ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଦରବ୍ଲକ ଓ ନଗରପାଳିକା ଆନୁକୁଲ୍ୟରେ ଆଜି ଅବସରପ୍ରାପ୍ତ ଶିକ୍ଷକଙ୍କୁ ଭକ୍ତିପୂତ ପ୍ରଣାମ କାର୍ଯ୍ୟକ୍ରମ ପଠାଣି ସାମନ୍ତ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଆବାହକତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୬ଶହରୁ ଉର୍ଦ୍ଧ୍ୱ ଅବସରପ୍ରାପ୍ତ ଶିକ୍ଷକ ଓ ଅବସରପ୍ରାପ୍ତ ଅଧ୍ୟାପକ ଯୋଗ ଦେଇଥିଲେ । ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ଏବଂ ଅନେକ ନିର୍ବାଚିତ ଜନପ୍ରତିନିଧି ଗୁରୁମାନଙ୍କୁ ଉତ୍ତରୀୟ ଫୁଲ, ଚନ୍ଦନ ଦେଇ ସମ୍ବର୍ନ୍ଧିତ କରିଥିଲେ । ଏହି ଅବସରରେ ଆୟୋଜିତ ସଭାରେ ପୈାର ପରିଷଦ ଉପାଧ୍ୟକ୍ଷ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଅତିଥିଭାବେ ଯୋଗ ଦେଇ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏହି କାର୍ଯ୍ୟକ୍ରମ ଅନନ୍ୟ ବୋଲି…
Read MoreCategory: ଅନ୍ୟାନ୍ୟ
୧.୪ଲକ୍ଷ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଏବଂ ୯ହଜାର ସ୍ୱତନ୍ତ୍ର ଶିକ୍ଷକ ଆଶାୟୀ ନ୍ୟାୟ ଅପେକ୍ଷାରେ
ନୟାଗଡ଼, (ନୟାଗଡ଼ ଦର୍ପଣ): ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ୨୯ ଅଗଷ୍ଟ ୨୦୨୫ ତାରିଖରେ ଜାରିକରିଥିବା ଆଦେଶରେ ପୁନର୍ବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ସମସ୍ତ ସାଧାରଣ ବିଦ୍ୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର କୋର୍ଟ ୯ସେପ୍ଟେମ୍ବର ୨୦୨୫ ଅପରାହ୍ନ ୨ଟାରେ ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଛନ୍ତି ଏବଂ ସ୍ପଷ୍ଟ କରିଛନ୍ତି ଯେ ନିର୍ଦ୍ଦେଶ ପାଳନରେ ବିଳମ୍ବ କିମ୍ବା ଅନାଦର କଲେ ଗଭୀର ପରିଣାମ ହେବା ସହିତ ଅଦାଲତ ଅବମାନନା ପ୍ରକ୍ରିୟା ଆରମ୍ଭ କରାଯିବ। ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟରେ ଓଡିଶାର ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ସ୍ରିଷ୍ଟି ଅଗ୍ନିହୋତ୍ରୀ ସୁପ୍ରିମକୋର୍ଟ ମାମଲା ପରିଚାଳନା କରିବା ସହ ଓଡିଶା ଉଚ୍ଚ ନ୍ୟାୟାଳୟର ଆଇନଜୀବୀ ଶଙ୍କର ପ୍ରସାଦ ପାଣି ଉକ୍ତ ମାମଲାକୁ ତଦାରଖ କରୁଛନ୍ତି। ସୂଚନା ଥାଉ କି ଓଡିଶାରେ ପ୍ରାୟ ୬୪ହଜାର…
