ବିପ୍ଲବୀ ଗୋବିନ୍ଦ ମିଶ୍ରଙ୍କ ୧୩୩ତମ ଜୟନ୍ତୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ମହାନ ସ୍ୱାଧୀନତା ସଂଗ୍ରାମୀ, ବିଶିଷ୍ଟ ଗାନ୍ଧିବାଦୀ ନେତା ତଥା ମହାତ୍ମା ଗାନ୍ଧୀଙ୍କ ଅନ୍ୟତମ ସହଯୋଗୀ,ନୟାଗଡ଼ ଜିଲ୍ଲାର ସୁଯୋଗ୍ୟ ସନ୍ତାନ ସଂଗ୍ରାମୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ୧୩୩ତମ ଜନ୍ମ ଜୟନ୍ତୀ ସ୍ଥାନୀୟ ମୈତ୍ରୀ ଯୁବ ସଂସଦ ସଭା ଗୃହରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ସାମ୍ବାଦିକ ତଥା ବିଶିଷ୍ଟ ସମାଜସେବୀ ପ୍ରମୋଦ କୁମାର ପଟ୍ଟନାୟକଙ୍କ ପୌରହିତ୍ୟରେ ଆୟୋଜିତ ଏହି ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ପ୍ରାଧ୍ୟାପକ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ଜିଲ୍ଲା ସଦସ୍ୟ ଅଶୋକ କୁମାର ନାୟକ ଯୋଗଦାନ କରି ଗୋବିନ୍ଦ ମିଶ୍ରଙ୍କ ସ୍ମୃତି ଚାରଣ କରିବା ସହ ବିଦ୍ୟାଳୟ ଏବଂ କଲେଜ ସ୍ତରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଗୋବିନ୍ଦ ମିଶ୍ରଙ୍କ ସଂଗ୍ରାମୀ ଜୀବନ ସମ୍ପର୍କରେ ଅବଗତ କରାଇବା ପାଇଁ ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ।ଅନ୍ୟତମ ଅତିଥି ଭାବେ…

Read More

କଟାକ୍ଷ କିଶୋରଙ୍କୁ ମରଣତ୍ତୋର ପଦ୍ମଶ୍ରୀ ଉପାଧି ଦିଆଯାଉ

ନୟାଗଡ଼,(ନୟାଗଡ଼ ଦର୍ପଣ): ବିଶିଷ୍ଠ କାର୍ଟୁନିଷ୍ଟ ତଥା ବ୍ୟଙ୍ଗକାର କିଶୋର ରଥଙ୍କ ସ୍ମୃତି ଉଦେଶ୍ୟରେ ନୟାଗଡ଼ ତ୍ରିନାଥ ଛକ ସ୍ଥିତ ଗାନ୍ଧୀ ପ୍ରତିମୂର୍ତ୍ତି ନିକଟରେ ଏକ ସାର୍ବଜନୀନ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ସେବା ଉତ୍ସବ ସମିତି ଆନୁକୁଲ୍ୟରେ ଅନୁଷ୍ଠିତ ଏହି ସ୍ମୃତିଚାରଣ ସଭାରେ କାର୍ଟୁନିଷ୍ଟ କିଶୋର ରଥଙ୍କ ଉଦେଶ୍ୟରେ ଦୁଇ ମିନିଟ ପାଇଁ ନିରବ ପ୍ରାର୍ଥନା କରାଯାଇଥିଲା। ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଆବାହକତ୍ବରେ ଆୟୋଜିତ ସ୍ମୃତି ସଭାରେ ବିଶିଷ୍ଟ ସମାଜସେବି ଦାମୋଦର ସାହୁ, ବିଶିଷ୍ଠ କଥାକାର ତଥା ଶ୍ରମିକ ନେତା ବିଶ୍ୱନାଥ ମହାପାତ୍ର, ନୟାଗଡ଼ର ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା, ନୟାଗଡ଼ ଜିଲ୍ଲା କଂଗ୍ରେସ ସଭାପତି ରଣଜିତ ଦାଶ, ବିଜେପି ନେତା ସନ୍ତୋଷ ପ୍ରଧାନ, ସାହିତ୍ୟିକ ଚନ୍ଦ୍ରବିଜୟୀ ମିଶ୍ର, ସାମ୍ବାଦିକ ରାମକୃଷ୍ଣ ରଥ, ଯୁବ ସମାଜସେବୀ ଆଶୁତୋଷ ଦାସ, ସେବା ଉତ୍ସବ…

