ଷଷ୍ଠ ରାଜ୍ୟସ୍ତରୀୟ ସାରସ୍ଵତ ସମାରୋହ ଓ ସମ୍ବର୍ଦ୍ଧନା ଉତ୍ସବ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ସମ୍ବର୍ଦ୍ଧନା ପରିବାରର ପ୍ରତିଷ୍ଠାତା ସଦସ୍ୟ ଦିନବନ୍ଧୁ ମହାପାତ୍ର, ଗୋଦାବରୀ ବସନ୍ତିଆ ଓ ରାଜେଶ କୁମାର ଷଡଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ୩୦ ତାରିଖ ରବିବାର ଦିନ ଶରଣକୁଳ କୁସୁମୀ ନଦୀ ପାର୍ଶ୍ଵରେ ଅବସ୍ଥିତ ହରିହରପୁର ଗ୍ରୀନ କ୍ଳବ୍ ପରିସରରେ “ସମ୍ବର୍ଦ୍ଧନା “ପରିବାର ଦ୍ବାରା ଆୟୋଜିତ ରାଜ୍ୟସ୍ତରୀୟ ସାରସ୍ଵତ ସମାରୋହ ଓ ସମ୍ବର୍ଦ୍ଧନା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା ପରିବାରର ସଭାପତି କବି କୁସୁମ ନିରାକାର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବର୍ଣ୍ଣାଢ଼୍ୟ ପରିବେଶରେ ମୁଖ୍ୟ ଅତିଥି ଭାବରେ ଡକ୍ଟର ଶାନ୍ତନୁ କୁମାର ରଥ, ପ୍ରାକ୍ତନ ନିର୍ଦ୍ଦେଶକ ଆକାଶବାଣୀ କଟକ ଓ ଦୂରଦର୍ଶନ କେନ୍ଦ୍ର, ଭୁବନେଶ୍ୱର, ଏବଂ ସମ୍ମାନିତ ଅତିଥି ଭାବରେ ଡକ୍ଟର ଯଦୁନାଥ ପ୍ରଧାନ, ପ୍ରାକ୍ତନ ଅଧ୍ୟକ୍ଷ ସରକାରୀ ସ୍ବୟଂ ଶାସିତ ମହାବିଦ୍ୟାଳୟ, ଭବାନୀପାଟଣା, ମୁଖ୍ୟ ଉପଦେଷ୍ଟା ଭାବରେ ଡକ୍ଟର ବେଣୁଧର…

Read More

ନୟାଗଡ଼ ଜିଲ୍ଲା ମହୋତ୍ସବର ସ୍ମରଣିକା କମିଟି ପ୍ରସ୍ତୁତି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମହୋତ୍ସବର ସ୍ମରଣିକା କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅବସରପ୍ରାପ୍ତ ଅଧ୍ୟକ୍ଷ ଅଶୋକ କୁମାର ନାୟକ, ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ଅଧ୍ୟାପକ ଡ. ବାନାମ୍ବର ପୃଷ୍ଟି, ଶିକ୍ଷକ ଶରତ ଚନ୍ଦ୍ର ଆଚାର୍ଯ୍ୟ, ଅଧିବକ୍ତା ଚନ୍ଦ୍ରବିଜୟୀ ମିଶ୍ର, ପରମ୍ପରା ସଂପାଦକ ନିର୍ମଳ ଚନ୍ଦ୍ର ଶୂରଦେଓ, ଜିଲ୍ଲାସୂଚନା ଓ ଲୋକ ସଂପର୍କ ଅଧିକାରୀ ଜ୍ୟୋସ୍ଵାମୟୀ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ । ଆଗାମୀ ନୟାଗଡ଼ ଜିଲ୍ଲା ମହୋତ୍ସବ-୨୦୨୫ ପାଳନ ଅବସରରେ ମହୋତ୍ସବର ମୁଖପତ୍ର ‘ଆରଣ୍ୟକ’ ପ୍ରକାଶ ହେବାକୁ ଯାଉଥିବାରୁ ଇଚ୍ଛୁକ ବ୍ୟକ୍ତିଙ୍କ ଠାରୁ ଲେଖା ଆମନ୍ତ୍ରଣ କରାଯାଉଛି । ନୟାଗଡ଼ ଜିଲ୍ଲା ସମ୍ବନ୍ଧୀୟ କଳା,ସଂସ୍କୃତି, ପର୍ଯ୍ୟଟନ, ପ୍ରସିଦ୍ଧ ଚରିତ୍ର, ଐତିହ୍ୟ, ଜନଜୀବନ ଉପରେ ଓଡ଼ିଆ ଭାଷାରେ ୧୦୦୦(ଏକ ହଜାର)ଶବ୍ଦ ବିଶିଷ୍ଟ ଗଦ୍ୟ ଭିତ୍ତିକ…

