ନୟାଗଡ଼ରେ ନୂଆ ଓଡ଼ିଶା ପ୍ରଶିକ୍ଷାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ମିନି କନଫରେନସ୍ ହଲରେ ନୂଆ ଓଡ଼ିଶା ତାଲିମ କାର୍ଯ୍ୟକ୍ରମରେ ପ୍ରଶିକ୍ଷଣ ନେଇଥିବା ୨୯ଜଣ ତାଲିମାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଯୋଗ ଦେଇଥିବା ଅତିଥିମାନେ ହେଲେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଦୁର୍ଗାଚରଣ ଦାସ ଏବଂ ଇନୋଡଷ୍ଟ୍ ସଂସ୍ଥାର ଅଧିକାରୀମାନେ ଯୋଗଦେଇ ପ୍ରଶିକ୍ଷାର୍ଥୀମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ ।

Read More

ଭଏସ୍ ଅଫ୍ ନୟାଗଡ଼ ସେମିଫାଇନାଲ ଅନୁଷ୍ଠିତ, ଫାଇନାଲରେ ୧୦ଯୁବ କଣ୍ଠଶିଳ୍ପୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବବୃହତ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍ ୫ ର ସେମିଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ଲୁକ୍କାୟିତ ଯୁବ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବା ଦିଗରେ ନୟାଗଡ଼ କ୍ଳବ୍ ତରଫରୁ ବିଗତ ଚାରିବର୍ଷ ହେଲା ଅନୁଷ୍ଠିତ ହୋଇଆସୁଛି ଭଏସ୍ ଅଫ୍ ନୟାଗଡ଼। ଆଜିର କାର୍ଯ୍ୟକ୍ରମକୁ ନୟାଗଡ଼ ପୈାର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିରୁପମା ଖଟେଇ ଉଦ୍ଘାଟନ  କରିଥିବା ବେଳେ ପ୍ରତିଯୋଗୀ ତଥା ଅତିଥିମାନଙ୍କୁ ସ୍ବାଗତ କରିଥିଲେ ଅବିନାଶ ସାହୁ। ନୟାଗଡ଼ କ୍ଲବର ସଭାପତି ଅଶୋକ କୁମାର ନାୟକ, ସଂପାଦକ ଶ୍ରୀଧର ସାହୁ ,ସଦସ୍ୟ ଅରୁଣ କୁମାର ମହାନ୍ତି, ଧୀରେନ୍ଦ୍ର କୁମାର ପଟ୍ଟନାୟକ, ସନ୍ତୋଷ କୁମାର ନାୟକ, ମିହିର ରଂଜନ ନାୟକ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ। ଜିଲ୍ଲାସ୍ତରୀୟ ସେମିଫାଇନାଲ ପ୍ରତିଯୋଗିତାରେ ୧୯ ଜଣ ପ୍ରତିଯୋଗୀ  ଯୋଗଦେଇଥିଲେ। ପ୍ରତିଯୋଗୀମାନେ କ୍ଳାସିକାଲ, ସେମି କ୍ଳାସିକାଲ୍,…

Read More

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡ଼ିଶା ତରଫରୁ ନୟାଗଡ଼ ଜିଲ୍ଲା ସ୍ତରୀୟ କ୍ରୀଡା ସମାରୋହ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନବଘନପୁର ଉଚ୍ଚ ବିଦ୍ଯାଳୟ ଖେଳ ପଡ଼ିଆରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ,ଓଡିଶାର ନୟାଗଡ଼ ଜିଲ୍ଲା ସ୍ତରୀୟ କ୍ରୀଡା ସମାରୋହ ଜିଲ୍ଲା ପ୍ରମୁଖ  ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ଯାଳୟର କୁନି କୁନି ଶିଶୁ ଖେଳାଳୀ ମାନଙ୍କ ଦ୍ବାରା ଏହି କ୍ରୀଡା ସମାରୋହରେ ୨୦୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଯୋଗଦେଇଥିଲେ। ସକାଳ ୧୦ଟାରେ ମାଛିପଡା ଉଚ୍ଚ ବିଦ୍ଯାଳୟର ଖେଳ ଶିକ୍ଷକ ସନ୍ନ୍ଯାସୀ ପ୍ରଧାନ ମଶାଲ ପ୍ରଜ୍ବଳନ କରି କ୍ରୀଡା ସମାରୋହ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଭଲ ଖେଳାଳି ହୋଇ ଝିଲ୍ଲୀ ଦଳବେହେରା, ଶ୍ରାବଣୀ ନନ୍ଦ, ଦୂତିଚାନ୍ଦ ଓ ଦିଲ୍ଲୀପ ତିର୍କୀଙ୍କ ପରି ଓଡ଼ିଶାର ସୁନାମ ଅର୍ଜନ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହାପରେ ଦୌଡ଼, ଲମ୍ବଡିଆଁ,ଉଚ୍ଚ ଡିଆଁ, ଗୋଳା ଫିଙ୍ଗା, ଥାଳିଆ ଫିଙ୍ଗା, ବେଙ୍ଗ ଦୌଡ଼, ଆଳୁଚାମଚ…