Read More

କାହ୍ନାକୁ ୭ହଜାର ଟଙ୍କା ସହାୟତା ରାଶି ପ୍ରଦାନ କଲା ଅନନ୍ୟା ଫାଉଣ୍ଡେସନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଜାମୁସାହିର ଦୁର୍ଘଟଣାଗ୍ରସ୍ଥ ୮ବର୍ଷର ପୁଅ କାହ୍ନା ମହାନ୍ତିର ଚିକିତ୍ସା ପାଇଁ ଅନନ୍ୟା ଫାଉଣ୍ଡେସନ୍ ତରଫରୁ ସାତ ହଜାର ଟଙ୍କାର ଆର୍ଥିକ ସହାୟତା କରାଯାଇଛି। ଗତ କାଲି ଅନନ୍ୟା ଫାଉଣ୍ଡେସନର ଏକ ଦଳ ଜାମୁସାହି ଯାଇ ତାଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଏହି ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି। ସୂଚନା ଥାଉକି କାହ୍ନା ଗତ କିଛି ଦିନ ତଳେ ହାଇୱା ଧକ୍କାରେ ଗୁରୁତର ହୋଇଥିଲା। କାହ୍ନା ବର୍ତ୍ତମାନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛି। ଶେଷ ସୂଚନା ଅନୁଯାୟୀ କାହ୍ନାର ଗୋଟିଏ ଗୋଡ଼ କଟା ହୋଇଥିବା ବେଳେ ଓ ଗୋଟିଏ ହାତର ଆସ୍ତ୍ରୋପଚାର କରାଯାଇଛି। ହାତକୁ ପୁଣି ଥରେ ଅସ୍ତ୍ରୋପଚାର କରାଯାଇପାରେ ବୋଲି ଡ଼ାକ୍ତରୀ ଦଳ ସୂଚନା ଦେଇଛନ୍ତି। କାହ୍ନାର ବାପା ଜଣେ ଦିନ…

Read More

ଭୟରେ ଗାଁ ଲୋକ ଛୁଇଁଲେନି ଶବ, ଅନନ୍ୟା ଫାଉଣ୍ଡେସନ ସଦସ୍ୟ କଲେ ଶବଦାହ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଳକ ନୋତ୍ତର ପଞ୍ଚାୟତ ଅନ୍ତର୍ଗତ ନୋତ୍ତର ଗ୍ରାମର ବକ୍ସି ନାୟକ (୭୭) ନାମକ ଜନୈକ ବ୍ୟକ୍ତି ଗତ କିଛି ଦିନ ହେବ ମାଛିଆ ପାତକ ସହ ଅନ୍ୟ କେତେକ ରୋଗରେ ପୀଡ଼ିତ ଥିଲେ। କିନ୍ତୁ ଶୁକ୍ରବାର ରାତିରେ ଦେହତ୍ୟାଗ କରିଥିବା ବେଳେ ବକ୍ସି ନାୟକଙ୍କ ପୁଅ ଓ ନାତି ଶବଦାହ ପାଇଁ ପଡୋଶୀ ଓ ଗ୍ରାମବାସୀଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ରୋଗ ବ୍ୟାପି ଯିବା ଭୟରେ ଗ୍ରାମର କୌଣସି ବ୍ୟକ୍ତି ଶବଦାହରେ ସାମିଲ ହୋଇ ନଥିଲେ। ସୂଚନାନୁସାରେ, ନୋତ୍ତର ଗ୍ରାମର ବିଭିନ୍ନ ଦେବାଳୟ ପୂଜା କରୁଥିବା ପାଖ ଗମ୍ଭାରୀଡ଼ିହି ଗ୍ରାମର ଜଣେ ବ୍ରାହ୍ମଣ କିଛି ଦିନ ଆଗରୁ ଗ୍ରାମବାସୀଙ୍କୁ କହିଥିଲେ କି ଯେ, ବକ୍ସି ନାୟକ ଯେଉଁ ବ୍ୟାଧିରେ ପୀଡ଼ିତ ତାଙ୍କୁ ଯଦି କେହି ଛୁଇଁବ କିମ୍ବା ଶବଦାହ କରିବ ତେବେ ସେହି…

