ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାରେ ଥିବା ୪ଗୋଟି ଶିଶୁ ଯତ୍ନ ଅନୁଷ୍ଠାନ ଓ ସ୍ବତନ୍ତ୍ର ବିଦ୍ୟାଳୟରେ ଯତ୍ନର ମାନକାବଳୀ ନିମନ୍ତେ ଏକଦିବସୀୟ କର୍ମଶାଳା ଡ଼ି.ପିଆରସି ସମ୍ମିଳନୀ କକ୍ଷରେଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ଶିଶୁମଙ୍ଗଳ ସମିତିର ସଦସ୍ୟ ଇଂ. ଦେବାଶିଷ ପଟ୍ଟନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶିବିୟନ ପ୍ରଧାନ ଓ ଶିଶୁ ସୁରକ୍ଷା ଅଧିକାରୀ (ଆନୁଷ୍ଠାନିକ ଯତ୍ନ) ପ୍ରମୁଖ ଯୋଗଦେଇ ଶିଶୁମାନଙ୍କୁ ଯୌନ ଶୋଷଣରୁ ସୁରକ୍ଷା ଅଧିନିୟମ-୨୦୧୨, କିଶୋର ନ୍ୟାୟ ଆଇନ-୨୦୧୫ ଅଧିନସ୍ଥ ଶିଶୁ ଯତ୍ନ ଅନୁଷ୍ଠାନ ଓ ସ୍ବତନ୍ତ୍ର ବିଦ୍ୟାଳୟରେ ଯତ୍ନର ମାନକାବଳୀ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ପ୍ରଶାନ୍ତ ପାଲଟା ସିଂ ପ୍ରୋଜେକ୍ଟ ଡାଇରେକ୍ଟର ସଂଯୋଗ, କଟକ ରିସୋର୍ସ ପର୍ସନଭାବେ ଯୋଗଦେଇ ଜିଲ୍ଲାରେ ଥିବା ସମସ୍ତ ଶିଶୁ ଯତ୍ନ ଅନୁଷ୍ଠାନ ଓ ସ୍ବତନ୍ତ୍ର ବିଦ୍ୟାଳୟରେ ଯତ୍ନର ମାନକାବଳୀ କିଭଳି ଭଲ ଭାବେ ପାଳନ…
Read MoreCategory: ଅନ୍ୟାନ୍ୟ
ପଠାଣି ସାମନ୍ତଙ୍କ ଜୟନ୍ତୀ ସମାରୋହ, ଦାଶ ବେନହୁରଙ୍କୁ ‘ନୟାଗଡ଼ ଗୌରବ’
ନୟାଗଡ଼,(ନୟାଗଡ଼ ଦର୍ପଣ): ବିଶ୍ୱବିଶୃତ ନଭବିଜ୍ଞାନୀ ମହାମହପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ବା ପଠାଣି ସାମନ୍ତଙ୍କ ୧୮୯ତମ ଜନ୍ମସ୍ମାରକୀ ମହା ସମାରୋହରେ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ଥିବା ଯଦୁମଣି ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ ଅରୁଣ କୁମାର ସାହୁ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ଏବଂ ଭାରତ ସରକାରଙ୍କ ପ୍ରାକ୍ତନ ଗଣମାଧ୍ୟମ ଉପଦେଷ୍ଟା ଡ ଉମାକାନ୍ତ ମିଶ୍ର ପ୍ରମୁଖ ଯୋଗଦାନ କରିଥିଲେ। ଏହି ଅବସରରେ ଚଳିତ ବର୍ଷ ମର୍ଯ୍ୟାଦାପୂର୍ଣ୍ଣ ‘ନୟାଗଡ଼ ଗୌରବ’ ସମ୍ମାନ ପଠାଣି ସାମନ୍ତଙ୍କ ଜନ୍ମମାଟି ଖଣ୍ଡପଡ଼ାର କୃତୀ ସନ୍ତାନ ଲବ୍ଧ ପ୍ରତିଷ୍ଠିତ ଶିଶୁ ସାହିତ୍ୟିକ ଦାଶ ବେନହୁରଙ୍କୁ ପ୍ରଦାନ କରାଯାଇଥିଲା । ସେହିପରି ନୟାଗଡ଼ ସ୍ୱୟଂ ଶାସିତ…
Read Moreଦଶପଲ୍ଲାକୁ ୭ ଦିନ ଭିତରେ ରେଳ ଚଲାଅ, କଂଗ୍ରେସର ଆନ୍ଦୋଳନ ଧମକ