Read Moreଓଡ଼ଗାଁର ଦୁଇ ଶିକ୍ଷକ ଦମ୍ପତି ୫ଜଣ ଛାତ୍ରଛାତ୍ରୀଙ୍କ ଶିକ୍ଷାଭାର ଗ୍ରହଣ କଲେ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକର ଶିକ୍ଷକ ଦମ୍ପତି ପ୍ରକୃତି ବନ୍ଧୁ ତଥା ରୋହିବାଙ୍କ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର ସାହୁ ଓ ଓଡ଼ଗାଁ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଆରତୀ ସାହୁ ରୋହିବାଙ୍କ ଅଞ୍ଚଳରେ ରହି ଆସୁଥିବା ମାଟିଆ କେଳା ଯେଉଁମାନେ କି ମଙ୍କୁ ଆଦିବାସୀ ଅଟନ୍ତି। ସେମାନଙ୍କ ୫ଜଣ ପିଲାଙ୍କ ସମସ୍ତ ଶିକ୍ଷା ଖର୍ଚ୍ଚ ବହନ କରିବେ। କେବଳ ବର୍ଷେ କି ଦୁଇ ବର୍ଷ ନୁହେଁ ସେମାନଙ୍କୁ ୧୮ବର୍ଷ ହେଲା ପର୍ଯ୍ୟନ୍ତ ସମସ୍ତ ପାଠ୍ୟ ଉପକରଣ, ପୋଷାକ, ଟ୍ୟୁସନ ଖର୍ଚ୍ଚ ବହନ କରିବେ । ଆଜି ଶିକ୍ଷକ ଦମ୍ପତି ସେମାନଙ୍କ ବାସସ୍ଥାନକୁ ଯାଇ ନିଜ ଖର୍ଚ୍ଚରେ ଖାତା, ପେନ, ପେନସିଲ ସାଙ୍ଗକୁ ଅଣ୍ଡା, ବିସ୍କେଟ, ଫଳ ଦେଇ ପିଲାଙ୍କ ଖବର ବୁଝିଥିଲେ। ସେ ପିଲାମାନେ ହେଲେ କୃଷ୍ଣ…
Read Moreପ୍ରକୃତି କୋଳରେ ବର୍ଷା କାଳୀନ ସାହିତ୍ୟ ଆସର “ମେଘ ମହ୍ଲାର”
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଲକ ଅନ୍ତର୍ଗତ ବୁଢାବୁଢ଼ିଆଣି ନିକଟସ୍ଥ ପ୍ରକୃତିର ବରଦାନ ବରକନ୍ୟା ଝରଣାଠାରେ ନୟାଗଡ଼ ଜିଲା ଲେଖକ ପରିଷଦ ଓ ନୟାଗଡ଼ ଦର୍ପଣ ପରିବାରର ମିଳିତ ଆନୁକୂଲ୍ୟରେ ବର୍ଷା କାଳୀନ ସାହିତ୍ୟ ଆସର ‘ମେଘ ମହ୍ଲାର’ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାର ପ୍ରାୟ ଶତାଧିକ ପ୍ରତିଭାଧାରୀ ସାହିତ୍ୟର ସୃଜନଶୀଳ ସ୍ରଷ୍ଟାମାନେ ଯୋଗଦେଇଥିଲେ। ଗଳ୍ପ, କବିତା, ସଙ୍ଗୀତ ଓ ବ୍ୟଙ୍ଗ ଚତୁଃଧାରାର ମଧୁର ମିଳନରେ ପ୍ରେମ ଭକ୍ତି ରୋମାଞ୍ଚକର କବିତା ଗଳ୍ପ ଓ ସଙ୍ଗୀତର ଭାବମୟ ପରିବେଶ ସ୍ମୃତି ଓ ବିସ୍ମୃତିର ସନ୍ଧିକ୍ଷଣରେ ଉପସ୍ଥିତ ସମସ୍ତ କବି ମନପ୍ରାଣରେ ସୃଷ୍ଟି ହୋଇଥିଲା ଅପାର ଆନନ୍ଦ। ଏହି ଅବସରରେ ସ୍ଵର୍ଗତ ପଣ୍ଡିତ ଚନ୍ଦ୍ରମଣି ପ୍ରଧାନଙ୍କ ଦ୍ଵାରା ରଚିତ ‘ଜହ୍ନର ମନ’ ଏବଂ ‘ରାଧାକୃଷ୍ଣ ଭାରତୀ’ ଦୁଇଟି ପୁସ୍ତକ ଉନ୍ମୋଚିତ ହୋଇଥିଲା। କବି ନିଳୀମା ନନ୍ଦ, କ୍ଷଣପ୍ରଭା କର,…
