ନୟାଗଡ,(ନୟାଗଡ଼ ଦର୍ପଣ): ଓଡ଼ିଶା ସଂସ୍କୃତି ଓ ପରମ୍ପରା ର ବାର ମାସରେ ତେର ପର୍ବ। ଏଇ ପର୍ବ ପର୍ବାଣୀ ମଧ୍ୟରେ ଭାଇଚାରାର ସମ୍ପର୍କ ଗଢ଼ିଉଠେ। ସମସ୍ତ ଙ୍କ ମଧ୍ୟରେ ଆନନ୍ଦ ଓ ଉଲ୍ଲାସ ର ବୃଦ୍ଧି ଘଟିଥାଏ ବୋଲି “ସୃଜନିକା” ର ରଜ ପର୍ବରେ ଅତିଥି ମାନେ ନିଜ ନିଜର ବକ୍ତବ୍ୟ ରେ ପ୍ରକାଶ କରିଥିଲେ । ଆଜି ପୂର୍ବାହ୍ନ ରେ ସ୍ଥାନୀୟ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ସଭାଗୃହରେ “ସୃଜନିକା” ର ରଜପର୍ବ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଅବସରପ୍ରାପ୍ତ ଅଧ୍ୟାପକ ପ୍ରଦୀପ କୁମାର ମିଶ୍ର, ଅବସରପ୍ରାପ୍ତ ଅଧ୍ୟାପିକା ପ୍ରିୟମ୍ବଦା ଦାଶ ଓ ସମ୍ବର୍ଦ୍ଧନା ପରିବାର ର ସଭାପତି ନିରାକାର ସ୍ୱାଇଁ ଯୋଗ ଦେଇଥିଲେ।ଏହି ଅବସରରେ ଏକ ରାଜୟସ୍ତରୀୟ କବିତା ପାଠୋତ୍ସବ ର ଆୟୋଜନ ହୋଇଥିଲା ଏବଂ ଏଥିରେ କବିତା ଗୁଡ଼ିକୁ ହରପ୍ରିୟା ଦ୍ବିବେଦୀ ଓ ନୀଳମାଧବ ମିଶ୍ର ସଂଯୋଜନା…
Read MoreCategory: ନୟାଗଡ଼
କଥାଦେଇ କଥା ରଖିଲେ ବିଧାୟକ ଡ଼. ଅରୁଣ
ନିର୍ବାଚନ ପୂର୍ବରୁ ମହାପ୍ରଭୁଙ୍କ ଅଳଙ୍କାର ମରାମତି ପାଇଁ ଟଙ୍କା ଦେବା ପାଇଁ ଡ. ସାହୁ ଏକ ସାଧାରଣ ସଭାରେ ଘୋଷଣା କରିଥିଲେ ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜା ରାଜୁଡ଼ା ସମୟରୁ ପ୍ରଦତ୍ତ ସ୍ବର୍ଣ୍ଣ ଅଳଙ୍କାର ଲାଗି ହୋଇ ପ୍ରଭୁଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶ୍ରୀ ଜଗନ୍ନାଥ ସୁନାବେଶରେ ଦୁର୍ଲଭ ଦର୍ଶନ ଦେଇଥାନ୍ତି । ଦୀର୍ଘ ବର୍ଷର ଅଳଙ୍କାର ଉପରୁ ସୁନା ପ୍ରଲେପ ଛାଡ଼ିଯିବାରୁ ଗତ ତିନି ବର୍ଷ ଧରି ଠାକୁର ସୁନାବେଶ ହୋଇପାରୁ ନାହାନ୍ତି । ପ୍ରତ୍ୟେକ ବର୍ଷ ରଥଯାତ୍ରା ପ୍ରସ୍ତୁତି ବୈଠକରେ ଏ ସଂକ୍ରାନ୍ତିରେ ପ୍ରବଳ ହୋହାଲ୍ଲା ହୋଇଥିଲେ ହେଁ ଭକ୍ତଙ୍କ ଭାବାବେଗକୁ ଦେବୋତ୍ତର ବିଭାଗ ଅର୍ଥ ଅଭାବର ଆଳ ଦେଖାଇ ଦିନ ଗଡେଇ ଚାଲୁଥିଲେ । ଚଳିତ ବର୍ଷ ରଥଯାତ୍ରା ପରିଚାଳନା ପ୍ରସ୍ତୁତି ବୈଠକରେ ଉପସ୍ଥିତ ଜଗନ୍ନାଥ ପ୍ରେମୀ ସଭ୍ୟମାନେ ତୁରନ୍ତ ଅଳଙ୍କାର ମରାମତି…
