ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପରିସରରେ ବସୁଧା, ଭୂଗୋଳ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ସମ୍ମାନୀତ ଅତିଥି ଭାବେ ବିଆରସିସି ଜ୍ୟୋତ୍ସ୍ନାରାଣୀ ସେଠୀ, ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ କବିତା କୁମାରୀ ଦାଶ ପ୍ରମୁଖ ଯୋଗ ଦେଇ ଏହି ତାଲିମ ଶିବିର ର ମହତ୍ତ୍ଵ ଉପରେ ବର୍ଣ୍ଣନା କରିଥଲେ।ଗୁଣାତ୍ମକ ଶିକ୍ଷାର ଲକ୍ଷ୍ୟ ହାସଲ ପାଇଁ ଉନ୍ନତ ମାନର ଶିକ୍ଷାଦାନ ଅପରିହାର୍ଯ୍ୟ ତେଣୁ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଭୂଗୋଳ ବିଷୟ କୁ ଅଧିକ ଗୁରୁତ୍ୱାରୋପ କରାଯାଇଛି।ଜଗତୀକରଣ ପରେ ପରେ ସମଗ୍ର ବିଶ୍ଵରେ ଗୋଟିଏ ଦେଶ ଅନ୍ୟ ଏକ ଦେଶ ଉପରେ ନିର୍ଭର ଶୀଳ ହୋଇପଡିଛି।ତେଣୁ ଭୂଗୋଳ ଶିକ୍ଷଣ ଦ୍ଵାରା ସମଗ୍ର ବିଶ୍ଵ…
Read MoreCategory: ଶିକ୍ଷା
ପ୍ଲାଟିନମ୍ ଜୁବୁଲି ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଆଜି ଦଣ୍ଡୋର ଉ.ପ୍ରା.ବିଦ୍ୟାଳୟ ପରିସରରେ ଉକ୍ତ ବିଦ୍ୟାଳୟର ୭୫ବର୍ଷ ପୂର୍ତ୍ତି ଅବସରରେ ପ୍ଲାଟିନମ୍ ଜୁବୁଲି ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ଲୋଟସଙ୍କ ସଭାପତିତ୍ୱରେ ଏହି ବୈଠକରେ ସ୍ଥାନୀୟ ଶିକ୍ଷାବିତ୍ ଡ.ଅଧିବାସ ପଣ୍ଡା, ଅବସରପ୍ରାପ୍ତ ଶିକ୍ଷକ ପ୍ରକୃତିବନ୍ଧୁ ପଞ୍ଚାନନ ପଣ୍ଡା, ସମାଜସେବୀ ଦିବାକର ପଣ୍ଡା, ରାମଚନ୍ଦ୍ର ବେହେରା ପ୍ରମୁଖ ଯୋଗଦେଇଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟସଭ୍ୟା ତଥା ଏହି ବିଦ୍ୟାଳୟକୁ ପାଠପଢିବାକୁ ଆସୁଥିବା କୁରାଳ, କୋମଣ୍ଡ ଏବଂ ରଙ୍ଗଣୀପାଟଣା ଭଳି ତିନୋଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଦଣ୍ଡୋର, ନବରତ୍ନପୁର, ପାଇକପନ୍ତିଖାରୀ, ଗୋଡିପଲ୍ଲୀ, ଲିଙ୍ଗରାଜପ୍ରସାଦ, ପଥରା ଓ ନୋତରପଲ୍ଲୀ ଗ୍ରାମର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କ ସମେତ ଅନେକ ପୁରାତନ ଛାତ୍ରଛାତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ଏ ଅବସରରେ ଶିକ୍ଷକ ବୁଦ୍ଧିଆ ପାତ୍ରଙ୍କ ମାଧ୍ୟମରେ ପ୍ରତ୍ୟେକ ଗ୍ରାମରୁ ଦୁଇ ଜଣ ଲେଖାଏଁ କର୍ମୀଙ୍କୁ…
Read Moreପ୍ରଵେଶ ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ଦିଆଗଲା ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା
ନୟାଗଡ଼, (ନୟାଗଡ଼ ଦର୍ପଣ): ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ପ୍ରଥମ ଶ୍ରେଣୀରେ ଅଦ୍ୟାବଧି ନାମ ଲେଖାଇଥିବା ଚଉଦ ଜଣ ଛାତ୍ରଛାତ୍ରୀଙ୍କୁ ଫୁଳଚନ୍ଦନ, ମିଷ୍ଟାନ୍ନ, ବହି ଓ ପେନସିଲ ପ୍ରଦାନ କରାଯାଇ ସ୍ବାଗତ କରାଯାଇଥିଲା। ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁଙ୍କ ସଂଚାଳନାରେ ଆୟୋଜିତ ଉତ୍ସବରେ ସହକାରୀ ଶିକ୍ଷକ ଶେଖ୍ ଅବଦୁଲ୍ ଖାଲିକ୍, ସଲିମ୍ ଇବ୍ରାହିମ୍ ତଥା ଚଳିତ ବର୍ଷ ନାମ ଲେଖା ଦାୟିତ୍ୱରେ ଥିବା ଭାରପ୍ରାପ୍ତ ଶିକ୍ଷୟିତ୍ରୀ ସୁଷମା ବିଶ୍ଵାଳ ପ୍ରମୁଖ ଆଜିର ପ୍ରଵେଶ ଉତ୍ସବରେ ସହଯୋଗ କରିଥିଲେ। ମୋ ସ୍କୁଲ୍ କମିଟି ସଭାପତି ଭଗବାନ୍ ଜେନା ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନାରାୟଣ ସାହୁ ଅତିଥି ଭାବରେ ଯୋଗଦେଇ କୋମଳମତି ଛାତ୍ରଛାତ୍ରୀଙ୍କୁ ମାଗଣା ପୁସ୍ତକ ଓ ଉପହାର ଦେଇ ସ୍ୱାଗତ କରିଥଲେ। କାର୍ଯକ୍ରମ ପରିଶେଷରେ କ୍ରୀଡ଼ା ଶିକ୍ଷକ ଜିତେନ୍ଦ୍ର ଗୁରୁ ଧନ୍ୟବାଦ୍ ଅର୍ପଣ…
Read Moreଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡିଶାର ନୟାଗଡ଼ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ହାଉସିଂ ବୋର୍ଡ ନିକଟସ୍ଥ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ଠାରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନର ନୟାଗଡ଼ ଜିଲ୍ଲା ସ୍ତରୀୟ ଶୈକ୍ଷିକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲା ପ୍ରମୁଖ ସମାଜସେବୀ ଶ୍ରୀଧର ସାହୁଙ୍କ ସଭାପତିତ୍ବରେ କର୍ମଶାଳା ଆରମ୍ଭ ହୋଇଥିଲା । ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନର ମହାସଚିବ ଡା.କରୁଣା କର ପ୍ରଧାନ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କର୍ମଶାଳାକୁ ଉଦଘାଟନ କରିଥିଲା ବେଳେ ସର୍ବ ପ୍ରଥମେ ମୁଖ୍ଯ ଅତିଥିଙ୍କ ଦ୍ବାରା ଛେନାପୋଡ଼ କାଟି ଓ ବାଣ୍ଟି ବିଶ୍ବ ଛେନାପୋଡ଼ ଦିବସ ପାଳନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସଂସ୍ଥାନର ବରିଷ୍ଠ କାର୍ଯ୍ଯକର୍ତ୍ତା ଆଲୋକ ପ୍ରଭା ମହାନ୍ତି, ଗୌରାଙ୍ଗ ଚରଣ ପ୍ରଧାନ ଓ କୁରୁକ୍ଷେତ୍ର ଧାଙ୍ଗଣା ମାଝି ଯୋଗଦେଇ ବିଦ୍ୟାଳୟର ଶୈଖିକ ବ୍ଯବସ୍ଥା କିପରି ଶୃଙ୍ଖଳିତ ହେବ, ଶିଶୁ…
