ନିଶାମୁକ୍ତ ଭାରତ ଅଭିଯାନର ୫ମ ବର୍ଷ ପୂର୍ତ୍ତି ଉପଲକ୍ଷେ ସମୂହ ଶପଥପାଠ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରେ ନିଶାମୁକ୍ତ ଭାରତ ଅଭିଯାନର ୫ମ ବର୍ଷ ପୂର୍ତ୍ତି ଉପଲକ୍ଷେ ଜିଲ୍ଲାବ୍ୟାପି ସମୂହ ଶପଥପାଠ ଉତ୍ସବ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଦିବା ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ମୁଖ୍ୟଅତିଥି ଭାବେ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ ନିଶା ସେବନର କୁପରିଣାମ ବିଷୟରେ ନିଜର ବକ୍ତବ୍ୟ ରଖିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଅବକାରୀ ଅଧିକ୍ଷକ ଜ୍ଞାନରଂଜନ ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସର୍ବେଶ୍ୱର ପାଣିଗ୍ରାହୀ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜ୍ୟୋସ୍ନାମୟୀ ଆଚାର୍ଯ୍ୟ, ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ସହିତ ବ୍ରହ୍ମକୁମାରୀ ଗୀତା, IRCAର ସମସ୍ତ କର୍ମକର୍ତ୍ତା ଯୋଗଦାନ ପୂର୍ବକ ନିଶା ବିରୁଦ୍ଧରେ ନିଜ ନିଜର ବକ୍ତବ୍ୟ ରଖିଥିଲେ । ଏହି ଦିବସ ପାଳନ ଅବସରରେ ଜିଲ୍ଲାର…

Read More

ଶିକ୍ଷକ ମାନଙ୍କ ଜୋରଦାର ବିକ୍ଷୋଭ ପ୍ରଦର୍ଶନ, ଜିଲ୍ଲାପାଳଙ୍କ ଅଫିସ ଘେରାଉ

ନୟାଗଡ଼,(ନୟାଗଡ଼ ଦର୍ପଣ): ଅନଲାଇନ ଉପସ୍ଥାନକୁ ବିରୋଧ କରି  ନୟାଗଡ଼ ଜିଲ୍ଲା ମିଳିତ  ଶିକ୍ଷକ ସଂଘ ପକ୍ଷରୁ ଜିଲ୍ଲା ସ୍ତରରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଜିଲ୍ଲାପାଳଙ୍କ ଅଫିସ ଘେରାଉ କରାଯାଇଥିଲା। ଜିଲ୍ଲାର ସମସ୍ତ ୮ଟି ବ୍ଲକର ଶିକ୍ଷକ ମାନେ ଏଥିରେ ସାମିଲ ହୋଇ ଏକ ବିଶାଳ ରାଲିରେ ନିୟୁଟାଉନ ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରୁ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲେ। ସରକାରଙ୍କ ବିରୋଧରେ ବିଭିନ୍ନ ପ୍ରକାର ନାରା ଦେଇ ପ୍ରାୟ ୪ ହଜାରରୁ ଉର୍ଦ୍ଧ୍ଵ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ବଜାର ପରିକ୍ରମା କରିବା ସହିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚି  କାର୍ଯ୍ୟାଳୟ ସାମନା ମୁଖ୍ୟ ରାସ୍ତାକୁ ଅବରୋଧ କରି ପ୍ରତିବାଦ ସଭା କରିଥିଲେ। ଏଥିରେ ଜିଲ୍ଲାରେ କାର୍ଯ୍ୟରତ ମାଧ୍ୟମିକ ଶିକ୍ଷକ ସଂଘ, ପ୍ରାଥମିକ ଶିକ୍ଷକ ସଂଘ, ନୂତନ ପେନସନ ଭୁକ୍ତ ପ୍ରାଥମିକ ଏବଂ…

