ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନା ବାହାଡାଝୋଲା ଫାଣ୍ଡି ଅଞ୍ଚଳରୁ ଏକ ବେଆଇନ ବନ୍ଧୁକ କାରଖାନା ଠାବ ହୋଇଛି। ଘଟଣାସ୍ଥଳରୁ ୪ଟି ଦେଶୀ ବନ୍ଧୁକ ଜବତ ହୋଇଥିବା ବେଳେ ପୁଲିସ ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଓଡ଼ଗାଁ ଥାନା ଅନ୍ତର୍ଗତ ବାହାଡ଼ାଝୋଲା ଫାଣ୍ଡି ଅଧିନସ୍ଥ ଡିମିରିପଲ୍ଲୀ ଅଞ୍ଚଳରେ ଦୀର୍ଘଦିନ ଧରି ବେଆଇନ ବନ୍ଧୁକ କାରବାର ହୋଇ ଆସୁଥୁଲା। ଚଢ଼ାଉରେ ୪ଟି ଦେଶୀ ବନ୍ଧୁକ ସମେତ ବନ୍ଧୁକ ନିର୍ମାଣ ଆବଶ୍ୟକ ସରଞ୍ଜାମ ମଧ୍ୟ ଜବତ ହୋଇଛି। ଘଟଣାରେ ଜଗନ୍ନାଥପ୍ରସାଦ ପୁଲିସ ରାମ ମଲ୍ଲିକଙ୍କ ପୁଅ ମୋହନ ମଲ୍ଲିକଙ୍କୁ ଗିରଫ କରିଥିବା ଜଣାପଡିଛି। ଚଢ଼ାଉରେ ଜଗନ୍ନାଥପ୍ରସାଦ ଥାନାଅଧିକାରୀ ଦିଲୀପ କୁମାର ସ୍ବାଇଁଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ସାମିଲ ଥିଲେ।
Read MoreCategory: ଅନ୍ୟାନ୍ୟ
ସୁରଗନ୍ଧର୍ବ ନବ କିଶୋର ମିଶ୍ରଙ୍କ ସଙ୍ଗୀତ ସନ୍ଧ୍ୟା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସୁନାମଧନ୍ୟ କଣ୍ଠଶିଳ୍ପୀ ସୁରଗନ୍ଧର୍ବ ନବ କିଶୋର ମିଶ୍ରଙ୍କ ସଙ୍ଗୀତ ସନ୍ଧ୍ୟା ମା’ ଦକ୍ଷିଣକାଳୀଙ୍କ ମନ୍ଦିର ନିକଟ ପଡିଆରେ ଅନୁଷ୍ଠିତ ହୋଇଯାଇଛି । “ଘାରିଛି କାଳିଆ ନିଶା” ସଙ୍ଗୀତ ଅନୁଷ୍ଠାନ ପକ୍ଷରୁ ସମ୍ପାଦକ ଲକ୍ଷ୍ମଣ ପଟେଲଙ୍କ ପ୍ରତ୍ଯକ୍ଷ ତତ୍ବାବଧାନରେ ଆୟୋଜିତ ସଙ୍ଗୀତ କାର୍ଯ୍ୟକ୍ରମକୁ ସମାଜସେବୀ ପ୍ରମୋଦ ପଟ୍ଟନାୟକ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ସ୍ବନାମଧନ୍ୟ ଗୀତିକାର ଔପନାସିକ ତପନ ପଟ୍ଟନାୟକଙ୍କ ଅମର ଆତ୍ମାର ସଦଗତି ପାଇଁ ନୀରବ ପ୍ରାର୍ଥନା ପରେ ତାଙ୍କ ଲିଖତ “ଆସିଛି ଦେଖି ତୋ କଳା ବଦନକୁ” ସ୍ମରଣୀୟ ଭକ୍ତି ସଙ୍ଗୀତକୁ ନବ କିଶୋର ମିଶ୍ର ତାଙ୍କ ସୁଲଳିତ କଣ୍ଠରେ ଗାନ କରି ଉପସ୍ଥିତ ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରି ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରାଣକୃଷ୍ଣ ମହାରଣା, ବିଜୟାନନ୍ଦ ମହାପାତ୍ର ପ୍ରମୁଖ ସଙ୍ଗୀତ ପରିବେଷଣ କରିଥିଲେ ।…