Read More

ରଣପୁରରେ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା, ସେମି ଫାଇନାଲକୁ ଗଲେ ୫ଜଣ

ରଣପୁର, (ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ  ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ,ରଣପୁରଠାରେ ଅନୁଷ୍ଠିତ ହୋଇଯାଇଛି।  ପ୍ରତିଯୋଗିତାକୁ ରଣପୁର ବ୍ଲକ ଶିକ୍ଷାଧିକାରିଣୀ ବନଲତା ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିଲେ। ସଙ୍ଗୀତଧାରା ସଭାପତି ଡ.ବିଜୟ କୁମାର ଚୌଧୁରୀଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଏକାଡେମୀ ନିର୍ଦ୍ଦେଶକ ବିଶିଷ୍ଟ ଶିକ୍ଷାବିତ୍ ଗଦାଧର ବେଉରା, ଅଧ୍ୟକ୍ଷ ପ୍ରାଣନାଥ ବେଉରା,ଗୀତିକାର ବିରଞ୍ଚି ନାରାୟଣ ତ୍ରିପାଠୀ,କବି ଅଶୋକ ମଲ୍ଲ, ଶିକ୍ଷାବିତ୍ ସୁଶୀଲ କୁମାର ରଣା ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ପ୍ରତିଯୋଗିତା ପୂର୍ବରୁ କୁନି ଝିଅ ଆର୍ଯ୍ୟା ଅମ୍ରିତା ଓଡ଼ିଶୀ ନୃତ୍ୟ ପରିବେଷଣ କରି ଉପସ୍ଥିତ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ।ଏହି ପ୍ରତିଯୋଗିତାରେ ରଣପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ…

Read More

ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ରାଜସୁନାଖଳା ଠାରେ ୨୦୨୩-୨୫ ବର୍ଷର ଗୁରୁ ଛାତ୍ରଛାତ୍ରୀମାନଙ୍କ ସାମଗ୍ରୀକ ବିକାଶ ନିମନ୍ତେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୂଖ୍ୟ ଅତିଥି ଭାବେ ନୟାଗଡ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଡ. ଦାଶରଥି ବିଶ୍ୱାଳ, ମୂଖ୍ୟ ବକ୍ତା ବାବେ ରାଜସୁନାଖଳା ମହାବିଦ୍ୟାଳୟର ଓଡିଆ ବିଭାଗ ପ୍ରଧ୍ୟାପକ ଭାଗିରଥି ପାଢୀ, ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ଭାବେ ଅବସରପ୍ରାପ୍ତ  ଶିକ୍ଷକପ୍ରଶିକ୍ଷକ ଗୋବିନ୍ଦ ନାୟକ ପ୍ରମୂଖ ଯୋଗ ଦେଇଥିଲେ । ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ସମସ୍ତ ପ୍ରଶିକ୍ଷକ ପ୍ରଶିକ୍ଷିକା ତଥା ଗୁରୁ ଚାତ୍ରଛାତ୍ରୀବୃନ୍ଦ ଉକ୍ତ କାର୍ଯ୍ୟକ୍ରମରେ ସକ୍ରିୟ ଅଂସ ଗ୍ରହଣ କରି ସାଫଲ୍ୟ ମଣ୍ଡିତ କରିଥିଲେ । ଅନୁଷ୍ଠାନରେ ଅନୁଷ୍ଠିତ ହୋଇଥିବା ବାର୍ଷିକ ପ୍ରତିଯୋଗିତାରେ ସଫଲ ହୋଇଥିବା…