Read More

ପୂର୍ବତନ ବିଧାୟକ ବଂଶୀଧର ସାହୁଙ୍କ ତୃତୀୟ ଶ୍ରାଦ୍ଧୋତ୍ସବ ପାଳିତ, ବହୁ ବିଶିଷ୍ଠ ବ୍ୟକ୍ତି ଓ ସଂଗଠନକୁ ସମ୍ବର୍ଦ୍ଧନା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସ୍ୱର୍ଗତ ବଂଶୀଧର ସାହୁଙ୍କ ୩ୟ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି। ସ୍ବର୍ଗତ ସାହୁ ମୂଲ୍ୟବୋଧ ଭିତ୍ତିକ ରାଜନୀତିରେ ବିଶ୍ୱାସ ରଖୁଥିଲେ । ସେ କେବଳ ଲୋକପ୍ରିୟ ଜନନେତା ନଥିଲେ ଅନ୍ୟପକ୍ଷରେ ଏକାଧାରାରେ ଜଣେ ବିଶିଷ୍ଟ ସାହିତ୍ୟିକ, ଶିକ୍ଷାବିତ୍ ଏବଂ ସମାଜସେବୀ ଥିଲେ ବୋଲି ଆଜି ତାଙ୍କର ତୃତୀୟ ଶ୍ରାଦ୍ଧବାର୍ଷିକ ଉପଲକ୍ଷେ ଅନୁଷ୍ଠିତ ସ୍ମୃତିଚାରଣ ସମାବେଶରେ ଏହି ମତ ପ୍ରକାଶ ପାଇଥିଲା । ଡ଼. ରଙ୍କନିଧି ବେହେରାଙ୍କ ଅଧ୍ୟକ୍ଷତାରେ ଜନ୍ମସ୍ଥାନ ଇଟାମାଟିରେ ଅନୁଷ୍ଠିତ ଏହି ସମାବେଶକୁ ବିଶିଷ୍ଟ ବ୍ୟଙ୍ଗ ସାହିତ୍ୟିକ ରବୀନ୍ଦ୍ର ରାଉତ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳ ଅଧ୍ୟକ୍ଷ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ପୂର୍ବତନ ବିଧାୟକ ଡ଼.ଦିଲ୍ଲୀପ ଶ୍ରୀଚନ୍ଦନ, ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା, ପିସିସି ରାଜ୍ୟ ସମ୍ପାଦକ ହୁସେନ୍…

Read More

ଥୁଆବାରୀରେ ୮୦ତମ ପ୍ରଜାମଣ୍ଡଳ ସହିଦ ଶ୍ରାଦ୍ଧ ଦିବସ ପାଳିତ

ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସ୍ୱାଧୀନତା ସଂଗ୍ରାମୀର ଗାଁ କହିଲେ ମନେ ପଡେ ଥୁଆବାରୀ ଗାଁ। ୧୯୩୬ ମହିହାରେ ପ୍ରଜାମଣ୍ଡଳ ଆନ୍ଦୋଳନରେ ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଯୋଗଦେଇଥିବା ଥୁଆବାରୀ ଗ୍ରାମର ୬୨ରୁ ଉର୍ଦ୍ଧ୍ବ ସଂଗ୍ରାମୀ ଆନନ୍ଦ ଚନ୍ଦ୍ର ସ୍ୱାଇଁଙ୍କ ଆହ୍ୱାନ କ୍ରମେ ପ୍ରଜାମଣ୍ଡଳ ଆନ୍ଦୋଳନରେ ଯୋଗ ଦେଇଥିଲେ। ଯେତେବେଳେ ଇଂରେଜମାନେ ସାରା ଭାରତ ବର୍ଷରେ ଶାସନ କରୁଥିଲେ ଗୋରା ସାହେବ ମାନଙ୍କ ଶାସନରେ ଅତ୍ୟାଚାରକୁ ରୋକିବା ପାଇଁ, ଭାରତ ମା’ର ସ୍ୱାଧୀନ ପାଇଁ ଏକ ଗଡ଼ଜାତ ଆନ୍ଦୋଳନ ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ନୟାଗଡ଼ ଜିଲ୍ଲାର ନୂଆଗାଁ ବ୍ଲକ ଥୁଆବାରି ଗ୍ରାମର ଆନନ୍ଦ ଚନ୍ଦ୍ର ସ୍ୱାଇଁଙ୍କ ନେତୃତ୍ୱରେ ୬୨ରୁ ଉର୍ଦ୍ଧ୍ବ ସଂଗ୍ରାମୀ ମାନେ ଏକତ୍ରିତ ହୋଇଥିଲେ। ଏହି ସଂଗ୍ରାମୀ ମାନେ ପ୍ରଥମେ ନୂଆଗାଁ ଥାନା ଉପରେ ଆକ୍ରମଣ କରି ଥାନାରେ ନିଆଁ ଲଗାଇଥିଲେ। ଏବଂ ଗୋରା ସାହେବ ମାନଙ୍କୁ…

