ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧିନରେ ଥିବା ସିମିଳି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଆଜି ଛାତ୍ର ଛାତ୍ରୀ ଧାରଣରେ ବସିଥିଲେ। ସୂଚନା ଅନୁଯାୟୀ ଶିମିଳି ସାହି ଉଚ୍ଚପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ଘଡେଇଙ୍କର ବଧୁଲୀପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି ହୋଇଛି। ସିମିଳି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସଂଖ୍ୟା ମୋଟ ୬ଜଣ ଥିବାବେଳେ ଜଣେ ସି ଆର୍ ସି ସି ଭାବେ ଛୁଟିରେ ଅଛନ୍ତି। ଏଭଳି ସ୍ଥିତିରେ ୪ଜଣ ଶିକ୍ଷକଙ୍କ ମଧ୍ୟରୁ ପ୍ରଧାନ ଶିକ୍ଷକଙ୍କ ବଦଳି କରାଯାଇଛି। ଶ୍ରୀ ଘଡେଇ ଜଣେ ସଫଳ ଶିକ୍ଷକ ହୋଇଥିବାରୁ ତାଙ୍କ ବଦଳି ପ୍ରତିବାଦରେ ବ୍ଲକ୍ ଶିକ୍ଷା ଅଧିକାରୀ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଅଭିଭାବକ ଏବଂ ଶିକ୍ଷା କମିଟି ଜଣାଇଥିଲେ…
Read MoreCategory: ଶିକ୍ଷା
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ରେ” ମୋ ସ୍କୁଲ ଅଭିଯାନ ” କାର୍ଯ୍ୟକ୍ରମ
ନୟାଗଡ଼,(ନୟାଗଡ଼ ଦର୍ପଣ): ବିଦ୍ଯାଳୟର ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ନିଜ ବିଦ୍ଯାଳୟର ସର୍ବାଙ୍ଗୀନ ଉନ୍ନତି ଏବଂ ବିକାଶ କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ରାଜ୍ଯ ସରକାର ଆରମ୍ଭ କରିଥିବା “ମୋ ସ୍କୁଲ ଅଭିଯାନ” କାର୍ଯ୍ୟକ୍ରମ କେବଳ ସରକାରୀ ବିଦ୍ଯାଳୟ ମାନଙ୍କରେ ଚାଲିଥିବା ବେଳେ ବେସରକାରୀ ବା ଘରୋଇ ବିଦ୍ଯାଳୟ ମାନଙ୍କରେ କୌଣସି ବ୍ଯବସ୍ଥା ହୋଇ ନାହିଁ। ଏହି ପରୀପ୍ରେକ୍ଷୀରେ ନୟାଗଡ଼ସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ପ୍ରାକ୍ତନ ଛାତ୍ରଛାତ୍ରୀ ମାନେ ଏହି ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମକୁ ଏକ ନିଆରା ଢଙ୍ଗରେ କରିବାକୁ ଯାଉଛନ୍ତି। ବିଦ୍ଯାଳୟ ପରିସରରେ ଏକ ଅନାଥ ଆଶ୍ରମ ଖୋଲିବା ପାଇଁ ସଂକଳ୍ପ ନେଇଛନ୍ତି। ଆଜି ପୂର୍ବାହ୍ନ ୧୧ଟା ସମୟରେ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ପାତ୍ର ସଭାପତିତ୍ୱ କରିଥିଲାବେଳେ ମୁଖ୍ଯ…
Read Moreଓଡ଼ଗାଁରେ ମିଳିତ ପ୍ରାଥମିକ ଶିକ୍ଷକ ସଂଗଠନର ବନ୍ଧୁମିଳନ ଓ ସମ୍ବର୍ଦ୍ଧନା ସଭା
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ମିଳିତ ପ୍ରାଥମିକ ଶିକ୍ଷକ ସଂଗଠନ ଓଡ଼ଗାଁ ତରଫରୁ ଆଜି ସରକାରୀ କଲ୍ୟାଣ ମଣ୍ଡପ ଠାରେ ବ୍ଳକ୍ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଭକ୍ତରଞ୍ଜନ ମିଶ୍ରଙ୍କ ସଭାପତିତ୍ୱରେ ବ୍ଳକ୍ର ସମସ୍ତ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। କୃଷି ଓ କୃଷକ ସଶକ୍ତିକରଣ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଓ ବିଶିଷ୍ଟ ଅତିଥି ଭାବେ ଯୋଜନା ଓ ସଂଯୋଜନ ଏବଂ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ପଞ୍ଚାୟତ ସମିତି ଅଧ୍ୟକ୍ଷା ମମତା ବେହେରା, ଉପାଧ୍ୟକ୍ଷା ବିରଜାଲକ୍ଷ୍ମୀ ସାହୁ, ଯୋଗଦେଇ ଶିକ୍ଷକ ମାନଙ୍କ ସୁବିଧା ଅସୁବିଧା ଏବଂ ସମସ୍ୟା ବିଷୟରେ ଆଲୋଚନା କରିଥିଲେ। ମୋ ସ୍କୁଲ ଅଭିଯାନକୁ ସଫଳକରିବା, ଛାତ୍ର ଛାତ୍ରୀମାନଙ୍କ ଶିକ୍ଷାର ଅଭିବୃଦ୍ଧି ନିମନ୍ତେ…
Read Moreପୁରୁଣା ସହରସ୍ଥିତ ଟାଉନ ହଲ ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ ପାଠାଗାର
ନୟାଗଡ଼,(ନୟାଗଡ ଦର୍ପଣ): ନୟାଗଡ଼ ପୌରାଞ୍ଚଳର ପୁରୁଣା ସହରସ୍ଥିତ ଟାଉନ ହଲ ନିକଟରେ ଅତ୍ୟାଧୁନିକ ପାଠାଗାର ନିର୍ମାଣ ହେବାକୁ ଯାଉଛି । ଏଥିରେ ମୋଟ ୩୪ ଲକ୍ଷ ଟଙ୍କା ପ୍ରାଥମିକ ଭାବେ ଖର୍ଚ୍ଚ କରାଯିବ । ଆଜି ରାଜ୍ୟ ସରକାରଙ୍କ ଯୋଜନା, ସମନ୍ୱୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ, ପ୍ରାଣୀ ସମ୍ପଦ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏହାର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନା କରିଛନ୍ତି । ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ.ପୋମା ଟୁଡୁ ଯୋଗ ଦେଇଥିବା ବେଳେ, ପୌର ପରିଷଦର ନିର୍ବାହି ଅଧିକାରୀ ସନ୍ତୋଷ କୁମାର ଯେନା ଉପସ୍ଥିତ ରହିଥିଲେ । ପୁରୁଣା ସହରର ବହୁ ବୁଦ୍ଧିଜିବୀ, ସମାଜ…
Read Moreନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଅଟଳ ଟିଙ୍କରିଂ ଲ୍ୟାବ ଉଦଘାଟିତ
