ନୟାଗଡ ପୁରୁଣା ସହରରେ ୧୭ ଲକ୍ଷ ଟଙ୍କା ବ୍ୟୟରେ ବ୍ୟାୟାମଶାଳାକୁ ସମର୍ପିତ କଲେ ମନ୍ତ୍ରୀ

ନୟାଗଡ଼,(ନୟାଗଡ ଦର୍ପଣ): ନୟାଗଡ଼ ପୁରୁଣା ସହର ଦକ୍ଷିଣ କାଳି ମନ୍ଦିର ନିକଟରେ ଅତ୍ୟାଧୁନିକ ବ୍ୟାୟାମଶାଳା ଉଦଘାଟିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଯୋଜନା, ସମନ୍ୱୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ, ପ୍ରାଣୀ ସମ୍ପଦ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଏହାର ଶୁଭ ଉଦଘାଟନ କରିଛନ୍ତି । ଏହି ବ୍ୟାୟାଶାଳାରେ ମୋଟ ୧୭ ଲକ୍ଷ ଟଙ୍କା ବ୍ୟୟ କରାଯାଇ ଅତ୍ୟାଧୁନିକ ବୈଦ୍ୟୁତିକ ସରଞ୍ଜାମ ପ୍ରୟୋଗ କରାଯାଇଥିବା ଜଣାପଡିଛି। ଉକ୍ତ ଉତ୍ସବରେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ.ପୋମା ଟୁଡୁ ଯୋଗ ଦେଇଥିବା ବେଳେ, ପୌର ପରିଷଦର ନିର୍ବାହି ଅଧିକାରୀ ସନ୍ତୋଷ କୁମାର ଯେନା ଉପସ୍ଥିତ ରହିଥିଲେ । ନୟାଗଡ଼ ପୁରୁଣା ସହରର ଟାଇଗର କ୍ଲବର ସମସ୍ତ…

Read More

ଭର୍ଚୁଆଲ ମୋଡ଼ରେ ଆନ୍ତର୍ଜାତୀୟ ଟାଇକୋଣ୍ଡ ପ୍ରତିଯୋଗିତା

ନୟାଗଡ଼,(ନୟାଗଡ ଦର୍ପଣ): ଓଡ଼ିଶା ଟାଇକୋଣ୍ଡ ସଂଘ, ପୁରୀ, ଭାରଡ ଓ ଥାଇଲାଣ୍ଡ ସ୍ଥିତ ହିରୋଜ୍ ଟାଇକୋଣ୍ଡ ସଂଗଠନ, ଯୁଗ୍ମ ଭାବେ ପ୍ରଥମ ବିଶ୍ବସ୍ତରୀୟ ଟାଇକୋଣ୍ଡ ଭର୍ଚୁଆଲ ଆନ୍ତର୍ଜାତିୟ ପ୍ରତିଯୋଗିତା ୨୦୨୧ ଅନୁଷ୍ଠିତ କରୁଛନ୍ତି । ଏହା ତା ୨୨ ଡିସେମ୍ବର ୨୦୨୧ ଠାରୁ ତା ୨୭ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ଚାଲିବ, ଏଥିରେ ଦୁଇ ପ୍ରକାରର ପ୍ରତିଯୋଗିତା ଅନୁଷ୍ଠିତ ହେଉଛି । ପ୍ରଥମ ଟି ହେଲା ପୁମସେଇ (ପ୍ରୟୋଗ) ଓ ଅନ୍ଯଟି ଦୃତ ଗୋଡ ଦ୍ବାରା ପ୍ରହାର ପ୍ରତିଯୋଗିତା । ଏହାକୁ ଆନ୍ତର୍ଜାତୀୟ ସ୍ତରରେ ପରିଚାଳନା କରିବା ପାଇଁ ଥାଇଲାଣ୍ଡ ସ୍ଥିତ ଜି.ଏମ.ଏ.ସି. ସିଷ୍ଟମର ସହାୟତା ନିଆଯାଇଛି । ଏଥିରେ ବିଶ୍ୱର ୧୪ ଟି ଦେଶର ପ୍ରାୟ ୯୯୬ ଜଣ ପ୍ରତିଯୋଗୀ ଉଭୟ ପୁମସେଇ ଓ ଦୃତ ଗୋଡ ଦ୍ବାରା ପ୍ରହାର ରେ ଭାଗ ନେଇଛନ୍ତି ।…

