାକୁ ତଦାରଖ କରୁଛନ୍ତି। ସୂଚନା ଥାଉ କି ଓଡିଶାରେ ପ୍ରାୟ ୬୪ହଜାର…

Read More