ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱଚ୍ଛ ନାରୀ ଓ ସଶକ୍ତ ପରିବାର ଅଭିଯାନର” ବୈଠକ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସ୍ବାସ୍ଥ୍ୟ ବିଭାଗର ସ୍ୱଚ୍ଛ ନାରୀ ଓ ସଶକ୍ତ ପରିବାର ଅଭିଯାନର” ବୈଠକ ଅନୁଷ୍ଠିତ ହେଇଥିଲା। ଏହି ଅଭିଯାନର ଆରମ୍ଭ ୧୭ ସେପ୍ଟେମ୍ବର ୨୦୨୫ ରୁ ୨ ଅକ୍ଟୋବର ୨୦୨୫ ପର୍ଯ୍ୟନ୍ତ  ଏହି କାର୍ଯ୍ୟକ୍ରମ କୁ ଲୋକ ଙ୍କ ପାଖରେ ସଠିକ୍ ଭାବରେ ପହଞ୍ଚାଇବା ତଥା ଜିଲ୍ଲା କୁ ରାଜ୍ୟ ସ୍ଥର ରେ ଏକ ଉତ୍ତମ ସ୍ଥାନ ରେ ପହଞ୍ଚାଇବା ଉପରେ ଜିଲ୍ଲାପାଳ ଜୋର୍ ଦେବା ସହିତ ସମସ୍ତ ସ୍ୱାସ୍ଥ୍ୟ ବିଭାଗ ର ଉପସ୍ଥିତ ଥିବା ଅଧିକାରୀ ଏବଂ ଅନ୍ୟ ବିଭାଗର ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବିଶେଷ କରି ସମସ୍ତ ବୟସ୍କର ମହିଳାମାନଙ୍କ ସ୍ବାସ୍ଥ୍ୟସେବା ପ୍ରଦାନ ତଥା 1. ପ୍ରାଥମିକ ସ୍ୱାସ୍ଥ୍ୟ ଯାଞ୍ଚ (Primary Health Screening):o ପ୍ରତ୍ୟେକ ବ୍ଲକ ଶିବିର ଆୟୋଜନ କରି ସ୍ୱାସ୍ଥ୍ୟ ଯାଞ୍ଚ ଏବଂ…

Read More

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସ୍ବାସ୍ଥ୍ୟ ବିଭାଗର ସମସ୍ତ ମୁଖ୍ୟ ବିତରଣୀୟ ଉପରେ ସମୀକ୍ଷା କରିବା ବୈଠକ ଅନୁଷ୍ଠିତ ହେଇଥିଲା। ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ର ବିଭିନ୍ନ  କାର୍ଯ୍ୟକ୍ରମ ସମୀକ୍ଷା କରିବା ସହିତ, ସମସ୍ତ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ସଠିକ୍ ଭାବରେ ପହଞ୍ଚାଇବା ତଥା ଜିଲ୍ଲାକୁ ରାଜ୍ୟସ୍ତରରେ ଏକ ଉତ୍ତମ ସ୍ଥାନରେ ପହଞ୍ଚାଇବା ଉପରେ ଜିଲ୍ଲାପାଳ ଜୋର୍ ଦେବା ସହିତ ସମସ୍ତ ସ୍ୱାସ୍ଥ୍ୟ ବିଭାଗର ଉପସ୍ଥିତ ଥିବା ଅଧିକାରୀମାନଙ୍କୁ ତାଗିତ କରିଥିଲେ। ବିଶେଷ କରି ତୃଣମୂଳ ସ୍ତରରେ ଯଥା ମମତା ଦିବସ, ଟୀକାକରଣ ଦିବସ ଆଦିକୁ ଉତ୍ତମ ରୂପେ ପରିଚାଳନା ପାଇଁ ଉଭୟ ଗୋଷ୍ଠୀ ତଥା ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କୁ ତଦାରଖ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାରେ ମାତୃ ଓ ଶିଶୁ ମୃତ୍ୟୁ ହ୍ରାସ କରିବା ପାଇଁ ଆଶା ତଥା ସ୍ବାସ୍ଥ୍ୟକର୍ମୀମାନଙ୍କୁ ଅନବରତ…

