ନୟାଗଡ଼, (ନୟାଗଡ଼ ଦର୍ପଣ): ବିଶ୍ୱବିଜୟୀ ସ୍ବାମୀ ବିବେକାନନ୍ଦଙ୍କ ୧୬୨ ତମ ଜୟନ୍ତୀ ଅବସରରେ ନୟାଗଡ଼ ପୂଜ୍ୟପୂଜା କମିଟି ଏବଂ ସିଭିଲ ସୋସାଇଟି ନୟାଗଡ଼ ତରଫରୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଅଛି। ୧୯୮୪ ମସିହା ଜାନୁୟାରୀ ୧୨ ତାରିଖରୁ ମହାନ୍ ଆଧ୍ୟାତ୍ମିକ ସନ୍ନ୍ୟାସୀ, ଦାର୍ଶନିକ, ବିଚାରକ, ସଂସ୍କାରକ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମଜୟନ୍ତୀକୁ ଜାତୀୟ ଯୁବ ଦିବସ ଭାବେ ମଧ୍ୟ ସମଗ୍ର ଭାରତ ବର୍ଷରେ ପାଳନ କରାଯାଉଅଛି। ବିବେକାନନ୍ଦ ଥିଲେ ଯୁବକମାନଙ୍କ ପାଇଁ ପ୍ରେରଣାର ସ୍ରୋତ। ରାଷ୍ଟ୍ର ଓ ସମାଜ ନିର୍ମାଣରେ ଯୁବକମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ବିଷୟରେ ତାଙ୍କର ଆହ୍ୱାନ ଯୁଗେ ଯୁଗେ ଯୁବ ସମାଜକୁ ପ୍ରେରିତ କରୁଥିବ ବୋଲି ଆଜି ଶ୍ରଦ୍ଧାଞ୍ଜଳି ସଭାରେ ବିଭନ୍ନ ବ୍ୟକ୍ତି ବିଶେଷ ମତବ୍ୟକ୍ତ କରିଥିଲେ। ଗୋଦାବରୀ ସାହୁଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ପୂଜ୍ୟପୂଜା ଅନୁଷ୍ଠାନର ଉପସଭାପତି ରାମକୃଷ୍ଣ ରଥ, ସଂପାଦକ ଶରତ…
Read MoreCategory: ଅନ୍ୟାନ୍ୟ
ସେବା ଉତ୍ସବ ପକ୍ଷରୁ ମିନି ମାରାଥନ ଓ ଯୁବ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଜାତୀୟ ଯୁବ ଦିବସ ଅବସରରେ ମିନି ମାରାଥନ ଓ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସକାଳୁ ସକାଳୁ ବିଭିନ୍ନ ଶିକ୍ଷାନୁଷ୍ଠାନର ଏକ ହଜାରରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଓ ଜିଲ୍ଲାର ଅଗ୍ରଣୀ ଯୁବ ସଂଗଠନର ଯୁବକ ଯୁବତୀ ମାନେ ନୟାଗଡ଼ ଦୁର୍ଗାପ୍ରସାଦ ଠାରୁ ବାହାରି ପ୍ରାୟ ୩ କିମି ମାରାଥନରେ ଅଂଶଗ୍ରହଣ କରି ନୟାଗଡ଼ ଜଗନ୍ନାଥ ମନ୍ଦିର ନିକଟରେ ପହଂଚିଥିଲେ। ସବୁଜ ପୃଥିବୀ ଯିବା ଆଗରୁ ଆମକୁ ସବୁଜିମାମୟ ପୃଥବି ଗଢ଼ିବା ବାର୍ତା ନେଇ ଏହି ମାରାଥନ ଅନୁଷ୍ଠିତ ହୋଇଥିଲା। ଏହି ମାରାଥନକୁ ସକାଳେ ସେଵା ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ନୟାଗଡ଼ ଜିଲ୍ଲାପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ, ବିଜେପି ନେତା ସନ୍ତୋଷ ପ୍ରଧାନ, ଭାପୁର ବ୍ଲକ…
