ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ‘ନାଟ୍ୟଧାରା’ ପକ୍ଷରୁ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ସ୍ଥାନୀୟ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ଆଜି ଉଦଘାଟିତ ହୋଇଯାଇଛି। ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜ୍ୟୋତିରଞ୍ଜନ ସାମନ୍ତରାୟ ଉପସ୍ଥିତ ରହି ଉଦଘାଟନ କରିଥିବା ବେଳେ ନାଟ୍ୟଧାରା ସଭାପତି ପ୍ରମୋଦ ପଟ୍ଟନାୟକ, ସମ୍ପାଦକ ଲକ୍ଷ୍ମୀଧର ମହାପାତ୍ର, ନାଟ୍ୟ ନିର୍ଦ୍ଦେଶକ ଡ ବିଜୟ କୁମାର ଚୌଧୁରୀ, ନାଟ୍ୟକାର ଗୋପୀନାଥ ବାରିକ ଏବଂ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ। ନାଟକ ସପ୍ତାହର ପ୍ରଥମ ଦିବସରେ ଭୁବନେଶ୍ୱର ବିଦ୍ୟାକନକ ସୃଜାନାନୁଷ୍ଠାନ ପକ୍ଷରୁ ନାଟକ ‘କୁହୁଡ଼ି’ ମଞ୍ଚସ୍ଥ ହୋଇଥିଲା। ନାଟକଟି ମୁଖ୍ୟତଃ ସାମାଜିକ ଅବକ୍ଷୟ ଏବଂ ମୂଲ୍ୟବୋଧର ସଂଘର୍ଷ ଉପରେ ଆଧାରିତ। ନାଟ୍ୟକାର ଗୋପୀନାଥ ବାରିକ ଏଥିରେ ଦର୍ଶାଇଛନ୍ତି ଯେ କିପରି ସ୍ୱାର୍ଥପରତା, ଲୋଭ ଏବଂ ମିଥ୍ୟାର ଏକ “କୁହୁଡ଼ି” ମଣିଷର ବିବେକକୁ…
Read MoreCategory: ମନୋରଞ୍ଜନ
ଆଜିଠାରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ଠାରୁ ସପ୍ତାହବ୍ୟାପୀ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ-୨୦୨୬ ପଠାଣି ସାମନ୍ତ ଅଡିଟୋରିଅମ ଠାରେ ମଞ୍ଚସ୍ଥ ହେବାକୁ ଯାଉଛି । ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମାର୍ଚ୍ଚ ୧୫ ରୁ ୨୧ ତାରିଖ ଯାଏଁ ଏହି ନାଟକ ମହୋତ୍ସବ ଆୟୋଜନ କରୁଛି । ଏଥିରେ ଭୁବନେଶ୍ବର, ସମ୍ବଲପୁର,ବାରିପଦା, ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନେ ସେମାନଙ୍କ ନାଟକ ପରିବେଷଣ କରିବେ ବୋଲି ଜିଲ୍ଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ‘ନାଟ୍ୟଧାରା’ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତ୍ୟହ ସନ୍ଧ୍ୟା ୭ ଘ.୩୦ ମିନିଟ ସମୟରେ ଆରମ୍ଭ ହେବାକୁ ଥିବା ନାଟକ ଗୁଡିକ ଥିଏଟର ଶୈଳୀରେ ପ୍ରଦର୍ଶିତ ହୋଇ ସର୍ବାଧିକ ଦୁଇ ଘଣ୍ଟା ଅବଧି ମଧ୍ୟରେ ପରିସମାପ୍ତ ହେବ । ଏହି କ୍ରମରେ ୧୫ ତାରିଖ ସନ୍ଧ୍ୟାରେ…
Read Moreମଞ୍ଚସ୍ଥ ହେଲା ସଂସ୍କାରଧର୍ମୀ ନାଟକ “ନିଜ ନିଜର ଆକାଶ”
