କେସି କ୍ଲବ୍‌ ଆନୁକୂଲ୍ୟରେ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ: ୧୧୫ ରୋଗୀ ଗ୍ରହଣ କଲେ ମାଗଣା ଚିକିତ୍ସା ସେବା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ତଥା ସର୍ବପୁରାତନ ସାମାଜିକ ଅନୁଷ୍ଠାନ ‘କେସି କ୍ଲବ୍‌’ ପରିସରରେ ଏକ ମେଗା ମାଗଣା ସ୍ୱାସ୍ଥ୍ୟ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ରାଜ୍ୟର କେତେକ ପ୍ରତିଷ୍ଠିତ ଓ ସୁନାମଧନ୍ୟ ବିଶେଷଜ୍ଞ ଡାକ୍ତର ଯୋଗଦେଇ ରୋଗୀମାନଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ଚିକିତ୍ସା ଓ ପରାମର୍ଶ ସେବା ଯୋଗାଇ ଦେଇଥିଲେ। ଶିବିରରେ ଭୁବନେଶ୍ୱରର ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡା. ଶ୍ରୀତମ ଆଚାର୍ଯ୍ୟ, ସ୍ନାୟୁଶଲ୍ୟ ବିଶେଷଜ୍ଞ ଡା. ସତ୍ୟବ୍ରତ ସାହୁ, ମୂତ୍ରରୋଗ ବିଶେଷଜ୍ଞ ଡା. ଆଦିତ୍ୟନନ୍ଦ ମହାପାତ୍ର ଏବଂ ଅସ୍ଥିଶଲ୍ୟ ବିଶେଷଜ୍ଞ ଡା. ପୁରୁଷୋତ୍ତମ ସ୍ୱାଇଁ ପ୍ରମୁଖ ଯୋଗଦେଇ ରୋଗୀମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ଆବଶ୍ୟକୀୟ ଡାକ୍ତରୀ ପରାମର୍ଶ ଦେଇଥିଲେ। ଏଥି ସହ ରୋଗୀ ମାନଙ୍କର ମାଗଣାରେ ରକ୍ତ ଶର୍କରା ଏବଂ ଇସିଜି ପରୀକ୍ଷା ମଧ୍ୟ କରାଯାଇଥିଲା। କେସି କ୍ଲବ୍‌ର ସଭାପତି…

Read More

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ ପର୍ଯ୍ୟବେକ୍ଷଣ: ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାକୁ ନେଇ ଜିଲ୍ଲା ସାମ୍ବାଦିକ ସଂଘର ଧାରଣା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଚିକିତ୍ସାଳୟରେ ଦେଖାଦେଇଥିବା ଚରମ ଅବ୍ୟବସ୍ଥା ଓ ଅଚଳାବସ୍ଥାକୁ ନେଇ ଆଜି ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ତୀବ୍ର ଉଦବେଗ ପ୍ରକାଶ ପାଇବା ସହ ମେଡିକାଲ ପରିସରରେ ଧାରଣା ଦିଆଯାଇଥିଲା । ସାମ୍ବାଦିକ ସଂଘର ଏକ ପ୍ରତିନିଧି ଦଳ ଆଜି ହସ୍ପିଟାଲରେ ଅଚାନକ ପର୍ଯ୍ୟବେକ୍ଷଣ କରିବା ସମୟରେ ଅନେକ ସଂଘାତିକ ଚିତ୍ର ପଦାକୁ ଆସିଛି।୧ ଶହ ଶଯ୍ୟା ବିଶିଷ୍ଟ ଏହି ଆଧୁନିକ କୋଠାରେ ଜରୁରୀକାଳୀନ ସେବା ପ୍ରଦାନ ପାଇଁ ଅତିକମରେ ୨ ଜଣ ଡାକ୍ତର ରହିବା କଥା, କିନ୍ତୁ ମାତ୍ର ଜଣେ ଡାକ୍ତର ଉପସ୍ଥିତ ଥିଲେ। ଫଳରେ ୨ ଶହରୁ ଊର୍ଦ୍ଧ୍ୱ ରୋଗୀ ଦୀର୍ଘ ସମୟ ଧରି ଲମ୍ବା ଲାଇନରେ ଛିଡ଼ା ହୋଇ ନାହିଁ ନଥିବା ହଇରାଣ ହେଉଥିବା ଦେଖିବାକୁ ମିଳିଥିଲା। ସେହିପରି…

