ଭାପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ପଦଯାତ୍ରା ଚାଲୁରହିଥିବା ବେଳେ ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାୟକ ସୋମ୍ୟରଞ୍ଜନ ପଟ୍ଟନାୟକ ତାଙ୍କର କର୍ମୀମାନଙ୍କୁ ନେଇ ଜୋରସୋର ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିଦେଇଛନ୍ତି। ବହୁବାର ନିର୍ବାଚିତ ହୋଇଥିବା ଜିଲ୍ଲା ପରିଷଦ ସଭ୍ୟ ରାମେଶ୍ୱର ଶତପଥୀ, ଖଣ୍ଡପଡା ଉପାଧ୍ୟକ୍ଷ ଶିଶିର କୁମାର ସାହୁ, ଭାପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ବିଧାୟକଙ୍କ ପ୍ରତିନିଧି ଜିତୁ ରଣସିଂହ, ସ୍ଥାନୀୟ ସରପଞ୍ଚ ସୁଧାଂଶୁ ଭୁଷଣ ସ୍ବାଇଁ, ସମିତି ସଭ୍ୟା ପ୍ରତିନିଧି ଆରତବନ୍ଧୁ ବେହେରା ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଉପସ୍ଥିତ ରହି ବିଜେଡି ସୁପ୍ରିମଙ୍କ ସ୍ଵଛ ଓ ନିର୍ମଳ ଶାସନର ପ୍ରଚାର ପ୍ରସାର କରିଥିଲେ। ବିଭିନ୍ନ ଗ୍ରାମ ପଞ୍ଚାୟତରେ ବୃଦ୍ଧ ବୃଦ୍ଧା ମାନଙ୍କଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟଙ୍କ ପାଇଁ ପ୍ରଶଂସାର ସୁଅ ଛୁଟୁଥିବା ବେଳେ ନିମାଣି…
Read MoreCategory: ଅନ୍ୟାନ୍ୟ
ସମ୍ବର୍ଦ୍ଧନା ପରିବାରର ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହ ପାଳିତ
ଶରଣକୁଳ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶରଣକୁଳ ଠାରେ ସମ୍ବର୍ଦ୍ଧନା ପରିବାର ଦ୍ୱାରା ୨୦୨୨ ବର୍ଷ ପାଇଁ ସମ୍ବର୍ଦ୍ଧନା ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହ ପାଳିତ ହୋଇଯାଇଛି। ପ୍ରତିଷ୍ଠାତା ସଦସ୍ୟ ଦୀନବନ୍ଧୁ ମହାପାତ୍ର, ଗୋଦାବରୀ ବସନ୍ତିଆ ଏବଂ ସୁଶାନ୍ତ କୁମାର ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ନିରାକାର ସ୍ୱାଇଁ ମହୋଦୟ ସଭାପତିତ୍ୱ ଏବଂ ହରିପ୍ରିୟା ଦ୍ବିବେଦୀ ସମ୍ପାଦନା ଭାର ସୁଚାରୁରୂପେ ନିର୍ବାହ କରିଥିଲେ। ସେବା, ସଂସ୍କୃତି ଓ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ସାରା ଓଡ଼ିଶାରେ ଶରଣକୁଳ ମାଟି ନିଜର ଉତ୍କର୍ଷତା ଐତିହାସିକ ଯୁଗରୁ ପ୍ରତିପାଦିତ କରି ଆସିଛି। ଲଡୁବାବାଙ୍କ ଦୀପାବଳି ଯାତ୍ରା ସମୟରେ ଓ ଶ୍ରୀକ୍ଷେତ୍ର ପୁରୀରେ ସେବା କ୍ଷେତ୍ରରେ ମୁରାରୀ ତ୍ରିପାଠୀଙ୍କ ଉଲ୍ଲେଖନୀୟ କାର୍ଯ୍ୟର ପୁନରାଲୋଚନା କରିବା ସହ ସଦାନନ୍ଦ କବିସୂର୍ଯ୍ୟ ବ୍ରହ୍ମାଙ୍କ ଓଡ଼ିଆ ସାହିତ୍ୟ ପ୍ରତି ଅବଦାନ। ଅଭିମନ୍ୟୁ ସାମନ୍ତସିଂହାରଙ୍କ ଶିକ୍ଷା ଗୁରୁ…