Read Moreଦଶପଲ୍ଲାରୁ ଭୁବନେଶ୍ୱର ଆଜି ଗଡ଼ିବ ଏକ ସ୍ପେଶାଲ ମେମୁ ଟ୍ରେନ
ନୟାଗଡ଼, (ନୟାଗଡ଼ ଦର୍ପଣ): ଏକ ନୂତନ ପାସେଞ୍ଜର ମେମୁ ଟ୍ରେନ ଦଶପଲ୍ଲାରୁ ଭୁବନେଶ୍ୱର ଚଳାଚଳ କରିବ। ମାନନୀୟ ପ୍ରଧାନମନ୍ତ୍ରୀ ଓ ଓଡ଼ିଶାର ନୂଆ ମୁଖ୍ୟ ମନ୍ତ୍ରୀଙ୍କ ଶପଥ ସମାରୋହ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଦଶପଲ୍ଲାରୁ ଏହି ଟ୍ରେନର ବ୍ୟବସ୍ଥା କରାଯାଇଛି । ଟ୍ରେନ ନଂ-୦୮୪୪୯ ଟ୍ରେନ ସକାଳ ୯ଟା ୪୫ରୁ ଛାଡ଼ିବ ଓ ଭୁବନେଶ୍ୱରରେ ମଧ୍ୟାହ୍ନ ୧ଟା ୧୫ରେ ପହଞ୍ଚିବ। ପୁନର୍ବାର ଏହି ଟ୍ରେନ ନଂ-୦୮୪୫୦ ଭୁବନେଶ୍ୱରରୁ ରାତ୍ର ୯ଟା ରେ ଛାଡ଼ି ଦଶପଲ୍ଲାରେ ୧୧ଟା ୪୫ରେ ପହଞ୍ଚିବ।
Read Moreସମ୍ବର୍ଦ୍ଧନା ପରିବାର ‘ସମ୍ବର୍ଦ୍ଧନା ସଭା ଓ କବିତାପାଠ” କାର୍ଯ୍ୟକ୍ରମ ଅନୁଷ୍ଠିତ
ଓଡଗାଁ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ସର୍କଲ ଅଧିନସ୍ଥ ସମସ୍ତ ବିଦ୍ୟାଳୟର ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ ପାଇଥିବା ଛାତ୍ରଛାତ୍ରୀ ଙ୍କୁ ମେଧା ସମ୍ମାନ ସ୍ୱରୂପ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା ।ଶରଣକୁଳ ର ଅଗ୍ରଣୀ ସାହିତ୍ୟ ଓ ସଂସ୍କୃତି ଅନୁଷ୍ଠାନ ସମ୍ବର୍ଦ୍ଧନା ପରିବାର ଦ୍ୱାରା ମୋ ଗାଁ ମୋ ଲେଖା କାର୍ଯ୍ୟକ୍ରମରେ ପ୍ରତିଷ୍ଠାତା ସଦସ୍ୟ ଗୋଦାବରୀ ବସନ୍ତିଆ ଓ ଦୀନବନ୍ଧୁ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଓ ସଭାପତି ନିରାକାର ସ୍ବାଇଁଙ୍କ ଅଧକ୍ଷତାରେ ଏକ ସମ୍ବର୍ଦ୍ଧନା ସଭା ଓ କବିତାପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ପବ୍ଲିକ ସ୍କୁଲର ଛାତ୍ରୀ ସ୍ୱାଗତିକା ସାହୁ, ପ୍ରିୟଙ୍କା ବସନ୍ତିଆ, ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପୂଜା ପାତ୍ର ଓ ତୁଳସୀ ବରାଡ ,ସୋଲାପଟ। ସରକାରୀ ଉଚ୍ଚ ବିଦ୍ୟାଳୟର…
Read Moreଭଞ୍ଜ ଜୟନ୍ତୀ ପାଳନ ପ୍ରସ୍ତୁତି ବୈଠକ
