ନୟାଗଡ଼, (ନୟାଗଡ଼ ଦର୍ପଣ): ଭାରତୀୟ ଉପମହାଦେଶର ଜାତୀୟତା, ଦେଶପ୍ରେମ ଓ ଅଖଣ୍ଡତା ପାଇଁ ସମ୍ବିଧାନ ଏବଂ ସମ୍ବିଧାନର ମୌଳିକ ଉପାଦାନ ଜାଣିବା ନିହାତି ଆବଶ୍ୟକ । ୨୬ ନଭେମ୍ବର ୧୯୪୯ ମସିହାରେ ସମ୍ବିଧାନ ସମ୍ପୂର୍ଣ୍ଣ ହୋଇଥିବାବେଳେ, ୨୬ ଜାନୁଆରୀ ୧୯୫୦ ମସିହାରୁ ସମ୍ବିଧାନ କାର୍ଯ୍ୟକ୍ଷମ ହେଲା । ସମ୍ବିଧାନର ମହନୀୟତାକୁ ଜାଣିବା ଉଦେଶ୍ୟରେ ୨୬ ନଭେମ୍ବରକୁ ସମ୍ବିଧାନ ଦିବସ ରୂପେ ପାଳନ କରାଯାଇ ଆସୁଅଛି। ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ ଶ୍ରୀମତୀ ଅଞ୍ଜଳି ମଛଖଣ୍ଡଙ୍କ ତତ୍ୱାବଧାନରେ ସମସ୍ତ ବିଚାରପତି ଏବଂ କର୍ମଚାରୀମାନଙ୍କୁ ନେଇ ଦିବା ୧୧ଘଟିକା ସମୟରେ ସମ୍ବିଧାନର ମୁଖବନ୍ଧ ପଠନ କରାଯାଇଥିଲା। ପୁନଶ୍ଚ ଅପରାହ୍ନ ୪.୩୦ ଘଟିକା ସମୟରେ ଜିଲ୍ଲା କୋର୍ଟ ପରିସର ତୃତୀୟ ମହଲା କନଫରେନ୍ସ ହଲରେ “ମୌଳିକ କର୍ତ୍ତବ୍ୟ”…
Read MoreCategory: ନୟାଗଡ଼
ସୋହମ ଓ ନେହେରୁ ଯୁବା କେନ୍ଦ୍ର ତରଫରୁ ସମ୍ବିଧାନ ଦିବସ ପାଳନ
ରାଜସୁନାଖଳା, (ନୟାଗଡ଼ ଦର୍ପଣ): ନୟାଗଡର ଅଗ୍ରଣୀ ସ୍ଵେଚ୍ଛାସେବୀ ସଂଗଠନ “ସୋହମ” ପକ୍ଷରୁ ଭାରତ ସରକାରଙ୍କ ଯୁବ ଓ କ୍ରିଡା ବ୍ୟାପାର ବିଭାଗର ସହଯୋଗରେ ମୋ ଭାରତ କାର୍ଯ୍ୟକ୍ରମ ଅନ୍ତର୍ଗତ “ସମ୍ବିଧାନ ଦିବସ ” ରାଜସୁନଖଳା ସ୍ଥିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଠାରେ ପାଳନ କରାଯାଇଅଛି। ଏହାକୁ ପ୍ରତିଷ୍ଠାନର ପ୍ରଶିକ୍ଷକ ମନୋରଞ୍ଜନ ଦାଶ, ଦୀପକ କୁମାର ପ୍ରଧାନ, ସୋହମ ସଙ୍ଗଠନର ସମ୍ପାଦକ କାମାକ୍ଷା ପ୍ରସାଦ ଦାଶ, ବରିଷ୍ଠ ସଦସ୍ୟ ବିଦ୍ଯାଧର ଆଚାର୍ଯ୍ୟ ଭଗବାନଙ୍କ ନିକଟରେ ପ୍ରଦୀପ ପ୍ରଜ୍ଵଳନ କରି ମହାବିଦ୍ୟାଳୟର ଶତାଧିକ ଛାତ୍ର/ଛାତ୍ରୀଙ୍କ ଗହଣରେ କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ। ଏଥିରେ ସମସ୍ତ ବରେଣ୍ୟ ଅତିଥି ବୃନ୍ଦ ସମ୍ବିଧାନ ଗଠନର ପୃଷ୍ଠଭୂମି, ଉପଦେୟତା, ନାଗରିକମାନଙ୍କର ମୌଳିକ ଅଧିକାର ଓ ଦାୟିତ୍ଵ ଉପରେ ବିଶେଷ ଭାବେ ଆଲୋକପାତ କରିଥିଲେ। ଏହି ପରିପ୍ରେକ୍ଷୀରେ ପ୍ରତିଷ୍ଠାନର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ “ଆମେ…
