ଖଣ୍ଡପଡ଼ା ଏସଡିପିଓଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ, ପରିସ୍ଥିତି ନସୁଧୁରିଲେ ହେବ ବଡ଼ ଜନ ଆନ୍ଦୋଳନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ପ୍ରମୂଖ ବିଜେଡି ନେତାମାନେ ଆଜି ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀଙ୍କୁ ସାକ୍ଷାତ କରି ଜିଲ୍ଲାର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ଏହା ସହିତ ପୁଲିସର ଏକପାଖିଆ ନୀତିକୁ ବିରୋଧ କରିଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ଜିଲ୍ଲା ବିଜେଡି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୂର୍ବତନ ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ବରିଷ୍ଠ ନେତ୍ରୀ ଇରାନୀ ରାୟ, ଭାପୁର ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ପ୍ରଧାନ, ଉପାଧ୍ୟକ୍ଷ ବେଣୁଧର ପ୍ରଧାନଙ୍କ ସମେତ ବହୁ ନେତା ସାମିଲ ହୋଇଥିଲେ । ଖଣ୍ଡପଡ଼ା ପୁଲିସ ଉପଖଣ୍ଡରେ ସୃଷ୍ଟି ହୋଇଥିବା ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତିକୁ…

Read More

ପଥଚାରୀଙ୍କୁ ଲୁଟିଲା ବେଳେ ପୋଲିସ ହାତରେ ଧରା ପଡ଼ିଲା ଲୁଟେରା ରାଜା, ଖସିଗଲା ସହଯୋଗୀ

ଦଶପଲ୍ଲା, (ନୟାଗଡ଼ ଦର୍ପଣ): ବର୍ତ୍ତମାନ ସମୟରେ ରାତାରାତି କୋଟିପତି ହେବାର ନିଶା ଘାରିଛି ଯୁବପିଢ଼ିଙ୍କୁ। ସେଥିପାଇଁ କୌଣସି ବି କାର୍ଯ୍ୟ କରିବାକୁ ପଛଉ ନାହାଁନ୍ତି ଏହି ଯୁବକ ମାନେ। ୨୦ବର୍ଷରୁ ୩୫ବର୍ଷୀୟ ଯୁବକ ମାନେ ପାଦ ଥାପୁଛନ୍ତି ଅପରାଧ ଦୁନିଆରେ। ଦୈନିକ ଘଟୁଛି ଅଭାବନୀୟ ଘଟଣା। ଟେର ପାଉନଥିଲା ସ୍ଥାନୀୟ ପୋଲିସ। ପୋଲିସକୁ ମାସିକ ହାଟଗୁଂଜା ଦେଇ ଗଞ୍ଜେଇ ଚୋରା ଚାଲାଣ କରୁଥିଲେ ଦଶପଲ୍ଲା ଥାନା ମଧ୍ଯଖଣ୍ଡ ଅଞ୍ଚଳର କିଛି ଯୁବକ। କନ୍ଧମାଳରୁ ବାଇକ୍ ଓ କାର୍ ଯୋଗେ ଆସୁଥିବା ଯାତ୍ରୀଙ୍କୁ ଗଞ୍ଜେଇ ମାଫିଆ ଭାବି ଲୁଟ୍‌ରାଜ୍ ଚଳାଇ ଆସିଥିବା ଗ୍ୟାଙ୍ଗକୁ ସାବାଡ଼ କରିବା ପାଇଁ ଆକ୍ସନ୍ ମୋଡ଼କୁ ଆସିଛି ଦଶପଲ୍ଲା ପୁଲିସ। ଏହି ଲୁଟେରାଙ୍କ ଦ୍ବାରା ସାଧାରଣ ଯାତ୍ରୀ ଲୁଟ୍‌ର ଶିକାର ହେଉଥିବା ବେଳେ ଆଜି ଜଣେ ଲୁଟେରାକୁ କାବୁ କରିଛି ଦଶପଲ୍ଲା ପୁଲିସ। ଗିରଫ…

