ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଗୋପବନ୍ଧୁ ଏକାଡେମୀରେ ତାଲିମ ନେଉଥିବା ପ୍ରଶିକ୍ଷାର୍ଥୀଙ୍କୁ ପାଠ ପଢ଼ାଇବା ପାଇଁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକଙ୍କୁ ଏକାଡେମୀ ପକ୍ଷରୁ ନିମନ୍ତ୍ରଣ କରାଯାଇଛି । ଆସନ୍ତା ୨୨ ତାରିଖ ୨୦୨୨ ମସିହା ବ୍ୟାଚ୍ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କୁ ୨ଟି ପିରିୟଡ଼ ପାଠ ପଢ଼ାଇବା ପାଇଁ ଡେପୁଟି ଡାଇରେକ୍ଟରଙ୍କ ପକ୍ଷରୁ ଚିଠି କରାଯାଇଛି। ପଞ୍ଚାୟତ ରାଜ ବ୍ୟବସ୍ଥାରେ ଉପରେ ଶୀଯୁକ୍ତ ପଟ୍ଟନାୟକଙ୍କ ଦୀର୍ଘଦିନର ଅଭିଜ୍ଞତା ଓ ଜ୍ଞାନ ରହିଛି । ଏଥିପାଇଁ ତାଙ୍କୁ ଗୋପବନ୍ଧୁ ଏକାଡେମୀ ପକ୍ଷରୁ ନିମନ୍ତ୍ରଣ କରାଯାଇଛି । ପୂର୍ବରୁ ମଧ୍ୟ ସେ ଗୋପବନ୍ଧୁ ଏକାଡେମୀରେ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କୁ ପାଠ ପଢ଼ାଇଛନ୍ତି। ନୟାଗଡ଼ ଜିଲ୍ଲାର ଜଣେ ବିଚକ୍ଷଣ ରାଜନେତା ଭାବେ ଜଣାଶୁଣା ଶ୍ରୀଯୁକ୍ତ ପଟ୍ଟନାୟକ ଜଣେ ଲୋକପ୍ରିୟ ମଣିଷ ଭାବେ ଜଣାଶୁଣା।
Read MoreCategory: ନୟାଗଡ଼ ବ୍ୟକ୍ତିତ୍ୱ
ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କୁ ଗୋପବନ୍ଧୁ ଏକାଡେମୀ ପକ୍ଷରୁ ନିମନ୍ତ୍ରଣ,
ନାଟ୍ୟକାର ରାମଚନ୍ଦ୍ରଙ୍କର ଜନ୍ମ ଦିବସରେ ଶ୍ରଦ୍ଧାଞ୍ଜଳି
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଆ ନାଟ୍ୟଜଗତର ମୂର୍ଦ୍ଧନ୍ୟ କାଣ୍ଡାରି, ଯୋଗଜନ୍ମା ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୧୦୬ ତମ ଜନ୍ମଦିବସ ଅବସରରେ ନୟାଗଡ଼ ପଠାଣି ସାମନ୍ତ ଅଡିଟୋରିୟମ ପରିସରରେ ଥିବା ନାଟ୍ୟରଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ସାହିତ୍ୟିକ ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଟ୍ୟନିର୍ଦେଶକ ଭଗବତୀ ଚରଣ ପଟ୍ଟନାୟକ, ନାଟ୍ୟଭୂଷଣ ଡ. ବିଜୟ କୁମାର ଚୌଧୁରୀ, ସିଭିଲ ସୋସାଇଟିର ପ୍ରମୁଖ ଗୋଦାବରୀଶ ସାହୁ, ପୂଜ୍ୟପୂଜା ସମିତିର ପ୍ରମୁଖ ଧୀରେନ୍ଦ୍ର କୁମାର ପଟ୍ଟନାୟକ, ଗଣମାଧ୍ୟମ ପ୍ରମୁଖ ରାମକୃଷ୍ଣ ରଥ, ଶ୍ରୀକାନ୍ତ ଖଟେଇ, ଶିକ୍ଷାବିତ ବିଜୟ କୁମାର ରଥ, ସୌଦାମିନୀ ସ୍ଵାଇଁ, ଡ. ନୀଳିମା ନନ୍ଦ, ନିରଞ୍ଜନ ମିଶ୍ର, ସମାଜସେବୀ ଶ୍ରୀକାନ୍ତ ପଟ୍ଟନାୟକ ପ୍ରମୁଖ ପୁଷ୍ପାଞ୍ଜଳି ପୂର୍ବକ ଯୁଗଜୟୀ ନାଟ୍ୟରଥୀଙ୍କ ନାଟକ ଭାଇ ଭାଉଜ, କିସ ପୁଣି ଦେଖା ନ ଯାଏ, ନରୋତ୍ତମ…
