ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ପୁଣି ଏକ ନୂଆ ଇତିହାସ

ନୟାଗଡ଼, (ନୟାଗଡ଼ ଦର୍ପଣ): ଚଳିତ ମାଟ୍ରିକ୍ ପରୀକ୍ଷାରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀମାନେ ୧୦୦% (ଶତପ୍ରତିଶତ) ରେଜଲ୍ଟ କରି ବାଜିମାତ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୫୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇ ପୁଣି ଏକ ନୂଆ ଇତିହାସ ରଚନା କରିଛନ୍ତି। ଯାହା ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ଉପଲକ୍ଷେ ଆଜି ଅପରାହ୍ନ ୦୨ଟା ସମୟରେ ବିଦ୍ଯାଳୟ ପରିସରରେ ଶିକ୍ଷାକେନ୍ଦ୍ରର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଏକ ଅଭିନନ୍ଦନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ଶିକ୍ଷାବିତ୍ ଭଗବାନ ଆଚାର୍ଯ୍ୟ , ଲେଙ୍କୁଡିପଡା ଉଚ୍ଚ ବିଦ୍ଯାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୌଦାମିନୀ ସ୍ବାଇଁ,ବରିଷ୍ଠ ଶିକ୍ଷକ ମାଣିକେଶ୍ଵର ସ୍ବାଇଁ,ପ୍ରଫୁଲ୍ଲ କୁମାର ପ୍ରଧାନ ଯୋଗଦେଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଗୋଟିଏ ଗୋଟିଏ ଗୋଲାପ ଫୁଲ ଦେଇ ମିଠା ଖୁଆଇ ଅଭିନନ୍ଦନ ଜଣାଇଥିଲେ।…

Read More

ନିର୍ବାଚନ ପ୍ରଚାରର ଶେଷ ଦିନ, ଅରୁଣଙ୍କ ନିଆରା ପ୍ରୟାସ ‘ପ୍ରତିବଦ୍ଧତା’

ଏକ ଲକ୍ଷ ଲୋକଙ୍କୁ ଭେଟିଲି, ଶାନ୍ତି ପ୍ରତିଷ୍ଠା ହୋଇଛି, ଗ୍ରୀନ୍ କ୍ୟାମ୍ପେନ ସଫଳ ହୋଇଛି : ଅରୁଣ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଆସନ୍ତା ୨୫ ତାରିଖରେ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବ ନିର୍ବାଚନ । ଆଜି ପ୍ରଚାର କାର୍ଯ୍ୟ ସରିଛି । ଏହା ମଧ୍ୟରେ ଏକ ରୋଚକ ସ୍ଥିତି ଦେଖିବାକୁ ମିଳିଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଥିବା ଡ. ଅରୁଣ କୁମାର ସାହୁଙ୍କ ନିଆରା ପ୍ରୟାସ ଦେଖିବାକୁ ମିଳିଛି । ଯୁବ, ଛାତ୍ର, ମହିଳା, ବରିଷ୍ଠ ନାଗରିକ, ବୁଦ୍ଧିଜିବୀ ଓ ଆଇନଜିବୀ ମାନଙ୍କୁ ନେଇ ଏକ ପ୍ରତିବଦ୍ଧତା ସମ୍ପର୍କରେ ଅଭିଭାଷଣ ରଖିଥିଲେ । ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅରୁଣ ନିଜ ଜୀବନର ପ୍ରତିଶୃତି, ପ୍ରତିବଦ୍ଧତା, ନୟାଗଡ଼ରେ ଶାନ୍ତି ପ୍ରତିଷ୍ଠା, ଗ୍ରୀନ୍ କ୍ୟାମ୍ପେନ୍ ଓ ଭଲ ମଣିଷ…

