ମାତୃଭାଷା ପ୍ରତି ଆମର ପ୍ରତିବଦ୍ଧତା ରହିଲେ ଭାଷାର ବିକାଶ ସହ ସାଂସ୍କୃତିକ ପ୍ରଗତି ସମ୍ଭବ ହୋଇପାରିବ

ନୟାଗଡ଼,(ନୟାଗଡ଼ ଦର୍ପଣ): ଭାଷା ମାଧ୍ୟମରେ ସାଂସ୍କୃତିକ ବିବିଧତାକୁ ଲୋକାଭିମୁଖୀ କରିବା ତଥା ବହୁଭାଷାର ଗୁରୁତ୍ୱକୁ ପ୍ରାଧାନ୍ୟ ଦେବା ଦ୍ୱାରା ଭାଷା-ଏକତା ସୃଷ୍ଟି ହୋଇପାରିବ। ପୃଥିବୀରେ ବର୍ତ୍ତମାନ ପ୍ରାୟ ୭୦୦୦ ଭାଷା ପ୍ରଚଳିତ ଥିବାବେଳେ ପାଖାପାଖି ୪୦୦୦ ଭାଷା ବିଲୁପ୍ତ ପ୍ରାୟ ଅବସ୍ଥାରେ ଅଛି।ତେଣୁ ଭାଷାକୁ ନେଇ ସମଗ୍ର ପୃଥିବୀର ସ୍ଥିତି ଚିନ୍ତାଜନକ। ଭାରତରେ ପ୍ରାୟ ୪୫୦ ଭାଷା ପ୍ରଚଳିତ ଥିବାବେଳେ ସେଥିରୁ ପ୍ରାୟ ଏମିତି ୧୦ଟି ଭାଷା ଅଛି ଯାହା କହୁଥିବା ଲୋକଙ୍କ ସଂଖ୍ୟା ୧୦୦ ରୁ ମଧ୍ୟ କମ୍। ମାତୃଭାଷା ପ୍ରତି ଆମର ପ୍ରତିବଦ୍ଧତା ରହିଲେ ହିଁ ଭାଷାର ବିକାଶ ସହ ସାଂସ୍କୃତିକ ପ୍ରଗତି ସମ୍ଭବ ହୋଇପାରିବ। ମାତୃଭାଷା ବ୍ୟତୀତ କୌଣସି ଦେଶ, ଜାତି ବା ସମାଜର ସଂସ୍କୃତି ବିଷୟରେ କଳ୍ପନା କରାଯାଇନପାରେ ବୋଲି ଆଜି ବିଶ୍ୱ ମାତୃଭାଷା ଦିବସ ପାଳନ ଅବସରରେ ବକ୍ତାମାନେ ମତବ୍ୟକ୍ତ…

Read More

ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଉଦଯାପିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଂସ୍କୃତି ପରିଷଦ ଓ ନୟାଗଡ଼ ପୁସ୍ତକ ମହୋତ୍ସବ କମିଟି ଆୟୋଜିତ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଆଜି ଉଦଯାପିତ ହୋଇଯାଇଛି। ଶେଷ ସଂଧ୍ୟାରେ ଅତିଥି ଭାବେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୌର ପରିଷଦ ଅଧ୍ୟକ୍ଷ ନିରୂପମା ଖଟେଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ସ୍ତମ୍ଭକାର ଛନ୍ଦା ମିଶ୍ର ଯୋଗ ଦେଇଥିଲେ। ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଖଟେଇ ତାଙ୍କ ବକ୍ତବ୍ୟରେ ଆଗ୍ରହ ଥିଲେ ମୋଟା ବହି ବି କମ ସମୟରେ ପଢିହେବ ବୋଲି କହିଥିଲେ। ପାଠ ପଢ଼ିବାର ଆବଶ୍ୟକତା ସମ୍ପର୍କରେ ଜିଲ୍ଲାପାଳ କହିବା ସହ ଛାତ୍ରଛାତ୍ରୀଙ୍କ ପାଇଁ ପାଠର ଆବଶ୍ୟକତା…