ନୟାଗଡ଼,(ନୟାଗଡ ଦର୍ପଣ): ନୀତି ଆୟୋଗ, ଭାରତ ସରକାରଙ୍କ ଅନୁଦାନରେ ଅଟଳ ଟିଙ୍କରିଂ ଲ୍ୟାବ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ଡଃ. ଅରୁଣ କୁମାର ସାହୁ ଯୋଗଦେଇ ଅଟଳ ଟିଙ୍କରିଂ ପ୍ରୟୋନଶାଳା ଉଦଘାଟନ କରିବା ସହ ଛାତ୍ର ଜୀବନରୁ ହିଁ ସମୟକୁ ସଦୁପଯୋଗ କରିଲେ ଦେଶର ପ୍ରଗତି ହୋଇପାରିବ ବୋଲି ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ଶିକ୍ଷା ବିକାଶ ସମିତିର ନୟାଗଡ଼ ଜିଲ୍ଲା ପ୍ରମୁଖ ହରେକୃଷ୍ଣ ମୁଦୁଲି, ନୟାଗଡ଼ ସଂକୁଳ ପ୍ରମୁଖ ଦିଲ୍ଲୀପ କୁମାର ମିଶ୍ର, ପରିଚାଳନା ସମିତିର ସଂପାଦକ ଶାନ୍ତନୁ କୁମାର ସ୍ୱାଇଁ, ସଭାପତି ଶ୍ରୀମତି ନମିତା କୁମାରୀ ନାୟକ, ସଦସ୍ୟ ସସ୍ମିତା ନାୟକ, ବିଦ୍ୟାମନ୍ଦିରର ପ୍ରମୁଖ ଗୋପୀନାଥ ସାହୁ ମଂଚାସୀନ ଥିଲେ…
Read Moreୟୁନିସେଫ୍ ତରଫରୁ ଦଣ୍ଡୋର ସ୍କୁଲ ପରିଦର୍ଶନ
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ୟୁନିସେଫ୍ ଓ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ସଂସ୍ଥା, ପଞ୍ଚାୟତିରାଜ ବିଭାଗ, ଓଡ଼ିଶା ସରକାର ତରଫରୁ ମିଳିତ ଭାବେ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକର କୁରାଳ ଏବଂ ହରିଡାବନ୍ଧ ପଞ୍ଚାୟତକୁ “ଶିଶୁମିତ୍ର” ପଞ୍ଚାୟତ ଭାବେ ଘୋଷଣା କରାଯାଇଥିବା ଜଣାପଡ଼ିଛି। ଏ ଅବସରରେ ଆଜି ପରିସ୍ଥିତିର ଆକଳନ ପାଇଁ ୟୁନିସେଫର ପରାମର୍ଶଦାତା ଅଶୋକ କୁମାର ମହାପାତ୍ର ଓ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ସଂସ୍ଥା, ଓଡ଼ିଶା ସରକାରଙ୍କ ତରଫରୁ ପୂର୍ବତନ ଜିଲ୍ଲା ଶିଶୁମଙ୍ଗଳ କମିଟି ଅଧ୍ୟକ୍ଷା ରଞ୍ଜୁବାଳା ନନ୍ଦ କୁରାଳ ପଞ୍ଚାୟତ ଗସ୍ତ କରି ପ୍ରାଥମିକ ଭାବେ ଦଣ୍ଡୋର ଉ.ପ୍ରା.ବିଦ୍ୟାଳୟ ଗସ୍ତ କରିଥିଲେ।ଅଧିକାରୀମାନେ ସକାଳ ୧୦ଟାରୁ ୧୨:୩୦ଟା ପର୍ଯ୍ୟନ୍ତ ବିଦ୍ୟାଳୟ ପରିଦର୍ଶନ ସମୟରେ ଏହାର ସମସ୍ତ ତଥ୍ୟ ସଂଗ୍ରହ କରିବା ସହ ଛାତ୍ରଛାତ୍ରୀମାନଙ୍କ ସହ ସିଧାସଳଖ ଆଲୋଚନା କରି ସେମାନଙ୍କ ସମସ୍ୟା ତଥା ସୁବିଧା ଅସୁବିଧା ସମ୍ପର୍କରେ ପଚାରି…