ନୟାଗଡ଼(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଳକ ଅନ୍ତର୍ଗତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସିଦ୍ଧି ଓ ସାଧନାର କ୍ଷେତ୍ର ନୂଆଗାଁ ବ୍ଳକ ଅନ୍ତର୍ଗତ ମାଳିସାହି ଗତିଶ୍ବରଙ୍କ ପୀଠରେ ଭଞ୍ଜ ଜୟନ୍ତୀ ଉତ୍ସବ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପେନ୍ଦ୍ର ଭଞ୍ଜ ସାହିତ୍ୟ ଓ ସଂସ୍କୃତି ପରିଷଦର ସଭାପତି କୃଷ୍ଣ ଚନ୍ଦ୍ର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ଗତବର୍ଷ ଭଞ୍ଜ ଜୟନ୍ତୀ ଉତ୍ସବର ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇ ଏହାର ସାଫଲ୍ୟତା ନେଇ ସଭା ଖୁସି ପ୍ରକଟ କରିଥିଲା।ତେବେ ଜୟନ୍ତୀ ଉତ୍ସବକୁ ଅଧିକ ଉତ୍ସବ ମୂଖର ତଥା ଭଞ୍ଜଙ୍କ ଏହି ଅନାଲୋଚିତ ସାଧନାର ପୀଠକୁ ପ୍ରଚାର ପ୍ରସାର କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଚଳିତ ଭଞ୍ଜ ଜୟନ୍ତୀ ଉତ୍ସବ ଆସନ୍ତା ଜୁନ ୧୦ ତାରିଖରେ ପାଳନ କରାଯିବା ସହ ଉତ୍ସବକୁ…
Read Moreବାହାରିଲା ମାଟ୍ରିକ ଫଳ, ଜିଲ୍ଲାରେ ଦ୍ବିତୀୟ ଟପ୍ପର ସହ ନୟାଗଡ଼ ବ୍ଲକ ଟପ୍ପର ହେଲେ ସୌମ୍ୟା
ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରକାଶ ପାଇଛି ମାଟ୍ରିକ ଫଳ। ଚଳିତ ବର୍ଷ ଫଳାଫଳରେ ନୟାଗଡ଼ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ସୌମ୍ଯା ସୁରଭି ମିଶ୍ର ୫୬୧ ନମ୍ବର ରଖି ଏ -୧ ଗ୍ରେଡ ହାସଲ କରିବା ସହ ଜିଲ୍ଲାରେ ଦ୍ବିତୀୟ ଏବଂ ନୟାଗଡ଼ ବ୍ଲକରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଡିଆଁପଡା ଗ୍ରାମର ବିଜୟ କୁମାର ମିଶ୍ର ଓ ବେବିନା ମିଶ୍ରଙ୍କ ସୁପୁତ୍ରୀ ଅଟନ୍ତି। ନିଜ ସଫଳତାର ଶ୍ରେୟ ସେ ନିଜ ବାପା, ମା ଏବଂ ବିଦ୍ଯାଳୟର ଶିକ୍ଷକ, ଶିକ୍ଷୟତ୍ରୀଙ୍କୁ ପ୍ରଦାନ କରିଛନ୍ତି। ନିଜ ପରିଶ୍ରମ ମୁତାବକ ଫଳ ପାଇ ଖୁସି ହେବା ସହିତ ଭବିଷ୍ଯତରେ ଡାକ୍ତରୀ ପଢିବାକୁ ଇଛା ରଖିଛନ୍ତି ସୌମ୍ଯା।