Read Moreଭାରତରତ୍ନ ଡ.କାଲାମଙ୍କ ୯୧ତମ ଜନ୍ମବାର୍ଷିକ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବିଶିଷ୍ଟ ବୈଜ୍ଞାନିକ ତଥା ଭାରତର ମିଶାଇଲ ମ୍ୟାନ, ପୂର୍ବତନ ରାଷ୍ଟ୍ରପତି ଏବଂ ଭାରତରତ୍ନ ସ୍ୱର୍ଗତ ଡଃ.ଏ.ପି.ଜେ ଅବଦୁଲ କାଲାମଙ୍କ ୯୧ତମ ଜନ୍ମବାର୍ଷିକୀ ଅବଦୁଲ କାଲାମ ସ୍ମୃତି କମିଟି ଏବଂ ଶିକ୍ଷକ ସମାଜ ପକ୍ଷରୁ ପାଳିତ ହୋଇଯାଇଛି । ନୟାଗଡ଼ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପରିସରରେ ସ୍ଥାପିତ ଡ.କାଲାମଙ୍କ ପ୍ରତିମୂର୍ତ୍ତିରେ ଧୂପ,ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସ୍ମୃତିକମିଟି ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ନିରାଡ଼ମ୍ବର ଉତ୍ସବରେ ମୁଖ୍ୟ ଅତିଥିଭାବେ ଜିଲ୍ଲାପାଳ ଡ.ପୋମା ଟୁଡୁ ଯୋଗଦାନ କରି ଶିକ୍ଷକ ସମାଜ ଦ୍ୱାରା ସ୍ଥାପିତ ଡ.କାଲାମଙ୍କ ପ୍ରତିମୂର୍ତ୍ତିରେ ଧୂପ ଏବଂ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସମ୍ମାନୀତ ଅତିଥିଭାବେ ଜିଲ୍ଲା ଶିକ୍ଷାଧିକାରୀ ଅକ୍ରୁର ବାରିକ,ବ୍ଲକ ଶିକ୍ଷାଧିକାରୀ ଗୀତାଞ୍ଜଳି ସାହୁ, ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଂଜୟ ମଲ୍ଲିକ…
Read Moreଜାତି ସମାଜର ମୁଖିଆଙ୍କୁ ଜିଲ୍ଲାସ୍ତରରେ ସମ୍ମାନିତ କଲେ ଜିଲ୍ଲାପାଳ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରେ ବାଲ୍ୟବିବାହକୁ ସମ୍ପୂର୍ଣ୍ଣ ନିଷେଧ କରିବା ପାଇଁ ନିଜ ନିଜ ଜାତି ସମାଜ ତରଫରୁ ଘୋଷଣା କରିଥିବା ଜାତି ମୁଖିଆଙ୍କୁ ଆଜି ଜିଲ୍ଲାସ୍ତରରେ ଉତ୍ତରୀୟ ଓ ମାନପତ୍ର ପ୍ରଦାନ କରି ସମ୍ମାନିତ କଲେ ଜିଲ୍ଲାପାଳ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ନୟାଗଡ଼ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ଦିବା ୧୧ଘଟିକା ସମୟରେ ଜିଲ୍ଲାପାଳ ଡା.ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଜାତି ସମାଜ ମୁଖିଆଙ୍କର ଏକ ଜିଲ୍ଲା ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବାଲ୍ୟବିବାହ ଭଳି ଏକ ଧର୍ତ୍ତବ୍ୟ ଦଣ୍ଡନୀୟ ଅପରାଧ ଓ କୁପ୍ରଥାକୁ ଜିଲ୍ଲାରେ ସମ୍ପୂର୍ଣ୍ଣ ନିଷେଧ କରିବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ଆରମ୍ଭ କରାଯାଇଥିବା ପ୍ରୟାସକୁ ସଫଳ କରିବାକୁ ସମସ୍ତ ଜାତି ମୁଖିଆଙ୍କୁ ନିବେଦନ କରିବା ସହ ଏଭଳି ସମାଜ ସେବାଭଳି ମହତ କାର୍ଯ୍ୟ କରୁଥିବାରୁ ଜିଲ୍ଲା ପ୍ରଶାସନ ତରଫରୁ…
