ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ସୃଜନ ଠାରେ ଶିକ୍ଷା ଷ୍ଟାଣ୍ଡିଂ କମିଟି ନଂ-୭ର ଏକ ବୈଠକ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଶ୍ରୀ ରାମେଶ୍ଵର ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରଥମେ 5T ଅଧିନରେ ନବୀକରଣ ହେଉଥିବା ବିଦ୍ୟାଳୟ ଉପରେ ସମୀକ୍ଷା କରାଯାଇଥିଲା । ଜିଲ୍ଲା ଶିକ୍ଷା ଅଧିକାରୀ ତଥା ପ୍ରକଳ୍ପ ସଂଯୋଜକ, ସର୍ବଶିକ୍ଷା ଶ୍ରୀ ଅକ୍ରୂର ବାରିକ କହିଥିଲେ ଯେ, ଆମ ଜିଲ୍ଲାରେ 5T ପ୍ରକଳ୍ପ ଅଧୀନରେ ୨୨୦ଟି ବିଦ୍ୟାଳୟକୁ ନବୀକରଣ କରାଯିବାକୁ ଥିବା ବେଳେ ସେଥି ମଧ୍ୟରୁ ପ୍ରଥମ ଦଫାରେ ୮ଗୋଟି, ଦ୍ବିତୀୟ ଦଫାରେ ୮୪ ଗୋଟି ସ୍କୁଲ ମଧ୍ୟରୁ ୬୦ଗୋଟି ସ୍କୁଲକୁ ଗତ ଜୁନ ମାସ ୮ତାରିଖରେ ଲୋକାର୍ପଣ କରାଯାଇଛି । ଦ୍ଵିତୀୟ ଦଫାର ଆଉ ୨୪ଗୋଟି ବିଦ୍ୟାଳୟର ନବୀକରଣ କାର୍ଯ୍ୟ ଚାଲୁରହିଛି । ଅବଶିଷ୍ଟ…
Read MoreCategory: ଶିକ୍ଷା
ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବି
ନୟାଗଡ଼,(ନୟାଗଡ଼ ଦର୍ପଣ): ଦିବ୍ୟାଙ୍ଗଙ୍କ ଶିକ୍ଷା ପାଇଁ ଚେଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ ସଂଘ ର ରାଜ୍ୟ ସ୍ତରୀୟ ବୈଠକ ଆଜି ଭୁବନେଶ୍ୱର ର ଆଚ଼ାର୍ଯ୍ୟବିହାର ଛକ ସ୍ଥିତ ମା’ ଭୁବନେଶ୍ଵରୀ ମନ୍ଦିର ପ୍ରାଙ୍ଗଣରେ ରାଜ୍ୟ ସଭାପତି ସୂର୍ଯ୍ୟକାନ୍ତ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସମ୍ପାଦକ ଜୀବନ କୁମାର ବେହେରା, ଯୁଗ୍ମ ସଂପାଦକ ଆୟୁଷ୍ମାନ ଚ଼ୌଧୁରୀ, କୋଷାଧ୍ୟକ୍ଷ ରୌପ୍ୟରଞ୍ଜନ ସାମନ୍ତରାୟ, ସହ-କୋଷାଧ୍ୟକ୍ଷ ରାକେଶ ସାହୁ ପ୍ରମୁଖ ଯୋଗଦେଇ ଦିବ୍ୟାଙ୍ଗ ମାନଙ୍କ ଶିକ୍ଷାର ବିକାଶ ନିମନ୍ତେ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ୱତନ୍ତ୍ର ଶିକ୍ଷକ ନିମନ୍ତେ ସରକାର ଦୃଷ୍ଟି ଦେବା ପାଇଁ ସଂଘ ତରଫରୁ ଅନୁରୋଧ କରାଯାଇଥିଲା । ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି କରାଗଲେ ଦିବ୍ୟାଙ୍ଗ ମାନେ ଭଲ ଭାବରେ ଶିକ୍ଷା ଗ୍ରହଣ କରିବା ସହ…