Read Moreଯୁକ୍ତ ଦୁଇ କଳାରେ ୫୪୫ମାର୍କ ରଖି ଜିଲ୍ଲା ଟପ୍ପର ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ଛାତ୍ରୀ ଅନନ୍ୟା ମୈତ୍ରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ଚଳିତ ବର୍ଷ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇଛି ଏଥିରେ ନୟାଗଡ ବ୍ଲକ ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟରର ଛାତ୍ରୀ ଅନନ୍ୟା ମୈତ୍ରୀ ୫୪୫ମାର୍କ ରଖି ଜିଲ୍ଲା ଟପ୍ପର ହୋଇଛନ୍ତି। ଅନନ୍ୟା ଇଟାମାଟିର ଅଗ୍ରଣୀ ଘରୋଇ ଶିକ୍ଷାନୁଷ୍ଠାନ ମହାବୀର କୋଚିଂ ସେଣ୍ଟରରେ ପଢୁଥିଲେ। ସେହିପରି ଏହି ଅନୁଷ୍ଠାନର କୋଚିଂ ନେଉଥିବା ଲିପିନା ସାହୁ ୫୦୩ ମାର୍କ ରଖି ଦ୍ୱିତୀୟ ସ୍ଥାନ ଏବଂ ଇତିସ୍ମିତା ସାହୁ ୪୮୮ମାର୍କ ରଖି ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ତୃତୀୟ ସ୍ଥାନ ଅଧିକାର କରି ଜିଲ୍ଲା ତଥା ଅନୁଷ୍ଠାନର ଗର୍ବ ଓ ଗୌରବ ବଢ଼ାଇଛନ୍ତି। ଛାତ୍ରଛାତ୍ରୀଙ୍କ ଏହି ସଫଳତାରେ ମହାବୀର କୋଚିଂ ସେଣ୍ଟରର ଚେୟାରମ୍ୟାନ ମଞ୍ଜୁବାଳା ସିଂ ଉପସ୍ଥିତ ରହି ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଭିଭାବକଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
Read More+୨ ବିଜ୍ଞାନରେ ବିକ୍ରମ ହେଲେ ଜିଲ୍ଲା ଟପ୍ପର
ନୟାଗଡ଼, (ନୟାଗଡ଼ ଦର୍ପଣ): ଯୁକ୍ତ ଦୁଇ କଳା ବାଣିଜ୍ୟ ବିଜ୍ଞାନ ପରୀକ୍ଷା ଫଳକୁ ନେଇ ଉତ୍ସାହିତ ନୟାଗଡ଼ ଜିଲ୍ଲାର ଛାତ୍ରଛାତ୍ରୀ। ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ର ବିକ୍ରମ କେଶରୀ ମିଶ୍ର, ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ୫୫୪ନମ୍ବର ରଖି ଜିଲ୍ଲା ଟପର ହୋଇଛନ୍ତି। A1ଗ୍ରେଡ ପାଇ ସଫଳତା ହାସଲ କରିଛନ୍ତି। ବିକ୍ରମଙ୍କ ବାପା ମାଆ ଶିକ୍ଷକ, ଶିକ୍ଷୟତ୍ରୀ ହୋଇଥିବା ବେଳେ ପାଠ ପଢ଼ାରେ ସେମାନଙ୍କ ପ୍ରେରଣା ପାଇ ପରୀକ୍ଷାରେ ସଫଳତା ମିଳିଥିବା ବିକ୍ରମ କହିଛନ୍ତି। ନୟାଗଡ଼ ଜିଲ୍ଲା ସ୍ବୟଂଶାସିତ ମହାବିଦ୍ୟାଳୟରେ ବିକ୍ରମ ପାଠ ପଢ଼ୁଥିବା ବେଳେ ଘରୋଇ କୋଚିଙ୍ଗ ସେଣ୍ଟର ଅକ୍ସଫୋର୍ଡ଼ରେ କୋଚିଂ ନେଉଥିଲେ। ବିକ୍ରମ ଗତ ମାଟ୍ରିକରେ ୫୭୨ନମ୍ୱର ରଖି A1 ଗ୍ରେଡରେ ପାସ କରିଥିଲେ। ନୟାଗଡ଼ ବ୍ଲକ ହରିହରପୁର ଗ୍ରାମରେ ବିକ୍ରମଙ୍କ ବାପା ମାଆ ରହୁଥିବା ବେଳେ ନିଜ ଗାଁ ମାନ୍ଧାତାପୁର ବୋଲି ଜଣାପଡ଼ିଛି।…