Read More

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ ବୈଠକ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ ଉପଲକ୍ଷେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ମଧୁସ୍ମିତା ରଥ ଅଧ୍ୟକ୍ଷତା କରିଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବରେ ଡ଼. ସୁଶାନ୍ତ କୁମାର ସ୍ୱାଇଁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ଜନସ୍ୱାସ୍ଥ୍ୟ ଅଧିକାରୀ, ଡ଼. ବନମାଳୀ ପ୍ରଧାନ ADPHO, (VBD), ଡିପିଏମ୍, ପ୍ରକାଶ ବାନାର୍ଜୀ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ବିଭାଗର ଅଧିକାରୀମାନେ, ଏବଂ ଅଗ୍ରଦୂତ ନର୍ସିଂ କଲେଜର ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ। ଏହି ଅବସରରେ ଉକ୍ତ ବୈଠକରେ ମ୍ୟାଲେରିଆ ରୋଗ ବିଷୟରେ ବିଶଦ ଭାବରେ ଆଲୋଚନା କରାଯାଇଥିଲା । ଜିଲ୍ଲାରେ ୨୦୧୬ ବର୍ଷ ଏହି ରୋଗର ପ୍ରକୋପ ଖୁବ ଅଧିକ ଥିଲା। ଜିଲ୍ଲାରେ…

Read More

ଓଡ଼ଗାଁରେ ଖୋଲିଲା ନର୍ସିଂ କଲେଜ

ଓଡଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ କଲେଜ ରୋଡ଼୍ ମୁଖ୍ୟ ସଡ଼କ ପାର୍ଶ୍ବରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସରକାରୀ ସ୍ବୀକୃତିପ୍ରାପ୍ତ ପଦାରବିନ୍ଦ ପ୍ରତିଷ୍ଠାନ (ସ୍ୱାସ୍ଥ୍ୟ ବିଜ୍ଞାନ ଏବଂ ଗବେଷଣା କେନ୍ଦ୍ର) ର ଶୁଭ ଉଦ୍ଘାଟନ ହୋଇଯାଇଛି।ଏଥିରେ ପ୍ରତିଷ୍ଠାନର ଅଧ୍ୟକ୍ଷ ସ୍ଥିତପ୍ରଜ୍ଞା ଆଚାର୍ଯ୍ୟ  ଙ୍କ ସଭାପତିତ୍ୱ ରେ ଏକ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବରେ ଓଡ଼ଗାଁ ତହସିଲଦାର୍ ତଥା ଦଣ୍ଡାଧିକାରୀ ଡ.ମାନସରଞ୍ଜନ ଭୋଇ,ମୁଖ୍ୟ ବକ୍ତା ଭାବରେ ଅତିରିକ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡଃ ନିଳାଞ୍ଜନ ଦାଶ,ସ୍ୱତନ୍ତ୍ରଅତିଥି ବନପାଳ ଅଭିମନ୍ୟୁ ମଲ୍ଲିକ,ସମ୍ମାନିତ ଅତିଥି ଭାବରେ ପରିବ୍ରାଜକ ସ୍ୱାମୀ ଆତ୍ମାନନ୍ଦ ସରସ୍ୱତୀ, ସ୍ୱାମୀ ଭୁବନେଶା ନନ୍ଦ ସରସ୍ୱତୀ, ନୋଟାରୀ ପ୍ରଫୁଲ୍ଲ କୁମାର ଶତପଥୀ, ରେସପ୍ଳସର ଅଧ୍ୟକ୍ଷ ବିଶ୍ୱରଞ୍ଜନ ମହାପାତ୍ର,ସମାଜସେବୀ ଦିବାକର ନାୟକ,ବରିଷ୍ଠ ସାମ୍ବାଦିକ ଅଶୋକ କୁମାର ମହାପାତ୍ର, ସାରସ ମିଶ୍ର,ଅର୍ଚ୍ଚିତା ଅପରାଜିତା ପଟ୍ଟନାୟକ, ଆଞ୍ଚଳିକ ସାଧନକେନ୍ଦ୍ର…

