ମୋ ସମୟ ର ନୟାଗଡ଼ ପୁସ୍ତକ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ରୋଟାରି କ୍ଳବ ପରିସରରେଅଧ୍ୟlପକ ସରୋଜ କୁମାର ପଟ୍ଟନାୟକ ଙ୍କ ଉଦ୍ୟମ ରେ ନୟାଗଡ଼ ର ସୁନାମଧନ୍ୟ, ଆଇନଜ୍ଞ, ବରିଷ୍ଠ ସାମ୍ବାଦିକ ତଥା ସମାଜ ସେବୀ ସ୍ବର୍ଗତ ନରସିଂହ ପଟ୍ଟନାୟକ ଙ୍କ ଲିଖିତ ସଂକ୍ଷିପ୍ତ ଆତ୍ମଲିପି “ମୋ ସମୟ ର ନୟାଗଡ଼ :ଧ୍ୱନି, ପ୍ରତିଧ୍ୱନି ଏବଂ ବିଦୂଷି ବିଭୁ ପରାୟଣ ଓ ସୁ ସାହିତ୍ୟିକା ସ୍ବର୍ଗତା ମନୋରମା ପଟ୍ଟନାୟକ ଙ୍କ ଲିଖିତ ଭଜନାବଳୀ “ନୀଳ ପର୍ବତ ର କାଳିଆ ସୁନା ର ଶୁଭ ଉନ୍ମୋଚନ ହୋଇଛି, ଏହି ଅବସରରେ ଅବସର ପ୍ରାପ୍ତ ଅଧକ୍ଷ,ପୂର୍ବାଞ୍ଚଳ ଭାଷାକେନ୍ଦ୍ର ଭୁବନେଶ୍ୱର ର ଡ଼. ଅରବିନ୍ଦ ପଟ୍ଟନାୟକ ଓ ଅବସର ପ୍ରାପ୍ତ ଅଧକ୍ଷ, ଶରଣକୂଳ ମହାବିଦ୍ୟାଳୟ ର ପ୍ରଫେସର ରାମଚନ୍ଦ୍ର ମିଶ୍ର ଯୋଗ ଦେଇ ନିଜ କର କମଳ ରେ ପୁସ୍ତକ ଉନ୍ମୋଚନ କରିଥିବା ବେଳେ, ମୁଖ୍ୟ ଅତିଥି…

Read More

ଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ତା ୧୦.୦୨.୨୦୨୪ ରିଖ ଠାରୁ ତା ୧୯.୦୨.୨୦୨୪ ରିଖ ପର୍ଯ୍ୟନ୍ତ ଆମ୍ଭ ନୟାଗଡ଼ ଜିଲ୍ଲାର ଦଶପଲ୍ଲା ବ୍ଲକରେ ଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ‘ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ ହେବାକୁ ଯାଉଅଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ‘ଡି.ଇ.ସି’ ବଟିକା ସହ ‘ଆଲ୍‌ବେଣ୍ଡାଜୋଲ’ ବଟିକା ବୟସ ଅନୁପାତରେ ଗୋଟିଏ ମାତ୍ରାର ଔଷଧ ଲୋକମାନଙ୍କୁ ପ୍ରଶିକ୍ଷିତ ଓ ଦକ୍ଷ ଔଷଧ ପ୍ରଦାନକାରୀମାନେ ପ୍ରତ୍ୟକ୍ଷ ଭାବରେ ଖାଇବାକୁ ଦେବେ । ଏହି ଔଷଧ ପ୍ରଦାନ କାରୀମାନେ ହେଲେ – ଆଶାକର୍ମୀ, ଅଙ୍ଗନୱାଡିକର୍ମୀ ଓ ସ୍ୱେଚ୍ଛାସେବୀ । ଏହି ଔଷଧ ଏକ ନିରାପଦ ଔଷଧ ଅଟେ ଏବଂ ଏହାର ସାଧାରଣତଃ କୈାଣସି ପାର୍ଶ୍ବ ପ୍ରତିକ୍ରିୟା ନାହିଁ । ଏହାକୁ ଯେକୌଣସି ସମୟରେ କିଛି ଖାଦ୍ୟ ଖାଇବା ପରେ ଖାଇବା ଉଚିତ୍ I ଯାହାଙ୍କ ଦେହରେ…