Read Moreନୟାଗଡ଼ରେ ଯୁବ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନେହେରୁ ଯୁବ କେନ୍ଦ୍ର ସଂଗଠନ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ କାର୍ଯ୍ୟକ୍ରମ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ପରିସରରେ ମହାଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମହାବିଦ୍ୟାଳୟର NCC / NSS / YRC ଛାତ୍ରମାନେ ସହଯୋଗ କରିଥିଲେ । ନୟାଗଡ଼ ଜିଲ୍ଲାର ୧୮-୩୫ବର୍ଷ ବୟସର ଯୁବଗୋଷ୍ଠୀଙ୍କୁ ନେଇ ଚିତ୍ରାଙ୍କନ, କବିତା ଲିଖନ, ମୋବାଇଲ ଫଟୋଗ୍ରାଫି, ଯୁବ ସାମ୍ବାଦିକତା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଭୃତି ପ୍ରତିଯୋଗିତା ହୋଇଥିଲା । ପ୍ରତ୍ୟେକ ପ୍ରତିଯୋଗିତାରୁ ୩ଜଣ ଲେଖାଏଁ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ସହ ପ୍ରମାଣ ପତ୍ର ବିତରଣ କରାଯାଇଥିଲା । ଅନ୍ୟ ସମସ୍ତ ପ୍ରତିଯୋଗୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ମାନ୍ୟବର ବିଧାୟକ ଡଃ. ଅରୁଣ କୁମାର ସାହୁ, ସମ୍ଭବର ସଂପାଦିକା…
Read Moreନୟାଗଡ଼ରେ ବିଶ୍ବ ଦୃଷ୍ଟି ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବିଶ୍ବ ଦୃଷ୍ଟି ଦିବସ ଉପରେ ଏକ ବୈଠକ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ମକରନ୍ଦ ବେଉରାଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହ (ଟ୍ରେନିଂ ୟୁନିଟ୍)ରେ ଅନୁଷ୍ଠିତ ହୋଇଯାଇଅଛି । ପ୍ରାରମ୍ଭରେ ଡା. ବେଉରା କହିଲେ ଯେ, ସଚେତନତା ହିଁ ଆମର ମୂଳ ଲକ୍ଷ । ଆମ୍ଭେମାନେ ପୁଙ୍ଖାନୁପୁଙ୍ଖ ଭାବେ ଚକ୍ଷୁର ଯତ୍ନ ନେବା ଏବଂ ପରୀକ୍ଷା କରାଇବା ସହିତ ସୁଷମ ଖାଦ୍ୟ ଗ୍ରହଣ ଓ ଧୂମପାନ ବର୍ଜନ କରିବା । ଚକ୍ଷୁର ଯତ୍ନ ନେବା ପରିପ୍ରେକ୍ଷିରେ କହିଲେ ଯେ, ଆମ୍ଭେମାନେ ପ୍ରତି ୨୦ମିନିଟ୍ ଅନ୍ତରରେ ୨୦ସେକେଣ୍ଡ୍ ଚକ୍ଷୁକୁ ବିଶ୍ରାମ ଦେବା ଏବଂ ୨୦ ଫୁଟ ଦୂରତାରେ ଥିବା କୌଣସି ବସ୍ତୁକୁ ଚାହିଁବା । ଏହା ଦ୍ଵାରା ଆମର ଚକ୍ଷୁ ସୁସ୍ଥ ରହିବ । ସେହିପରି ସଠିକ୍ ସମୟରେ ଚକ୍ଷୁ ପରୀକ୍ଷା କରି…