Read More

ପ୍ରମୋଦ ଚନ୍ଦ୍ର ସାହୁଙ୍କ ସ୍ମୃତିଚାରଣ ସଭା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଶରଣକୁଳ ଗୁଡିଆ ସାହିର ବାସିନ୍ଦା ପ୍ରମୋଦ ଚନ୍ଦ୍ର ସାହୁ(୫୨) ସେପ୍ଟେମ୍ବର ୨୩ ତାରିଖ ମଙ୍ଗଳବାର ଦିନ ହୃଦଘାତରେ ମୃତ୍ୟୁ ବରଣ କରିଥିଲେ। ଏହି ଅବସରରେ ତାଙ୍କ ସହପାଠୀମାନଙ୍କ ତରଫରୁ ସ୍ଥାନୀୟ ଶରଣକୁଳ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଶରଣକୁଳ ସରପଞ୍ଚ ମିନାକ୍ଷୀ ପ୍ରସାଦ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ବର୍ଗତ ପ୍ରମୋଦ ଚନ୍ଦ୍ର ସାହୁଙ୍କ ଜୀବନଶୈଳୀ ଓ କାର୍ଯ୍ୟଶୈଳୀ ସମ୍ପର୍କରେ ସହପାଠୀ ମାନେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ। ପ୍ରଥମେ ସମସ୍ତ ସହପାଠୀ ତାଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। ସେ ୧୯୮୮ ମସିହାର ମାଟ୍ରିକ ବ୍ୟାଚ୍ ଛାତ୍ର ଥିଲେ। ସ୍ବର୍ଗତ ପ୍ରମୋଦ ଜଣେ ମିଷ୍ଟଭାଷୀ, ଦାୟିତ୍ବ ସମ୍ପନ୍ନ ଓ ଦରଦୀ ହୃଦୟର ବ୍ୟକ୍ତି ଥିଲେ। ସେ ନୟାଗଡ ଜିଲ୍ଲା…

Read More

ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଶତାବ୍ଦୀ ଉଦ୍‌ଘାଟନୀ ଉତ୍ସବ ସହ ନଗର ପରିକ୍ରମା

ନୟାଗଡ଼, (ନୟାଗଡ଼ ଦର୍ପଣ): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍ଏସ୍)ର ଶତବାର୍ଷିକୀ ଉତ୍ସବ ସ୍ଥାନୀୟ ନବୀନ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହେଇଯାଇଛି। ୧୯୨୫ ମସିହା ବିଜୟା ଦଶମୀ ତିଥିରେ ଡାକ୍ତର କେଶବ ବଳିରାମ ହେଡଗେୱାର ସଂଘ ପ୍ରତିଷ୍ଠା କରିଥିଲେ । ସଂଘ ଗଠନର ଲକ୍ଷ୍ୟ ହେଉଛି ଦେଶର ନାଗରିକଙ୍କ ମଧ୍ୟରେ ସାଂସ୍କୃତିକ ସଚେତନତା, ଅନୁଶାସନ, ସେବା ଓ ସାମାଜିକ ଦାୟିତ୍ୱକୁ ପ୍ରୋତ୍ସାହନ କରିବା। ଏହି ପରିପ୍ରେକ୍ଷୀରେ ନୟାଗଡରେ ୧୫୦ରୁ ଊର୍ଦ୍ଧ୍ବ ସ୍ଵୟଂସେବକ ପୂର୍ଣ୍ଣ ଗଣବେଶରେ ଖଣ୍ଡପଡ଼ା ରୋଡସ୍ଥିତ ହନୁମାନ ମନ୍ଦିରରୁ ବାହାରି ନବୀନ କଲ୍ୟାଣ ମଣ୍ଡପଠାରେ ପହଞ୍ଚିଥିଲେ। ମଞ୍ଚ ସମ୍ମୁଖରେ ସ୍ବୟଂସେବକଙ୍କ ଦ୍ବାରା ଶାରୀରିକ ପ୍ରଦର୍ଶନ, ବ୍ୟାୟାମ, ଦଣ୍ଡ ପ୍ରୟୋଗର ପ୍ରଦର୍ଶନୀ କରାଯାଇଥିଲା। ନଗର କାର୍ଯ୍ୟବାହ ନରସିଂହ ସାହୁ ମଞ୍ଚସ୍ଥ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ। ମୁଖ୍ୟ ଅତିଥିଭାବେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ବାଲାରସେନ ପାତ୍ର ଉପସ୍ଥିତ…