Read More

ଗାଲାକ୍ସି ସ୍ୱାସ୍ଥ୍ୟ ବୀମା କମ୍ପାନୀ ପକ୍ଷରୁ ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ଅବସ୍ଥିତ ଗାଲାକ୍ସି ସ୍ୱାସ୍ଥ୍ୟ ବୀମା କମ୍ପାନୀ ପକ୍ଷରୁ ଆଜି ଏକ ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ନୟାଗଡ଼ ସାମ୍ବାଦିକ ଭବନଠାରେ ଆୟୋଜିତ ହୋଇଯାଇଛି । ଆପୋଲ ହସ୍ପିଟାଲ ପକ୍ଷରୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଇଛି । ଭେଷଜ ବିଶେଷଜ୍ଞ ଡା. ପ୍ରେମାନନ୍ଦ ପଟ୍ଟନାୟକ ସ୍ୱାସ୍ଥ୍ୟ ପରାମର୍ଶ ପ୍ରଦାନ କରିଥିଲେ । ୭୦ରୁ ଉର୍ଦ୍ଧ୍ୱ ରୋଗୀଙ୍କ ବିଭିନ୍ନ ପ୍ରକାର ପରୀକ୍ଷା କରାଯାଇଥିଲା । ଲରେନ୍ସ ଆଣ୍ଡ ମେୟୋ ଆଇ ହସ୍ପିଟାଲ ଚକ୍ଷୁ ବିଭାଗ ଦଳ ଉପସ୍ଥିତ ରହି ପରୀକ୍ଷା କରିଥିଲେ । ଗାଲାକ୍ସି ସ୍ୱାସ୍ଥ୍ୟ ବୀମା କମ୍ପାନୀ ବ୍ୟବସାୟିକ ପରିଚାଳକ ବିଷ୍ଣୂପ୍ରସାଦ ମହାପାତ୍ର, ଏଜେନ୍ସି ସହଯୋଗୀ ବିଭୂତି ଭୂଷଣ ସ୍ୱାଇଁ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ । ବରିଷ୍ଠ ମୁଖ୍ୟ ମନୋରଞ୍ଜନ ଦାଶ ରୋଗୀ ଓ ରୋଗୀ ସମ୍ପର୍କିୟଙ୍କ ସହ ଆଲୋଚନା…

Read More

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଖୋଲିଲା କ୍ୟାନସର୍ ପରାମର୍ଶ କକ୍ଷ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି କ୍ୟାନସର୍ ପରାମର୍ଶ କକ୍ଷ ଉଦଘାଟିତ ହୋଇଯାଇଛି । ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି । ସ୍ପର୍ଶ ହସ୍ପିଟାଲ ଏବଂ ସ୍ୱାସ୍ଥ୍ୟ ବିଭାଗ ମିଳିତ ଆନୁକୁଲ୍ୟରେ ଏହି ପରାମର୍ଶ କକ୍ଷ ଖୋଲାଯାଇଥିବା ଜଣାପଡ଼ିଛି। ସପ୍ତାହର ପ୍ରତ୍ୟେକ ଶନିବାର ସ୍ପର୍ଶ ହସ୍ପିଟାଲରୁ କ୍ୟାନସର୍ ସ୍ପେଶାଲିଷ୍ଟ ଡାକ୍ତର ରୋଗୀଙ୍କୁ ଦେଖିବା ପାଇଁ ବ୍ୟବସ୍ଥା କରାଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ଦାଶଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ପର୍ଶ ହସ୍ପିଟାଲ ସିଏମଡି ଡା. ପ୍ରିୟବ୍ରତ ଧିର, ଡିଜିଏମ୍ ଅସିତ୍ କୁମାର ପ୍ରହରାଜ, ଜିଏମ୍ ସୈାମେନ୍ଦ୍ର ମିଶ୍ରଙ୍କ ସହ ସ୍ଥାନୀୟ କର୍ମଚାରୀ ରବୀନ୍ଦ୍ର କୁମାର ଦାଶ ପ୍ରମୁଖ ଉପସ୍ଥିତ ରହିଥିଲେ। ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ, ବୁଦ୍ଧିଜୀବୀ ଓ ଗଣମାଧ୍ୟମ…

