ସମ୍ବର୍ଦ୍ଧନା ପରିବାରର ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହ ପାଳିତ

ଶରଣକୁଳ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶରଣକୁଳ ଠାରେ ସମ୍ବର୍ଦ୍ଧନା ପରିବାର ଦ୍ୱାରା ୨୦୨୨ ବର୍ଷ ପାଇଁ ସମ୍ବର୍ଦ୍ଧନା ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହ ପାଳିତ ହୋଇଯାଇଛି। ପ୍ରତିଷ୍ଠାତା ସଦସ୍ୟ ଦୀନବନ୍ଧୁ ମହାପାତ୍ର, ଗୋଦାବରୀ ବସନ୍ତିଆ ଏବଂ ସୁଶାନ୍ତ କୁମାର ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ନିରାକାର ସ୍ୱାଇଁ ମହୋଦୟ ସଭାପତିତ୍ୱ ଏବଂ ହରିପ୍ରିୟା ଦ୍ବିବେଦୀ ସମ୍ପାଦନା ଭାର ସୁଚାରୁରୂପେ ନିର୍ବାହ କରିଥିଲେ। ସେବା, ସଂସ୍କୃତି ଓ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ସାରା ଓଡ଼ିଶାରେ ଶରଣକୁଳ ମାଟି ନିଜର ଉତ୍କର୍ଷତା ଐତିହାସିକ ଯୁଗରୁ ପ୍ରତିପାଦିତ କରି ଆସିଛି। ଲଡୁବାବାଙ୍କ ଦୀପାବଳି ଯାତ୍ରା ସମୟରେ ଓ ଶ୍ରୀକ୍ଷେତ୍ର ପୁରୀରେ ସେବା କ୍ଷେତ୍ରରେ ମୁରାରୀ ତ୍ରିପାଠୀଙ୍କ ଉଲ୍ଲେଖନୀୟ କାର୍ଯ୍ୟର ପୁନରାଲୋଚନା କରିବା ସହ ସଦାନନ୍ଦ କବିସୂର୍ଯ୍ୟ ବ୍ରହ୍ମାଙ୍କ ଓଡ଼ିଆ ସାହିତ୍ୟ ପ୍ରତି ଅବଦାନ। ଅଭିମନ୍ୟୁ ସାମନ୍ତସିଂହାରଙ୍କ ଶିକ୍ଷା ଗୁରୁ…

Read More

ନୟାଗଡ଼ ଜିଲ୍ଲା ଲେଖକ ପରିଷଦର ବାର୍ଷିକଉତ୍ସବ ଉପଲକ୍ଷେ ପ୍ରସ୍ତୁତି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଲେଖକ ପରିଷଦର ୨୮ତମ ବାର୍ଷିକଉତ୍ସବ ଉପଲକ୍ଷେ ପରିଷଦର ସଭାପତି ପ୍ରଧାନୀ ବୃନ୍ଦାବନ ମହାପାତ୍ରଙ୍କ ସଭାପତିତ୍ୱରେ ଦେଉଳି ଗ୍ରାମରେ ଥିବା କୃଷି ଉଦ୍ୟାନ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି l ପ୍ରାରମ୍ଭରେ ପରିଷଦର ସମ୍ପାଦକ ସଭିଙ୍କୁ ସ୍ବାଗତକରି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l କରୋନା ସଙ୍କଟ ଯୋଗୁଁ ଗତ ଦୁଇବର୍ଷ ହେଲା ବାର୍ଷିକଉତ୍ସବ ଆୟୋଜିତ ହୋଇନଥିବା ଏବଂ କାର୍ଯ୍ୟକାରୀ କମିଟିର କାର୍ଯ୍ୟକାଳ ପୁରା ହେଇସାରିଥିବା ବେଳେ ନୂତନ କମିଟି ଗଠନ ଉପଲକ୍ଷେ ସାମ୍ବିଧାନିକ ବୈଠକ ଉପରେ ଆଲୋଚନା ପାଇଁ ପ୍ରସ୍ତାବ ରଖିଥିଲେ l ସମ୍ପାଦକଙ୍କ ପ୍ରସ୍ତାବ ଅନୁଯାୟୀ ଆଗାମୀ ନଭେମ୍ବର ୨0 ତାରିଖ ରବିବାର ଦିନ ବାର୍ଷିକ ଉତ୍ସବ ପାଇଁ ଦିନ ଧାର୍ଯ୍ୟ କରାଯିବା ସହିତ ଡିସେମ୍ବର ୧୧ ତାରିଖରେ ସାମ୍ବିଧାନିକ ବୈଠକ ଡକାଯାଇ ପରିଷଦର ନୂତନ କର୍ମକର୍ତ୍ତା…

