ନୟାଗଡ଼,(ନୟାଗଡ଼ ଦର୍ପଣ): କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ରାଜ୍ୟ ସରକାର ଆସନ୍ତା ୭ ତାରିଖରୁ ଅଷ୍ଟମ ଶ୍ରେଣୀରୁ ପିଲାମାନଙ୍କ ସ୍କୁଲ ଖୋଲିବାକୁ ଘୋଷଣା କରିଛନ୍ତି। ସେହିଭଳି ଆସନ୍ତା ୧୪ ତାରିଖରୁ ମଧ୍ୟ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ କେଉଁ ଶ୍ରେଣୀ ପିଲାଙ୍କ ପାଇଁ କେତେବେଳେ ସ୍କୁଲ ଖୋଲିବ, ତାହା ମଧ୍ୟ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସକାଳ ୧୦ ଟାରୁ ଦିନ ୧ ଟା ପର୍ଯ୍ୟନ୍ତ ପାଠ ପଢା ଚାଲିବ। ସେହିଭଳି ଦଶମରୁ ଦ୍ଵାଦଶ ଶ୍ରେଣୀ ପିଲାଙ୍କ ପାଠ ପଢା ସକାଳ ୧୦ ଟା ରୁ ଅପରାହ୍ନ ୪ ଟା ଯାଏଁ ଚାଲିବ। ପୂର୍ବଭଳି ମଧ୍ୟାହ୍ନ ଭୋଜନକୁ ବନ୍ଦ ରଖାଯାଇ ଶୁଖିଲା ରାସନ ଯୋଗାଣ ଜାରି ରଖିବାକୁ ନିଷ୍ପତ୍ତି ହୋଇଛି।
Read MoreCategory: ଶିକ୍ଷା
ଆସନ୍ତା ୭ ତାରିଖରୁ ଖୋଲିବ ସ୍କୁଲ ଏବଂ କଲେଜ
ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଦେଶରେ ସଂକ୍ରମଣ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଏହି ପ୍ରରିପ୍ରେକ୍ଷୀରେ ଦେଶରେ ଅନେକ ରାଜ୍ୟର ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ରାଜ୍ୟ ସରକାର ଏହାକୁ ନେଇ ଏକ ବଡ ଘୋଷଣା କରିଛନ୍ତି। ଆସନ୍ତା ୭ ତାରିଖରୁ ସ୍କୁଲ ଏବଂ କଲେଜ ଖୋଲିବ ପାଇଁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। କୋଭିଡ୍ କଟକଣାକୁ କଠୋର ଭାବେ ପାଳନ କରାଯାଇ ସ୍କୁଲ ଏବଂ କଲେଜ ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ଆସନ୍ତା ୭ ତାରିଖରୁ ୮ମ ଶ୍ରେଣୀରୁ ଉପରକୁ ସବୁ ଶିକ୍ଷାନୁଷ୍ଠାନ ଖୋଲିବ ପାଇଁ ନିଷ୍ପତ୍ତି ହୋଇଛି। ସେହିଭଳି ଫେବୃଆରୀ ୧୪ ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସ୍କୁଲ ଯିବେ। କିନ୍ତୁ…
Read Moreନୟାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମେଧାବୀ ଅଭିନନ୍ଦନ କାର୍ଯ୍ୟକ୍ରମ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକରେ ସରକାରୀ ବୃତ୍ତି ପରୀକ୍ଷା ୨୦୨୧ର ଫଳ ପ୍ରକାଶ ପାଇଛି।ଏହି ପରୀକ୍ଷାରେ ନୟାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଚଳିତ ବର୍ଷ ପୂର୍ବ ବର୍ଷ ଭଳି ସଫଳତାର ଶ୍ରେଷ୍ଠତ୍ୱ ହାସଲ ଲାଭ କରିଛି। ବିଦ୍ୟାଳୟର ପଞ୍ଚମ ଶ୍ରେଣୀରେ ମେଧାବୃତ୍ତି ପରୀକ୍ଷା ଦେଇଥିବା ୪ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଲୋପାମୁଦ୍ରା ନାୟକ, ଅଏସକାନ୍ତ ମହାପାତ୍ର ଓ ପ୍ରିୟଂଶୁ ପ୍ରିୟମ ବିଶୋଇ ସଫଳତାର ସହ କୃତିତ୍ୱ ଲାଭ କରିଛନ୍ତି। ସେହିପରି ତୃତୀୟ ଶ୍ରେଣୀରେ ୪ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୪ଜଣ ଯାକ ଛାତ୍ରଛାତ୍ରୀ କୃତିତ୍ୱର ସହସଫଳତା ହାସଲ କରିଛନ୍ତି । ସୁଶ୍ରୀ ପ୍ରିୟମ୍ବଦା ପ୍ରିୟଦର୍ଶିନୀ ବ୍ଲକରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଅନ୍ୟ ୩ଜଣ ସାଇ ପ୍ରଜ୍ଞା ମିଶ୍ର, ରୁଦ୍ର ପ୍ରସାଦ ସାହୁ ଓ ଚିନ୍ମୟ ଚିରାଗ ସ୍ୱାଇଁ ମଧ୍ୟ କୃତିତ୍ୱ ଲାଭ କରିଛନ୍ତି।ସୁଶ୍ରୀ…
