ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ଜେମାଦେଇପୁର ପାଟଣା ରାଜପାଟଣା ମିନି ଷ୍ଟାଡିୟମ ଠାରେ ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଆଜି ଦ୍ବିତୀୟ ସଂନ୍ଧ୍ୟା ଧୁମଧାମରେ ଅନୁଷ୍ଠିତ ହୋଇଯାଇଛି। ଆଜି ସନ୍ଧ୍ୟାରେ ମୁଖ୍ୟଅତିଥିଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଦେବଦତ୍ତ ପଣ୍ଡା, ନୟାଗଡ଼ ବ୍ଲକ ବିଡିଓ ପଦ୍ମଚରଣ ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସରୋଜ ରଣସିଂ, ବ୍ଲକ ଉପାଧ୍ଯକ୍ଷା ଲକ୍ଷ୍ମୀପ୍ରିୟା ସାହୁ, କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରବିନ୍ଦ୍ର ସାହୁ, ସ୍ଥାନୀୟ ସରପଞ୍ଚ ସଦାଶିବ ନାୟକ ପ୍ରମୁଖ ଅତିଥିଭାବେ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟଅତିଥି ତାଙ୍କ ଅଭିଭାଷଣରେ ପଞ୍ଚାୟତ ସ୍ତରରେ ଏଭଳି ଆୟୋଜନ କୌଣସି ସ୍ଥାନରେ ଦେଖିବାକୁ ମିଳିନାହିଁ ବୋଲି ପ୍ରକାଶ କରିବା ସହ ଆୟୋଜକମାନଙ୍କୁ ପ୍ରଶଂସା କରିଥିଲେ…
Read MoreCategory: ନୟାଗଡ଼
ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ସମାରୋହ ଜିଲ୍ଲା ପରିଷଦ ସୃଜନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ବିଭାଗ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ସମାରୋହରେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ। ସମଗ୍ର ଶିକ୍ଷା ବାଳିକା ସଂଯୋଜିକା ଶ୍ରାବଣୀ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସମାରୋହରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ , ଜିଲ୍ଲା କଲ୍ୟାଣ ଅଧିକାରୀ ଅର୍ଚ୍ଚନା କହଁର, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସମସ୍ତ ସଦସ୍ୟ ପ୍ରମୁଖ ଯୋଗଦାନ କରିଥିଲେ। ଏହି ଅବସରରେ ଜିଲ୍ଲାସ୍ତରରେ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ…
Read Moreସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଦଶପଲ୍ଲା ବ୍ଲକ ଅଡିସନ ଆସନ୍ତା ୨୨ ତାରିଖ ରବିବାର ଦିନ ଦଶପଲ୍ଲା ବ୍ଲକ ପ୍ରାଥମିକ ଶିକ୍ଷକ ଭବନ ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ତ୍ରିନାଥ ଛକସ୍ଥିତ ସୀତାରାମ ୟୁଥ କ୍ଳବ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଗୀତସମ୍ପାଦକ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପ୍ରତିଯୋଗିତାର