Read Moreଜିଲ୍ଲା ପିଏନଡିଟି ପରାମର୍ଶ ସମିତି ସମୀକ୍ଷା ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁଙ୍କ ଅଧ୍ୟକ୍ଷତାରେ ଗର୍ଭଧାରଣ ପୂର୍ବ ଓ ଜନ୍ମ ପୂର୍ବ ଲିଙ୍ଗ ନିରୂପଣ ଅଧିନିୟମ ଅନ୍ତର୍ଗତ ଏକ ଜିଲ୍ଲାସ୍ତରୀୟ ପରାମର୍ଶ ସମିତି ସମୀକ୍ଷା ବୈଠକ ଜିଲ୍ଲାପାଳଙ୍କ ସଭାଗୃହରେ ଅନୁଷ୍ଠିତ ହୋଇଗଲା । ପ୍ରଥମ ତ୍ରୈମାସିକରେ ଗର୍ଭଧାରଣର ପଞ୍ଜୀକରଣର ରିପୋର୍ଟକୁ ଅନୁଧ୍ୟାନ କରିବା ପରେ ନୟାଗଡ଼ ସଦର, ଖଣ୍ଡପଡା, ଦଶପଲ୍ଲା ଓ ରଣପୁର ବ୍ଲକରେ ଆଣ୍ଟେନାଟାଲ୍ ଚେକ୍ଅପର ସଠିକ ଭାବେ ରିପୋର୍ଟ୍ ହେଉ ନ ଥିବାରୁ ଜିଲ୍ଲାପାଳ ଗଭୀର ଅସନ୍ତୋଷ ବ୍ୟକ୍ତ କରିଥିଲେ । ଏଥିପାଇଁ ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ଦ୍ଵାରା ସଠିକ ପଦକ୍ଷେପ ନେବା ପାଇଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ଓ ସିଡିପିଓମାନେ ତତ୍ପର ହେବାପାଇଁ କହିଥିଲେ । ଆମ ହସ୍ପିଟାଲରେ ସାମିଲ ହୋଇଥିବା ଦଶପଲ୍ଲା ସରକାରୀ ଡାକ୍ତରଖାନାରେ ଅଲ୍ଟ୍ରାସାଉଣ୍ଡ ବ୍ୟବସ୍ଥା ପାଇଁ ଆବଶ୍ୟକ…
Read Moreଆର.ବି.ଆଇ ଲୋକପାଳ ଅଫିସ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ
ନୟାଗଡ଼,(ନୟାଗଡ଼ ଦର୍ପଣ): ଭାରତୀୟ ରିଜର୍ଭ ବ୍ୟାଙ୍କ ଲୋକପାଳ ଅଫିସ ଦ୍ବାରା ନୟାଗଡ଼ରେ ବ୍ୟାଙ୍କ ଗ୍ରାହକମାନଙ୍କ ସଚେତନତା ପାଇଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରିଜର୍ଭ ବ୍ୟାଙ୍କର ଲୋକପାଳ ପଙ୍କଜ କୁମାର ନାୟକ ଅଧ୍ୟକ୍ଷତା କରିଥିଲେ। ଶ୍ରୀ ନାୟକ ତାଙ୍କ ରିଜର୍ଭ ବ୍ୟାଙ୍କ ସମନ୍ବିତ ଲୋକପାଳ ଯୋଜନା (ଇଣ୍ଟିଗ୍ରେଟେଡ୍ ଓମୁନ୍ସମ୍ୟାନ୍ ସ୍କିମ୍), ୨୦୨୧ ଉପରେ ଆଲୋଚନା କରି ସ୍ପଷ୍ଟ କରିଛନ୍ତି ଯେ, ଏହି ସ୍କିମ୍ ହେଉଛି ଗ୍ରାହକଙ୍କ ଅଭିଯୋଗର ଶୀଘ୍ର ସମାଧାନ ପାଇଁ ଆରବିଆଇ ଦ୍ବାରା ସ୍ଥାପିତ ଏକ ବିକଳ୍ପ ଅଭିଯୋଗ ସମାଧାନ ପ୍ରଣାଳୀ। ଶ୍ରୀ ନାୟକ କହିଲେ ଯେ ବ୍ୟାଙ୍କ, ଏନବିଏଫସି ଏବଂ ପେମେଣ୍ଟ ସିଷ୍ଟମ ଅଂଶଗ୍ରହଣକାରୀ ପରି ରିଜର୍ଭ ବ୍ୟାଙ୍କ ଦ୍ବାରା ନିୟନ୍ତ୍ରିତ ସଂସ୍ଥାମାନଙ୍କର ଗ୍ରାହକଙ୍କର ଉକ୍ତ ସଂସ୍ଥା ଦ୍ବାରା ପ୍ରଦତ୍ତ ସେବାରେ ଅଭାବ ଜନିତ ଯଦି କୌଣସି ଅଭିଯୋଗ ଥାଏ, ତେବେ ଗ୍ରାହକ…
