ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଏପ୍ରିଲ ପହିଲା ଦିନ ଉତ୍କଳ ଦିବସ ପାଳନ ଅବସରରେ ଦଶପଲ୍ଲା ଓକିଲ ସଂଘ ପକ୍ଷରୁ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ସୁଶାନ୍ତ କୁମାର ପାତ୍ର ଏଥିରେ ସଭାପତିତ୍ବ କରିଥିଲାବେଳେ ଏହି ଆଲୋଚନାଚକ୍ରକୁ ସଂଘର ସମ୍ପାଦକ ଶରତ ଚନ୍ଦ୍ର ବେହେରା ସଂଯୋଜନା କରିବା ସହିତ ପ୍ରାରମ୍ଭିକ ସୂଚନା ଦେଇ ଉତ୍କଳ ଦିବସ ପାଳନ ତଥା ବୁଦ୍ଧିଜୀବୀମାନଙ୍କ ଭିତରେ ଏହାର ଗୌରବମୟ ଐତିହ୍ୟକୁ ମନେପକାଇ କଷ୍ଟଲବ୍ଧ ସ୍ଵତନ୍ତ୍ର ଉତ୍କଳର ଅଖଣ୍ଡତାର ସୁରକ୍ଷା ପାଇଁ ସମସ୍ତେ ଅନ୍ତାଭିଡ଼ି ବାହାରିବା ପାଇଁ ଆହ୍ବାନ ଦେଇଥିଲେ। ଅନ୍ୟମାନଙ୍କ ଭିତରେ ବରିଷ୍ଠ ଆଇନଜୀବି ଗୌର ଚନ୍ଦ୍ର ମିଶ୍ର ବିଭେଦକାରୀ ଶକ୍ତିମାନଙ୍କ ପ୍ରତି ସତର୍କ ରହିବା ସହିତ ଓଡ଼ିଶାର ଅଖଣ୍ଡତା ତଥା ଓଡ଼ିଆଭାଷାର ସୁରକ୍ଷା ପାଇଁ ଆହ୍ବାନ ଦେଇଥିଲେ। ଆଇନଜୀବୀ କୃଷ୍ଣ ଚନ୍ଦ୍ର ଦାସ ଉତ୍କଳ ଦିବସର ଇତିହାସ…
Read MoreCategory: ନୟାଗଡ଼
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଓଡିଶା ଦିବସ ଓ ଉତ୍କଳ ଜନନୀ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଓଡିଶା ଦିବସ ସହିତ ଉତ୍କଳ ଜନନୀ ପୂଜନ କାର୍ଯ୍ୟକ୍ରମ ବିଦ୍ଯାଳୟ ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ବ୍ଳକ୍ ଚେୟାରମ୍ୟାନ କିଶୋର ଚନ୍ଦ୍ର ସାହୁ ଯୋଗଦେଇ ସର୍ବପ୍ରଥମେ ବିଦ୍ଯାଳୟ ପରିସରରେ ସ୍ଥାପିତ ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ ଓ ଗୁରୁଜୀ ଗୁରୁମା ମାନଙ୍କୁ ଓଡ଼ିଶା ଦିବସର ତାପ୍ତର୍ଜ୍ୟ ସହିତ ଓଡିଶାର ବରପୁତ୍ର ମାନଙ୍କ ସ୍ମୃତି ଚାରଣ କରିଥିଲେ। ଏହାପରେ ଉତ୍କଳ ଜନନୀଙ୍କ ପୂଜନ ସହିତ ଯଜ୍ଞ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରଦୀପ୍ତ କୁମାର ହୋତା ଓ ଅର୍ଚ୍ଚନା ରଥ ଯଜ୍ଞ ରେ ପୁରୋଧା ଭାବରେ ଆସନ ଗ୍ରହଣ କରି ଯଜ୍ଞ କାର୍ଯ୍ୟ ସମ୍ପନ୍ନ କରିଥିଲେ। ଏହି…