Read More

ଶୀତଦିନେ ମାଛ ପରି ହୋଇଯାଉଛି କି ଚର୍ମ, ଆପଣାନ୍ତୁ ଏହି ଉପଚାର

ଶୀତ ଋତୁ ଆସି ଯାଇଛି ଏପରି ପରିସ୍ଥିତିରେ ଚର୍ମର ଶୁଷ୍କତା ବହୁ ମାତ୍ରାରେ ଦେଖାଯାଏ। ବେଳେବେଳେ ଏହି ଶୁଷ୍କତା ଏତେ ବଢିଯାଏ ଯେ, ମାଛ ପରି ଆମ ଚର୍ମ ଦେଖାଯିବା ଆରମ୍ଭ କରେ। ଏଭଳି ସ୍ଥିତିରେ, ଶୀତଦିନେ ଆପଣଙ୍କ ଚର୍ମର ଯତ୍ନ ନେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ପ୍ରକାରର ଚର୍ମକୁ ଫିସ ସ୍କେଲ ସ୍କିନ ମଧ୍ୟ କୁହାଯାଏ। ଯଦି ଆପଣ ମଧ୍ୟ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି, ତେବେ ଆମେ ଆପଣଙ୍କୁ ଏପରି କିଛି ଟିପ୍ସ କହିବାକୁ ଯାଉଛୁ ଯାହା ଦ୍ଵାରା ଆପଣ ଏହି ସମସ୍ୟାରୁ ମୁକ୍ତି ପାଇପାରିବେ। ସେହି ଟିପ୍ସଗୁଡ଼ିକ ହେଉଛି- ଫିସ ସ୍କେଲ ସ୍କିନର ଏହା ହେଉଛି ଲକ୍ଷଣ: – ଫିସ ସ୍କେଲ ସ୍କିନ ଦ୍ଵାରା ଚର୍ମ ବହୁତ ଶୁଷ୍କ ହୋଇଯାଏ ଏବଂ ମାଛର ବାହ୍ୟ ପୃଷ୍ଠ ପରି ଦେଖାଯାଏ। – ଏହା ସହିତ…

Read More

ଅଦାଲତ ପରିସରରେ ବିଶ୍ୱ ଏଡ୍ସ ଦିବସ ପାଳିତ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡ଼ଗାଁ ତାଲୁକା ଦେଓ୍ଵାନି ଓ ଫୌଜଦାରୀ ଅଦାଲତ ପରିସରରେ ବିଶ୍ୱ ଏଡ୍ସ ଦିବସ ପାଳିତ ହୋଇଯାଇଛି। ଏଥିରେ ଗ୍ରାମ ନ୍ୟାୟାଳୟ ନ୍ୟାୟାଧୀଶ ସୁଧାବାଈ ଅଗ୍ରୱାଲ ସଭା ମଣ୍ଡନ କରିଥିଲେ। ସିନିଅର ସିଭିଲ ଜଜ୍ କମ୍ ଆସିଷ୍ଟାଣ୍ଡ ସେସନ ଜଜ୍ ନ୍ୟାୟାଧୀଶ ଶୁଭାଶିଷ ଗିରି ଏଡ୍ସ ସଚେତନତା ବିଷୟରେ ତଥା ଆଇନଗତ କାର୍ଯ୍ୟଧାରା ଏବଂ ବିଶ୍ୱ ଏଡ୍ସ ଦିବସ ଉପରେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ। ସାମାଜିକ କର୍ମୀ ତଥା ପରିବେଶ ସାଥି ସୁକାନ୍ତ ଚନ୍ଦ୍ର ଚୌଧୁରୀ ଓଡ଼ିଶାର ପ୍ରଥମ HIV ଚିହ୍ନଟ ବ୍ୟକ୍ତି ଉପରେ ଟିପ୍ପଣୀ ରଖି ସେମାନଙ୍କୁ ଘୃଣା ନକରିବା ପାଇଁ କହିଥିଲେ। ଆମ ଅଞ୍ଚଳର ଏଡ୍ସ ପ୍ରପୀଡ଼ିତ ପରିବାରର ଅନାଥ ଛୁଆଙ୍କୁ ସେ କିଭଳି ସହାୟତାର ହାତ ବଢ଼ାଇ ଅଛନ୍ତି ତାହା ନିଜ ଅଭିଭାଷଣରେ ରଖିଥିଲେ। ବାର ଆସୋସିଏସନର ସଭାପତି ଓକିଲ…

