ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ, ପ୍ରଖ୍ୟାତ ସଂଗ୍ରାହକ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ଏବଂ ସମସ୍ତଙ୍କ ପ୍ରିୟ ଦାଶରଥି ପଟ୍ଟନାୟକ ଓରଫ ଦାସିଆ ଅଜାଙ୍କ ୨୬ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଦାସିଆ ଅଜା ସ୍ମୃତି କମିଟି ତରଫରୁ କଚେରୀ ବଜାର ସ୍ଥିତ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ସହିତ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଦାସିଆ ଅଜା ଅମର ରହେ, ଦାସିଆ ଅଜା ଆମ ପ୍ରଣାମ ଘେନ ଆଦି ସ୍ଲୋଗାନରେ ସ୍ଥାନୀୟ ପରିବେଶ ପ୍ରକମ୍ପିତ ହୋଇ ଉଠିଥିଲା । ସ୍ମୃତି କମିଟି ଅଧ୍ୟକ୍ଷ ସମାଜେସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରହିତ୍ୟରେ ଆୟୋଜିତ ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ମୁନିସିପାଲିଟି ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନାଙ୍କ ସମେତ ସମସ୍ତ କାଉନସିଲର, ନାଟ୍ୟକାର ଡ.ବିଜୟ ଚୌଧୁରୀ, କମ୍ରେଡ ବିଶ୍ୱନାଥ ମହାପାତ୍ର, ସମାଜସେବୀ ଦାମୋଦର ସାହୁ, ଜିଲ୍ଲା ଓକିଲ…
Read MoreCategory: ଅନ୍ୟାନ୍ୟ
ନୟାଗଡ଼ ଜିଲ୍ଲା ସରପଞ୍ଚ ସଂଘ ଗଠିତ, ନୀରଞ୍ଜନ ହେଲେ ସଭାପତି, ଦୀପ୍ତିରଞ୍ଜନ ସାଧାରଣ ସମ୍ପାଦକ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସରପଞ୍ଚ ସଂଘ ଗଠିତ ହୋଇଯାଇଛି । ନୟାଗଡ଼ ସହର ମଧ୍ୟରେ ଥିବା ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକାରୀ ସଭାପତି ନୀରଞ୍ଜନ ବିଧାରଙ୍କ ଆହ୍ୱାନ କ୍ରମେ ଆଜିର ଏହି ବୈଠକରେ ଶ୍ରୀଯୁକ୍ତ ବିଧାର ସର୍ବସମ୍ମତି କ୍ରମେ ସଭାପତି ଦାୟିତ୍ବ ଗ୍ରହଣ କରିଛନ୍ତି । ଏଥିସହିତ ସାଧାରଣ ସମ୍ପାଦକ ଭାବେ ଦୀପ୍ତିରଞ୍ଜନ ପରିଡ଼ା, ଉପସଭାପତି ଭାବେ ଗୀତାଞ୍ଜଳୀ ଜେନା, ମାନସ କୁମାର ମହାକୁଡ଼, ବୃନ୍ଦାବନ ମହାନ୍ତିଙ୍କୁ ଚୟନ କରାଯାଇଛି । ସମ୍ପାଦକ ଭାବେ ରମେଶ ପ୍ରସାଦ ରାଉତ, ନିରୂପମା ପାତ୍ରଙ୍କୁ ଚୟନ କରଯାଇଛି । ସଂଘର ଉପଦେଷ୍ଟା ଭାବେ ସନ୍ୟାସୀ ପ୍ରଧାନ, ପ୍ରଭାତ କୁମାର ପ୍ରଧାନ ଏବଂ ସଞ୍ଜୟ ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି । ପ୍ରଦୀପ କୁମାର ସ୍ବାଇଁଙ୍କୁ କୋଷାଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଛି…
