ଓଡ଼ଗାଁରେ ସ୍କାଉଟ୍ ଓ ଗାଇଡ୍ ଛାତ୍ରଛାତ୍ରୀଙ୍କୁ ରାଜ୍ୟପୁରସ୍କାର ସାର୍ଟିଫିକେଟ ପ୍ରଦାନ

ଓଡ଼ଗାଁ, (ନୟାଗଡ଼ ଦର୍ପଣ): ୨୦୨୩/୨୪ ଶିକ୍ଷାବର୍ଷରେ ଓଡିଶା ରାଜ୍ୟ ଭାରତ ସ୍କାଉଟ ଗାଇଡ଼ ଦ୍ୱାରା ଯୋଗ୍ୟତା ହାସଲ କରିଥିବା ରାଜ୍ୟ ପୁରସ୍କାର ପ୍ରାପ୍ତ ସ୍କାଉଟ ଗାଇଡ଼, କବ୍, ବୁଲବୁଲ ଛାତ୍ରଛାତ୍ରୀମାନଙ୍କୁ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ଡ.ଜଳନ୍ଧର ରଥଙ୍କ ସଭାପତିତ୍ୱରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ସ୍କାଉଟ ଓ ଗାଇଡ୍ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସ୍କାଉଟ ପ୍ରାର୍ଥନା, ଝଣ୍ଡାଗୀତ୍ ଓ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା।ଉକ୍ତ ସଭାରେ ରାଜ୍ୟ ପୁରସ୍କାର ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ରାଜ୍ୟ ସଂଯୋଜକ, ଓଡିଶା ରାଜ୍ୟ ଭାରତ ସ୍କାଉଟ ଆଣ୍ଡ୍ ଗାଇଡ୍ସର ରାଜ୍ୟ ସଂଯୋଜକ ତଥା ଅତିରିକ୍ତ ବ୍ଲକଶିକ୍ଷାଧିକାରୀ ରବୀନ୍ଦ୍ର କୁମାର ନାୟକ,ସମ୍ମାନିତ ଅତିଥିଭାବେ ସ୍କାଉଟମାଷ୍ଟର ପଞ୍ଚାନନ ପଣ୍ଡା,ରଞ୍ଜନ କୁମାର ଦାଶ, ସନ୍ତୋଷ କୁମାର ସାହୁ, ଗାଇଡ଼ କ୍ୟାପଟେନ୍ ସୌଦାମିନୀ ମହାପାତ୍ର ଜ୍ୟୋତିସ୍ମିତା ଦାଶ,…

Read More

୭୮ତମ ସ୍ୱାଧିନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସଙ୍କ ଅଧ୍ୟକ୍ଷତାରେ ନୟାଗଡ଼ରେ ୭୮ତମ ସ୍ୱାଧିନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ସାହୁ ସମସ୍ତଙ୍କୁ ସ୍ୱାଗତ କରିବା ସଙ୍ଗେ ସଙ୍ଗେ ବୈଠକ ଡାକିବାର ପ୍ରାସଙ୍ଗିକତା ଉପରେ କହିଥିଲେ । ପରେ ପରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଦାସ ଚଳିତ ବର୍ଷ ସ୍ୱାଧୀନତା ଦିବସ କିପରି ସମସ୍ତଙ୍କ ସହଯୋଗରେ ଅତି ସୁନ୍ଦର ଭାବେ ପାଳନ କରାଯିବ ତାହା ଉପରେ ଆଲୋଚନା କରିଥିଲେ । ବିଗତ ବର୍ଷମାନଙ୍କ ପରି ଚଳିତ ବର୍ଷ ସ୍ୱାଧୀନତା ଦିବସ ପାଳନ ସହିତ ଆଉ ଯଦି କିଛି ଅଧିକ କାର୍ଯ୍ୟକ୍ରମ ଯୋଗ କରିବାର ଅଛି ବୈଠକରେ ସେ…

Read More

ଉତ୍କଳ ମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ରକ୍ତ ଦାନ କଲେ ସାଂସଦ ଡକ୍ଟର ସମ୍ବିତ୍ ପାତ୍ର