Read More

ବିଜେଡିର ବିରାଟ ମହିଳା ଶୋଭାଯାତ୍ରା, ହଜାର ହଜାର ସାମିଲ

ମା’ ମାନଙ୍କର ଦୁଃଖ ବୁଝନ୍ତି କେବଳ ନବୀନ : ଅରୁଣ। ନୟାଗଡ଼,(ନୟାଗଡ଼ ଦର୍ପଣ): ଆଜି ଶେଷ ହୋଇଛି ପ୍ରଚାର କାର୍ଯ୍ୟ । ଶେଷ ପର୍ଯ୍ୟାୟରେ ଆଜି ନୟାଗଡ଼ ନିର୍ବାଚନ ମଣ୍ଡଳୀ ଓଡ଼ଗାଁରେ ବିଜେଡି ପକ୍ଷରୁ କରାଯାଇଛି ବିରାଟ ମହିଳା ଶୋଭାଯାତ୍ରା । ହଜାର ହଜାର ମହିଳା ଏହି ସମାବେଶରେ ଯୋଗ ଦେଇଛନ୍ତି । ଓଡ଼ଗାଁ ରଘୁନାଥ ମନ୍ଦିରରୁ ଏହି ସମାବେଶ ବାହାରି ଓଡ଼ଗାଁ ମିନି ଷ୍ଟାଡିୟମ ପାଖରେ ପହଞ୍ଚିଥିଲା । ମହିଳା ମାନେ ଚାଲି ଚାଲି ବିଭିନ୍ନ ନାରା ଦେଇ ପଦଯାତ୍ରାରେ ସାମିଲ ହୋଇଥିଲେ । ଏହି ମହିଳା ସମାବେଶରେ ନୟାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ସାମିଲ ହୋଇ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ମୁଳକ କାର୍ଯ୍ୟ ଉପରେ ଉଦବୋଧନ ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦାସର୍ବଦା ମହିଳା ମାନଙ୍କୁ…

Read More

ସରିଲା ପ୍ରଚାର, ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚିଲେ ଅରୁଣ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ୩ ଗୋଟି ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ହେବାକୁ ଯାଉଛି ଭୋଟ ଦାନ । ଆଜି ସରିଲା ପ୍ରଚାର କାର୍ଯ୍ୟ । ଶେଷ ଦିନରେ ସବୁ ଦଳ ପକ୍ଷରୁ ପ୍ରୟାସ ଜାରି ରହିଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ପ୍ରାର୍ଥୀ ହୋଇଥିବା ଡ. ଅରୁଣ କୁମାର ସାହୁଙ୍କ ପ୍ରଚାର କାର୍ଯ୍ୟ ନିଆରା ହୋଇଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜେଡି, ବିଜେପି ଓ କଂଗ୍ରେସ ଦଳ ମଧ୍ୟରେ ସଂଘର୍ଷ ହେବାକୁ ଯାଉଥିବା ବେଳେ ବିଜେଡି ପ୍ରଚାର ଓ ପ୍ରସାର ସ୍ତରରେ ୧ ନଂ ସ୍ଥାନରେ ରହିଛି । ବିଜେଡି ପ୍ରାର୍ଥୀ ଡ. ସାହୁ ନୟାଗଡ଼ ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ବ୍ୟକ୍ତିଗତ ଭାବେ ସମସ୍ତଙ୍କୁ ଭେଟି ସାରିଲେଣି…

Read More

ନୟାଗଡ଼ରେ ନବୀନଙ୍କ ପ୍ରଚାର, ୩୫ହଜାରରୁ ଉର୍ଦ୍ଧ୍ୱ ଜନତା ସାମିଲ

ନୟାଗଡ଼,(ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୟାଗଡ଼ ପିଟିଏସ ରୋଡରେ ଥିବା ଷ୍ଟାଡିୟମ ପଡିଆରେ ନିର୍ବାଚନୀ ସଭା କରିଛନ୍ତି । ସକାଳୁ ସକାଳୁ ବହୁ ଛାତ୍ର, ଯୁବ, ମହିଳା, ବରିଷ୍ଠ ନାଗରୀକ, ବୁଦ୍ଧିଜିବି, ସମାଜସେବୀ, ଆଇନଜିବୀ, ବରିଷ୍ଠ ନାଗରୀକ ଓ ବିଭିନ୍ନ ସମ୍ପ୍ରଦାୟର ଲୋକମାନେ ଏକଜୁଟ ହୋଇଥିଲେ । ନବୀନଙ୍କୁ ଦେଖିବା ସହିତ ତାଙ୍କ ଅଭିଭାଷଣ ଶୁଣିବା ପାଇଁ ଜନ ସମୁଦ୍ର ପାଲଟିଥିଲା ନୟାଗଡ଼ ସହର । ସକାଳ ୯ଟାରୁ ଲୋକମାନେ ଏକଜୁଟ ହୋଇ ନବୀନଙ୍କୁ ଅପେକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ବର୍ଗର ଲୋକ ମାନଙ୍କ ପାଇଁ ବିଭିନ୍ନ ଯୋଜନା କରିଥିବାରୁ ଲୋକ ମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ନୟାଗଡ଼ ଜିଲ୍ଲାର ୪ ଗୋଟି ନିର୍ବାଚନ ମଣ୍ଡଳୀରେ ବହୁଦିନ ଧରି ବିଜେଡି ଦବ୍‌ଦବା ରଖିଛି । ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ନିର୍ବାଚନ…

