ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ସହରସ୍ଥିତ ବାରମାସୀ ଲେନରେ ବଚପନ ଓ ଗାଇଡାନ୍ସ ସ୍କୁଲର ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି। ଅରୁଣ କୁମାର ମହାନ୍ତିଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ଓ ବିଶିଷ୍ଟ ଅତିଥି ଭାବେ ନୟାଗଡ ପୌରପରିକାର ଅଧକ୍ଷା ନିରୁପମା ଖଟେଇ ଯୋଗଦେଇଥିଲେ । ବିଦ୍ୟାଳୟର ପ୍ଲେ ଗ୍ରୁପ୍, ନର୍ସରୀ, ଜୁନିଅର କେ.ଜି ଓ ସିନିୟର୍ କେ.ଜି ଶିଶୁମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା। ବାର୍ଷିକ ଉତ୍ସବର ପ୍ରଥମ ଦିବସରେ ଉତ୍ତୀର୍ଣ୍ଣ ହୋଇଥିବା ଶିଶୁଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ବିଦ୍ୟାଳୟର ଚେୟାରମ୍ୟାନ ଅବିନାଶ ସାହୁଙ୍କ ପ୍ରତେକ୍ଷ ତତ୍ୱାବଧାନରେ ଶିଶୁମାନଙ୍କ ଦ୍ଵାରା ଚିତ୍ତାକର୍ଷକ ଡ୍ରାମା ଆଜିର ଦିନରେ ସୋସିଆଲ ମିଡ଼ିଆର ଅପବ୍ୟବହାର, ଶ୍ରୀକୃଷ୍ଣ ଓ ନାରଦଙ୍କ ମର୍ତ୍ୟ ପରିଦର୍ଶନ ପରିବେଷଣ କରିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା…
Read MoreCategory: ମନୋରଞ୍ଜନ
ପ୍ରକୃତି କୋଳରେ ବରକନ୍ୟାକୁ ଦେଖି ଆଚମ୍ବିତ ହେଲେ ବିଧାୟକ ଡ଼ଃ. ଅରୁଣ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ବୁଢାବୁଢିଆଣୀ ଡ୍ୟାମ୍ ଠାରୁ ପ୍ରାୟ ୫ କି.ମି ଦୁର ବାଣ୍ଠପୁର ପଞ୍ଚାୟତ ନିହଲପ୍ରସାଦ ଗ୍ରାମର କାନଖାଇ ପାହାଡ଼ରୁ ଧାର ଧାର ବୋହି ବହି ଚାଲିଛି ବରକନ୍ୟା ଝରଣା । ପ୍ରାକୃତିକ ଶୋଭରାଜିରେ ଭରପୁର ଏହି ସୌନ୍ଦର୍ଯ୍ୟମୟ ସ୍ଥାନଟି ଜିଲ୍ଲାରେ ଲୁକ୍କାୟିତ ଅବସ୍ଥାରେ ଥିବାବେଳେ ଏହି ଝରଣା ନିକଟକୁ ଆଜି ନୟାଗଡ଼ ବିଧାୟକ ଡ଼ଃ. ଅରୁଣ କୁମାର ସାହୁ ଜିଲ୍ଲା ପ୍ରଶାସନକୁ ସାଙ୍ଗରେ ଧରି ଏହି ବର-କନ୍ୟା ଝରଣା ପରିଦର୍ଶନ କରିଛନ୍ତି। ପ୍ରକୃତି କୋଳରେ ଏମିତି ଏକ ବିରଳ ଚୀରସ୍ରୋତା ଝରଣା ରହିଥିବା କଥାକୁ ସେ ସହଜରେ ବିଶ୍ୱାସ କରି ପାରିନଥିଲେ। ପ୍ରଥମେ ଏଠାକାର ପରିବେଶ ଦେଖି ସେ ଆଚମ୍ବିତ ହେବା ସହ ଏହା ଏକ ପର୍ଯ୍ୟଟନସ୍ଥଳିର ମାନ୍ୟତା ପାଇବାକୁ ହକ୍ ବୋଲି କହିଥିଲେ। ବିଧାୟକ ଡ଼ଃ. ସାହୁ ଝରଣାକୁ…
Read Moreଉଦଯାପିତ ହେଲା ପ୍ରଥମ ରାଜ୍ୟସ୍ତରୀୟ ସଚେତନତାଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବ
ଦଶପଲ୍ଲା,(ନୟାଗଡ଼ ଦର୍ପଣ): ପ୍ରଥମ ରାଜ୍ୟ ସ୍ତରୀୟ ସଚେତନତାମୂଳକ କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବ ‘ଚମକ’ ୨୦୨୩ ଆଜି ଉଦ୍ଯାପିତ ହୋଇଯାଇଛି । ଉଦ୍ଯାପନୀ ଦିବସରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ ଭାବେ କନ୍ଧମାଳ ସାଂସଦ ଡ.