Read Moreସଂସ୍କୃତି ଓ ସାହିତ୍ୟର ବିକାଶ ଦିଗରେ ଅନୁବାଦକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ନୟାଗଡ଼,(ନୟାଗଡ଼ ଦର୍ପଣ): ଅନୁବାଦ ହେଉଛି ଦୁଇଧାରୁଆ ଖଣ୍ଡା ସଦୃଶ ତେଣୁ ଅନୁବାଦ କାର୍ଯ୍ୟ କଲାବେଳେ ଅନୁବାଦକଙ୍କୁ ବେଶ୍ ସତର୍କ ଓ ସଜାଗ ରହିବାକୁ ପଡେ। ଯଥାର୍ଥ ଅନୁବାଦ ପାଇଁ ମୂଳଭାଷା ଓ ସ୍ରୋତ ଭାଷା ଉପରେ ଦକ୍ଷତା ଥିବା ଆବଶ୍ୟକ। ଅନୁବାଦକ ଜଣେ ସର୍ଜନଶୀଳ ବ୍ୟକ୍ତି ଏବଂ ସଂସ୍କୃତି ତଥା ସାହିତ୍ୟର ବିସ୍ତାର ଦିଗରେ ଅନୁବାଦକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଜାତୀୟସ୍ତରର ଖ୍ୟାତିପ୍ରାପ୍ତ ଅନୁବାଦକ ଦିନେଶ ମାଳୀ ମତବ୍ୟକ୍ତ କରିଛନ୍ତି। ବିଶିଷ୍ଟ ଅନୁବାଦକ ରାଧୁ ମିଶ୍ରଙ୍କ ସଂଯୋଜନା ରେ ଭାରତୀୟ ଅନୁବାଦ ସାହିତ୍ୟ ତରଫରୁ ଅନଲାଇନ୍ ମାଧ୍ୟମରେ ଆୟୋଜିତ ହୋଇଥିବା ଅନୁବାଦକମାନଙ୍କର ସାରସ୍ୱତ ସମ୍ମିଳନୀର ” ଅନୁଭବରେ ଅନୁବାଦକ” କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ସେ। ଭାରତୀୟ ଅନୁବାଦ ସାହିତ୍ୟ ର ଆବାହକ ଶରତ ଚନ୍ଦ୍ର ଆଚାର୍ଯ୍ୟ ସମସ୍ତଙ୍କୁ ସ୍ୱାଗତ କରିବାସହ ଅନୁଷ୍ଠାନ…
Read Moreମେଧାବୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଳକ ଧନୁର୍ଜୟପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ପରିସରରେ ଆଜି ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଚଳିତ ଶିକ୍ଷା ବର୍ଷ (୨୦୨୨/୨୩)ରେ ଆଦର୍ଶ ବିଦ୍ୟାଳୟ ପରୀକ୍ଷାରେ କୃତିତ୍ୱ ହାସଲ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଥିବା ଛାତ୍ରୀ କ୍ରିଷ୍ଣା ଦାସଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉକ୍ତ ଉତ୍ସବରେ ରୋହିବାଙ୍କ ଗ୍ରାମପଞ୍ଚାୟତ ସରପଞ୍ଚ ମହନ୍ତ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ କୋମଣ୍ଡ କ୍ଲଷ୍ଟର ସି.ଆର.ସି.ସି ଲଳିତ ମୋହନ ମିଶ୍ର ମୁଖ୍ୟ ବକ୍ତାଭାବେ ଉଦବୋଧନଦେଇ ଧନୁର୍ଜୟପୁର ଭଳି ଏକ ପଲ୍ଲୀ ଗାଁର କୁନୀ ପ୍ରତିଭାର ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ। “ମୋ ସ୍କୁଲ” ସଭାପତି ନୀଳାଞ୍ଚଳ ଗୌଡ଼ ବିଦ୍ୟାଳୟର ସମସ୍ୟା ସମ୍ପର୍କରେ ଉଚ୍ଚ କତ୍ତୁର୍ପକ୍ଷଙ୍କ ଦୃଷ୍ଟିଆକର୍ଷଣ କରିବାପାଇଁ ସରପଞ୍ଚଙ୍କୁ ଅବଗତ କରାଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଦମୟନ୍ତୀ ପାତ୍ର ସଭାକାର୍ଯ୍ୟ ପରିଚାଳନା କରିଥଲେ। ପରିଶେଷରେ…
Read Moreନୟାଗଡ଼ରେ ମେଡ଼ିକାଲ କଲେଜ ପ୍ରତିଷ୍ଠା ପାଇଁ ଜୋର ଧରିଲା ଦାବି
“ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ଦେଲା ନୟାଗଡ଼ ବିକାଶ ମଞ୍ଚ” ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ରେ ଜୋର ଧରିଲା ମେଡିକାଲ କଲେଜ ପ୍ରତିଷ୍ଠା ଦାବି । ନୟାଗଡ଼ ଜିଲ୍ଲାର ବୃହତ ସ୍ଵାର୍ଥକୁ ଦୃଷ୍ଟିରେ ରଖି ସରକାର ନୟାଗଡ଼ରେ ଏକ ମେଡିକାଲ କଲେଜ ପ୍ରତିଷ୍ଠା କରିବା ପାଇଁ ନୟାଗଡ଼ ବିକାଶ ମଞ୍ଚ ପକ୍ଷରୁ ଦାବି କରାଯାଇଛି । ଏନେଇ ଆଜି ନୟାଗଡ଼ ବିକାଶ ମଞ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନୟାଗଡ଼ ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି। ନୟାଗଡ଼ ବିକାଶ ମଞ୍ଚ ଆବାହକ ସନ୍ତୋଷ କୁମାର ପ୍ରଧାନଙ୍କ ନେତୃତ୍ୱରେ କଂଗ୍ରେସ ନେତା ମନୋଜ କୁମାର ସାହୁ, ସମାଜସେବୀ ଦାମୋଦର ସାହୁ, ଯୁବସମାଜସେବୀ ଶିବରାମ ମହାପାତ୍ର, ବିଜେପି ନେତା ସୌମ୍ୟରଂଜନ ପ୍ରଧାନ, ସମାଜସେବୀ ବସନ୍ତ ପଟ୍ଟନାୟକ, ମୈତ୍ରୀ ଯୁବ ସଂସଦର ପ୍ରଦୀପ ସାହୁ, ଖଣ୍ଡପଡା ବିକାଶମଞ୍ଚ ଆବାହକ ଅଭିଳାଷ ପଣ୍ଡା,…
Read Moreଶିକ୍ଷକମାନଙ୍କ ଜିଲ୍ଲାସ୍ତରୀୟ “ଦକ୍ଷତା ବିକାଶ ପ୍ରଶିକ୍ଷଣ ଶିବିର” ଉଦଯାପିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ 5T ଉଚ୍ଚ ବିଦ୍ୟାଳୟ ଗୁଡିକର ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ନେଇ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ସମଗ୍ର ଶିକ୍ଷା, ନୟାଗଡ ଆନୁକୂଲ୍ୟରେ ଗତ ୨୩ରୁ ୨୭ତାରିଖ ପର୍ଯ୍ୟନ୍ତ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟର ପରିସରରେ ଚାଲିଥିବା “ଦକ୍ଷତା ବିକାଶ ପ୍ରଶିକ୍ଷଣ ଶିବିର” ଉଦଯାପିତ ହୋଇଯାଇଛି। ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ପ୍ରଥମ ପର୍ଯ୍ୟାୟରେ ୫୦ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଏହି ଶିବିରରେ ଯୋଗଦେଇଥିଲେ। ଏଥିରେ ଏମ୍.ଆର.ଏସ୍.ର ପ୍ରୋଗ୍ରାମର ସୁଦର୍ଶନ ସାହୁ, ଜିଲ୍ଲା ଶିକ୍ଷା ସଂଯୋଜିକା କୃଷ୍ଣାରାଣୀ ମାଝୀ, ପ୍ରଧାନ ଶିକ୍ଷକ ଉମାକାନ୍ତ ସେଠୀ, ଡ.ଗିରୀଜା ଶଙ୍କର ମହାପାତ୍ର, ରଂଜନ କୁମାର ସାହୁ ପ୍ରମୁଖ ପ୍ରଶିକ୍ଷଣରେ ଯୋଗ ଦେଇଥିଲେ। ପିରାମଲ୍ ଫାଉଣ୍ଡେସନର ମୁଖ୍ୟ ସସ୍ମିତା ରଥ, ବିରେନ୍ ବିଶି କାର୍ଯ୍ୟକ୍ରମ ସହଯୋଗୀ ଭାବେ ଯୋଗଦେଇଥିଲେ। ଏହି ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାର…