ନୟାଗଡ଼,(ନୟାଗଡ଼ ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ନୟାଗଡ଼ର ଅଗ୍ରଣୀ ନାଟ୍ୟାନୁଷ୍ଠାନ ସିରିୟସ୍ ଜୋନ୍ ଦ୍ବାରା ଆୟୋଜିତ ତୃତୀୟ ନାଟକ ଉତ୍ସବରେ ମଞ୍ଚସ୍ଥ ହୋଇ ଯାଇଛି କୈଳାସ ଓଝାଙ୍କ ସଂସ୍କାରଧର୍ମୀ ନାଟକ ‘ନିଜ ନିଜର ଆକାଶ’। ନାଟକର କାହାଣୀରେ ନିଜର ଏକମାତ୍ର ପୁଅ ସୋମେଶର ଭବିଷ୍ୟତ ଗଢ଼ିବା ପାଇଁ ଧାର କରଜ କରି ନିଜ ଜୀବନକୁ ଉତ୍ସର୍ଗ କରି ଦେଇଥିବା ବାସୁଦେବ ଅବସର ଗ୍ରହଣ ପରେ ଆର୍ଥିକ ଅନାଟନର ସମ୍ମୁଖୀନ ହେଉଥିଲା ବେଳେ ବିଦେଶରେ ରହୁଥିବା ସୋମେଶ କିଭଳି ଭାବରେ ବାପା ମାଆଙ୍କୁ ଭୁଲି ଯାଇଥିଲା ତାହାକୁ ନାଟକରେ ପ୍ରଦର୍ଶିତ କରାଯାଇଥିଲା। ଏଭଳି ଏକ ବଳିଷ୍ଠ କାହାଣୀ ଏବଂ କଳାକାର ମାନଙ୍କ ନିଖୁଣ ଅଭିନୟ ଉପସ୍ଥିତ ଦର୍ଶକ ମାନଙ୍କୁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଭାବାବେଗରେ ବାନ୍ଧି ରଖିଥିଲା। ନାଟ୍ୟକାର କୈଳାସ ଚନ୍ଦ୍ର ଓଝାଙ୍କ ରଚିତ, ପ୍ରଶାନ୍ତ କୁମାର…
Read Moreମାର୍ଚ୍ଚ ୧୫ରୁ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ
ନୟାଗଡ଼,(ନୟାଗଡ଼ ଦର୍ପଣ): ଆସନ୍ତା ମାର୍ଚ୍ଚ ୧୫ରୁ ସପ୍ତାହବ୍ୟାପୀ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ-୨୦୨୬ ପଠାଣି ସାମନ୍ତ ଅଡିଟୋରିଅମ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମାର୍ଚ୍ଚ ୧୫ ରୁ ୨୧ ତାରିଖ ଯାଏଁ ନାଟକ ମହୋତ୍ସବ ଆୟୋଜନ କରିବାକୁ ଯାଉଛି । ଏଥିରେ ଭୁବନେଶ୍ବର, ସମ୍ବଲପୁର,ବାରିପଦା, ବାଲେଶ୍ୱର ଏବଂ ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନେ ସେମାନଙ୍କ ନାଟକ ପରିବେଷଣ କରିବେ ବୋଲି ନାଟ୍ୟଧାରା ପକ୍ଷରୁ ସ୍ଥାନୀୟ ବୁଦ୍ଧ ମଣ୍ଡପ ଠାରେ ରବିବାର ପୂର୍ବାହ୍ନରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ସୂଚନା ଦିଆଯାଇଛି। ପ୍ରତ୍ୟହ ସନ୍ଧ୍ୟା ୭ ଘ.୩୦ ମିନିଟ ସମୟରେ ଆରମ୍ଭ ହେବାକୁ ଥିବା ନାଟକ ଗୁଡିକ ଥିଏଟର ଶୈଳୀରେ ପ୍ରଦର୍ଶିତ ହୋଇ ସର୍ବାଧିକ ଦୁଇ ଘଣ୍ଟା ଅବଧି ମଧ୍ୟରେ ପରିସମାପ୍ତ ହେବ।…
Read Moreଡିସେମ୍ବର ୮ରୁ୧୨ତାରିଖ ରାଜସୁନାଖଳା ମହୋତ୍ସବ ପାଇଁ ସାମ୍ବାଦିକ ସମ୍ମିଳନୀ
