୧.୪ଲକ୍ଷ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଏବଂ ୯ହଜାର ସ୍ୱତନ୍ତ୍ର ଶିକ୍ଷକ ଆଶାୟୀ ନ୍ୟାୟ ଅପେକ୍ଷାରେ

ନୟାଗଡ଼, (ନୟାଗଡ଼ ଦର୍ପଣ): ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ୨୯ ଅଗଷ୍ଟ ୨୦୨୫ ତାରିଖରେ ଜାରିକରିଥିବା ଆଦେଶରେ ପୁନର୍ବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ସମସ୍ତ ସାଧାରଣ ବିଦ୍ୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର କୋର୍ଟ ୯ସେପ୍ଟେମ୍ବର ୨୦୨୫ ଅପରାହ୍ନ ୨ଟାରେ ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଛନ୍ତି ଏବଂ ସ୍ପଷ୍ଟ କରିଛନ୍ତି ଯେ ନିର୍ଦ୍ଦେଶ ପାଳନରେ ବିଳମ୍ବ କିମ୍ବା ଅନାଦର କଲେ ଗଭୀର ପରିଣାମ ହେବା ସହିତ ଅଦାଲତ ଅବମାନନା ପ୍ରକ୍ରିୟା ଆରମ୍ଭ କରାଯିବ। ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟରେ ଓଡିଶାର ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ସ୍ରିଷ୍ଟି ଅଗ୍ନିହୋତ୍ରୀ ସୁପ୍ରିମକୋର୍ଟ ମାମଲା ପରିଚାଳନା କରିବା ସହ ଓଡିଶା ଉଚ୍ଚ ନ୍ୟାୟାଳୟର ଆଇନଜୀବୀ ଶଙ୍କର ପ୍ରସାଦ ପାଣି ଉକ୍ତ ମାମଲାକୁ ତଦାରଖ କରୁଛନ୍ତି। ସୂଚନା ଥାଉ କି ଓଡିଶାରେ ପ୍ରାୟ ୬୪ହଜାର…

Read More

ଓଡ଼ଗାଁର ଦୁଇ ଶିକ୍ଷକ ଦମ୍ପତି ୫ଜଣ ଛାତ୍ରଛାତ୍ରୀଙ୍କ ଶିକ୍ଷାଭାର ଗ୍ରହଣ କଲେ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକର ଶିକ୍ଷକ ଦମ୍ପତି ପ୍ରକୃତି ବନ୍ଧୁ ତଥା ରୋହିବାଙ୍କ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର ସାହୁ ଓ ଓଡ଼ଗାଁ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଆରତୀ ସାହୁ ରୋହିବାଙ୍କ ଅଞ୍ଚଳରେ ରହି ଆସୁଥିବା ମାଟିଆ କେଳା ଯେଉଁମାନେ କି ମଙ୍କୁ ଆଦିବାସୀ ଅଟନ୍ତି। ସେମାନଙ୍କ ୫ଜଣ ପିଲାଙ୍କ ସମସ୍ତ ଶିକ୍ଷା ଖର୍ଚ୍ଚ ବହନ କରିବେ। କେବଳ ବର୍ଷେ କି ଦୁଇ ବର୍ଷ ନୁହେଁ ସେମାନଙ୍କୁ ୧୮ବର୍ଷ ହେଲା ପର୍ଯ୍ୟନ୍ତ ସମସ୍ତ ପାଠ୍ୟ ଉପକରଣ, ପୋଷାକ, ଟ୍ୟୁସନ ଖର୍ଚ୍ଚ ବହନ କରିବେ । ଆଜି ଶିକ୍ଷକ ଦମ୍ପତି ସେମାନଙ୍କ ବାସସ୍ଥାନକୁ ଯାଇ ନିଜ ଖର୍ଚ୍ଚରେ ଖାତା, ପେନ, ପେନସିଲ ସାଙ୍ଗକୁ ଅଣ୍ଡା, ବିସ୍କେଟ, ଫଳ ଦେଇ ପିଲାଙ୍କ ଖବର ବୁଝିଥିଲେ। ସେ ପିଲାମାନେ ହେଲେ କୃଷ୍ଣ…