Read More

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ପରିସରରେ ସହିଦ କଷ୍ଟି ଡାକୁଆଙ୍କ ଜୟନ୍ତୀ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସହିଦ୍ କଷ୍ଟି ଡାକୁଆଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବିଦ୍ଯାଳୟ ପରିସରରେ ଥିବା ସହିଦ୍ କଷ୍ଟି ଡାକୁଆଙ୍କ ପ୍ରତିମୂର୍ତ୍ତିରେ ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ସମେତ ସେବାବ୍ରତୀ ଆଚାର୍ଯ୍ୟ ଆଚାର୍ଯ୍ୟାମାନେ ପୁଷ୍ପ ମାଲ୍ୟାର୍ପଣ କରି ବିପ୍ଳବୀ କଷ୍ଟି ଡାକୁଆଙ୍କ ସ୍ମୃତିଚାରଣ କରିଥିଲେ। ବିଦ୍ଯାଳୟର ବରିଷ୍ଠ ସେବାବ୍ରତୀ ଆଚାର୍ଯ୍ୟା ଅର୍ଚ୍ଚନା ରଥ କଷ୍ଟି ଡାକୁଆଙ୍କ ଜୀବନୀ ବିଷୟରେ ଅବଗତ କରାଇଥିଲେ। ସହିଦ କଷ୍ଟି ଡାକୁଆ ଅମର ରହେ ସ୍ଲୋଗାନରେ ବିଦ୍ୟାଳୟ ପରିସର ପ୍ରକମ୍ପିତ ହୋଇଥିଲା। ଆଜି ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ହୋଇଥିବାରୁ ଉପସ୍ଥିତ ଗୁରୁଜୀ ଗୁରୁମା ଓ ଛାତ୍ରଛାତ୍ରୀ ମାନେ ବୟସ୍କ ବ୍ଯକ୍ତି ମାନଙ୍କୁ ସମ୍ମାନ କରିବା, ସେମାନଙ୍କର ଯତ୍ନ ନେବା ଓ ସେବା କରିବା ପାଇଁ ଶପଥ ପାଠ କରିଥିଲେ।…

Read More

ସମର୍ପଣ ବୃଦ୍ଧାଶ୍ରମରେ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ଗୃହରେ ଆଜି ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳନ ହୋଇଯାଇଛି। ଏଇ ସପ୍ତାହବ୍ୟାପୀ ଆନ୍ତର୍ଜାତୀୟ ବୟୋବୃଦ୍ଧ ଦିବସ ପାଳନ ହେବାକୁ ଥିବା ପରିପ୍ରେକ୍ଷୀରେ ସମର୍ପଣ ପରିଚାଳନା କମିଟିର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ମାଇଁ ଭାରତ କେନ୍ଦ୍ର, ନୟାଗଡ଼ ଆନୁକୁଲ୍ୟରେ ଏକତା ୟୁଥ୍ କ୍ଳବ୍ ନୟାଗଡ଼ ତରଫରୁ ସମର୍ପଣ ଗୃହରେ ଅନ୍ତେବାସୀ ମାନଙ୍କୁ ନେଇ ଏକ ସୁନ୍ଦର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସମର୍ପଣ ପରିଚାଳନା କମିଟିର ସଦସ୍ଯ ପ୍ରଦୀପ କୁମାର ପ୍ରୁଷ୍ଟି,ଧୀରେନ୍ଦ୍ର କୁମାର ପଟ୍ଟନାୟକ, ଶ୍ରୀକାନ୍ତ କୁମାର ପଟ୍ଟନାୟକ ଓ ମିହିର ରଂଜନ ନାୟକଙ୍କ ସମେତ ମାଇଁ ଭାରତ କେନ୍ଦ୍ର ନୟାଗଡ଼ର ସଦସ୍ଯ ଅନିଲ୍ କୁମାର ପ୍ରଧାନ ଓ ସୁକାନ୍ତି ପ୍ରଧାନ ସମର୍ପଣରେ ପହଞ୍ଚି ସମସ୍ତ ଅନ୍ତେବାସୀ ମାନଙ୍କୁ ଫୁଲ ଚନ୍ଦନ ଦେଇ…