ଅଚ୍ୟୁତ ସାମନ୍ତ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ନୟାଗଡ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ ଓ ସମ୍ମାନିତି ଅତିଥ୍ ଭାବେ ନୟାଗଡ ଏସ୍ପି ଅଲେଖଚନ୍ଦ୍ର ପହି, ନାଲ୍କୋର ଉପମହାପ୍ରବନ୍ଧକ ବିଦୀପ୍ତଚନ୍ଦ୍ର ରାୟ, ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ, ବ୍ଲକ ଉପାଧ୍ୟକ୍ଷା ଅନୁପମା ବେହେରା, ତ୍ରିନାଥ ସାହୁ, ପଞ୍ଚାନନ ବେହେରା ପ୍ରମୁଖ ଯୋଗ ଦେଇଥିଲେ । କ୍ଷୁଦ୍ରଚଳଚିତ୍ର ମହୋତ୍ସବ ‘ଚମକ’ର ସଭାପତି ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଏହି ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ସନ୍ଧ୍ୟାରେ ମହୋତ୍ସବରେ ଭାଗ ନେଇଥିବା ସମସ୍ତ ୧୫ଟି ସଚେତନତାଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର…
Read Moreପ୍ରଥମ ରାଜ୍ୟସ୍ତରୀୟ ସଚେତନଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର ‘ଚମକ’ର ୨ୟ ସଂନ୍ଧ୍ୟା
ଦଶପଲ୍ଲା,(ନୟାଗଡ଼ ଦର୍ପଣ): ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ପ୍ରଚେଷ୍ଟା ଏବଂ ‘ ଆମ ନୟାଗଡ଼ ଓ ଚଳଚିତ୍ର ମହୋତ୍ସବ କମିଟିର ସମସ୍ତ କର୍ମକର୍ତ୍ତାଙ୍କ ସହଯୋଗରେ ପ୍ରଥମ ରାଜ୍ୟସ୍ତରୀୟ ସଚେତନଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର ‘ଚମକ’ ତାର ୨ୟ ସଂନ୍ଧ୍ୟାରେ ଦଶପଲ୍ଲା ଗାନ୍ଧୀ ମୈଦାନରେ ଧୂମଧାମରେ ଅନୁଷ୍ଠିତ ହୋଇଯାଇଛି। ୨ୟ ସନ୍ଧ୍ୟାର ମୁଖ୍ୟଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିଲେ। ବିଶିଷ୍ଟ ଅତିଥି ରାଜ୍ୟ ସରକାରଙ୍କ ରାଜସ୍ବ, ବିପର୍ଯ୍ୟୟ ପରିଚାଳନା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ଜିଲ୍ଲାପାଳ ଶକ୍ତିକାନ୍ତ ରାୟ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ଡ. ସନାତନ ପଣ୍ଡା ଯୋଗଦେଇ ଥିଲେ । ଏହି ଅବସରରେ ଚମକର…
Read Moreନୟାଗଡ଼ ଜିଲ୍ଲା ବରିଷ୍ଠ ନାଗରିକଙ୍କ କାଳିଆ ଦର୍ଶନ ଯାତ୍ରା
ନୟାଗଡ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ବରିଷ୍ଟ ନାଗରିକ ମଞ୍ଚ ପ୍ରାୟୋଜିତ କାଳିଆଦର୍ଶନ ଯାତ୍ରାରେ ୧୦୮ଜଣ ବରିଷ୍ଠ ନାଗରିକ ଆଜି ସକାଳୁ ରେଳରେ ପୁରୀ ଯାତ୍ରା କରିଛନ୍ତି। ପୁରୀରେ ପହଂଚି ଜଗତର ନାଥ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହ ଅବଢ଼ା ସେବନ ଏବଂ ସମୁଦ୍ରକୂଳରେ ଏକ ସ୍ୱତନ୍ତ୍ର ବୈଠକରେ ଯୋଗଦେବେ। ରାଜ୍ୟ ମହାସଂଘ ସାଧାରଣ ସମ୍ପାଦକ ଏବଂ ପୁରୀ ବରିଷ୍ଠ ନାଗରିକ ମଞ୍ଚର କର୍ମକର୍ତା ଉକ୍ତ ବୈଠକରେ ଯୋଗଦେବେ। ପୁରୀ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରିଷ୍ଟ ନାଗରିକମାନଂକୁ କାଳିଆ ଦର୍ଶନ ପାଇଁ ସମସ୍ତ ପୁଲିସି ସହାୟତା ଯୋଗାଇଦେବାଥିବାରୁ ସଂଘର ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକ ଏବଂ ସମ୍ପାଦକ ଦୁର୍ଯ୍ୟାଧନ ସାହୁ ପୁରୀ ଆରକ୍ଷୀ ଅଧିକ୍ଷକଙ୍କୁ କୃତଜ୍ଞତା ଜଣାଇଛନ୍ତି। ଆଜିର ଏହି ତୀର୍ଥ ଯାତ୍ରାରେ ନୟାଗଡ, ବାଉଁଶିଆପଡା, ପଣ୍ଡୁସର, ବେଗୁନିଆପଟଣା, ଇଟାମାଟି, ଭାପୁର, ଶରଣକୁଳ ଏବଂ ଖଣ୍ଡପଡାର…