Read Moreଆଶାୟୀ ସ୍ବତନ୍ତ୍ର ଶିକ୍ଷକ ସଂଘର ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରେ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ନେଇ ନୟାଗଡ଼ ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦିବ୍ୟାଙ୍ଗଙ୍କ ଶିକ୍ଷା ପାଇଁ ସଦାସର୍ବଦା ଚ଼େଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ ସଂଘର ବହୁ ସଂଖ୍ୟକ ଶିକ୍ଷକ ଶିକ୍ଷୟିତ୍ରୀମାନେ ଯୋଗ ଦେଇଥିଲେ। RPWD ଆଇନ ଓ ସୁପ୍ରିମକୋର୍ଟଙ୍କ ଆଦେଶ ମୁତାବକ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ମୁଖ୍ୟ ଶାସନ ସଚ଼ିବ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ସଚ଼ିବଙ୍କୁ ସଂଘ ତରଫରୁ ବିନମ୍ର ଅନୁରୋଧ କରାଯାଇଥିଲା।ଏହି ବୈଠକରେ ରାଜ୍ୟ ପଥପ୍ରଦର୍ଶକ ଶ୍ରୀ ଆୟୁଷ୍ମାନ ଚୌଧୁରୀଙ୍କ ଉପସ୍ଥିତିରେ ଜିଲ୍ଲା ସଭାପତି ମିଥୁନ ମଲିକ, ଉପସଭାପତି ଶୁଭସ୍ମିତା ମିଶ୍ର, ସମ୍ପାଦିକା ରଶ୍ମିତା ସାମନ୍ତରାୟ, ସଂଯୋଜକ ଶିବ ପ୍ରସାଦ…
Read Moreମହାମହୀମ ରାଜ୍ୟପାଳ ଶ୍ରୀଯୁକ୍ତ ପ୍ରଫେସର ଗଣେଶୀ ଲାଲଙ୍କ ଖଣ୍ଡପଡ଼ା ଗସ୍ତ
ନୟାଗଡ଼/ଖଣ୍ଡପଡ଼ା,(ନୟାଗଡ଼ ଦର୍ପଣ): ଆଜି ପୂର୍ବାହ୍ନ ଘ.୧୧.୩୦ମି. ସମୟରେ ମହାମହୀମ ରାଜ୍ୟପାଳ ଶ୍ରୀଯୁକ୍ତ ପ୍ରଫେସର ଗଣେଶୀ ଲାଲ ଖଣ୍ଡପଡ଼ା ସ୍ଥିତ ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉଦ୍ଯାପନୀ ସମାରୋହରେ ଯୋଗ ଦେଇଥିଲେ । ଆମର ଆରାଧ୍ୟ ଦେବତା ଶ୍ରୀ ଜଗନ୍ନାଥଙ୍କୁ ସ୍ମରଣ ଉଦ୍ଦେଶ୍ୟରେ ଶ୍ରୀ ଜଗନ୍ନାଥ ସ୍ଵାମୀ ନୟନ ପଥଗାମୀ ଗାନ କରି ଛାତ୍ରଛାତ୍ରୀ ତଥା ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଆରମ୍ଭ କରିଥିଲେ । ବିଦ୍ୟା କଣ ତାହାକୁ ବୁଝାଇବାକୁ ଯାଇ କହିଥିଲେ ଯେ, ସା ବିଦ୍ୟା ୟା ବିମୁକ୍ତଏ । ମାନବତା ହିଁ ପରମ ଧର୍ମ । ପ୍ରତ୍ୟେକ ମାନବ ଭିତରେ ସୁନ୍ଦରତା ଭରପୁର । ସେବା ହିଁ ସୌଭାଗ୍ୟ । ପ୍ରତ୍ୟେକ ବ୍ୟକ୍ତିର ସ୍ୱତନ୍ତ୍ରତା ଅଛି । ସଂଜମ ପ୍ରଚେଷ୍ଟା, ପରିଶ୍ରମ, ସହଜ ରହିବା, ସରଳ ରହିବା ସିଦ୍ଧି ଲାଭର ମୂଳମନ୍ତ୍ର । ଭଗବାନଙ୍କ…