ନୟାଗଡ଼, (ନୟାଗଡ଼ ଦର୍ପଣ) : ନୟାଗଡ଼ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟ ପରିସରରେ ଥିବା ରକ୍ତ ଭଣ୍ଡାର ଗୃହରେ ଦୈନିକ ଖବର କାଗଜ ‘ସମାଜ’ ଓ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ମିଳିତ ଆନୁକୂଲ୍ୟରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଉତ୍କଳ ମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ ତମ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ଅନୁଷ୍ଠିତ ଏହି ରକ୍ତ ଦାନ ଶିବିରରେ ମୁଖ୍ଯ ଅତିଥି ଭାବେ ପୁରୀର ମାନ୍ଯବର ସାଂସଦ ଡକ୍ଟର ସମ୍ବିତ୍ ପାତ୍ର ଯୋଗଦେବା ସହିତ ନିଜେ ରକ୍ତ ଦାନ କରି “ରକ୍ତ ଦାନ ମହତ ଦାନ ” ବାର୍ତ୍ତା ଦେଇଥିଲେ। ନୟାଗଡ଼ ରକ୍ତ ଭଣ୍ଡାରରେ ଆବଶ୍ଯକତା ଠାରୁ ବହୁତ କମ୍ ରକ୍ତ ଥିବାରୁ ନିଜେ ରକ୍ତ ଦାନ କରି ନୟାଗଡ଼ ଜନସାଧାରଣ ତଥା ଯୁବବର୍ଗଙ୍କୁ ରକ୍ତ ଦାନ କରି ଅନ୍ୟ ମୁହଁରେ ହସ ଫୁଟାଇ…

Read More

ନୟାଗଡ଼ରେ ସୁନାବେଶ ଭଜନ ସମାରୋହ

ନୟାଗଡ଼,(ନୟାଗଡ଼ ଦର୍ପଣ): ବଡ଼ ଦାଣ୍ଡ ଭାରି ଭିଡ଼ ଟିକେ ହାଉଲେ ଯିବୁ, ନରେନ୍ଦ୍ର ପୋଖରୀ ଚହଲି ପଡିବ ମାଇଲେ ଖପରା କାତି ସଙ୍ଗୀତରେ ଭାବମୟ ହୋଇ ପଡିଛନ୍ତି ଭକ୍ତ ଏବଂ ଶ୍ରଦ୍ଧାଳୁ। ନୟାଗଡ଼ରେ ବାହୁଡ଼ା ଯାତ୍ରା ଅବସରରେ ବଡ଼ ଏକାଦଶୀ ଦିନ ଚତୁର୍ଦ୍ଧାମୂର୍ତ୍ତୀ ସୁନାବେଶରେ ରଥ ଉପରେ ଦର୍ଶନ ଦେବା ଅବସରରେ ଭଜନ ଅମୃତ ଧାରାରେ ଭିଜିଥିଲେ ଭକ୍ତବୃନ୍ଦ । ଜିଲ୍ଲା ପ୍ରଶାସନ ଏବଂ ଦେବୋତ୍ତର ବିଭାଗଙ୍କ ମିଳିତ ଆନୁକୂଲ୍ୟରେ ଆୟୋଜିତ ଭଜନ ସନ୍ଧ୍ୟାକୁ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ନାଟ୍ୟ ଭୁଷଣ ଡକ୍ଟର ବିଜୟ କୁମାର ଚୌଧୁରୀ ଏବଂ ଦେବୋତ୍ତର ମ୍ୟାନେଜର ତାପସ କୁମାର ପଟ୍ଟନାୟକ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ। ସ୍ଥାନୀୟ କଳାକାର ସଙ୍ଗୀତ ପ୍ରେମୀ ବୁଲୁ ମିଶ୍ରଙ୍କ ସଂଯୋଜନାରେ “ଅନୁଗୁଳସ୍ଥିତ ଶ୍ରୀ ଜଗନ୍ନାଥ ଭଜନ ସନ୍ଧ୍ୟା” ଦଳ ଭଜନ ପରିବେଷଣ କରିଥିଲେ। ସ୍ବନାମଧନ୍ୟ…

Read More

ଗୁରୁକବି ଶ୍ରୀଯୁକ୍ତ ସୋମନାଥ ରାଜଗୁରୁଙ୍କୁ ସମର୍ପିତ ସୃଜନୀର ‘ସ୍ମୃତି ଶ୍ରଦ୍ଧାଞ୍ଜଳି’