Read Moreନୟାଗଡ଼ରେ ମାର୍ଚ୍ଚ ୧ରୁ ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟମେଳା
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ମାର୍ଚ୍ଚ ୧ରୁ ସପ୍ତାହବ୍ୟାପୀ ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟମେଳା ପଠାଣି ସାମନ୍ତ ଅଡିଟୋରିଅମ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମାର୍ଚ୍ଚ ୧ ରୁ ୭ ତାରିଖ ଯାଏଁ ନାଟକ ମହୋତ୍ସବ ଅନୁଷ୍ଠିତ ହେବ। ଚଳିତ ବର୍ଷ ଭୁବନେଶ୍ବର, ସମ୍ବଲପୁର, କଟକ ଏବଂ ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନମାନଙ୍କ ସହିତ ନାଟକ ମଞ୍ଚସ୍ଥ ନିମନ୍ତେ ଯୋଗାଯୋଗ କରାଯାଇଅଛି । ପ୍ରତ୍ୟହ ସନ୍ଧ୍ୟା ୭ ଘ. ୩୦ ମିନିଟ ସମୟରେ ଆରମ୍ଭ ହେବାକୁ ଥିବା ନାଟକ ଗୁଡିକ ଥିଏଟର ଶୈଳୀରେ ପ୍ରଦର୍ଶିତ ହୋଇ ସର୍ବାଧିକ ଦୁଇ ଘଣ୍ଟା ଅବଧି ମଧ୍ୟରେ ପରିସମାପ୍ତ ହେବ । ନାଟକ ସମୂହ ସାଂପ୍ରତିକ ସମାଜ ଭିତ୍ତିକ ହୋଇ ଦର୍ଶକୀୟ ଆଦୃତି ଲାଭ କରିବ ବୋଲି…
Read Moreଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ବିଂଶତମ ବାର୍ଷିକ ଉତ୍ସବ ଉପଲକ୍ଷେ ରକ୍ତଦାନ ଶିବିର ଓ ସାଂସ୍କୃତିକ କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ବିଂଶତମ ବାର୍ଷିକ ଉତ୍ସବ ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସକାଳ ୧୦ଟା ସମୟରେ ଆୟୋଜିତ ରକ୍ତଦାନ ଶିବିରକୁ ବ୍ଳକ ଚେୟାରମ୍ୟାନ କିଶୋର ଚନ୍ଦ୍ର ସାହୁ ଓ ପ୍ରାକ୍ତନ ଉପବନ ସଂରକ୍ଷକ ସୁରେଶ ଚନ୍ଦ୍ର ହୋତା ଉଦଘାଟନ କରିଥିଲେ।ରକ୍ତଦାନ ଶିବିରରେ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା। ଅପରାହ୍ନ ୦୧ଟା ସମୟରେ ବିଦ୍ଯାଳୟର ଉପଦେଷ୍ଟା ହରିହର ପାତ୍ରଙ୍କ ଅଧ୍ଯକ୍ଷତାରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।ଏହି ଉତ୍ସବରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ମୂଲ୍ଯବୋଧ ଭିତ୍ତିକ ଶିକ୍ଷା ଉପରେ ବକ୍ତବ୍ଯ ଦେଇ ଅଭିଭାବକ ମାନେ ଏକ ସୁସ୍ଥ ସମାଜ ଗଠନ କରିବା ପାଇଁ…