Read Moreକେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକ ଓ କୃଷକଙ୍କ ବିକ୍ଷୋଭ
ନୟାଗଡ଼,(ନୟାଗଡ଼ ଡଦର୍ପଣ): କେନ୍ଦ୍ର ମୋଦୀ ସରକାରର ଶ୍ରମିକ ଓ କୃଷକ ବିରୋଧୀ ନୀତି ବିରୋଧରେ କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଓ କୃଷକ ସଂଗଠନ ଗୁଡିକ ତରଫରୁ ଶ୍ରମିକ, କୃଷକ ଓ ଜନଗଣଙ୍କର ୨୧ ଦଫା ଦାବୀ କୁ ନେଇ ଦେଶ ବ୍ୟାପୀ ଆଜି ଚେତାବନୀ ସମାବେଶ ଡାକରା ଦିଆ ଯାଇଥିଲା ବେଳେ ନୟାଗଡ଼ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ କୃଷକ -ଶ୍ରମିକ ଙ୍କ ଚେତାବନୀ ବିକ୍ଷୋଭ ସଂଗଠିତ ହୋଇ ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟ ରେ ଦାବୀ ପତ୍ର ପ୍ରଦାନ କରାଯାଇଛି.। ଆଜି ଦିନ ୧୨ ଘଟିକା ସମୟରେ ନୟାଗଡ଼ PWD ବଙ୍ଗଳା ଠାରୁ ସତାଧିକ ଶ୍ରମିକ କୃଷକ ଙ୍କ ମିଳିତ ଶୋଭା ଯାତ୍ରା ବାହାରି ନୟାଗଡ ବଜାର ଦେଇ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସାଥୀ ବିଶ୍ୱନାଥ ମହାପାତ୍ର ଙ୍କ ସଭାପତିତ୍ୱରେ ଏକ ବିକ୍ଷୋଭ ସମାବେଶ ଅନୁଷ୍ଠିତ ହୋଇଥିଲା.।…
Read Moreନୟାଗଡ଼ ମହାବିଦ୍ୟାଳୟରେ ଭାରତୀୟ ସମ୍ବିଧାନ ଦିବସ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟରେ ଭାରତୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଅଛି। ମହାବିଦ୍ୟାଳୟର ଅଧକ୍ଷ ଡ. ବିପିନ କୁମାର ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା ପୂର୍ବକ ଅତିଥି ପରିଚୟ ପ୍ରଦାନକରିଥିଲେ। ଅଧ୍ୟାପକ ଗୌରହରି ସାହୁଙ୍କ ଦ୍ଵାରା ସମ୍ବିଧାନ ପ୍ରସ୍ତାବନା ପାଠ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଡେପୁଟି କମାଣ୍ଡାଣ୍ଟ ଶ୍ରୀ ଭବେଶ କୁମାର ନାୟକ, ଅଧ୍ୟକ୍ଷ, ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟ, ନୟାଗଡ଼ ଉକ୍ତ ଦିବସର ମହତ୍ତ୍ଵ ସମ୍ପର୍କରେ ଆଲୋଚନା କରିଥିଲେ। ନୌସେନା ବାହିନୀର ଅଧିକାରୀ ଲେ. ଗୋଲୋକ ବିହାରୀ ନାୟକ, ସ୍ଥଳ ବାହିନୀ ଅଧିକାରୀ ଲେ. ଡ. ବିନ୍ଦୁଲତା ଷଣ୍ଢ (ବାଳିକା) ଏବଂ ଲେ. ଡ. କମଳ କୁମାର ବର୍ମା (ବାଳକ) ସହଯୋଗ କରିଥିଲେ। ମଞ୍ଚ ମଣ୍ଡନ କରିଥିଲେ, ପ୍ରାଧ୍ୟାପକ ମହାବିଦ୍ୟାଳୟର ରାଜନୀତି ବିଭାଗର ଅଧ୍ୟାପକ ଅଧ୍ୟାପିକାମାନେ ଦୁଇ…