Read Moreନୟାଗଡ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ନୟାଗଡ ବ୍ଲକ କଂଗ୍ରେସର ସାଂଗଠନିକ ବୈଠକ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ଥିତ ଅତିଥି ଭବନ ଠାରେ ପୂର୍ବତନ ବ୍ଲକ କଂଗ୍ରେସ୍ ସଭାପତି ଫକୀର ଚରଣ ମଲ୍ଲଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଯାଇଅଛି। ଓଡିଶା ପ୍ରଦେଶ କଂଗ୍ରେସ ପର୍ଯ୍ୟବେକ୍ଷକ ଅଖିଳ ଭାରତ କଂଗ୍ରେସ କମିଟି କିସାନ୍ କଂଗ୍ରେସ୍ ଜାତୀୟ ସଂଯୋଜକ ଅମିୟ ପଟନାୟକ ଯୋଗଦେଇ ନୟାଗଡ ବ୍ଲକ ବ୍ଲକ କଂଗ୍ରେସ ସଂଗଠନକୁ କ୍ରିୟାସିଳ କରିବା ପାଇଁ ଉପସ୍ଥିତ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ପ୍ରଦାନ କରିଥିଲେ। ଆଗାମୀଦିନରେ ଜିଲ୍ଲାର ବରିଷ୍ଠ ନେତୃମଣ୍ଡଳୀ ଗ୍ରାମପଂଚାୟତ କୁ ଯାଇ ସଂଗଠନକୁ କ୍ରିୟାଶୀଳ କରିବାପାଇଁ ଉପସ୍ଥିତ କାର୍ଯ୍ୟ କାର୍ଯ୍ୟକର୍ତା ଙ୍କୁ ଆହ୍ୱାନ କରିଥିଲେ। ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟି ସଭାପତି ସତ୍ୟବ୍ରତ ନାୟକ ଯୋଗଦେଇ ଆଗାମୀ ଦିନରେ ନୟାଗଡ ବ୍ଲକ କଂଗ୍ରେସର କର୍ମକର୍ତ୍ତା ଏକତ୍ରିତ ହୋଇ କେନ୍ଦ୍ରର ବିଜେପି ସରକାର ଓ ଓଡ଼ିଶାର ମୋହନ ସରକାର ୧୧ମାସ ଶାସରେ କେବଳ…
Read Moreଏକ ଦିବସୀୟ ସ୍ଵେଚ୍ଛାସେବୀ ନେତୃତ୍ବ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ମଡେଲ ଡିଗ୍ରୀ କଲେଜଠାରେ ଉଚ୍ଚଶିକ୍ଷା ବିଭାଗ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ଜାତୀୟ ସେବା ଯୋଜନା ଏକ ଦିବସୀୟ ସ୍ଵେଚ୍ଛାସେବୀ ନେତୃତ୍ବ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଅଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ ଜାତୀୟ ସେବା ସଂସ୍ଥା ଓଡ଼ିଶା ଶାଖା ଆଞ୍ଚଳିକ ନିର୍ଦ୍ଦେଶିକା ସରିତା ପଟେଲ, ଉଚ୍ଚଶିକ୍ଷା ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ଡକ୍ଟର ଜିତେନ୍ଦ୍ର କୁମାର ସାହୁ, ଯୁବ ବ୍ୟାପାର ଅଧିକାରୀ ଅଜିତ୍ କୁମାର ଯୋଗଦେଇ ଜାତୀୟ ସେବା ଯୋଜନାର ଆବଶ୍ୟକତା ବିଷୟରେ ଯୁବବର୍ଗଙ୍କୁ ସଚେତନତା ବାର୍ତ୍ତା ଦେଇଥିଲେ। ଏହି ଉତ୍ସବରେ ଚାରୋଟି ଅଧିବେଶନ ମାଧ୍ୟମରେ ଶିବିରର୍ଥୀମାନଙ୍କୁ ନିରୋଦ ବରଣ ଖୁଣ୍ଟିଆ, ଡକ୍ଟର ସୁନିଲ କୁମାର ମଲ୍ଲିକ, ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ଡକ୍ଟର ଚିତ୍ତରଞ୍ଜନ ଦାଶ ଉଦବୋଧନ ଦେଇ ଯୁବନେତୃତ୍ବ,…