Read Moreନୟାଗଡ଼ ବ୍ଳକ ଏଲିମେଣ୍ଟାରୀ ଶିକ୍ଷକ ସଙ୍ଘ ସମ୍ମିଳନୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଳକ ଏଲିମେଣ୍ଟାରୀ ଶିକ୍ଷକ ବ୍ଲକ ସ୍ତରୀୟ କର୍ମଶାଳା ତଥା ସମ୍ମିଳନୀ ସ୍ଥାନୀୟ ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷକ ସମନ୍ୱୟ ସମିତିର ସଭାପତି ରଘୁନାଥ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳାରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ବିଧାୟକ ତଥା ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ, ପ୍ରାଣୀ ସମ୍ପଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଶିକ୍ଷକମାନେ ସମାଜର ମେରୁଦଣ୍ଡ ତଥା ଶିକ୍ଷକମାନେ ସମାଜର ବିକାଶରେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ଶିକ୍ଷାଧିକାରୀ ଅକୃର ବାରିକ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଡ.ବସନ୍ତ ନାୟକ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ,…
Read Moreଏପ୍ରିଲ ୨୯ ତାରିଖରୁ ମାଟ୍ରିକ ପରୀକ୍ଷା: ୪ ଟି ସେଟ୍ ର ହେବ ପ୍ରଶ୍ନ ପତ୍ର
ଭୁବନେଶ୍ଵର(ନୟାଗଡ ଦର୍ପଣ): ଏପ୍ରିଲ ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ’ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ପରୀକ୍ଷା ୨ଟି ସିଟିଙ୍ଗରେ ହେବ। ପ୍ରଥମ ସିଟିଙ୍ଗ ସକାଳ ୮ ଟାରୁ ଆରମ୍ଭ ହେବାକୁ ଥିବା ବେଳେ ଦ୍ଵିତୀୟ ସିଟିଙ୍ଗ ସକାଳ ୧୧ ଟାରୁ ଆରମ୍ଭ ହେବେ। ପ୍ରତ୍ୟେକ ବିଷୟ ପାଇଁ ଦୁଇ ଘଣ୍ଟା ସମୟ ଧାର୍ଯ୍ୟ କରାଯାଇଥିବା ବେଳେ କେବେଳ ଗଣିତ ପାଇଁ ୨ ଘଣ୍ଟା ୧୫ ମିନିଟ ସମୟ ଧାର୍ଯ୍ୟ କରାଯାଇଛି। ପ୍ରତ୍ୟେକ ବିଷୟ ପାଇଁ ୮୦ ମାର୍କ ଧାର୍ଯ୍ୟ କରାଯାଇଥିବା ବେଳେ ୪ ଟି ସେଟର ପ୍ରଶ୍ନ ପତ୍ର ଆସିବ। କିନ୍ତୁ ରେଗୁଲାର ଏବଂ ଏକ୍ସ-ରେଗୁଲାର ପାଇଁ ଅଲଗା ଅଲଗା ପ୍ରଶ୍ନ ପତ୍ର ଆସିବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ସୂଚନା ଦେଇଛନ୍ତି।
Read More