ଗ୍ରୀନକ୍ଲବ ପକ୍ଷରୁ ଶିଶୁ ଉତ୍ସବ ‘ଅଙ୍କୁରାୟନ’ ଉଦ୍ଘାଟିତ

ନନ୍ଦିଘୋର, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶରଣକୁଳ ନିକଟବର୍ତ୍ତୀ ହରିହରପୁର ଗ୍ରୀନକ୍ଲବ ତରଫରୁ ଗ୍ରୀନ ପାର୍କ ପରିସର ମଧ୍ୟରେ ଶିଶୁ ଉତ୍ସବ ‘ଅଙ୍କୁରାୟନ’ ଉଦ୍ଘାଟିତ ହୋଇଯାଇଛି। କ୍ଲବର ସଭାପତି ବିଭୁ ପ୍ରସାଦ ମିଶ୍ରଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଶରଣକୁଳ ଅଞ୍ଚଳରେ କୁନୁ କୁନି ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏକ ନୂତନ ସମ୍ଭାବନାର ଅୟରାରମ୍ଭ କରିଛି। ଆଜିର ଉଦଘାଟନୀ ଉତ୍ସବରେ ଅତିଥିଭାବେ ଯୋଗ ଦେଇଥିଲେ ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ବିଭାଗର ପ୍ରାକ୍ତନ ମୁଖ୍ୟ ଡ.ଗୋବିନ୍ଦ ଚନ୍ଦ୍ର ଦାଶ, ଭୁବନେଶ୍ଵର ଲ’ କଲେଜର ଅଧ୍ୟକ୍ଷ ଡ.ଗିରୀଶ ରଂଜନ ସାହୁ, ସମାଜସେବୀ ତଥା ଜ୍ଞାନାଲୋକ ଟ୍ରଷ୍ଟ ଭୁବନେଶ୍ଵରର ଅଧ୍ୟକ୍ଷ ଡ.ପ୍ରଦୀପ କୁମାର ସାହୁ, ପରିବେଶ ପ୍ରେମୀ ସୁବାଷ ଚନ୍ଦ୍ର ନାୟକ ଓ ପରିବେଶବିତ୍ କବି ଡ.ସୁରେଶ ଚନ୍ଦ୍ର ବରାଡ଼। ବିଭୁ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…

Read More

‘ସଙ୍ଗୀତଧାରା’ ପକ୍ଷରୁ ଭକ୍ତି ସଙ୍ଗୀତ ପ୍ରତିଯୋଗିତା

ଖଣ୍ଡପଡ଼ା, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ‘ସଙ୍ଗୀତଧାରା’ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜୋନସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଖଣ୍ଡପଡା ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଖଣ୍ଡପଡ଼ା ଏବଂ ଭାପୁର ବ୍ଲକର ପ୍ରତିଯୋଗୀ ମାନଙ୍କୁ ନେଇ ଅନୁଷ୍ଠିତ ଜୋନ୍ ସ୍ତରୀୟ ପ୍ରତିଯୋଗିତାକୁ ମୁଖ୍ୟଅତିଥି ଭାବେ ବିଶିଷ୍ଟ ଚିତ୍ରଶିଳ୍ପୀ ଲଡୁକିଶୋର ସିଂ ସାମନ୍ତ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ସହିତ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ । ଅନୁଷ୍ଠାନର ସଭାପତି ଡ.ବିଜୟ ଚୌଧୁରୀଙ୍କ ପୌରୋହିତ୍ୟରେ ଆୟୋଜିତ ଉଦ୍‌ଘାଟନୀ ସଭାରେ ସଙ୍ଗୀତଧାରାର ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ ସଙ୍ଗୀତଧାରାର ଆଭିମୁଖ୍ୟ ଏବଂ ପ୍ରତିଯୋଗିତାର ନିୟମାବଳୀ ତଥା କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଉଦଘାଟନୀ ସଭାରେ ଅନ୍ୟତମ ଅତିଥି ଭାବେ ସମାନ୍ତ ଚନ୍ଦ୍ରଶେଖର ଶିକ୍ଷା କେନ୍ଦ୍ରର ଅଧ୍ୟକ୍ଷ ବିଷ୍ଣୁପ୍ରସାଦ ରଥ ଯୋଗଦାନ କରିଥିବା ବେଳେ ସମ୍ପାଦକ…