Read Moreନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଉଦଯାପିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଂସ୍କୃତି ପରିଷଦ ଓ ନୟାଗଡ଼ ପୁସ୍ତକ ମହୋତ୍ସବ କମିଟି ଆୟୋଜିତ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଆଜି ଉଦଯାପିତ ହୋଇଯାଇଛି। ଶେଷ ସଂଧ୍ୟାରେ ଅତିଥି ଭାବେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୌର ପରିଷଦ ଅଧ୍ୟକ୍ଷ ନିରୂପମା ଖଟେଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ସ୍ତମ୍ଭକାର ଛନ୍ଦା ମିଶ୍ର ଯୋଗ ଦେଇଥିଲେ। ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଖଟେଇ ତାଙ୍କ ବକ୍ତବ୍ୟରେ ଆଗ୍ରହ ଥିଲେ ମୋଟା ବହି ବି କମ ସମୟରେ ପଢିହେବ ବୋଲି କହିଥିଲେ। ପାଠ ପଢ଼ିବାର ଆବଶ୍ୟକତା ସମ୍ପର୍କରେ ଜିଲ୍ଲାପାଳ କହିବା ସହ ଛାତ୍ରଛାତ୍ରୀଙ୍କ ପାଇଁ ପାଠର ଆବଶ୍ୟକତା…
Read Moreନୟାଗଡ଼ ଜିଲ୍ଲା ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳାର ତୃତୀୟ ସଂଧ୍ୟା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଂସ୍କୃତି ପରିଷଦ ଓ ନୟାଗଡ଼ ପୁସ୍ତକ ମହୋତ୍ସବ କମିଟି ଆୟୋଜିତ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ବେଶ ଆଦୃତି ଲାଭ କରିଛି। ତୃତୀୟ ସଂଧ୍ୟାରେ ଅତିଥି ଭାବେ ବରିଷ୍ଠ ପ୍ରାବନ୍ଧିକ ଚନ୍ଦ୍ର ଶେଖର ହୋତା, ସୁଧାଂଶୁ ପ୍ରଧାନ, ବିଭୁ ପ୍ରସାଦ ତ୍ରିପାଠୀ, ଅଜୟ ପଣ୍ଡା, ଶୁଭେନ୍ଦୁ ଶେଖର ରଥ ଯୋଗ ଦେଇଥିଲେ। ଅନୁଷ୍ଠିତ ଆଲୋଚନା ଚକ୍ରରେ ଲେଖକ, ପାଠକ ଓ ପ୍ରକାଶକଙ୍କ ମଧ୍ୟରେ ସମନ୍ଵୟ ରହିବା ଆବଶ୍ୟକ ବୋଲି ଶ୍ରୀଯୁକ୍ତ ହୋତା କହିଥିଲେ। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଏନେଇ ପ୍ରୟାସ ଆରମ୍ଭ କରିଥିଲେ। ଲେଖକ ପାଠକ ପ୍ରକାଶକ ସାମୁଖ୍ୟ ଗଠନ କରି ପ୍ରୟାସ ଆରମ୍ଭ କରିଥିଲେ। ଲେଖକ, ପାଠକ ଓ ପ୍ରକାଶକକୁ ଅଗ୍ରାଧିକାର ଦେବା ଆବଶ୍ୟକ ବୋଲି ଶ୍ରୀଯୁକ୍ତ ହୋତା ମତବ୍ୟକ୍ତ କରିଥିଲେ। ଲେଖାକୁ…
Read Moreନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଦ୍ୱିତୀୟ ସଂଧ୍ୟା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଂସ୍କୃତି ପରିଷଦ ଓ ନୟାଗଡ଼ ପୁସ୍ତକ ମହୋତ୍ସବ କମିଟି ଆୟୋଜିତ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ବେଶ ଆଦୃତି ଲାଭ କରିଛି। ଦ୍ୱିତୀୟ ସଂଧ୍ୟାରେ ଅତିଥି ଭାବେ ବରିଷ୍ଠ କଥାକାର ଡ. ଅଜୟ ସ୍ଵାଇଁ, କଥାଶିଳ୍ପୀ ଡ. ଅରବିନ୍ଦ ରାୟ, ସାହିତ୍ୟ ଘର ସଂଯୋଜକ ଡ. ଶୁଭଶ୍ରୀ ଲେଙ୍କା, କବି ଓ ପ୍ରକାଶକ ବନୋଜ ତ୍ରିପାଠୀ ଯୋଗ ଦେଇଥିଲେ। ଫେସବୁକରେ କବିତା ଲେଖି ବହି ପ୍ରକାଶ କରିଦେଲେ କେହି କବି ହୋଇ ଯାଏନି। କବିକୁ ଈଶ୍ୱର ବୋଲି କୁହାଯାଏ ବୋଲି ପ୍ରକାଶକ ଶ୍ରୀଯୁକ୍ତ ତ୍ରିପାଠୀ କହିଥିଲି। ଲେଖକଙ୍କଠାରୁ ବଡ ହେଉଛନ୍ତି ପାଠକ। ସମସ୍ତେ ଲେଖକ ନୁହେଁ, ପାଠକ ହେବା ଆବଶ୍ୟକ ବୋଲି କହିଥିଲେ। ଦୁଃଖ ବେଳେ ବହିର ଆବଶ୍ୟକତା ପଡ଼ିଥାଏ ବୋଲି କହିଥିଲେ। ପାଠକ ଲେଖକକୁ ଈଶ୍ୱରଠାରୁ ଅଧିକ…
Read Moreନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଉଦଘାଟିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୁସ୍ତକ ମହୋତ୍ସବ କମିଟି ଓ ଜିଲ୍ଲା ସଂସ୍କୃତି ପରିଷଦ ଆୟୋଜିତ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ବୁଧବାର ଉଦଘାଟିତ ହୋଇଯାଇଛି । ନୟାଗଡ଼ ପୁରୁଣାସହର ଦକ୍ଷୀଣକାଳୀ ପଡ଼ିଆଠାରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦଘାଟକ ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ମୁଖ୍ୟ ଅତିଥି ଭାବେ ଖାତନାମା ସାହିତ୍ୟିକ ଡ. ଗୈାରହରୀ ଦାସ ସମ୍ମାନିତ ଅତିଥି ଭାବେ ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ଯୋଗ ଉଦଘାଟନ କରିଥିଲେ । ନୟାଗଡ଼ ମାଟିରେ ବସ୍ତୁ ଅପେକ୍ଷା ଭାବକୁ ବେଶି ଗୁରୁତ୍ୱ ଦିଆଯାଇଥାଏ ବୋଲି ମୁଖ୍ୟ ଅତିଥି ଡ. ଦାସ କହିଥିଲେ । ବିଧାୟକ ଡ଼ଃ. ସାହୁ ତାଙ୍କ ବକ୍ତବ୍ୟରେ ସମାଜରେ ମହୁମାଛିଙ୍କ ସଂଖ୍ୟା କମ ଓ ମଶାଙ୍କ ସଂଖ୍ୟା ଅଧିକ ବୋଲି କହିଥିଲେ । ଏହା ସହିତ ଅନେକ ଉପାଦେୟ…
Read Moreନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ପ୍ରସ୍ତୁତି ବୈଠକ
‘ବହି ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ସୃଷ୍ଟି ପାଇଁ ସଚେତନତା ଆବଶ୍ୟକ’ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାରେ ଦୀର୍ଘ ବର୍ଷ ଧରି ବନ୍ଦ ରହିଥିବା ପୁସ୍ତକ ମହୋସବକୁ ରୂପାନ୍ତରିତ କରାଯାଇ ଚଳିତ ବର୍ଷ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଆୟୋଜନ କରାଯାଇଛି । ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ସଂଯୋଜକ ସଂଜୟ କୁମାର ସ୍ୱାଇଁଙ୍କ ଆବହକତ୍ୱରେ ନୟାଗଡ଼ ବ୍ଲକ ସଭାଗୃହରେ ଆୟୋଜିତ ପ୍ରସ୍ତୁତି ବୈଠକରେ ନୟାଗଡ଼ ଜିଲ୍ଲାର ବହୁ ବୁଦ୍ଧିଜୀବୀ, ସାହିତ୍ୟିକ ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ରହି ଆଲୋଚନାରେ ସାମିଲ ହୋଇଛନ୍ତି । କବି ଓ ଅନୁବାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ ବୈଠକର ଆଭିମୁଖ୍ୟ ଉପସ୍ଥାପନ କରିଥିବା ବେଳେ ସାମ୍ବାଦିକ ଅନୀଲ କୁମାର ପଣ୍ଡା ସାହିତ୍ୟ ସଭା ପାଇଁ…
Read More