Read More

ବିଦ୍ୟାଳୟରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

ଓଡଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଲକ୍ ଆଞ୍ଚଳିକ ସାଧନକେନ୍ଦ୍ର ମଶାବାରୀ ଅନ୍ତର୍ଗତ ପନ୍ତିଖାରୀ ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ମଶାବାରୀରେ ପ୍ରଧାନ ଶିକ୍ଷକ ଭାବଗ୍ରାହୀ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ପ୍ରଣତି ମଞ୍ଜରୀ ଶର୍ମା, ହୋମିଓପ୍ୟାଥିକ ଡାକ୍ତର ଦେବୀ ପ୍ରସାଦ ପଣ୍ଡା ଓ ପ୍ରକୃତିବନ୍ଧୁ ଓ ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ରଞ୍ଜନ କୁମାର ଦାଶ ଉପସ୍ଥିତ ହୋଇ ପ୍ରଥମେ ଏକବୃକ୍ଷରେ ସମସ୍ତେ ଜଳଦାନ କରି ଠାକୁରଙ୍କ ନିକଟରେ ଧୂପ ଦୀପ ଅର୍ପଣ କରିଥିଲେ।ବିଦ୍ୟାଳୟର ଶିକ୍ଷାର୍ଥୀମାନେ ମୁଖସ୍ଥ ଶିବ ପଞ୍ଚାକ୍ଷର ମନ୍ତ୍ରଗାନ କରିଥିଲେ।ବରିଷ୍ଠ ଶିକ୍ଷୟିତ୍ରୀ ସୁରମା ଷଢଙ୍ଗୀ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ। ଡାକ୍ତର ଶର୍ମା ଶିକ୍ଷାର୍ଥୀଙ୍କୁ କଲେରା, ଡେଙ୍ଗୁ ଓ ମ୍ୟାଲେରିଆ ସମ୍ପର୍କରେ ବୁଝାଇବା…

Read More

ନବମ ବାର୍ଷିକ ଜିଲ୍ଲା ବ୍ୟାପି ସେବା ଉତ୍ସବ ଉଦଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସେବା ଉତ୍ସବ ସମିତି ଆନୁକୁଲ୍ୟରେ ନବମ ବାର୍ଷିକ ଜିଲ୍ଲା ବ୍ୟାପି ସେବା ମହୋତ୍ସବ ମହାସମାରୋହରେ ଉଦ୍ଘାଟିତ ହୋଇ ଯାଇଛି। ଏହି ଉଦ୍ଘାଟନୀ ଉତ୍ସବ ରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା l ଦୁଇଶହ ମିଟରର ଲମ୍ବ ବିଶାଳ ଏକ ବିଶାଳ ତ୍ରିରଙ୍ଗା ପତାକା ଶତାଧିକ ଯୁବକ ଯୁବତୀ ଏଥିରେ ସାମିଲ ହୋଇଥିଲେ । ଶହ ଶହ ଯୁବକ ଏହି ଯାତ୍ରା ରେ ଯୋଗ ଦେଇ ଦେଶପ୍ରେମ ରେ ଉଦଭାସିତ ହୋଇଥିଲେ। ପ୍ରବଳ ବର୍ଷା ସତ୍ତ୍ୱେ ଯୁବକ ମାନଙ୍କ ସ୍ଵରରେ ଏବଂ ଦେଶପ୍ରେମ ନାରାରେ ଚତୁର୍ଦ୍ଦିଗ ପ୍ରକମ୍ପିତ ହୋଇଥିଲା। ଦେଶସେବା ପାଇଁ ଏ ସେବା ଉତ୍ସବ ର ନିଆରା ପ୍ରୟାସ ଅତ୍ୟନ୍ତ ହୃଦୟସ୍ପର୍ଶୀ ହୋଇଥିଲା। ନୟାଗଡ଼ ସେବା ଉତ୍ସବ ସମିତି ର ଅଧ୍ୟକ୍ଷ ଶିବରାମ ମହାପାତ୍ର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ…