Read More

ନୟାଗଡ଼ରେ ଧାନ କୁଇଣ୍ଟାଲ ପ୍ରତି ଏମ.ଏସ.ପି. ସହିତ ୮୦୦ଟଙ୍କାର ଇନପୁଟ୍ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମର ସମୀକ୍ଷା ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ଆସନ୍ତା କାଲି ଅର୍ଥାତ ୮ତାରିଖ ଦିନ ନୟାଗଡ଼ ଷ୍ଟାଡିୟମ ଠାରେ ଚାଷୀମାନଙ୍କୁ ଧାନ କୁଇଣ୍ଟାଲ ପ୍ରତି ଏମ.ଏସ.ପି. ସହିତ ୮୦୦ଟଙ୍କାର ଇନପୁଟ୍ ସହାୟତା ରାଶି ବଣ୍ଟନ ସମ୍ପର୍କରେ ଗତ ୪ତାରିଖରେ ହୋଇଥିବା ପ୍ରସ୍ତୁତି ବୈଠକର ଅଗ୍ରଗତି ଉପରେ ଏକ ସମୀକ୍ଷା ବୈଠକ  ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ମିନି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟସ୍ତରରେ ୮ଡିସେମ୍ବରରେ ଶୁଭ ଉଦ୍‌ଘାଟନର ସିଧା ପ୍ରସାରଣ ଉପସ୍ଥିତ ଚାଷୀମାନଙ୍କ ଉଦ୍ଦେଶ୍ୟରେ କରାଯିବ । ଏହି କାର୍ଯ୍ୟକ୍ରମକୁ ସୂଚାରୁରୂପେ ପ୍ରତିପାଦନ କରିବା ପାଇଁ ବିଭିନ୍ନ ବିଭାଗକୁ ଦାୟିତ୍ୱ ବଣ୍ଟନ କରାଯାଇଥିଲା । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ), ଅତିରିକ୍ତ ଜିଲ୍ଲାପାଳ(ସାଧାରଣ), ଉପଜିଲ୍ଲାପାଳ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ, କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ, ଡିପିସି…

Read More

ବିଦ୍ୟାଳୟ, ଅଙ୍ଗନବାଡି, ପଚାୟତ କାର୍ଯ୍ୟାଳୟ ସହ ଛତୁଆ କେନ୍ଦ୍ର ବୁଲି ଦେଖିଲେ ରାଜ୍ୟ ଫୁୁଡ କମିଶନ ବିଭାଗର ଅଧିକାରୀ

ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ରଣପୁର ବ୍ଲକର ବିଭିନ୍ନ ବିଦ୍ୟାଳୟ, ଅଙ୍ଗନବାଡି କେନ୍ଦ୍ର, ପଚାୟତ କାର୍ଯ୍ୟାଳୟ ତଥା ଛତୁଆ ପ୍ରସ୍ତୁତି କେନ୍ଦ୍ରକୁ ରାଜ୍ୟ ଫୁୁଡ କମିଶନ ବିଭାଗ ପରିଦର୍ଶନ କରିଥିବା ଜଣାପଡିଛି । ରାଜ୍ୟ ଫୁୁଡ କମିଶନ ବିଭାଗର ସଦସ୍ୟ ପ୍ରିୟବ୍ରତ ସାମାନ୍ତରାୟ, ଜୁନିଅର ଏକଜୁଟିଭ୍ ଆସୁଷ୍ଟାଂଟ ପ୍ରଭାସ କୁମାର ନାୟକ ରଣପୁର ବ୍ଲକର ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ, ଲୋଧାଚୁଆ ପଚାୟତ, ପାଟବେରେଣା ପ୍ରାଥମିକ ବିଦ୍ୟାଳୟ, ପାଟବେରେଣା ଅଙ୍ଗନବାଡି କେନ୍ଦ୍ର, କୋଇଲମା ଅଙ୍ଗନବାଡି କେନ୍ଦ୍ର, କୋଟଗଡ ଆଶ୍ରମ ବିଦ୍ୟାଳୟ, ତାରିଆ  ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଲୋଧାଚୁଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ରଣପୁର ଛତୁଆ ପ୍ରସ୍ତୁତି କେନ୍ଦ୍ର ସହ ବିଭିନ୍ନ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର ବୁଲି ଦେଖିଥିଲେ । ବିଭିନ୍ନ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର ପରିଦର୍ଶନ ସମୟରେ ଖାଦ୍ୟ ପ୍ରସ୍ତୁତି, ଖାଦ୍ୟର ମାନ, କାଗଜପତ୍ର…

Read More

ଟ୍ରକ ଓ ବାଇକ ଧକ୍କା, ମହିଳା ମୃତ

ରଣପୁର,(ନୟାଗଡ଼ ଦର୍ପଣ): ଶୁକ୍ରବାର ଅପରାହ୍ଣ ୨ଘଟିକା ସମୟରେ ରଣପୁର ବ୍ଲକ ବଜ୍ରକୋଟ ଗ୍ରାମ ନିକଟସ୍ଥ ଅସୁରକୁମାରୀ ଛକ ଠାରେ ଟ୍ରକ ଓ ବାଇକ ମୁହାମୁହିଁ ହୋଇ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଥାନାରେ ହୋଇଥିବା ଲିଖିତ ଅଭିଯୋଗ ଅନୁଯାୟୀ, ରଣପୁର ବଡକୂଅ ସାହିର ରଶ୍ମିରଞ୍ଜନ ଦାଶ ନାମକ ଜଣେ ଯୁବକ ଓଡି-୨୫-ପି-୬୫୩୨ ନମ୍ବର ବିଶିଷ୍ଟ ଏକ ପଲସର ବାଇକରେ ନିଜ ମାଆ ଙ୍କୁ ନେଇ ଏକ ଦଶାହ କାର୍ଯ୍ୟରେ ଯୋଗ ଦେବା ପାଇଁ   ଦର୍ପନାରାୟଣପୁର ଅଭିମୁଖେ ଯାଉଥିଲେ । ଏହି ସମୟରେ ନୟାଗଡ ପଟୁ ଆସୁଥିବା ଓଆର- ୦୫- ଏଡି- ୩୫୦୦ ନମ୍ବର ବିଶିଷ୍ଟ ଏକ ଟ୍ରକ ଏହି ବାଇକକୁ ବଜ୍ରକୋଟ ଅସୁରକୁମାରୀ ଛକ ଠାରେ ସାମନା ପଟୁ ଧକ୍କା ଦେଇଥିଲା । ଟ୍ରକ ଓ ବାଇକ…