Read Moreଜିଲ୍ଲା ସ୍ତରୀୟ ଇଦୁଲ୍ ଫିତର ହର୍ଷଉଲ୍ଲାସରେ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ରମଜାନ ମାସର ଶେଷଦିନରେ ଚାନ୍ଦ ଦର୍ଶନ ପରେ ଇସଲାମ ଧର୍ମର ବଡ଼ ପର୍ବ ଇଦୁଲ୍ ଫିତର୍ ନମାଜ୍ ସିନ୍ଦୁରିଆ ଇଦଗାହ୍ ଠାରେ ମୌଲାନା ଜଲାଲୁଦ୍ଦିନ୍ ଖାଁ ମିଫତାହିଙ୍କ ଦ୍ଵାରା ପାଠ କରାଯାଇଅଛି। ଏଥିରେ ଜିଲ୍ଲା ତଥା ଜିଲ୍ଲା ବାହାରର ଶତାଧିକ ଶ୍ରଦ୍ଧାଳୁ ଯୋଗଦେଇଥିଲେ। ରମଜାନ ମାସ ଇସଲାମ ଧର୍ମର ପବିତ୍ର ମାସ ହୋଇଥିବା ବେଳେ ମାସର ପ୍ରଥମ ଚାନ୍ଦ ଦର୍ଶନ ପରେ ଏହି ପବିତ୍ର ମାସ ଆରମ୍ଭ ହୋଇଥାଏ। ଇସଲାମ ଧର୍ମାବଲମ୍ବୀ ମାନେ ପ୍ରତିଦିନ ଅର୍ଦ୍ଧରାତ୍ରରୁ ଶହରୀ ଆକାରରେ କିଛି ଖାଦ୍ୟ ଗ୍ରହଣକରି ଦିନ ତମାମ ନିର୍ଜଳ କାଷ୍ଠା ଉପବାସ ରଖି ସୂର୍ଯ୍ୟଅସ୍ତ ପରେ ପଣା, ଫଳ, ବୁଟ, ତରଭୁଜ ଓ ଖଜରା ସେବନ କରି ଉପବାସ ଭଙ୍ଗ କରନ୍ତି। ଦିନ ସାରା ପାଞ୍ଚ ଥର ନମାଜ ପାଠ ଓ ରାତ୍ରୀକାଳୀନ ତରାୱିହ୍…
Read Moreଆଦର୍ଶପ୍ରଧାନ ଶିକ୍ଷକଙ୍କୁ ଟାଉନ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅବସର କାଳୀନ ସମ୍ବର୍ଦ୍ଧନା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଟାଉନ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ନିରଞ୍ଜନ ଷଡ଼ଙ୍ଗୀଙ୍କୁ ଅଵସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ରୁପେ ନୟାଗଡ଼ ଜିଲା ସାମ୍ବାଦିକ ସଙ୍ଘର ଜିଲା ସଭାପତି ପ୍ରମୋଦ ପଟ୍ଟନାୟକ ଯୋଗଦେଇ ଅବସର ନେଇଥିବା ପ୍ରଧାନଶିକ୍ଷକଙ୍କୁ ମାନପତ୍ର, ଉପଢୌକନ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିଆରସିସି ପ୍ରଦୀପ କୁମାର ପଣ୍ଡା, ବିପିନ ବିହାରୀ ସାହୁ, ବିଦ୍ୟାଳୟ ପରିଚାଳନା କମିଟି ଅଧକ୍ଷା ଶର୍ମିଷ୍ଠା ସାମନ୍ତରାୟ ଓ ଉପ ସଭାପତି ଜିତୁନ ମହାପାତ୍ର, କାଉନସିଲର କିଶନ ଦାସ, ରାଜକୁମାର ସାହୁ ଓ ଲକ୍ଷ୍ମୀଧର ମହାପାତ୍ର, ବିଦ୍ୟାଳୟ ପରିଚାଳନା କମିଟିର ପୂର୍ବତନ ସଭାପତି ବାଳକୃଷ୍ଣ ମହାରଣା, ଶିକ୍ଷୟତ୍ରୀ ସ୍ମୃତିଧାରା ମିଶ୍ର, ସ୍ନେହାଞ୍ଜଳି ସିଂଦେଓ, ସିଆରସିସି ପ୍ରଦୀପ କୁମାର ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଲଷ୍ମୀପ୍ରିୟା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