Read More

ଓଡ଼ଗାଁରେ ଜିଲ୍ଲା ଲେଖକ ପରିଷଦର ବର୍ଷାକାଳୀନ କବିତା ଆସର

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଆଜି ଓଡ଼ଗାଁ ବ୍ଲକ୍ ସମ୍ମିଳନୀ କକ୍ଷରେ ନୟାଗଡ଼ ଜିଲ୍ଲା ଲେଖକ ପରିଷଦ ଓ ସ୍ଥାନୀୟ ଶ୍ରୀ ଶ୍ରୀ ରଘୁନାଥ ସାରସ୍ୱତ ସଂସଦର ମିଳିତ ଆନୁକୂଲ୍ୟରେ ବର୍ଷାକାଳୀନ ସାହିତ୍ୟ ଆସର ତଥା ନୂଆଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି। ଏ ଅବସରରେ ବ୍ଲକ୍ ଅଧ୍ୟକ୍ଷ ଲୋକନାଥ ସାହୁ ମୁଖ୍ୟଅତିଥି ରୂପେ ଯୋଗଦେଇଥିବା ବେଳେ ଓଡ଼ଗାଁ ସମ୍ବାଦ ସାହିତ୍ୟଘର ସଭାପତି ଦିବାକର ନାୟକ ବିଶେଷ ଅତିଥି, ଡଃ କୈଳାସ ବାଣ୍ଠ ମୁଖ୍ୟବକ୍ତା ଏବଂ ଜିଲ୍ଲା ଲେଖକ ପରିଷଦ ସମ୍ପାଦକ ଶେଖ୍ ଅବଦୁଲ ଖାଲିକ୍, ରଘୁନାଥ ସାରସ୍ଵତ ସଂସଦର ସଭାପତି ପଞ୍ଚାନନ ପଣ୍ଡାଙ୍କ ସମେତ ସ୍ଥାନୀୟ ସମସ୍ତ ସାମ୍ବାଦିକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଲେଖକ ପରିଷଦର ସଭାପତି ପ୍ରଧାନୀ ବୄନ୍ଦାବନ ମହାପାତ୍ରଙ୍କ ସଭାପତିତ୍ୱରେ ଉକ୍ତ ସଭାରେ ବରିଷ୍ଠ କବି ଗୋଦାବରୀଶ ମିଶ୍ର, ନିର୍ମଳଚନ୍ଦ୍ର ଶୂରଦେଓ,ନୀଳିମା ନନ୍ଦ,…