Read More

ନ୍ୟାୟ ପାଇଲା ପରୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ଆସିଛି ରାୟ। ନୟାଗଡ଼ର ଏହି ଚର୍ଚ୍ଚିତ ହତ୍ୟା ଘଟଣାର ଶୁଣାଣୀ କରି ଦୋଷୀ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ନୟାଗଡ଼ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ । ୨୦୨୦ ମସିହା ଜୁଲାଇ ୧୪ ତାରିଖରେ ନୟାଗଡ଼ ନିକଟସ୍ଥ ଯଦୁପୁର ଗାଁରେ ପରୀକୁ ହତ୍ୟା କରାଯାଇଥିଲା ।ଏସ୍.ଆଇ.ଟି ଧରିଥିବା ନାବାଳକକୁ ଆଜି କୋର୍ଟରେ ହାଜର କରାଯାଇଥିଲା । ଏଥିପାଇଁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ ନୟାଗଡ଼ ଚିଲଡ୍ରେନ୍ କୋର୍ଟକୁ ଅଣାଯାଇଥିଲା । ଗତ ଜାନୁଆରୀ ୩୦ ତାରିଖରେ ଶୁଣାଣି ଶେଷ ହେବା ପରେ ରାୟ ସଂରକ୍ଷିତ କରିଥିଲେ କୋର୍ଟ । ପରୀ ହତ୍ୟାକାଣ୍ଡ ଘଟଣାରେ ଗଠିତ ଏସଆଇଟି ଗତ ୨୦ ଡିସେମ୍ବର ୨୦୨୦ରେ ଅଭିଯୁକ୍ତକୁ ଗିରଫ କରିଥିଲା । ରାଜ୍ୟ ସରକାର…

Read More

ଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ

ଓଡ଼ଗାଁ,(ନୟାଗଡ଼ଦର୍ପଣ): ଆଜି ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଓଡ଼ଗାଁସ୍ଥିତ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଓଡ଼ଗାଁ ମଣ୍ଡଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜ ନିଜ କ୍ଲଷ୍ଟରରୁ ମନୋନୀତ ହୋଇ ଉକ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।ଏ ଅବସରରେ କନିଷ୍ଠ ବର୍ଗ ବିତର୍କ ପ୍ରତିଯୋଗିତାରେ ଅନ୍ନପୂର୍ଣ୍ଣା ଜେନା,କୁଇଜରେ ପୂରବୀ ବରାଡ଼,ଚିତ୍ରାଙ୍କନରେ ପ୍ରତ୍ୟୁଷ କୁମାର ମହାଙ୍କୁଡ଼ ଏବଂ ବରିଷ୍ଠବର୍ଗରୁ ବିତର୍କରେ ବିଭୁତି ନାହାକ,କୁଇଜରେ ଜ୍ୟୋତିର୍ମୟୀ ବିଶୋଇ,ଚିତ୍ରାଙ୍କନରେ ଅଞ୍ଜଳି ସାହୁଙ୍କ ସମେତ ଭାଷାସାହିତ୍ୟ ବିଭାଗରେ ପାପାଲି ପ୍ରିୟଦର୍ଶିନୀ ଓ ସୁଲଗ୍ନା ସେଠୀ,ଚିତ୍ରକଳାରେ ସ୍ୱାଗତିକା ସାହୁ ଓ କେ.ଅନୁ ଚୌଧୁରୀ ଏବଂ ଓଡ଼ିଆ ସଂସ୍କୃତି ପ୍ରକଳ୍ପରେ ବିଷ୍ଣୁପ୍ରିୟା ଦାଶ ପ୍ରମୁଖ ଜିଲ୍ଲା ସ୍ତର ପ୍ରତିଯୋଗିତାରେ ଭାଗ ନେବାପାଇଁ ଉନ୍ନୀତ ହୋଇଛନ୍ତି।ସମସ୍ତ ମନୋନୀତ ପ୍ରତିଭାମାନଙ୍କୁ ମଣ୍ଡଳ ଶିକ୍ଷାଧିକାରିଣୀ ଗୀତାଞ୍ଜଳି…

Read More

ନୟାଗଡ଼ ଜିଲ୍ଲାରେ ବନ୍ଦେ ଉତ୍କଳ ଜନନୀ ଗାନ ଏବଂ ଲାଇଭ୍ ଷ୍ଟ୍ରିମିଙ୍ଗ ମାଧ୍ୟମରେ ଏହାର ଦୃଶ୍ୟ ଶ୍ରାବ୍ୟ ପ୍ରଦର୍ଶନ