Read Moreନୟାଗଡ଼ ବ୍ଳକ ଅଧ୍ୟକ୍ଷଙ୍କ ପିତୃ ବିୟୋଗ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ୍ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କପିତା ପାଣୁ ଚରଣ ସାହୁଙ୍କ ୮୦ବର୍ଷ ବୟସରେ ପରଲୋକ ଘଟିଛି । ବ୍ଲକ୍ ଅଧ୍ୟକ୍ଷଙ୍କ ପିତା ସ୍ବର୍ଗତ ସାହୁ ଜଣେ ଜଣାଶୁଣା ସମାଜସେବୀ, ଧର୍ମପରାୟଣ, ସ୍ନେହି ଓ ମେଳାପି ବ୍ୟକ୍ତି ଥିଲେ । ଆଜି ହଠାତ୍ ତାଙ୍କ ଦେହ ଅସୁସ୍ଥ ହେବା ସହ ପ୍ରାଣତ୍ୟାଗ କରିଛନ୍ତି। ଏହି ଦୁଃଖଦ ଖବର ପାଇବା ପରେ ସ୍ଥାନୀୟ ଅଂଚଳରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହେବା ସହ ନୟାଗଡ଼ ବିଧାୟକ ଡ଼ଃ. ଅରୁଣ କୁମାର ସାହୁ ଅଧ୍ୟକ୍ଷଙ୍କ ଭାଟସାହି ସ୍ଥିତ ବାସଭବନରେ ପହଞ୍ଚି ଶୋକସନୃପ୍ତ ପରିବାରକୁ ସମବେଦନା ଜଣାଇବା ସହ ସ୍ୱର୍ଗତ ସାହୁଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି । ସ୍ବର୍ଗତ ସାହୁଙ୍କ ମୃତ୍ୟୁ ସମୟରେ ପରିବାରର ପୁଅ, ବୋହୂ, ନାତି ଓ ନାତୁଣୀ ସମସ୍ତେ ଉପସ୍ଥିତ ଥିବା ଜଣାପଡ଼ିଛି।
Read Moreଦଶପଲ୍ଲା ନିକଟରେ ଓଲଟିଲା ଘରୋଇ ଯାତ୍ରୀବାହୀ ବସ୍ କାଳେଶ୍ୱର; ବ୍ୟାଙ୍କ ମ୍ୟାନେଜର ମୃତ, ୩ଗୁରୁତର
ଦଶପଲ୍ଲା,(ନୟାଗଡ଼ ଦର୍ପଣ): ଦଶପଲ୍ଲା ନିକଟସ୍ଥ ଗୋଡିବିଡ଼ା-ଅଭୟପୁର ମଧ୍ୟରେ ଯାତ୍ରୀବାହୀ ବସ୍ କାଳେଶ୍ୱର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍ ଓଲଟିବାରୁ ଜଣଙ୍କର ମୃତ୍ୟୁ ହେବା ସହ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ କଲ୍ୟାଣୀ ପଣ୍ଡା ସେ ଦଶପଲ୍ଲା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ମ୍ୟାନେଜର ଥିଲେ। ଗୁରୁତର ୩ ଜଣଙ୍କ ମଧ୍ୟରେ ଅଛନ୍ତି ଡ୍ରାଇଭରଙ୍କ ସମେତ ୨ ଯାତ୍ରୀ ଲିଲୁକନ ବେହେରା ଓ ଟିଟୁନା ସାହୁ। ଗୁରୁତର ତିନି ଜଣଙ୍କୁ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଗଂଜାମ ଜିଲ୍ଲା ଭଂଜନଗରରୁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଭିମୁଖେ ଆଜି ଅପରାହ୍ନରେ ଏକ ଘରୋଇ ବସ୍ ‘କାଳେଶ୍ବର’ ବାହାରିଥିଲା। ଯାତ୍ରବାହୀ ବସ୍ଟି ଦଶପଲ୍ଲାରେ ପହଂଚିବା ପୂର୍ବରୁ ରାତି ପ୍ରାୟ ୯ଟାରେ ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ବ୍ୟାଙ୍କ ମ୍ୟାନେଜର କଲ୍ୟାଣୀ ପଣ୍ଡାଙ୍କର ମୃତ୍ୟୁ…