Read Moreସରକାରୀ ମେଧାବୃତ୍ତି ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ବାଜିମାତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଳକର ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା- ୨୦୨୧ ର ରେଜଲ୍ଟ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ନୟାଗଡ଼ ଖଣ୍ଡପଡ଼ାରୋଡ ସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପ୍ରତିବର୍ଷ ପରି ଏ ବର୍ଷ ମଧ୍ଯ ବାଜିମାତ କରିନେଇଛି।ବିଦ୍ଯାଳୟର ପଞ୍ଚମ ଶ୍ରେଣୀରେ ମେଧାବୃତ୍ତି ପରୀକ୍ଷା ଦେଇଥିବା ତିନି ଜଣ ଛାତ୍ରଛାତ୍ରୀଙ୍କ ମଧ୍ଯରୁ ପ୍ରତିଜ୍ଞା ଦାସ ଓ ସସ୍ମିତା ସାହୁ ମେରିଟ୍ ତାଲିକାରେ ଯଥାକ୍ରମେ ନୟାଗଡ଼ ବ୍ଳକରେ ପ୍ରଥମ ଓ ୩ୟ ସ୍ଥାନ ଅଧିକାର କରିଥିଲାବେଳେ ମେରିଟ୍ କମ୍ ପଭର୍ଟି ତାଲିକାରେ ଆର୍ଯନ ଅମନ ଜେନା ବ୍ଳକରେ ୩ୟ ସ୍ଥାନ ଅଧିକାର କରିଛନ୍ତି । ସେହିପରି ୩ୟ ଶ୍ରେଣୀର ତିନି ଜଣ ଶିଶୁ ପରୀକ୍ଷା ଦେଇଥିଲା ବେଳେ ମେରିଟ୍ ତାଲିକାରେ ଦୁଇ ଜଣ ସଫଳତା ହାସଲ କରିଛନ୍ତି। ଶ୍ରଦ୍ଧା ସୁମନ ବ୍ଳକରେ ଦ୍ବିତୀୟ ସ୍ଥାନ…
Read Moreଏନ.ଆଇ.ଇ.ଟି ଶିକ୍ଷା ଅନୁଷ୍ଠାନଠାରେ “ମୋ ଗାଁ, ମୋ ମାଟି” ଓ “ବାଲୁଗାଁ ଇତିହାସ” ଉନ୍ମୋଚିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଳକ ବାଲୁଗାଁ ପଞ୍ଚାୟତ ଅନ୍ତର୍ଗତ ପାଣିପୋଇଲା ସ୍ଥିତ ଏନ.ଆଇ.ଇ.ଟି ଶିକ୍ଷା ଅନୁଷ୍ଠାନଠାରେ ବିଦ୍ୟା ଆଲୋକ ଚାରିଟେବୁଲ ଟ୍ରଷ୍ଟ ଓ ଭୋଳା ଫାଉଣ୍ଡେସନ ଆନୁକୂଲ୍ୟରେ ସ୍ୱର୍ଗତ ମୁରଲୀଧର ଭୋଳଙ୍କ ସ୍ମୃତିରେ “ବାଲୁଗାଁ ଇତିହାସ” ସଂପର୍କିତ ପୁସ୍ତକ ଉନ୍ମୋଚନ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ବାଳକୃଷ୍ଣ ମିଶ୍ର, ସମ୍ମାନୀତ ଅତିଥି ଭାବେ ମୈତ୍ରୀ ଯୁବ ସଂସଦ ସମ୍ପାଦକ ପ୍ରଦୀପ କୁମାର ସାହୁ ଓ ସମାଜସେବୀ ନିହାର ରଞ୍ଜନ ସ୍ୱାଇଁ ଯୋଗା ଦେଇଥିଲେ । ଏନ.ଆଇ.ଇ.ଟି ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ଭୋଳ ସଭାରେ ଅଧ୍ୟକ୍ଷତା କରିଥିଲା ବେଳେ “ବାଲୁଗାଁ ଇତିହାସ”ର ରଚୟିତା ଓ ସାହିତ୍ୟିକ ତଥା ଆଇନଜୀବୀ ଚନ୍ଦ୍ରବିଜୟୀ ମିଶ୍ର ‘ମୋ ଗାଁ, ମୋ ମାଟି’ର ରଚନାକାର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଆଇନଜୀବୀ ଶ୍ରୀଯୁକ୍ତ ମିଶ୍ର…
Read Moreଶ୍ରୀରାମକୃଷ୍ଣ-ବିବେକାନନ୍ଦ ସେବାଶ୍ରମ ତରଫରୁ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଉପଲକ୍ଷେ ରକ୍ତଦାନ ଶିବିର