Read More

ସାଇ ମନ୍ଦିରରେ ଲୋକାର୍ପିତ ହେଲା ସାଇଭଜନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଲେଖନପୁରସ୍ଥ ସାଇ ମନ୍ଦିର ପରିସରରେ ଏକ ସାଇ ଭଜନ ଲୋକାର୍ପିତ ହୋଇଯାଇଛି। ଭଜନଟିକୁ ଗୀତିକାର ଡ. ରାଜେନ୍ଦ୍ର ପ୍ରସାଦ ପାଢ଼ୀ ‌ରଚନା କରିଥିବା ବେଳେ ଗୀତର ସ୍ବର ସଂଯୋଜନା ଓ କଣ୍ଠ ଦାନ କରିଛନ୍ତି କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ । ଶ୍ରୀ ସୃଜନ ଦ୍ୱାରା ପ୍ରସ୍ତୁତ ଏହି ଭଜନ ଲୋକାର୍ପଣ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଭାପତି ନାଟ୍ୟଭୂଷଣ ଡ. ବିଜୟ କୁମାର ଚୌଧୁରୀ, ସମାଜସେବୀ ପ୍ରମୋଦ ପଟ୍ଟନାୟକ,ଲକ୍ଷ୍ମୀଧର ସାହୁ, ଲକ୍ଷ୍ମୀଧର ମହାପାତ୍ର, କାଦମ୍ବିନୀ ମହାପାତ୍ର, ଦିଲ୍ଲୀପ ସାହୁ, ପ୍ରଦୀପ କୁମାର ସାହୁ, ଅମିୟ କରଙ୍କ ସମେତ ବହୁ ଭକ୍ତ ଉପସ୍ଥିତ ରହି ଶ୍ରଦ୍ଧା ପ୍ରକଟ କରିଥିଲେ। ଗୀତଟି ଶ୍ରୀ ସୃଜନ ନୟାଗଡ଼ ୟୁଟ୍ୟୁବରେ ଉପଲବ୍ଧ ହୋଇଥିବା ବେଳେ ଏହା ବେଶ ଲୋକପ୍ରିୟ ହେବ ବୋଲି ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ।

Read More

ପଠାଣି ସାମନ୍ତଙ୍କ ଜୟନ୍ତୀ ସମାରୋହ, ଦାଶ ବେନହୁରଙ୍କୁ ‘ନୟାଗଡ଼ ଗୌରବ’

ନୟାଗଡ଼,(ନୟାଗଡ଼ ଦର୍ପଣ): ବିଶ୍ୱବିଶୃତ ନଭବିଜ୍ଞାନୀ ମହାମହପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ବା ପଠାଣି ସାମନ୍ତଙ୍କ ୧୮୯ତମ ଜନ୍ମସ୍ମାରକୀ ମହା ସମାରୋହରେ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ଥିବା ଯଦୁମଣି ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ ଅରୁଣ କୁମାର ସାହୁ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ଏବଂ ଭାରତ ସରକାରଙ୍କ ପ୍ରାକ୍ତନ ଗଣମାଧ୍ୟମ ଉପଦେଷ୍ଟା ଡ ଉମାକାନ୍ତ ମିଶ୍ର ପ୍ରମୁଖ ଯୋଗଦାନ କରିଥିଲେ। ଏହି ଅବସରରେ ଚଳିତ ବର୍ଷ ମର୍ଯ୍ୟାଦାପୂର୍ଣ୍ଣ ‘ନୟାଗଡ଼ ଗୌରବ’ ସମ୍ମାନ ପଠାଣି ସାମନ୍ତଙ୍କ ଜନ୍ମମାଟି ଖଣ୍ଡପଡ଼ାର କୃତୀ ସନ୍ତାନ ଲବ୍ଧ ପ୍ରତିଷ୍ଠିତ ଶିଶୁ ସାହିତ୍ୟିକ ଦାଶ ବେନହୁରଙ୍କୁ ପ୍ରଦାନ କରାଯାଇଥିଲା । ସେହିପରି ନୟାଗଡ଼ ସ୍ୱୟଂ ଶାସିତ…