ଉଦଘାଟନ କରିବେ ବାଚସ୍ପତି। ଉଦଯାପନୀ ଉତ୍ସବରେ ଯୋଗଦେଇପାରନ୍ତି ରାଜ୍ୟପାଳ ରଣପୁର, (ନୟାଗଡ଼ ଦର୍ପଣ) : ନୟାଗଡ଼ ଜିଲ୍ଲା ରାଜସୁନାଖଳା ପଞ୍ଚାୟତ ଠାରେ ରାଜସୁନାଖଳା ମହୋତ୍ସବ କାଉଁରୀ ୨୦୨୫ପାଇଁ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ କମିଟିର ସମ୍ପାଦକ ତଥା ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରାଙ୍କ ଆବାହକତ୍ବରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ମହୋତ୍ସବ ପାଇଁ ବ୍ୟାପକ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ମହୋତ୍ସବ କମିଟିର ସଭାପତି ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ ସମସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ରାଜସୁନାଖଳା ମହୋତ୍ସବ ଚଳିତ ବର୍ଷ ସପ୍ତମ ବର୍ଷରେ ପଦାର୍ପଣ କରିବ। ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ଵାଚସ୍ପତି ଏହାକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଉଦଯାପନୀ ଉତ୍ସବରେ ମହାମହିମ ରାଜ୍ୟପାଳ ଯୋଗଦେବାର ସମ୍ଭାବନା ଥିବା ଜଣାପଡିଛି। ବିଗତ କିଛି ବର୍ଷ ଧରି ରାଜସୁନାଖଳା ମହୋତ୍ସବକୁ…
Read Moreଭଏସ୍ ଅଫ୍ ନୟାଗଡ଼ ବିଜେତା ହେଲେ ପ୍ରୀତିପଦ୍ମା ମିଶ୍ର
ନୟାଗଡ଼,(ନୟାଗଡ଼ ଦର୍ପଣ) : ନୟାଗଡ଼ କ୍ଲବ୍ ଦ୍ଵାରା ଆୟୋଜିତ ଜିଲ୍ଲା ସ୍ତରୀୟ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍-୬ ର ଫାଇନାଲ ରୋଟାରୀ ଭବନରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ଲୁକ୍କାୟିତ ଯୁବ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବା ଦିଗରେ ନୟାଗଡ଼ କ୍ଳବ୍ ତରଫରୁ ବିଗତ ପାଞ୍ଚବର୍ଷ ହେଲା ଅନୁଷ୍ଠିତ ହୋଇଆସୁଛି ଭଏସ୍ ଅଫ୍ ନୟାଗଡ଼। ଆଜିର କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ମାନନୀୟ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ଭଏସ୍ ଅଫ୍ ନୟାଗଡ଼ ବିଜେତାଙ୍କୁ ଟ୍ରଫି ଓ ପୁରସ୍କାର ପ୍ରଦାନ କରିବା ସହିତ ସମସ୍ତ ପ୍ରତିଯୋଗୀଙ୍କ ଉଜ୍ଜ୍ବଳ ଭବିଷ୍ଯତ କାମନା କରିଥିଲେ। ବିଚାରକ ଭାବେ ବରିଷ୍ଠ କଣ୍ଠଶିଳ୍ପୀ ସୁରଗନ୍ଧର୍ବ ନବକିଶୋର ମିଶ୍ର, ବରିଷ୍ଠ ସଂଗୀତ ନିର୍ଦ୍ଦେଶକ ଅଶୋକ କୁମାର ଗାଣ୍ଠିଆ ଓ ସଂଗୀତ ମହାବିଦ୍ୟାଳୟ ଭୁବନେଶ୍ୱରର ଅଧ୍ଯାପକ ଲଳିତ କୁମାର କର ଯୋଗଦେଇ…