Read More

ସ୍ୱଭାବ କବିଙ୍କ ୧୬୩ତମ ଜୟନ୍ତୀ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ୱଭାବ କବି ଗଙ୍ଗାଧର ମେହେର ଥିଲେ ଜଣେ ସଫଳ କାବ୍ୟକାର। ତାଙ୍କର ସୃଷ୍ଟି  ଆଧୁନିକ ଓ ପ୍ରାଚୀନ କାବ୍ୟ କବିତା ମଧ୍ୟରେ ଥିଲା ଏକ ମୁଖ୍ୟ ସେତୁ । ସମାଲୋଚକମାନେ ତାଙ୍କୁ  ଭାଷା ଓ ଭାବ ର ସମନ୍ୱୟ କବି ଭାବେ ଅଭିହିତ କରିଥାନ୍ତି। ପ୍ରାଚ୍ୟ ପରମ୍ପରା ଓ ଆଦର୍ଶରେ ଅନୁଗାମୀ ସ୍ୱଭାବ କବି ଗଙ୍ଗାଧର ମେହେର ଆମ ସଂସ୍କୃତି ଓ ସାହିତ୍ୟକୁ ଆଧାର କରି “ତପସ୍ୱିନୀ”, “ଇନ୍ଦୁମତୀ”, ” କୀଚକ ବଧ” , “ପଣୟବଲ୍ଲରୀ ” ପରି ଉଚ୍ଚକୋଟୀର କାବ୍ୟ କବିତା ରଚନା କରିଥିବା ବେଳେ ଅନେକ ଜାତୀୟ ଚିନ୍ତାଧାରା ଆଧାରିତ ସୃଷ୍ଟି ଯୋଗୁଁ ଓଡ଼ିଆ ସାହିତ୍ୟରେ  ଯୁଗ ସ୍ରଷ୍ଟା ଭାବେ ବିବେଚିତ ।  ୧୮୬୨ ମସିହା ଅଗଷ୍ଟ ୯ ରେ ଜନ୍ମଗ୍ରହଣ କରିଥିବା ଏହି ମହାନ କବିଙ୍କ ୧୬୩ ତମ…

Read More

ଜିଲ୍ଲାସ୍ତରୀୟ ଆନ୍ଦୋଳନ ପାଇଁ ଶିକ୍ଷକ ସଂଘର ଜୋରଦାର ପ୍ରସ୍ତୁତି

ନୟାଗଡ଼,(ନୟାଗଡ଼ ଦର୍ପଣ): ଅନଲାଇନ ଉପସ୍ଥାନକୁ ବିରୋଧ କରି ଚଳିତ ମାସ ୧୩ ତାରିଖରେ ନୟାଗଡ଼ ଜିଲ୍ଲା ମିଳିତ  ଶିକ୍ଷକ ସଂଘ ପକ୍ଷରୁ ଜିଲ୍ଲା ସ୍ତରରେ ଏକ ଜୋରଦାର ଆନ୍ଦୋଳନ କରାଯିବ ବୋଲି ସୂଚନା ମିଳିଛି। ଏ ନେଇ ଜିଲ୍ଲାର ସମସ୍ତ ୮ଟି ବ୍ଲକରେ ବ୍ଲକ ଶିକ୍ଷକ ସଂଘ ଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ବୈଠକ ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମାଧ୍ୟମିକ ଶିକ୍ଷକ ସଂଘ, ପ୍ରାଥମିକ ଶିକ୍ଷକ ସଂଘ, ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ, ଆଲୋଷ୍ଟା, ଏକ୍ସ କ୍ୟାଡର ଶିକ୍ଷକ ସଂଘ ପ୍ରଭୃତି ଜିଲ୍ଲାସ୍ତରୀୟ ଆନ୍ଦୋଳନରେ ସାମିଲ ହୋଇ ସରକାରଙ୍କ ଅନଲାଇନ ଉପସ୍ଥାନ ନିଷ୍ପତ୍ତିକୁ ଜୋରଦାର ବିରୋଧ କରିବେ ବୋଲି ଜଣା ପଡିଛି। ଆନ୍ଦୋଳନରେ ଭାଗ ନେଉଥିବା ଶିକ୍ଷକ ମାନଙ୍କ କହିବା କଥା ହେଲା ସରକାର ଅନ୍ୟ କୌଣସି ବିଭାଗର କର୍ମଚାରୀ ମାନଙ୍କ ପାଇଁ…

Read More

ଗୋଲେଇ ଛକରେ ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ, ବିଜେପି ସରକାର ବିରୁଦ୍ଧରେ ନାରାବାଜି

ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ବିଜେପି ସରକାରକୁ ଦାୟୀ କରିଛି ନୟାଗଡ଼ ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଏବଂ ବିଜେଡି ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ପରାମର୍ଶ କ୍ରମେ ଆଜି ଦଳ ପକ୍ଷରୁ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା ସହ ସରକାର ବିରୁଦ୍ଧରେ ନାରାବାଜି କରାଯାଇଛି । ରାଜ୍ୟରେ ଛାତ୍ର ଓ ନାରୀ ଅସୁରକ୍ଷିତ । ଦିନକୁ ଦିନ ଛାତ୍ରୀ ଓ ନାରୀ ନିର୍ଯ୍ୟାତନା ବୃଦ୍ଧି ପାଉଛି । ଯାହାକୁ ନେଇ ନୟାଗଡ଼ ପୂର୍ତ୍ତ ବିଭାଗ ଡାକବଙ୍ଗଳା ପରିସରରରୁ ଏକ ଶୋଭାଯାତ୍ରା ବାହାରି ନୟାଗଡ଼ ଟାଉନଥାନାଠାରେ ନୟାଗଡ଼ ଏସ୍‌ଡିପିଓ ଜ୍ୟୋତିରଞ୍ଜନ ସାମନ୍ତରାୟ ଓ ଥାନା ଅଧିକାରୀ ବିଜୟା ସାହୁଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସେଠାରୁ…