ନୟାଗଡ଼, (ନୟାଗଡ଼ ଦର୍ପଣ): ସୃଜନୀ ପରିବାର (ଚେନ୍ନାଇ) ଦିବଂଗତ ଗୀତିକାର, ସ୍ୱର ସଂଯୋଜକ, କଣ୍ଠଶିଳ୍ପୀ, ସଙ୍ଗୀତ ନିର୍ଦ୍ଦେଶକ ଗୁରୁକବି ସୋମନାଥ ରାଜଗୁରୁଙ୍କ ୮୪ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ସମର୍ପିତ “ସ୍ମୃତି ଶ୍ରଦ୍ଧାଞ୍ଜଳି” କାର୍ଯ୍ୟକ୍ରମ “ ଗୀତି ଭାରତୀ”ସହ ଭଜନ ସନ୍ଧ୍ୟା “ଶରଧାବାଲି” କାର୍ଯ୍ୟକ୍ରମ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ପ୍ରମୁଖ ବକ୍ତା ତଥା ଆଲୋଚକ ଭାବରେ ଜାତୀୟ ସଂସ୍କୃତ ମହାବିଦ୍ୟାଳୟ (ତିରୁପତି) ର ଉପ-ନିର୍ଦ୍ଦେଶକ ପ୍ରାଧ୍ୟାପକ ଡ଼ଃ ଭାରତ ଭୂଷଣ ରଥ ଏବଂ ସାହିତ୍ୟିକ ତଥା ଗବେଷକ ଶ୍ରୀଯୁକ୍ତ ଚନ୍ଦ୍ରବିଜୟୀ ମିଶ୍ର ଉପସ୍ଥିତ ରହି ପ୍ରଭୁ ଶ୍ରୀ ଜଗନ୍ନାଥ ସଂସ୍କୃତି , ପରମ୍ପରା ଓ ବାହୁଡା ଯାତ୍ରାର ମାହାତ୍ମ୍ୟ ପ୍ରସଙ୍ଗରେ ଆଲୋଚନା କରିବା ସହ ଶ୍ରୀ ଜଗନ୍ନାଥ ସଂସ୍କୃତି କୁ ଉଦ୍ଜୀବିତ କରିବା ଓ ଓଡ଼ିଆ ସଂଗୀତ ଜଗତକୁ ଗୁରୁକବି ସୋମନାଥ ରାଜଗୁରୁଙ୍କ ଅବଦାନ…

Read More

ଶ୍ରୀଗୁଣ୍ଡିଚା ଭଜନ ସମାରୋହର ୧୦ମ ସନ୍ଧ୍ୟା, ଗୀତିକାର ଶରତ ପାତ୍ରଙ୍କୁ ସଙ୍ଗୀତଧାରା ସମ୍ମାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଶ୍ରୀଗୁଣ୍ଡିଚା ଭଜନ ସମାରୋହର ଦଶମ ସନ୍ଧ୍ୟାରେ ସଂଗୀତାନୁଷ୍ଠାନ ସଙ୍ଗୀତଧାରା,ନୟାଗଡ଼ ପକ୍ଷରୁ ଏକ ଭବ୍ୟ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ, କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ, ସୁର ଗନ୍ଧର୍ବ କଣ୍ଠଶିଳ୍ପୀ ନବକିଶୋର ମିଶ୍ର,ଗୁରୁ ପ୍ରଭାତ କୁମାର ଦାଶ, ଗୁରୁ ରଜନୀକାନ୍ତ ମହାପାତ୍ର, ଡ.ଆଶୁତୋଷ ମିଶ୍ର,ପ୍ରଦୀପ୍ତ କୁମାର ରଥ, ବିଜୟାନନ୍ଦ ମହାପାତ୍ର, କାଳିଦାସ ମହାପାତ୍ର,ଭୂମିକା ମହାପାତ୍ର, ମାଧବ ଡାକୁଆ,ସୁଚିସ୍ମିତା ଦୋରା, ଓମ ପ୍ରକାଶ ପାତ୍ର,ଗୋପୀନାଥ ସେଠି ପ୍ରମୁଖ ଭଜନ ପରିବେଷଣ କରିଥିଲେ। ଏହି ଅବସରରେ ନୟାଗଡ଼ ଜିଲ୍ଲାର ପ୍ରତିଷ୍ଠିତ ଭକ୍ତି ସଙ୍ଗୀତ ଗୀତିକାର ଶରତ ପାତ୍ରଙ୍କୁ ସଙ୍ଗୀତଧାରା ସମ୍ମାନ-୨୦୨୪ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ଗୋପୀନାଥ ସେଠି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ, ସଭାପତି ଡ. ବିଜୟ କୁମାର ଚୌଧୁରୀ, ସମ୍ପାଦକ ପ୍ରଶାନ୍ତ କୁମାର…