Read More“ଶ୍ରୀ ସୃଜନ” ନୟାଗଡ଼ ସଙ୍ଗୀତ ବିଦ୍ୟାଳୟର ଚତୁର୍ଥ ସାମ୍ବତ୍ସରିକ ଉତ୍ସବ
ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଅଁଳା ନବମୀ ଅବସରରେ ‘ଶ୍ରୀସୃଜନ’,ନୟାଗଡ଼ ସଙ୍ଗୀତ ବିଦ୍ୟାଳୟର ଚତୁର୍ଥ ସାମ୍ବତ୍ସରିକ ଉତ୍ସବ ନୟାଗଡ଼ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ପାଳିତ ହୋଇଯାଇଛି। ଅନୁଷ୍ଠାନର ସ୍ଥାୟୀ ସଭାପତି ଡ.ବିଜୟ କୁମାର ଚୌଧୁରୀ, ବିଶିଷ୍ଟ ସମାଜସେବୀ ପ୍ରମୋଦ ପଟ୍ଟନାୟକ,ସୁର ଗନ୍ଧର୍ବ ନବକିଶୋର ମିଶ୍ର, ଅନୁଷ୍ଠାନର କୋଷାଧ୍ୟକ୍ଷ ମନୋଜ କୁମାର ମିଶ୍ର, ସମ୍ପାଦିକା ଜୟଶ୍ରୀ ଦେବୀ,ସଭ୍ୟ ଲକ୍ଷ୍ମୀଧର ମହାପାତ୍ର ,କମ୍ରେଡ ବିଶ୍ବନାଥ ମହାପାତ୍ରଙ୍କ ଉପସ୍ଥିତିରେ ପ୍ରଦୀପ ପ୍ରଜ୍ବଳନ କରାଯାଇ ଉତ୍ସବକୁ ଉଦ୍ଘାଟନ କରାଯାଇଥିଲା।ଏହି ଉତ୍ସବରେ ଓଡ଼ିଶାର ସୁନାମଧନ୍ୟ କଣ୍ଠ ଶିଳ୍ପୀ, ପ୍ରସିଦ୍ଧ ଢୁମ୍ପା ସଙ୍ଗୀତ ଗାୟକ ସଚ୍ଚିଦାନନ୍ଦ ମହାପାତ୍ରଙ୍କୁ “ଶ୍ରୀ ସୃଜନ ସଙ୍ଗୀତ ପ୍ରତିଭା” ସମ୍ମାନରେ ସମ୍ମାନିତ କରାଯାଇଥିଲା ଅନୁଷ୍ଠାନର ଛାତ୍ର ସାଇଅମ୍ରିତ୍ ସାହୁ, ଛାତ୍ରୀ କାଦମ୍ବିନୀ ମହାପାତ୍ର,ଝୁମୁରି ସାହୁ, ମଧୁସ୍ମିତା ବେହେରା,ଅନନ୍ୟା ମାଧୁରୀ ଦାସ,ତିତିକ୍ଷା ପରିଡ଼ା,ଶୁଭଶ୍ରୀ ମହାପାତ୍ର, ଆରାଧ୍ୟା ମହାରଣା ଓ ମାନିନୀ ମନସ୍ମିତାଙ୍କ ସମେତ…
Read More୫ଦିନ ବ୍ୟାପି ଚାଲିବ ନୟାଗଡ଼ ବୋଇତ ବନ୍ଦାଣ ଯାତ୍ରା ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ଉତ୍କଳୀୟ ପରମ୍ପରା ତଥା ଐତିହାସିକ ବୋଇତ ବନ୍ଦାଣ ପ୍ରଥାର ସ୍ମୃତି ଉଦ୍ଦେଶ୍ୟରେ ନୟାଗଡ଼ ପୁରୁଣା ସହରର ମା’ ଦକ୍ଷିଣକାଳୀଙ୍କ ଯାତ୍ରା ପଡ଼ିଆଠାରେ ଆସନ୍ତା ତା୦୫.୧୧.୨୦୨୪ରିଖ ଦିନ ସକାଳ ଘ୭.୩୦ମି. ସମୟରେ “ବୋଇତ ବନ୍ଦାଣ ଉତ୍ସବ” ପାଳନ କରାଯାଉଅଛି । ଉକ୍ତ ଉତ୍ସବକୁ ଲୋକାଭିମୁଖୀ କରିବା ପାଇଁ ଆସନ୍ତକାଲି ଅର୍ଥାତ ତା୦୧.୧୧.୨୦୨୫ରିଖ ଠାରୁ ତା୦୫. ୧୧. ୨୦୨୫ରିଖ ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ, ମୀନାବଜାର, ପଲ୍ଲିଶ୍ରୀମେଳା ଓ ରାମ ଦୋଳିର ଆୟୋଜନ କରାଯାଇଅଛି । ୫ଦିନ ବ୍ୟାପି ହେବାକୁ ଥିବା ଏହି ଉତ୍ସବରେ ମହିଳାମାନଙ୍କ ପାଇଁ ସ୍ଵତନ୍ତ୍ର ଆସନର ବ୍ୟବସ୍ଥା କରାଯାଇଥିବା ସୂଚନା ଦିଆଯାଇଛି। ଏନେଇ ବୋଇତ ବନ୍ଦାଣ ଉତ୍ସବ କମିଟି ଜନସାଧାରଣଙ୍କ ଉପସ୍ଥିତି, ସାହାଯ୍ୟ ଓ ସହଯୋଗ କାମନା କରିଛନ୍ତି। କାର୍ଯ୍ୟସୂଚୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ତା୦୧.୧୧.୨୦୨୫ରିଖ (ଶନିବାର) ସନ୍ଧ୍ୟା ୭ଟା ରେବୋଇତ ବନ୍ଦାଣ…
