ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡା ପଞ୍ଚାୟତ ଅଧିନରେ ଥିବା ଦୁର୍ଗମ ଆଦିବାସୀ ଅଞ୍ଚଳ ବଡ଼ଜିରୀ, ତୁକୁଡ଼ା, ଲୁଣି ପରିଦର୍ଶନ କରି ଲୋକ ମାନଙ୍କ ସମସ୍ୟା ବୁଝିବା ସହ ତୁକୁଡା ଗ୍ରାମରେ ଏକ କୋଠଘର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା। ବିଧାୟକଙ୍କ ସହିତ ବ୍ଲକ୍ ଅଧ୍ୟକ୍ଷାଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ସରପଞ୍ଚ ସୁମିତ୍ରା ଜାନୀ, ସମିତି ସଭ୍ୟା ପ୍ରଭାତୀ ମଳିକ, ନାଏବ ସରପଞ୍ଚ ପ୍ରହଲ୍ଲାଦ ମଳିକ, ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା, ଯୁବ ସଂଗଠକ ଦିଲ୍ଲୀପ କୁମାର ଜାନୀ, ପ୍ରକାଶ ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଲୋକମାନଙ୍କୁ ବିଭିନ୍ନ ସମସ୍ୟା ପଚାରି ବୁଝିବା ସହ ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ ବିଧାୟକ। ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ ଅଞ୍ଚଳ ବାସୀ ବିପୁଳ ସ୍ଵାଗତ…
Read MoreCategory: ନୟାଗଡ଼
ନୟାଗଡ଼ ଜିଲ୍ଲା ମହୋତ୍ସବ, ପଲ୍ଲିଶ୍ରୀ ମେଳା, କୃଷି ମେଳା ଓ ପୁସ୍ତକ ମହୋତ୍ସବର ପ୍ରଥମ କୋର କମିଟି ବୈଠକ
ଡିସେମ୍ବର ୨୪ରୁ ୨୮ତାରିଖ ଜିଲ୍ଲା ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମହୋତ୍ସବ, ପଲ୍ଲିଶ୍ରୀ ମେଳା, କୃଷି ମେଳା ଓ ପୁସ୍ତକ ମହୋତ୍ସବର ପ୍ରଥମ କୋର କମିଟି ବୈଠକ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅପରାହ୍ନ ୩ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅତିରକ୍ତ ଜିଲ୍ଲାପାଳ ରୋଜିନା ଦାସ ମଂଚାସୀନ ପୁରୀ ସାଂସଦ ଡା. ସମ୍ବିତ୍ ପାତ୍ର, ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀ, ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ସଭାପତି ଇଂ. ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଏସ. ସୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର…
Read Moreନୟାଗଡ଼ରୁ ହାୱଡ଼ା ଏବଂ ବାଙ୍ଗାଲୋରକୁ ରେଳ ଚଳାଚଳ ସହିତ ବିଭିନ୍ନ ଦାବି ନେଇ ନୟାଗଡ଼ ନାଗରିକ ମଞ୍ଚର ଗଣ ବିକ୍ଷୋଭ ଚେତାବନୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାବାସୀଙ୍କ ବହୁ ଦିନର ସ୍ବପ୍ନ ନୟାଗଡ଼କୁ ରେଳ ଚଳାଚଳ ଗତ ୨୦୧୭ରୁ ଆରମ୍ଭ ହୋଇଥିବା ବେଳେ ଅଦ୍ୟାବଧି ରେଳସେବା ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇ ପାରିନାହିଁ । ଗତ ୨୦୧୭ ମସିହା ଜୁନ ୧୯ ତାରିଖରେ ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପର ଅଂଶ ସ୍ୱରୂପ ନୟାଗଡ଼ ଟାଉନ ଷ୍ଟେସନ ତତ୍କାଳୀନ ରେଳମନ୍ତ୍ରୀ ସୁରେଶ ପ୍ରଭୁଙ୍କ ଦ୍ୱାରା ଉଦଘାଟିତ ହୋଇଥିଲା । ଇତି ମଧ୍ୟରେ ଦୀର୍ଘ ୭ବର୍ଷ ଅତିକ୍ରାନ୍ତ ହୋଇ ସାରିଥିବା ବେଳେ ନୟାଗଡ଼ ଜିଲ୍ଲାବାସୀ ସର୍ବନିମ୍ନ ରେଳ ସୁବିଧା ପାଇ ପାରିଲେ ନାହିଁ । କେବଳ ଦଶପଲ୍ଲାରୁ ଭୁବନେଶ୍ୱର, ପୁରୀ ଏବଂ ଭଦ୍ରକ ମଧ୍ୟରେ ତିନୋଟି ଟ୍ରେନ ଚଳାଚଳ କରୁଥିବା ବେଳେ ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଏବଂ ରାଜ୍ୟ ବାହାରକୁ ଜିଲ୍ଲାରୁ କୌଣସି ଟ୍ରେନ ସୁବିଧା ନାହିଁ । ନୟାଗଡ଼ ଜିଲ୍ଲାରୁ ବ୍ୟବସାୟିକ କାର୍ଯ୍ୟ, ଉଚ୍ଚଶିକ୍ଷା, ପରିଭ୍ରମଣ ତଥା…
Read Moreଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କ ସଭାପତିତ୍ୱରେ ଜିଲ୍ଲାର ଦଶପଲ୍ଲା, ନୂଆଗାଁ ଓ ଗଣିଆ ବ୍ଲକରେ ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨୦୨୫ମସିହା ଫେବୃୟାରୀ ୧୦ତାରିଖରୁ ୧୯ତାରିଖ ପର୍ଯ୍ୟନ୍ତ ଉପରୋକ୍ତ ବ୍ଲକଗୁଡ଼ିକରେ ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ କରାଯିବ । ଏଥିରେ ବିଭିନ୍ନ ବିଭାଗ ଯଥା- ପଞ୍ଚାୟତିରାଜ, ଶିକ୍ଷା, ମହିଳା ଓ ଶିଶୁ କଲ୍ୟାଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସୂଚନା ଓ ଲୋକ ସଂପର୍କ, ପୋଲିସ ବିଭାଗ, କୃଷି, ମିଶନଶକ୍ତି, ଜଙ୍ଗଲ ବିଭାଗ, ଓଡ଼ିଶା ଜୀବିକା ମିଶନ ପ୍ରଭୃତି ବିଭାଗ ସହଯୋଗ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅନୁରୋଧ କରିଥିଲେ। ଏହି ଗଣଔଷଧ ସେବନରେ ୨ବର୍ଷରୁ କମ ବୟସର ଶିଶୁ, ଗର୍ଭବତୀ…
Read Moreମାଟ୍ରିକର ୮୪ବ୍ୟାଚ ସହପାଠୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି
ନୟାଗଡ଼,(ନୟାଗଡ଼ ଦର୍ପଣ): ମାଟ୍ରିକର ୮୪ବ୍ୟାଚର ସହପାଠୀ ତଥା ଆଦର୍ଶ ଶିକ୍ଷକ କିଶୋର ଚନ୍ଦ୍ର ସେନାପତିଙ୍କ ଆକସ୍ମିକ ବିୟୋଗରେ ଏକ ଶୋକ ତଥା ଶ୍ରଦ୍ଧାଞ୍ଜଳି ସଭା ନୟାଗଡ଼ ସ୍ଥିତ ମୈତ୍ରୀ ଯୁବ ସଂସଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସମାଜସେବୀ ତଥା ଶିକ୍ଷାବିତ୍ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ପ୍ରଥମେ ସ୍ବର୍ଗତ ଆତ୍ମାର ସଦଗତି ପାଇଁ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ନୟାଗଡ଼ରେ ରହୁଥିବା ମାଟ୍ରିକ ୮୪ ବ୍ୟାଚର ସହପାଠୀ ବନ୍ଧୁ ମାନେ ଏଥିରେ ଏକତ୍ରିତ ହୋଇ ସ୍ବର୍ଗତ ସେନାପତି ଜଣେ ଶାନ୍ତ,ସରଳ,ଭଦ୍ର, ଅମାୟିକ ତଥା ଜଣେ କର୍ତ୍ତବ୍ୟ ପରାୟଣ ଆଦର୍ଶ ଶିକ୍ଷକ ଭାବେ ସମସ୍ତଙ୍କ ହୃଦୟରେ ସବୁଦିନ ପାଇଁ ମନେ ରହିବେ ବୋଲି ମତବ୍ୟକ୍ତ କରିଥିଲେ। ସେ ଘରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିବା ବେଳେ ତାଙ୍କର ଏକମାତ୍ର ପୁତ୍ର ବର୍ତ୍ତମାନ…
Read Moreଷଷ୍ଠ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ
ବିଲଡିଂ ଆପ ବ୍ୟବହାର, ଜାତୀୟ ଉପଲବ୍ଧି ପରୀକ୍ଷଣ ପାଇଁ ପ୍ରସ୍ତୁତି, ପାଠ ଯୋଜନା, ଟ୍ରାକର, ବିଦ୍ୟାଳୟ ନିରାପତ୍ତା ଉପରେ ଗୁରୁତ୍ୱ ରଣପୁର,(ନୟାଗଡ଼ ଦର୍ପଣ): ଗଣ ଶିକ୍ଷା ବିଭାଗର ଚିଠି ନମ୍ବର ୧୧୦୯୯ ଅନୁଯାୟୀ ରାଜ୍ୟର ସମସ୍ତ ବିଦ୍ୟାଳୟଗୁଡିକୁ ନେଇ ଆଜି ଷଷ୍ଠ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ସି.ଆର.ସି.ସି. ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଓ ପାମ୍ପଡା ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ନିରୁପମା ମହାନ୍ତିଙ୍କ ସହଯୋଗରେ ଏହି ବୈଠକ ସଫଳତାର ସହ ସମାପ୍ତ ହୋଇଛି। ଏଥିରେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ, ପାମ୍ପଡା ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶ୍ୟାମସୁନ୍ଦର ନାୟକ, ମୋ ସ୍କୁଲ ସଭାପତି ଦୟାନିଧି ରୟଗୁରୁ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ। ଏହି…
Read Moreନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟା ମନ୍ଦିରରେ ବାର୍ଷିକ କ୍ରୀଡା
ନୟାଗଡ଼, (ନୟାଗଡ଼ ଦର୍ପଣ): ଗତ ଦୁଇଦିନ ଧରି ନୟାଗଡ଼ ସରସ୍ବତୀ ଶିଶୁଵିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା PTS ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ପୋଲିସ ଟ୍ରେନିଂ ସ୍କୁଲର ଅଧିକ୍ଷକ ଭୂପେଶ ନାୟକ ଦୀପ ପ୍ରଜ୍ବଳନ କରି ମା ସାରଦାଙ୍କ ନିକଟରେ ଆଶିଷ ଭିକ୍ଷା କରିଥିଲେ। ବିଶେଷ ଅତିଥି ଭାବେ ଶିକ୍ଷା ବିକାଶ ସମିତି ଓଡ଼ିଆଙ୍କ ଖୋର୍ଦ୍ଧା ବିଭାଗ ନିରୀକ୍ଷକ ପ୍ରସନ୍ନ କୁମାର ମହାନ୍ତି ଉପସ୍ଥିତ ଥିଲେ। ମୁଖ୍ୟ ଅତିଥି ଶ୍ରୀ ନାୟକ ଛାତ୍ରଛାତ୍ରୀମାନେ ମୋବାଇଲ ଠାରୁ ଦୁରେଇ ରହିବା ଓ କ୍ରୀଡାରେ ମନୋନିବେଶ କରି କୃତିତ୍ୱ ଅର୍ଜନ କରିବା ପାଇଁ ଉପଦେଶ ଦେଇଥିଲେ। ଦୁଇଦିନ ଧରି ଚାଲିଥିବା ଏହି ଉତ୍ସବ ରେ ଛାତ୍ରଛାତ୍ରୀ ମାନେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ପ୍ରାୟ ୮୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଦୌଡ଼, ଗୋଳା ଫିଙ୍ଗା, ଥାଳିଆ ଫିଙ୍ଗା, ଲମ୍ବାଡ଼ିଆଁ, ଉଚ୍ଚଡିଆଁ ଇତ୍ୟାଦି…
Read Moreଭଏସ୍ ଅଫ୍ ନୟାଗଡ଼ ସିଜିନ-୫
ଚଳିତ ବର୍ଷ ନଭେମ୍ବର ୨୪ ତାରିଖ ରବିବାର ଠାରୁ ଆରମ୍ଭ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ର ଏକ ଅନନ୍ଯ ଅନୁଷ୍ଠାନ ନୟାଗଡ଼ କ୍ଳବ୍ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ସଂଗୀତ ପ୍ରତିଯୋଗିତା “ଭଏସ୍ ଅଫ୍ ନୟାଗଡ଼” କେବଳ ନୟାଗଡ଼ ନୁହେଁ ରାଜ୍ଯର ଏକ ସଫଳ ସଂଗୀତ ପ୍ରତିଯୋଗିତା କାର୍ଯ୍ୟକ୍ରମ। ସଂଗୀତ ସାଧନା କରୁଥିବା ଛାତ୍ରଛାତ୍ରୀ ଓ ଯୁବ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ତଥା