Read More

ନୟାଗଡ଼ ଜିଲ୍ଲା କେମିଷ୍ଟ୍ ଆଣ୍ଡ ଡ୍ରଗିଷ୍ଟ୍ ଆସୋସିଏସନର ଷଷ୍ଠ ସାଧାରଣ ଅଧିବେଶନ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା କେମିଷ୍ଟ୍ ଆଣ୍ଡ ଡ୍ରଗିଷ୍ଟ୍ ଆସୋସିଏସନ୍ ର ଷଷ୍ଠ ସାଧାରଣ ଅଧିବେଶନ ନୟାଗଡ଼ ଜିଲ୍ଲାପରିଷଦ ପରିସରରେ ଥିବା ସୃଜନ ହଲରେ ସଭାପତି ପ୍ରହଲ୍ଲାଦ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।  ଆସୋସିଏସନ୍ ର ନବନିର୍ବାଚିତ ପଦାଧିକାରୀ ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ଉପସ୍ଥିତ ସଦସ୍ୟମାନେ କରତାଳି ଦେଇ ସ୍ବାଗତ କରିଥିଲେ । ମୂଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ଼ ଅରୁଣ ସାହୁ ଉପସ୍ଥିତ ଥିବାବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ନୟାଗଡ଼  ଡ୍ରଗ ଇନ୍ସପେକ୍ଟର ଶ୍ରୀ ସନ୍ତୋଷ କୁମାର ପ୍ରଧାନ, ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ୍ ର ସଭାପତି ଶ୍ରୀ ପି. ସତ୍ୟନାରାୟଣ ଓ ଯୁଗ୍ମ ସଂପାଦକ  ଶ୍ରୀ ଶ୍ରୀକାନ୍ତ କାନୁନଗୋ ଏବଂ ଖୋର୍ଦ୍ଧା ଜିଲ୍ଲା ଆସୋସିଏସନ୍ ସଭାପତି ଗିରିଜା ପ୍ରସାଦ ରଥ ଯୋଗଦେଇଥିଲେ …

Read More

ହିନ୍ଦୀ: ରାଷ୍ଟ୍ରୀୟ ଏକତାର ଭାଷା

ନୟାଗଡ଼, (ନୟାଗଡ଼ ଦର୍ପଣ): କେବଳ ଭାରତର ଏକ ପ୍ରମୁଖ ଭାଷା ଭାବେ ନୁହେଁ  ଭାରତୀୟ  ସାଂସ୍କୃତିକ  ଏକତା ଦିଗରେ ମଧ୍ୟ ହିନ୍ଦୀ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଆସୁଅଛି। ସ୍ୱାଧୀନତା ଆନ୍ଦୋଳନରେ ଭାରତୀୟଙ୍କ ମଧ୍ୟରେ ରାଷ୍ଟ୍ରୀୟ ଚେତନା ଜାଗ୍ରତ କରିବା ଦିଗରେ ହିନ୍ଦୀ ଥିଲା ପ୍ରମୁଖ ମାଧ୍ୟମ। ଆଜି କେବଳ ଭାରତ ନୁହେଁ ଅନ୍ତର୍ଜାତୀୟସ୍ତରରେ ମଧ୍ୟ ହିନ୍ଦୀ ଭାଷା ବେଶ୍ ପ୍ରଭାବଶାଳୀ ହୋଇପାରିଛି। ଅତଏବ ହିନ୍ଦୀ ଦିବସ ପାଳନ କେବଳ ଏକ ଔପଚାରିକ ଉତ୍ସବ ନୁହେଁ ବଂର ଏକ ଜାଗୃତି ଅଭିଯାନ ଯହା ଆମକୁ ଆମର ରାଜଭାଷା ପ୍ରତି ଭଲପାଇବା ଏବଂ ସମ୍ମାନ ପ୍ରଦାନ କରିବାକୁ ଉତ୍ସାହିତ କରେ। ଭାରତୀୟ ଅନୁବାଦ ସାହିତ୍ୟ ତରଫରୁ ଅନଲାଇନ୍ ମାଧ୍ୟମରେ ହିନ୍ଦୀ ପକ୍ଷ ପାଳନ  ଅବସରରେ ଅତିଥି ତଥା ହିନ୍ଦୀ ଭାଷା ସାହିତ୍ୟର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ବିଦ୍ୟାର୍ଥୀମାନେ ଏହି ମତବ୍ୟକ୍ତ…