Read Moreନୟାଗଡ ଜିଲ୍ଲାର କୃଷି ଓ କୃଷକଙ୍କ ସମସ୍ୟା ସମାଧାନ କରିବାରେ ସରକାର ବିଫଳ: କଂଗ୍ରେସ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଏକ ପ୍ରମୁଖ କୃଷି ଭିତ୍ତିକ ଜିଲ୍ଲା। ଜିଲ୍ଲାର ୭୫% ଲୋକ କୃଷି ଉପରେ ସମ୍ପୂର୍ଣ ନିର୍ଭରଶୀଳ। କିନ୍ତୁ ଦୁର୍ଭାଗ୍ୟ ର ବିଷୟ ଗତ ବି.ଜେ.ଡି ସରକାରର ୨୫ବର୍ଷ ଶାସନ ଓ ବର୍ତମାନର ବି.ଜେ.ପି ସରକାରର ଏକ ବର୍ଷରୁ ଅଧିକ ଶାସନରେ ଚାଷୀ ସବୁଠାରୁ କ୍ଷତିଗ୍ରସ୍ତ ଓ ଚାଷ ସମ୍ପୂର୍ଣ ବିପର୍ଯ୍ୟସ୍ତ। ଏହି ଉଭୟ ସରକାରର ଅପାରଗତା ଯୋଗୁ କଂଗ୍ରେସ ସରକାର ସମୟରେ ନୟାଗଡ଼ ଜିଲ୍ଲାରେ ପ୍ରତିଷ୍ଠା କରାଯାଇଥିବା ଚିନିକଳଟି ଆଜି ସମ୍ପୂର୍ଣ ବିଲୁପ୍ତ । ସେହିପରି ଚାଷ ପାଇଁ ଜଳସେଚନ ର ସୁଯୋଗ ଥିଲେ ମଧ୍ୟ ଚାଷୀ ଚାଷ ପାଇଁ ପାଣି ପାଉନାହିଁ। ବୃତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରିତା କେବଳ ଘୋଷଣା ରେ ରହିଛି । ପୂର୍ବରୁ ଥିବା ଉଠା ଜଳସେଚନ ପଏଣ୍ଟ ଗୁଡିକ ଅଚଳ ହୋଇପଡିରହିଛି । ଜିଲ୍ଲାରେ…
Read Moreସ୍ଵାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ସ୍ୱାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ନୟାଗଡ଼ ପୌର ପରିଷଦ କାର୍ଯ୍ୟାଳୟ ପକ୍ଷରୁ ଆଜି ଏନ୍.ଏ.ସି ଉଚ୍ଚ ବିଦ୍ୟାଳୟ ଠାରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଦେଶାତ୍ମକବୋଧକ ସଙ୍ଗୀତ, ଓଡ଼ିଆ ବକ୍ତୃତା, ଚିତ୍ରାଙ୍କନ ଓ ସାଧାରଣ ଜ୍ଞାନ ବିଷୟରେ କନିଷ୍ଠ ଓ ବରିଷ୍ଠ ବିଭାଗରେ ପ୍ରତିଯୋଗିତା ହୋଇଥିଲା । ସହରରେ ଥିବା ୨୨ଟି ଯାକ ବିଦ୍ୟାଳୟର ମନୋନୀତ ପ୍ରାୟ ୧୦୫ ଜଣ ଛାତ୍ର-ଛାତ୍ରୀ ଅଂଶଗ୍ରହଣ କରିଥିଲେ । ସେଥିମଧ୍ୟରୁ ୨୫ ଜଣ ଛାତ୍ର-ଛାତ୍ରୀ ପ୍ରତିଯୋଗିତାରେ ଯୋଗ୍ୟ ବିବେଚିତ ହୋଇଥିବା ନେଇ ଅପରାହ୍ନରେ ଫଳାଫଳ ଘୋଷଣା କରାଯାଇଥିଲା।ବିଚାରକ ଭାବେ ସୁର ଗନ୍ଧର୍ବ ନବ କିଶୋର ମିଶ୍ର, ବେତାର କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ, ସଙ୍ଗୀତକାର ଜୟଶ୍ରୀ ଦେବୀ, ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ଗୋଦାବରୀଶ ମିଶ୍ର, ଅଶୋକ ମଲ୍ଲ, ନିର୍ମଲ ଚନ୍ଦ୍ର ସୁରଦେଓ, ପ୍ରଦୀପ…