Read More

ରୋଟାରୀ କ୍ଲବ ନୟାଗଡ଼ ତରଫରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଏବଂ ଚଷମା ବଣ୍ଟନ କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ରୋଟାରୀ କ୍ଲବ ନୟାଗଡ଼ ଏବଂ ରୋଟାରୀ ଚକ୍ଷୁ ଚିକିତ୍ସାଳୟ ଭୁବନେଶ୍ୱର ର ମିଳିତ ସହଯୋଗରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଏବଂ ମାଗଣା ଚଷମା ବଣ୍ଟନ କାର୍ଯ୍ୟକ୍ରମ ଓଡ଼ଗାଁ ବ୍ଲକ ଆରଡା ପଞ୍ଚାୟତର କେନ୍ଦୁପଲ୍ଲୀ ଗାଁ’ରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରଟି ରୋଟାରୀ କ୍ଲବର ପୂର୍ବତନ ସଭାପତି ରୋଟାରିଆନ ଶ୍ରୀକାନ୍ତ ଖଟେଇଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସରପଞ୍ଚ ସୁନିତା ସାହୁ ଓ କେନ୍ଦୁପଲ୍ଲୀ ଗାଁ’ର ସଭାପତି ରାଜକିଶୋର ନାୟକ ଓ ସଂପାଦକ ପ୍ରମୋଦ ପ୍ରଧାନ ଯୋଗଦେଇଥିଲେ। ଅଧ୍ୟକ୍ଷ ଶ୍ରୀ ପଟ୍ଟନାୟକ ରୋଗୀମାନଙ୍କୁ ଚଷମା ବଣ୍ଟନ କରିବା ସହ ସେମାନଙ୍କ ସହ ତାଙ୍କର ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ । ଏହି…

Read More

ଇଟାମାଟିରେ ସାଇ ସିଦ୍ଧି ଫାଉଣ୍ଡେସନ ତରଫରୁ ମାଗଣା ସ୍ବାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ

ଇଟାମାଟି, (ନୟାଗଡ଼ ଦର୍ପଣ): ସାଇସିଦ୍ଧି ଫାଉଣ୍ଡେସନ ତରଫରୁ ଆୟୋଜିତ ନିଃଶୁକ୍ଳ ସ୍ବାସ୍ଥ୍ୟ ସେବା ଶିବିର ନୟାଗଡ଼ ବ୍ଲକ ଇଟାମାଟି ଇଣ୍ଡୋର ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସ୍ୱାସ୍ଥ୍ୟ ଶିବିରରେ ପ୍ରାୟ ୩୦୦ରୁ ଅଧିକ ଲୋକଙ୍କୁ ମାଗଣାରେ ଔଷଧ ସହ ନିଶୁଳ୍କ ଫିସିଓଥେରାପି ସେବା ଯୋଗାଇ ଦିଆଯାଇଥିଲା। ଆଗାମୀ ଦିନରେ ସାଇସିଦ୍ଧି ଫାଉଣ୍ଡେସନ ତରଫରୁ ଯଥାସମ୍ଭବ ଜନସେବା ମୂଳକ କାର୍ଯ୍ୟ ହାତକୁ ନିଆଯିବ ବୋଲି ସାଇସିଦ୍ଧି ଫାଉଣ୍ଡେସନର ଫାଉଣ୍ଡର ସାଇ ଶୁଭମ୍ କହିଛନ୍ତି। ମେଡ଼ିସିନ ବିଭାଗ ଡାକ୍ତର ବିଶ୍ୱଜିତ୍ ମହାନ୍ତି, ଶିଶୁ ବିଭାଗ ଡାକ୍ତର ଶୁଭ ସନ୍ଦୀପ ମହାନ୍ତି, ଅସ୍ଥିଶଲ୍ୟ ବିଶେଷଜ୍ଞ ଡାକ୍ତର ଦିଲ୍ଲିପ ନାୟକ,  ସର୍ଜରୀ ବିଭାଗ ଡାକ୍ତର ଅଂଶୁମାନ ରଥଙ୍କ  ଭଳି ଅଭିଜ୍ଞ ଡାକ୍ତରଙ୍କ ଦ୍ଵାରା ଚିକିତ୍ସା କରାଯାଇଥିଲା। ଦିବ୍ୟରଞ୍ଜନ ମିଶ୍ରଙ୍କ ଦ୍ଵାରା ଫିଜିଓଥେରାପି ସେବା ପ୍ରଦାନ କରାଯାଇଥିଲା। ଫାର୍ମାସୀ ମନୋଜ କୁମାର ପଣ୍ଡାଙ୍କ…