Read More

ସୃଜନ ସମାବେଶରେ କବିତା ପ୍ରତିଯୋଗିତା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାହିତ୍ୟ ଓ ସଂସ୍କୃତି ବିକାଶ ମଞ୍ଚ ପକ୍ଷରୁ ସୃଜନ ସମାବେଶ-୨୦୨୩ ସ୍ଥାନୀୟ କେସି କ୍ଲବ ପରିସରରେ ଅନୁଷ୍ଠିତ ହୋଇଯାଇଛି। ରବିବାର ପୂର୍ବାହ୍ନରେ ଅନୁଷ୍ଠିତ ଏହି ସାହିତ୍ୟ କାର୍ଯ୍ୟକ୍ରମକୁ ନାଟ୍ୟଭୂଷଣ ଡ଼.ବିଜୟ ଚୌଧୁରୀ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ‘ବୋଉ’ ଶୀର୍ଷକ ଏକ କବିତା ପାଠର ପ୍ରତିଯୋଗିତା ଉପସ୍ଥିତ କବିମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା କବି ଲକ୍ଷ୍ମଣ କୁମାର ନାୟକଙ୍କୁ ୧୧ଶହ ଟଙ୍କା ପୁରସ୍କାର ସହିତ ମାନପତ୍ର ଏବଂ ଉପଢୌକନ ପ୍ରଦାନ କରା ଯାଇଥିବା ବେଳେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା କବି ଯଶୋବନ୍ତ ପଟ୍ଟନାୟକଙ୍କୁ ୭ଶହ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା କବି ସୁରେଶ ଚନ୍ଦ୍ର ପରିଡ଼ାଙ୍କୁ ୫ଶହ ଟଙ୍କା ପୁରସ୍କାର ପ୍ରଦାନ କରାଯାଇ ପ୍ରୋତ୍ସାହିତ କରାଯାଇଥିଲା। କବିତା ଗୁଡିକୁ…

Read More

ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଚତୁର୍ଥ ସଂଧ୍ୟା

ମଣିଷ ବହି ତିଆରି କରେ, ବହି ମଣିଷ ତିଆରି କରେ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଂସ୍କୃତି ପରିଷଦ ଓ ନୟାଗଡ଼ ପୁସ୍ତକ ମହୋତ୍ସବ କମିଟି ଆୟୋଜିତ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଚତୁର୍ଥ ସଂଧ୍ୟାରେ ଅତିଥି ଭାବେ ବରିଷ୍ଠ ଓଡ଼ିଆ ଭାଷା ସାହିତ୍ୟିକ ଡ. ନାରାୟଣ ପଣ୍ଡା, ନାଟ୍ୟକାର ନାରାୟଣ ସାହୁ, କଥାକାର ଶୁଭ୍ରାଂଶୁ ପଣ୍ଡା ଅତିଥି ଭାବେ ଯୋଗ ଦେଇଥିଲେ। ଲେଖା ଚାଲୁଥାଉ, ସାହିତ୍ୟରେ ସମ୍ବେଦନା ବଞ୍ଚି ରହୁ ବୋଲି କଥାକାର ଶୁଭ୍ରାଂଶୁ ପଣ୍ଡା କହିଥିଲେ। ଅନ୍ୟତମ ଅତିଥି ଶ୍ରୀଯୁକ୍ତ ସାହୁ ତାଙ୍କ ବକ୍ତବ୍ୟରେ, ଜ୍ଞାନ ନଥିଲେ କିଛି ପାଇ ପାରିବ ନାହିଁ ବୋଲି କହିଥିଲେ। ଦୀପ ଜଳିବାକୁ ଚାହୁଁ ଥିଲେ ଜ୍ଞାନର ଦୀପ ଜାଳ ବୋଲି କହିଥିଲେ। ପ୍ରଫେସର ଡ. ପଣ୍ଡା ତାଙ୍କ ବକ୍ତବ୍ୟରେ, ନୟାଗଡ଼ ମାଟି ସାହିତ୍ୟ ଓ…