ରେଲୱେ ଡିଆରଏମଙ୍କୁ ସ୍ମାରକପତ୍ର ଦେଲା କଂଗ୍ରେସ ନୟାଗଡ଼, (ନୟାଗଡ଼ ଦର୍ପଣ): ଦଶପଲ୍ଲାକୁ ରେଳ ଚଳାଇବା ପାଇଁ ଦଶପଲ୍ଲା ଜନସାଧାରଣଙ୍କ କ୍ରମାଗତ ଦାବୀକୁ କାର୍ଯ୍ୟକାରୀ କରିବା ପାଇଁ ମୋଦି ସରକାରଙ୍କ ଅବହେଳା ପ୍ରତିବାଦରେ କଂଗ୍ରେସ ଆନ୍ଦୋଳନ ଧମକ ଦେଇଛି। ଆଜି ଜଟଣୀ ସ୍ଥିତ ରେଲୱେ ଡିଆରଏମ ଏଚ.ଏସ. ବାଜ୍ୱାଙ୍କୁ ଏନେଇ ଜିଲ୍ଲା କଂଗ୍ରେସ ପକ୍ଷରୁ ୭ଦିନ ମଧ୍ୟରେ ଦଶପଲ୍ଲା କୁ ରେଳ ଚଳାଚଳ କରିବା ପାଇଁ ଚେତାବନୀ ଦିଆଯାଇଛି। ଯଦି ୭ ଦିନ ଭିତରେ ରେଳ ଚଳାଚଳ ନହୁଏ ତେବେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ କଂଗ୍ରେସ କାର୍ଯ୍ୟକର୍ତା ମାନେ ମହୀପୁର ଏବଂ କୋରଡ଼ା ରେଳ ଷ୍ଟେସନରେ ବିକ୍ଷୋଭ ପ୍ରଦର୍ଶନ କରି ପ୍ରଧାନମନ୍ତ୍ରୀ ମୋଦି, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରାଯିବ ବୋଲି ଜିଲ୍ଲା କଂଗ୍ରେସ ସଭାପତି ଆଇନଜୀବୀ ରଣଜିତ ଦାଶ…
Read Moreଶ୍ରୀହରି ବିହାରରେ ହନୁମାନ ମନ୍ଦିର ଭୁମି ପୂଜନ ଉତ୍ସବରେ ଯୋଗଦେଲେ ବିଧାୟକ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ପୌରାଞ୍ଚଳ ଦିନକୁ ଦିନ ବିକଶିତ ହେବାରେ ଲାଗିଛି । ନୟାଗଡ ସହର ମଧ୍ୟରେ ଥିବା ସମସ୍ତ ମଠ, ମନ୍ଦିରର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଛି । ଏହି ଅବସରରେ ୧୨ନଂ ୱାର୍ଡର ଶ୍ରୀହରି ବିହାର ଲେନରେ ହନୁମାନ ମନ୍ଦିରର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ପାଇଁ ଭୁମି ପୂଜନ ଉତ୍ସବ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା ଯୋଜନାରେ ୪ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରାଯାଇଛି। ଆଜି ନୟାଗଡ ବିଧାୟକ ଡ଼ଃ. ଅରୁଣ କୁମାର ସାହୁ ଉକ୍ତ ଉତ୍ସବରେ ଉପସ୍ଥିତ ରହି ଖୁବଶୀଘ୍ର କାର୍ଯ୍ୟ ସାରିବା ପାଇଁ ପରାମର୍ଶ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ପୌରାଧ୍ଯକ୍ଷା ନିରୁପମା ଖଟେଇଙ୍କ ସମେତ ସମସ୍ତ କାଉନସିଲର, ସହରର ବୁଦ୍ଧିଜିବୀମାନେ ଯୋଗ ଦେଇଥିଲେ।
Read Moreନୟାଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ମାନବିକ ଅଧିକାର