Read More

ଜିଲ୍ଲାସ୍ତରୀୟ ଆନ୍ଦୋଳନ ପାଇଁ ଶିକ୍ଷକ ସଂଘର ଜୋରଦାର ପ୍ରସ୍ତୁତି

ନୟାଗଡ଼,(ନୟାଗଡ଼ ଦର୍ପଣ): ଅନଲାଇନ ଉପସ୍ଥାନକୁ ବିରୋଧ କରି ଚଳିତ ମାସ ୧୩ ତାରିଖରେ ନୟାଗଡ଼ ଜିଲ୍ଲା ମିଳିତ  ଶିକ୍ଷକ ସଂଘ ପକ୍ଷରୁ ଜିଲ୍ଲା ସ୍ତରରେ ଏକ ଜୋରଦାର ଆନ୍ଦୋଳନ କରାଯିବ ବୋଲି ସୂଚନା ମିଳିଛି। ଏ ନେଇ ଜିଲ୍ଲାର ସମସ୍ତ ୮ଟି ବ୍ଲକରେ ବ୍ଲକ ଶିକ୍ଷକ ସଂଘ ଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ବୈଠକ ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମାଧ୍ୟମିକ ଶିକ୍ଷକ ସଂଘ, ପ୍ରାଥମିକ ଶିକ୍ଷକ ସଂଘ, ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ, ଆଲୋଷ୍ଟା, ଏକ୍ସ କ୍ୟାଡର ଶିକ୍ଷକ ସଂଘ ପ୍ରଭୃତି ଜିଲ୍ଲାସ୍ତରୀୟ ଆନ୍ଦୋଳନରେ ସାମିଲ ହୋଇ ସରକାରଙ୍କ ଅନଲାଇନ ଉପସ୍ଥାନ ନିଷ୍ପତ୍ତିକୁ ଜୋରଦାର ବିରୋଧ କରିବେ ବୋଲି ଜଣା ପଡିଛି। ଆନ୍ଦୋଳନରେ ଭାଗ ନେଉଥିବା ଶିକ୍ଷକ ମାନଙ୍କ କହିବା କଥା ହେଲା ସରକାର ଅନ୍ୟ କୌଣସି ବିଭାଗର କର୍ମଚାରୀ ମାନଙ୍କ ପାଇଁ…

Read More

ଓଏସଇଏଫଡ଼ି ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ବାଚସ୍ପତି ସୁରମା ପାଢ଼ୀଙ୍କୁ ସାକ୍ଷାତ

ନୟାଗଡ଼, (ନୟାଗଡ଼ ଦର୍ପଣ): ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କୁ ଓଏସଇଏଫଡ଼ି ନୟାଗଡ଼ ଜିଲ୍ଲା ଶାଖାର ସଭାପତି ତୃପ୍ତିମୟୀ ପ୍ରଧାନ, ସମ୍ପାଦିକା ଶୁଭସ୍ମିତା ମିଶ୍ର, ରାଜ୍ୟ କୋଷାଧ୍ୟକ୍ଷ ଅଭିଷେକ ଆଚ଼ାର୍ଯ୍ୟ, କାର୍ଯ୍ୟକାରିଣୀ ସଦସ୍ୟ ହିତେଶ କୁମାର ମହନ୍ତ ପ୍ରମୁଖ ବାଚସ୍ପତିଙ୍କ ବାସଭବନରେ ସାକ୍ଷାତ କରି ଓଡ଼ିଶାର ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ଆଲୋଚ଼ନା କରିବା ସହ ଅଧିକ ପୋଷ୍ଟ ଓ ସ୍ଥାୟୀ ନିଯୁକ୍ତି ନିମନ୍ତେ ବିଶଦ ଆଲୋଚନା କରିଥିଲେ। ସୂଚନାଥାଉକି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏକ ବୈଠକରେ ନିଷ୍ପତ୍ତି ହୋଇଥିଲା ଯେ, ପ୍ରତ୍ୟେକ କ୍ଲଷ୍ଟରରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ହେବେ, ୨୦୨୫-୨୦୨୭ ଶିକ୍ଷାବର୍ଷ ମଧ୍ୟରେ ୪୧୬୦ ପୋଷ୍ଟ ନିଯୁକ୍ତି ଦିଆଯିବା। କିନ୍ତୁ ସୁପ୍ରିମକୋର୍ଟଙ୍କ ସାରଣୀ ଅନୁସାରେ ଓଡିଶାକୁ ପ୍ରାରମ୍ଭିକ ସ୍ତରରେ…

