ଓଡ଼ଗାଁ,(ନୟାଗଡ଼ ଦର୍ପଣ): ରଘୁନାଥ ସମବାୟ ମହାବିଦ୍ୟାଳୟ ଓଡ଼ଗାଁରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ସାମ୍ପ୍ରତିକ ସମାଜରେ ଓଡ଼ିଆ ଭାଷାର ଉପଯୋଗିତାକୁ ନେଇ ଏକ ସାହିତ୍ୟ ଆଲୋଚନା ଚକ୍ର ବୁଧବାର ଅନୁଷ୍ଠିତ ହୋଇଯାଇଛି।ମହାବିଦ୍ୟାଳୟ ଅଧ୍ୟକ୍ଷ ରାଜକିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଆଲୋଚନା ଚକ୍ରରେ ମୁଖ୍ୟ ଅତିଥିରୂପେ କୈଳାସ ଗାଣ୍ଡ ଓ ମୁଖ୍ୟବକ୍ତାରୂପେ ଗୋଦାବରୀଶ ମିଶ୍ର ଯୋଗ ଦେଇ ଆଧୁନିକ ସମାଜରେ ଓଡ଼ିଆ ଭାଷାର ଉପଯୋଗିତା, କାର୍ଯ୍ୟକାରିତା ଓ ବାସ୍ତବତା ସମ୍ପର୍କରେ ଆଲୋକପାତ କରିଥିଲେ। ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା କରିବା ସହ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଉଛି ବୋଲି ମତବ୍ୟକ୍ତ କରିଥିଲେ।ଅଧ୍ୟକ୍ଷ ସାହୁ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଗବତ ଓଡ଼ିଶାର ଜନଜୀବନକୁ କେମିତି ପ୍ରଭାବିତ କରି…
Read MoreCategory: ଅନ୍ୟାନ୍ୟ
ଜାତୀୟ ଟାଏକୋଣ୍ଡୋରେ ନୟାଗଡକୁ ପୂମସି ଇଭେଣ୍ଟରେ ଗୋଟିଏ ସ୍ଵର୍ଣ ଓ ଗୋଟିଏ ରୌପ୍ୟ ପଦକ
ନୟାଗଡ଼, (ନୟାଗଡ଼ ଦର୍ପଣ): ଚଳିତ ମାସ ଜାନୁଆରୀ 19 ରୁ 21 ତାରିଖରେ ରାଜସ୍ତାନ ରାଜ୍ୟର ସବାଇ ମାଧପୁର ଠାରେ 40ତମ ଜୁନିଅର ଓ 39ତମ ସିନିଅର ଜାତୀୟ କିରୋଗୀ ଟାଏକୋଣ୍ଡୋ ଓ 13ତମ ଜୁନିଅର ଓ 12ତମ ସିନିଅର ପୂମସି ପ୍ରତିଯୋଗିତା ହୋଇଯାଇଛି। ଟାଏକୋଣ୍ଡୋ ଫେଡେରେସନ ଅଫ ଇଣ୍ଡିଆ ଓ ରାଜସ୍ଥାନ ଟାଏକୋଣ୍ଡୋ ସଙ୍ଘ ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା। ନୟାଗଡ ଜିଲ୍ଲାରୁ ଜଣେ ପ୍ରତିଯୋଗୀ ଏମ. ରିତିକ ରଞ୍ଜନ ମହାପାତ୍ର ଓଡିଶା ଟିମରେ ସ୍ଥାନ ପାଇଁ ଜାତୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ସିନିଅର ପୂମସି ଫ୍ରି ଷ୍ଟାଇଲରେ ଓ ନୂଆ ପୂମସି ଇଭେଣ୍ଟ ରେ ଏମ. ରିତିକ ରଞ୍ଜନ ମହାପାତ୍ର ଉଭୟ ଇଭେଣ୍ଟ ରେ ଦୁଇଟି ସ୍ଵର୍ଣ ପଦକ ଓ ରୌପ୍ୟ ପଡକ ଜିତିଥିଲେ ଯାହା ନୟାଗଡ ଜିଲ୍ଲାରେ ଅଫିସିଆଲ…
Read Moreସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟ ଆନୁକୂଲ୍ୟରେ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ସଭା ଗୃହରେ ପ୍ରବଳ ପରାକ୍ରମୀ ସ୍ଵାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ବୋଷ ଓ ପଶ୍ଚିମ ଓଡ଼ିଶାର ମହାନ ସ୍ଵାଧୀନତା ସଂଗ୍ରାମୀ ତଥା ସେ ମାଟିର ସିଂହ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଶିକ୍ଷକ ଶିକ୍ଷିକା ଓ ଛାତ୍ରଛାତ୍ରୀଙ୍କୁ ନେଇ ପାଳିତ ହୋଇଯାଇଛି l ପ୍ରଧାନ ଶିକ୍ଷୟିତ୍ରୀ ଝୁମୁରୀ ସାହୁ ଉଭୟ ବରପୁତ୍ରଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣକରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥଲେ l ଛାତ୍ରଛାତ୍ରୀ ମାନେ ଦିବଂଗତ ମହାପୁରୁଷଙ୍କ ଜୀବନାଦର୍ଶ ଉପରେ ବକ୍ତବ୍ୟ ରଖିଥିବା ବେଳେ ସହକରୀ ଶିକ୍ଷୟିତ୍ରୀ ପ୍ରବାସିନୀ ମିଶ୍ର, ନିଶାମଣି ମିଶ୍ର, ଜ୍ୟୋତିର୍ମୟୀ ରାଉତ, ବରିଷ୍ଠ ଶିକ୍ଷକ ତାଜୁଦ୍ଦିନ ଖାଁ ପ୍ରମୁଖ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ବଳିଦାନ ଉପରେ ଆଲୋକପାତ କରିଥଲେ l କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ସୁଷମା ବିଶ୍ଵାଳ, ସ୍ଵପ୍ନା ରାଣୀ…
Read Moreସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୧ଜଣ ଫାଇନାଲକୁ ଉତ୍ତୀର୍ଣ୍ଣ
ନୟାଗଡ଼,(ନୟାଗଡ଼ ଦର୍ପଣ): ସଙ୍ଗୀତଧାରା ନୟାଗଡ଼ ପକ୍ଷରୁ ଆୟୋଜିତ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଆଜି ଅନୁଷ୍ଠିତ ସେମି ଫାଇନାଲରେ ୧୧ ଜଣ ପ୍ରତିଯୋଗୀ ଫାଇନାଲ ପର୍ଯ୍ୟାୟକୁ ଉନ୍ନୀତ ହୋଇଛନ୍ତି । ଏହି ସେମି ଫାଇନାଲରେ ଜିଲ୍ଲାର ମୋଟ ୮ଟି ବ୍ଲକରେ ଅନୁଷ୍ଠିତ ହୋଇଥିବା ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗିତାରୁ ୩୩ ଜଣ ପ୍ରତିଯୋଗୀ ମନୋନୀତ ହୋଇ ସେମି ଫାଇନାଲରେ ଭାଗ ନେଇଥିଲେ । ନୟାଗଡ଼ ବ୍ଳକ ସମ୍ମିଳନୀ କକ୍ଷରେ ଆୟୋଜିତ ସେମି ଫାଇନାଲରେ ବିଚାରକ ଭାବେ ସୂରଗନ୍ଧର୍ବ ନବକିଶୋର ମିଶ୍ର,ସଙ୍ଗୀତଗୁରୁ ମାଧବ ମହାରଣା ଏବଂ ରବିନ୍ଦ୍ର ତ୍ରିପାଠୀ ପ୍ରମୁଖ ଯୋଗଦାନ କରି ଶ୍ରେଷ୍ଠ ୧୧ଜଣ ପ୍ରତିଯୋଗୀଙ୍କୁ ଫାଇନାଲ ପାଇଁ ବାଛିଥିଲେ । ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଥିବା ଏହି ପ୍ରତିଯୋଗୀ ମାନେ ହେଲେ ପ୍ରୟତାତ୍ମା ରଥ, ଶୁଚିସ୍ମିତା ନନ୍ଦ, ଓମ ପ୍ରକାଶ ପାତ୍ର, ସଙ୍ଗୀତା ପ୍ରଧାନ, ଶ୍ରୀଜଲ ମହାନ୍ତି, ଶୁଚିସ୍ମିତା ଦୋରା,…
Read Moreବିଜେପି ଛାଡି ବିଜେଡିରେ ଯୋଗଦେଲେ ଇଟାମାଟି ପଞ୍ଚାୟତର ୩୦ପରିବାର
ନୟାଗଡ଼,(ନୟାଗଡ଼ ଦର୍ପଣ): ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ନୟାଗଡ଼ ବ୍ଲକ ଇଟାମାଟି ଗ୍ରାମ ପଞ୍ଚାୟତର ବିରୋଧୀ ଦଳର ଆଗଧାଡ଼ିର ନେତାମାନେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଦିନକୁ ଦିନ ଶକ୍ତିଶାଳୀ ହେଉଛି ବିଜେଡି। ଆଜି ଏହି ନିର୍ବାଚନ ମଣ୍ଡଳୀର ବହୁ ବିଜେପି କର୍ମୀ ବିଜେଡିରେ ଯୋଗଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୁଳକ କାର୍ଯ୍ୟରେ ସାମିଲ ହେବା ଏବଂ ନୟାଗଡ଼ ବିଧାୟକ ଡ଼ଃ. ଅରୁଣକୁମାର ସାହୁଙ୍କ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ବିରୋଧୀଦଳର କର୍ମୀମାନେ ବିଜେଡିରେ ସାମିଲ ହେବାରେ ଲାଗିଛନ୍ତି। ବିଜୁ ଜନତା ଦଳରେ ଏହି ୩୦ପରିବାର ଯୋଗ ଦେବା ପରେ ଇଟାମାଟି ପଞ୍ଚାୟତରେ ବିଜେଡିକୁ ଆହୁରି ଶକ୍ତିଶାଳୀ କରାଯିବ ବୋଲି ବିଜେଡିରେ ସାମିଲ ହୋଇଥିବା ମହିଳାମାନେ ବକ୍ତବ୍ୟରେ…