ଦିବସ” ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରତିବର୍ଷ ୧୦ ଡିସେମ୍ବର ତାରିଖରେ ମାନବିକ ଅଧିକାର ଦିବସ ପାଳିତ ହୁଏ । ଏହି ଅବସରରେ ନୟାଗଡ ଜିଲ୍ଲା ଏବଂ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ଆନନ୍ଦ ନାରାୟଣ ମହାରଣାଙ୍କ ଅନୁମତିକ୍ରମେ ନୟାଗଡ ସ୍ଵୟଂଶାଶିତ ମହାବିଦ୍ୟାଳୟର ମାଲତୀ ଚୌଧୁରୀ ଛାତ୍ରୀ ନିବାସ ଅନ୍ତେବାସୀମାନଙ୍କ ଗହଣରେ ଏହି ଦିବସ ପାଳିତ ହୋଇଅଛି। ୱାର୍ଡେନ ଶ୍ରୀମତୀ କବିତା ମହାପାତ୍ର ଅତିଥୀମାନଙ୍କୁ ସ୍ବାଗତ ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ। ବରିଷ୍ଠ ବର୍ଗ ବିଚାରପତି ତଥା ସଚିବ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ବିଶେଷ କୁମାର ସାହୁ, ମାନବିକ ଅଧିକାର ଦିବସର ତାତ୍ପର୍ଯ୍ୟ ୭୫ ବର୍ଷ ପାଳନ ଉପଲକ୍ଷେ “ସମସ୍ତଙ୍କ ପାଇଁ ସ୍ବାଧୀନତା, ସମାନତା ଓ ନ୍ୟାୟ ବାଖ୍ୟା କରିଥିଲେ। ଭାରତୀୟ ସମ୍ବିଧାନରେ ମାନବିକ ଅଧିକାର, ଆଇନ୍ ତଃ…
Read Moreଭଏସ ଅଫ ନୟାଗଡ଼ର ପ୍ରଥମ ଅଡିସନ,
୬ଜଣ ପରବର୍ତ୍ତୀ ପର୍ଯ୍ୟାୟକୁ ଉତ୍ତୀର୍ଣ୍ଣ
ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ନୟାଗଡ଼ ଭଏସର ପ୍ରଥମ ଅଡିସନ ନୟାଗଡ଼ ଏନ୍ଏସି ହାଇସ୍କୁଲରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକର ବିଭିନ୍ନ କଲେଜ ଓ ସ୍କୁଲର ଛାତ୍ରଛାତ୍ରୀ ମାନେ ଏହି ଅଡିସନ ରାଉଣ୍ଡରେ ଅଂଶଗ୍ରହଣ କରିଥିଲେ । ଆଜିର ଏହି ଅଡିସନରେ ଜଜ ଭାବେ ସୁର ଗନ୍ଧର୍ବ ନବକିଶୋର ମିଶ୍ର, ବରିଷ୍ଠ ସଂଗୀତଜ୍ଞ ପ୍ରଦୀପ୍ତ ପଟ୍ଟନାୟକ ଓ ଜଗଦୀଶ ରଥ ଉପସ୍ଥିତ ଥିଲେ । ଆଜି ଅଡିସନରୁ ୬ ଜଣ ପ୍ରତିଯୋଗୀ ପରବର୍ତ୍ତୀ ପର୍ଯ୍ୟାୟକୁ ଉତ୍ତୀର୍ଣ୍ଣ ହୋଇଛନ୍ତି । ଉତ୍ତୀର୍ଣ୍ଣ ହୋଇଥିବା ପ୍ରତିଯୋଗୀ ମାନେ ହେଲେ ନୟନିକା ପଟ୍ଟନାୟକ, ପ୍ରୀତିପ୍ରଜ୍ଞା ସାହୁ, ମିଳନ କୁମାର ସ୍ବାଇଁ, ଇପ୍ସିତା ପ୍ରିୟଦର୍ଶିନୀ, ବର୍ଷାରାଣୀ ନାୟକ ଏବଂ ସ୍ବୟଂଶ୍ରୀ ମିଶ୍ର। ନୟାଗଡ଼ କ୍ଲବ ଆନୁକୁଲ୍ୟରେ ଆୟୋଜିତ ଆଜିର ଏହି କାର୍ଯ୍ୟକ୍ରମରେ ସଂଯୋଜକ ଧିରେନ୍ଦ୍ର କୁମାର ପଟ୍ଟନାୟକ, ସଂପାଦକ ମିହିର ରଞ୍ଜନ…
Read More‘ନବୀନ ମଣ୍ଡପ’କୁ ଉଦଘାଟନ କଲେ ବିଧାୟକ ଡ଼ଃ. ଅରୁଣ