Read More

ଭଏସ ଅଫ ନୟାଗଡ଼ର ପ୍ରଥମ ଅଡିସନ,
୬ଜଣ ପରବର୍ତ୍ତୀ ପର୍ଯ୍ୟାୟକୁ ଉତ୍ତୀର୍ଣ୍ଣ

ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ନୟାଗଡ଼ ଭଏସର ପ୍ରଥମ ଅଡିସନ ନୟାଗଡ଼ ଏନ୍ଏସି ହାଇସ୍କୁଲରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକର ବିଭିନ୍ନ କଲେଜ ଓ ସ୍କୁଲର ଛାତ୍ରଛାତ୍ରୀ ମାନେ ଏହି ଅଡିସନ ରାଉଣ୍ଡରେ ଅଂଶଗ୍ରହଣ କରିଥିଲେ । ଆଜିର ଏହି ଅଡିସନରେ ଜଜ ଭାବେ ସୁର ଗନ୍ଧର୍ବ ନବକିଶୋର ମିଶ୍ର, ବରିଷ୍ଠ ସଂଗୀତଜ୍ଞ ପ୍ରଦୀପ୍ତ ପଟ୍ଟନାୟକ ଓ ଜଗଦୀଶ ରଥ ଉପସ୍ଥିତ ଥିଲେ । ଆଜି ଅଡିସନରୁ ୬ ଜଣ ପ୍ରତିଯୋଗୀ ପରବର୍ତ୍ତୀ ପର୍ଯ୍ୟାୟକୁ ଉତ୍ତୀର୍ଣ୍ଣ ହୋଇଛନ୍ତି । ଉତ୍ତୀର୍ଣ୍ଣ ହୋଇଥିବା ପ୍ରତିଯୋଗୀ ମାନେ ହେଲେ ନୟନିକା ପଟ୍ଟନାୟକ, ପ୍ରୀତିପ୍ରଜ୍ଞା ସାହୁ, ମିଳନ କୁମାର ସ୍ବାଇଁ, ଇପ୍ସିତା ପ୍ରିୟଦର୍ଶିନୀ, ବର୍ଷାରାଣୀ ନାୟକ ଏବଂ ସ୍ବୟଂଶ୍ରୀ ମିଶ୍ର। ନୟାଗଡ଼ କ୍ଲବ ଆନୁକୁଲ୍ୟରେ ଆୟୋଜିତ ଆଜିର ଏହି କାର୍ଯ୍ୟକ୍ରମରେ ସଂଯୋଜକ ଧିରେନ୍ଦ୍ର କୁମାର ପଟ୍ଟନାୟକ, ସଂପାଦକ ମିହିର ରଞ୍ଜନ…

