ନୟାଗଡ଼ ପୌର ପରିଷଦ ପକ୍ଷରୁ “ମୋ ଖତ” ବିକ୍ରୟ କେନ୍ଦ୍ର ଉଦଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ମୁନିସପାଲିଟି ଦ୍ବାରା ଖୋଲାଯାଇଥିବା “ମୋ ଖତ” ବିକ୍ରୟ କେନ୍ଦ୍ରକୁ ଉଦ୍ଘାଟନ କଲେ ନୟାଗଡ଼ ପୌରପାଳିକା ଅଧ୍ୟକ୍ଷା ନିରୁପମା ଖଟେଇ। ଉଦ୍ଘାଟନ ସମୟରେ ଉପସ୍ଥିତ ଥିଲେ ମୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ, ପରିଷଦ ସଭ୍ୟା ସ୍ବୟଂପ୍ରଭା ମିଶ୍ର ଓ ଲକ୍ଷ୍ମୀଧର ମହାପାତ୍ର ଏବଂ ପରିମଳ ବିଶେଷଜ୍ଞ ଦିପକ କୁମାର ଜେନା । ଏହି ଜୈବିକ ଗତ କିଲୋ ପିଛା ୧୦ଟଙ୍କା ଧାର୍ଯ୍ୟ କରାଯାଇଛି। ଜଣେ ବ୍ୟକ୍ତି ଅତି କମରେ ୫କେଜି ଖତ ୫୦ଟଙ୍କା ଦେଇ ନେଇପାରିବ । ଏହି ଖତ ବିକ୍ରୟ କେନ୍ଦ୍ର ଅଳକା ସୋ ରୁମ୍ ସମ୍ମୁଖ ଦୁଃଖୀ ମାର୍କେଟରେ ଖୋଲା ଯାଇଛି । ପ୍ରତ୍ୟେକ ଦିନ ୧୧ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଏହି କେନ୍ଦ୍ରରୁ ଖତ ବିକ୍ରୟ ପାଇଁ ମୁନିସିପାଲିଟ ପକ୍ଷରୁ ସୂଚନା ଦିଆଯାଇଛି। ଉଦ୍ଘାଟକ ଶ୍ରୀମତୀ ଖଟେଇ…

Read More

ଜିଲ୍ଲା ମହୋତ୍ସବର ସ୍ୱତନ୍ତ୍ର ନାମକରଣ ପାଇଁ ବାଚସ୍ପତିଙ୍କୁ ପ୍ରସ୍ତାବ ଦେଲେ ଜିଲ୍ଲା କଂଗ୍ରେସ ସଭାପତି

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମହୋତ୍ସବର ସ୍ୱତନ୍ତ୍ର ନାମକରଣ କରାଇବା ପାଇଁ ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶ ମାନ୍ୟବର ବାଚସ୍ପତି ସୁରମା ପାଢ଼ୀଙ୍କୁ ପ୍ରସ୍ତାବ ଦେଇଛନ୍ତି। ରାଜ୍ୟର ବହୁ ଜିଲ୍ଲାରେ ମହୋତ୍ସବ ଗୁଡିକ ସ୍ୱତନ୍ତ୍ର ନାମକରଣ କରାଯାଇ ତାହାର ନିଜସ୍ୱ ପରିଚୟ ପାଉଥିବା ବେଳେ ନୟାଗଡ଼ ଜିଲ୍ଲାରେ ବିଗତ ୨୫ ବର୍ଷ ଧରି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଥିବା ବେଳେ ତାହାକୁ ଗ୍ରହଣ କରାଯାଉ ନାହିଁ ବୋଲି ଉଲ୍ଲେଖ କରି ବାଚସ୍ପତି ଶ୍ରୀମତୀ ପାଢ଼ୀଙ୍କ ଅଫିସିଆଲ ଟୁଇଟର ହାଣ୍ଡେଲ ‘X‘ ରେ ଜିଲ୍ଲା ମହୋତ୍ସବର ସ୍ୱତନ୍ତ୍ର ନାମକରଣ କରିବା ପାଇଁ ଏକ ଚିଠି ମାଧ୍ୟମରେ ପ୍ରସ୍ତାବ ଦେଇଛନ୍ତି। ଚିଠିର ନକଲ ମଧ୍ୟ ନୟାଗଡ଼ ଜିଲ୍ଲାପାଳଙ୍କ ଟୁଇଟର ହାଣ୍ଡେଲରେ ଅପଲୋଡ଼ କରିଛନ୍ତି। ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ମଧ୍ୟ ଏ ସମ୍ପର୍କ ରେ…