Read More

ଓଏସଇଏଫଡ଼ି ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ବାଚସ୍ପତି ସୁରମା ପାଢ଼ୀଙ୍କୁ ସାକ୍ଷାତ

ନୟାଗଡ଼, (ନୟାଗଡ଼ ଦର୍ପଣ): ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କୁ ଓଏସଇଏଫଡ଼ି ନୟାଗଡ଼ ଜିଲ୍ଲା ଶାଖାର ସଭାପତି ତୃପ୍ତିମୟୀ ପ୍ରଧାନ, ସମ୍ପାଦିକା ଶୁଭସ୍ମିତା ମିଶ୍ର, ରାଜ୍ୟ କୋଷାଧ୍ୟକ୍ଷ ଅଭିଷେକ ଆଚ଼ାର୍ଯ୍ୟ, କାର୍ଯ୍ୟକାରିଣୀ ସଦସ୍ୟ ହିତେଶ କୁମାର ମହନ୍ତ ପ୍ରମୁଖ ବାଚସ୍ପତିଙ୍କ ବାସଭବନରେ ସାକ୍ଷାତ କରି ଓଡ଼ିଶାର ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ଆଲୋଚ଼ନା କରିବା ସହ ଅଧିକ ପୋଷ୍ଟ ଓ ସ୍ଥାୟୀ ନିଯୁକ୍ତି ନିମନ୍ତେ ବିଶଦ ଆଲୋଚନା କରିଥିଲେ। ସୂଚନାଥାଉକି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏକ ବୈଠକରେ ନିଷ୍ପତ୍ତି ହୋଇଥିଲା ଯେ, ପ୍ରତ୍ୟେକ କ୍ଲଷ୍ଟରରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ହେବେ, ୨୦୨୫-୨୦୨୭ ଶିକ୍ଷାବର୍ଷ ମଧ୍ୟରେ ୪୧୬୦ ପୋଷ୍ଟ ନିଯୁକ୍ତି ଦିଆଯିବା। କିନ୍ତୁ ସୁପ୍ରିମକୋର୍ଟଙ୍କ ସାରଣୀ ଅନୁସାରେ ଓଡିଶାକୁ ପ୍ରାରମ୍ଭିକ ସ୍ତରରେ…

Read More

୭୯ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଆଜି ଅପରାହ୍ନ ୪ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ଅଧ୍ୟକ୍ଷତା କରି ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସକୁ ସରସ ସୁନ୍ଦର ଭାବେ ପାଳନ କରିବାକୁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାସ ଚନ୍ଦ୍ର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଲଗ୍ନଜିତ ରାଉତ ଯୋଗଦାନ କରିଥିଲେ। ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ପ୍ରାରମ୍ଭିକ ସ୍ୱାଗତ ଭାଷଣ ରଖିଥିଲେ । ପୂର୍ବବର୍ଷ ପ୍ରସ୍ତୁତି ବୈଠକ ଅନୁଯାୟୀ ଏବଂ ବୈଠକର ନିଷ୍ପତି ଅନୁଯାୟୀ ଅଗଷ୍ଟ ୧୫ଦିନ ଜିଲ୍ଲାସ୍ତରୀୟ ପତାକା ଉତୋଳନ ପୂର୍ବାହ୍ନ…