Read More

୧୦ ଡିସେମ୍ବରରୁ ଭଏସ ଅଫ୍ ନୟାଗଡ଼

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସବୁଠାରୁ ବଡ଼ ସଂଗୀତ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ଭଏସ ଅଫ ନୟାଗଡ଼ର ଚତୁର୍ଥ ସଂସ୍କରଣ ୧୦ ଡିସେମ୍ବର ୨୦୨୩ରୁ ଆରମ୍ଭ ହେବାକୁ ଯାଉଅଛି। ନୟାଗଡ଼ ବ୍ଲକର ଅଡିସନ ୧୦ ଡିସେମ୍ବର ୨୦୨୩ ରବିବାର ସକାଳ ୯ଟା ରେ ସ୍ଥାନୀୟ ଏନ୍ଏସି ହାଇସ୍କୁଲ ପରିସରରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ମାନେ ଏକ ପ୍ରେସ ବିବୃତିରେ ଜଣାଇଛନ୍ତି।ଏହି ପ୍ରତିଯୋଗିତା ପର୍ଯ୍ୟାୟକ୍ରମେ ନୟାଗଡ଼ ଜିଲ୍ଲାର ସମସ୍ତ ବ୍ଲକରେ ଅନୁଷ୍ଠିତ ହେବ । ସେମିଫାଇନାଲ ଏବଂ ଫାଇନାଲ ପ୍ରତିଯୋଗିତା ନୟାଗଡ଼ ରେ କରାଯିବ । ପ୍ରତିଯୋଗିତା ରେ ପ୍ରଥମ ପୁରସ୍କାର ୧୦ ହଜାର ଓ ଟ୍ରଫି ସହ ଓଡ଼ିଶାର ଏକ ପ୍ରତିଷ୍ଠିତ ମ୍ୟୁଜିକ କମ୍ପାନୀର ଆଲବମ୍ ରେ ଗୀତ ଗାଇବାର ସୁଯୋଗ ପ୍ରଦାନ କରାଯିବ । ସେହିପରି ଦ୍ବିତୀୟ ଏବଂ ତୃତୀୟ ପୁରସ୍କାର ଯଥାକ୍ରମେ…

Read More

‘ସଙ୍ଗୀତଧାରା’ ପକ୍ଷରୁ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଉଦଘାଟିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ‘ସଙ୍ଗୀତଧାରା’ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ରବିବାର ଦିନ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ନୟାଗଡ଼ଠାରେ ନୟାଗଡ଼ ଏବଂ ଓଡ଼ଗାଁ ବ୍ଲକର ପ୍ରତିଯୋଗୀ ମାନଙ୍କୁ ନେଇ ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ଜୋନ୍ ସ୍ତରୀୟ ପ୍ରତିଯୋଗିତାକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦାନ କରି ପ୍ରଦୀପ ପ୍ରଜ୍ଜଳନ ସହିତ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ । ଅନୁଷ୍ଠାନର ସଭାପତି ଡ.ବିଜୟ ଚୌଧୁରୀଙ୍କ ପୌରହିତ୍ୟରେ ଆୟୋଜିତ ଉଦ୍‌ଘାଟନୀ ସଭାରେ ସଙ୍ଗୀତଧାରାର ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ । ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗୀତାରେ ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟରୁ…

Read More

ସଙ୍ଗୀତଧାରା ପକ୍ଷରୁ ଭକ୍ତିସଙ୍ଗୀତ ପ୍ରତିଯୋଗୀତା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ‘ସଙ୍ଗୀତଧାରା’ ପକ୍ଷରୁ ଜିଲ୍ଲାର ଲୁକ୍କାୟିତ ସଙ୍ଗୀତ ପ୍ରତିଭା ତଥା କଣ୍ଠଶିଳ୍ପୀ ମାନଙ୍କୁ ଲୋକ ଲୋଚନକୁ ଆଣି ସେମାନଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଏକ ଭକ୍ତି ସଙ୍ଗୀତ ପ୍ରତିଯୋଗୀତା ଆସନ୍ତା ଡିସେମ୍ବର ମାସ ୩ ତାରିଖ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି । ଏଥିରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଅଂଶ ଗ୍ରହଣ କରି ପାରିବେ । ଉଚ୍ଚ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ, ସଂଗୀତ ଅନୁଷ୍ଠାନ ଓ ଏହା ବାହାରେ ଥିବା ପୁଅଝିଅମାନେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରିବେ । ପ୍ରତିଯୋଗୀମାନେ ଶାଳୀନତାଭିିକ ଭଜନ,ଜଣାଣ,ଧର୍ମୀୟ ଲଘୁସଙ୍ଗୀତ ଆଦି ପରିବେଷଣ କରିପାରିବେ । ପ୍ରଥମ ପର୍ଯ୍ୟାୟରେ ପ୍ରତିଯୋଗୀମାନେ ବିନା ବାଦ୍ୟ ଯନ୍ତ୍ରରେ ସଙ୍ଗୀତ ପରିବେଷଣ କରିବେ । ପ୍ରଥମ ପର୍ଯ୍ୟାୟରେ ଉତ୍ତୀର୍ଣ୍ଣ ପ୍ରତିଯୋଗୀମାନେ ଦ୍ୱିତୀୟ ପର୍ଯ୍ୟାୟରେ ବାଦ୍ୟଯନ୍ତ୍ର ସହିତ…