ରାଜ୍ଯ ସ୍ତରରେ ସେମାନଙ୍କୁ ପରିଚିତ କରାଇବା ଆମର ପ୍ରଧାନ ଲକ୍ଷ୍ଯ। ପ୍ରକାଶ ଥାଉକି, ଗତ ଚାରିବର୍ଷ ମଧ୍ଯ ରେ ହୋଇଥିବା ପ୍ରତିଯୋଗିତାର ୦୫ ଜଣ ପ୍ରତିଭାବାନ କଳାକାର ଆଜି ରାଜ୍ଯ ସ୍ତରରେ ନିଜସ୍ବ ପରିଚୟ ସ୍ରୁଷ୍ଟି କରି ପାରିଛନ୍ତି। ଚଳିତ ବର୍ଷ ନଭେମ୍ବର ୨୪ ତାରିଖ ରବିବାର ଦିନ ନୟାଗଡ଼ ୟୁନିଟେକ୍ କଲେଜ ରେ ପ୍ରଥମ ପର୍ଯ୍ଯାୟ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ…
Read Moreଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ ସମିତିର ବୈଠକ
ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ ସମିତିର ବୈଠକ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅପରାହ୍ନ ୪ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ମହାନ୍ତି ଉପସ୍ଥିତ ସମସ୍ତ ସଦସ୍ୟ ସ୍ୱାଗତ କରିବା ସହିତ ବୈଠକରେ ଜିଲ୍ଲାପାଳ ଅଧ୍ୟକ୍ଷତା କରିବା ପାଇଁ ଅନୁରୋଧ କରିଥିଲେ। ଜିଲ୍ଲାପାଳ ଶ୍ରୀ ଅଗ୍ରୱାଲ ମଂଚରେ ଉପସ୍ଥିତ ମାନ୍ୟବର ବିଧାୟକ ଦଶପଲ୍ଲା ରମେଶ ଚନ୍ଦ୍ର ବେହେରା, ମାନ୍ୟବର ବିଧାୟକ ଖଣ୍ଡପଡ଼ା ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ସଭାପତି ଇଂ. ଦେବାଶିଷ ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଦେବଦତ୍ତ ପଣ୍ଡା, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସନାତନ କାଲୋ ଏବଂ ଅନ୍ୟାନ୍ୟ ଉପସ୍ଥିତ ପ୍ରତିନିଧି ମାନ୍ୟବର ସାଂସଦ ପୁରୀ, କଟକ ଓ…
Read Moreନୟାଗଡ଼ ଜିଲ୍ଳାରେ ସକାଳ ୭ରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଭାରୀଯାନରେ ପରିବହନ ନିଷିଦ୍ଧ
ନୟାଗଡ଼, (ନୟାଗଡ଼ ଦର୍ପଣ): ମୋଟର ଯାନ ଆକ୍ଟ ୧୯୮୮(୫୯)ର ସେକ୍ସନ ୧୧୫ ଏବଂ ଓଡ଼ିଶା ମୋଟରଯାନ ରୁଲ ୧୯୯୩ର ରୁଲ ୧୭୩ ଅନୁସାରେ ସଡ଼କ ଦୁର୍ଘଟଣାକୁ ପ୍ରତିହତ କରିବା ପାଇଁ ସମଗ୍ର ନୟାଗଡ଼ ଜିଲ୍ଲାରେ ମାଲ ପରିବହନ କରୁଥିବା ଭାରୀଯାନ ଯଥା-ଟିପର, ଟ୍ରକ୍, ଇତ୍ୟାଦି ଦ୍ୱାରା ବାଲି, ମୋରମ,ଗୁଣ୍ଡ ପଥର(ଚିପସ୍), ଖଣ୍ଡ ପଥର, ଇଟା ଇତ୍ୟାଦିର ପରିବହନ ସକାଳ ୭ଘଟିକା ଠାରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଜିଲ୍ଲାପାଳ-ତଥା-ଜିଲ୍ଲା ମାଜଷ୍ଟ୍ରେଟ୍ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଦ୍ୱାରା ନିଷିଦ୍ଧ କରାଯାଇଛି। ଏହି ନିଷିଦ୍ଧାଦେଶକୁ ଦିବା ୧ଘଟିକା ଠାରୁ ୩ଘଟିକା ପର୍ଯ୍ୟନ୍ତ କୋହଳ କରାଯାଇଛି । ଏହି ଆଦେଶ ଚଳିତ ମାସ ତା.୨୧.୧୧.୨୦୨୪ରିଖ ଠାରୁ ତା.୨୦.୧୨.୨୦୨୪ପର୍ଯ୍ୟନ୍ତ ବଳବତ୍ତର ରହିବ । ପରିବହନ କରୁଥିବା ଯାନଗୁଡ଼ିକ ଅତ୍ୟଧିକ ମାଲ ବୋଝେଇ,ବିନା ତମ୍ବୁ ଢାଙ୍କୁଣୀ, ପୁଣି କେତେକ ଫଟା ଡାଲା ଯୋଗୁଁ ପିଚୁରାସ୍ତା…
Read More