Read More

ରୋଟାରୀ କ୍ଲବ ପକ୍ଷରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): କର୍ମବୀର ଗୌରୀ ଶଙ୍କର ରାୟ ଓ ବିଚିତ୍ରାନନ୍ଦ ଦାସଙ୍କର ପ୍ରଚେଷ୍ଟାରେ ୧୮୬୬ ମସିଆ ଅଗଷ୍ଟ ୪ରେ ପ୍ରଥମ ଖବର କାଗଜ ଉତ୍କଳ ଦୀପିକା ପ୍ରକାଶ ପାଇଥିଲା। ଉତ୍କଳ ଦୀପିକାର ସଫଳତା ଓଡ଼ିଶାରେ ଖବର କାଗଜ ପ୍ରକାଶନର ଧାରା ସୃଷ୍ଟି କରିଥିଲା।ଯାହାକି ପରବର୍ତ୍ତୀ ସମୟରେ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ସହାୟକ ହୋଇଥିଲା। ସେହି ଦିବସଟିକୁ ଓଡ଼ିଆ ସାମ୍ବାଦିକତା ଦିବସ ଭାବରେ ସାରା ଓଡ଼ିଶାରେ ମହାଆଡ଼ମ୍ବରରେ ପାଳନ କରାଯାଉଛି। ନୟାଗଡ ରୋଟାରୀ କ୍ଲବ ଦ୍ୱାରା ଆୟୋଜିତ ଏହି ଓଡ଼ିଆ ସାମ୍ବାଦିକତା ଦିବସରେ ନୟାଗଡ଼ ଜିଲ୍ଲାର ସାମ୍ବାଦିକଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କ୍ଲବ ସଭାପତି ବସିରନ ବିବିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥିଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ମୁଖ୍ୟବକ୍ତା ନୟାଗଡ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ,…

Read More

ନୟାଗଡ଼ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ୨୦ତମ ପି.ଏମ. କିଷାନ୍ ଦିବସ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରୀୟ ୨୦ତମ ପ୍ରଧାନମନ୍ତ୍ରୀ କିଷାନ୍ ଯୋଜନାର ସିଧା ପ୍ରସାରଣ କାର୍ଯ୍ୟକ୍ରମ ନୟାଗଡ଼ ଜିଲ୍ଲା ପାଣିପୋଇଲା ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରଣାସୀ, ଉତ୍ତରପ୍ରଦେଶ ଠାରେ ଅନୁଷ୍ଠିତ ହୋଇଥିବା ସିଧା ପ୍ରସାରଣ ମାଧ୍ୟମରେ ଚାଷୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପଶୁପାଳନ ଏବଂ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ବିଭାଗ ଗୋକୁଳାନନ୍ଦ ମଲ୍ଲିକ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ କୃଷି ବିଜ୍ଞାନ କେନ୍ଦ୍ର, ନୟାଗଡ଼ ଓ କୃଷି ବିଭାଗ, ନୟାଗଡ଼ର ମିଳିତ ସହଯୋଗରେ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଜିଲ୍ଲାର ପ୍ରାୟ ୪୦୦ରୁ ଉର୍ଦ୍ଧ୍ୱ ଚାଷୀ ଭାଇ ଓ ଭଉଣୀମାନେ ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ…

Read More

ବିଦ୍ୟାଳୟରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

ଓଡଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ ବ୍ଲକ୍ ଆଞ୍ଚଳିକ ସାଧନକେନ୍ଦ୍ର ମଶାବାରୀ ଅନ୍ତର୍ଗତ ପନ୍ତିଖାରୀ ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ମଶାବାରୀରେ ପ୍ରଧାନ ଶିକ୍ଷକ ଭାବଗ୍ରାହୀ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ପ୍ରଣତି ମଞ୍ଜରୀ ଶର୍ମା, ହୋମିଓପ୍ୟାଥିକ ଡାକ୍ତର ଦେବୀ ପ୍ରସାଦ ପଣ୍ଡା ଓ ପ୍ରକୃତିବନ୍ଧୁ ଓ ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ରଞ୍ଜନ କୁମାର ଦାଶ ଉପସ୍ଥିତ ହୋଇ ପ୍ରଥମେ ଏକବୃକ୍ଷରେ ସମସ୍ତେ ଜଳଦାନ କରି ଠାକୁରଙ୍କ ନିକଟରେ ଧୂପ ଦୀପ ଅର୍ପଣ କରିଥିଲେ।ବିଦ୍ୟାଳୟର ଶିକ୍ଷାର୍ଥୀମାନେ ମୁଖସ୍ଥ ଶିବ ପଞ୍ଚାକ୍ଷର ମନ୍ତ୍ରଗାନ କରିଥିଲେ।ବରିଷ୍ଠ ଶିକ୍ଷୟିତ୍ରୀ ସୁରମା ଷଢଙ୍ଗୀ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ। ଡାକ୍ତର ଶର୍ମା ଶିକ୍ଷାର୍ଥୀଙ୍କୁ କଲେରା, ଡେଙ୍ଗୁ ଓ ମ୍ୟାଲେରିଆ ସମ୍ପର୍କରେ ବୁଝାଇବା…

Read More