Read More

ବରିଷ୍ଠ ଆଇନଜୀଵୀ ବୃନ୍ଦାବନ ପଣ୍ଡାଙ୍କ ବିୟୋଗରେ ଜିଲ୍ଲା ଓକିଲ ସଙ୍ଘ ଶ୍ରଦ୍ଧାଞ୍ଜଳି ସଭା

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଖ୍ୟାତନାମା ଆଇନଜୀବୀ ତଥା ଜିଲ୍ଲା ଓକିଲ ସଙ୍ଘ ପ୍ରାକ୍ତନ ସଭାପତି ବୃନ୍ଦାବନ ପଣ୍ଡାଙ୍କ ବିୟୋଗରେ ଆଜି ଜିଲ୍ଲା ଓକିଲ ସଙ୍ଘ ସଭାପତି ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କୋର୍ଟ ସମ୍ମିଳନୀ କକ୍ଷଠାରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇ ଶ୍ରୀ ପଣ୍ଡାଙ୍କ ବିୟୋଗ ନୟାଗଡ଼ ଜିଲ୍ଲା ଆଇନ ଜଗତ ପାଇଁ ଅପୂରଣୀୟ କ୍ଷତି ହୋଇଥିବା କୁହାଯାଇଛି। ବାର ବେଞ୍ଚ ମିଳିତ ଶୋକ ସଭାରେ ସ୍ବର୍ଗତ ପଣ୍ଡାଙ୍କ ଅମର ଆତ୍ମା ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇ ଥିଲା। ଏହି ପୂଜ୍ୟପୂଜା କାର୍ଯ୍ୟକ୍ରମରେ ଜିଲ୍ଲା ପରିବାର ଅଦାଲତ ଜଜ ଇନ୍ଦୁ ଶର୍ମା, ସ୍ୱତନ୍ତ୍ର ପୋକ୍ସ ଜଜ ମାନସ ରଞ୍ଜନ ପଣ୍ଡା, ଅତିରିକ୍ତ ଜିଲ୍ଲା ଜଜ ରୀଜା ରାୟଙ୍କ ସମେତ ଅନ୍ୟନ୍ୟ ବିଚାର ବିଭାଗୀୟ ଅଧିକାରୀ ମାନେ ସ୍ବର୍ଗତ ପଣ୍ଡାଙ୍କ ସ୍ମୃତିଚାରଣ…

Read More

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ନୟାଗଡ଼ ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର

ନୟାଗଡ଼,(ନୟାଗଡ଼ ଦର୍ପଣ): ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ ଉପଲକ୍ଷେ ହେଉଥିବା “ସେବା ପକ୍ଷ” କାର୍ଯ୍ୟକ୍ରମ ଭାରତୀୟ ଜନତା ଯୁବମୋର୍ଚ୍ଚା ନୟାଗଡ଼ ଜିଲ୍ଲା ପକ୍ଷରୁ ଆଜି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତ ଭଣ୍ଡାର ଠାରେ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଭାରତୀୟ ଜନତା ପାର୍ଟିର ଯୁବମୋର୍ଚ୍ଚା ପକ୍ଷରୁ ଆୟୋଜିତ ଏହି ରକ୍ତଦାନ ଶିବିରକୁ ଜିଲ୍ଲା ସଭାପତି ମିତ୍ରଭାନୁ ଜେନା ଏବଂ ସମସ୍ତ ଯୁବ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ସଫଳ କରିଥିଲେ। ଏହି କାର୍ଯ୍ୟକ୍ରମରେ କନ୍ଧମାଳର ପୂର୍ବତନ ସାଂସଦ ପ୍ରତ୍ୟୁଷା ରଜେଶ୍ୱରି ସିଂହ, ନୟାଗଡ଼ ବ୍ଲକ ପୂର୍ବତନ ଅଧ୍ୟକ୍ଷ ପ୍ରହଲ୍ଲାଦ ବରାଡ, ନୟାଗଡ଼ ପୌର ପରିଷଦ ପ୍ରତିନିଧି ରଞ୍ଜନ ରଶ୍ମୀ ଜେନା, ମିନତି ପ୍ରଧାନ, ସମାଜସେବୀ ଦାମ ସାର୍, ଶ୍ରୀଧର ପ୍ରଧାନ, ପ୍ରଶାନ୍ତ ଦାସ, ଆଲୋକ ମହାପାତ୍ର, ଲକ୍ଷ୍ମୀଧର ସାହୁ, ଗୋବିନ୍ଦ ବିଶ୍ଵାଳ,…

Read More