Read More

ନୟାଗଡ଼ ସ୍ୱଂୟ ଶାସିତ ମହାବିଦ୍ୟାଳୟରେ ମାଗଣା ସ୍ୱାସ୍ଥ୍ୟ ଶିବିର

ଉନ୍ନତମାନର ଚିକିତ୍ସା ସୁବିଧା ପାଇଲେ ୨ ହଜାର ରୋଗୀ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ବିଶାଳ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନ, ସ୍ୱାସ୍ଥ୍ୟ ବିଭାଗ ଏବଂ ଇଫକୋ ସହାୟତା କରିଛନ୍ତି । ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟରେ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିବା ବେଳେ ୨ ହଜାରରୁ ଉର୍ଦ୍ଧ୍ୱ ଲୋକ ବହୁ ଦକ୍ଷ ଚିକିତ୍ସକଙ୍କଠାରୁ ଚିକିତ୍ସା ସୁବିଧା ପାଇ ପାରିଛନ୍ତି । ୧୨ଟି ସ୍ୱାସ୍ଥ୍ୟ ସମ୍ପର୍କିତ ବିଭାଗ ପାଇଁ ୨୧ ଜଣ ଡାକ୍ତର ଶିବିରରେ ଯୋଗ ଦେଇଥିଲେ । ମୁଖ୍ୟତଃ ଆମ୍ରି ହସ୍ପିଟାଲର ୯ ଜଣ ଡାକ୍ତର ଯୋଗ ଦେଇ ଚିକିତ୍ସା ସୁବିଧା ଯୋଗାଇ ଦେଇଥିଲେ…

Read More

ମାଗଣା ସ୍ୱାସ୍ଥ୍ୟ ଶିବିର ପାଇଁ ଚୂଡ଼ାନ୍ତ ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ବିଶାଳ ମାଗଣା ସ୍ୱାସ୍ଥ୍ୟ ଶିବିର ରବିବାର ଅନୁଷ୍ଠିତ ହେବ। ଏଥିପାଇଁ ଆଜି ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସଭାଗୃହରେ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଅରୁଣ ମହାନ୍ତି, ମହାବିଦ୍ୟାଳୟ ଅଧ୍ୟକ୍ଷ ସୁରେଶ ପ୍ରଧାନ ଯୋଗ ଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ମନ୍ତ୍ରୀ ଡ. ସାହୁ ତାଙ୍କ ବକ୍ତବ୍ୟରେ ମାଗଣା ସ୍ୱାସ୍ଥ୍ୟ ଶିବିର ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ ସ୍ୱେଚ୍ଛାସେବୀ ମନବୃତ୍ତି ବୃଦ୍ଧି ପାଇଁ କାର୍ଯ୍ୟକ୍ରମର ଆବଶ୍ୟକତା ଥିବା କହିଛନ୍ତି । ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଆୟୋଜିତ ଏହି ସ୍ୱାସ୍ଥ୍ୟ ଶିବିରରେ…

Read More

“ସେବା” ପରିସରରେ ସ୍ୱଚ୍ଛତା ପକ୍ଷ ପାଳନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ସେବା” ପରିସରରେ ଆଜି ସ୍ୱଚ୍ଛତା ପକ୍ଷ ପାଳନ ହୋଇଯାଇଛି । ରାଜ୍ୟ ସମାଜ ମଙ୍ଗଳ ବୋର୍ଡଙ୍କ ପରାମର୍ଶ କ୍ରମେ ସ୍ୱଚ୍ଛତା ପକ୍ଷ ପାଳନର ଶୁଭାରମ୍ଭ ହୋଇଅଛି । “ସେବା”ର ସାଧାରଣ ସମ୍ପାଦକ ଅମରେନ୍ଦ୍ର କୁମାର ଦାସ ପରିଜାଙ୍କ ନେତୃତ୍ୱରେ ତଥା “ସେବା” ପରିବାର ପରାମର୍ଶ କେନ୍ଦ୍ର ଓ ‘ସେବା ସୁଧାର ଗୃହ’ର ମିଳିତ ଉଦ୍ୟମରେ ଆୟୋଜିତ ଏହି ଉତ୍ସବରେ ସେବା ଅନୁଷ୍ଠାନର ବିଭିନ୍ନ ପ୍ରକଳ୍ପରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଓ ଅନ୍ତେବାସୀ ମାନଙ୍କୁ ସ୍ୱଚ୍ଛତାର ଶପଥ ପାଠ କରାଇବା ସହ ସମସ୍ତ କର୍ମଚାରୀ ଓ ଅନ୍ତେବାସୀ ସେବା ପରିସରକୁ ସଫା କରିଥିଲେ। ମାନସିକ ଅନଗ୍ରସର ଶିଶୁ ମାନଙ୍କ ଦ୍ବାରା ଲଗା ଯାଇଥିବା ଫଳ ବଗିଚାରେ ନୂତନ ଚାରା ରୋପଣ ସହ ବଗିଚା ସଫା ଓ ନିକଟସ୍ଥ ରାସ୍ତାର ଉଭୟ ପାର୍ଶ୍ୱ…