Read Moreବରିଷ୍ଠ ଆଇନଜୀବୀ ବୃନ୍ଦାବନ ପଣ୍ଡାଙ୍କ ଦ୍ଵାଦଶାହା ସ୍ମୃତିଚାରଣ ସଭା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓକିଲ୍ଲ ସଙ୍ଘର ପୂର୍ବତନ ସଭାପତି ତଥା ଜିଲ୍ଲାର ଖ୍ୟାତନାମା ଆଇନଜୀବୀ ସ୍ବର୍ଗତ ବୃନ୍ଦାବନ ପଣ୍ଡାଙ୍କ ଦ୍ୱଦଶାହ ଅବସରରେ ଜିଲ୍ଲା ଓକିଲ ସଙ୍ଘ ସଭାପତି ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ନୀଳମାଧଵ ହୋଟେଲ ଠାରେ ସ୍ମୃତିସଭା ଆୟୋଜିତ ହୋଇଯାଇଛି। ସ୍ମୃତି ସଭାରେ ସ୍ବର୍ଗତ ପଣ୍ଡାଙ୍କ ଘନିଷ୍ଠ ସହପାଠୀ ପୂର୍ବତନ ମନ୍ତ୍ରୀ ତଥା ଆଠଗଡ ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପୂର୍ବତନ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟ ଇଂ. ଦେବାଶିଷ ପଟ୍ଟନାୟକ, ବରିଷ୍ଠ ଆଇନଜୀବୀ ବ୍ରଜକିଶୋର ପ୍ରଧାନ, କୈଳାସ ଚନ୍ଦ୍ର ପଟ୍ଟନାୟକ, ମନୋରଞ୍ଜନ ମହାପାତ୍ର, ସ୍ବର୍ଗତ ପଣ୍ଡାଙ୍କ ସମୁଦୀ ନାରାୟଣ ମହାପାତ୍ର ପ୍ରମୁଖ ସ୍ବର୍ଗତ ବୃନ୍ଦାବନ ପଣ୍ଡାଙ୍କ ଅମର ଆତ୍ମାର ସଦଗତି କାମନା କରିଵା ସହ ସ୍ମୃତିଚାରଣ କରି ଶ୍ରଦ୍ଧାସୁମନ ଅର୍ପଣ…
Read Moreଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ପରିସରରେ ସହିଦ କଷ୍ଟି ଡାକୁଆଙ୍କ ଜୟନ୍ତୀ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସହିଦ୍ କଷ୍ଟି ଡାକୁଆଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବିଦ୍ଯାଳୟ ପରିସରରେ ଥିବା ସହିଦ୍ କଷ୍ଟି ଡାକୁଆଙ୍କ ପ୍ରତିମୂର୍ତ୍ତିରେ ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ସମେତ ସେବାବ୍ରତୀ ଆଚାର୍ଯ୍ୟ ଆଚାର୍ଯ୍ୟାମାନେ ପୁଷ୍ପ ମାଲ୍ୟାର୍ପଣ କରି ବିପ୍ଳବୀ କଷ୍ଟି ଡାକୁଆଙ୍କ ସ୍ମୃତିଚାରଣ କରିଥିଲେ। ବିଦ୍ଯାଳୟର ବରିଷ୍ଠ ସେବାବ୍ରତୀ ଆଚାର୍ଯ୍ୟା ଅର୍ଚ୍ଚନା ରଥ କଷ୍ଟି ଡାକୁଆଙ୍କ ଜୀବନୀ ବିଷୟରେ ଅବଗତ କରାଇଥିଲେ। ସହିଦ କଷ୍ଟି ଡାକୁଆ ଅମର ରହେ ସ୍ଲୋଗାନରେ ବିଦ୍ୟାଳୟ ପରିସର ପ୍ରକମ୍ପିତ ହୋଇଥିଲା। ଆଜି ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ହୋଇଥିବାରୁ ଉପସ୍ଥିତ ଗୁରୁଜୀ ଗୁରୁମା ଓ ଛାତ୍ରଛାତ୍ରୀ ମାନେ ବୟସ୍କ ବ୍ଯକ୍ତି ମାନଙ୍କୁ ସମ୍ମାନ କରିବା, ସେମାନଙ୍କର ଯତ୍ନ ନେବା ଓ ସେବା କରିବା ପାଇଁ ଶପଥ ପାଠ କରିଥିଲେ।…