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଖଣ୍ଡପଡ଼ା ରୋଡ ସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ କୋଭିଡ୍ ନିୟମ ପାଳନ କରି ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଆଶ୍ରମର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ମହାସମାରୋହରେ ପାଳିତ ହୋଇଯାଇଛି। ଆଜି ସକାଳ ୧୦ଘଟିକା ସମୟରେ ସ୍ବାମୀ ବିବେକାନନ୍ଦଙ୍କ ୧୫୯ ତମ ଜୟନ୍ତୀ ପାଳନ ଅବସରରେ ମୁଖ୍ଯ ଅତିଥି ଭାବେ ଟିକାତାଳ ଶ୍ରୀରାମକୃଷ୍ଣ ସେବାଶ୍ରମର ଅଧ୍ଯକ୍ଷ ଶ୍ରୀମତ୍ ସ୍ବାମୀ ଭାଗବତାନନ୍ଦ ପୁରୀ ପ୍ରଥମେ ଶ୍ରୀରାମକୃଷ୍ଣ-ବିବେକାନନ୍ଦ ସେବାଶ୍ରମର ଶୁଭ ଉନ୍ମୋଚନ କରିବା ସହିତ ଆୟୋଜିତ ରକ୍ତଦାନ ଶିବିରକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲାର ବିଶିଷ୍ଟ ସମାଜସେବୀ ପ୍ରମୋଦ ପଟ୍ଟନାୟକ ଓ ଦାମୋଦର ସାହୁ ଯୋଗଦେଇଥିଲେ। ସ୍ବାମୀ ବିବେକାନନ୍ଦ ଥିଲେ ଭାରତବର୍ଷର ପ୍ରାଣ ଏବଂ ତାଙ୍କ ଆଦର୍ଶ ଜୀବନୀ ସମସ୍ତ ଯୁବ ସମାଜ ପାଇଁ ପ୍ରେରଣାର ଉତ୍ସ ବୋଲି ମୁଖ୍ଯ…
Read Moreପ୍ରଧାନ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଛାତ୍ର ଛାତ୍ରୀଙ୍କ ଧାରଣା
ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧିନରେ ଥିବା ସିମିଳି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଆଜି ଛାତ୍ର ଛାତ୍ରୀ ଧାରଣରେ ବସିଥିଲେ। ସୂଚନା ଅନୁଯାୟୀ ଶିମିଳି ସାହି ଉଚ୍ଚପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ଘଡେଇଙ୍କର ବଧୁଲୀପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି ହୋଇଛି। ସିମିଳି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସଂଖ୍ୟା ମୋଟ ୬ଜଣ ଥିବାବେଳେ ଜଣେ ସି ଆର୍ ସି ସି ଭାବେ ଛୁଟିରେ ଅଛନ୍ତି। ଏଭଳି ସ୍ଥିତିରେ ୪ଜଣ ଶିକ୍ଷକଙ୍କ ମଧ୍ୟରୁ ପ୍ରଧାନ ଶିକ୍ଷକଙ୍କ ବଦଳି କରାଯାଇଛି। ଶ୍ରୀ ଘଡେଇ ଜଣେ ସଫଳ ଶିକ୍ଷକ ହୋଇଥିବାରୁ ତାଙ୍କ ବଦଳି ପ୍ରତିବାଦରେ ବ୍ଲକ୍ ଶିକ୍ଷା ଅଧିକାରୀ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଅଭିଭାବକ ଏବଂ ଶିକ୍ଷା କମିଟି ଜଣାଇଥିଲେ…
Read Moreଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ରେ” ମୋ ସ୍କୁଲ ଅଭିଯାନ ” କାର୍ଯ୍ୟକ୍ରମ