Read Moreନୟାଗଡ଼ ଶରଣକୁଳରୁ ତିନି ଜଣଙ୍କୁ ଗିରଫ, ରସୁଲଗଡ଼ ହତ୍ୟାକାଣ୍ଡ ଘଟଣା
ନୟାଗଡ଼, (ନୟାଗଡ଼ ଦର୍ପଣ): ରସୁଲଗଡ଼ ହତ୍ୟାକାଣ୍ଡ ଘଟଣା, ଏହା ପଛରେ କିଏ ଅଛି କହିଲେ DCP। ଆଜି ସକାଳେ ରସୁଲଗଡ଼ରେ ଛାତିଥରା ହତ୍ୟାକାଣ୍ଡ ଘଟିଯାଇଛି। ବିଚ୍ ରାସ୍ତାରେ ଯୁବକଙ୍କୁ କରାଯାଇଥିଲା ବିଭତ୍ସ ହତ୍ୟା । ରସୁଲଗଡ଼ ପ୍ଲାଏଓଭରେ ମୁଣ୍ଡବିହୀନ ମୃତଦେହ ଦେଖିବାକୁ ମିଳିଥିଲା । ମୃତଦେହ ନିକଟରେ ଏକ ନାରଙ୍ଗି ରଙ୍ଗର ସ୍କୁଟି ଏବଂ ହେଲମେଟ୍ ପଡ଼ିଥିଲା। ପ୍ରାଣହରାଇଥିବା ଯୁବକଜଣକ ହେଲେ ଭୁବନେଶ୍ୱର ମ୍ୟୁନିସିପାଲଟି ସଫେଇ କର୍ମଚାରୀ ସଂଘର ସଭାପତି ସହଦେବ ନାୟକ । ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ । ନୟାଗଡ଼ ଶରଣକୁଳରୁ ତିନି ଜଣଙ୍କୁ ଗିରଫ କରାଯାଇଥିବା ଜଣାଇଛାନ୍ତି DCP । ଗିରଫ ତିନି ଜଣଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାପଡ଼ିଛି।
Read Moreଜିଲ୍ଲା ଏଡିଇଓ ସଂଘ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହର ନିକଟସ୍ଥ ମୁଥାଗାଡିଆ କଲ୍ୟାଣମଣ୍ଡପଠାରେ ନୟାଗଡ଼ ଜିଲ୍ଲା ଏଡିଇଓ ସଂଘ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ବାଦଲ କୁମାର ଷଡ଼ଙ୍ଗୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ବୈଠକରେ ସଂଘର ପରିଚାଳନା ପାଇଁ ନୂତନ କମିଟି ଗଠନ କରାଯାଇଛି। ନୂତନ କମିଟି ସଭାପତି ଭାବେ ଓଡ଼ଗାଁ ବ୍ଲକର ଜିତେନ୍ଦ୍ର କୁମାର ପୃଷ୍ଟି ଓ ସମ୍ପାଦକଭାବେ ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କୁ ସର୍ବ ସମ୍ମତି କ୍ରମେ ଚୟନ କରାଯାଇଛି। ସଂଘର ସୁପରିଚାଳନା ପାଇଁ ଉପଦେଷ୍ଟା ଭାବେ ବାଦଲ କୁମାର ଷଡଙ୍ଗୀ, ସରୋଜ କାନ୍ତ ରଥ, ରବୀନ୍ଦ୍ର କୁମାର ସ୍ବାଇଁ, ଅବିନାଶ ନାୟକ, ରଶ୍ମିତା ପଣ୍ଡା, ରଶ୍ମୀରେଖା ସାହୁ, ବବିତା ବସନ୍ତରା ଓ କୋଷାଧ୍ୟକ୍ଷ ଭାବେ ରଣପୁର ବ୍ଲକର ନିରଞ୍ଜନ ମିଶ୍ରଙ୍କୁ ମନୋନୀତ କରାଯାଇଛି। ଆଗାମୀ ଦିନରେ ସଂଘର ସମସ୍ତ କାର୍ଯ୍ୟକ୍ରମକୁ ସମସ୍ତ ସଭ୍ୟଙ୍କ ମତାମତକୁ ଗ୍ରହଣ କରି ଶୃଙ୍ଖଳିତ ଭାବରେ…