Read More

ବିରୋଧୀ ଦଳକୁ ବଡ଼ ଝଟକା, ବିଜେଡିରେ ସାମିଲ ହେଲେ ବିଜେପି ନେତା

ନୟାଗଡ଼,(ନୟାଗଡ଼ ଦର୍ପଣ): ଆଉ ଦୁଇଦିନ ଅର୍ଥାତ ଆସନ୍ତା ୨୫ ତାରିଖରେ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବାକୁ ଯାଉଛି। ବିଜେଡି, ବିଜେପି ଓ କଂଗ୍ରେସ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦିତା ହେବାକୁ ଯାଉଛି । ଏହାରି ମଧ୍ୟରେ ଅନେକ ବିରୋଧୀ ଦଳର ନେତା ବିଜେଡିରେ ସାମିଲ ହେଉଥିବା ଦେଖିବାକୁ ମିଳିଲାଣି । ଦିନକୁ ଦିନ ଶକ୍ତିଶାଳୀ ହେଉଛି ନୟାଗଡ଼ ବିଜେଡି । ବିରୋଧୀ ଦଳର ନେତା ମାନେ ନିଜ ଦଳ ତ୍ୟାଗ କରି ବିଜେଡିରେ ସାମିଲ ହେଉଛନ୍ତି । ବିରୋଧୀ ଦଳରୁ ଅନେକ ନେତା ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ନିର୍ବାଚନ ଯେତିକି ପାଖେଇ ଆସୁଛି ବିଜୁ ଜନତା ଦଳ ସେତିକି ଶକ୍ତିଶାଳୀ ହେବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ…

Read More

ନୟାଗଡ଼ ପୌରାଞ୍ଚଳର ୪ଗୋଟି ୱାର୍ଡରେ ବିକାଶର ବାର୍ତ୍ତା ଦେଲେ ଡ଼. ଅରୁଣ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନୟାଗଡ଼ ପୌରାଞ୍ଚଳର ୪ଗୋଟି ୱାର୍ଡରେ ବିଜେଡି ପକ୍ଷରୁ ପ୍ରଚାରକୁ ଯୋରଦାର କରାଯାଇଛି । ନୟାଗଡ଼ ପୌରାଞ୍ଚଳର ୬, ୭, ୮, ୯ ୱାର୍ଡରେ ପ୍ରଚାର କରିଛନ୍ତି ନୟାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ । ନୟାଗଡ଼ ପୌରାଞ୍ଚଳରେ ହୋଇଥିବା ଉନ୍ନତି ମୁଳକ କାର୍ଯ୍ୟର ଟିପଣୀ ରଖିଛନ୍ତି । ଏଥି ସହିତ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶର କଥା ସୁଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦାସର୍ବଦା ନୟାଗଡ଼କୁ ଭଲ ପାଇ ଆସୁଛନ୍ତି । ନବୀନ ପଟ୍ଟନାୟକଙ୍କ ପାଇଁ ଆଜି ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିକାଶଶୀଳ ହୋଇଛି । ସାରା ଦେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି । ନବୀନଙ୍କ ହାତ ମୁଠାକୁ ଟାଣ କରିବାକୁ…