ନୟାଗଡ଼,(ନୟାଗଡ଼ ଦର୍ପଣ): ବିଦ୍ଯାଳୟର ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ନିଜ ବିଦ୍ଯାଳୟର ସର୍ବାଙ୍ଗୀନ ଉନ୍ନତି ଏବଂ ବିକାଶ କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ରାଜ୍ଯ ସରକାର ଆରମ୍ଭ କରିଥିବା “ମୋ ସ୍କୁଲ ଅଭିଯାନ” କାର୍ଯ୍ୟକ୍ରମ କେବଳ ସରକାରୀ ବିଦ୍ଯାଳୟ ମାନଙ୍କରେ ଚାଲିଥିବା ବେଳେ ବେସରକାରୀ ବା ଘରୋଇ ବିଦ୍ଯାଳୟ ମାନଙ୍କରେ କୌଣସି ବ୍ଯବସ୍ଥା ହୋଇ ନାହିଁ। ଏହି ପରୀପ୍ରେକ୍ଷୀରେ ନୟାଗଡ଼ସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ପ୍ରାକ୍ତନ ଛାତ୍ରଛାତ୍ରୀ ମାନେ ଏହି ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମକୁ ଏକ ନିଆରା ଢଙ୍ଗରେ କରିବାକୁ ଯାଉଛନ୍ତି। ବିଦ୍ଯାଳୟ ପରିସରରେ ଏକ ଅନାଥ ଆଶ୍ରମ ଖୋଲିବା ପାଇଁ ସଂକଳ୍ପ ନେଇଛନ୍ତି। ଆଜି ପୂର୍ବାହ୍ନ ୧୧ଟା ସମୟରେ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ପାତ୍ର ସଭାପତିତ୍ୱ କରିଥିଲାବେଳେ ମୁଖ୍ଯ…
Read Moreଓଡ଼ଗାଁରେ ମିଳିତ ପ୍ରାଥମିକ ଶିକ୍ଷକ ସଂଗଠନର ବନ୍ଧୁମିଳନ ଓ ସମ୍ବର୍ଦ୍ଧନା ସଭା
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ମିଳିତ ପ୍ରାଥମିକ ଶିକ୍ଷକ ସଂଗଠନ ଓଡ଼ଗାଁ ତରଫରୁ ଆଜି ସରକାରୀ କଲ୍ୟାଣ ମଣ୍ଡପ ଠାରେ ବ୍ଳକ୍ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଭକ୍ତରଞ୍ଜନ ମିଶ୍ରଙ୍କ ସଭାପତିତ୍ୱରେ ବ୍ଳକ୍ର ସମସ୍ତ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। କୃଷି ଓ କୃଷକ ସଶକ୍ତିକରଣ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଓ ବିଶିଷ୍ଟ ଅତିଥି ଭାବେ ଯୋଜନା ଓ ସଂଯୋଜନ ଏବଂ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ପଞ୍ଚାୟତ ସମିତି ଅଧ୍ୟକ୍ଷା ମମତା ବେହେରା, ଉପାଧ୍ୟକ୍ଷା ବିରଜାଲକ୍ଷ୍ମୀ ସାହୁ, ଯୋଗଦେଇ ଶିକ୍ଷକ ମାନଙ୍କ ସୁବିଧା ଅସୁବିଧା ଏବଂ ସମସ୍ୟା ବିଷୟରେ ଆଲୋଚନା କରିଥିଲେ। ମୋ ସ୍କୁଲ ଅଭିଯାନକୁ ସଫଳକରିବା, ଛାତ୍ର ଛାତ୍ରୀମାନଙ୍କ ଶିକ୍ଷାର ଅଭିବୃଦ୍ଧି ନିମନ୍ତେ…
Read Moreପୁରୁଣା ସହରସ୍ଥିତ ଟାଉନ ହଲ ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ ପାଠାଗାର
ନୟାଗଡ଼,(ନୟାଗଡ ଦର୍ପଣ): ନୟାଗଡ଼ ପୌରାଞ୍ଚଳର ପୁରୁଣା ସହରସ୍ଥିତ ଟାଉନ ହଲ ନିକଟରେ ଅତ୍ୟାଧୁନିକ ପାଠାଗାର ନିର୍ମାଣ ହେବାକୁ ଯାଉଛି । ଏଥିରେ ମୋଟ ୩୪ ଲକ୍ଷ ଟଙ୍କା ପ୍ରାଥମିକ ଭାବେ ଖର୍ଚ୍ଚ କରାଯିବ । ଆଜି ରାଜ୍ୟ ସରକାରଙ୍କ ଯୋଜନା, ସମନ୍ୱୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ, ପ୍ରାଣୀ ସମ୍ପଦ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏହାର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନା କରିଛନ୍ତି । ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ.ପୋମା ଟୁଡୁ ଯୋଗ ଦେଇଥିବା ବେଳେ, ପୌର ପରିଷଦର ନିର୍ବାହି ଅଧିକାରୀ ସନ୍ତୋଷ କୁମାର ଯେନା ଉପସ୍ଥିତ ରହିଥିଲେ । ପୁରୁଣା ସହରର ବହୁ ବୁଦ୍ଧିଜିବୀ, ସମାଜ…
Read More