Read More

ନୟାଗଡ଼ ସଦର ମହକୁମାରେ ମେଡିକାଲ କଲେଜ ସ୍ଥାପନ ନେଇ କ୍ରିୟାନୁଷ୍ଠାନ କମିଟି ଗଠନ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାର ସଦର ମହକୁମାରେ ନୟାଗଡ ମେଡିକାଲ କଲେଜ ସ୍ଥାପନ ଦାବିକୁ ଅଧିକ କ୍ରିୟାଶୀଳ କରିବାପାଇଁ ନୟାଗଡ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ଗଠନ କରାଯାଇଛି । ସ୍ଥାନୀୟ ନିଳମାଧବ କଲ୍ଯାଣ ମଣ୍ଡପ ଠାରେ ଆହୁତ ଏହି ବୈଠକରେ ଜିଲ୍ଲାର ବିଭିନ୍ନ ବ୍ଲକର ଶତାଧିକ ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ, ବସ୍ ଆସୋସିଏସନ ସଦସ୍ଯ, ବଣକସଂଘ ସଦସ୍ଯ , ରୋଟାରିଆନ, ଟ୍ରେଡ୍ ୟୁନିଅନ୍ ସଦସ୍ଯ, ସାମ୍ବାଦିକ ଏବଂ ବିଭିନ୍ନ ରାଜନୈତିକ ଦଳର ବ୍ଯକ୍ତିମାନେ ଯୋଗଦେଇଥିଲେ। ରାଜ୍ଯର ସବୁ ଜିଲ୍ଲାରେ ମେଡିକାଲ କଲେଜ ସ୍ଥାପନ କରିବାକୁ ସରକାର ଘୋଷଣା କରିଥିଲେ ମଧ୍ଯ ନୟାଗଡ ଜିଲ୍ଲାର ନାମ ଘୋଷଣା କରାଯାଇନଥିବାରୃ ଏହାକୁ ନେଇ ବୈଠକରେ ଉଦବେଗ ପ୍ରକାଶ ପାଇଥିଲା। ଏହାସହିତ ମେଡିକାଲ କଲେଜ ଚାନ୍ଦପୁରରେ କରିବାକୁ ବିଧାନସଭାରେ ଆଲୋଚନା ପରେ ନୟାଗଡ ଜିଲ୍ଲାର ୭ଟି ବ୍ଲକରେ ସାଧାରଣ…

Read More

ନୟାଗଡ଼ ସଦର ମହକୁମାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଉଦ୍ଦେଶ୍ୟରେ ଦାବିପତ୍ର

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସଦର ମହକୁମାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ। ନୟାଗଡ଼ ଫାଉଣ୍ଡେସନ ତରଫରୁ ସଂଗଠନର ପ୍ରତିଷ୍ଠାତା ଶେଖ ଅବଦୁଲ ଆହାଦଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନୟାଗଡ଼ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ନୟାଗଡ଼ ତହସିଲଦାର ରାଜେଶ କେଶରୀ ସ୍ବାଇଁଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ତତସହିତ ଆଗାମୀ ତା୨୦.୧୨.୨୦୨୫ରିଖ ସନ୍ଧ୍ୟା ୬ଘଟିକା ସମୟେ ନୟାଗଡ଼ ଜଗନ୍ନାଥ ମନ୍ଦିର ଠାରୁ  PWD ବଙ୍ଗଳା ପର୍ଯ୍ୟନ୍ତ ‘ମଶାଲ ଶୋଭାଯାତ୍ରା’ର ଆୟୋଜନ କରାଯିବା ନିମନ୍ତେ ସଙ୍ଗଠନ ପକ୍ଷରୁ ସୂଚନା ଦିଆଯାଇଅଛି। ଆଜିର ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଆଇନଜୀବୀ ମନୋଜ କୁମାର ସାହୁ, ସମାଜସେବୀ ଶ୍ରୀଧର ପ୍ରଧାନ, ସଂଗଠନର ସଂଯୋଜକ ଶ୍ରିତମ କୁମାର ପ୍ରଧାନ, ଅମ୍ଳାନ ଅଂଶୁମାନ ସାହୁ, ସୁଶୀଲ କୁମାର ସାହୁ, ଜୀବନ ଜ୍ୟୋତିପ୍ରକାଶ ରାଉତ, ଓଁପ୍ରସାଦ ପ୍ରଧାନ, ଆଶୀର୍ବାଦ ପ୍ରଧାନ,…