Read More

ଅଧ୍ୟୟନ ଓ ଗବେଷଣା ପାଇଁ ସମର୍ପିତ ଥିଲା ପଣ୍ଡିତ ବିନାୟକ ମିଶ୍ରଙ୍କ ଜୀବନ

ଡ୍ରଇଁ ଶିକ୍ଷକରୁ କଲିକତା ବିଶ୍ଵବିଦ୍ୟାଳୟରେ ଓଡ଼ିଆ ଅଧ୍ୟାପକ ନୟାଗଡ଼,(ନୟାଗଡ଼ ଦର୍ପଣ): ସାରା ଜୀବନ ଅଧ୍ୟୟନ ଓ ଗବେଷଣାରେ ନିମଗ୍ନ ଥିବା ମହାନ୍ ସାହିତ୍ୟିକ ପଣ୍ଡିତ ବିନାୟକ ମିଶ୍ର ସାମାଜିକ, ଆର୍ଥିକ, ପାରିବାରିକ ଦୁଃଖକଷ୍ଟକୁ ଭୃକ୍ଷେପ ନକରି ସାହିତ୍ୟ ଗବେଷଣାକୁ ଜୀବନର ବ୍ରତ ଭାବେ ଗ୍ରଦଣ କରିଥିଲେ । ମାତ୍ର ସପ୍ତମ ଶ୍ରେଣୀ ପାଠ ପଢିମଧ୍ୟ ନିଜର ଅସାଧାରଣ ଜ୍ଞାନ ପାଇଁ କଲିକତା ବିଶ୍ଵବିଦ୍ୟାଳୟର ଅଧ୍ୟାପକ ହୋଇପାରିଥିଲେ । କିନ୍ତୁ ସେଠାରେ ମିଳୁଥିବା ଦରମାକୁ ସେ ଖର୍ଚ୍ଚ କରିଦେଊଥିଲେ ପୁସ୍ତକ କିଣା ଓ ଗବେଷଣା କାର୍ଯ୍ୟରେ ଫଳରେ ଜୀବନର ଅନ୍ତିମ ସମୟରେ ରହିବା, ଖାଇବା ସହ ଅସୁସ୍ଥତା ଯୋଗୁଁ ଔଷଧ ପାଇଁ ମଧ୍ୟ କଷ୍ଟ ସହିବାକୁ ପଡିଥିଲା।ସେ ଥିଲେ ସ୍ୱାଭିମାନୀ,କାହାପାଖରେ ହାତପାତିବାକୁ ପସନ୍ଦ କରୁନଥିଲେ। ବାସ୍ତବରେ ଜୀବନର ଭଂଗା ଦୀପର ଉଜ୍ଜ୍ୱଳତମ ଶିଖା ଥିଲେ ପଣ୍ଡିତ ବିନାୟକ ମିଶ୍ର।…

Read More

ଜିଲ୍ଲାରେ ପ୍ରଥମ ମାସିକ ହାସ୍ୟ ବ୍ୟଙ୍ଗ ପତ୍ରିକା ‘ବ୍ୟଙ୍ଗ କଲମ’ ଉନ୍ମୋଚିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ୟଙ୍ଗକାର ରବୀନ୍ଦ୍ର ରାଉତଙ୍କ ଦ୍ୱାରା ସମ୍ପାଦିତ ଜିଲ୍ଲାର ସର୍ବପ୍ରଥମ ବ୍ୟଙ୍ଗ ପତ୍ରିକା ଆଜି ଅପରାହ୍ନରେ ନୟାଗଡ଼ ପୁରୁଣା ସହରସ୍ଥିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ସାମନାରେ ଥିବା ଉତ୍କଳ ଘଣ୍ଟ ଯଦୁମଣିଙ୍କ ପ୍ରତିମୂତ୍ତିୀ ସାମନାରେ ଏହି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ନୟାଗଡ଼ ଜିଲ୍ଲାରୁ ପ୍ରକାଶିତ ହେଲା ସମାଲୋଚନା ଧର୍ମୀ ତଥା ହାସ୍ୟ ବ୍ୟଙ୍ଗ ପତ୍ରିକା ‘ବ୍ୟଙ୍ଗ କଲମ’ । ଉନ୍ମୋଚନ ପୂର୍ବରୁ ପ୍ରଥମେ ପତ୍ରିକାକୁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମର୍ପଣ କରାଯାଇ ପୂଜାର୍ଚ୍ଚନା କରାଯାଇଥିଲା। ଏହି ଉନ୍ମୋଚନ କାର୍ଯ୍ୟକ୍ରମରକୁ ବରିଷ୍ଠ ସାମ୍ବାଦିକ ତଥା ସାହିତ୍ୟିକ ରାମକୃଷ୍ଣ ରଥ ସଂଯୋଜନା କରିଥିବା ବେଳେ ନାଟ୍ୟକାର ଡ.ବିଜୟ ଚୌଧୁରୀ, ବରିଷ୍ଠ ଅଧିବକ୍ତା ମନୋରଂଜନ ମହାପାତ୍ର, ସାହିତ୍ୟ ଏକାଡେମୀ ସଦସ୍ୟ ଅଧ୍ୟାପକ ଅଶୋକ କୁମାର ନାୟକ, କବି ନିର୍ମଳ ଶୂରଦେଓ, କୈଳାସ ବାଣ୍ଠ, ପ୍ରଶାନ୍ତ ଦାଶ, ସମାଜସେବୀ ମନୋଜ ସାହୁ,…