Read Moreପ୍ରବାଦ ପୁରୁଷ ଦାଶରଥି ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧ ଦିବସ
ନୟାଗଡ଼, (ନୟାଗଡ଼ ଦର୍ପଣ): ପାଠାଗାର ଆନ୍ଦୋଳନର ପ୍ରମୁଖ ପୁରୋଧା ଦାଶରଥି ପଟ୍ଟନାୟକ (ଦାସିଆ ଅଜା)ଙ୍କ ୨୮ତମ ଶ୍ରାଦ୍ଧବାର୍ଷିକୀ ପାଳନର ଅବସରରେ ନୟାଗଡ଼ ରେ ଅବସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ମୁନିସିପାଲିଟି ଅଧକ୍ଷା ନିରୁପମା ଖଟେଇ, ଜିଲା ସଂସ୍କୃତି ବିଭାଗ ଅଧିକାରିଣୀ ସୁଜାତା ସାହୁ, ଉତ୍କଳ ସାମ୍ବାଦିକ ସଂଘର ସଭାପତି ଶ୍ରୀକାନ୍ତ ଖଟେଇଙ୍କ ସହିତ ନୟାଗଡ଼ ର ପ୍ରମୁଖ ସାମାଜିକ ଅନୁଷ୍ଠାନ ପୂଜ୍ୟପୂଜା କମିଟି, ରୋଟାରୀ କ୍ଲବ, ସିଭିଲ ସୋସାଇଟି, ନୟାଗଡ଼ କ୍ଲବ୍, ଇନର ହୁଇଲ କ୍ଲବ, ଶ୍ରୀ ରାମକୃଷ୍ଣ ଆଦର୍ଶ ଶିକ୍ଷା କେନ୍ଦ୍ର, ତଥାସ୍ତୁ, ତେଜସ୍ବିନି ପ୍ରମୁଖର ସଦସ୍ୟମାନେ ମାଲ୍ୟାର୍ପଣ କରିବା ସହ ଦାସିଆ ଅଜାଙ୍କ ସ୍ମୃତି ଚାରଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ସଂଯୋଜନା କରିଥିବା ବେଳେ ଶରତ ଚନ୍ଦ୍ର ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ…
Read Moreଶିକ୍ଷକ ଆନ୍ଦୋଳନର ପ୍ରମୁଖ ନେତା ତଥା ଦକ୍ଷ ଶିକ୍ଷା ସଙ୍ଗଠକ ଅଲେଖ ବେହେରାଙ୍କୁ ବିପୁଳ ସମ୍ବର୍ଦ୍ଧନା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲ ସଭାକକ୍ଷରେ ପ୍ରାକ୍ତନ ଶିକ୍ଷକ, ଶିକ୍ଷକ ଆନ୍ଦୋଳନର ପ୍ରମୁଖ ନେତା ତଥା ଦକ୍ଷ ଶିକ୍ଷା ସଙ୍ଗଠକ ଅଲେଖ ବେହେରାଙ୍କୁ ପୁରାତନ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବିପୁଳ ଉତ୍ସାହ ଉଦ୍ଦୀପନା ସହିତ ଗୁରୁ ପୂଜନ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବର୍ଷୀୟାନ ଶିକ୍ଷକ ଲିଙ୍ଗରାଜ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାକୁ ପରିଚାଳନା କରିଥିଲେ ପ୍ରାକ୍ତନ ଛାତ୍ର ବିଶ୍ଵନାଥ ମହାପାତ୍ର। ଅଧ୍ୟାପିକା ନୀଳିମା ନନ୍ଦ ସର୍ବପ୍ରଥମେ ଗୁରୁବନ୍ଦନା ପାଠ କଲାପରେ ଗୁରୁଜୀଙ୍କ ଶତାଧିକ ପୁରାତନ ଛାତ୍ରଛାତ୍ରୀ ପୁଷ୍ପଗୁଚ୍ଛ ସହ ଉତ୍ତରୀୟ ପ୍ରଦାନ ପୂର୍ବକ ଗୁରୁ ପ୍ରଣାମ କରିଥିଲେ। ଅତିଥିଭାବେ ଯୋଗ ଦେଇ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଓ ଦଶପଲ୍ଲାର ବିଧାୟକ ରମେଶ ଚନ୍ଦ୍ର ବେହେରା ଗୁରୁ ଶିଷ୍ୟ ସମ୍ପର୍କର ପବିତ୍ର ବନ୍ଧନ, ଗୁରୁ ପୂଜନର ମହନୀୟ ପରମ୍ପରା ଓ…