Read More

ଶିଶୁ ସଂଗ୍ରାହକ ଶ୍ରୀନିବାସ

ଦେଶ ବିଦେଶର ନୋଟ, ମୁଦ୍ରା ସଂଗ୍ରହ କରି ଏବେ ଚର୍ଚ୍ଚାରେ ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡ଼ଗାଁ ଏନ୍ଏସି ଅନ୍ତର୍ଗତ ଜାରିଙ୍ଗିସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଦଶମ ଶ୍ରେଣୀରେ ଅଧ୍ୟୟନରତ କୁମାର୍ ଶ୍ରୀନିବାସ ବିଭିନ୍ନ ଦେଶବିଦେଶର ନୋଟ୍ ଓ ମୁଦ୍ରା ସଂଗ୍ରହ କରି ଏବେ ଚର୍ଚ୍ଚାରେ। ସେ ତୄତୀୟ ଶ୍ରେଣୀରେ ପଢୁଥିବାବେଳେ କତାର୍ ଦେଶରେ ରହୁଥିବା ନିଜ ଗ୍ରାମ କୁରାଳ ପଞ୍ଚାୟତ ଅଧୀନ ପାଇକ ପନ୍ତିଖାରୀର ଜନୈକ ବାସିନ୍ଦା ରଞ୍ଜନ କୁମାର ଦାଶ ତାଙ୍କ ପିତାଙ୍କୁ ଉକ୍ତ ଦେଶର କିଛି ମୁଦ୍ରା ଦେଇଥିଲେ। ଏହି ମୁଦ୍ରାକୁ ଦେଖି ଅନୁପ୍ରାଣିତ ହୋଇ କୁନି ବାଳକ ଶ୍ରୀନିବାସଙ୍କ ମନରେ ଜାଗି ଉଠିଥିଲା ଦେଶବିଦେଶର ମୁଦ୍ରା ସଂଗ୍ରହ କରିବାର ନିଶା। ଏବେ ଦୀର୍ଘ ସାତବର୍ଷ ପରେ ସେ ତାଙ୍କ ମାଆ ଜୟଶ୍ରୀ ନାୟକ ନିଜ ପାଖରେ ସାଇତି ରଖିଥିବା ଆମ ଦେଶର ବହୁପୁରୁଣା ନୋଟ୍,…

Read More

ଦଶପଇସିଆ ଅଜା

(ଦାଶିଆ ଅଜାଙ୍କ ୨୪ତମ ଶ୍ରାଦ୍ଧ ଦିବସ ଉପଲକ୍ଷେ)ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ, ପ୍ରଖ୍ୟାତ ସଂଗ୍ରାହକ ଏବଂ ପ୍ରସିଦ୍ଧ ସାରସ୍ବତ ସାଧକ ତଥା ପିତା ବାଞ୍ଛାନିଧି ପଟ୍ଟନାୟକ ଓ ମାତା ପାର୍ବତୀ ଦେବୀଙ୍କ କୁଳନନ୍ଦନ ଥିଲେ ଦାଶରଥି ପଟ୍ଟନାୟକ (୧୯୦୭–୧୯୯୭)। ଦଶ ପଇସାର ଖୁଣ୍ଟାତଡ଼ା ରାଜା ଦାଶିଆ ଅଜା ନାମରେ ସମଗ୍ର ଓଡ଼ିଶାର ଜନମାନସରେ ସେ ଥିଲେ ସମସ୍ତଙ୍କର ଅତି ଆପଣାର ।ରାଜ୍ୟ ଓ ଦେଶବାସୀଙ୍କ ପାଇଁ ଥିଲେ ଏକ ବିସ୍ମୟ ପ୍ରତିଭା ତଥା ସମଗ୍ର ଓଡ଼ିଆ ଜାତି ପାଇଁ ଗର୍ବ। ଦାଶିଆ ଅଜା ଅତି ସାଧାରଣ ପରିବାରରେ ଜନ୍ମଗ୍ରହଣ କରିଥିଲେ। ୪ର୍ଥ ଶ୍ରେଣୀ ଥିଲା ତାଙ୍କର ଶିକ୍ଷାଗତ ଯୋଗ୍ୟତା। ବିଶ୍ରାମ ସମୟରେ ବହି ପଢିବା ଥିଲା ତାଙ୍କର ଏକ ନିଶା। ଏହି ବହି ପଢିବା ନିଶାରୁ ଆରମ୍ଭ କଲେ ଅନନ୍ୟ ଯାତ୍ରା। ଗାଁ ଗଣ୍ତା ସହର…