Read More

ସାମ୍ବାଦିକ ଭବନରେ ରକ୍ତଦାନ ଶିବିର, ୭୫ ୟୁନିଟ ସଂଗ୍ରହ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସାମ୍ବାଦିକ ଭବନ ପରିସରରେ ଆଜି ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ଭବନ ଓ ରୋଟାରୀ କ୍ଲବ ସହଭାଗିତାରେ ଅନୁଷ୍ଠିତ ଏହି ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିବା ସହ ପ୍ରଥମ ରକ୍ତଦାତା ଭାବେ ରକ୍ତଦାନ କରିଥିଲେ । ତାଙ୍କ ଜୀବନର ଏହା ୫୦ ତମ ରକ୍ତଦାନ ବୋଲି ସେ ସୂଚନା ଦେଇଥିଲେ । ଅନ୍ୟତମ ଅତିଥି ଭାବେ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ଦାଶ ଏବଂ ସମାଜସେବୀ ଦାମୋଦର ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସରୋଜ କୁମାର ରଣସିଂ ଯୋଗ ଦେଇଥିଲେ। ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ର, କାର୍ଯ୍ୟକାରୀ ସମ୍ପାଦକ ଅନୀଲ କୁମାର ପଣ୍ଡା, ରୋଟାରୀ କ୍ଲବ ସଭାପତି ଶ୍ରୀକାନ୍ତ କୁମାର…

Read More

ପୋଲିସର ନିଷ୍କ୍ରିୟତା ଅଭିଯୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ନୀରବ ପ୍ରତିବାଦ

ନୟାଗଡ଼, (ନୟାଗଡ଼ ଦର୍ପଣ):  ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରମାନେ ଅଭିନବ ଉପାୟରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସ୍ତ୍ରୀ ଓ ପ୍ରସୂତି ବିଭାଗ ଡା. ରବୀନ୍ଦ୍ର ନାଥ ସାହୁଙ୍କୁ ଡ୍ୟୁଟି ସମୟରେ ଆକ୍ରମଣ ହୋଇଥଲା। ଯଦି ଓ ପ୍ରସୂତି ମହିଳାଙ୍କ ମୃତ୍ୟୁ ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି କିନ୍ତୁ ଜଣେ ଡାକ୍ତର ଡ୍ୟୁଟିରେ ଥିବାବେଳେ ତାଙ୍କୁ ଆକ୍ରମଣ କରିଥିବା ଆକ୍ରମଣକାରୀଙ୍କୁ ପୋଲିସ ଆଜି ପର୍ଯ୍ୟନ୍ତ ଗିରଫ କଲାନାହିଁ କାହିଁକି ବୋଲି ପ୍ରଶ୍ନ କରିଛନ୍ତି ଆନ୍ଦୋଳନ ରତ ଡାକ୍ତର। ପୋଲିସର ଏ ଟାଳଟୁଳ ନୀତି ଅବଲମ୍ବନ ପାଇଁ ଆଜି ମୁଖ୍ୟ ଚିକିତ୍ସାଳୟରେ କଳା ବ୍ୟାଚ ପିନ୍ଧି ପ୍ରତିବାଦ କରିଥିଲେ ସମସ୍ତ ଡାକ୍ତର। ସମ୍ପୃକ୍ତ ଡାକ୍ତରଙ୍କ ନିଲମ୍ବନ ପ୍ରତ୍ୟାହାର କରି ଏକ ନିରପେକ୍ଷ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯାଉ। ସେଥି ପାଇଁ ଆଜି ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ପରିସରରେ ଜିଲ୍ଲା ସଭାପତି…