Read Moreଓଡଗାଁ ଗାଇଡ଼ାନ୍ସ ପବ୍ଲିକ ସ୍କୁଲରେ ବିଜ୍ଞାନ, ଚିତ୍ର କଳା ଓ ହସ୍ତଶିଳ୍ପ ପ୍ରଦର୍ଶନୀ
ଓଡଗାଁ, (ନୟାଗଡ଼ ଦର୍ପଣ): ଓଡ଼ଗାଁ କଲେଜ ରୋଡରେ ଥିବା ଗାଇଡ଼ାନ୍ସ ପବ୍ଲିକ ସ୍କୁଲ ରେ ୨୦୨୩-୨୪ ପାଇଁ ଏକ ବିଜ୍ଞାନ,ଚିତ୍ର କଳା ଓ ହସ୍ତଶିଳ୍ପ ପ୍ରଦର୍ଶନୀକୁ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ପଞ୍ଚାନନ ପଣ୍ଡା ଉଦଘାଟନ କରିଥିଲେ । ବିଜ୍ଞାନ ପ୍ରଦର୍ଶନୀ ପାଇଁ ବିଚାରକ ଭାବେ ଓଡ଼ଗାଁ କ୍ଲଷ୍ଟର ର ସି ଆର ସି ସି ନରେଶ ପାଣିଗ୍ରାହୀ , ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ପବିତ୍ର ମୋହନ ସାହୁ ଏବଂ ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ବୁଦ୍ଧିଆ ପାତ୍ର ପ୍ରକଳ୍ପ ଗୁଡ଼ିକୁ ମୂଲ୍ୟାୟନ କରିଥିବା ବେଳେ ଚିତ୍ର କଳା ଓ ହସ୍ତଶିଳ୍ପ ବିଭାଗରେ ଅତିଥି ତଥା ଅବସରପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ପଞ୍ଚାନନ ପଣ୍ଡା ,ପ୍ରକୃତିବନ୍ଧୁ ତଥା ଶିକ୍ଷକ ଶ୍ରୀଯୁକ୍ତ ରଞ୍ଜନ କୁମାର ଦାଶ , କଳା ଶିକ୍ଷକ ଶ୍ରୀଯୁକ୍ତ ଏକଲବ୍ୟ ଦାସ ପ୍ରକଳ୍ପ ଗୁଡ଼ିକୁ ମୂଲ୍ୟାୟନ କରିଥିଲେ। ଅନୁଷ୍ଠାନର ଚେୟାରମ୍ୟାନ…
Read Moreସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ରାଉତଙ୍କ ପରଲୋକ
ଓଡଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଆରଡା ପଞ୍ଚାୟତ ମହୁଲିଆ ଗ୍ରାମର ବର୍ଷିଆନ ସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ରାଉତଙ୍କ ୧୧୨ ବର୍ଷ ବୟସରେ ନିଜ ଗ୍ରାମରେ ପରଲୋକ ହୋଇଯାଇଛି। ଏହି ସଚ୍ଚା ଦେଶପ୍ରେମୀଙ୍କ ବିୟୋଗରେ ‘ନୟାଗଡ଼ ଦର୍ପଣ’ର ଅଶ୍ରୁଳ ଶ୍ରଦ୍ଧାଞ୍ଜଳି।
Read Moreସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ମେଳା ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ସରକାରୀ ଉଚ୍ଚ ବିଦ୍ୟାଳୟ, ସିନ୍ଦୁରିଆ ଆନୁକୂଲ୍ୟରେ ନବମ ଓ ଦଶମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କ ବୌଦ୍ଧିକ କଳା କୌଶଳ ଉପରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ମେଳା ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି l ଆଜିର କାର୍ଯ୍ୟକ୍ରମରେ ବିଶିଷ୍ଟ ଶିଶୁ ସାହିତ୍ୟ ସାଧିକା ତଥା ଆନ୍ତର୍ଜାତୀୟ ଖ୍ୟାତି ସଂପନ୍ନ ଲେଖିକା ବସିରନ୍ ବିବି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଓଡ଼ଗାଁ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରାଧ୍ୟାପକ ଉମର ମଲ୍ଲିକ ଯୋଗଦେଇଥିଲେ l ସାହିତ୍ୟ ସୃଜନୀ କ୍ଲବ୍ ରେ କବିତା ଦାସ, କୌଶଳି କ୍ଲବ୍ ରେ ସ୍ବିଟି ଲେଙ୍କା, ଜିଜ୍ଞାସା କ୍ଲବ୍ ରେ ସୁମନ କୁମାର ସାହୁ ଓ କ୍ରୀଡ଼ାଙ୍ଗନା କ୍ଲବ୍ ରେ ଶିବୁ ଦଳେଇ ଓ ବ୍ୟକ୍ତିଗତ ପ୍ରଦର୍ଶନରେ ସାହିତ୍ୟ ସୃଜନୀର ବିଜେତା କବିତା…
Read Moreନୟାଗଡ଼ ନାଟକ ମହୋତ୍ସବର ଉଦଯାପନ ସଂଧ୍ୟାର ନାଟକ ଭିନ୍ନ ଏକ ରାଗିଣୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ଗତ ପାଞ୍ଚଦିନ ଧରି ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ପ୍ରେକ୍ଷାଳୟରେ ଚାଲିଥିବା ନୟାଗଡ଼ ନାଟକ ମହୋତ୍ସବର ପଞ୍ଚମ ସଂଧ୍ୟାରେ ମଞ୍ଚସ୍ଥ ହୋଇଥିଲା ସୁଧା ସାଂସ୍କୃତିକ ଅନୁଷ୍ଠାନ,ନୟାଗଡର ନାଟକ ଭିନ୍ନ ଏକ ରାଗିଣୀ । ଜଣେ ଯୁବକର ସ୍ୱପ୍ନ, ଆଇ. ଏ. ଏସ. ହେବାର ସଂକଳ୍ପ କେମିତି ସମାଜର ବିଭିନ୍ନ ଘଟଣା ପ୍ରବାହରେ ବାଧାପ୍ରାପ୍ତ ହୋଇଛି ଏମିତି ଏକ ରୋଚକ ଘଟଣାକୁ ନେଇ ଗତିଶୀଳ ନାଟକ ଭିନ୍ନ ଏକ ରାଗିଣୀ। ନାଟକ ରଚନା କରିବା ସହ ନିର୍ଦ୍ଦେଶନା ଦେଇଥିଲେ ନାଟ୍ୟକାର ଡ. ଆଶୁତୋଷ ମିଶ୍ର । ଆଜିର କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନୟାଗଡ ବି.ଡି.ଓ ପଦ୍ମ ଚରଣ ସାହୁ, ବିଶିଷ୍ଟ ଅତିଥି ଭାବେ ଓଡ଼ିଆ ସାହିତ୍ୟ ଏକାଡେମି ପୁରସ୍କାର ପ୍ରାପ୍ତ ନାଟ୍ୟକାର ପ୍ରାଧ୍ୟାପକ ରାମଚନ୍ଦ୍ର ମିଶ୍ର ଯୋଗଦେଇ ନୟାଗଡରେ ନାଟକର ସମୃଦ୍ଧି ପାଇଁ ଏମିତି…
Read Moreବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ଜିଲ୍ଲା ସ୍ତରୀୟ ଜନ୍ମ ଜୟନ୍ତୀ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡିଶାର ଯେଉଁ ବ୍ଯକ୍ତି ପ୍ରଥମେ ମହାତ୍ମା ଗାନ୍ଧୀଙ୍କୁ ସାକ୍ଷାତ କରି ଓଡ଼ିଆଙ୍କ ଦୁରବସ୍ଥା ଓ ଦୁଃଖ ଦୁର୍ଦ୍ଦଶା ଜଣାଇ ଥିଲେ ସେ ହେଉଛନ୍ତି ଗାନ୍ଧୀ ବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର। ଓଡିଶାର ମହାନାୟକ ଗାନ୍ଧୀଙ୍କ ପ୍ରିୟ ଓଡିଆ ପୂଜ୍ୟ ବିପ୍ଳବୀ ଶ୍ରୀ ମିଶ୍ର ଙ୍କର ୧୩୪ ତମ ଜିଲ୍ଲା ସ୍ତରୀୟ ଜନ୍ମ ଜୟନ୍ତୀ ଆଜି ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ନୟାଗଡ଼, ପୂଜ୍ୟପୂଜା କମିଟି,ନୟାଗଡ଼ ଓ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ସ୍ମୃତି ପରିଷଦ, ଦଶପଲ୍ଲା ମିଳିତ ଆନୁକୁଲ୍ୟରେ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାକେନ୍ଦ୍ରର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ବିଦ୍ଯାଳୟ ପରିସରରେ…
Read More