Read More

ଅନଲାଇନ ଉପସ୍ଥାନ ବ୍ୟବସ୍ଥା  ବିରୋଧରେ ବିଶାଳ ରାଲି, ବିଇଓ ଅଫିସ ଘେରାଉ ଏବଂ ପ୍ରତିବାଦ ସଭା

ନୟାଗଡ଼,(ନୟାଗଡ଼ ଦର୍ପଣ): ସରକାରଙ୍କ ପକ୍ଷରୁ ଅନ୍‌ଲାଇନରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କ ଉପସ୍ଥାନ ନେବା ନିର୍ଦ୍ଦେଶକୁ ନୟାଗଡ଼ ବ୍ଲକ ମିଳିତ  ଶିକ୍ଷକ ସଂଘ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ଆଜି ମଧ୍ୟାହ୍ନରେ ନୟାଗଡ଼ ବ୍ଲକରେ କାର୍ଯ୍ୟରତ ମାଧ୍ୟମିକ ଶିକ୍ଷକ ସଂଘ, ପ୍ରାଥମିକ ଶିକ୍ଷକ ସଂଘ, ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ,ଆଲୋଷ୍ଟା, ଏକ୍ସ କ୍ୟାଡର ଶିକ୍ଷକ ସଂଘ ଆଦି ପକ୍ଷରୁ ଏକ ବିଶାଳ ରାଲି ସ୍ଥାନୀୟ ସମଗ୍ର ଶିକ୍ଷା କାର୍ଯାଳୟରୁ ବାହାରି ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସି କାର୍ଯ୍ୟାଳୟକୁ ଘେରାଉ କରାଯାଇଥିଲା।  ଏଠାରେ ମାଧ୍ୟମିକ ଶିକ୍ଷକ ସଂଘ ରାଜ୍ୟ ସମ୍ପାଦକ ମାଣିକେଶ୍ବର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ  ପ୍ରତିବାଦ ସଭାରେ ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘର ପୂର୍ବତନ ସାଧାରଣ ସମ୍ପାଦକ ତଥା ଶିକ୍ଷକ ନେତା ଶେଖ ଅବଦୁଲ ଖାଲିକ, ବ୍ଲକ ଓଷ୍ଠା ସଂଘ ସଭାପତି ଅଭିମନ୍ୟୁ ମହାନ୍ତି,…

Read More

ନରସିଂହପୁର କ୍ଲଷ୍ଟରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ

ରଣପୁର,(ନୟାଗଡ଼ ଦର୍ପଣ): ଗଣଶିକ୍ଷା ବିଭାଗ ଓଡ଼ିଶା ର ନିର୍ଦ୍ଦେଶ ଅନୁଯାୟୀ ଆଜି ସାରା ରାଜ୍ୟରେ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ରଣପୁର ବ୍ଲକର ନରସିଂହପୁର କ୍ଲଷ୍ଟର ଅନ୍ତର୍ଗତ ହଂସରା ପ୍ରାଥମିକ ବିଦ୍ୟାଳୟରେ ଏହି ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକ ନରସିଂହପୁର କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣାଙ୍କ ନେତୃତ୍ୱରେ ଓ ହଂସରା ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଲକ୍ଷ୍ମୀ ଦେଇ ଙ୍କ ସହଯୋଗରେ ଅନୁଷ୍ଠିତ ହୋଇଥିଲା। ବୈଠକର ଶୁଭାରମ୍ଭ ପ୍ରଭୁ ଜଗନ୍ନାଥଙ୍କ ପାଖରେ ଧୂପ-ଦୀପ ଦେଇ ହୋଇଥିଲା। ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ  ନରସିଂହପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗୋଦାବରୀ ନାୟକ ଏବଂ ମୁଖ୍ୟ ବକ୍ତା ଭାବେ ହଂସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନୀଳାଦ୍ରି…