ନୟାଗଡ଼, (ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଜନତା ମୈଦାନ, ଭୁବନେଶ୍ବର ଠାରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଉଦ୍‌ଘାଟନ କରୁଥିଲାବେଳେ ଠିକ୍ ଏକା ସମୟରେ ନୟାଗଡ଼ ଜିଲ୍ଲାରେ ଜିଲ୍ଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳଙ୍କ ନେତୃତ୍ବରେ ଜିଲ୍ଲାକାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଉପସ୍ଥିତ ରହି ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହ କାର୍ଯ୍ୟକ୍ରମକୁ ଲାଇଭ୍ ଷ୍ଟ୍ରିମିଙ୍ଗ୍ ମାଧ୍ୟମରେ ଦେଖିଥିଲେ । ଏହି କାର୍ଯ୍ୟକ୍ରମରେ ପଂଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ମଧ୍ୟରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନମାନେ ଭାଗ ନେବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ନିର୍ଦ୍ଦେଶନାମା ଜାରୀ କରାଯାଇଥିଲା । ଜିଲ୍ଲା ମଧ୍ୟରେ ଥିବା ସମସ୍ତ ବରପୁତ୍ରମାନଙ୍କ ଚତୁଃପାର୍ଶ୍ଵ ପରିସ୍କାର କରିବା ସହ…

Read More

ଉଦଘାଟିତ ହେଲା ପଞ୍ଚୁପାଣ୍ଡଵ ମହୋତ୍ସବ ଓ ପଲିଶ୍ରୀ ମେଳା – ୨୦୨୪

ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ମହୋତ୍ସଵ ପଡିଆରେ ଉଦଘାଟିତ ହେଲା ପଞ୍ଚୁପାଣ୍ଡଵ ମହୋତ୍ସବ ଓ ପଲିଶ୍ରୀ ମେଳା। ନୂଆଗାଁ ମହୋତ୍ସବ କମିଟି ସଭାପତି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତତେ ଉଦଘାଟିତ ହୋଇଯାଇଛି। ପ୍ରଥମ ଦିବସରେ ପ୍ରାରମ୍ଭରେ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ନୂଆଗାଁ ପଞ୍ଚୁପାଣ୍ଡଵ ମନ୍ଦିର ସମ୍ମୁଖରୁ ପୂଜାର୍ଚନା କରାଯାଇ ମଶାଲ ଯାତ୍ରା ଆରମ୍ଭ ହୋଇଥିଲା। ଏହି ଯାତ୍ରାରେ ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ନୂଆଗାଁ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଏକତ୍ରିତ ଭାବରେ ନୂଆଗାଁ ବିରୁପାଖେଶ୍ୱର ମନ୍ଦିର ନୂଆଗାଁ ଯାଇଥିଲେ ଏବଂ ସେଠାରୁ ମୃଦଙ୍ଗ, ଢୋଲ ଘୋଡା ନାଚ ଓ ସଂକୀର୍ତନ ମଣ୍ଡଳୀଙ୍କ ଦ୍ୱାରା ଏକ ବିରାଟ ପାଟୁଆର ବାହାରିଥିଲା। ନୂଆଗାଁ ଗ୍ରାମ ଭ୍ରମଣ କଲାପରେ ମହୋତ୍ସବ ପଡିଆରେ ଏହି ଶୋଭାଯାତ୍ରା ପହଞ୍ଚିଥିଲା। ଅପରାହ୍ନରେ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Read More

ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟର ଦୁଇ ଜଣ ଶିକ୍ଷକ ଓ ୪ ଜଣ ଛାତ୍ରଛାତ୍ରୀ ହେଲେ ସମ୍ମାନିତ