ନୟାଗଡ଼,(ନୟାଗଡ଼ ଦର୍ପଣ): ଦିନକୁ ଦିନ ବିକଶିତ ହେଉଛି ନୟାଗଡ଼ ପୌରାଞ୍ଚଳ। ନୟାଗଡ଼ ସହରର ବିଭିନ୍ନ ସ୍ଥାନରେ ନିର୍ମାଣ କରାଯାଉଛି କଲ୍ୟାଣ ମଣ୍ଡପ। ନୟାଗଡ଼ ସହର ଦିନକୁ ଦିନ ବଢ଼ିବାରେ ଲାଗିଥିବା ବେଳେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଅସୁବିଧା ହେଉଥିବାରୁ ନୟାଗଡ଼ ବିଧାୟକ ଡ଼ଃ. ଅରୁଣ କୁମାର ସାହୁ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ କଲ୍ୟାଣ ମଣ୍ଡପମାନ ନିର୍ମାଣ କରାଯାଉଥିବା ସୂଚନା ଦେଇଛନ୍ତି। ନୟାଗଡ଼ ପୌର ପରିଷଦ ପକ୍ଷରୁ ୧୨ନମ୍ବର ୱାର୍ଡ଼ ଦେବୋତର କଲୋନୀରେ ୨କୋଟି ଟଙ୍କା ବ୍ୟୟରେ ଉକ୍ତ କଲ୍ୟାଣ ମଣ୍ଡପକୁ ଉଦଘାଟନ କରିଛନ୍ତି। ଏହି କଲ୍ୟାଣ ମଣ୍ଡପ ଟିର ନାଁ ଦିଆଯାଇଛି ‘ନବୀନ ମଣ୍ଡପ’। ସହରରେ ଏମିତି ଆଉ ୪ଟି କଲ୍ୟାଣ ମଣ୍ଡପ ପାଇଁ ଟଙ୍କା ଆସିଛି କିନ୍ତୁ ନିର୍ମାଣ ଦିଗରେ ଅନେକ ବାଧା ଆସୁଛି। ସେ ସବୁକୁ ଯଥାଶୀଘ୍ର ସାରିବା ପାଇଁ ପ୍ରତିଶୃତି ଦେଇଥିଲେ।…
Read Moreଓ.ଏସ.ଇ.ଏଫ.ଡ଼ି ନୟାଗଡ଼ ଶାଖା ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
ରାଜସୁନାଖଳା,(ନୟାଗଡ଼ ଦର୍ପଣ): ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ ନୟାଗଡ଼ ଶାଖା ପକ୍ଷରୁ ରାଜସୁନାଖଳା ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ କରାଯାଇଛି। ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ଏହି ଦିବସର ମୂଳ ଲକ୍ଷ୍ୟ। ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନଙ୍କୁ ଏକତ୍ରିତ କରି ତାଙ୍କ ସହ ଓଏସଇଏଫଡ଼ି ସଂଘର କାର୍ଯ୍ୟକର୍ତ୍ତା କିଛି ସମୟ ବିତାଇବା ଦ୍ବାରା ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଖୁସି ପ୍ରକଟ କରିଥିଲେ। ଏହି ଦିବସକୁ ଓଡ଼ିଶା ସରକାର ରାଜ୍ୟସାରା ବହୁ ଆଡ଼ମ୍ବରରେ ପାଳନ କରୁଛନ୍ତି, କିନ୍ତୁ ସମସ୍ତ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀମାନେ ଶିକ୍ଷା ଗ୍ରହଣ କରୁଥିଲେ ମଧ୍ୟ ତାଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ଆଜି ପର୍ଯ୍ୟନ୍ତ ରାଜ୍ୟ ସରକାର ବାହାର କଲେ ନାହିଁ। ଏହି ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ମାନ୍ୟବର ସୁପ୍ରିମକୋର୍ଟଙ୍କ…