Read More

ଇଟାମାଟି ଠାରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର

ନୟାଗଡ଼, (ନୟାଗଡ଼ ଦର୍ପଣ): ବଂଶୀଧର ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ ଫର ପିସ ଆଣ୍ଡ ଡେଭଲପମେଣ୍ଟ,, ଇଟାମାଟି, ନୟାଗଡ଼, ଏବଂ ଓଡ଼ିଶାର ନମ୍ବର ୱାନ ପେନକ୍ଲିନିକ ହେଲଥ ଭିଲେଜ ହସ୍ପିଟାଲ, ଭୁବନେଶ୍ୱର ମିଳିତ ଆନୁକୂଲ୍ୟରେ ସମାଜସେବୀ ମନୋଜ କୁମାର ସାହୁଙ୍କ ପରିଚାଳନାରେ ଆଶୀର୍ବାଦ କଲ୍ୟାଣ ମଣ୍ଡପ ଇଟାମାଟି ଠାରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହୋଇଯାଇଅଛି । ଏଥିରେ ହେଲଥ ଭିଲେଜ ହସ୍ପିଟାଲ ଭୁବନେଶ୍ୱରର ସିନିୟର ପ୍ରଫେସର ଡାକ୍ତର ଶୋଭନ କୁମାର ରଥଙ୍କ ନେତୃତ୍ୱରେ ଅଭିଜ୍ଞ ଡାକ୍ତର ପ୍ରତାପ କୁମାର ସିଂ (ଭେଷଜ ବିଶେଷଜ୍ଞ), ଡାକ୍ତର ରାଘବ ଲୋଚନ( ଯନ୍ତ୍ରଣା ନିବାରଣ ବିଶେଷଜ୍ଞ) ଏବଂ ଡାକ୍ତର ରାମକୃଷ୍ଣ ପାତ୍ର (ଯନ୍ତ୍ରଣା ଓ ଭୌତିକ ନିବାରଣ ବିଶେଷଜ୍ଞ)ଙ୍କ ଦ୍ୱାରା ସକାଳ ୯ଘଟିକା ଠାରୁ ଅପରାହ୍ନ ୨ଘଟିକା ପର୍ଯ୍ୟନ୍ତ ଇଟାମାଟି ପଞ୍ଚାୟତ ସମେତ ପାଖାପାଖି ସାତ ଗୋଟି ପଞ୍ଚାୟତରୁ ଆଣ୍ଠୁ ଗଣ୍ଠି…

Read More

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପରିଚାଳନା ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତିର ପରିଚାଳନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଯୋଗଦେଇ ସ୍ୱାସ୍ଥ୍ୟ ବିଭାଗର ସମସ୍ତ କାର୍ଯ୍ୟକ୍ରମର ସମୀକ୍ଷା କରି ସନ୍ତୋଷ ପ୍ରକାଶ କରିଥିଲେ। ଜିଲ୍ଲାର ଉନ୍ନତି ନିମନ୍ତେ ବିଭିନ୍ନ ଯୋଜନା ପାରିତ କରାଯାଇଥିବା ବେଳେ ତତ୍ ସଙ୍ଗେ ସଙ୍ଗେ ପୂର୍ବବର୍ଷ ଏବଂ ଚଳିତ ବର୍ଷର ବ୍ୟୟ ଅନୁମୋଦନ କରାଯାଇଥିଲା । ଏହି ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ଯୋଗ ଦେଇଥିଲେ । ଏହାକୁ ପରିଚାଳନା କରିଥିଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ସୁଶାନ୍ତ କୁମାର ଦାସ । ଡିପିଏମ ପ୍ରକାଶ ଚନ୍ଦ୍ର ବାନାର୍ଜି ବୈଠକ ପରିଚାଳନାରେ ସହଯୋଗ କରିଥିଲେ । ଏହି ସମୀକ୍ଷା ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ, ଲାଇନ…