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନୟାଗଡ଼,(ନୟାଗଡ଼ ଦର୍ପଣ): 5t ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣର ଏକ ପ୍ରୟାସ ସ୍ୱରୂପ ଚଳିତ ବର୍ଷ ପ୍ରଦାନ କରାଯାଇଛି ” ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର”। ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ ପରିସରରେ ଆୟୋଜିତ ଏହି ରାଜ୍ୟସ୍ତରୀୟ ପୁରସ୍କାର ସମାରୋହର ରାଜ୍ୟର ବିଭିନ୍ନ ବିଦ୍ୟାଳୟ,ଶିକ୍ଷକ, ଶିକ୍ଷୟିତ୍ରୀ ତଥା ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା। ମିଳିବ ସମ୍ମାନ, ବଢିବ ଉତ୍ସାହ, ଆଣିବ ଆଗ୍ରହର ବାର୍ତ୍ତା ପ୍ରଦାନ କରୁଥିବା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନା ରାଜ୍ୟ ସରକାରଙ୍କ ଏକ ଅଭିନବ ପ୍ରୟାସ। ପୁରସ୍କାର ପ୍ରଦାନ ଉତ୍ସବରେ ନୟାଗଡ ଜିଲ୍ଲା ସ୍ଥିତ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟ, ଇଟାମାଟିର ଗଣିତ ଶିକ୍ଷକ ସୁରେନ୍ଦ୍ର କୁମାର ଖଣ୍ଡା, ଜିଲ୍ଲାସ୍ତରୀୟ ମାଧ୍ୟମିକ ଶିକ୍ଷକ ପୁରସ୍କାର ପାଇଥିବା ବେଳେ ମୃତ୍ୟୁଞ୍ଜୟ ଷଡ଼ଙ୍ଗୀ ଜିଲ୍ଲାର ଏକମାତ୍ର ସି. ଆର. ସି. ସି ଭାବେ ଏହି ସମ୍ମାନ ଗ୍ରହଣ…

Read More

ନିଖିଳ ଉତ୍କଳ କୂର୍ମି କ୍ଷତ୍ରିୟ ସମାଜର ନିର୍ବାଚନ, ନବନିର୍ବାଚିତ ପ୍ରତିନିଧିଙ୍କୁ ମନ୍ତ୍ରୀଙ୍କ ଅଭିନନ୍ଦନ

ଦଶପଲ୍ଲା,(ନୟାଗଡ଼ ଦର୍ପଣ): ନିଖିଳ ଉତ୍କଳ କୂର୍ମି କ୍ଷତ୍ରିୟ ସଂସ୍ଥାର ପ୍ରାଦେଶିକ ରାଜ୍ୟସ୍ତରୀୟ ପଦାଧିକାରୀମାନଙ୍କ ନିର୍ବାଚନ ଭଞ୍ଜନଗର ମୁଖ୍ୟ କାର୍ଯାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାକ୍ତନ ଶିକ୍ଷକ ଦେବଦତ୍ତ ପ୍ରଧାନ, ଅଧିବକ୍ତା ରାଜେନ୍ଦ୍ର ପ୍ରସାଦ ପ୍ରଧାନ ଓ ଦିବାକର ନାୟକ ନିର୍ବାଚନ ଅଧିକାରୀ ଭାବେ ପରିଚାଳନା କରିଥିଲେ। ସୂର୍ଯ୍ୟନାରାୟଣ ପ୍ରଧାନ ଓ ଗଙ୍ଗାଧର ନାୟକ ସଭାପତି ରୂପେ ପ୍ରାର୍ଥୀ ହୋଇଥିବାବେଳେ ଉଭୟଙ୍କ ପକ୍ଷେ ୨୧+୨୧ ଖଣ୍ଡ ଭୋଟ ହେବାରୁ ନିର୍ବାଚନ ଅମିମାଂସିତ ରହିଥିଲା। ପରେ ଗଙ୍ଗାଧର ଜାତିର ସ୍ଵାର୍ଥ ଓ ଶୃଙ୍ଖଳା ଦୃଷ୍ଟିରୁ ବର୍ଷିଆନ ବ୍ୟକ୍ତି ସୂର୍ଯ୍ୟନାରାୟଣ ପ୍ରଧାନଙ୍କୁ ମୁକ୍ତ କଣ୍ଠରେ ସଭାପତି ଭାବେ ରହିବାକୁ ପ୍ରକାଶ କରିଥିଲେ। ସଭାପତି ସୂର୍ଯ୍ୟନାରାୟଣ ପ୍ରଧାନ, ଉପସଭାପତି କଂଗ୍ରେସ ପ୍ରଧାନ, ସମ୍ପାଦକ ବିଶ୍ଵନାଥ ରାଉତ, ସହ ସମ୍ପାଦକ ପ୍ରଶାନ୍ତ କୁମାର ସାହୁ, (ଦଶପଲ୍ଲା), ସଂଗଠନ ସମ୍ପାଦକ ଭବାନୀଶଙ୍କର ପ୍ରଧାନ (ବାଉଁଶଲୁଣ୍ଡି) କୋଷାଧ୍ୟକ୍ଷ…