Read Moreରାଜ୍ୟ ବ୍ରିଜ୍ ଆଶୋସିଏସନ ଏବଂ କେସିକ୍ଲବ ଦ୍ୱାରା ଆୟୋଜିତ ଦୁଇଦିନିଆ ଅଲ ଓଡିଶା ଓପନ ବ୍ରିଜ ଟୁର୍ଣ୍ଣାମେଣ୍ଟ ଉଦଯାପିତ
ନୟାଗଡ଼,(ନୟାଗଡ଼ ଦର୍ପଣ) : ରାଜ୍ୟ ବ୍ରିଜ୍ ଆଶୋସିଏସନ ଏବଂ କେସିକ୍ଲବ ମିଳିତ ଆନୁକୁଲ୍ୟରେ ଚାଲିଥିବା ଦୁଇଦିନିଆ ଅଲ ଓଡିଶା ଓପନ ବ୍ରିଜ ଟୁର୍ଣ୍ଣାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି । ଏକ ପେୟାର ପ୍ରତିଯୋଗିତାରେ ଗଗନ ବିହାରୀ ମହାପାତ୍ର ଭୁବନେଶ୍ବର ପ୍ରଥମ ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଏସ.କେ. ତ୍ରିପାଠୀ ଏବଂ ବଲାଙ୍ଗୀରର ପି.କେ. ମିଶ୍ର ରହିଥିଲେ । ସେହିପରି ନୟାଗଡ଼ କେ.ସି. କ୍ଲବର ସନ୍ତୋଷ ପଟ୍ଟନାୟକ, ଗୁରୁପ୍ରସାଦ ଜେନା ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଉଦ୍ଯାପନୀ ଦିବସ ଅବସରରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ସଂଯୋଜନାରେ ଅନୁଷ୍ଠିତ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଆଇ.ଏ.ଏସ ଅଧିକାରୀ ତଥା ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ ନଗର ଉନ୍ନୟନ ସଚିବ ରବିନ୍ଦ୍ରନାଥ ପାଢ଼ି ମୁଖ୍ୟ ଅତିଥିଭାବେ ଯୋଗଦେଇ ଚାମ୍ପିୟନ ହୋଇଥିବା ଅନଗୁଳ ବ୍ରିଜ ଆସୋଶିଏସନ୍…
Read Moreନୟାଗଡ଼ରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିରଣଙ୍କ ନିର୍ଦ୍ଦେଶମତେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ଷୋଳ ଲକ୍ଷ ପଞ୍ଚାଅଶୀ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୫୧ ଟି ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ. ଆଇ. ଆକ୍ଟ କେସ ୬ଟି ଏବଂ ବିବାହଜନିତ ୧୦ ମାମଲା ଫଇସଲା କରାଯାଇଥିଲା । ବ୍ୟାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା ୧୩୦ ଜଣ ଋଣ ଗ୍ରହିତାଙ୍କଠାରୁ ୮୦,୬୯, ୫୭୧ ଟଙ୍କା ଦେବା ପାଇଁ ରାଜିନାମା…