Read More

ଅବସର ଦିନ ସଂପୂର୍ଣ୍ଣ ପେନସନ୍ ପାଇଲେ ଶିକ୍ଷା ବିଭାଗର କର୍ମଚାରୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଅବସର ନେଉଥିବା ଶିକ୍ଷକ ତଥା ବିଭାଗୀୟ କର୍ମଚାରୀଙ୍କୁ ଅବସର ଦିନ ସଂପୂର୍ଣ୍ଣ ପେନସନ ସହ ଗ୍ରାଚ୍ୟୁୟିଟି, କମ୍ୟୁଟେସନ ଆଦି ପ୍ରଦାନ କରାଯିବା ଅତ୍ୟନ୍ତ ଉପାଦେୟ ଓ ଗୁରୁତ୍ୱପୂର୍ଣ୍ଣ ଅଟେ। ରାଜ୍ୟସରକାରଙ୍କ ଶିକ୍ଷା ବିଭାଗ ତରଫରୁ କର୍ମଚାରୀମାନଙ୍କୁ ଅବସରଗ୍ରହଣ ଦିନ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ବ୍ୟବସ୍ଥାର ସଫଳ ରୂପାୟନ ହୋଇପାରିଛି ନୟାଗଡ଼ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ। ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ନିଜେ ଉପସ୍ଥିତ ରହି ଅବସର ପ୍ରାପ୍ତ  ଶିକ୍ଷକ ଓ କର୍ମଚାରୀମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରିବା ସହ ପୂର୍ଣ୍ଣାଙ୍ଗ ପେନସନର କାଗଜପତ୍ର ପ୍ରଦାନ କରିଆସୁଛନ୍ତି। କ୍ରମାନ୍ୱୟରେ ଏହି ଜନହିତକର କାର୍ଯ୍ୟ ହୋଇଆସୁଥିବା ବେଳେ ଆଜି ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଜିଲ୍ଲା କାର୍ଯ୍ୟାଳୟ ସଭାକକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କ…

Read More

ମାଟ୍ରିକ ପରୀକ୍ଷାର A1 ପ୍ରାପ୍ତ ୪୪ କୃତୀ ଶିକ୍ଷାର୍ଥୀଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସୃଜନ ଗୃହରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ନୟାଗଡ଼ ଜିଲ୍ଲାର ୪୪ ଏ ୱାନ କୃତୀ ଶିକ୍ଷାର୍ଥୀଙ୍କୁ ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ। ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଲଗ୍ନଜିତ୍ ରାଉତ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବନଲତା ବେହେରା, ମଞ୍ଚାସୀନ ରହି ଶିକ୍ଷାର୍ଥୀମାନଙ୍କୁ ଉତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଚଳିତ ମାଟ୍ରିକ ପରୀକ୍ଷାରେ ଶତକଡ଼ା ନବେ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ଶିକ୍ଷାର୍ଥମାନଙ୍କୁ ଜୀବନ ବ୍ୟାପୀ କଠିନ ପରିଶ୍ରମ କରିବା ପାଇଁ ଉପସ୍ଥିତ ଶିକ୍ଷାର୍ଥୀ, ପ୍ରଧାନ ଶିକ୍ଷକ, ଅଭିଭାବକଙ୍କୁ ଆହ୍ବାନ ଦେଇଥିଲେ। ଏହି କାର୍ଯ୍ୟକ୍ରକୁ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ କୁମାର…

