ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶରଣକୁଳ ସ୍ଥିତ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମଗ୍ର ଶିକ୍ଷା ଯୋଜନା ଅଧୀନରେ ଚାଲୁଥିବା ଧନ୍ଦାମୂଳକ ଶିକ୍ଷା ଛାତ୍ରୀଛାତ୍ରଙ୍କ ଦ୍ବାରା ଶିଳ୍ପାନୁଷ୍ଠାନ ପରିଭ୍ରମଣ ଶିକ୍ଷା ଅନୁଷ୍ଠିତ ହୋଇଛି। ଏହି ପରିଭ୍ରମଣରେ ନାରାୟଣ ଉଚ୍ଚ ବିଦ୍ୟାଳୟ(ହବ୍ ସ୍କୁଲ)ର ନବମ ଓ ଦଶମ ଶ୍ରେଣୀର ୬୦ ଶିକ୍ଷାର୍ଥୀ ଏବଂ(ସ୍ପୋକ ସ୍କୁଲ)ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣକୁଳର ୧୮ଜଣ ଶିକ୍ଷାର୍ଥୀ ସାମିଲ ହୋଇଛନ୍ତି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରଶ୍ମିରଞ୍ଜନ ମିଶ୍ରଙ୍କ ତତ୍ୱାବଧାନରେ ଦୁଇଟି ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ମାଛିପଡ଼ା ସ୍ଥିତ ଭୂଇଁଆଣି ଟେକ୍ସଟାଇଲକୁ ପରିଭ୍ରମଣ କରିଥିଲେ। ମ୍ୟାନେଜର ରାକେଶ କୁମାର ସାହୁ ଏବଂ ନାରାୟଣ ଉଚ୍ଚ ବିଦ୍ୟାଳୟର ପରିଧାନ ବିଭାଗର ପ୍ରଶିକ୍ଷିକା ରୋଜାଲିନ ମିଶ୍ରଙ୍କ ସହାୟତା ହସ୍ତତନ୍ତରେ କପଡାର ବୁଣେଇ କିପରି…
Read MoreCategory: ଅନ୍ୟାନ୍ୟ
ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପଦର୍ଶନୀ ବଜେନ୍ଦ୍ର ଉଚ୍ଚ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ପ୍ରମୁଖ ଯୋଗଦାନ କରିଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ସଭାରେ ଓଡଗାଁ ବ୍ଲକ ଶିକ୍ଷାଧିକାରୀ ଗୀତାଞ୍ଜଳି ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ବରିଷ୍ଠ ଶିକ୍ଷକ ବଟକିଶୋର ମହାପାତ୍ର ଅତିଥି ପରିଚୟ ପ୍ରଦାନ ଏବଂ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ କୁମାର ସାହୁ ବିବରଣୀ ପାଠ…
Read Moreନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲା
ନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୩୯,୪୦,୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୧୪୬ ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ. ଆଇ. ଆକ୍ଟ କେସ ୧୭ଟି ଫଇସଲା କରାଯାଇ ୧୫,୧୨,୪୦୫ ଟଙ୍କା ଆଦାୟ କରଯାଇଥିଲା ଏବଂ ବିବାହ ଜନିତ ୧୬ଟି ମାମଲା ଫଇସଲା କରାଯାଇଥିଲା । ଅନ୍ଯାନ୍ଯ ଫୌଜଦାରୀ ୨୪୫ଟି ମାମଲା ଫଇସଲା କରଯାଇଥିଲା।…
Read Moreଅନ୍ତର୍ଜାତୀୟ ରାଜନୀତି ଶାସ୍ତ୍ର ଉପରେ ଆଲୋଚନା ଚକ୍ର