Read Moreନଭେମ୍ବର ୩୦ରୁ କେ.ସି. କ୍ଳବରେ ଓପନ ଚେସ ଟୁର୍ଣ୍ଣାମେଣ୍ଟ
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ମାସ ୩୦ ତାରିଖରୁ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବ। ଓଡ଼ିଶା ଚେସ ଆସୋସିଏସନର ଅନୁମୋଦନ କ୍ରମେ ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଳବ, ନୟାଗଡ଼ ମିଳିତ ଆନୁକୂଲ୍ୟରେ ନଭେମ୍ବର ୩୦ ଏବଂ ଡିସେମ୍ବର ୧, ଦୁଇଦିନ ଧରି ଏହି ଟୁର୍ଣ୍ଣାମେଣ୍ଟ କେସି କ୍ଳବ ପରିସରରେ ଅନୁଷ୍ଠିତ ହେବ। ଜିଲ୍ଲା ଚେସ ଆସୋସିଏସନ ସଭାପତି ଶ୍ରୀଧର ସାହୁଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଉଭୟ ଜୁନିଅର ଏବଂ ସିନିଅର ବିଭାଗରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଜୁନିଅର ବିଭାଗ ଏବଂ ଦଶମ ଶ୍ରେଣୀରୁ ଉର୍ଦ୍ଧ୍ୱ ପିଲାମାନେ ସିନିଅର ବିଭାଗରେ ଅଂଶ ଗ୍ରହଣ କରି ପାରିବେ। ଉଭୟ ବିଭାଗରୁ ବିଜୟୀ ପ୍ରଥମ ୫ ଜଣଙ୍କୁ ପୁରସ୍କୃତ କରାଯିବା…
Read Moreରାଜସୁନାଖଳା ମହୋତ୍ସବ ପାଇଁ ସାମ୍ବାଦିକ ସମ୍ମିଳନୀ
ଡିସେମ୍ବର ୮ରୁ ୧୨ରାଜସୁନାଖଳା ମହୋତ୍ସବ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ରାଜସୁନାଖଳା ପଞ୍ଚାୟତ ଠାରେ ରାଜସୁନାଖଳା ମହୋତ୍ସବ କାଉଁରୀ 2024 ପାଇଁ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ରାଜସୁନାଖଳା ମହୋତ୍ସବ କମିଟି ସଭାପତି ତଥା ରାଜସୁନାଖଳା ଗ୍ରାମ ପଞ୍ଚାୟତର ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ ଏବଂ ସମ୍ପାଦକ ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରା ସାମ୍ବାଦିକ ସମ୍ମିଳନୀ ପରିଚାଳନା କରିଥିଲେ l ରାଜ୍ୟର ଏକ ପ୍ରମୁଖ ମହୋତ୍ସବ ଭାବେ ରାଜସୁନାଖଳା ମହୋତ୍ସବ ଦୀର୍ଘ ୫ ବର୍ଷ ଧରି ସଫଳତାର ସହ ଅନୁଷ୍ଠିତ ହେଇଆସୁଛି l ଚଳିତ ବର୍ଷ ଷଷ୍ଠ ବର୍ଷରେ ପଦାର୍ପଣ ପୁର୍ବରୁ ରାଜସୁନାଖଳା ମହୋତ୍ସବ କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି l ଚଳିତ ବର୍ଷର ମହୋତ୍ସବ କିଭଳି ଅଧିକ ଆକର୍ଷଣୀୟ ହୋଇପାରିବ ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି l ବିଶେଷ…