Read More

ଗାଁ’ଗାଁକୁ ଗଡ଼ିଲା ପ୍ରଚାର ଗାଡି

ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ରାଜସୁନାଖଳା,(ନୟାଗଡ଼ ଦର୍ପଣ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ଟୀକାକରଣ ଅଭିଯାନ କାର୍ଯ୍ୟକ୍ରମ ପାଇଁ ଆଜି ଗାଁ ଗାଁକୁ ଗଡ଼ିଛି ପ୍ରଚାର ଗାଡି। ଆଗାମୀ ୧୫ ଡିସେମ୍ବର ୨୦୨୧ ଠାରୁ ପ୍ରତ୍ୟେକ ସ୍ୱାସ୍ଥ୍ୟ କେନ୍ଦ୍ରରେ ୩ମାସ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ଏବଂ ୭ଟି କାର୍ଯ୍ୟ ଦିବସରେ ଏହି ସ୍ୱତନ୍ତ୍ର ଟୀକାକରଣ ଅଭିଯାନ କାର୍ଯ୍ୟକ୍ରମ କରାଯିବା ନିମନ୍ତେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଥିବା ବେଳେ ଏ ନେଇ ଆଜି ନୟାଗଡ଼ ଜିଲ୍ଲାର ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଏକ ସୁସଜ୍ଜିତ ପ୍ରଚାର ଗାଡ଼ି ରାଜସୁନାଖଳା ସଂଲଗ୍ନ ବିଭିନ୍ନ ଅଞ୍ଚଳ ପରିକ୍ରମା କରିଛି। ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଏହି…

Read More

ନୟାଗଡ଼ ଜିଲ୍ଲାରେ ନଭେମ୍ବର ୧୫ରୁ ସ୍ୱତନ୍ତ୍ର ଟୀକାକରଣ ଅଭିଯାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସମସ୍ତ ସବ-ସେଣ୍ଟର, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଚଳିତ ମାସ ୧୫ ତାରିଖରୁ ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ଅନୁଷ୍ଠିତ ହେବ । ଜନ୍ମରୁ ୫ ବର୍ଷ ବୟସ ପର୍ଯ୍ୟନ୍ତ ସମସ୍ତ ଶିଶୁଙ୍କୁ ବିଭିନ୍ନ ପ୍ରକାର ଟୀକା ଦିଆଯିବ । ମହାମାରୀ କୋଭିଡ ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ଶିଶୁମାନଙ୍କ ନିମନ୍ତେ ନିୟମିତ ଟୀକାଦାନକୁ ଗୁରୁତ୍ୱ ଦିଆଯାଇଛି । ଏହାଦ୍ୱାରା ଜନ୍ମରୁ ୫ ବର୍ଷ ବୟସ ପର୍ଯ୍ୟନ୍ତ କୌଣସି ଶିଶୁ ଟୀକାକରଣରୁ ବଞ୍ଚିତ ହେବେନାହିଁ । ଜନ୍ମରୁ ୫ ବର୍ଷ ବୟସ ପର୍ଯ୍ୟନ୍ତ ଥିବା ଶିଶୁଙ୍କ ପରିବାରକୁ ଏ ସମ୍ପର୍କରେ ସଚେତନ କରାଇବା ପାଇଁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ମାନ ଗ୍ରହଣ କରାଯାଇଛି । ମାଇକରେ ପ୍ରଚାର, ପୋଷ୍ଟର, ଲିଫଲେଟ…

Read More

ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାୟାକଳ୍ପ ପୁରସ୍କାର ବିତରଣୀ ଉତ୍ସବ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଗୃହ ପରିଷ୍କାର ପରିଚ୍ଛନ୍ନ ସହିତ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଉତ୍ତମ ରୋଗୀ ସେବା ଏବଂ ସ୍ୱଚ୍ଛତା କ୍ଷେତ୍ରରେ ଉଲ୍ଲେଖନୀୟ କୃତିତ୍ୱ ହାସଲ କରିଥିବାରୁ ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ମିଳିଥିବା କାୟାକଳ୍ପ ପୁରସ୍କାର ୨୦୨୦-୨୧ ଅବସରରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପୁରସ୍କାର ବିତରଣ ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଶକ୍ତି ପ୍ରସାଦ ମିଶ୍ର ,କାୟାକଳ୍ପ ମ୍ୟାନେଜର ସନତ୍ ମହାପାତ୍ର, କିଶୋର ଦାସ, ତ୍ରିଶୂଳ ରାଉଳ, ସମ୍ମାନିତ ଅତିଥିଭାବେ ଜିଲ୍ଲା ପରିଷଦ ସଭ୍ୟ ଲୋକନାଥ ସାହୁ, ବ୍ଲକ ଉନ୍ନୟନ ଅଧିକାରୀ ସ୍ୱାତିଲେଖା ଦାସ, ତହସିଲଦାର ବିଜେୟିତା ସାମନ୍ତସିଂହାର , ଏନ୍.ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ୱାତି ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଏହି ଉତ୍ସବରେ ଡା. ମିଶ୍ର ସୁସ୍ଥ ସମାଜ ଗଠନ ପାଇଁ ସ୍ୱଚ୍ଛତା ନିହାତି ଆବଶ୍ୟକ ଓ…

Read More