Read More

ରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ ୭୫ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କ ରେ ୭୫ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ମୁଖ୍ୟଅତିଥି ଭାବେ ଓଡଗାଁ ବ୍ଲକ ବନ୍ୟାଞ୍ଚଳାଧିକାରୀ ଅଭିମନ୍ୟୁ ମଲ୍ଲିକ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଓଡଗାଁ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ରଘୁନାଥ ମଲ୍ଲିକ, ସମ୍ମାନୀତ ଅତିଥିଭାବେ କୋମଣ୍ଡ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଲଳିତ ମୋହନ ମିଶ୍ର, ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସତ୍ୟ ନାରାୟଣ ଆଚାର୍ଯ୍ୟ, ଫରେଷ୍ଟର ସୌମ୍ୟ ରଞ୍ଜନ ଦଳେଇ, ରୋହିବାଙ୍କ ଗ୍ରାମ ସମ୍ପାଦକ କାହ୍ନୁଚରଣ ଗୌଡ଼ ଯୋଗ ଦେଇଥିବାବେଳେ ବିଦ୍ୟାଳୟ ର ପ୍ରଧାନଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ ସଭାପତି ଆସନ ଅଳଙ୍କୃତ କରିଥିଲେ। ପ୍ରତିଯୋଗୀମାନେ ରୋହିବାଙ୍କ ଚଣ୍ଡେଶ୍ୱର ମହାଦେବଙ୍କ ପାଖରୁ ମଶାଲ ଆଣି ମୁଖ୍ୟାତିଥୀ ରେଞ୍ଜର ଶ୍ରୀ ମଲ୍ଲିକଙ୍କୁ ପ୍ରଦାନ…

Read More

ମାନ୍ୟବର ନ୍ୟାୟମୂର୍ତ୍ତିଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼, (ନୟାଗଡ଼ ଦର୍ପଣ): ଉଚ୍ଚ ନ୍ୟାୟାଳୟର ମାନ୍ୟବର ନ୍ୟାୟମୂର୍ତ୍ତି ମୁରାହରି ଶ୍ରୀ ରମଣ ନୟାଗଡ଼ର ଅଧିଷ୍ଠାତ୍ରୀଦେବୀ ମା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଆସି ପୂଜାର୍ଚ୍ଚନା କରିବା ସହ ମା’ଙ୍କ ଆଶ୍ରିବାଦ ଭିକ୍ଷା କରିଥିଲେ। ମନ୍ଦିର ପରିସରରେ ମନ୍ଦିର ପରିଚାଳନା କମିଟିର ସଭାପତି ତଥା ବିଶିଷ୍ଟ ସମାଜସେବୀ ପ୍ରମୋଦ ପଟ୍ଟନାୟକ ନ୍ୟାୟ ମୂର୍ତ୍ତିଙ୍କ ସହ ତାଙ୍କ ସହଧର୍ମିଣୀଙ୍କୁ ଉତ୍ତରୀୟ ଓ ମା’ଙ୍କ ଫଟୋ ପ୍ରଦାନ କରି ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଜିଲ୍ଲା ଦୌରାଜଜ ଆନନ୍ଦ ନାରାୟଣ ମହାରଣା ଓ ଅନ୍ୟାନ୍ୟ ବିଚାରପତିଙ୍କ ସମେତ ଓକିଲ ସଙ୍ଘ ସଭାପତି ଆଇନଜୀବୀ ରଣଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ନ୍ୟାୟ ମୂର୍ତ୍ତି ମା’ଙ୍କ ଦର୍ଶନ କରି ଆନନ୍ଦ ପ୍ରକଟ କରିବା ସଂଗେ ସଂଗେ ମନ୍ଦିର ପରିଚାଳନା ସମ୍ପର୍କରେ ସବିଶେଷ ଖବର ନେଇଥିଲେ।