Read Moreଷ୍ଟାର ଅଫ୍ ନୟାଗଡ଼, ସେମିଫାଇନାଲ ରୁ ଫାଇନାଲକୁ ପ୍ରବେଶ କଲେ ୧୧ କଣ୍ଠଶିଳ୍ପୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ସ୍ତରୀୟ ସଂଗୀତ ପ୍ରତିଯୋଗିତା କାର୍ଯ୍ୟକ୍ରମ ଷ୍ଟାର ଅଫ୍ ନୟାଗଡ଼ର ସେମିଫାଇନାଲ ସ୍ଥାନୀୟ ସତ୍ୟମ କମ୍ପ୍ୟୁଟର ପରିସରରେ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ର ବିଭିନ୍ନ ବ୍ଲକରୁ ଚୟନ ହୋଇ ଆସିଥିବା ୨୦ଜଣ ପ୍ରତିଯୋଗୀଙ୍କୁ ନେଇ ସେମିଫାଇନାଲ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ସେମିଫାଇନାଲରୁ ୧୧ଜଣ ପ୍ରତିଯୋଗୀ ଫାଇନାଲକୁ ପ୍ରବେଶ କରିଛନ୍ତି । ୧୧ଜଣ ଫାଇନାଲିଷ୍ଟ ହେଲେ ଇପ୍ସିତା ପ୍ରିୟଦର୍ଶିନୀ, ଶେଖ୍ ତୌଫିକ ଅଲ୍ଲୀ, ଲକ୍ଷ୍ମୀପ୍ରିୟା ନାୟକ, ଅମ୍ରିତା ରଥ, ଆଶୁତୋଷ ବେହେରା, ଜଗନ ବେହେରା, ମିଲନ କୁମାର ସ୍ବାଇଁ, ଶୁଭସ୍ମିତା ବେହେରା, ଲିପ୍ସା ରାଣୀ ପଣ୍ଡା, ଦିବ୍ୟାଶା ପ୍ରିୟଦର୍ଶିନୀ ଓ ବିଶ୍ବଜିତ ନାୟକ । ସେମିଫାଇନାଲରେ ବିଚାରକଭାବେ ବିଶିଷ୍ଟ ଭାଓଲିନ୍ ବାଦକ ପୁର୍ଣ୍ଣଚନ୍ଦ୍ର ଶତପଥୀ ଓ କଣ୍ଠଶିଳ୍ପୀ ଅନିତା ରାମ୍ ଯୋଗଦେଇଥିଲେ । ସୁଶାନ୍ତ ପାଇକରାୟ, ପ୍ରଦିପ ବରାଡ ଏବଂ କାଜଲ ଡାକୁଆ ପ୍ରମୂଖ…
Read Moreପଠାଣି ସାମନ୍ତ ଉପାୟନ ପ୍ରଦାନ ଉତ୍ସବ
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷର ମର୍ଯ୍ୟାଦାପୂର୍ଣ୍ଣ ‘ନୟାଗଡ଼ ଗୌରବ’ ସମ୍ମାନ ପାଇବା ପାଇଁ ଯଶସ୍ୱୀ ସାରସ୍ୱତ ସାଧକ ତଥା ସ୍ୱନାମଧନ୍ୟ ନାଟ୍ୟକାର ଏବଂ ନାଟ୍ୟ ନିର୍ଦ୍ଦେଶକ ପ୍ରଫେସର ରାମଚନ୍ଦ୍ର ମିଶ୍ର ଯୋଗ୍ୟ ବିବେଚିତ ହୋଇଛନ୍ତି। ସେହିଭଳି ନୟାଗଡ଼ର ପ୍ରାକ୍ତନ ଡି.ଏଫ୍.ଓ ଏଚ୍.ଡି. ଧନରାଜଙ୍କୁ ‘ନୟାଗଡ଼ ବନ୍ଧୁ’ ସମ୍ମାନ, କବି ତିଳକ ଡ. ସୁରେଶ ଚନ୍ଦ୍ର ବରାଡଙ୍କୁ ‘ଦାସିଆ ଅଜା ସାହିତ୍ୟ ସମ୍ମାନ’, ବିଜ୍ଞାନସ୍ରଷ୍ଟା ଡ. ଗିରିଜା ଶଙ୍କର ମହାପାତ୍ରଙ୍କୁ ‘ପଠାଣି ସାମନ୍ତ ପ୍ରତିଭା ସମ୍ମାନ’, ସୁ-ସାହିତ୍ୟିକା ତଥା କବି ଡ. ସୁକାନ୍ତି ମହାନ୍ତିଙ୍କୁ ପଠାଣି ସାମନ୍ତ ସାହିତ୍ୟ ସମ୍ମାନ’, ସ୍ୱନାମଧନ୍ୟ ଲବ୍ଧପ୍ରତିଷ୍ଠିତ ଆଇନ୍ଜୀବୀ ବୃନ୍ଦାବନ ପଣ୍ଡାଙ୍କୁ ‘ପଠାଣି ସାମନ୍ତ ଆଇନ୍ସେବା ରତ୍ନ ସମ୍ମାନ’, ସଙ୍ଗୀତ ଗୁରୁ ରଜନୀକାନ୍ତ ମହାପାତ୍ରଙ୍କୁ ‘ପଠାଣି ସାମନ୍ତ ସଂଗୀତ ପ୍ରତିଭା ସମ୍ମାନ, ସମାଜସେବୀ ସୁଶ୍ରୀ ଉଷା ପଟ୍ଟନାୟକଙ୍କୁ ‘ପଠାଣି ସାମନ୍ତ ସେବା ସମ୍ମାନ’,…