Read More

ଜିଲ୍ଲାସ୍ତରୀୟ ବାଲ୍ୟବିବାହ ପ୍ରତିରୋଧ ପ୍ରକଳ୍ପ ସଂପ୍ରସାରଣ କର୍ମଶାଳା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକଦିବସୀୟ ବାଲ୍ୟବିବାହ ନିରୋଧ ଆଇନ୍ ଓ ଏହାର କାର୍ଯ୍ୟକାରିତା ସମ୍ପର୍କରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ପ୍ରଥମାର୍ଦ୍ଧରେ ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲିପ୍ କୁମାର ବଳଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ସେଣ୍ଟର ଫର କାଟାଲାଇଜିଙ୍ଗ୍ ଚେଞ୍ଜ (ସି-୩) ଏବଂ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ନୟାଗଡ଼ଙ୍କ ମିଳିତ ଆନୁକୂଲ୍ୟରେ ୨୦୨୪ ଏବଂ ୨୦୨୫ ବର୍ଷ ପାଇଁ କାର୍ଯ୍ୟଖସଡ଼ା ପ୍ରସ୍ତୁତ କରାଯାଇଥିଲା। ସି-୩ ଶାଖାର ରାଜ୍ୟ ମୁଖ୍ୟ ଅଶୋକ କୁମାର ନାୟକ କାର୍ଯ୍ୟକ୍ରମ ବିଷୟରେ ସବିଶେଷ ବିବରଣୀ ପାଠ କରିଥିଲେ ଏବଂ ଧର୍ମାନନ୍ଦ ସୁନ୍ଦରାୟ ତାଙ୍କୁ ସହଯୋଗ କରିଥିଲେ ତଥା ସି-୩ ମୁଖ୍ୟାଳୟ, ଦିଲ୍ଲୀରୁ ଆସିଥିବା ପ୍ରକଳ୍ପର ମୁଖ୍ୟ ବନ୍ଦନା ନାୟାର ମହୋଦୟା ଏବଂ କାର୍ଯ୍ୟକାରୀ ଅଧିକାରୀ ସୁମିତ୍ କାର୍ଯ୍ୟକ୍ରମର ରୂପରେଖ ଉପର ପୁଖାନୁପୁଂଖ ଆଲୋଚନା କରିଥିଲେ…

Read More

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାରେ ନୟାଗଡ ଜିଲ୍ଲା

ନୟାଗଡ଼, (ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅନ୍ତର୍ଗତ ରାଜ୍ୟ ସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ଆସନ୍ତା ଜାନୁଆରୀ ମାସ ୩୧ ତାରିଖ ଦିନ ଦିବା ୨:୩୦ ଘଟିକା ଠାରୁ ସନ୍ଧ୍ୟା ୭:୩୦ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମ ଠାରେ ମହାସମାରୋହ ରେ ଅନୁଷ୍ଠିତ ହେବାକୁ ଯାଉଅଛି I ଏଥି ନିମନ୍ତେ ନୟାଗଡ ଜିଲ୍ଲାରୁ ବିଭିନ୍ନ ପର୍ଯ୍ୟାୟରେ ମେଧାବୀ ଛାତ୍ର ଛାତ୍ରୀ,ବିଦ୍ୟାଳୟ, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ, ବିଭିନ୍ନ ବିଷୟରେ କୃତି ଶିକ୍ଷକ ଶିକ୍ଷୟତ୍ରୀ ଓ ବ୍ଲକ ଉକ୍ତ ରାଜ୍ୟ ସ୍ତରୀୟ ଉତ୍ସବରେ ପୁରସ୍କୃତ ହେବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି I ଛାତ୍ର ଏକାଡେମୀ ପୁରସ୍କାର ପର୍ଯ୍ୟାୟରେ ଜିଲ୍ଲାରୁ ମୋଟ ୬ ଜଣ ଯୋଗ୍ୟ ବିବେଚିତ ହୋଇଥିବା ବେଳେ ଛାତ୍ର ମେରିଟ ବୃତ୍ତି ପର୍ଯ୍ୟାୟରେ ଜିଲ୍ଲାରୁ ମୋଟ ୬୯ ଜଣ ଛାତ୍ର ଛାତ୍ରୀ ପୁରସ୍କାର…

Read More