Read Moreକୁସୁମୀ ଏବଂ ସୁରେନ୍ଦ୍ର ମହାନ୍ତିଙ୍କ କ୍ଷୁଦ୍ରଗଳ୍ପ: ‘ଏକ ଆଲୋଚନା’ ପୁସ୍ତକ ଲୋକାପିର୍ତ
ଶରଣକୁଳ,(ନୟାଗଡ଼ ଦର୍ପଣ): ଲଡ଼ୁବାବା ସାହିତ୍ୟ ସଂସ୍କୃତି ପରିଷଦ ଶରଣକୁଳର “ବାଷିର୍କ ଉତ୍ସବ” ହରିହରପୁର ଗ୍ରୀନକ୍ଳବ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋଡ଼ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦାନ କରିଥିଲେ। ମୁଖ୍ୟବକ୍ତା ଭାବେ ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରାକ୍ତନ ପ୍ରାଧ୍ୟାପକ ଡ. ଗୋବିନ୍ଦ ଚନ୍ଦ୍ର ଦାଶ ଯୋଗଦେଇଥିଲାବେଳେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ବିଶିଷ୍ଟ ପରିବେଶବିତ୍ ଅନ୍ତଯ୍ୟାର୍ମୀ ସାହୁ, ହରିହରପୁର ଗ୍ରାମପଞ୍ଚାୟତର ସରପଞ୍ଚ ବିଳାସିନୀ ଦେଈ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। ଏହି ଉତ୍ସବରେ ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ମିଶ୍ର ତଥା ପରିଷଦର ସଭାପତି ଅଧ୍ୟକ୍ଷତା କରିଥିଲେ। କବି ନିରାକାର ସ୍ବାଇଁ ଅତିଥି ପରିଚୟ ପ୍ରଦାନ କରିଥିଲେ। ଡ. ସୁରେଶ ଚନ୍ଦ୍ର ବରାଡ଼ଙ୍କ ଦ୍ଵାରା ଲିଖିତ “କୁସୁମୀ”…
Read Moreନୟାଗଡ଼ରେ ଗଢ଼ି ଉଠିଥିବା ‘ସିଭିଲ ସୋସାଇଟ’ର ବାର୍ଷିକ ଉତ୍ସବ ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହର ମଧ୍ୟରେ ଥିବା ନୀଳମାଧବକଲ୍ୟାଣ ମଣ୍ଡପ ଠାରେ ସିଭିଲ ସୋସାଇଟର ବାର୍ଷିକ ଉତ୍ସବ ଅନୁଷ୍ଠିତହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ.ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ, ନୟାଗଡ଼ ପୌରାଞ୍ଚଳ ଅଧ୍ୟକ୍ଷା ନିରୁପମା ଖଟେଇ, ନୟାଗଡ଼ ବ୍ଲକ ଅଧ୍ୟକ୍ଷକିଶୋର ଚନ୍ଦ୍ର ସାହୁ, ସିଭିଲ ସୋସାଇଟର ସଭାପତି ଗୋଦାବରୀ ସାହୁ ଓସଂପାଦକ ଧନେଶ୍ବର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିଥିଲେ। ସମାଜସେବୀ ଭଗବତୀ ପଟ୍ଟନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ଉତ୍ସବରେସଭାପତି ଗୋଦାବରୀ ସାହୁ ସିଭିଲ ସୋସାଇଟର ମୁଖ୍ୟ ଉଦ୍ଦେଶ୍ୟ ଉପରେଆଲୋକପାତ କରିଥିଲେ । ନୟାଗଡ଼ ସିଭିଲ ସୋସାଇଟ ନୟାଗଡ଼ ଜନ ସାଧାରଣଙ୍କ ସେବାରେ ଉତ୍ସର୍ଗିକୃତ ବୋଲି ପ୍ରକାଶ କରିଥିଲେ । ନୟାଗଡ଼ରେ…