ନୟାଗଡ଼,(ନୟାଗଡ଼ ଦର୍ପଣ): ଲାଠିପଡ଼ା ସ୍ଥିତ ମଡେଲ ଡିଗ୍ରୀ କଲେଜ ରାଜନୀତି ବିଜ୍ଞାନ ବିଭାଗ ଆନୁକୂଲ୍ୟରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଅଛି। କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀ ପୌରାହିତ୍ୟ କରି ଛାତ୍ରଛାତ୍ରୀ ମାନଙ୍କୁ ରାଜନୀତି ବିଜ୍ଞାନ ରେ ନିଜର ଭବିଷ୍ୟତ ଗଢିବାକୁ ପରାମର୍ଶ ଦେଇଥିଲେ। ଦିଲ୍ଲୀ ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ପ୍ରଫେସର ଡକ୍ଟର ସୁଧୀର କୁମାର ପରିଡା ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ। ସେ ‘ବ୍ରିକ୍ସ ପ୍ଲସ ଏଵଂ ଗ୍ଲୋବାଲ ସାଉଥ ର ଅନ୍ତର୍ଜାତୀୟ ଶୃଙ୍ଖଳା ଗଠନରେ ଭୂମିକା ‘ ଉପରେ ନିଜର ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଭାଗୀୟ ମୁଖ୍ୟ ଡକ୍ଟର ଜୟରାମ ସିଂ ସାମଲ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ବିଭାଗୀୟ ଅଧ୍ୟାପକ ମନୋରଞ୍ଜନ ରାଉତ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ପୁଷ୍ପଲତା ବାରିକ ଧନ୍ୟବାଦ ଅର୍ପଣ କରିଥିଲେ। ଆଲୋଚନା…
Read Moreପ୍ରଧାନମନ୍ତ୍ରୀ ଅନୁସୂଚୀତ ଜାତି ଅଭ୍ୟୁଦୟ ଯୋଜନାର ଉନ୍ନୟନ କାର୍ଯ୍ୟ କମିଟି ଦ୍ୱାରା ଅନୁମୋଦନ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାକକ୍ଷରେ ପ୍ରଧାନମନ୍ତ୍ରୀ ଅନୁସୂଚୀତ ଜାତି ଅଭ୍ୟୁଦୟ ଯୋଜନାରେ ନୟାଗଡ଼ ଜିଲ୍ଲାର ନୂଆଗାଁ ବ୍ଲକ ଅନ୍ତର୍ଗତ କୋରଡ଼ା ପଞ୍ଚାୟତର ମହିତମା ଗ୍ରାମ ଏବଂ ସିଙ୍ଗାରପଲ୍ଲୀ ପଞ୍ଚାୟତର ସିଙ୍ଗାରପଲ୍ଲୀ ଗ୍ରାମ, ନୟାଗଡ଼ ବ୍ଲକର ଲକ୍ଷ୍ମିପ୍ରସାଦ ପଞ୍ଚାୟତର ଯଦୁପୁର ଗ୍ରାମ ଏବଂ ମୁଥାଗାଡ଼ିଆ ପଞ୍ଚାୟତର ମୁଥାଗାଡ଼ିଆ ଗ୍ରାମ, ଭାପୁର ବ୍ଲକର ଫତେଗଡ଼ ପଞ୍ଚାୟତ ଅନ୍ତର୍ଗତ ମଣିପୁର ଗ୍ରାମ ଏବଂ ପଦ୍ମାବତୀ ପଞ୍ଚାୟତର ହାତୁଆରି ଗ୍ରାମ, ଖଣ୍ଡପଡ଼ା ବ୍ଲକର ବନମାଳିପୁର ପଞ୍ଚାୟତର ବାହାଡ଼ା ଗ୍ରାମ ଇତ୍ୟାଦି ୭ଗୋଟି ଗ୍ରାମର ଅନୁସୂଚୀତ ଜାତିର ଲୋକମାନଙ୍କ ସଂଖ୍ୟା ୫୦%ରୁ ଅଧିକ ଏବଂ କେନ୍ଦ୍ର ସରକାରଙ୍କ ଦ୍ୱାରା ସ୍ଥିରିକୃତ ୩୬ଗୋଟି ମାନଦଣ୍ଡରେ ଯୋଗ୍ୟ ବିବେଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି । ସେହି ଗ୍ରାମଗୁଡ଼ିକର ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ଆସିଥିବା ଯୋଜନାଗୁଡ଼ିକ ଜିଲ୍ଲାସ୍ତରୀୟ…
Read Moreନୟାଗଡ଼ରେ ଧାନ କୁଇଣ୍ଟାଲ ପ୍ରତି ଏମ.ଏସ.ପି. ସହିତ ୮୦୦ଟଙ୍କାର ଇନପୁଟ୍ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମର ସମୀକ୍ଷା ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ଆସନ୍ତା କାଲି ଅର୍ଥାତ ୮ତାରିଖ ଦିନ ନୟାଗଡ଼ ଷ୍ଟାଡିୟମ ଠାରେ ଚାଷୀମାନଙ୍କୁ ଧାନ କୁଇଣ୍ଟାଲ ପ୍ରତି ଏମ.ଏସ.