Read Moreରୋଟାରୀ କ୍ଳବ୍ ନୟାଗଡ଼ରେ ବିଶ୍ବ ସ୍ବାକ୍ଷରତା ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ରୋଟାରୀ ଭବନ ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ବିଶ୍ବ ସାକ୍ଷରତା ଦିବସ ତଥା ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। କ୍ଳବ୍ ର ସଭାପତି ଅବଦୁଲ ଆରିଫ୍ ଖାନ୍ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ବନଖଣ୍ଡ ଅଧିକାରିଣୀ କ୍ଷମା ଷଡଙ୍ଗୀ ଯୋଗ ଦେଇ ଶିକ୍ଷକ ମାନେ ଆଗାମୀ ଭବିଷ୍ଯତ ଶିଶୁ ମାନଙ୍କୁ ଉତ୍ତମ ମଣିଷ ଭାବେ ଗଢୁଥିବାରୁ ଶିକ୍ଷକ ମାନେ ହେଉଛନ୍ତି ଯୁଗ ନିର୍ମାତା ବୋଲି କହିଥିଲେ। ମୁଖ୍ଯ ବକ୍ତା ଭାବେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରିଣୀ ରାଜଶ୍ରୀ ପଟ୍ଟନାୟକ ଯୋଗ ଦେଇ ଶିକ୍ଷକ ମାନେ ସ୍ବାଭିମାନୀ ହେବା ଆବଶ୍ଯକ ଏବଂ ସଚ୍ଚୋଟ ତଥା ନିଷ୍ଠାପର ଭାବେ ନିଜର କର୍ତ୍ତବ୍ଯ ସମ୍ପାଦନ କରିବା ଉଚିତ୍ ବୋଲି କହିଥିଲେ। ସମ୍ମାନିତ ଅତିଥି…
Read Moreଗୁରୁ ଦିବସରେ ଡ.ସୁରେଶ ବରାଡ଼ଙ୍କ ପୁସ୍ତକ “ଗୁରୁ” ଉନ୍ମୋଚିତ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ନୟାଗଡ଼ ଶରଣକୁଳ ନିକଟସ୍ଥ ପଞ୍ଚିରିଡ଼ା ମାନପୁର ଗ୍ରାମରେ ଥିବା ଲୋକ ନୋଡ଼ାଲ ବିଦ୍ୟାପୀଠରେ ଗୁରୁ ଦିବସ ଅବସରରେ ଏକ ଆୟୋଜିତ ଆଡ଼ମ୍ବରପୂର୍ଣ୍ଣ ଉତ୍ସବରେ ଡ଼. ସୁରେଶ ଚନ୍ଦ୍ର ବରାଡ଼ଙ୍କ ଦ୍ଵାରା ଲିଖିତ କବିତା ପୁସ୍ତକ “ଗୁରୁ” ଉନ୍ମୋଚିତ ହୋଇ ଯାଇଛି। ଏଥି ନିମନ୍ତେ ଲଡ଼ୁବାବା ସାହିତ୍ୟ ସଂସ୍କୃତି ପରିଷଦ ତଥା ଲୋକ ନୋଡ଼ାଲ ବିଦ୍ୟାପୀଠ ମିଳିତ ଆନୁକୁଲ୍ୟରେ ଆୟୋଜିତ ସଭାରେ ପ୍ରଥମେ ଅତିଥିମାନେ ପ୍ରଦୀପ ପ୍ରଜ୍ଵଳନ କରି ମହାପ୍ରଭୁ ଜଗନ୍ନାଥ ଓ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ଛାତ୍ରୀମାନେ ଗୁରୁ ବନ୍ଧନା ତଥା ସ୍ବାଗତ ସଂଗୀତ ଗାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଦ୍ଵେତ ନାରାୟଣ ରଣସିଂହଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଗୁରୁ ଦିବସ ତଥା ପୁସ୍ତକ ଉନ୍ମୋଚନୀ ସଭାରେ ମୂଖ୍ୟ ଅତିଥି ଭାବେ ସ୍ଥାନୀୟ ଭାଗବତ ଆଶ୍ରମର ମଠାଧୀଶ ବାବାଜୀ ଭଗବାନ…