Read Moreଅନନ୍ୟା ଫାଉଣ୍ଡେସନ୍ ପକ୍ଷରୁ ପକ୍ଷୀଙ୍କ ପାଇଁ ଜଳପାନ ବ୍ୟବସ୍ଥା
ନୟାଗଡ଼,(ନୟାଗଡ଼ ଦର୍ପଣ): ଦିନକୁ ଦିନ ବିଶ୍ୱତାପନ ବୃଦ୍ଧି ପାଇବା ସହ ଗ୍ରୀଷ୍ମ ଦିନେ ଜଳାଶୟ ଶୁଷ୍କ ହେବାକୁ ଲାଗିଲାଣି। ଏଭଳି ପରିସ୍ଥିତିରେ ପକ୍ଷୀମାନଙ୍କ ଜଳ ପାନ ପାଇଁ ବିଶେଷ ଅସୁବିଧାକୁ ଦେଖି ‘ଅନନ୍ୟା ଫାଉଣ୍ଡେସନ୍’ ପକ୍ଷରୁ ଆଜି ପ୍ରତାପପ୍ରସାଦ-ଦର୍ପନାରାରୟପୁର ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ବରେ ଜଳ ପାତ୍ରର ବ୍ୟବସ୍ଥା କରା ଯାଇଅଛି। ଆଗକୁ ଏଭଳି କାର୍ଯ୍ୟକ୍ରମ ଜାରି ରହିବ ବୋଲି ସୂଚନା ମିଳିଛି। ଖୁବଶୀଘ୍ର ଅନୁଷ୍ଠାନ ତରଫରୁ ପଶୁ ମାନଙ୍କ ପାଇଁ ସିମେଣ୍ଟ ଜଳକୁଣ୍ଡର ବ୍ୟବସ୍ଥା କରାଯିବ ବୋଲି ସୂଚନା ମିଳିଛି। ଏହି କାର୍ଯ୍ୟକ୍ରମ ଦ୍ଵାରା ପ୍ଲାଷ୍ଟିକ ବୋତଲ ପୁନଃ ବ୍ୟବହାର କରାଯାଉଛି। ଏଭଳି କାର୍ଯ୍ୟକ୍ରମକୁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି।
Read Moreମା ଭୈରବୀ କବାଡ଼ି କ୍ଳବ୍ ପକ୍ଷରୁ ଦିବା ରାତ୍ର କବାଡି ଟୁର୍ଣ୍ଣାମେଣ୍ଟ
ନୟାଗଡ଼,(ନୟାଗଡ଼ ଦର୍ପଣ): ମା ଭୈରବୀ କବାଡ଼ି କ୍ଳବ୍ ତରଫରୁ ଅଷ୍ଟମ ରାଜ୍ୟସ୍ତରୀୟ ଦିବା ରାତ୍ର କବାଡି ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇ ଯାଇଛି। ଏଥିରେ ରାଜ୍ୟର ବହୁ ନାମିଦାମୀ ଉଭୟ ପୁରୁଷ ଓ ମହିଳା ଦଳ ଯୋଗ ଦେଇଛନ୍ତି। ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ, ପନ୍ଦର ନମ୍ୱର୍ ଜୋନର ଜିଲ୍ଲା ପରିଷଦ ସରୋଜ ରଣସିଂ, osfdc ର ରାଜ୍ୟ ନିର୍ଦ୍ଦେଶକ ଦୁର୍ଯ୍ୟୋଧନ ବେହେରା, ଯୁବ ନେତା ଅର୍ଜ୍ଜୁନ ପଣ୍ଡା, ଅମୂଲ୍ୟ ସାହୁ,ରବି ଜେନା, ସତ୍ୟ ପଟ୍ଟନାୟକ, ବାଲୁଗାଁ ଯୁବ ସରପଞ୍ଚ ମନୋଜ ନାୟକ, ଈକିରି ସରପଂଚ ରଞ୍ଜିତା ଦାସ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇଥିଲେ। ଆଜିର ଟୁର୍ଣ୍ଣାମେଣ୍ଟ ଆସ୍କା, କିଶୋର କ୍ଲବ୍ ଭୁବନେଶ୍ୱର, ଯାଜପୁର, କଟକ ଭିତରେ ଅନୁଷ୍ଠିତ ହୋଇଥିଲା। ଆସନ୍ତା…