Read Moreପ୍ରବାସୀ ଓଡ଼ିଆ ପାଳିଲେ ଉତ୍କଳ ଦିବସ ଓ ୧୫ ତମ ବାର୍ଷିକ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ସାଉଦି ଆରବରେ ଜୁବେଲ ସହରସ୍ଥିତ ପ୍ରବାସୀ ଓଡ଼ିଆ ମାନଙ୍କ ସଂଗଠନ “ଉତ୍କଳିକା” ତରଫରୁ, ୮୯ତମ ଉତ୍କଳ ଦିବସ ଏବଂ ନିଜର ୧୫ ତମ ବାର୍ଷିକ ଉତ୍ସବ ଧୁମ୍ ଧାମ ରେ ପାଳନ କରିଛନ୍ତି। ଏହି ଅବସରରେ କାର୍ଯ୍ୟକ୍ରମ ର ମୁଖ୍ୟ ଆକର୍ଷଣ ଭାବେ ଓଲିଉଡ ର ସୁନାମ ଧନ୍ୟ କଣ୍ଠ ଶିଳ୍ପୀ ସ୍ଵୟଂ ପ୍ରଭାସ ପାଢ଼ୀ ଓ ଅନ୍ତର୍ଜାତୀୟ କଣ୍ଠ ଶିଳ୍ପୀ ଅନିନ୍ଦିତା ଦାସ ଯୋଗ ଦେଇଥିଲେ। ଏଥି ସହିତ ଓଡ଼ିଶାର ଦୁଇ ଜଣ କିମ୍ବଦନ୍ତୀ ଓଡ଼ିଆଙ୍କୁ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓ ଲୋକପ୍ରିୟ ଅଭିନେତ୍ରୀ ଅପରାଜିତା ମହାନ୍ତି ଙ୍କୁ ଉତ୍କଳିକା ତରଫରୁ ସାଉଦି ଆରବରେ “ଉତ୍କଳ ରତ୍ନ” ସମ୍ମାନ ରେ ସମ୍ମାନିତ କରାଯାଇଥିଲା ।ଯାହାକି ସାଉଦି ଆରବରେ ଥିବା ପ୍ରତେକ ଓଡିଆଙ୍କ ପାଇଁ ଗର୍ବର ବିଷୟ। ଏଥିସହିତ ଉତ୍ସବରେ କାଯ୍ୟକ୍ରମ ରେ…
Read Moreଶତପ୍ରତିଶତ ରେଜଲ୍ଟ କରି ନୟାଗଡ଼ ପାଢ଼ି ଟ୍ୟୁଟରିଆଲର ସଫଳତା
ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ବର୍ଷ ଗୋଟିଏ ଦିନରେ ଏକା ଥରକେ ପ୍ରକାଶ ପାଇଲା ମ୍ୟାଟ୍ରିକ, +୨ ବିଜ୍ଞାନ, କଳା, ବାଣିଜ୍ୟ ପରୀକ୍ଷା ଫଳ । ଏଥିରେ ନୟାଗଡ଼ର ସର୍ବ ପୁରାତନ ଅନୁଷ୍ଠାନପାଢ଼ି ଟ୍ୟୁଟରିଆଲର ଛାତ୍ରଛାତ୍ରୀମାନେ ଅଦ୍ଭୁତ ପୂର୍ବ ସଫଳତା ହାସଲ କରିଛନ୍ତି। ଶତପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସର୍ବାଧିକ ୬ ଜଣ ଏ-୧ (୯୦% ରୁ ଅଧିକ) ମାର୍କ ରଖୁଛନ୍ତି । ୫୦୦ ବା ତାଠାରୁ ଅଧିକ ବର୍ଗରେ ୩୭ ଜଣ ଏବଂ ୮୦% ରୁ ଅଧିକ ବର୍ଗରେ ୬୧ ଜଣ ରହିଛନ୍ତି । ଏହି ସଫଳତା ପାଇଁ ନୟାଗଡ଼ ପାଢ଼ୀ ଟ୍ୟୁଟୋରିଆଲରେ ଖୁସିର ଲହରୀ ଖେଳି ଯାଇଛି । ବିଜିତେନ୍ଦ୍ରିୟ ଦାସ ଏବଂ ସାଇ ପ୍ରସାଦ ନନ୍ଦ ଉଭୟ ୫୫୦ ମାର୍କ ରଖି…
Read More