Read Moreଚିନ୍ମୟ ମିଶନ ପକ୍ଷରୁ ମାସିକ ବୈଠକ ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ଏକ ମାସିକ ବୈଠକ ସ୍ଥାନୀୟ ମୈତ୍ରୀ ଯୁବ ସଂସଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ମିଶନ ସଭାପତି ସୁରେନ୍ଦ୍ରନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚିନ୍ମୟ ମିଶନ ପକ୍ଷରୁ ନିକଟରେ ଅନୁଷ୍ଠିତ ବିଦ୍ୟାଳୟ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ସଫଳତା ସହିତ ଶେଷ ହୋଇଥିବାରୁ ସମସ୍ତ ସଦସ୍ୟ ମାନଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା। ଏହା ପରେ ଗୁରୁ ବନ୍ଦନା ଏବଂ ଗୀତା ଆବୃତ୍ତି କରାଯାଇ ଏହା ଉପରେ ବ୍ୟାଖ୍ୟା କରାଯାଇଥିଲା। ଚିନ୍ମୟ ମିଶନ ନୟାଗଡ଼ ଶାଖାର ନିଜସ୍ୱ ଗୃହ ନଥିବାରୁ ଗୃହ ନିର୍ମାଣ ନିମନ୍ତେ ଏକ ସରକାରୀ ଜାଗା ପ୍ରଦାନ ପାଇଁ ଜିଲ୍ଲାପାଳଙ୍କୁ ଅନୁରୋଧ ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ଏହି ବୈଠକରେ ମିଶନ ସଭାପତିଙ୍କ ସମେତ ଘନଶ୍ୟାମ ସାହୁ,ସଂଯୋଜିକା ଶ୍ରାବଣୀ ମିଶ୍ର,ଅର୍ଥ ସଚିବ ପ୍ରଦୀପ…
Read Moreନୟାଗଡ଼ ଜିଲ୍ଲାର ବିକାଶ ପାଇଁ ସଂକଳ୍ପ ଅଧିବେଶନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସମସ୍ତ ପ୍ରାକୃତିକ ଓ ଭୌଗୋଳିକ ପରିବେଶର ଅନୁକୂଳ ଅବସ୍ଥିତି ସତ୍ତ୍ୱେ ନୟାଗଡ଼ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ଆଶାନୁରୂପ ହୋଇପାରି ନଥିବାରୁ ଉଦ୍ ବେଗ ପ୍ରକାଶ କରି ଆଜି ନୟାଗଡ କେସି କ୍ଳବଠାରେ ଓଡ଼ିଶାର ରାଜଧାନୀ ସହରରେ ସୁପ୍ରତିଷ୍ଠିତ ନୟାଗଡିଆଙ୍କୁ ନେଇ ଗଠିତ ହୋଇଥିବା ନୟାଗଡ଼ ଜିଲ୍ଲା ବିକାଶ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ଅବସରପ୍ରାପ୍ତ ବରିଷ୍ଠ ପ୍ରଶାସକ କରୁଣାକର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଧିବେଶନରେ ସମ୍ମିଳନୀର ଉଦ୍ୟୋକ୍ତା ତଥା ବରିଷ୍ଠ କର୍ମକର୍ତ୍ତା ଭାରତ ସରକାରଙ୍କ ପ୍ରାକ୍ତନ ଗଣମାଧ୍ୟମ ପରାମର୍ଶଦାତା ଡଃ. ଉମାକାନ୍ତ ମିଶ୍ର, ଗବେଷକ ତଥା ପାଠାଗାର ଆନ୍ଦୋଳନର ପ୍ରମୁଖ ପ୍ରବୀର ପଟ୍ଟନାୟକ, ଡଃ ବ୍ରଜବନ୍ଧୁ ପଣ୍ଡା, ସ୍ତମ୍ଭକାର ଡଃ ଜାନକୀଶ ବଡ଼ପଣ୍ଡା ଏହି ଅଧିବେଶନରେ ଯୋଗ ଦେଇ ନୟାଗଡ଼ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ରାଜଧାନୀ ସହରରେ ପ୍ରତିଷ୍ଠିତ ଏହି…
Read Moreବାର୍ଷିକୋତ୍ସବ ପାଳନ ଦ୍ୱାରା ଶିଶୁମାନଙ୍କ ଲୁକ୍କାୟିତ ପ୍ରତିଭା ପରିସ୍ଫୁଟିତ ହୋଇଥାଏ