Read Moreଜିଲ୍ଲାସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ, ୯୬୩ଗୋଟି ମାମଲାର ଫଇସଲା
ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ଆଇନ ସେବା ପ୍ରାଧ୍ୟାକାରଣଙ୍କ ନିର୍ଦ୍ଦେଶମତେ ନୟାଗଡ଼ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲାଜଜ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧ୍ୟକ୍ଷା ରୂପଶ୍ରୀ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଚଳିତ ବର୍ଷର ପ୍ରଥମ ଜିଲ୍ଲାସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଲୋକ ଅଦାଲତରେ ସର୍ବମୋଟ ୯୬୩ଗୋଟି ମାମଲାର ଆପୋଷ ସମାଧାନ ଦ୍ବାରା ଫଇସଲା ହୋଇପାରିଛି । ଏଥରେ ୮ଗୋଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୪୭,୨୦,୦୦୦/- ଟଙ୍କା ହିତାଧ୍ୟାକାରୀଙ୍କୁ ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା, ୯୪୯ ଗୋଟି ରାଜସ୍ୱ ମାମଲା ଫଇସଲା କରାଯାଇ ୧୦,୪୪,୬୨୯/- ଟଙ୍କା ଆଦାୟ କରାଯାଇଥିଲା । ସେହିପରି ୫ ଗୋଟି ଜମି ଅଧିଗ୍ରହଣ ଜନିତମାମଲା, ୧ ଗୋଟି ବିବାହଜନିତ ମାମଲା…
Read Moreବ୍ୟାଙ୍କ କର୍ତ୍ତୃପକ୍ଷ ନଶୁଣିବାରୁ ରାତି ସାରା ବ୍ୟାଙ୍କ ଆଗରେ ବାପା ପୁଅଙ୍କ ଧାରଣା
ନୟାଗଡ଼,(ନୟାଗଡ଼ ଦର୍ପଣ): ଆକାଉଣ୍ଟ ରୁ ୪୦ ଲକ୍ଷ ଟଙ୍କା ଗାଏବ, ବ୍ୟାଙ୍କ କର୍ତ୍ତୃପକ୍ଷ ନଶୁଣିବାରୁ ରାତି ସାରା ବ୍ୟାଙ୍କ ଆଗରେ ବାପା ପୁଅଙ୍କ ଧାରଣା ! ଆଜ୍ଞା ହଁ ଏମିତି ଏକ ଘଟଣା ଘଟିଛି ନୟାଗଡ଼ରେ। ଜଣେ ବୃଦ୍ଧଙ୍କ ଠାରୁ ପାଠ ନପଢ଼ିବାର ସୁଯୋଗ ନେଇ କିଛି ଯୁବକ ୪୦ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ମଧ୍ୟଖଣ୍ଡ ଗ୍ରାମର ବୃଦ୍ଧ ରଜନୀ ପ୍ରଧାନ । ନୟାଗଡ଼ ବ୍ଳକ ମୁକ୍ତାପୁରରେ ନିର୍ମାଣ ଚାଲିଥିବା ବାଇପାସ କାମ ପାଇଁ ଦଶପଲ୍ଲାର ବୃଦ୍ଧ ରଜନୀ ପ୍ରଧାନଙ୍କର ୨୫ଡିସିମିଲ ଜାଗା ଯାଇଥିଲା। ଏଥି ନିମନ୍ତେ ତାଙ୍କୁ ୪୦ଲକ୍ଷ ଟଙ୍କା ମିଳିଥିଲା । ଉକ୍ତ ଟଙ୍କା ଆଇଡିବିଆଇ ବ୍ୟାଙ୍କରେ ଡିପୋଜିଟ ହୋଇଥିଲା । ଏହି ଟଙ୍କାକୁ ଜାଲିଆତି କରି ମୁକ୍ତାପୁର ଗ୍ରାମର ୩ଜଣ ନେଇ ଯାଇଥିବା ଅଭିଯୋଗ ହୋଇଛି…
Read More