Read More

ଓଟିଇଟିକୁ ଶିକ୍ଷକ ସଂଘର ବିରୋଧ

ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଓଟିଇଟି ନିୟମକୁ ନୟାଗଡ଼ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ରାଜ୍ୟ ସରକାରଙ୍କ ଚିଠି ନଂ ୧୨୬୩୬ ଅନୁଯାୟୀ ପଦୋନ୍ନତି ବେଳେ ଓଟିଇଟିକୁ ବାଧ୍ୟତାମୂଳକ କରାଯାଇଥିବା ବେଳେ ଏହା ଶିକ୍ଷକ ମାରଣ ନୀତି ଛଡା ଅନ୍ୟ କିଛି ନୁହେଁ ବୋଲି ସଂଘ ପକ୍ଷରୁ କୁହାଯାଇଛି। ୨୦୦୧ ମସିହାରୁ ୨୦୧୧ ପର୍ଯ୍ୟନ୍ତ ଏଭଳି ନିୟମ ନିଯୁକ୍ତି ବିଜ୍ଞାପନରେ ନଥିବା ବେଳେ ନୂଆ ନିର୍ଦ୍ଦେଶନାମା ଦେଇଛନ୍ତି ସରକାର। ଯଦି ଏହାକୁ ବାଧ୍ୟତାମୂଳକ କରାଯାଏ ତେବେ କେନ୍ଦ୍ରୀୟ ହାରରେ ବେତନ ଦେବାକୁ ସଂଘ ଦାବି କରିଛି। ଅନ୍ୟପକ୍ଷରେ ଦୀର୍ଘବର୍ଷ ହେବ କାର୍ଯ୍ୟ କରି ଅବସର ନେବା ସମୟରେ ମଧ୍ୟ ଏଭଳି ନିୟମ ମାନସିକ ନିର୍ଯ୍ୟାତନା ବୋଲି ସଂଘ ପକ୍ଷରୁ କୁହାଯାଇଛି। ସ୍ଥାନୀୟ ପ୍ରାଥମିକ ଶିକ୍ଷକ ଭବନ ଠାରେ ସଂଘ ପକ୍ଷରୁ ଅନୁଷ୍ଠିତ…

Read More

ନୟାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀଙ୍କ ବାଜିମାତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ମାଧ୍ୟମିକ ପରୀକ୍ଷାରେ ନୟାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା ଲାଭ କରିଛି। A1 ଗ୍ରେଡ଼ରେ ୬ଜଣ ଛାତ୍ରଛାତ୍ରୀ ସେହିପରି A2ରେ ୧୭ଜଣ, B1ରେ ୨୧ଜଣ B2ରେ ୨୧ଜଣ, C ଗ୍ରେଡ଼ରେ ୧୮ଜଣ, D-୨ଜଣ। ଏହିପରି କୃତି ଛାତ୍ରଛାତ୍ରୀ ମାନେ ବ୍ୟାପକ ସଫଳତା ଅର୍ଜନ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଆଶିଷ କୁମାର ପ୍ରଧାନ ସର୍ବୋଚ୍ଚ ୫୭୩ନମ୍ବର ରଖି ପିତାମାତା, ବିଦ୍ୟାଳୟ ଓ ସମ୍ପୂର୍ଣ୍ଣ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ସେହିପରି ତୃତୀୟ ଶ୍ରେଣୀ ସରକାରୀ ବୃତ୍ତି ପରୀକ୍ଷାରେ ଆୟୁଷ କୁମାର ପ୍ରଧାନ ନୟାଗଡ଼ ବ୍ଲକରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ମୋଟ ୧୦୦ ରୁ ୯୯ ନମ୍ବର ରଖି କୃତ୍ତିତ୍ୱ ହାସଲ କରିଛନ୍ତି। ଗିରିଶ କୁମାର ଘଡେଇ ଦ୍ଵିତୀୟ ରାଙ୍କ ଓ ସ୍ବର୍ଣ୍ଣଲତା…

Read More