Read Moreଜାତୀୟ ସ୍ତରୀୟ ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୨ଶିକ୍ଷକଙ୍କ ଯୋଗଦାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟପ୍ରଦେଶ ରାଜଧାନୀ ଭୋପାଳ ସ୍ଥିତ ପଣ୍ଡିତ ସୁନ୍ଦରଲାଲ ଶର୍ମା ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭୋକେସନାଲ୍ ଏଜୁକେସନ୍ ଦ୍ବାରା ଜାତୀୟ ସ୍ତରରେ ଗତ ୫ ଦିନ ଧରି ଚାଲିଥିବା କାପାସିଟି ବଲଡିଙ୍ଗ ଅଫ ଟିଚର୍ସ ଫର୍ ଭୋକେସନାଲାଇଜେନ୍ ଅଫ୍ ଏଜୁକେସନ୍ ଟ୍ରେନିଂ ରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ୪୭ ଜଣ ଶିକ୍ଷକ ଶିକ୍ଷୟିତ୍ରୀମାନେ ମାଷ୍ଟର ଟ୍ରେନର୍ ଭାବରେ ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ନୟାଗଡ଼ ଜିଲ୍ଲାରୁ ଦୁଇ ଜଣ ଶିକ୍ଷକ ଯୋଗଦାନ କରିଥିଲେ।ନୟାଗଡ଼ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ହରେକୃଷ୍ଣପୁରର ଶିକ୍ଷୟିତ୍ରୀ କାଦମ୍ବିନୀ ମହାପାତ୍ର ଏବଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ଶ୍ୟାମଘନପୁରର ସହକାରୀ ଶିକ୍ଷକ ରବୀନ୍ଦ୍ର କୁମାର ପ୍ରଧାନ ମାଷ୍ଟର ଟ୍ରେନର ଭାବେ ଯୋଗଦାନ କରିଥିଲେ। ଶିକ୍ଷକତା ବୃତ୍ତିର ପ୍ରକୃତ ଲକ୍ଷ୍ୟ ହେଉଛି ପିଲାମାନଙ୍କୁ ସେମାନଙ୍କ ଯୋଗ୍ୟତା ଅନୁସାରେ ରୋଜଗାରକ୍ଷମ କରେଇବା। ପିଲାମାନଙ୍କ…
Read Moreସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ
ଚାରି ସପ୍ତାହ ଭିତରେ ଅତିରିକ୍ତ ସତ୍ୟପାଠ ଦାଖଲ କର ନୟାଗଡ଼, (ନୟାଗଡ଼ ଦର୍ପଣ): ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ମାନ୍ୟବର ସୁପ୍ରିମକୋର୍ଟ ଡବ୍ଲୁ.ପି (ସି) ୧୩୨; ୨୦୧୬ ତା: ୨୮/୧୦/୨୦୨୧ ରେ ଏକ ରାୟ ଶୁଣାଣି କରି ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତ୍ୟେକ ସାଧାରଣ ସରକାରୀ ବିଦ୍ୟାଳୟରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ମାନ୍ୟବର ସର୍ବୋଚ୍ଚ ନ୍ୟାୟଳୟର ନ୍ୟାୟଧିଶ ସିଟି ରବିକୁମାର ଓ ରାଜେଶ ବିନ୍ଦଲଙ୍କ ଖଣ୍ଡ ପୀଠରେ ସେହି ରାୟ ଉପରେ ଆଜି ଶୁଣାଣି ହୋଇଥିଲା। ଏହି ଶୁଣାଣିରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟଳୟ ସମସ୍ତ ରାଜ୍ୟକୁ ଚ଼ାରି ସପ୍ତାହ ଭିତରେ ଅତିରିକ୍ତ ଆଫିଡ଼େଭିଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଭାରତୀୟ ପୁନର୍ବାସ ପରିଷଦରେ ନାମ ପଞ୍ଜିକରଣ କରିଥିବା…