Read Moreଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଣୀଙ୍କୁ ସମ୍ବର୍ଦ୍ଧିତକଲେ ମୁଖ୍ୟମନ୍ତ୍ରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ଭୁବନେଶ୍ଵର ଲୋକସେବା ସଦନ ଗୃହଠାରେ ଗୀତାଞ୍ଜଳୀ ସାହୁ ବ୍ଲକ୍ ଶିକ୍ଷା ଅଧିକାରୀ ଓଡଗାଁ ପାଇଁ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଦ୍ଵାରା ସମ୍ବର୍ଦ୍ଧିତ ହୋଇଥିଲେ । ଏହା ପଞ୍ଚସଖା ଶିକ୍ଷା ସେତୁ ସଂଗଠନ ଦ୍ୱାରା ଆୟୋଜିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଶିକ୍ଷା ସଚିବ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ । ଶିକ୍ଷା କ୍ଷେତ୍ରରେ ଅତୁଳନୀୟ ଉଲ୍ଲେଖନୀୟ ଅବଦାନ ଯୋଗୁଁ ସେ ନୟାଗଡ ଜିଲ୍ଲା ପାଇଁ ଶିକ୍ଷା କ୍ଷେତ୍ରର ଗୌରବ ଆଣିଛନ୍ତି। ସେ ବର୍ତ୍ତମାନ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ନୟାଗଡ଼ ଜିଲ୍ଲାରେ କାର୍ଯ୍ୟରତ ବିଭିନ୍ନ ମହଲରୁ ଶୁଭେଚ୍ଛା ଅଭିନନ୍ଦନର ସୁଅ ଛୁଟିଛି।
Read Moreଓଡିଆ ଭାଷା ସାହିତ୍ୟ ତଥା ସଂସ୍କୃତିର ଗବେଷଣା ପାଇଁ ସମର୍ପିତ ଥିଲା ପଣ୍ଡିତ ବିନାୟକ ମିଶ୍ରଙ୍କ ଜୀବନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସାରା ଜୀବନ ଅଧ୍ୟୟନ ଓ ଗବେଷଣାରେ ନିମଗ୍ନ ଥିବା ମହାନ୍ ସାହିତ୍ୟିକ ପଣ୍ଡିତ ବିନାୟକ ମିଶ୍ର ସାମାଜିକ, ଆର୍ଥିକ, ପାରିବାରିକ ଦୁଃଖକଷ୍ଟକୁ ଭୃକ୍ଷେପ ନକରି ସାହିତ୍ୟ ଗବେଷଣାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିଲେ। ମାତ୍ର ସପ୍ତମ ଶ୍ରେଣୀ ପାଠ ପଢି ମଧ୍ୟ ନିଜର ଅସାଧାରଣ ଜ୍ଞାନ ପାଇଁ କଲିକତା ବିଶ୍ଵବିଦ୍ୟାଳୟର ଅଧ୍ୟାପକ ହୋଇପାରିଥିଲେ । କିନ୍ତୁ ସେଠାରେ ମିଳୁଥିବା ଦରମାକୁ ସେ ଖର୍ଚ୍ଚ କରିଦେଉଥିଲେ ପୁସ୍ତକ କିଣା ଓ ଗବେଷଣା କାର୍ଯ୍ୟରେ ଫଳରେ ଜୀବନର ଅନ୍ତିମ ସମୟରେ ରହିବା,ଖାଇବା ସହ ଅସୁସ୍ଥତା ଯୋଗୁଁ ଔଷଧ ପାଇଁ ମଧ୍ୟ କଷ୍ଟ ସହିବାକୁ ପଡିଥିଲା।ସେ ଥିଲେ ସ୍ୱାଭିମାନୀ,କାହାପାଖରେ ହାତପାତିବାକୁ ପସନ୍ଦ କରୁନଥିଲେ। ତାଙ୍କ ରଚିତ ଓଡ଼ିଆ ଭାଷାର ଇତିହାସ, ଓଡ଼ିଆ ସାହିତ୍ୟ ଇତିହାସ (୧୯୨୯), ଓଡ଼ିଆ ସାହିତ୍ୟ ପ୍ରକାଶ, ଭାରତୀୟ ଦର୍ଶନ ପ୍ରବେଶିକା, ଆଧୁନିକ…