Read Moreଭକ୍ତି ସଙ୍ଗୀତ ସେମି ଫାଇନାଲ, ଫାଇନାଲକୁ ଗଲେ ୧୩ଜଣ ପ୍ରତିଯୋଗୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ସଙ୍ଗୀତଧାରା ନୟାଗଡ଼ ପକ୍ଷରୁ ଆୟୋଜିତ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଆଜି ଅନୁଷ୍ଠିତ ସେମି ଫାଇନାଲରେ ୧୩ ଜଣ ପ୍ରତିଯୋଗୀ ଫାଇନାଲ ପର୍ଯ୍ୟାୟକୁ ଉନ୍ନୀତ ହୋଇଛନ୍ତି । ସେମି ଫାଇନାଲ ପ୍ରତିଯୋଗିତାରେ ଜିଲ୍ଲାର ମୋଟ ୮ଟି ବ୍ଲକରେ ଅନୁଷ୍ଠିତ ହୋଇଥିବା ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗିତାରୁ ୫୭ ଜଣ ପ୍ରତିଯୋଗୀ ମନୋନୀତ ହୋଇ ସେମି ଫାଇନାଲରେ ଭାଗ ନେଇଥିଲେ । ନୟାଗଡ଼ ପୁରୁଣା ସହରସ୍ଥିତ ବୁଦ୍ଧ ମଣ୍ଡପରେ ଆୟୋଜିତ ସେମି ଫାଇନାଲରେ ବିଚାରକ ଭାବେ ସୂରଗନ୍ଧର୍ବ ନବକିଶୋର ମିଶ୍ର,ଗୀତିକାର, ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଗୋଦାବରୀଶ ପାତ୍ର ଏବଂ ଏବଂ ବେତାର କଣ୍ଠଶିଳ୍ପୀ ରବିନ୍ଦ୍ର ତ୍ରିପାଠୀ ପ୍ରମୁଖ ଯୋଗଦାନ କରି ଶ୍ରେଷ୍ଠ ୧୩ ଜଣ ପ୍ରତିଯୋଗୀଙ୍କୁ ଫାଇନାଲ ପାଇଁ ବାଛିଥିଲେ । ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଥିବା ଏହି ପ୍ରତିଯୋଗୀ ମାନେ ହେଲେ ଓମ ପ୍ରକାଶ ମହାରଣା, ବିଷ୍ନୁପ୍ରିୟା…
Read Moreନୟାଗଡ଼ ଜଙ୍ଗଲରେ ପୁଣି ଥରେ ମାଆ ହେଲା କଳା ବାଘ
ନୟାଗଡ଼, (ନୟାଗଡ଼ ଦର୍ପଣ): ଦ୍ୱିତୀୟ ଥର ପାଇଁ ମା’ ହେଲା କଳା କଲରା ପତରିଆ ବାଘ । ଏଭଳି ସୂଚନା ଦେଇଛନ୍ତି ନୟାଗଡ ବନାଞ୍ଚଳ ଅଧିକାରିଣୀ କ୍ଷମା ଷଡ଼ଙ୍ଗୀ । ନୟାଗଡ ବନାଞ୍ଚଳ ଓ ମହାନଦୀ ୱାଇଲଡ଼ ଲାଇଫ ବନାଞ୍ଚଳ ଅଧୀନରେ ୪ ଗୋଟି କଳା କାଳରପତରିଆ ବାଘ ରହିଥିଲେ। ଗତ ବର୍ଷ ୨ ଟି ଛୁଆ ଜନ୍ମ କରିଥିଲେ। ଚଳିତ ବର୍ଷ କିଛି ଛୁଆ ଜନ୍ମ ଦେଇଥିବା ନଜର ଆସିଛି। ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଭିଡିଓ ସେୟାର କରିଛନ୍ତି ପିସିସିଏଫ ପ୍ରେମ୍ କୁମର ଝା। ବାଘଟି ଛୁଆକୁ ପାଟିରେ ନେଇକି ଯାଉଥିବା ସିସି କ୍ୟାମେରାରେ କଏଦ ହୋଇଛି । କିନ୍ତୁ କେତୋଟି ଛୁଆ ଜନ୍ମ ହୋଇଛନ୍ତି ବନ ବିଭାଗ ପାଖରେ ଖବର ନାହିଁ । ବାଘ ଚଳ ପ୍ରଚଳ କ୍ୟାମେରାରେ କଏଦ ହେଲେ…