Read Moreସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟରେ ଅଗ୍ନି ନିୟନ୍ତ୍ରଣ ଓ ବିପଦରୁ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ନୟାଗଡ଼ ଅଗ୍ନିଶମ କାର୍ଯ୍ୟାଳୟ ସହଯୋଗରେ ଅଗ୍ନି ନିୟନ୍ତ୍ରଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ହେଉ ବା ଘରେ ହଠାତ୍ ନିଆଁ ଲାଗିଗଲେ ଅଧିକ କ୍ଷୟକ୍ଷତି ହେବା ପୂର୍ବରୁ ନିଆଁକୁ କିପରି ଆୟତ କରିହେବ ତାହା ଉପରେ ବିଦ୍ୟାଳୟର ପିଲାମାନଙ୍କୁ ଦମକଳ ବାହୀନି କର୍ମଚାରୀ ମାନେ ବିଭିନ୍ନ ଉପାୟ ମାଧ୍ୟମରେ ବୁଝାଇଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀଙ୍କ ଅନୁରୋଧ ପତ୍ର ମାଧ୍ୟମରେ ନୟାଗଡ଼ ଅଗ୍ନିଶମ ବିଭାଗ କର୍ମଚାରୀମାନେ ବନ୍ୟା ବାତ୍ୟାରୁ ରକ୍ଷା ଓ ଅଗ୍ନିକୁ ନିୟନ୍ତ୍ରଣ ଉପରେ ଅନେକ କୌଶଳ ଦେଖାଇଥିଲେ। ବିଦ୍ୟାଳୟ ପରିଚାଳନା କମିଟି, ମୋ ସ୍କୁଲ କମିଟି ଓ ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ ସମେତ ଛାତ୍ରଛାତ୍ରୀ ମାନେ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଅନେକ କଥା ଜାଣିଲେ ବୋଲି କହିଥିଲେ। ଅଗ୍ନିଶମ ବିଭାଗର ଜୱlନ ରାମ ପ୍ରସାଦ…
Read Moreମାର୍ଚ୍ଚ ୧୧ ଓ ୧୨ ସଂକଳ୍ପ ସମାବେଶ, ଗୃହୀତ ହେବ ଚରମ ନିଷ୍ପତ୍ତି: ଓଷ୍ଟା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଘ (ଓଷ୍ଟା) ତରଫରୁ ରବିବାର ଦିନ ସ୍ଥାନୀୟ ସାମ୍ବାଦିକ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାର ସମ୍ପାଦକ ପରମାନନ୍ଦ ଦଳାଇ ଶିକ୍ଷକମାନଙ୍କର ସମସ୍ୟାକୁ ରାଜ୍ୟ ସରକାର ତୁରନ୍ତ ସମାଧାନ କରନ୍ତୁ ବୋଲି ଜଣାଇଛନ୍ତି । ପ୍ରକାଶଥାଉକି, ଦୀର୍ଘ ଏକମାସରୁ ଊର୍ଦ୍ଧ୍ୱକାଳ ରାଜ୍ୟ ଓଷ୍ଟା ଆହ୍ବାନରେ ଲୋୟର ପିଏମ୍ଜିଠାରେ ଚାଲିଥିବା ଅହୋରାତ୍ର ଗଣଧାରଣାରେ ଶହ ଶହ ଶିକ୍ଷକ, ଶିକ୍ଷୟିତ୍ରୀ, ଓ ଶିକ୍ଷାକର୍ମଚାରୀ ପ୍ରତିଦିନ ଯୋଗ ଦେଉଛନ୍ତି । ପ୍ରତୀକାତ୍ମକ ଭାବରେ ଜିଲ୍ଲାୱାରୀ ଧାରଣା ଚାଲୁଅଛି । ଗତ ୬ ତାରିଖରେ ରାଜ୍ୟ କାର୍ଯ୍ୟକାରୀ କମିଟିର ନିଷ୍ପଭି କ୍ରମେ ପ୍ରତିଜିଲ୍ଲାରେ ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ ମାନଙ୍କର ଏକ ବୈଠକ ଅନୁଷ୍ଠିତ ହେବ ଓ ଏଥରେ ପରିଚାଳନା କମିଟି, ଆଲୁମିନି କମିଟି ତଥା ପୁରାତନ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ସାଙ୍ଗରେ ନେବା ପାଇଁ…