Read Moreଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ରେ ଗୁରୁଦିବସ ପାଳନ
“ଗୁରୁ ହିଁ ଇଶ୍ବର” – ଶୀର୍ଷକ ଆଲୋଚନା ଚକ୍ର ନୟାଗଡ଼,(ନୟାଗଡ଼ ଦର୍ପଣ): ବିନା ଗୁରୁରେ ଜ୍ଞାନଲାଭ କରିବା ଅସମ୍ଭବ। ସୁତରାଂ ମୋକ୍ଷ ରୂପକ ମାର୍ଗ ଦେଖାଉଥିବା ବ୍ୟକ୍ତି ‘ଗୁରୁ’ ହିଁ ଅଟନ୍ତି। ଗୁରୁ ଶିଷ୍ୟ ମନରୁ କେବଳ ଅଜ୍ଞାନତା ନୁହେଁ, ତା’ ଭିତରେ ଥିବା ଅହଂକାରକୁ ମଧ୍ୟ ଦୂର କରନ୍ତି। ଗୁରୁ ହେଉଛନ୍ତି ସାକ୍ଷାତ ଈଶ୍ବର ବୋଲି ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ରେ ଅନୁଷ୍ଠିତ ଆଲୋଚନା ଚକ୍ର ରେ ଆଲୋଚନା ହୋଇ ଯାଇଛି। ବିଦ୍ଯାଳୟର ସଂପାଦକ ଶ୍ରୀଧର ସାହୁ ଙ୍କ ସମେତ ସମସ୍ତ ଗୁରୁଜୀ ଗୁରୁମା ଓ ଛାତ୍ରଛାତ୍ରୀ ମାନେ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣ ଙ୍କର ପ୍ରତିଛବିରେ ଧୂପ ପୁଷ୍ପ ଅର୍ପଣ କରି ତାଙ୍କର ସ୍ମୃତିଚାରଣ କରିବା ସହିତ ଗୁରୁଦିବସ ର ମାହାତ୍ମ୍ଯ ବିଷୟ ରେ ଆଲୋଚନା କରିଥିଲେ। ଅଜ୍ଞାନତା ହିଁ ସୁଖ-ଦୁଃଖ, ଜୀବନ-ମୃତ୍ୟୁ ମଧ୍ୟରେ ବିଭେଦ…
Read Moreନୟାଗଡ଼ ସରସ୍ୱତୀ ଶିଶୁଵିଦ୍ୟା ମନ୍ଦିର ପରିସରରେ ଗୁରୁଦିବସ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ୱତୀ ଶିଶୁଵିଦ୍ୟା ମନ୍ଦିର ପରିସରରେ ଗୁରୁଦିବସ ଉତ୍ସବ ପାଳିତ ହୋଇଯାଇଛି। ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ବିଦ୍ୟାଳୟ ର ବିଦ୍ୱତ ପରିଷଦ ସଭାପତି ଶ୍ରୀଯୁକ୍ତ ଭଗବାନ ସାହୁ ମା ସରଦାଙ୍କ ନିକଟରେ ଦୀପ ପ୍ରଜ୍ବଳନ କରି ବିଶ୍ୱକଲ୍ୟାଣ ନିମନ୍ତେ ଆଶିଷ ଭିକ୍ଷା କରିଥିଲେ। ବିଦ୍ୟାଳୟ ର ପ୍ରଧାନଚାର୍ୟ୍ଯ ଶ୍ରୀଯୁକ୍ତ ଅମ୍ବିକାପ୍ରସାଦ ପଟ୍ଟନାୟକ ଅତିଥି ପରିଚୟ କରାଇଥିଲେ। ମୁଖ୍ୟବକ୍ତା ଶ୍ରୀ ସାହୁ “ଗୁରୁଦିବସ ର ମହତ୍ତ୍ୱ” ଓ ସମାଜରେ ଗୁରୁଙ୍କର ଭୂମିକା ବିଷୟରେ ବ୍ୟାଖ୍ୟା କରିଥିଲେ। ଶିଶୁ ମନରେ ମାନବିକ ମୂଲ୍ୟବୋଧ ସୃଷ୍ଟି କରିପାରିଲେ ଶିକ୍ଷକ ଜୀବନ ଧନ୍ୟ ବୋଲି କହିଥିଲେ। ଶିଶୁଭାରତୀ ଭାଇଭଉଣୀ ମାନେ ଖୁବ ଆଗ୍ରହ ଓ ଭକ୍ତିରେ ଗୁରୁପୂଜନ କରିଥିଲେ। ବିଦ୍ୟାଳୟ ର ଶିଶୁଭାଇଭଉଣୀ ମାନେ ଗୁରୁଦିବସ ନିମନ୍ତେ ସୁନ୍ଦର ଭାଷଣ ଦେଇଥିଲେ।ପ୍ରାୟ ୬୦୦ରୁ ଉର୍ଦ୍ଧ୍ବ…