Read Moreଜିଲ୍ଲାପାଳଙ୍କ ନିଆରା ଚିନ୍ତାଧାରା ଏବଂ ଅଭିନଵ ପଦକ୍ଷେପ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ନିଆରା ଚିନ୍ତାଧାରା ଯୋଗୁଁ ସମଗ୍ର ଜିଲ୍ଲାରେ ପ୍ରଶଂସାର ପାତ୍ର ସାଜିଛନ୍ତି। ନୂଆବର୍ଷ ଉପଲକ୍ଷେ ବିଭିନ୍ନ ପଦାଧିକାରୀ, ରାଜନେତା, ସାମାଜିକ ସଂଗଠନ ତଥା ଜନସାଧାରଣଙ୍କ ପକ୍ଷରୁ ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ଅଧିକାରୀ ମାନଙ୍କୁ ଫୁଲତୋଡ଼ା,ଡ଼ାଇରୀ, କ୍ୟାଲେଣ୍ଡର ଆଦି ଉପହାର ସ୍ୱରୂପ ପ୍ରଦାନ କରାଯାଇଥାଏ। ମାତ୍ର ଏଭଳି ଉପହାର କୌଣସି କାମରେ ଆସି ନଥାଏ ବରଂ ଏହା ଦ୍ୱାରା ଲକ୍ଷ ଲକ୍ଷ ଟଙ୍କା ଅଯଥାରେ ପାଣିରେ ପଡ଼ିଥାଏ। ତେବେ ଚଳିତ ବର୍ଷ ଜିଲ୍ଲାରେ ନୂତନ ଭାବେ ଯୋଗଦାନ କରିଥିବା ଯୁବ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ବହୁ ବର୍ଷରୁ ଚାଲି ଆସିଥିବା ଏହି ପରମ୍ପରାକୁ ଭାଙ୍ଗ କରିଛନ୍ତି। ସେ ଏକ ସ୍ୱତନ୍ତ୍ର ଚିଠି ଜରିଆରେ ଜିଲ୍ଲାର ସମସ୍ତ ପଦାଧିକାରୀ ତଥା ସର୍ବସାଧାରଣଙ୍କୁ ନୂଆବର୍ଷ ଉପଲକ୍ଷେ କୌଣସି ଡ଼ାଇରୀ, କ୍ୟାଲେଣ୍ଡର ଏବଂ…
Read Moreଚିନ୍ମୟ ମିଶନ ପକ୍ଷରୁ ୧୧ରେ ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶ୍ରୀମଦଭାଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ୧୧ ତାରିଖରେ ପିଟିଏସ ରୋଡ଼ରେ ଅବସ୍ଥିତ ଭାରତ ବିକାଶ ପରିଷଦ ଭବନରେ ଅନୁଷ୍ଠିତ ହେବ। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ଚିନ୍ମୟ ମିଶନ, ନୟାଗଡ଼ ଶାଖା ସଭାପତି ସୁରେନ୍ଦ୍ରନାଥ ମହାପାତ୍ରଙ୍କ ପୌରୋହିତ୍ୟରେ ଭାରତ ବିକାଶ ପରିଷଦ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମିଶନ ସଂଯୋଜିକା ଶ୍ରାବଣୀ ମିଶ୍ର, ଅର୍ଥ ସଚିବ ପ୍ରଦୀପ କୁମାର ସାହୁଙ୍କ ସମେତ ସଦସ୍ୟ ଉଦୟନାଥ ନାୟକ, ଅରୁଣ କୁମାର ମହାନ୍ତି,ପ୍ରସନ୍ନ କୁମାର ବସନ୍ତିଆ, ପ୍ରଫୁଲ…
Read More