Read More

ଉଦଯାପିତ ହେଲା ଦୁଇଦିନିଆ ଜିଲ୍ଲା ଆଥଲେଟିକ ମିଟ-୨୦୨୫

ନୟାଗଡ, (ନୟାଗଡ଼ ଦର୍ପଣ): ସ୍ଥାନୀୟ ପି.ଟି.ଏସ ଗ୍ରାଉଣ୍ଡରେ ନୟାଗଡ ଜିଲ୍ଲା ଆଥଲେଟିକ ଆସୋସିଏସନ ଆନୁକୂଲ୍ୟରେ ଚାଲିଥିବା ଦୁଇଦିନିଆ ଜିଲ୍ଲା ଆଥଲେଟିକ ମିଟ ୨୦୨୫ ବୁଧବାର ଦିନ ଉଦଯାପିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ଅଂଚଳରୁ ବହୁ ସଂଖ୍ୟାରେ ଉଦୀୟମାନ ଯୁବ କ୍ରୀଡା ପ୍ରତିଭା ମାନେ ଯୋଗ ଦେଇଥିଲେ। ଏହି ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗ ଦେଇ ଅନୁଷ୍ଠିତ ପ୍ରତିଯୋଗିତା ମୂଳକ ବିଭିନ୍ନ ବର୍ଗର ଖେଳରେ କୃତିତ୍ୱ ଅର୍ଜନ କରିଥିବା କ୍ରୀଡା ପ୍ରତିଭାମାନଙ୍କୁ ସାର୍ଟିଫିକେଟ ସହ ମେଡାଲ ଦେଇ ପୁରସ୍କୃତ କରି ଥିଲେ। ଏହି ପୁରସ୍କାର ବିତରଣ ଉତ୍ସବକୁ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ସଂଯୋଜନା କରିଥିବାବେଳେ ସମ୍ମାନିତ ଅତିଥିଭାବେ ଖୁଣ୍ଟୁବନ୍ଧ ସ୍ଥିତ ସରକାରୀ ଆଇଟିଆଇ କଲେଜର ଅଧକ୍ଷ କାନ୍ତି ରଞ୍ଜନ ସାହୁ ଯୋଗ ଦେଇଥିଲେ। ଜିଲ୍ଲା ଆଥଲେଟିକ…

Read More

ପୂର୍ବତନ ସରପଞ୍ଚ, ବହୁମୁଖି ପ୍ରତିଭାର ଅଧିକାରୀ, ସମାଜସେବୀ ଓ ଶିକ୍ଷାବିତ୍ ସ୍ବର୍ଗତ ଶ୍ରବଣ ରାମଙ୍କ ଶ୍ରଦ୍ଧାଞ୍ଜଳି ସଭା

ନୟାଗଡ଼, (ନୟାଗଡ଼ ଦର୍ପଣ): ଇଟାମାଟି ପଞ୍ଚାୟତର ପୂର୍ବତନ ସରପଞ୍ଚ, ବହୁମୁଖି ପ୍ରତିଭାର ଅଧିକାରି, ସମର୍ପିତ ସମାଜସେବୀ, ପ୍ରଗତିଶୀଳ ରାଜନେତା ଓ ଶିକ୍ଷାବିତ୍ ସ୍ବର୍ଗତ ଶ୍ରବଣ କୁମାର ରାମଙ୍କ ଆକସ୍ମିକ ଏବଂ ଅକାଳ ବିୟୋଗରେ ସୃଷ୍ଟି ହୋଇଥିବା ଶୂନ୍ୟସ୍ଥାନ ଅପୂରଣୀୟ। ଜଣେ ମେଳାପି ଏବଂ ବନ୍ଧୁ ବତ୍ସଳ ଭାବେ ସେ ସମସ୍ତଙ୍କ ହୃଦୟ ଜିଣି ପାରିଥିଲେ ବୋଲି ସ୍ୱର୍ଗତ ଶ୍ରବଣ ରାମଙ୍କ ଉଦ୍ଦେଶ୍ୟରେ ଇଟାମାଟି ବଣିକ ସଂଘ ସଭାପତି କିଶୋର ଚନ୍ଦ୍ର ନାୟକଙ୍କ ପୌରୋହିତ୍ୟରେ ଇଟାମାଟି ଦୋଳ ମଣ୍ଡପ ଠାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ବ୍ୟବସାୟୀ, ବୁଦ୍ଧିଜୀବି, ଶିକ୍ଷାବିତ୍, ତଥା ଶ୍ରବଣ ପ୍ରେମୀମାନେ ଯୋଗଦାନ କରି ମତ ବ୍ୟକ୍ତ କରିବା ସହ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସ୍ୱର୍ଗତ ଶ୍ରବଣ କୁମାର ରାମ୍ ପିଲାଟି ଦିନରୁ କିପରି ବିହାର ରୁ ଇଟାମାଟି ମାରୱାଡ଼ି ସାହିର ପ୍ରତିଷ୍ଠିତ ବ୍ୟବସାୟୀ ସୁକା…