Read Moreନୟାଗଡ଼ରେ ପବିତ୍ର ଗୁରୁ ଦିବସରେ ଗୁରୁ ପୂଜନ ସମାରୋହ
ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଗୁରୁ ଦିବସ ଅବସରରେ ଗୁରୁ ପୂଜନ ସମାରୋହ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ଓ କଲେଜ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଦ୍ବାରା ଆୟୋଜିତ ଏହ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ସଭାପତି ଇଂ. ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ,ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ ଓ ବ୍ଲକ ଶିକ୍ଷା ଅଧିକାରୀ ନିମାଇଁ ଚରଣ ପ୍ରଧାନ, ପୌରାଧ୍ୟକ୍ଷ ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ ପ୍ରମୁଖ ମଞ୍ଚାସିନ ଥିଲେ। ପ୍ରତି ବର୍ଷ ପରି ଏହି ବର୍ଷ ନିଆରା ଢଙ୍ଗରେ ପାଳନ ହୋଇଛି…
Read Moreନୟାଗଡ ଜିଲ୍ଲାରେ କଂଗ୍ରେସ ସାଙ୍ଗଠନିକ ସ୍ଥିତି ସମୀକ୍ଷା କଲେ ଓଡିଶା କଂଗ୍ରେସ ପ୍ରଭାରୀ ସାଂସଦ ଡ଼ଃ. ଏ. ଚେଲ୍ଲାକୁମାର
ନୟାଗଡ଼,(ନୟାଗଡ଼ ଦର୍ପଣ): କନ୍ଧମାଳ ବୌଦ୍ଧ ଜିଲ୍ଲାରୁ ଦୁଇଦିନିଆ ଗସ୍ତ ସାରି ଭୁବନେଶ୍ୱର ଯିବା ବାଟରେ ନୟାଗଡ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ନୟାଗଡ ଜିଲ୍ଲାରେ କଂଗ୍ରେସ ସାଙ୍ଗଠନିକ ସ୍ଥିତି ସମୀକ୍ଷା କରିଥିଲେ ଏଆଇସିସି ସାଧାରଣ ସମ୍ପାଦକ ତଥା ଓଡିଶା କଂଗ୍ରେସ ପ୍ରଭାରୀ ସାଂସଦ ଡ଼ଃ. ଏ. ଚେଲ୍ଲାକୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଚାର କମିଟି ଅଧ୍ୟକ୍ଷ ପୂର୍ଵ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ l ଜିଲ୍ଲାର ସମସ୍ତ ବ୍ଲକ କଂଗ୍ରେସ ସଭାପତିମାନଙ୍କ ସହ ସାଙ୍ଗଠନିକ ଶକ୍ତି ବୃଦ୍ଧି ଶୀର୍ଷକ ଆଲୋଚନା କରି ଜିଲ୍ଲା ପରିଷଦ ଜୋନ ସ୍ତରୀୟ ବୈଠକ କରି ପଞ୍ଚାୟତ ଏବଂ ବୁଥ କମିଟି ଗଠନ ଉପରେ ଗୁରୁତ୍ୱ ଆରୋପ କରିଥିଲେ l ନୟାଗଡ ଜିଲ୍ଲାର ଲାଇଫଲାଇନ ତଥା କଂଗ୍ରେସ ସରକାର ପ୍ରସ୍ତାବିତ ବୃହତ ବୃତଙ୍ଗ ଜଳସେଚନ ଯୋଜନା, ପାଣିପୋଇଲା ଠାରେ ଦୁଇଲକ୍ଷ…
Read More