Read More

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ବରଚିତ ଦେଶାତ୍ମାବୋଧକ କବିତା ପାଠ ଉତ୍ସବ ନୟାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଜିଲ୍ଲା ସାହିତ୍ୟ ଏକାଡେମୀ ସଦସ୍ୟ ଅଶୋକ କୁମାର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ଅତିଥି ଭାବେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୌରାଞ୍ଚଳର ଅଧ୍ୟକ୍ଷା ନିରୁପମା ଖଟେଇ, ପ୍ରାକ୍ତନ ଅଧ୍ୟକ୍ଷ ତଥା ସାହିତିକ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବରିଷ୍ଠ ସାହିତିକା ବସିରନ ବିବି, ସାହିତ୍ୟିକ ଶେଖ ଅବଦୁଲ ଖାଲିକ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ଅତିଥିମାନେ ଆଜିର ଦିବସ ଉପରେ ବହୁ ସାରଗର୍ଭକ ଅଭିଭାଷଣ ରଖିଥିଲେ। ନୟାଗଡ଼ର ୨୦ରୁ ଉର୍ଦ୍ଧ୍ଵ ସୁସାହିତ୍ୟିକ ସ୍ବରଚିତ ଦେଶାତ୍ମବୋଧକ କବିତା ପାଠ କରିଥିଲେ।…

Read More

ଆଜାଦି କା ଅମୄତ ମହୋତ୍ସବ ପାଳନ ଓ କବିତା ପାଠୋତ୍ସବ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଆଜି ଅପରାହ୍ନ ୩ ଘଟିକାରୁ ଘ୫:୩୦ ପର୍ଯ୍ୟନ୍ତ ଓଡ଼ଗାଁ ବ୍ଲକ ସମ୍ମିଳନୀ କକ୍ଷରେ ଆଜାଦି କା ଅମୄତ ମହୋତ୍ସବ ପାଳନ ଅବସରରେ ଏକ ଦେଶାତ୍ମବୋଧକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ଉତ୍ସବରେ କବି ତଥା ସମାଜସେବୀ ଦିବାକର ନାୟକ ମୁଖ୍ୟଅତିଥି,କବି ଲୋକନାଥ ମିଶ୍ର (ଭରଦ୍ୱ।ଜ) ସମ୍ମାନିତ ଅତିଥି,କବି ଦୀନବନ୍ଧୁ ମହାପାତ୍ର ମୁଖ୍ୟ ବକ୍ତା ଓ କବି ପ୍ରଫୁଲ୍ଲ ମାଝି ସ୍ୱତନ୍ତ୍ର ଅତିଥି ଭାବେ ଯୋଗଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ।ଏ ଅବସରରେ ଓଡ଼ଗାଁ ସାମ୍ବାଦିକ ସଂଘ ସଭାପତି ଅଶୋକ କୁମାର ମହାପାତ୍ର, ସୁନିଲ ପଟ୍ଟନାୟକ, ନାରାୟଣ ପାଣିଗ୍ରାହୀ, ରାମକୃଷ୍ଣ ପରିଡ଼ା, ଗଣେଶ୍ୱର ସାହୁ,ଫକୀର ମୋହନ ମହାରଣା ଆଦି ସ୍ଥାନୀୟ ସାମ୍ବାଦିକଗଣ ମଧ୍ୟ ସାମିଲ ହୋଇଥିଲେ।ସାମୁହିକ ଜାତୀୟ ସଂଗୀତ ଗାନ କରାଯାଇ…