ଆଭିମୁଖ୍ୟ ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ପ୍ରସ୍ତୁତି ବୈଠକରେ ସଂଗୀତଧାରା ସହ ସମ୍ପାଦକ ପ୍ରଶାନ୍ତ କୁମାର ପଟ୍ଟନାୟକ,ସଂଯୋଜକ ଲକ୍ଷ୍ମୀଧର ସାହୁଙ୍କ ସମେତ ବରିଷ୍ଠ ଶିକ୍ଷାବିତ୍ ସୁଦର୍ଶନ ସାହୁ, ସାହିତ୍ୟିକ ହାଡିବନ୍ଧୁ ମହାକୁଡ଼, ବ୍ରଜେନ୍ଦ୍ର ପ୍ରସାଦ ଧଳ, ରାଜକିଶୋର ସ୍ୱାଇଁ, ଶିକ୍ଷକ ବିଘ୍ନେଶ୍ୱର ବେହେରା, ଲକ୍ଷ୍ମୀଧର ସାହୁ, ଶ୍ରୀକାନ୍ତ ସାହୁ,…
Read More୫ମ ଶୁଭମ ମେମୋରିଆଲ ଭଲି ଟୁର୍ନାମେଣ୍ଟ ଉଦଘାଟିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ମା ଦକ୍ଷିଣ କାଳୀ ଭଲି କ୍ଳବ ପୁରୁଣା ସହର ଆନୁକୂଲ୍ୟରେ ମଣ୍ଡାବାଗନ ପଡିଆରେ ୫ମ ଶୁଭମ ମେମୋରିଆଲ ଭଲି ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଆଜି ଅପରାହ୍ନ ୪ଘଟିକା ସମୟରେ ମୁଖ୍ୟଅତିଥି ରୂପେ ବରିଷ୍ଠ ସାମ୍ବାଦିକ ତଥା ସମାଜସେଵୀ ପ୍ରମୋଦ ପଟ୍ଟନାୟକ ଯୋଗଦେଇ ଭଲି ଟୁର୍ନାମେଣ୍ଟକୁ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଉଦଘାଟନ ସନ୍ଧ୍ୟାରେ ଭଲି ଟୁର୍ନାମେଣ୍ଟରେ କୋମଣ୍ଡ ଭଲି କ୍ଳବ ବନାମ ଦୁର୍ଗାପ୍ରସାଦ ଭଲି କ୍ଳବ ପରସ୍ପରକୁ ଭେଟି ଥିଲେ। ଏହି ଟୁର୍ନାମେଣ୍ଟ ଆସନ୍ତା ୨୪ତାରିଖ ପର୍ଯ୍ୟନ୍ତ ଖେଳା ଯିବା ନେଇ କ୍ଳବର ସଦସ୍ୟ ସୂଚନା ଦେଇଛନ୍ତି। ଆଜିର ଏହି ଉଦଘାଟନୀ ଅବସରରେ ମା ଦକ୍ଷିଣକାଳୀ ଭଲି କ୍ଳବର ସଭାପତି ରାଜା ପଟ୍ଟନାୟକ ଓ ସମ୍ପାଦକ ମାନସ ପ୍ରିତମ ପ୍ରମୁଖ ଥିବାବେଳେ କ୍ଳବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।
Read Moreନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ କର୍ମକର୍ତ୍ତା ଚୟନ
ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲାର ସର୍ବ ପୁରାତନ ତଥା ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘର ଗତ ୧ତାରିଖ ଦିନ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଅଧିବେଶନ ନିଷ୍ପତ୍ତି ଅନୁଯାୟୀ ସଂଘର ସଭାପତି ପ୍ରମୋଦ ପଟ୍ଟନାୟକ ସଙ୍ଘ ପରିଚାଳନା ପାଇଁ କର୍ମକର୍ତା ମନୋନୟନ କରିଛନ୍ତି। ସଙ୍ଘର ଉପଦେଷ୍ଟା ଭାବେ ବରିଷ୍ଠ ସାମ୍ବାଦିକ ପ୍ରଭାକର ଶିରୋମଣୀ, ରବିନ୍ଦ୍ର କୁମାର ପଟ୍ଟନାୟକ, ବିନାୟକ ମିଶ୍ର, ଆଦର୍ଶ କୁମାର ପଟ୍ଟନାୟକ ଓ ରାମେଶ୍ଵର ଶତପଥୀ ରହିଥିବା ବେଳେ କାର୍ଯ୍ୟକାରୀ ସଭାପତିଭାବେ ବରିଷ୍ଠ ସାମ୍ବାଦିକ ସୁବାଷ ଚନ୍ଦ୍ର ମହାପାତ୍ର ଓ ନିଶିକାନ୍ତ ରଥ ରହିଛନ୍ତି । ସାଧାରଣ ସମ୍ପାଦକଭାବେ ପ୍ରଦୀପ୍ତ କୁମାର ରଥ, ସଂଗଠନ ସମ୍ପାଦକଭାବେ ଶିବରାମ ମହାପାତ୍ର ଓ ଜୟେନ୍ଦ୍ର କୁମାର ବେହେରା, କାର୍ଯ୍ୟାଳୟ ଉପସଭାପତିଭାବେ ପୁରୁଷୋତ୍ତମ ମହାହପାତ୍ର, କାର୍ଯ୍ୟାଳୟ ସମ୍ପାଦକ ସୁରେନ୍ଦ୍ର କୁମାର ପ୍ରଧାନ ରହିଛନ୍ତି। କୋଷାଧ୍ୟକ୍ଷ ଗୋକୁଳ କୁମାର ଷଡଙ୍ଗୀ…
Read Moreଧନ୍ଦାମୂଳକ ଶିକ୍ଷାର୍ଥୀଙ୍କ ଶିଳ୍ପ ପରିଭ୍ରମଣ
ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶରଣକୁଳ ସ୍ଥିତ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମଗ୍ର ଶିକ୍ଷା ଯୋଜନା ଅଧୀନରେ ଚାଲୁଥିବା ଧନ୍ଦାମୂଳକ ଶିକ୍ଷା ଛାତ୍ରୀଛାତ୍ରଙ୍କ ଦ୍ବାରା ଶିଳ୍ପାନୁଷ୍ଠାନ ପରିଭ୍ରମଣ ଶିକ୍ଷା ଅନୁଷ୍ଠିତ ହୋଇଛି। ଏହି ପରିଭ୍ରମଣରେ ନାରାୟଣ ଉଚ୍ଚ ବିଦ୍ୟାଳୟ(ହବ୍ ସ୍କୁଲ)ର ନବମ ଓ ଦଶମ ଶ୍ରେଣୀର ୬୦ ଶିକ୍ଷାର୍ଥୀ ଏବଂ(ସ୍ପୋକ ସ୍କୁଲ)ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣକୁଳର ୧୮ଜଣ ଶିକ୍ଷାର୍ଥୀ ସାମିଲ ହୋଇଛନ୍ତି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରଶ୍ମିରଞ୍ଜନ ମିଶ୍ରଙ୍କ ତତ୍ୱାବଧାନରେ ଦୁଇଟି ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ମାଛିପଡ଼ା ସ୍ଥିତ ଭୂଇଁଆଣି ଟେକ୍ସଟାଇଲକୁ ପରିଭ୍ରମଣ କରିଥିଲେ। ମ୍ୟାନେଜର ରାକେଶ କୁମାର ସାହୁ ଏବଂ ନାରାୟଣ ଉଚ୍ଚ ବିଦ୍ୟାଳୟର ପରିଧାନ ବିଭାଗର ପ୍ରଶିକ୍ଷିକା ରୋଜାଲିନ ମିଶ୍ରଙ୍କ ସହାୟତା ହସ୍ତତନ୍ତରେ କପଡାର ବୁଣେଇ କିପରି…
Read Moreରାଜ୍ୟସ୍ତରକୁ ମନୋନୀତ ହେଲା ବାଲ୍ ବିଜ୍ଞାନୀଙ୍କ ସ୍ୱତନ୍ତ୍ର ପ୍ରକଳ୍ପ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିବା ବିଜ୍ଞାନ ମେଳାରେ ରାଜ୍ୟସ୍ତରକୁ ସାତୋଟି ପ୍ରକଳ୍ପ ବିଚାରକଙ୍କ ଦ୍ୱାରା ମନୋନୀତ ହୋଇଥିବା ବେଳେ ସେଥିମଧ୍ୟରେ ରହିଛି ବାମନ ଅବକାଶ ସରକାରୀ ଉଚ୍ଚବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ର ଆଶୁତୋଷ ମହାରଣାଙ୍କ ଗବେଷଣାଧର୍ମୀ ପ୍ରକଳ୍ପ ” ହାଇଡ୍ରୋପୋନିକ୍ କୃଷି”। ଏହି ପଦ୍ଧତି ଦ୍ୱାରା ବିନା ମାଟିରେ କୃଷି କାର୍ଯ୍ୟ ହୋଇପାରିବ।ଏହା ମୁଖ୍ୟତଃ ଏକ ପୋଷଣୀୟ ଦ୍ରବଣର ସହାୟତାରେ ସମ୍ପାଦିତ ହୋଇଥାଏ। ବର୍ତ୍ତମାନ ସମୟରେ ଆଶାତୀତ ଭାବେ ବଢୁଥିବା ସହରୀକରଣ ଯୋଗୁଁ ମାଟି ନଥିବାସ୍ଥାନରେ ମଧ୍ୟ ଛୋଟଚାରା ପ୍ରସ୍ତୁତି, ଔଷଧୀୟ ବୃକ୍ଷ,ଫୁଲ-ଫଳ ଗଛ ସହ ଅନ୍ୟାନ୍ୟ ଶସ୍ୟ ଉତ୍ପାଦନ ହୋଇପାରିବାର ନିଆରା ପଦ୍ଧତି ହେଉଛି ଏହି ପ୍ରକଳ୍ପ। ଗତକାଲି ବାମନ ଅବକାଶ ସରକାରୀ ଉଚ୍ଚବିଦ୍ୟାଳୟର ଛାତ୍ରଙ୍କ ଏହି ପ୍ରକଳ୍ପ ରାଜ୍ୟସ୍ତରକୁ ମନୋନୀତ…