Read Moreମାଙ୍କଡ଼ା ପଥର ଖଣି ଉପରେ ଚଢ଼ାଉ
ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଥିବା ବହୁ ଚର୍ଚ୍ଚିତ ମୟୁରଝାଲିଆ ମାଙ୍କଡ଼ା ପଥର ଖଣି NGTଙ୍କ ନିର୍ଦ୍ଦେଶ ପରେ ବନ୍ଦ ରହିଥିଲା ଏବଂ ଏହି ମାମଲାରେ ୩ଜଣ ତହସିଲଦାର ଓ ୬ଜଣ ରାଜସ୍ବ କର୍ମଚାରୀ ନିଲମ୍ବିତ ହୋଇଥିଲେ। ଉକ୍ତ ଖଣିରୁ ଖଣି ମାଫିଆମାନେ ଆଜି ଅପରାହ୍ନରେ ଖଣି ଖନନ କରୁଥିବା ସମୟରେ ଚାନ୍ଦପୁର ଥାନାର ଆଇଆଇସି ଦିଲ୍ଲୀପ କୁମାର ସ୍ବାଇଁଙ୍କ ତତ୍ଵାବଧାନରେ ଏକ ଟିମ୍ ଖଣି ଉପରେ ଚଢ଼ାଉ କରି ଦୁଇଟି ପାୱାର ଟ୍ରିଲର ଜବତ କରିଛନ୍ତି । ଏହି ଚଢ଼ାଉ ପରେ ଖଣି ମାଫିଆମାନେ ଭୟଭୀତ ହୋଇ ପଡିଥିବା ଜଣାପଡ଼ିଛି ।
Read Moreଭଏସ୍ ଅଫ୍ ନୟାଗଡ଼ର ଜିଲ୍ଲାସ୍ତରୀୟ ସଂଗୀତ ପ୍ରତିଯୋଗିତା ଉଦଘାଟିତ
ସେମି ଫାଇନାଲକୁ ଉନ୍ନୀତ ହେଲେ ୨୪ ଯୁବ କଣ୍ଠଶିଳ୍ପୀ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବବୃହତ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍ ୫ ଉଦ୍ଘାଟିତ ହୋଇଯାଇଛି। ଜିଲ୍ଲାର ଲୁକ୍କାୟିତ ଯୁବ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବା ଦିଗରେ ନୟାଗଡ଼ କ୍ଳବ୍ ତରଫରୁ ବିଗତ ଚାରିବର୍ଷ ହେଲା ଅନୁଷ୍ଠିତ ହୋଇଆସୁଛି ଭଏସ୍ ଅଫ୍ ନୟାଗଡ଼। ଆଜିର କାର୍ଯ୍ୟକ୍ରମକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦ୍ଘାଟନ କରିଥିବା ବେଳେ ପ୍ରତିଯୋଗୀ ତଥା ଅତିଥିମାନଙ୍କୁ ସ୍ବାଗତ କରିଥିଲେ ଅବିନାଶ ସାହୁ। ନୟାଗଡ଼ କ୍ଲବର ସଭାପତି ଅଶୋକ କୁମାର ନାୟକ ସଦସ୍ୟ ଅରୁଣ କୁମାର ମହାନ୍ତି, ଧୀରେନ୍ଦ୍ର କୁମାର ପଟ୍ଟନାୟକ, ସନ୍ତୋଷ କୁମାର ନାୟକ, ଲକ୍ଷ୍ମୀ ନାରାୟଣ ରଥ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ। ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ବ୍ଲକ୍ ରୁ ୧୨ରୁ…
Read More