Read More

ଜ୍ଞାନ,ଅନୁଭବ, ସାମର୍ଥ୍ୟ ଏବଂ କଳାତ୍ମକ କୈ।ଶଳ ଅନୁବାଦକୁ ପଭାବଶାଳୀ କରେ

ନୟାଗଡ଼,(ନୟାଗଡ଼ ଦର୍ପଣ): ଭାରତର ବିଭିନ୍ନ ପ୍ରାନ୍ତର ଅନୁବାଦକଙ୍କୁ ଏକାଠି କରିବା ସହ ଅନୁବାଦ ସାହିତ୍ୟର ବ୍ୟାପକତା ଦିଗରେ ନିରନ୍ତର ପ୍ରୟାସ କରିଆସୁଥିବା ଭାରତୀୟ ଅନୁବାଦ ସାହିତ୍ୟ ଅନୁଷ୍ଠାନ ବିଭିନ୍ନ ସମୟରେ ଅନୁବାଦ ସାହିତ୍ୟ ଆଧାରିତ ଆଲୋଚନାଚକ୍ର, ଅନୁବାଦକଙ୍କ ଅନୁଭବ,ଅନୂଦିତ କାବ୍ୟପାଠ ଆଦି ଆୟୋଜନ କରିଆସୁଅଛି। ଏହି କ୍ରମରେ ଅନୁଷ୍ଠାନ ତରଫରୁ ଅନଲାଇନ୍ ମାଧ୍ୟମରେ ଆୟୋଜିତ ହୋଇଯାଇଛି ବହୁଭାଷୀ ଅନୂଦିତ କାବ୍ୟପାଠ ଓ କାବ୍ୟ ସମୀକ୍ଷା କାର୍ଯ୍ୟକ୍ରମ। ଭାରତୀୟ ଅନୁବାଦ ସାହିତ୍ୟର ଆବାହକ ଶରତ ଚନ୍ଦ୍ର ଆଚାର୍ଯ୍ୟ ବରେଣ୍ୟ ଅନୁବାଦକମାନଙ୍କୁ ସ୍ୱାଗତ କରିବା ସହ ଭାରତୀୟ ଅନୁବାଦ ସାହିତ୍ୟ ଆସନ୍ତା ସମୟରେ ବିଭିନ୍ନ ରାଜ୍ୟମାନଙ୍କରେ ସମ୍ମିଳନୀ ଆୟୋଜନ ଏବଂ ଅନୁବାଦ କାର୍ଯ୍ୟ କୁ ବ୍ୟାପକ କରିବା ଦିଗରେ ଯତ୍ନଶୀଳ ହେବ ବୋଲି ଦର୍ଶାଇଥିଲେ। ଆକାଶବାଣୀ ଉପସ୍ଥାପିକା ମିତା ପଟ୍ଟନାୟକ ଓ ଯୁବ ଅନୁବାଦିକା ଜୟଶ୍ରୀ ଦୋରାଙ୍କ ସଂଯୋଜନାରେ ୨୦…

Read More

ସାହିତ୍ୟ ଏକାଡେମୀ କାର୍ଯ୍ୟକ୍ରମ; କ୍ଷୋଭ ପ୍ରକାଶ କଲେ ଯୁବ ସାହିତ୍ୟିକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରେ ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେଉଥିବା ସାହିତ୍ୟ ଏକାଡେମୀ କାର୍ଯ୍ୟକ୍ରମରେ ବ୍ୟାପକ ତୃଟି ଏବଂ ମନମାନୀକୁ ନେଇ ଯୁବ ସାହିତ୍ୟିକ ଅନୀଲ ପଣ୍ଡା କ୍ଷୋଭ ପ୍ରକାଶ କରିଛନ୍ତି । ସେ ତାଙ୍କ ଫେସବୁକ ପେଜରେ ଉଲ୍ଲେଖ କରିଛନ୍ତି କି, ଅଣସାହିତ୍ୟିକ ତଥା ରାଜନୈତିକ ଇଚ୍ଛାଶକ୍ତି ସର୍ମ୍ପନ୍ନ ବ୍ୟକ୍ତିଙ୍କୁ ସଦସ୍ୟ ଭାବେ ଚୟନ କରାଯାଇଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି । ଦୀର୍ଘଦିନ ଧରି ନୟାଗଡ଼ ଜିଲ୍ଲାରେ ସାହିତ୍ୟ ଏକାଡେମୀ ତରଫରୁ କୈାଣସି କାର୍ଯ୍ୟକ୍ରମ ଆୟୋଜନ କରାଯାଉନଥିବା ବେଳେ ଏବେ ଯେଉଁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି, ସେଠାରେ ସାତିତ୍ୟିକ କମ ଏବଂ ଅଣସାହିତ୍ୟିକଙ୍କୁ ଅଧିକ ପ୍ରାଧ୍ୟାନ୍ୟ ଦିଆଯାଇଛି । ନୟାଗଡ଼ ଜିଲ୍ଲାରୁ ସାହିତ୍ୟ କ୍ଷେତ୍ରରେ ରାଜ୍ୟକୁ ପ୍ରତିନିଧିତ୍ୱ କରୁଥିବା ଦାଶ ବେନୁହର୍, ଜ୍ଞାନି ଦେବାଶିଷ ମିଶ୍ର, ଡ. ଭାରତ ଭୂଷଣ ରଥ, ଦେବାଶିଷ…