Read More

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଖୋଲିଲା କ୍ୟାନସର୍ ପରାମର୍ଶ କକ୍ଷ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି କ୍ୟାନସର୍ ପରାମର୍ଶ କକ୍ଷ ଉଦଘାଟିତ ହୋଇଯାଇଛି । ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି । ସ୍ପର୍ଶ ହସ୍ପିଟାଲ ଏବଂ ସ୍ୱାସ୍ଥ୍ୟ ବିଭାଗ ମିଳିତ ଆନୁକୁଲ୍ୟରେ ଏହି ପରାମର୍ଶ କକ୍ଷ ଖୋଲାଯାଇଥିବା ଜଣାପଡ଼ିଛି। ସପ୍ତାହର ପ୍ରତ୍ୟେକ ଶନିବାର ସ୍ପର୍ଶ ହସ୍ପିଟାଲରୁ କ୍ୟାନସର୍ ସ୍ପେଶାଲିଷ୍ଟ ଡାକ୍ତର ରୋଗୀଙ୍କୁ ଦେଖିବା ପାଇଁ ବ୍ୟବସ୍ଥା କରାଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ଦାଶଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ପର୍ଶ ହସ୍ପିଟାଲ ସିଏମଡି ଡା. ପ୍ରିୟବ୍ରତ ଧିର, ଡିଜିଏମ୍ ଅସିତ୍ କୁମାର ପ୍ରହରାଜ, ଜିଏମ୍ ସୈାମେନ୍ଦ୍ର ମିଶ୍ରଙ୍କ ସହ ସ୍ଥାନୀୟ କର୍ମଚାରୀ ରବୀନ୍ଦ୍ର କୁମାର ଦାଶ ପ୍ରମୁଖ ଉପସ୍ଥିତ ରହିଥିଲେ। ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ, ବୁଦ୍ଧିଜୀବୀ ଓ ଗଣମାଧ୍ୟମ…

Read More

ଭଏସ୍ ଅଫ୍ ନୟାଗଡ଼ ବିଜେତା ହେଲେ  ପ୍ରୀତିପଦ୍ମା ମିଶ୍ର

ନୟାଗଡ଼,(ନୟାଗଡ଼ ଦର୍ପଣ) : ନୟାଗଡ଼ କ୍ଲବ୍ ଦ୍ଵାରା ଆୟୋଜିତ ଜିଲ୍ଲା ସ୍ତରୀୟ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍-୬ ର ଫାଇନାଲ  ରୋଟାରୀ ଭବନରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ଲୁକ୍କାୟିତ ଯୁବ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବା ଦିଗରେ ନୟାଗଡ଼ କ୍ଳବ୍ ତରଫରୁ ବିଗତ ପାଞ୍ଚବର୍ଷ ହେଲା ଅନୁଷ୍ଠିତ ହୋଇଆସୁଛି ଭଏସ୍ ଅଫ୍ ନୟାଗଡ଼। ଆଜିର କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ  ମାନନୀୟ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ଭଏସ୍ ଅଫ୍ ନୟାଗଡ଼ ବିଜେତାଙ୍କୁ ଟ୍ରଫି ଓ ପୁରସ୍କାର ପ୍ରଦାନ କରିବା ସହିତ ସମସ୍ତ ପ୍ରତିଯୋଗୀଙ୍କ ଉଜ୍ଜ୍ବଳ ଭବିଷ୍ଯତ କାମନା କରିଥିଲେ। ବିଚାରକ ଭାବେ ବରିଷ୍ଠ କଣ୍ଠଶିଳ୍ପୀ ସୁରଗନ୍ଧର୍ବ ନବକିଶୋର ମିଶ୍ର, ବରିଷ୍ଠ ସଂଗୀତ ନିର୍ଦ୍ଦେଶକ ଅଶୋକ କୁମାର ଗାଣ୍ଠିଆ ଓ ସଂଗୀତ ମହାବିଦ୍ୟାଳୟ ଭୁବନେଶ୍ୱରର ଅଧ୍ଯାପକ ଲଳିତ କୁମାର କର ଯୋଗଦେଇ…