Read Moreଭାରତୀୟ ଅନୁବାଦ ସାହିତ୍ୟ ଆନୁକୂଲ୍ୟରେ ‘ଅନୂଦିତ କବିତା ପାଠ’ ଆୟୋଜିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଅନୁବାଦ ସାହିତ୍ୟକୁ ଅଧିକ ସମୃଦ୍ଧ କରିବା ତଥା ବିଭିନ୍ନ ଭାଷାର ଅନୁବାଦକମାନଙ୍କ ମଧ୍ୟରେ ସଂପର୍କ ଦୃତିଭୂତ ନିମନ୍ତେ ଗଠିତ ଭାରତୀୟ ଅନୁବାଦ ସାହିତ୍ୟ ତରଫରୁ ଅନ୍ ଲାଇନ୍ ମାଧ୍ୟମରେ ଅନୂଦିତ କବିତା ପାଠ ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ଅନୁବାଦକ ତଥା ସ୍ତମ୍ଭକାର ଶରତ ଚନ୍ଦ୍ର ଆଚାର୍ଯ୍ୟଙ୍କ ଆବାହକତ୍ୱରେ ଆୟୋଜିତ ଏହି ଜାତୀୟସ୍ତରର ସାରସ୍ଵତ କାର୍ଯ୍ୟକ୍ରମରେ ଖ୍ୟାତନାମା ଅନୁବାଦକ ଏବଂ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ହିନ୍ଦୀ ବିଭାଗୀୟ ମୁଖ୍ୟ ଡ.ସଞ୍ଜୟ କୁମାର ସିଂ ଅଧ୍ୟକ୍ଷତା କରିଥିବାବେଳେ ଅବସରପ୍ରାପ୍ତ ପ୍ରାଧ୍ୟାପକ ତଥା ସଂସ୍କୃତ, ହିନ୍ଦୀ, ଇଂରାଜୀ, ଓଡ଼ିଆ ଭାଷାର ବିଦ୍ୱାନ ଡ.ହରେକୃଷ୍ଣ ମେହେର ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ଅନୁବାଦ ସାହିତ୍ୟ ହିଁ ସମଗ୍ର ବିଶ୍ୱର ସାହିତ୍ୟିକ, ପାଠକମାନଙ୍କୁ ଯୋଡିବାର ଏକ ସଶକ୍ତ ମାଧ୍ୟମ, ଅନୁବାଦ ଦ୍ୱାରା ବିଭିନ୍ନ ଦେଶ ବା ରାଜ୍ୟର ସାମାଜିକ, ରାଜନୈତିକ, ଅର୍ଥନୈତିକ ସର୍ବୋପରି ବିଭିନ୍ନ…
Read Moreନୟାଗଡ଼ ଟାଇକୋଣ୍ଡ ସ୍ପୋର୍ଟସ ଆସୋସିଏସନର ୧୫ତମ କଲରବେଲ୍ଟ ପ୍ରମୋସନ ଟେଷ୍ଟ
ନୟାଗଡ,(ନୟାଗଡ଼ ଦର୍ପଣ): ନୟାଗଡ଼ ଟାଇକୋଣ୍ଡ ସ୍ପୋର୍ଟସ ଆସୋସିଏସନ ଓ ନୟାଗଡ଼ ମାର୍ଶାଲ ଆର୍ଟ ଆକାଡେମୀ ତରଫରୁ ୧୫ତମ ଟାଇକୋଣ୍ଡ କଲର ବେଲ୍ଟ ପ୍ରମୋସନ ଟେଷ୍ଟ ନିୟୁରାଜବାଟିରେ ଥିବା କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରମୋସନ ଟେଷ୍ଟରେ ନୟାଗଡ ଜିଲ୍ଲାରୁ ୫୧ଜଣ ଛାତ୍ରଛାତ୍ରୀ ବିଭିନ୍ନ ବେଲ୍ଟ ଯଥା ଏଲୋ ବେଲ୍ଟ, ଗ୍ରୀନ ବେଲ୍ଟ, ବ୍ଲୁ ବେଲ୍ଟ, ଓ ରେଡ ବେଲ୍ଟ ପରୀକ୍ଷା କରାଯାଇଥିଲା । ଏହି ବେଲ୍ଟ ପରୀକ୍ଷାରେ ପରିକ୍ଷାର୍ଥୀମାନେ ହାତ ଗୋଡ ସାହାଯ୍ୟରେ ପଟା ଓ ଇଟା ଭାଙ୍ଗିବା କଳା ପ୍ରଦର୍ଶନ କରିଥିଲେ । ବାଳିକା ମାନେ ଆତ୍ମରକ୍ଷା କଳା ପ୍ରଦର୍ଶନ କରିଥିଲେ ।ଏହି ପ୍ରମୋସନ ଟେଷ୍ଟରେ ନୟାଗଡ ବିଧାୟକ ତଥା ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହ ସ୍ବାସ୍ଥ୍ୟ ସମ୍ପର୍କରେ…