Read More

ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଦ୍ୱିତୀୟ ସଂଧ୍ୟା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଂସ୍କୃତି ପରିଷଦ ଓ ନୟାଗଡ଼ ପୁସ୍ତକ ମହୋତ୍ସବ କମିଟି ଆୟୋଜିତ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ବେଶ ଆଦୃତି ଲାଭ କରିଛି। ଦ୍ୱିତୀୟ ସଂଧ୍ୟାରେ ଅତିଥି ଭାବେ ବରିଷ୍ଠ କଥାକାର ଡ. ଅଜୟ ସ୍ଵାଇଁ, କଥାଶିଳ୍ପୀ ଡ. ଅରବିନ୍ଦ ରାୟ, ସାହିତ୍ୟ ଘର ସଂଯୋଜକ ଡ. ଶୁଭଶ୍ରୀ ଲେଙ୍କା, କବି ଓ ପ୍ରକାଶକ ବନୋଜ ତ୍ରିପାଠୀ ଯୋଗ ଦେଇଥିଲେ। ଫେସବୁକରେ କବିତା ଲେଖି ବହି ପ୍ରକାଶ କରିଦେଲେ କେହି କବି ହୋଇ ଯାଏନି। କବିକୁ ଈଶ୍ୱର ବୋଲି କୁହାଯାଏ ବୋଲି ପ୍ରକାଶକ ଶ୍ରୀଯୁକ୍ତ ତ୍ରିପାଠୀ କହିଥିଲି। ଲେଖକଙ୍କଠାରୁ ବଡ ହେଉଛନ୍ତି ପାଠକ। ସମସ୍ତେ ଲେଖକ ନୁହେଁ, ପାଠକ ହେବା ଆବଶ୍ୟକ ବୋଲି କହିଥିଲେ। ଦୁଃଖ ବେଳେ ବହିର ଆବଶ୍ୟକତା ପଡ଼ିଥାଏ ବୋଲି କହିଥିଲେ। ପାଠକ ଲେଖକକୁ ଈଶ୍ୱରଠାରୁ ଅଧିକ…

Read More

ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଉଦଘାଟିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୁସ୍ତକ ମହୋତ୍ସବ କମିଟି ଓ ଜିଲ୍ଲା ସଂସ୍କୃତି ପରିଷଦ ଆୟୋଜିତ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ବୁଧବାର ଉଦଘାଟିତ ହୋଇଯାଇଛି । ନୟାଗଡ଼ ପୁରୁଣାସହର ଦକ୍ଷୀଣକାଳୀ ପଡ଼ିଆଠାରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦଘାଟକ ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ମୁଖ୍ୟ ଅତିଥି ଭାବେ ଖାତନାମା ସାହିତ୍ୟିକ ଡ. ଗୈାରହରୀ ଦାସ ସମ୍ମାନିତ ଅତିଥି ଭାବେ ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ଯୋଗ ଉଦଘାଟନ କରିଥିଲେ । ନୟାଗଡ଼ ମାଟିରେ ବସ୍ତୁ ଅପେକ୍ଷା ଭାବକୁ ବେଶି ଗୁରୁତ୍ୱ ଦିଆଯାଇଥାଏ ବୋଲି ମୁଖ୍ୟ ଅତିଥି ଡ. ଦାସ କହିଥିଲେ । ବିଧାୟକ ଡ଼ଃ. ସାହୁ ତାଙ୍କ ବକ୍ତବ୍ୟରେ ସମାଜରେ ମହୁମାଛିଙ୍କ ସଂଖ୍ୟା କମ ଓ ମଶାଙ୍କ ସଂଖ୍ୟା ଅଧିକ ବୋଲି କହିଥିଲେ । ଏହା ସହିତ ଅନେକ ଉପାଦେୟ…