Read More

ନୟାଗଡ଼ ଜିଲ୍ଲା ମହୋତ୍ସବ, ପଲ୍ଲୀଶ୍ରୀ ମେଳା, କୃଷି ଯନ୍ତ୍ରପାତି ମେଳା ଓ ପୁସ୍ତକ ମେଳା -୨୦୨୫ ନିମନ୍ତେ ପ୍ରସ୍ତୁତି ବୈଠକ

ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ଜିଲ୍ଲା ପରିଷଦ ସଭାଗୃହ (ସୃଜନ)ଠାରେ ନୟାଗଡ଼ ଜିଲ୍ଲା ମହୋତ୍ସବ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡଃ ଅରୁଣ କୁମାର ସାହୁ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବିଜୟାନନ୍ଦ ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଉପ-ଜିଲ୍ଲାପାଳ କର୍ଣ୍ଣଦେଵ ସମାଦାର ପ୍ରମୁଖ ଏଥିରେ ଯୋଗ ଦେଇଥିଲେ। ଏବର୍ଷ ନୟାଗଡ଼ ଜିଲ୍ଲା ମହୋତ୍ସବ ଡିସେମ୍ବର ମାସ ୨୪ ତାରିଖରେ ଆରମ୍ଭ ହୋଇ ୨୮ତାରିଖ ପର୍ଯ୍ୟନ୍ତ ପାଞ୍ଚ ଦିନ ବ୍ୟାପି ନୟାଗଡ଼ ‌ଷ୍ଟାଡିଅମରେ ଅନୁଷ୍ଠିତ ହେବ।      …

Read More

ଡ. ସୁରେଶ ବରାଡ଼ଙ୍କ ହିନ୍ଦୀ ଆଭାସୀ ଗଳ୍ପ ସଂକଳନ ‘ଆଁସୁ’ ଲୋକାର୍ପିତ

ଶରଣକୁଳ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସାରସ୍ବତ ସାଧକ, କବି, ପ୍ରାବନ୍ଧିକ, ଗାଳ୍ପିକ, ଉପନ୍ୟାସକାର, ନାଟ୍ୟକାର ତଥା ଲେଖକ ଡ. ସୁରେଶ ଚନ୍ଦ୍ର ବରାଡ଼ଙ୍କ ହିନ୍ଦୀ ଆଭାସୀ ଗଳ୍ପ ସଂକଳନ ‘ଆଁସୁ’ ଲୋକାର୍ପିତ ହୋଇ ଯାଇଛି। ନୟାଗଡ଼ ଜିଲ୍ଲା ଶିକ୍ଷାଧିକାରୀଙ୍କ ଦ୍ଵାରା ଆୟୋଜିତ ଚଳିତ ମାସ ୧୧ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲରେ କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ, ଆଗ୍ରା ତଥା ଭୁବନେଶ୍ଵର କ୍ଷେତ୍ରୀୟ ଶାଖା ଆନୁକୁଲ୍ୟରେ ଚାଲିଥିବା ହିନ୍ଦୀ ଶିକ୍ଷକ ନବୀକରଣ ପାଠ୍ୟକ୍ରମ ଶିବିରରେ ଗତକାଲି ମଧ୍ୟାହ୍ଣ ବିରତି କାଳରେ ଉକ୍ତ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ପାଠ୍ୟକ୍ରମ ଶିବିରରେ ନୟାଗଡ଼ ଜିଲ୍ଲାର ୬୩ଟି ବିଦ୍ୟାଳୟର ୬୩ ଜଣ ହିନ୍ଦୀ ଶିକ୍ଷକ ପ୍ରଶିକ୍ଷଣ ନେଉଥିଲେ। ଏଥିରେ କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନର ଭୁବନେଶ୍ଵର କେନ୍ଦ୍ରର ନିର୍ଦ୍ଦେଶକ ତଥା ବୈଜ୍ଞାନିକ ଡ. ରଞ୍ଜନ କୁମାର ଦାଶ…