Read More

ସଙ୍ଗୀତଧାରା’ ଏବଂ ‘ନୟାଗଡ଼ ନାରିକ ମଞ୍ଚ’ର ସ୍ୱତନ୍ତ୍ର ବୈଠକ

ଜିଲ୍ଲାସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗୀତା: ଶ୍ରେଷ୍ଠ ବିଜେତାଙ୍କୁ ୧୧ ହଜାର ଟଙ୍କା ଏବଂ ‘ନୟାଗଡ଼ ସଙ୍ଗୀତ କଲୋଳ’ ଉପାଧି ପ୍ରଦାନ ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାର ପ୍ରମୁଖ ସଙ୍ଗୀତ ଅନୁଷ୍ଠାନ ‘ସଙ୍ଗୀତଧାରା’ ଏବଂ ‘ନୟାଗଡ଼ ନାରିକ ମଞ୍ଚ’ ମିଳିତ ଅନୁକୁଲ୍ୟରେ ରବିବାର ସନ୍ଧ୍ୟାରେ ପୁରୁଣା ସହରସ୍ଥିତ ବଡ଼ମଠ ପରିସରରେ ନାଟ୍ୟଭୂଷଣ ଡ.ବିଜୟ ଚୌଧୁରୀଙ୍କ ପୌରହିତ୍ୟରେ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାର ବିଭିନ୍ନ କୋଣ ଅନୁକୋଣରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭାମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଲୋକଲୋଚନକୁ ଆଣିବା ଲକ୍ଷ୍ୟରେ ଏକ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଆଧାରରେ ଜିଲ୍ଲାସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗୀତାର ଆୟୋଜନ କରାଯିବା ପାଇଁ ଏକ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଥିଲା । ଜିଲ୍ଲାର ସମସ୍ତ ୮ଟି ବ୍ଲକ ଏବଂ ପୌରାଞ୍ଚଳକୁ ନେଇ ପର୍ଯ୍ୟାୟ କ୍ରମେ ବିଭିନ୍ନ ସ୍ଥାନରେ ୧୪ରୁ ୨୪ବର୍ଷ ପର୍ଯ୍ୟନ୍ତ…

Read More

ଦଶପଲ୍ଲା ଅଞ୍ଚଳର ବିଭିନ୍ନ ପୂଜା ମଣ୍ଡପର କର୍ମକର୍ତ୍ତାଙ୍କୁ ନେଇ ଆମ ପୋଲିସ ସମିତି ବୈଠକ

ଦଶପଲ୍ଲା,(ନୟାଗଡ଼ ଦର୍ପଣ): ଦଶପଲ୍ଲା ଥାନା ପରିସରରେ ଶୁକ୍ରବାର ଦିନ ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଥାନାଅଧିକାରୀ ମୁକେଶ କୁମାର ବେହେରାଙ୍କ ଆବାହକତ୍ବରେ ଅନୁଷ୍ଠିତ ଏହି ବୈଠକରେ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସଂଗଠନର କର୍ମକର୍ତ୍ତା, ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ । ପୋଲିସ ଓ ସାଧାରଣ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ଓ ସମନ୍ବୟ ପ୍ରତିଷ୍ଠା ଉପରେ ବୈଠକରେ ସବିଶେଷ ଆଲୋଚନା କରାଯାଇଥିଲା । ବିଭିନ୍ନ ପୂଜା କମିଟି କର୍ମକର୍ତ୍ତା ମାନଙ୍କ ସହିତ ପୂଜାକୁ ଶାନ୍ତିଶୃଙ୍ଖଳା ସହ ସମାପନ ପାଇଁ ବହୁବିଧ ପଦକ୍ଷେପ ସମ୍ପର୍କରେ ସବିଶେଷ ଆଲୋଚନା କରାଯାଇଥିଲା ।

Read More