ନୟାଗଡ଼,(ନୟାଗଡ଼ ଦର୍ପଣ): ଶିଶୁମାନଙ୍କ ମଧ୍ୟରେ ଅନ୍ତର୍ନିହିତ ଥିବା ଲୁକ୍କାୟିତ ପ୍ରତିଭା ବାର୍ଷିକୋତ୍ସବ ପାଳନ ମାଧ୍ୟମରେ ପରିସ୍ଫୁଟିତ ହୋଇଥାଏ। ପିଲାମାନଙ୍କ ଶିକ୍ଷଣ ଦକ୍ଷତା ବ୍ୟତୀତ ସେମାନଙ୍କ ମଧ୍ୟରେ ଥିବା କଳା, ସାହିତ୍ୟ, ସଂସ୍କୃତି, ସଙ୍ଗୀତ, ଅଭିନୟ ଆଦିରେ ରହିଥିବା ଦକ୍ଷତା ପ୍ରତିପାଦନ କରିବା ପାଇଁ ବାର୍ଷିକ ଉତ୍ସବ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ନୟାଗଡ଼ ବ୍ଲକ ଅନ୍ତର୍ଗତ କାଳିକାପ୍ରସାଦ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକଉତ୍ସବରେ ଉପସ୍ଥିତ ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆୟୋଜିତ ବାର୍ଷିକୋତ୍ସବ ସଭାରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଞ୍ଜୟ କୁମାର ମଲ୍ଲିକ ଯୋଗଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ଅନ୍ୟତମ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ନିରଞ୍ଜନ ନାୟକଏବଂ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଗୀତାଞ୍ଜଳୀ ମହାପାତ୍ର, ସମିତି ସଭ୍ୟା ଶୁଚିସ୍ମିତା ଭଟ୍ଟ, ପରିଚାଳନା କମିଟି…
Read Moreନୟାଗଡ଼ରେ ବିଶ୍ୱ ନାଟ୍ୟ ଦିବସ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ସମଗ୍ର ବିଶ୍ଵରେ ମଂଚ ନାଟକର ବ୍ୟାପ୍ତି ସହ ନିର୍ଦ୍ଦେଶକ, ନାଟ୍ୟକାର, କଳାକାର, ମଂଚ ସହଯୋଗୀମାନଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ ୧୯୬୨ ମସିହାରୁ ପାଳିତ ହେଉଛି ବିଶ୍ୱ ନାଟ୍ୟ ଦିବସ। ଚଳିତ ବର୍ଷ ନୟାଗଡ଼ର ଦୁଇ ପ୍ରମୁଖ ନାଟ୍ୟ ଅନୁଷ୍ଠାନ ମଞ୍ଚାୟନ ଏବଂ ନାଟ୍ୟଧାରା ର ମିଳିତ ସହଯୋଗରେ ସ୍ଥାନୀୟ ନ୍ୟୁ ଜନତା କଂପ୍ଲେକ୍ସ ପରିସରରେ ପାଳିତ ହୋଇଯାଇଛି ବିଶ୍ୱ ନାଟ୍ୟ ଦିବସ। ନାଟ୍ୟଧାରାର ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ସଭାପତିତ୍ବରେ ଆୟୋଜିତ ଆଲୋଚନାଚକ୍ର ରେ ମୁଖ୍ୟଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶିଷ ପଟ୍ଟନାୟକ, ବିଶିଷ୍ଟ ଅତିଥି ନୟାଗଡ଼ ପୈାର ପରିଷଦର ଅଧ୍ୟକ୍ଷା ନିରୁପମା ଖଟେଇ, ସମ୍ମାନିତ ଅତିଥି ବରିଷ୍ଠ ନାଟ୍ୟକାର ବିଶ୍ୱନାଥ ମହାପାତ୍ର, ଅଭିନେତା ତଥା ନାଟ୍ୟ ଧାରା ସଂପାଦକ ମି.କାଳିଆ ଯୋଗଦେଇ ବିଶ୍ୱ ନାଟ୍ୟ ଦିବସ ପରିପ୍ରେକ୍ଷିରେ ନୟାଗଡ଼…