Read Moreନୂଆଗାଁ ବ୍ଲକ୍ ପାଇଁ ଗୌରବ ଆଣିଲେ ଶିବାନୀ
“ଜିଓମେଟ୍ରିକ ପାର୍କ” ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରକୁ ଉତ୍ତୀର୍ଣ୍ଣ ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦରମହକୁମାରେ ଥିବା ନୂଆଗାଁ ହାଇସ୍କୁଲର ଛାତ୍ରୀ ଶିବାନୀ ପ୍ରଧାନ ଜିଲ୍ଲାରୁ ରାଜ୍ୟସ୍ତରକୁ ଉନ୍ନୀତ ହୋଇଥିବା ଜଣା ପଡ଼ିଛି। ସୂଚନା ଥାଉକି ନୟାଗଡ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଚାଲିଥିବା ଜିଲ୍ଲା ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀରେ ମାଥମେଟିକାଲ୍ ମଡେଲ ଥିମରେ ପ୍ରକଳ୍ପ “ଜିଓମେଟ୍ରିକ ପାର୍କ” ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ଜିଲ୍ଲା ଶିକ୍ଷା ଅଧିକାରୀଣି ରାଜଶ୍ରୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ନୟାଗଡ ବିଧାୟକ ଡ଼ ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ,…
Read Moreଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପଦର୍ଶନୀ ବଜେନ୍ଦ୍ର ଉଚ୍ଚ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ପ୍ରମୁଖ ଯୋଗଦାନ କରିଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ସଭାରେ ଓଡଗାଁ ବ୍ଲକ ଶିକ୍ଷାଧିକାରୀ ଗୀତାଞ୍ଜଳି ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ବରିଷ୍ଠ ଶିକ୍ଷକ ବଟକିଶୋର ମହାପାତ୍ର ଅତିଥି ପରିଚୟ ପ୍ରଦାନ ଏବଂ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ କୁମାର ସାହୁ ବିବରଣୀ ପାଠ…
Read Moreନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲା
ନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୩୯,୪୦,୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୧୪୬ ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ. ଆଇ. ଆକ୍ଟ କେସ ୧୭ଟି ଫଇସଲା କରାଯାଇ ୧୫,୧୨,୪୦୫ ଟଙ୍କା ଆଦାୟ କରଯାଇଥିଲା ଏବଂ ବିବାହ ଜନିତ ୧୬ଟି ମାମଲା ଫଇସଲା କରାଯାଇଥିଲା । ଅନ୍ଯାନ୍ଯ ଫୌଜଦାରୀ ୨୪୫ଟି ମାମଲା ଫଇସଲା କରଯାଇଥିଲା।…
Read More