ପି. ସହିତ ୮୦୦ଟଙ୍କାର ଇନପୁଟ୍ ସହାୟତା ରାଶି ବଣ୍ଟନ ସମ୍ପର୍କରେ ଗତ ୪ତାରିଖରେ ହୋଇଥିବା ପ୍ରସ୍ତୁତି ବୈଠକର ଅଗ୍ରଗତି ଉପରେ ଏକ ସମୀକ୍ଷା ବୈଠକ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ମିନି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟସ୍ତରରେ ୮ଡିସେମ୍ବରରେ ଶୁଭ ଉଦ୍ଘାଟନର ସିଧା ପ୍ରସାରଣ ଉପସ୍ଥିତ ଚାଷୀମାନଙ୍କ ଉଦ୍ଦେଶ୍ୟରେ କରାଯିବ । ଏହି କାର୍ଯ୍ୟକ୍ରମକୁ ସୂଚାରୁରୂପେ ପ୍ରତିପାଦନ କରିବା ପାଇଁ ବିଭିନ୍ନ ବିଭାଗକୁ ଦାୟିତ୍ୱ ବଣ୍ଟନ କରାଯାଇଥିଲା । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ), ଅତିରିକ୍ତ ଜିଲ୍ଲାପାଳ(ସାଧାରଣ), ଉପଜିଲ୍ଲାପାଳ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ, କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ, ଡିପିସି…
Read Moreରଣପୁର ଜଗନ୍ନାଥ ସେନାର ଭିନ୍ନ ପ୍ରୟାସ,
ବେଦପାଠ ସହ ଦେବ ଦୀପାବଳୀରେ ଦ୍ଵୀପ ଦାନ
ରଣପୁର,(ନୟାଗଡ଼ ଦର୍ପଣ):ପବିତ୍ର ମାର୍ଗଶିର ମାସ ଶୁକ୍ଲପକ୍ଷ ଚତୁର୍ଦ୍ଦଶୀ ଠାରୁ ଦୀର୍ଘ ୩ ଦିନ ଧରି ଶ୍ରୀଜଗନ୍ନାଥ ସେନା ତରଫରୁ ଆୟୋଜନ କରାଯାଇଥିବା ଦେବ ଦୀପାବଳିର ଅନ୍ତିମ ଦିବସ ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ନନ୍ଦ-ଯଶୋଦା, ଦେବକୀ, ବସୁଦେବ,ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚାଙ୍କୁ ଶ୍ରାଦ୍ଧ ଦେବା ବିଧିରେ ରଣପୁର ଶ୍ରୀଜଗନ୍ନାଥ ମନ୍ଦିର ସିଂହଦ୍ୱାର ଆଗରେ ଶ୍ରୀଜଗନ୍ନାଥ ସେନା ତରଫରୁ ଦ୍ବୀପ ଦାନ କରାଯାଇଥିଲା। ରଣପୁର ଜଗନ୍ନାଥ ସେନା ଆବାହକ ଶ୍ରୀ ବିରଜା ମିଶ୍ରଙ୍କ ତତ୍ତ୍ୱାବଧାନରେ ଦୀର୍ଘ ତିନିଦିନ ଦ୍ବୀପ ଦାନ କରାଯାଇଥିଲା। ଅନେକ ଭକ୍ତ, ଶ୍ରଦ୍ଧାଳୁ ପୂଜା ପଣ୍ଡା, ସେବାୟତ ଓ ଜଗନ୍ନାଥ ସେନାର କର୍ଯ୍ୟକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିଲେ। ପୂଜା ପଣ୍ଡା ପ୍ରଦୀପ ପ୍ରଜ୍ବଳନ କରିବା ସହ କୃଷ୍ଣ ଦ୍ବିପୟନ ବେଦ ପାଠଶାଳାର ଛାତ୍ରମାନେ ବେଦ ଉଚ୍ଚାରଣ କରିଥିଲେ। ପରେ ପରେ ଗୀତ ଗୋବିନ୍ଦ ଗାନ କରାଯାଇ ଦାନ…
Read More୮ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟସ୍ତରୀୟ ଧାନ ସଂଗ୍ରହ ଶୁଭ ଉଦ୍ଘାଟନର ସିଧା ପ୍ରସାରଣ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ମିନି କନଫରେନସ୍ ହଲରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ତା. ୦୮.୧୨.