Read Moreଆମ ସଂସ୍କୃତି ଆମ ଖେଳନା କର୍ମଶାଳା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଅନ୍ୟତମ ପୁରାତନ ବାମନ ଅବକାଶ ଉଚ୍ଚ ବିଦ୍ୟାଳୟ ରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସୃଜନଶୀଳତା ର ବିକାଶ ନିମନ୍ତେ ଆମ ସଂସ୍କୃତି ଆମ ଖେଳନା କର୍ମଶାଳା ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ ମୃତ୍ୟୁଞ୍ଜୟ ଷଡ଼ଙ୍ଗୀ ଓ ସରୋଜ ସାହୁଙ୍କ ସଂଯୋଜନାକ୍ରମେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଣ୍ଢେଇ କାରିଗର ବାସନ୍ତୀ ଦେଇ ତଥା ସରୋଜିନୀ ପଲେଇ କଣ୍ଢେଇ ପ୍ରସ୍ତୁତି ଶୈଳୀ ଏବଂ ଚିତ୍ରଶିଳ୍ପୀ ହରିବନ୍ଧୁ ଦାସ ମାଟି ଖେଳନା ପ୍ରସ୍ତୁତିର ଶୈଳୀ ବିଷୟରେ ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷିତ କରାଇଥିଲେ। ଦ୍ଵିତୀୟ ଦିବସରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା ବାର୍ଷିକ ଉତ୍ସବ। ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଇଟାମାଟିର ସରପଞ୍ଚ ସ୍ୱପ୍ନେଶ୍ୱରୀ ସେଠୀ ଏବଂ ସମ୍ମାନିତ ଅତିଥି ରୂପେ ପୁରାତନ ଛାତ୍ର ସଂଗଠନର…
Read Moreନୟାଗଡ଼ ରେଳ ଷ୍ଟେସନରେ କାର୍ଯ୍ୟକ୍ଷମ ହେଲା ଦୁଇ ଏଟିଭିଏମ ମେସିନ
ନୟାଗଡ଼,(ନୟାଗଡ଼ ଦର୍ପଣ): ଗତ ୨୦୧୭ ମସିହାରୁ ନୟାଗଡ଼ରେ ରେଳ ସେବା ଆରମ୍ଭ ହୋଇଥିବା ବେଳେ ଯାତ୍ରୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଯାତ୍ରୀ ସଂଖ୍ୟା ବୃଦ୍ଧି ପାଇଥିଲେ ସୁଦ୍ଧା କେବଳ ଗୋଟିଏ ମାତ୍ର ଅଣ ସଂରକ୍ଷିତ ଟିକେଟ କାଉଣ୍ଟର ଥିବାରୁ ଯାତ୍ରୀମାନେ ଦୀର୍ଘ ସମୟ ଧରି ଲାଇନରେ ଛିଡ଼ା ହୋଇ ରହୁଥିଲେ। ଏ ନେଇ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଆଉ ଏକ ଅଣ ସଂରକ୍ଷିତ ଟିକେଟ କାଉଣ୍ଟର ନୟାଗଡ଼ ଟାଉନ ଷ୍ଟେସନରେ ଖୋଲିବା ପାଇଁ ରେଳ ବିଭାଗ ନିକଟରେ ବାରମ୍ବାର ଦାବି ହୋଇ ଆସୁଥିଲା । ମାତ୍ର ବିଳମ୍ବରେ ହେଲେ ସୁଦ୍ଧା ରେଳ ବିଭାଗ ପକ୍ଷରୁ ଷ୍ଟେସନରେ ଦୁଇଟି ସ୍ୱୟଂ ଚଳିତ ଟିକେଟ ଭେଣ୍ଡିଂ ମେସିନ ସ୍ଥାପନ କରାଯାଇଛି। ଏହା ଦ୍ୱାରା ଯାତ୍ରୀମାନେ ନିଜ ସୁବିଧା ଅନୁସାରେ ଏହି ମେସିନ ସାହାଯ୍ୟରେ…
Read More