Read More

ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ପ୍ରସ୍ତୁତି ବୈଠକ

‘ବହି ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ସୃଷ୍ଟି ପାଇଁ ସଚେତନତା ଆବଶ୍ୟକ’ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାରେ ଦୀର୍ଘ ବର୍ଷ ଧରି ବନ୍ଦ ରହିଥିବା ପୁସ୍ତକ ମହୋସବକୁ ରୂପାନ୍ତରିତ କରାଯାଇ ଚଳିତ ବର୍ଷ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଆୟୋଜନ କରାଯାଇଛି । ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ସଂଯୋଜକ ସଂଜୟ କୁମାର ସ୍ୱାଇଁଙ୍କ ଆବହକତ୍ୱରେ ନୟାଗଡ଼ ବ୍ଲକ ସଭାଗୃହରେ ଆୟୋଜିତ ପ୍ରସ୍ତୁତି ବୈଠକରେ ନୟାଗଡ଼ ଜିଲ୍ଲାର ବହୁ ବୁଦ୍ଧିଜୀବୀ, ସାହିତ୍ୟିକ ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ରହି ଆଲୋଚନାରେ ସାମିଲ ହୋଇଛନ୍ତି । କବି ଓ ଅନୁବାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ ବୈଠକର ଆଭିମୁଖ୍ୟ ଉପସ୍ଥାପନ କରିଥିବା ବେଳେ ସାମ୍ବାଦିକ ଅନୀଲ କୁମାର ପଣ୍ଡା ସାହିତ୍ୟ ସଭା ପାଇଁ…

Read More

ଅନ୍ ଲାଇନ୍ ମାଧ୍ୟମରେ ଅନୁବାଦକମାନଙ୍କର ଜାତୀୟ ସମ୍ମିଳନୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ଅନୁବାଦ ଯୋଗୁଁ ଭାଷା ମଧ୍ୟରେ ଦୂରତା କମିବା ସମ୍ଭବ ହୋଇପାରିଛି। ବିଶ୍ବ ସାହିତ୍ୟ କେବଳ ଅନୁବାଦ ଯୋଗୁଁ କୋଣେ ଅନୁକୋଣେ ଥିବା ପ୍ରତ୍ୟେକ ଭାଷାଭାଷୀ ଲୋକଙ୍କ ପାଖରେ ପହଞ୍ଚିପାରିଛି। ପ୍ରତ୍ୟେକ ଭାଷାର ନିଜସ୍ବ ଶୈଳୀ ଏବଂ ବିଶିଷ୍ଟତା ରହିଛି, ଅନୁବାଦ କଲାବେଳେ ଅନୁବାଦକ ଏଥିପ୍ରତି ଯଥେଷ୍ଟ ସତର୍କ ହେବା ଆବଶ୍ୟକ। ସର୍ବୋପରି ଭାରତ ଭଳି ଏକ ବହୂଭାଷୀ ଦେଶରେ ଅନୁବାଦ ତଥା ଅନୁବାଦକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଦେଶର ବିଶିଷ୍ଟ ଅନୁବାଦକମାନେ ମତପ୍ରକାଶ କରିଛନ୍ତି। ଭାରତୀୟ ଅନୁବାଦ ସାହିତ୍ୟ ତରଫରୁ ୧୨ତମ ଜାତୀୟ ଅନୁବାଦକ ସମ୍ମିଳନୀ ଅନଲାଇନ୍ ମାଧ୍ୟମରେ ଆୟୋଜିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ଅନୂଦିତ ବହୁଭାଷୀ କାବ୍ୟପାଠ ସହ ” ଅନୁଭବରେ ଅନୁବାଦକ” ଶୀର୍ଷକ ଆଲୋଚନାଚକ୍ର ଭାରତର ବିଭିନ୍ନ ରାଜ୍ୟର ଅନୁବାଦକମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିଲା। ଭାରତୀୟ ଅନୁବାଦ ସାହିତ୍ୟର ସଂଯୋଜକ ଶରତ…