Read More‘ସଙ୍ଗୀତଧାରା’ ପକ୍ଷରୁ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଉଦଘାଟିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ‘ସଙ୍ଗୀତଧାରା’ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ରବିବାର ଦିନ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ନୟାଗଡ଼ଠାରେ ନୟାଗଡ଼ ଏବଂ ଓଡ଼ଗାଁ ବ୍ଲକର ପ୍ରତିଯୋଗୀ ମାନଙ୍କୁ ନେଇ ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ଜୋନ୍ ସ୍ତରୀୟ ପ୍ରତିଯୋଗିତାକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦାନ କରି ପ୍ରଦୀପ ପ୍ରଜ୍ଜଳନ ସହିତ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ । ଅନୁଷ୍ଠାନର ସଭାପତି ଡ.ବିଜୟ ଚୌଧୁରୀଙ୍କ ପୌରହିତ୍ୟରେ ଆୟୋଜିତ ଉଦ୍ଘାଟନୀ ସଭାରେ ସଙ୍ଗୀତଧାରାର ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ । ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗୀତାରେ ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟରୁ…
Read Moreବିଜେଡ଼ିରେ ସାମିଲ ହେଲେ ଇକିରି ପଞ୍ଚାୟତ ବିଜେପି ନେତା ଓ କର୍ମୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜେଡି ଦିନକୁ ଦିନ ଶକ୍ତିଶାଳୀ ହେଉଛି । ବିରୋଧି ଦଳର ଅନ୍ତକନ୍ଦଳ ପାଇଁ ପ୍ରମୂଖ ନେତା ଓ କର୍ମୀ ବିଜୁ ଜନତା ଦଳରେ ସାମିଲ ହେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶ ତଥା ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ବିକାଶ ମୂଳକ ଚିନ୍ତାଧାରାକୁ ନେଇ ବିରୋଧି ନେତା ଓ କର୍ମୀ ବିଜୁ ଜନତା ଦଳରେ ସାମିଲ ହେଉଛନ୍ତି । ନୟାଗଡ଼ ବ୍ଲକ ଇକିରି ପଞ୍ଚାୟତର ପ୍ରମୂଖ ବିରୋଧି ନେତୃତ୍ୱ ଓ କର୍ମୀମାନେ ଆଜି ବିଜେଡିରେ ସାମିଲ ହୋଇଛନ୍ତି । ଇକିରି ପଞ୍ଚାୟତ ପ୍ରମୂଖ ନେତା ସୁଶାନ୍ତ କୁମାର ଦାସ ଏବଂ ୩୯ ଜଣ କର୍ମୀ ବିଜେଡିରେ ମିଶିଛନ୍ତି । ସେମାନଙ୍କ ମଧ୍ୟରେ ଶୁଦର୍ଶନ ପ୍ରଧାନ, ଶୁରେଶ କୁମାର ବେହେରା, ଶ୍ୟାମ ସୁନ୍ଦର ପରିଡା,…
Read More