Read More

ଯୁବ ସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନର ଶୁଭାରମ୍ଭ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ପରିଷଦର ସୃଜନ ସମ୍ମିଳନୀ କକ୍ଷରେ “ଯୁବ ସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନ” ଏକ ବୈଠକ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ସୁଶାନ୍ତ କୁମାର ଦାସ ପ୍ରମୁଖ ଯୋଗଦେଇଥିଲେ । ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଶାନ୍ତ କୁମାର ଦାସ ସ୍ୱାଗତ ଭାଷଣ ରଖିଥିଲେ। ଯୁବ ସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନ ଆଜି ନୟାଗଡ଼ ଜିଲ୍ଲାରେ ଶୁଭାରମ୍ଭ ହୋଇଛି । ଏହି ଅଭିଯାନ ଅକ୍ଟୋବର ୧୦ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୯ତାରିଖ ପର୍ଯ୍ୟନ୍ତ ଚାଲୁରହିବ। ଗ୍ରାମାଞ୍ଚଳରେ ଏହି କାର୍ଯ୍ୟକ୍ରମର ସଚେତନତା କାର୍ଯ୍ୟକ୍ରମ କରାଯିବ। ଏହି ଅଭିଯାନର କ୍ଷତିକାରକ…

Read More

ନଭେମ୍ବର ୩ରୁ ରୋଟାରୀ କ୍ଳବ୍ ତରଫରୁ ମାଗଣା କୃତ୍ରିମ ଅଙ୍ଗରୋପଣ ଶିବିର

ନୟାଗଡ଼, (ନୟାଗଡ଼ ଦର୍ପଣ): ରୋଟାରୀ କ୍ଲବ ନୟାଗଡ଼ ଏବଂ ରୋଟାରି କ୍ଲବ ଅଫ ବ୍ରହ୍ମପୁର ଇଷ୍ଟର ମିଳିତ ଆନୁକୂଲ୍ୟରେ, ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ,  ବିଜୁ ମହାବୀର ଫୁଟ୍ ସେଣ୍ଟର, ଖୋର୍ଦ୍ଧାଙ୍କ ସହଭାଗିତାରେ ନୟାଗଡ ରୋଟାରୀ କ୍ଲବ ପରିସରରେ ଭିନ୍ନକ୍ଷମଙ୍କ ପାଇଁ ମାଗଣାରେ କୃତ୍ରିମ ଅଙ୍ଗ ରୋପଣ ଶିବିର ଆୟୋଜନ କରାଯାଉଛି। ଏହି କ୍ରମରେ ନୟାଗଡଠାରେ ନଭେମ୍ବର ୩ରୁ ୭ପର୍ଯ୍ୟନ୍ତ ଆୟୋଜନ କରାଯିବ। ଏହି ଶିବିରରେ  କୃତ୍ରିମ ଅଙ୍ଗ ଯଥା -ଗୋଡ଼ ଓ ହାତ ସହ ଆଶା ବାଡି ଓ  ଶ୍ରବଣ ଯନ୍ତ୍ର ମାଗଣାରେ  ଯୋଗାଇଦିଆଯିବ। ଏହି ମହତ କାର୍ଯ୍ୟରେ ସମାଜର ସବୁ ବର୍ଗର ଜନ ସାଧାରଣଙ୍କୁ ସହଯୋଗ, କରିବା ପାଇଁ  ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଏହି ସାମ୍ବାଦିକ ସମ୍ମିଳନୀକୁ  ରୋଟାରୀ କ୍ଲବ ନୟାଗଡ଼ ର ସଭାପତି…

Read More