Read Moreପୂଜ୍ୟ ପୂଜା କମିଟି ଓ ରୋଟାରୀ କ୍ଲବ୍ ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଖଣ୍ଡପଡାରୋଡ ସ୍ଥିତ ରୋଟାରୀ ଭବନ ଠାରେ ପୂଜ୍ୟପୂଜା କମିଟି ନୟାଗଡ଼ ଓ ରୋଟାରୀ କ୍ଲବ୍ ନୟାଗଡ଼ ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ ତମ ଜୟନ୍ତୀ ଓ ଭାରତର ଦ୍ବିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୧୮ ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇ ଯାଇଛି। ପୂଜ୍ୟପୂଜା କମିଟିର ସଭାପତି ପ୍ରଫେସର ରାମଚନ୍ଦ୍ର ମିଶ୍ରଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ପୌରପରିଷଦର ପ୍ରଥମ ମହିଳା ଅଧ୍ଯକ୍ଷା ନିରୁପମା ଖଟେଇ ଯୋଗଦେଇ ସ୍ବର୍ଗତ ମହାପୁରୁଷ ମାନଙ୍କ ସ୍ମ୍ରୁତି ଚାରଣ କରିଥିଲେ। ବିଶିଷ୍ଟ ସାହିତ୍ଯିକ ତଥା ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲାବେଳେ ପୂଜ୍ୟପୂଜା କମିଟିର ଉପଦେଷ୍ଟା ସୁବୋଧ କୁମାର ପଟ୍ଟନାୟକ,ସଂପାଦକ ଅରୁଣ କୁମାର ମହାନ୍ତି ଓ ରୋଟାରୀ କ୍ଲବ୍ ସଭାପତି ପ୍ରବୀର କୁମାର ପ୍ରୁଷ୍ଟି…
Read Moreଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜାତିର ପିତା ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ସ୍ଥାନୀୟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ପାଳିତ ହୋଇଯାଇଛି। ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ତଥା ଅଧ୍ଯକ୍ଷ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ତିରୁପତି ସଂସ୍କୃତ ବିଶ୍ବବିଦ୍ୟାଳୟର ପ୍ରଫେସର ସତ୍ଯ ନାରାୟଣ ଆଚାର୍ଯ୍ୟ ପ୍ରଦୀପ ପ୍ରଜ୍ଜ୍ବଳନ କରି ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଫଟୋ ଚିତ୍ରରେ ପୁଷ୍ପ ଧୂପ ଅର୍ପଣ କରିଥିଲେ। ଗାନ୍ଧିଜୀଙ୍କ ୧୫୩ତମ ଜୟନ୍ତୀ ଓ ଶାସ୍ତ୍ରିଜୀଙ୍କ ୧୧୮ ତମ ଜୟନ୍ତୀ ବିଷୟରେ ସାରଗର୍ଭକ ବକ୍ତବ୍ଯରେ ମୁଖ୍ଯ ଅତିଥି ପ୍ରଫେସର ଆଚାର୍ଯ୍ୟ ଉପସ୍ଥିତ ଛାତ୍ରଛାତ୍ରୀ ଓ ଗୁରୁଜୀଗୁରୁମା ମାନଙ୍କୁ ସମ୍ବୋଧନ କରି କହିଥିଲେ ଯେ ଗାନ୍ଧିଜୀ ଓ ଶାସ୍ତ୍ରୀଜୀ, ଅହିଂସା ଓ ଶାନ୍ତି ର ଦେବଦୂତ ସାଜି ଭାରତମାତାର ସନ୍ତାନ ରୂପେ ଆବିର୍ଭାବ…
Read More