Read More

ପରମ୍ପରା ସାହିତ୍ୟ ଓ ସଂସ୍କୃତି ପରିଷଦ ଦ୍ୱାରା ଆୟୋଜିତ ସାହିତ୍ୟ ମହାକୁମ୍ଭ ଉଦଯାପିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ପରମ୍ପରା ସାହିତ୍ୟ ଓ ସଂସ୍କୃତି ପରିଷଦ, ନୟାଗଡ଼ ପକ୍ଷରୁ ୨ ଦିନ ବ୍ୟାପି ଅନୁଷ୍ଠିତ ନୟାଗଡ଼ ସାହିତ୍ୟ ମହାକୁମ୍ଭ ଆଜି ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ସଭାଗୃହରେ ଉଦଯାପିତ ହୋଇଯାଇଛି। ପ୍ରଥମ ଦିବସରେ ଅତିଥିଭାବେ ନୟାଗଡ଼ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ କୁମାର ପ୍ରଧାନ, ଗାଳ୍ପିକ ସୁରେଶ ଛୋଟରାୟ, କଥାକାର ତପନ ମହାପାତ୍ର, ଯୁବ କଥାକାର/ସାମ୍ବାଦିକ ଶୁଭ୍ରାଂଶୁ ପଣ୍ଡା, ହାଡ଼ିବନ୍ଧୁ ମହାକୁଢ଼, ଡ.ଅଶୁତୋଷ ମିଶ୍ର, ଅଧ୍ୟାପକ ରବି ଶତପଥୀ, ଅଶୋକ ମଲ୍ଲ, ଗୋଦାବରିଶ ମିଶ୍ର, ପ୍ରଭାତ ମିଶ୍ର ପ୍ରମୁଖ ଯୋଗଦାନ କରି ଗଳ୍ପ ଓ କବିତା କାହିଁକି ଓ କିପରି ଲେଖା ଯାଏ ସେ ସମ୍ପର୍କରେ ଆଲୋଚନା କରିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ଅନୁଷ୍ଠିତ ବ୍ୟଙ୍ଗ ଦରବାର କାର୍ଯକ୍ରମରେ ଅତିଥିଭାବେ ବ୍ୟଙ୍ଗକାର ଶ୍ରୀଯୁକ୍ତ ସତ୍ୟାନାଶ, ବ୍ରଜ ସୁବୁଦ୍ଧି, ରବିନ୍ଦ୍ର ରାଉତ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।…

Read More

ସାହିତ୍ୟ ଓ ସମ୍ବର୍ଦ୍ଧନା ଉତ୍ସବରେ ଦୁଲୁକିଲା ଓଡ଼ଗାଁ ମାଟି

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡ଼ଗାଁ ଇନଡୋର୍ ଷ୍ଟାଡ଼ିୟମ ପରିସରରେ ଶ୍ରୀ ଶ୍ରୀ ରଘୁନାଥ ସାରସ୍ବତ ସଂସଦ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ କବି, ଲେଖକ ସମ୍ମିଳନୀ ଓ ସମ୍ବର୍ଦ୍ଧନା ଉତ୍ସବ ପ୍ରାୟ ୧୫୦ ରୁ ଉର୍ଦ୍ଧ୍ବ ସାରସ୍ୱତ ସାଧକସାଧିକାଗଣଙ୍କ ଉପସ୍ଥିତିରେ ମହାସମାରୋହରେ ପାଳିତ ହୋଇଯାଇଛି।ଏହି ଉତ୍ସବରେ ଜିଲ୍ଲାର ପ୍ରତି ବ୍ଲକରୁ କବି,କବିୟିତ୍ରୀ,ସାହିତ୍ୟିକ, ଲେଖକ,ଗାଳ୍ପିକ, ନାଟ୍ୟକାର ମାନଙ୍କ ସମାଗମ ଘଟିଥିଲା।ଅନୁଷ୍ଠାନର ସଭାପତି ପଞ୍ଚାନନ ପଣ୍ତାଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ ତଥା କଥାକାର ଦାଶ ବେନହୁର ଯୋଗ ଦେଇଥିବାବେଳେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଉଦଘାଟକ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଲୋକନାଥ ସାହୁ, ଚକ୍ର ସୁଦର୍ଶନ କ୍ଷେତ୍ର ଭଦ୍ରକର ଗୁରୁମା ଆଚାର୍ଯ୍ୟା ଅନ୍ନପୂର୍ଣ୍ଣା ଦେବୀ, ଓଡ଼ିଶା ସାହିତ୍ୟ ଏକାଡେମୀ ଜିଲ୍ଲାସଦସ୍ୟ ଅଶୋକ କୁମାର ନାୟକ,ଅନୁଷ୍ଠାନର ପ୍ରତିଷ୍ଠାତା ଲୋକନାଥ ମିଶ୍ର (ଭରଦ୍ବାଜ), ସଂପାଦକ ଭାବଗ୍ରାହୀ ମହାପାତ୍ର, ଉପଦେଷ୍ଟା ଦିବାକର…

Read More