Read More+୩ରେ ଯୋଡ଼ିହେଲା ନୈତିକ ଶିକ୍ଷା ପାଠ୍ୟକ୍ରମ, ବହିକୁ ଉନ୍ମୋଚନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ଃ. ଅରୁଣ କୁମାର ସାହୁ
ନୟାଗଡ଼(ନୟାଗଡ଼ ଦର୍ପଣ): ସ୍ନାତକରେ ଯୋଡ଼ିହେଲା ନୈତିକ ଶିକ୍ଷା ଉପରେ ସ୍ୱତନ୍ତ୍ର ପାଠ୍ୟକ୍ରମ । ଏହି ସ୍ୱତନ୍ତ୍ର ପାଠ୍ୟକ୍ରମ ଯୁକ୍ତ ତିନିରେ ବାଧ୍ୟତାମୂଳକ ବିଷୟ ଭାବେ ସାମିଲ ହୋଇଛି । ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ‘ନୈତିକତା ଓ ମୂଲ୍ୟବୋଧ’ ବହି ପ୍ରସ୍ତୁତ ହେଉଛି । ପରିଷଦ କାର୍ଯ୍ୟାଳୟରେ ବହିକୁ ଉନ୍ମୋଚନ କରିଛନ୍ତି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ଃ. ଅରୁଣ କୁମାର ସାହୁ । ବହିର ଭିଡିଓ ଲେକ୍ଟର ସହ ପରିଷଦ ୱେବସାଇଟରେ ଡିଜିଟାଲ ଭର୍ସନ ଉପଲବ୍ଧ ରହିଛି । ଏହି ବିଷୟରେ ୬ଟି ୟୁନିଟ୍ ଥିବା ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ସୂଚନା ଦେଇଛନ୍ତି । ନୈତିକ ଶିକ୍ଷା ନେଇ ୬ଟି ସେମିଷ୍ଟାରରେ ୨୫ ମାର୍କର ପରୀକ୍ଷା ହେବ ବୋଲି ସେ କହିଛନ୍ତି।
Read Moreଛାତ୍ରଙ୍କ ଉତ୍ତରରେ ଖୁସି ହୋଇ ପ୍ରଦାନ କଲେ ବିଜୁ ପଟ୍ଟନାୟକଙ୍କ ଜୀବନୀ ପୁସ୍ତକ
ନୟାଗଡ଼,(ନୟାଗଡ଼ ଦର୍ପଣ): 5T ଆଧାରରେ ରୂପାନ୍ତରିତ ହୋଇଥିବା ବିଦ୍ୟାଳୟ ଗୁଡ଼ିକର ସମୀକ୍ଷା କରିବାକୁ ଯାଇ 5T ସଚିବ ଭି. କେ ପାଣ୍ଡିଆନଙ୍କ ଦ୍ୱାରା ଗତକାଲି ଭର୍ଚୁଆଲ ମୋଡ଼ରେ ରାଜ୍ୟର ପ୍ରତ୍ୟେକ ଜିଲ୍ଲାର ଜିଲ୍ଲାପାଳ ଏବଂ ରୂପାନ୍ତରିତ ହୋଇଥିବା ବିଦ୍ୟାଳୟର କିଛି ଛାତ୍ରଛାତ୍ରୀଙ୍କୁ ନେଇ ଏକ ବାର୍ତ୍ତାଳାପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ନୟାଗଡ଼ ଜିଲ୍ଲା ରଣପୁର ବ୍ଳକ ଗୋପାଳପୁର ଉଚ୍ଚ ବିଦ୍ୟାଳୟର ଛାତ୍ର ଶୁଭ୍ରଶାଶ୍ୱତ ମାଝୀଙ୍କୁ 5T ସଚିବ ପଚାରିଥିଲେ ତୁମେ ଭବିଷ୍ୟତରେ କ’ଣ ହେବ? ଉତ୍ତରରେ ଛାତ୍ର ଜଣଙ୍କ ପାଇଲଟ ହେବି ବୋଲି କହିଥିଲେ। ସଚିବ ପୁଣି ପ୍ରଶ୍ନ କରିଥିଲେ ଦେଶରେ ଜଣେ ଭଲ ପାଇଲଟଙ୍କ ନାମ କୁହ? ଉତ୍ତରରେ ଝଡ଼ର ଇଗଲ ବିଜୁ ପଟ୍ଟନାୟକଙ୍କ ନାମ କହିଥିଲେ। ବାସ ଏତିକିରେ ତା’ପରଦିନ ଅର୍ଥାତ ଆଜି ବିଜୁ ପଟ୍ଟନାୟକଙ୍କ ଉପରେ ଆଧାରିତ ପୁସ୍ତକ “The…
Read More