Read More

ସ୍ୱାତୀଲଗ୍ନା ସାହିତ୍ୟ ଇ-ପତ୍ରିକାର “ସ୍ୱାତୀଲଗ୍ନା କଳା ସମ୍ମାନ-୨୦୨୨” ପ୍ରଦାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଉତ୍କଳ ଦିବସ ଉପଲକ୍ଷେ ସ୍ୱାତୀଲଗ୍ନା ସାହିତ୍ୟ ଇ ପତ୍ରିକା ତରଫରୁ ନୟାଗଡ଼ ଜିଲ୍ଲାର ରାବରା ଗ୍ରାମର ଶ୍ରୀଯୁକ୍ତ ସୀତାରାମ ଚୌଧୁରୀ ଓ ଶରଣକୁଳ ନିକଟସ୍ଥ ଗୋଡିପଲ୍ଲୀ ଗ୍ରାମର ସଂଗ୍ରାମ କେଶରୀ ସ୍ୱାଇଁକୁ “ସ୍ୱାତୀଲଗ୍ନା କଳା ସମ୍ମାନ 2022″ରେ ସମ୍ମାନିତ କରାଯାଇଛି। ଶ୍ରୀଯୁକ୍ତ ସୀତାରାମ ଚୌଧୁରୀ ଏକକ ଅଭିନୟ କ୍ଷେତ୍ରରେଜଣେ ଅନନ୍ୟ ଅଗ୍ରଦୂତ। ଆନ୍ଧ୍ର, ଓଡ଼ିଶା ତଥା ପଶ୍ଚିମବଙ୍ଗ ଭଳି ପଡୋଶୀ ରାଜ୍ୟମାନଙ୍କରେ ଏକକ ଅଭିନୟ କରି ସେ ଅନେକ ସୁଖ୍ୟାତି ଅର୍ଜ୍ଜନ କରି ପାରିଅଛନ୍ତି। ସମୟ ଶ୍ରୋତରେ ହଜିଯାଉଥିବା ବିଲୁପ୍ତପ୍ରାୟ “ଏକକ ଅଭିନୟ”କୁ ସେ ନିଜ ଅଧ୍ୟବସାୟ ବଳରେ ଉଜ୍ଜୀବିତ କରି ଆଜିପର୍ଯ୍ୟନ୍ତ ବଞ୍ଚେଇ ରଖି ଆସିଥିବାରୁ ଶ୍ରୀ ଚୌଧୁରୀ ମହୋଦୟଙ୍କୁ ଚଳିତ ବର୍ଷ ପାଇଁ “ସ୍ଵାତୀଲଗ୍ନା କଳା ସମ୍ମାନ ୨୦୨୨” ରେ ସମ୍ମାନିତ କରାଯାଇଛି ସେହିପରିହେ ଅନନ୍ୟ ପ୍ରତିଭୂ ସଂଗ୍ରାମ କେଶରୀ…

Read More