Read More

ନିଶା ସେବନ ବିରୋଧରେ ସଚେତନତା ସୃଷ୍ଟି ଅଭିଯାନ

ନୟାଗଡ଼,(ନୟାଗଡ଼ ଦର୍ପଣ): କେନ୍ଦ୍ର ସରକାରଙ୍କ ପାଇଁ “ନଶା ମୁକ୍ତ ଭାରତ” ଏକ ଚ୍ୟାଲେଞ୍ଜ ଥିବାବେଳେ, ବିଭିନ୍ନ ରାଜ୍ୟରେ ଅନୈତିକ ଡ୍ରଗ୍ସ୍ କାରବାର ଦେଶର ମେରୁଦଣ୍ଡକୁ ଦୁର୍ବଳ କରିଦେଉଛି। ଏଇ ଅନୈତିକ ନିଶା କବଳରେ ଓଡ଼ିଶାର ଛାତ୍ର ଓ ଯୁବପିଢୀ ଦିନକୁ ଦିନ ଛନ୍ଦି ହୋଇ ଯାଉଛନ୍ତି। ଏହି ନିଶା ପାଇଁ କେହି କେହି କ୍ୟାନ୍ସର, କିଡନୀ ଜନିତ ରୋଗ ଏବଂ ମାନସିକ ବିକାରଗ୍ରସ୍ତ ପ୍ରଭୃତିର ଶିକାର ହେଉଥିବା ବେଳେ କେହି କେହି ଯୁବକ ଅପରାଧ ଦୁନିଆକୁ ଆପଣେଇ ନେଉଥିବା ଦେଖିବାକୁ ମିଳୁଛି। ସରକାର ଏଥିପ୍ରତି କଠୋର ଆଇନ୍ ବ୍ୟବସ୍ଥା କରିଥିଲେ ମଧ୍ୟ, ସଚେତନତା ଅଭାବ ଯୋଗୁଁ ଏହାର ପ୍ରଭାବ ନିମ୍ନଗାମୀ। ଏଭଳି ସ୍ଥିତିରେ ଓଡ଼ିଶାର ଅଗ୍ରଣୀ ସ୍ବେଛାସେବୀ ସଙ୍ଗଠନ “ମାଆ ଫାଉଣ୍ଡେସନ” ଓ “ବାଣୀଧାରା” ନୟାଗଡ଼ ଠାରେ ଅନୈତିକ ନିଶା ସେବନ ବିରୋଧରେ ଏକ ସଚେତନତା କାର୍ଯ୍ୟକ୍ରମ…

Read More

ନୟାଗଡ଼ରେ ଉଦଘାଟିତ ହେଲା ୮ମ ଜିଲ୍ଲାବ୍ୟାପି ସେବା ଉତ୍ସବ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ରେ ଉଦଘାଟିତ ହେଲା ଅଷ୍ଟମ ବାର୍ଷିକ ଜିଲ୍ଲାବ୍ୟାପି ସେବା ଉତ୍ସବ ୨୦୨୪ । ନୟାଗଡ଼ ସହର ସ୍ଥିତ ରୋଟାରି ଭବନ ଠାରେ ଅଷ୍ଟମ ବର୍ଷ ଜିଲ୍ଲା ବ୍ୟାପି ସେବା ଉତ୍ସବ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୁରୀ ସାଂସଦ ସମ୍ବିତ ପାତ୍ର ଯୋଗଦେଇଥିବା ବେଳେ ବିଶିଷ୍ଠ ଅତିଥି ଭାବେ ନୟାଗଡ଼ର ପୌରାଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇଥିଲେ। ସେହି ଭଳି ସମ୍ମାନିତ ଅତିଥି ଭାବେ ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା, ସମାଜସେବୀ ସନ୍ତୋଷ ପ୍ରଧାନ, ବିଜେପି ଜିଲ୍ଲା ସଭାପତି ତାପସ ମାର୍ଥା, ବିଶିଷ୍ଠ ଚକ୍ଷୁ ରୋଗ ବିଶେଷଜ୍ଞ ଡାକ୍ତର ଅରବିନ୍ଦ ଦାଶ, ଯୁବ ବ୍ୟବସାୟୀ ଚନ୍ଦନ ସାହୁ, ପରିବେଶପ୍ରେମୀ ସୁକାନ୍ତ ଚୌଧୁରୀ, ସମାଜସେବୀ…

Read More

ବାହୁଡା ଯାତ୍ରା ଅବସରରେ ରୋଟାରୀ କ୍ଳବ୍ ତରଫରୁ ଅନ୍ନପୂର୍ଣ୍ଣା ଦିବସ ଓ ଜଳଛତ୍ର

ନୟାଗଡ଼,(ନୟାଗଡ଼ ଦର୍ପଣ): ରୋଟାରୀ କ୍ଳବ୍ ତରଫରୁ ଆଜି ଅପରାହ୍ନ ୧୨ଟା ୩୦ ମିନିଟ୍ ସମୟରେ କ୍ଳବ୍ ସଭାପତି ରୋଟାରିଆନ୍ ଶ୍ରୀକାନ୍ତ କୁମାର ଖଟେଇଙ୍କ ନେତୃତ୍ବ ରେ ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମ ରେ ଅନ୍ତେବାସୀ ମାନଙ୍କୁ ଖାଦ୍ୟ ବଣ୍ଟନ କରାଯାଇ ଅନ୍ନପୂର୍ଣ୍ଣା ଦିବସ ପାଳନ କରାଯାଇ ଥିଲା। ଏହା ସହିତ ଅପରାହ୍ନ ୦୪ଟା ସମୟରେ ନୟାଗଡ଼ ବଡଦାଣ୍ଡରେ ପବିତ୍ର ବାହୁଡା ଯାତ୍ରା ଉପଲକ୍ଷେ ୨୦୦୦ ବଟଲ୍ ଜଳବଣ୍ଟନ କରାଯାଇ ଥିଲା। କ୍ଳବ୍ ସଂପାଦକ ରୋଟାରିଆନ୍ ଅବିନାଶ ସାହୁଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରୋଟାରିଆନ୍ ଆରିଫ୍ ଖାନ୍, ଶ୍ରୀଧର ସାହୁ, ଧୀରେନ୍ଦ୍ର କୁମାର ପଟ୍ଟନାୟକ, ମିହିର ରଂଜନ ନାୟକ, ଜି ରଶ୍ମିରାଜ, ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ପ୍ରବୀର କୁମାର ପୃଷ୍ଟି ଆଦି ବହୁ ସଦସ୍ଯ ଯୋଗଦେଇ ଥିଲେ।

Read More

ଜ୍ଞାନ ପ୍ରକାଶ ଦ୍ୱାରା ପ୍ରଦତ୍ତ “ଶିକ୍ଷା ସମ୍ମାନ”ରେ ସମ୍ମାନିତ ହେଲେ ଆଦର୍ଶ ଶିକ୍ଷକ ବାଲାରସେନ ପାତ୍ର

ନୟାଗଡ଼,(ନୟାଗଡ଼ ଦର୍ପଣ): ମାଧ୍ୟମିକ ସ୍କୁଲ ସ୍ତରରେ ଶିକ୍ଷା ପ୍ରଦାନ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ ଓ ଗୁଣାତ୍ମକ କରିବା ଉପରେ ପ୍ରବୀଣ ଶିକ୍ଷକ ବାଲାରସେନ୍ ପାତ୍ରଙ୍କୁ ମିଳିଛି ‘ଶିକ୍ଷା ସମ୍ମାନ’। ‘ଜ୍ଞାନ ପ୍ରକାଶ’ର ୮ମ ଇଣ୍ଟରଡିସପ୍ଲେନାରୀ ଜାତୀୟ ସମ୍ମିଳନୀ ତଥା ବାର୍ଷିକ ଉତ୍ସବ ଭୁବନେଶ୍ୱର ସ୍ଥିତ ଜୟଦେବ ଭଵନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ NCERT ନିର୍ଦ୍ଦେଶକ, ଯୁଗ୍ମ ନିର୍ଦ୍ଦେଶକ ଏଲିମେଂଟାରୀ, NIFAର ଅଧ୍ୟକ୍ଷ, ‘ଜ୍ଞାନ ପ୍ରକାଶ’ର ପ୍ରତିଷ୍ଠାତା, ସମ୍ପାଦକ ଏବଂ ଓଡିଶା ମୁଖ୍ୟ ପ୍ରମୁଖ ଯୋଗ ଦେଇଥିଲେ। ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଳକ ଘୋଳାହାଣ୍ଡି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଭାବେ ଶିକ୍ଷାଦାନ କରୁଥିବା ଶ୍ରୀଯୁକ୍ତ ବାଲାରସେନ୍ ପାତ୍ରଙ୍କୁ ‘ଜ୍ଞାନ ପ୍ରକାଶ’ର ୮ମ ଇଣ୍ଟରଡିସପ୍ଲେନାରୀ ଜାତୀୟ ସମ୍ମିଳନୀ ତଥା ବାର୍ଷିକ ଉତ୍ସବରେ ‘ଶିକ୍ଷା ସମ୍ମାନ’ରେ ସମ୍ମାନିତ କରାଯାଇଛି । ଶ୍ରୀଯୁକ୍ତ ପାତ୍ର ବର୍ତ୍ତମାନ ୪ର୍ଥ ଶ୍ରେଣୀରେ…

Read More