Read Moreପ୍ରତ୍ୟାହୃତ ହେଲା ନୟାଗଡ଼ ସ୍ବୟଂସାଶିତ ମହାବିଦ୍ୟାଳୟର କର୍ମଚାରୀଙ୍କ ଆନ୍ଦୋଳନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ବୟଂସାଶିତ ମହାବିଦ୍ୟାଳୟ ପରିଚାଳନା କମିଟି ଦ୍ବାରା ନିଯୁକ୍ତି ପାଇଥିବା ୬୪ଜଣ କର୍ମଚାରୀ ଗତ ୨୨ତାରିଖରୁ ବିଭିନ୍ନ ଦାବି ନେଇ ଶାନ୍ତିପୁର୍ଣ୍ଣ ଆନ୍ଦୋଳନ ଜାରି ରଖିଥିଲେ । ଆଜି ଏହି ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି । ନୟାଗଡ଼ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଉଦ୍ୟମରେ କର୍ମଚାରୀମାନେସେମାନଙ୍କର ଦାବି ସହିତ ଆନ୍ଦୋଳନକୁ ପ୍ରତ୍ୟାହୃତ କରିଛନ୍ତି।ଏନେଇ ଆଜି ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ଅଶ୍ବିନୀ କୁମାର ନାୟକଙ୍କ କାର୍ଯ୍ୟାଳୟରେ ପରିଚାଳନା କମିଟି ସଭ୍ୟମାନଙ୍କ ଦ୍ବାରା ଏକ ଆପୋଷ ଆଲୋଚନା ବୈଠକ ଅନୁଷ୍ଠିତ କରାଯାଇଥିଲା। ଗତ ୨୦୨୩ ମସିହା ଜୁଲାଇ ମାସରୁ ସେମାନଙ୍କର ବର୍ଦ୍ଧିତ ଦରମା ଲାଗୁ ହେବା ପାଇଁ ନିଷ୍ପତି ଗ୍ରହଣ କରାଯାଇଛି। ଏଥିସହିତ ବାର୍ଷିକ ସାମୂହିକ ବେତନ ଲାଗୁ କରାଯିବ ବୋଲି ସୁଚନା ମିଳିଛି । ୮ଦିନ ଧରି ବସିଥିବା ଆନ୍ଦୋଳନର ସମସ୍ତ ଦରମା…
Read Moreଆରକ୍ଷୀ ପ୍ରଶିକ୍ଷଣର ଦୀକ୍ଷାନ୍ତ ସମାରୋହ, ୪୪୬ ପୁଲିସ କନେଷ୍ଟବଳ ପାସ୍ ଆଉଟ୍
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ଥିତ ପୁଲିସ ପ୍ରଶିକ୍ଷଣ ବିଦ୍ୟାଳୟରେ ୫୪ତମ ଆରକ୍ଷୀ ପ୍ରଶିକ୍ଷଣ ପାସିଂ ଆଉଟ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ବିଜୁ ପଟ୍ଟନାୟକ ଷ୍ଟେଟ୍ ପୁଲିସ୍ ଏକାଡେମୀର ଆରକ୍ଷୀ ମହାନିର୍ଦ୍ଦେଶକ ସାଇନି ଏସ୍ ଯୋଗଦେଇ ପ୍ୟାରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ଏସପି ରାହୁଲ୍ ଜୈନ, ପ୍ରଶିକ୍ଷଣ କେନ୍ଦ୍ର ଅଧ୍ୟକ୍ଷ ଭବେଶ କୁମାର ନାୟକ ଏହି ଉତ୍ସବରେ ଯୋଗ ଦେଇଥିଲେ । ୨୦୨୩ ମସିହା ମଇ ମାସରେ ଏହି ପ୍ରଶିକ୍ଷଣ କେନ୍ଦ୍ରରେ ୪୫୦ ଜଣ ନବ ନିଯୁକ୍ତ କନେଷ୍ଟବଲ୍ ଟ୍ରେନିଙ୍ଗ ପାଇଁ ଯୋଗ ଦେଇଥିଲେ । ସେମାନଙ୍କ ମଧ୍ୟରୁ ଆଜି ୪୪୬ ଜଣ ଟ୍ରେନିଙ୍ଗ ଶେଷ କରିଛନ୍ତି । ପ୍ରଶିକ୍ଷାର୍ଥୀମାନେ ତାଲିମ ସମୟରେ ନୂତନ ସିଲାବସ୍ ଅନୁଯାୟୀ ଅସ୍ତ୍ରଶସ୍ତ୍ର ଚାଳନା, ଶାରିରୀକ ଶିକ୍ଷା, ଟ୍ରାଫିକ୍ ନିୟନ୍ତ୍ରଣ, ଲାଠିଚାଳନା,…
Read More