୨୦୨୪ରିଖରେ ନୟାଗଡ଼ ଷ୍ଟାଡିୟମ ଠାରେ ରାଜ୍ୟସ୍ତରୀୟ ଧାନ ସଂଗ୍ରହ ଶୁଭ ଉଦ୍ଘାଟନର ସିଧା ପ୍ରସାରଣ ତଥା ଜିଲ୍ଲାସ୍ତରରେ ଏହାର କାର୍ଯ୍ୟକାରୀ ଓ ପାଳନ ସମ୍ବନ୍ଧରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭିନ୍ନ ବ୍ଲକରୁ ପ୍ରାୟ ୧୦୦୦କୃଷକମାନଙ୍କୁ ଆଣି ଏଥିରେ ସାମିଲ କରିବା ପାଇଁ ପ୍ରସ୍ତୁତି ବୈଠକରେ ସ୍ଥିର କରାଯାଇଛି। କୃଷି ସମ୍ବନ୍ଧୀୟ ବିଭିନ୍ନ ଷ୍ଟଲ ଦ୍ୱାରା କୃଷକମାନଙ୍କୁ ସଚେତନତା କରାଯିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଛି । କୃଷି ବିଭାଗ, କୃଷି ବିଜ୍ଞାନ କେନ୍ଦ୍ର, ପାଣିପୋଇଲା, ଉଦ୍ୟାନକୃଷି ବିଭାଗ, ଜଳ ବିଭାଜୀକା, ଯୋଗାଣ ବିଭାଗ, ପ୍ରାଣୀ ସମ୍ପଦ ବିଭାଗ, RMC, ARCS ପ୍ରଭୃତି ବିଭାଗରୁ ପ୍ରଦର୍ଶନୀ ଷ୍ଟଲ ଖୋଲିବା ପାଇଁ ସ୍ଥିର…
Read Moreନୟାଗଡ଼ ଗସ୍ତରେ ୨୪ ଜିଲ୍ଲାର ଜିଲ୍ଲା ପରିଷଦ ଅଧ୍ୟକ୍ଷ
ରାଜ୍ୟ ଜିଲ୍ଲା ପରିଷଦ ସଂଘ ପକ୍ଷରୁ ଆଲୋଚନା ଚକ୍ର ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ଜିଲ୍ଲା ପରିଷଦ ସଂଘ ପକ୍ଷରୁ ଆଜି ନୟାଗଡ଼ ଜିଲ୍ଲା ପରିଷଦ ସୃଜନ ସଭାଗୃହରେ ବୈଠକ ଅନୁଷ୍ଠିତ ହେବା ସହ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଛି । ରାଜ୍ୟ ସଂଘ ସଭାପତି ତଥା ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ବୈଠକରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଅତିଥି ଭାବେ ଯୋଗ ଦେଇଥିଲେ। ଜିଲ୍ଲା ପରିଷଦ ଆକ୍ଟ ଆଣ୍ଡ ରୁଲ୍କୁ ନେଇ ବିସ୍ତୁତ ଆଲୋଚନା ହୋଇଥିଲା । ଡ. ସାହୁ ପଞ୍ଚାୟତ ରାଜ ବ୍ୟବସ୍ଥାରେ ରହିଥିବା ଜିଲ୍ଲା ପରିଷଦ ଆକ୍ଟ ଆଣ୍ଡ ରୁଲ ସମ୍ପର୍କରେ ବ୍ୟାପକ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ସଂଘ ସମ୍ପାଦକ ତଥା ଦେବଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ…
Read Moreନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର ବନ୍ଧୁମିଳନ କାର୍ଯ୍ୟକ୍ରମ, ପ୍ରମୋଦ ପୁନର୍ବାର ସଭାପତି
ଜିଲ୍ଲାସଂଘ ସମଗ୍ର ରାଜ୍ୟକୁ ଆଲୋକ ଦେଖାଇବ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ମହର୍ଷି ବିଦ୍ୟାଳୟ ରୋଡ଼ସ୍ଥିତ ରାଜଶ୍ରୀ ମଣ୍ଡପ ଠାରେ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ସାମ୍ବାଦିକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଜଗନ୍ନାଥ ଭଜନ ଗାନ କରି ଥିଲେ। ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ସାମ୍ବାଦିକ ଜୟେନ୍ଦ୍ର ବେହେରା କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ସାମ୍ବାଦିକ ପ୍ରଦୀପ୍ତ ରଥ ସ୍ୱାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ। ପରେ ଦିବଂଗତ ସାମ୍ବାଦିକ ମାନଙ୍କ ଉଦ୍ଦେଶ୍ୟରେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ଆସନ୍ତା ବର୍ଷ ସଂଘ ୨୫ ବର୍ଷ ପୂରଣ କରୁଥିବାରୁ ଜିଲ୍ଲା ସଂଘ ରୌପ୍ୟ ଜୟନ୍ତୀ ପାଳନ କରିବା ପାଇଁ ନିଷ୍ପତ୍ତି…
Read More