Read Moreଗୁରୁଜୀ ହେବେ ସମ୍ବର୍ଦ୍ଧିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଳକ ମାଳିସାହି ମଧ୍ୟ ଇଂରାଜୀ ବିଦ୍ୟାଳୟରେ ତିନି ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟ ଶିକ୍ଷକତା କରି ଜଣେ କୃତବିଦ୍ୟ ଶିକ୍ଷକ ଭାବରେ ସହସ୍ରାଧିକ ଛାତ୍ର ଛାତ୍ରୀଙ୍କୁ ଶିକ୍ଷା ଦାନ କରିବା ସହିତ ଦେଶବିଦେଶରେ ପ୍ରତିଷ୍ଠା ଲାଭ କରିବାରେ ମୂଳଦୁଆ ପକାଇଥିବା ଆଦର୍ଶ ଶିକ୍ଷକ ଅଲେଖ ବେହେରାଙ୍କୁ ଆସନ୍ତା ସେପ୍ଟେମ୍ବର ସାତ ତାରିଖରେ ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲ ଠାରେ ପୁରାତନ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯିବ ବୋଲି ଆବାହକ ବିଶ୍ଵନାଥ ମହାପାତ୍ର ପ୍ରକାଶ କରିଛନ୍ତି। ସେହି ଦିନ ପୂର୍ବାହ୍ନ ସାଢେ଼ ଦଶଟାରେ ଅନୁଷ୍ଠିତ ହେବାକୁ ଥିବା ଏହି ସଭାରେ ନୟାଗଡ଼ର ବିଧାୟକ ଡ. ଅରୁଣ କୁମାର ସାହୁ ଓ ଦଶପଲ୍ଲାର ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ସମେତ ନୟାଗଡ଼ର ବହୁ ମାନ୍ୟଗଣ୍ୟ ଶିକ୍ଷାବିତ ଉପସ୍ଥିତ ରହି ଏହି ଗୁରୁପୂଜନ କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବେ। ଅଲେଖ…
Read Moreପଣ୍ଡିତ ବିନାୟକ ମିଶ୍ର ସାହିତ୍ୟ ସମ୍ମାନ ପାଇବେ ସାହିତ୍ୟିକ ଶତ୍ରୁଜିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ସପ୍ତମ ଶ୍ରେଣୀ ପାଠ ପଢି ଡ୍ରଇଂ ଶିକ୍ଷକରୁ ଅଧ୍ୟାପକ ହେବା ସହ ଓଡ଼ିଆ ଏବଂ ଇଂରାଜୀ ଭାଷାରେ ଅନେକ ଗବେଷଣାତ୍ମକ ପୁସ୍ତକ ରଚନା କରିଥିବା ନୟାଗଡ଼ ଜିଲ୍ଲାର ଗର୍ବ ଓ ଗୌରବ ଅନନ୍ୟ ସାରସ୍ଵତ ସାଧକ ପଣ୍ଡିତ ବିନାୟକ ମିଶ୍ରଙ୍କ ୧୩୨ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ ଅଗଷ୍ଟ ୨୭ ତାରିଖ ୨୦୨୫ ରେ ନୟାଗଡ଼ଠାରେ ଅନୁଷ୍ଠିତ ହେବ। ସମାରୋହରେ ଚଳିତ ବର୍ଷ ତଥାସ୍ତୁ ତରଫରୁ କବି, ପ୍ରାବନ୍ଧିକ ଓ ସଂପାଦକ ଶତ୍ରୁଜିତଙ୍କୁ ପଣ୍ଡିତ ବିନାୟକ ମିଶ୍ର ସାହିତ୍ୟ ସମ୍ମାନ ପ୍ରଦାନ କରାଯିବ। ପଣ୍ଡିତ ବିନାୟକ ମିଶ୍ରଙ୍କ ଜୟନ୍ତୀ ପାଳନ ପାଇଁ କଳା, ସାହିତ୍ୟ, ସଂସ୍କୃତି ଅନୁଷ୍ଠାନ ତଥାସ୍ତୁ ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ତଥାସ୍ତୁର ସଭାପତି ବସିରନ୍ ବିବିଙ୍କ ଅଧ୍ୟକ୍ଷତାରେ ଏବଂ ସଂପାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟଙ୍କ ସଂଯୋଜନାରେ…
Read More