Read More

ସମ୍ବାଦ ପରମ୍ପରା ଓ ନୟାଗଡ ଲାଇଟର ସ୍ୱନକ୍ଷେତ୍ର ଉତ୍ସବ

ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡ ରୁ ପ୍ରକାଶିତ ସାପ୍ତାହିକ ଓଡ଼ିଆ ଖବର କାଗଜ ଓ ପାକ୍ଷିକ ଇଂରାଜୀ ଖବର କାଗଜ ର ସ୍ଵନକ୍ଷତ୍ର ଉତ୍ସବ ସ୍ଥାନୀୟ ସାମ୍ବାଦିକ ଭବନ ରେ ଅନୁଷ୍ଠିତ ହୋଇଯାଇଛି।  ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ନୟାଗଡ ଉପଖଣ୍ଡ ଆରକ୍ଷୀ ଅଧିକାରୀ  ଜ୍ୟୋତି ରଞ୍ଜନ ସାମନ୍ତରାୟ , ଓଡ଼ିଶା ସାହିତ୍ୟ ଏକାଡେମୀ ର ଜଗତସିଂହପୁର ଜିଲ୍ଲା ସଦସ୍ୟ ଅକ୍ଷୟ କୁମାର ରାଉତ , ଏବଂ ଓଡ଼ଗାଁ ସମବାୟ ମହାବିଦ୍ୟାଳୟ ର ପ୍ରାକ୍ତନ ଅଧ୍ୟକ୍ଷ ମହମ୍ମଦ ଓମାର ମଲ୍ଲିକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିରେ ସଭାପତିତ୍ବ କରିଥିଲେ ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକ । ଅତିଥି ମାନେ ସାମ୍ବାଦିକତା ର ସ୍ୱରୂପ ଓ ସାମ୍ବାଦିକ ର କର୍ତ୍ତବ୍ୟବୋଧ ଉପରେ ଆଲୋଚନା କରିଥିଲେ । ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ କବିତା…

Read More

ସାପ୍ତାହିତ ଖବରକାଗଜ ‘ନୟାଗଡ଼ ଭଏସ୍‌’ ଉନ୍ମୋଚିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରୁ ପ୍ରକାଶିତ ହେଲା ନୂତନ ସାପ୍ତାହିକ ଖବର କାଗଜ ‘ନୟାଗଡ଼ ଭଏସ୍‌’ । ନୟାଗଡ଼ ଖଣ୍ଡପଡ଼ା ରୋଡ଼ ସ୍ଥିତ ବରିଷ୍ଠ ନାଗରିକ ଗୋଷ୍ଠୀ କେନ୍ଦ୍ର ଠାରେ ଆଜି ଏହାର ପ୍ରଥମ ସଂସ୍କରଣ ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶିଷ ପଟ୍ଟନାୟକ ଓ ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା ସଭାପତି ତଥା ବରିଷ୍ଠ ସାମ୍ବାଦିକ ଶ୍ରୀକାନ୍ତ ଖଟେଇ ଯୋଗ ଦେଇଥିଲେ। ଅତିଥି ମାନେ ନୟାଗଡ଼ ଭଏସ୍ ଗୋଟିଏ  ସ୍ଥାନୀୟ ଖବର କାଗଜ ଭାବେ ଲୋକଙ୍କ ଆଶା  ଆକାଂକ୍ଷା କୁ ନଜର ରେ ରଖି ଖବର ପରିବେଷଣ କରିବା ପାଇଁ ପରାମର୍ଶ ଦେଇଥିଲେ…

Read More