Read More

ଶୈକ୍ଷିକ ପ୍ରଗତିର ମାଇଲ ଖୁଂଟ ‘ପରଖ’

ରଣପୁର,(ନୟାଗଡ଼ ଦର୍ପଣ): ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀମାନଙ୍କର ଶିକ୍ଷଣ ଉପଲବ୍ଧି ସ୍ତରକୁ ଆକଳନ କରିବା ଓ ଶିକ୍ଷାର ଗୁଣାତ୍ମକ ପ୍ରଗତିକୁ ମାପିବା ପାଇଁ ୨୦୦୦ ମସିହା ପର ଠାରୁ ପ୍ରତି ୩ ବର୍ଷରେ ଥରେ ସମଗ୍ର ଭାରତ ବର୍ଷରେ ଏହି ଜାତୀୟ ଉପଲବ୍ଧି ସର୍ବେକ୍ଷଣ ଅନୁଷ୍ଠିତ ହୋଇଆସୁଅଛି । ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ସଫଳତାର ସହ ଏହି ଜାତୀୟ ଉପଲବ୍ଧି ସର୍ବେକ୍ଷଣ-୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏହା ତୃତୀୟ, ଷଷ୍ଠ ଓ ନବମ ଶ୍ରେଣୀର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ପ୍ରଶ୍ନପତ୍ର ମାଧ୍ୟମରେ ଆକଳନ କରାଯାଇଥିଲା । ନୟାଗଡ ଜିଲ୍ଲାର ୮ଟି ବ୍ଲକର ତୃତୀୟ ଶ୍ରେଣୀରେ ୨୮ଟି ବିଦ୍ୟାଳୟ, ଷଷ୍ଠ ଶ୍ରେଣୀର ୪୮ଟି ବିଦ୍ୟାଳୟ ଓ ନବମ ଶ୍ରେଣୀରେ ୪୬ଟି ବିଦ୍ୟାଳୟରେ ଏହି ପରଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…

Read More

ନୟାଗଡ଼ ଜିଲ୍ଲାରେ ବିଶ୍ୱ ମୂର୍ତ୍ତିକା ଦିବସ-୨୦୨୪ ପାଳନ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ସଭାକକ୍ଷରେ ଜିଲ୍ଲାସ୍ତରୀୟ ବିଶ୍ୱ ମୂର୍ତ୍ତିକା ଦିବସ-୨୦୨୪ ପାଳନ କରାଯାଇଛି । ଏହି ଦିବସ ସୁସ୍ଥ କୃଷି, ପରିବେଶ ସୁରକ୍ଷା ଏବଂ ଖାଦ୍ୟ ସୁରକ୍ଷା ପାଇଁ ସ୍ୱାସ୍ଥ୍ୟକର ମୂର୍ତ୍ତିକା ଗୁରୁତ୍ୱପୂର୍ଣ୍ଣ । ଏହା ୟୁନାଇଟେଡ୍ ନେଶନ୍ ଖାଦ୍ୟ ଏବଂ କୃଷି ସଂଗଠନ ଦ୍ୱାରା ପ୍ରତିଷ୍ଠା କରାଯାଇଥିଲା । ଏହା ଦ୍ୱାରା  ଜଳବାୟୁ ପରିବର୍ତ୍ତନ ପ୍ରତିରୋଧ ଏବଂ ପୃଥିବୀରେ ଜୀବନ ଧାରଣ କରିବାରେ ମୂର୍ତ୍ତିକାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଅଛି । ମୂର୍ତ୍ତିକା କ୍ଷୟ, ମୂର୍ତ୍ତିକା ପ୍ରଦୁଷଣ ଏବଂ ମୂର୍ତ୍ତିକାରେ ଜୈବପଦାର୍ଥ ହ୍ରାସ ଭଳି ପରିବର୍ତ୍ତନକୁ ରୋକିବାରେ ଜନସଚେତନତା ସୃଷ୍ଟି କରିଥିଲା । ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ସମ୍ମାନିତ ଅତିଥି ଭାବେ…

Read More