Read Moreକୃଷିବିଜ୍ଞାନ କେନ୍ଦ୍ର ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ଗାଜର ଘାସ ବିଷୟରେ ସଚେତନତା କାଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ କୃଷିବିଜ୍ଞାନ କେନ୍ଦ୍ର ତରଫରୁ ମଦର ଆବାସିକ ବିଦ୍ୟାଳୟରେ ଗାଜର ଘାସ ବିଷୟରେ ସଚେତନତା କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅନୁଷ୍ଠାନର ସଭାପତି ଚକ୍ରଧର ମାହାଳି, ପ୍ରତିଷ୍ଠାତା ପ୍ରଭାସିନୀ ନନ୍ଦଙ୍କ ସହିତ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ପ୍ରମୋଦ ପୃଷ୍ଟି ଓ ସହାୟକ ଦେବାଶିଷ ନାୟକ ଉପସ୍ଥିତ ଥିଲେ। ଗାଜର ଘାସ ଏହିଭଳି ଗୋଟେ ଘାସ ଯାହାଫଳରେ ପ୍ରତେକ ଜାଗାରେ ଅଛି କିନ୍ତୁ ଆମେ ତାକୁ ଜାଣିପାରୁନେ ଏହା ଦ୍ୱାରା ଲୋକମାନେ ଏହି ଘାସ ସଂସ୍ପସରେ ଆସିଲେ ଶ୍ୱାସ ରୋଗ, ଚର୍ମ ରୋଗ ସହିତ ଯଦି ଗାଈକୁ ଖାଇବାକୁ ଦିଆଯାଏ ତାହେଲେ ଗାଈର କ୍ଷୀର ପିତା ହେବ ସହିତ ମୃତ୍ୟୁ ମଧ୍ୟ ହୋଇଥାଏ। ଏହିଭଳି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ବୈଜ୍ଞାନିକ ଶ୍ରୀଯୁକ୍ତ ପୃଷ୍ଟି ଛାତ୍ରଛାତ୍ରୀଙ୍କୁ ସଚେତନ କରାଇଥିଲେ। ପରିଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧନ୍ୟବାଦ…
Read Moreରଣପୁର ନିର୍ବାଚନ ମଣ୍ଡଳୀରେ ଚାନ୍ଦପୁର , ଗୋପାଳପୁର, ରଣପୁର ଗ୍ରାମୀଣ ମଣ୍ଡଳରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଅଛି
ରଣପୁର, (ନୟାଗଡ଼ ଦର୍ପଣ): ପ୍ରତେକ ଲୋକଙ୍କ ପାଖରେ ଦେଶପ୍ରେମର ବାର୍ତ୍ତା ପହଞ୍ଚାଇବା ପାଇଁ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ। ଏହି ପରିପ୍ରେକ୍ଷୀରେ ରଣପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାନ୍ଦପୁର ମଣ୍ଡଳରେ ମଣ୍ଡଳ ସଭାପତି ଅକ୍ଷୟ ସାହୁଙ୍କ ନେତୃତ୍ୱରେ ଏକ ବିଶାଳ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଶତାଧିକଲୋକ ମୋଟର ସାଇକେଲରେ ହାତରେ ତ୍ରିରଙ୍ଗା ପତାକା ଧରି ଭାରତ ମାତା କି ଜୟ, ବନ୍ଦେ ମାତରଂ ଗାନ କରିଥିଲେ। ଏହି ତ୍ରିରଙ୍ଗା ଶୋଭାଯାତ୍ରାଟି ଚମ୍ପାଗଡ଼ ଛକ ଠାରୁ ବାହାରି ଚାନ୍ଦପୁର ବଜାର ପରିକ୍ରମା କରି କେରେଣ୍ଡାଟାଙ୍ଗୀ ଛକ ପର୍ଯ୍ୟନ୍ତ ଯାଇଥିଲା ଏହି ଶୋଭାଯାତ୍ରାରେ ୨୫୦ ଶହ ମୋଟର ସାଇକେଲ ଓ ୫ ଶହ ରୁ ଉର୍ଦ୍ଧ୍ବ ଲୋକ ସାମିଲ୍ ହେଇଥିଲେ । ଗୋପାଳପୁର ମଣ୍ଡଳରେ ମଣ୍ଡଳ ସଭାପତି ପ୍ରଫୁଲ୍ଲ କୁମାର ମହାପାତ୍ରଙ୍କ ନେତୃତ୍ବରେ ୫୦୦ରୁ ଉର୍ଦ୍ଧ୍ବ ଲୋକ…
Read More