Read More

ଦାଶରଥି ପଟ୍ଟନାୟକ (ଦାସିଆ ଅଜା)

ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ, ପ୍ରଖ୍ୟାତ ସଂଗ୍ରାହକ ଓ ସାରସ୍ୱତ ସାଧକ ଦାଶରଥି ପଟ୍ଟନାୟକ। ଏହି ପ୍ରବାଦ ପୁରୁଷ ଏକ ମଫସଲ ଗାଁ ନୟାଗଡ଼ର ଉଦୟପୁର ଠାରେ ପ୍ରତିଷ୍ଠା କରିପାରିଥିଲେ ଏକ ଜାତୀୟ ସ୍ତରୀୟ ପାଠାଗାର ସଂଗ୍ରହାଳୟ । ସମଗ୍ର ବିଶ୍ଵରେ ‘ଦଶ ପଇସାର ରଜା ଦାସିଆ ଅଜା” ନାମରେ ସୁପରିଚିତ ସେ । ଅତି ସାଧାରଣ ପରିବାରରେ ଜନ୍ମଗ୍ରହଣ କରିଥିଲେ ଓ ମାତ୍ର ୪ର୍ଥ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିଥିଲେ । ପଢ଼ିବା ଥିଲା ତାଙ୍କ ନିଶା । ପଢ଼ା ନିଶାରୁ ଆରମ୍ଭ ହୋଇଥିଲା ତାଙ୍କର ଓଡ଼ିଶା ଯାତ୍ରା । ଗାଁ-ଗଣ୍ଡା, ସହର-ବଜାର ଦ୍ବାର-ଦ୍ଵାର ବୁଲିବୁଲି ପାଲଟିଥିଲେ ଜ୍ଞାନର ଭିକ୍ଷୁକ । ଅଧା ଲଙ୍ଗଳା ବେଶ ; ହାତରେ ଠେଙ୍ଗା, କାନ୍ଧରେ ଝୁଲାମୁଣି ମୁଠାଏ ମୁଢ଼ି ଓ କପେ ନାଲି ଚାହାରେ ଚଳି ଯାଉଥିଲେ ।…

Read More

ପଣ୍ଡିତ ବିନାୟକ ମିଶ୍ର ଥିଲେ ଯୋଗଜନ୍ମା ସାହିତ୍ୟିକ

ନୟାଗଡ଼,(୧୦/୦୯):- ଅନନ୍ୟ ସାରସ୍ୱତ ସାଧକ ପଣ୍ଡିତ ବିନାୟକ ମିଶ୍ରଙ୍କ ପରି ସାହିତ୍ୟ ପ୍ରାଣ ବ୍ୟକ୍ତିତ୍ୱ ପ୍ରାୟ ବିରଳ । ନର୍ମାଲ ଟ୍ରେନିଂ ଶେଷକରି ନୀଳଗିରିରେ ଡ୍ରଇଁ ଶିକ୍ଷକ ଭାବେ ଯୋଗଦେଇଥିଲେ ମଧ୍ୟ ନିଜର ଜ୍ଞାନ, ବିଦ୍‌ବ ।, ପାଣ୍ଡିତ୍ୟ ଯୋଗୁଁ କଲିକତା ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ ହୋଇ ପାରିଥିଲେ । ତାଙ୍କ ରଚିତ ଓଡ଼ିଆ ଭାଷାର ଇତିହାସ, ଓଡ଼ିଆ ସାହିତ୍ୟର ଇତିହାସ, ଓଡ଼ିଆ ଭାଷାର ପୁରାତତ୍ଵ, ଆଧୁନିକ ଓଡ଼ିଆ ସାହିତ୍ୟର ଇତିହାସ, ଭାରତୀୟ ଦର୍ଶନ ପ୍ରବେଶିକା, Dynasties of Medieval Orissa, Orissa Under Bhauma Kings ଆଦି ପୁସ୍ତକ ତାଙ୍କୁ ଚିରଦିନ ଅମର କରି ରଖିଥିବ ବୋଲି ଆଜି ଓଡ଼ିଆ ସାହିତ୍ୟ ଏକାଡେମୀ ଏବଂ କଳା, ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ‘ତଥାସ୍ତୁ’ ଆନୁକୂଲ୍ୟରେ ଆୟୋଜିତ ପଣ୍ଡିତ ବିନାୟକ ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ବକ୍ତାମାନେ ମତବ୍ୟକ୍ତ କରିଥିଲେ…

Read More