Read More

ଡାକ୍ତରଙ୍କ ବିଶୃଙ୍ଖଳିତ ଆଚରଣ ଏବଂ କର୍ତ୍ତବ୍ୟରେ ଅବହେଳା ପାଇଁ ଗିରଫ କରାଯାଉ: ଜିଲ୍ଲା କଂଗ୍ରେସ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏକ ଅପ୍ରତ୍ୟାଶ୍ରିତ ଘଟଣାକ୍ରମରେ ଦାୟିତ୍ୱରେ ଥିବା ସ୍ତ୍ରୀ ରୋଗ ବିଶେଷଜ୍ଞଙ୍କ ଅବହେଳା ଜନିତ ଠିକଣା ସମୟରେ ଉପଯୁକ୍ତ ଚିକିତ୍ସା ଅଭାବରୁ ଆସନ୍ନ ପ୍ରସବା ମହିଳା ଏବଂ ତାଙ୍କ ଗର୍ଭସ୍ଥ ଶିଶୁର ଅକାଳ ମୃତ୍ୟୁ ନୟାଗଡ ମୁଖ୍ୟ ଚିକିତ୍ସାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଥିବା ପ୍ରମାଣ ହୋଇଛି। ସମ୍ପୃକ୍ତ ଡାକ୍ତରଙ୍କ ବିଶୃଙ୍ଖଳିତ ଆଚରଣ ଏବଂ କର୍ତ୍ତବ୍ୟରେ ଅବହେଳା ପାଇଁ ଏଭଳି ଅଭାବନୀୟ କାଣ୍ଡ ଘଟିଛି ଯାହାକି ଭାରତୀୟ ନ୍ୟାୟ ସଂହିତା ଅନୁସାରେ ସମ୍ପୃକ୍ତ ଡାକ୍ତରଙ୍କ ବିରୁଦ୍ଧରେ ହତ୍ୟା ମୋକଦ୍ଦମା ରୁଜ୍ଜୁ କରାଯାଇ ତାଙ୍କୁ ତୁରନ୍ତ ଗିରଫ କରିବା ପାଇଁ ସ୍ଥାନୀୟ କଂଗ୍ରେସ ନେତା ବରିଷ୍ଠ ଆଇନଜୀବୀ ରଣଜିତ ଦାଶ, ଜିଲ୍ଲା କଂଗ୍ରେସ ସଂଯୋଜକ ସତ୍ୟବ୍ରତ ନାୟକ ଏବଂ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଶିବରଞ୍ଜନ ସାହୁ ପ୍ରମୁଖ ମିଳିତ ପ୍ରେସ ବିବୃତିରେ…

Read More

ନୟାଗଡ଼ ଜିଲ୍ଲାରେ ଆୟୁଷ୍ମାନ ଭାରତ ଜନସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନର ଶୁଭାରମ୍ଭ

ନୟାଗଡ଼, (ନୟାଗଡ଼ ଦର୍ପଣ): ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନାକୁ ବାମନ ଅବକାଶ ଉଚ୍ଚବିଦ୍ୟାଳୟ ପରିସରରେ ରାଜସ୍ଵ ଓ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଉପସ୍ଥିତିରେ ଜିଲ୍ଲାସ୍ତରୀୟ ଉଦ୍‌ଘାଟନ ହୋଇଯାଇଛି। ମାନ୍ୟବର ମନ୍ତ୍ରୀ ପତାକା ଦେଖାଇ ପ୍ରଚାର ରଥ ଶୁଭାରମ୍ଭ କରିଥିଲେ।  ଏହି ଉତ୍ସବରେ ବହୁ ଆକାଂକ୍ଷୀତ ସମନ୍ୱିତ ଯୋଜନାର ଲାଭ ଓଡିଶାବାସୀ ବିଶେଷକରି ବରିଷ୍ଠ ନାଗରିକମାନଙ୍କ ପାଇଁ ଡାକ୍ତରୀ ପରୀକ୍ଷା, ଚିକିତ୍ସା ଏବଂ ପରାମର୍ଶ ବିନା ମୂଲ୍ୟରେ ଉପଲବ୍ଧ ହେବ ବୋଲି ମତପୋଷଣ କରିଥିଲେ । ମାନ୍ୟବର ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିଲେ ଯେ,ଓଡ଼ିଶାର ସାଢ଼େ ତିନିକୋଟି ଓଡ଼ିଆଙ୍କର ଏବଂ ଓଡ଼ିଶାର ମାଆମାନଙ୍କର ପଇସା ପାଇଁ ଚିନ୍ତା କରିବାକୁ ପଡ଼ିବ ନାହିଁ । କେବଳ ଓଡ଼ିଶା ନୁହେଁ  ଭାରତବର୍ଷର ସମସ୍ତଙ୍କ ସ୍ୱାସ୍ଥ୍ୟ…

Read More