Read More

ରାଜ୍ୟ ନିର୍ବାଚନ କମିଶନଙ୍କର ନୟାଗଡ ଜିଲ୍ଲା ପରିଦର୍ଶନ

ନୟାଗଡ,(ନୟାଗଡ଼ ଦର୍ପଣ): ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ନୟାଗଡ ଜିଲ୍ଲା ପରିଦର୍ଶନରେ ଆସି ପଞ୍ଚାୟତ ନିର୍ବାଚନ ଓ ପୌର ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ । ନୟାଗଡ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ସଦଭାବନା ସଭାଗୃହରେ ଏକ ସମୀକ୍ଷା ବୈଠକ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା । ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟେ ବିଜୟାନନ୍ଦ ନାୟକ, ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଓ ସମସ୍ତ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସମସ୍ତ ପୌରପାଳିକା ଓ ବିଜ୍ଞାପିତ ଅଞ୍ଚଳର ନିର୍ବାହୀ ଅଧିକାରୀମାନେ ଉପସ୍ଥିତ ରହି ସମୀକ୍ଷା ବୈଠକରେ ଭାଗ ନେଇଥିଲେ । ଏଥି ସହିତ ଡେପୁଟି କଲେକ୍ଟର (ନିର୍ବାଚନ), ଆସିଷ୍ଟାଣ୍ଟ କଲେକ୍ଟର (ନିର୍ବାଚନ) ଉପସ୍ଥିତ ଥିଲେ ।…

Read More

ମେଧାବୀ ଛାତ୍ରୀଙ୍କ ପାଠପଢା ଦାୟିତ୍ୱ ନେବ ରୋଟାରୀ କ୍ଳବ ନୟାଗଡ଼

ନୟାଗଡ଼,(ନୟାଗଡ଼ ଦର୍ପଣ): ରୋଟାରୀ କ୍ଲବ ନୟାଗଡ଼ ତରଫରୁ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟର ଇକୋନୋମିକ୍ସ ବିଭାଗର ଦ୍ବିତୀୟ ବର୍ଷର ମେଧାବୀ ଛାତ୍ରୀ ରଶ୍ମିତା ପରିଡ଼ାଙ୍କୁ ୧୦ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଆଗାମୀ ଦିନରେ ରଶ୍ମିତାଙ୍କ ପାଠପଢ଼ାର ଦାୟିତ୍ଵ ରୋଟାରୀ କ୍ଲବ, ନୟାଗଡ଼ ନେବା ପାଇଁ ପ୍ରସ୍ତୁତ ଅଛି ବୋଲି ସଭାପତି ବସିରନ ବିବି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ରଶ୍ମିତାଙ୍କ ବାପାଙ୍କ ଦେହାନ୍ତ ପରେ ତାଙ୍କ ପାଠପଢ଼ା ଖର୍ଚ୍ଚ ପାଇଁ ଅସୁବିଧା ସୃଷ୍ଟି ହେଉଥିବା ଖବର ପାଇ ରୋଟାରୀ କ୍ଲବ ସହାୟତାର ହାତ ବଢ଼ାଇଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ କଲେଜ ଅଧ୍ୟକ୍ଷ ବିପିନ ପଟ୍ଟନାୟକ, ଅଧ୍ୟାପକ ଦିଲ୍ଲୀପ ମିଶ୍ର, ଆଶୁତୋଷ ମିଶ୍ର, ରୋଟାରୀ କ୍ଲବ ଉପସଭାପତି ମଦନ ମୋହନ ମହାପାତ୍ର ଏବଂ ସଂପାଦକ ଅବିନାଶ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ରୋଟାରୀ କ୍ଲବ…

Read More

ଭାରତର ସର୍ବ ବୃହତ୍ ଦ୍ବିତୀୟ ଦୀର୍ଘତମ ଭାୟାଡକ୍ଟ ସେତୁ ଆମ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଞ୍ଚଳରେ