Read Moreନୟାଗଡ଼ ରେ ପାଳିତ ହେଲା ଓଡ଼ିଶା ନାଟ୍ୟ ସଂଘ ଦିବସ
ନୟାଗଡ଼, (ନୟାଗଡ଼ ଦର୍ପଣ): ନାଟକ ଖାଲି ମନୋରଂଜନ କରେ ନାହିଁ, ନାଟକ ଜୀବନର କଥା କହେ । ସମାଜକୁ ସଚେତନ କରିବା ତଥା ନୂତନ ଦିଗ ଦେଖାଇବାର ଏକ ସଶକ୍ତ ମାଧ୍ୟମ ହେଉଛି ନାଟକ ଏହା ସିଧାସଳଖ ଭାବେ ଦର୍ଶକଙ୍କ ହୃଦୟ କୁ ଛୁଏଁ ଏବଂ ସେମାନଙ୍କୁ ଭାବିବା ପାଇଁ ପ୍ରେରିତ ମଧ୍ୟ କରେ । ଏଥିପାଇଁ ନାଟକକୁ ସମାଜର ଦର୍ପଣ କୁହାଯାଏ ବୋଲି ଓଡ଼ିଶା ନାଟ୍ୟ ସଂଘ ଦିବସ ପାଳନ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଥିଲେ। ସ୍ଥାନୀୟ ଇନସ୍ପାୟାର କଲେଜ ସଭାଗୃହ ପରିସରରେ ନୟାଗଡ଼ ଜିଲ୍ଲା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ନୟାଗଡ଼ର ସଭାପତି ଇଂ ଦେବାଶିଷ ପଟ୍ଟନାୟକ, ସମ୍ମାନନୀୟ ଅତିଥି ବିଶିଷ୍ଟ ଶିକ୍ଷାବିତ୍ ଓ ନାଟ୍ୟକାର ଶ୍ରୀଧର ସାହୁ ଏବଂ କବୟତ୍ରୀ ଗୀତାଞ୍ଜଳି ମହାପାତ୍ର ଯୋଗଦେଇ ନାଟକର…
Read Moreଡ୍ୟାନ୍ସ ନୟାଗଡ ଡ୍ୟାନ୍ସରେ ନୈନା ତନୟା ଡ୍ୟାନ୍ସ ଟପ୍ପର
ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡର ଭାଷା ସାହିତ୍ୟ ଓ ସଂସ୍କୃତି ପରିଷଦ ସୃଜନିକା ଆନୁକୁଲ୍ୟରେ ଡ୍ୟାନ୍ସ ନୟାଗଡ ଡ୍ୟାନ୍ସର ଫାଇନାଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ରବିବାର ଦିନ ସ୍ଥାନୀୟ ନୀଳମାଧବ ହୋଟେଲରେ ଏହା ଅନୁଷ୍ଠିତ ହୋଇଥିଲା। ସେମି ଫାଇନାଲରେ ଥିବା ୨୦ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୧୦ ଜଣ ଫାଇନାଲକୁ ଉନ୍ନୀତ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ନୈନା ତନୟା, ସୃଷ୍ଟି ମୟୀ ସାହୁ ଓ ସାଇଶ୍ରୀ ମହାପାତ୍ର ଯଥାକ୍ରମେ ପ୍ରଥମ , ଦ୍ଵିତୀୟ ଓ ତୃତୀୟ ଭାବରେ ଯୋଗ୍ୟ ବିବେଚିତ ହୋଇଥିଲେ। ନୈନା ତନୟା ନୟାଗଡ ଡ୍ୟାନ୍ସ ଟପ୍ପର ଭାବେ ବିଜୟୀ ହୋଇ ଟ୍ରଫି ସହ ପ୍ରଶଂସା ପତ୍ର ଏବଂ ୧୦ ହଜାର ଟଙ୍କା ପୁରସ୍କାର ରାଶି ଅତିଥିଙ୍କ ଠାରୁ ଗ୍ରହଣ କରିଥିଲେ। ଦ୍ଵିତୀୟ ବିଜେତାଙ୍କୁ ୭ ହଜାର ଟଙ୍କା ଟ୍ରଫି ଓ ପ୍ରଶଂସା ପତ୍ର ଏବଂ ତୃତୀୟ…
Read More