ନୟାଗଡ଼, (ନୟାଗଡ଼ ଦର୍ପଣ): ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ ଅଧୀନ ନୟାଗଡ଼ ଜିଲ୍ଲା ଦଶପଲ୍ଲାର ଜାମୁସାହି ଏବଂ କୁଲୁରୁକୁମ୍ପା ମଧ୍ୟରେ ଭାରତର ସର୍ବ ବୃହତ୍ ଦ୍ବିତୀୟ ଦୀର୍ଘତମ ଭାୟାଡକ୍ଟ ସେତୁ ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ପୂର୍ବତଟ ରେଳପଥ ପକ୍ଷରୁ ଏହାକୁ ନିର୍ମାଣ କରାଯାଉଛି। ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ବରିତ ଶେଷ କରିବା ସହ ଖୋର୍ଦ୍ଧା ଓ ବଲାଙ୍ଗୀର ମଧ୍ୟରେ ରେଳ ସଂଯୋଗ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଆସାମର ବୋଲିବିଲ୍ ସେତୁ ପରେ ଏହା ଦେଶର ଦ୍ଵିତୀୟ ଦୀର୍ଘତମ ସେତୁ, ଯାହାକି ଦଶପଲ୍ଲା ବ୍ଲକ୍‌ର ସୀମା ମଧ୍ୟରେ ଏହି ସେତୁ ନିର୍ମାଣ ଚାଲିଛି। ୩୦୧ କିମି ଦୈର୍ଘ୍ୟ ବିଶିଷ୍ଟ ଏହି ରେଳପଥ ମଧ୍ୟରେ ସେତୁର ଲମ୍ବ ୪.୭୭ କିମି ରହିଥିବା ବେଳେ ୧୮୨ଟି ସ୍ପାନ୍ ନିର୍ମାଣ ଚାଲିଛି। ଏହି…

Read More

ଭଏସ୍ ଅଫ୍ ନୟାଗଡ଼ ସିଜିନ-୬ ର ପ୍ରଥମ ପର୍ଯ୍ଯାୟ ଅଡିସନ୍

ସେମିଫାଇନାଲକୁ ଉନ୍ନୀତ ହେଲେ ୨୧ ଯୁବ କଣ୍ଠଶିଳ୍ପୀ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବବୃହତ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍ -୬ର ପ୍ରଥମ ପର୍ଯ୍ଯାୟ ଅଡିସନ୍ ନୟାଗଡ଼ ରୋଟାରୀ ଭବନରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ଲୁକ୍କାୟିତ ଯୁବ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବା ଦିଗରେ ନୟାଗଡ଼ କ୍ଳବ୍ ତରଫରୁ ବିଗତ ପାଞ୍ଚବର୍ଷ ହେଲା ଅନୁଷ୍ଠିତ ହୋଇଆସୁଛି ଭଏସ୍ ଅଫ୍ ନୟାଗଡ଼। ଆଜିର ପ୍ରଥମ ପର୍ଯ୍ଯାୟ ଅଡିସନ୍ କାର୍ଯ୍ୟକ୍ରମକୁ ନୟାଗଡ଼ କ୍ଳବ ସଭାପତି ଅଶୋକ କୁମାର ନାୟକ ଓ ଭଏସ୍ ଅଫ୍ ନୟାଗଡ଼ କାର୍ଯ୍ୟକ୍ରମର ଚେୟାରମ୍ୟାନ ତଥା ସମାଜସେବୀ ମିହିର ରଂଜନ ନାୟକ ପ୍ରଦୀପ ପ୍ରଜ୍ଜଳନ କରି ଉଦଘାଟନ କରିଥିବାବେଳେ ପ୍ରତିଯୋଗୀ ତଥା ଅତିଥିମାନଙ୍କୁ ସ୍ବାଗତ କରିଥିଲେ ନୟାଗଡ଼ କ୍ଳବ ସଂପାଦକ ଶ୍ରୀଧର ସାହୁ। ଭଏସ୍ ଅଫ୍ ନୟାଗଡ଼ କମିଟିର ନିର୍ଦେଶକ ଶରତ ଚନ୍ଦ୍ର ଆଚାର୍ଯ୍ୟ,…

Read More