Read More

ନୟାଗଡ଼ ନିର୍ବାଚନ ମଣ୍ଡଳୀର ୪୭ଟି ପଞ୍ଚାୟତରେ ଅରୁଣଙ୍କ ବାଇକ ଶୋଭାଯାତ୍ରା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ଆଜି ତା ଦମ ଦେଖାଇଛି । ନିର୍ବାଚନ ମଣ୍ଡଳୀର ଜନପ୍ରତିନିଧି, ନେତା ଓ କର୍ମୀମାନେ ୪୭ ପଞ୍ଚାୟତରେ ଭିନ୍ନ ଭିନ୍ନ ବାଇକ ଶୋଭାଯାତ୍ରାରେ ସାମିଲ କରିଛନ୍ତି । ନୟାଗଡ଼ ବ୍ଲକର ୨୯ପଞ୍ଚାୟତ ଓ ଓଡ଼ଗାଁ ବ୍ଲକର ୧୮ ପଞ୍ଚାୟତରେ ଏହି ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି । ପ୍ରତି ପଞ୍ଚାୟତରେ ଅନୁଷ୍ଠିତ ଏହି ଶୋଭାଯାତ୍ରାରେ ଜରିଆରେ ବିଜୁ ଜନତା ଦଳ ଆଜି ତାର ଦମ ଦେଖାଇଛି । ଏହି ବାଇକ୍ ଶୋଭାଯାତ୍ରାରେ ବହୁ ଛାତ୍ର, ଯୁବକ ସାମିଲ ହୋଇଥିଲେ । ନୋତର ଓ ଲାଠିପଡ଼ାଠାରେ ଅନୁଷ୍ଠିତ ବାଇକ ଶୋଭାଯାତ୍ରାରେ ନୟାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ସାମିଲ ହୋଇଥିଲେ । ଉକ୍ତ ଶୋଭାଯାତ୍ରା ଜରିଆରେ ଅରୁଣ ନବୀନଙ୍କ ବିକାଶର ବାର୍ତ୍ତାକୁ ସମସ୍ତଙ୍କ ନିକଟରେ…

Read More

ଆଦର୍ଶ ଆଚରଣ ବିଧି ଉଲଂଘନ କରି ନିଲମ୍ବିତ ହେଲେ ଅଧ୍ୟାପକ

ନୟାଗଡ଼, (ନୟାଗଡ଼ ଦର୍ପଣ): ଗତକାଲି ନିର୍ବାଚନ ଆଦର୍ଶ ଆଚରଣ ବିଧି ଉଲଂଘନ କରିଥିବାରୁ ଅଧ୍ୟାପକ ନିଲମ୍ବିତ । ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟର ସଂସ୍କୃତ ଅଧ୍ୟାପକ ସର୍ବଶ୍ବର ମହାରଣାଙ୍କୁ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସ୍ଵଧା ଦେବ ସିଂ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି । ସୂଚନା ଅନୁଯାଇ ଶ୍ରୀ ମହାରଣା ଭାପୁରରେ ବିଜୁ ଜନତା ଦଳର ରାଜନୈତିକ ପ୍ରଚାର ରାଲିରେ ଯୋଗ ଦେଇଥିଲେ । ଯାହା ବିଭିନ୍ନ ସମ୍ବାଦ ପତ୍ର ଏବଂ ସୋସିଆଲ ମିଡିଆରେ ପ୍ରକାଶ ପାଇଥିଲା। ଏହା ଉପରେ ତଦନ୍ତ କରାଯିବା ପରେ ଖବରଟି ସତ୍ୟ ବୋଲି ଜଣାପଡ଼ିଥିଲା । ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀମତୀ ସିଂଙ୍କ ଏପରି ଦୃଷ୍ଟାନ୍ତ ମୂଳକ ପଦକ୍ଷେପକୁ ସବୁ ମହଲରେ ସ୍ବାଗତ କରାଯାଇଛି। ଅନ୍ୟ ସରକାରୀ କର୍ମଚାରୀମାନେ ଏପରି ରାଜନୈତିକକାର୍ଯ୍ୟକ୍ରମରେ ଭାଗ ନେବା ପୂର୍ବରୁ ଏ ବିଷୟରେ ଶହେଥର…

Read More

ବିଜେଡି ବିଧାୟକ ପ୍ରାର୍ଥୀ ଅରୁଣଙ୍କ ମାରାଥନ ପ୍ରଚାର

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ହେବ । ଏଥିପାଇଁ ନୟାଗଡ଼ରେ ବିଜେଡି ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ପ୍ରଚାରକୁ ଜୋରଦାର କରିଛନ୍ତି । ନୟାଗଡ଼ ବ୍ଲକ ଅନ୍ତର୍ଗତ ହରିପୁର, ଯଦୁପୁର, ପୁରୁଷୋତ୍ତମପୁର, ପାଟଚଣ୍ଡିପ୍ରସାଦ, ଶ୍ୟମାଘନପୁର ଏବଂ ନୟାଗଡ଼ ପୈାର ପରିଷଦ ଅନ୍ତର୍ଗତ ବିଭିନ୍ନ ୱାଡ଼ରେ ପ୍ରଚାର କରିଛନ୍ତି । ପୈାର ପରିଷଦ ଅନ୍ତର୍ଗତ ହାଟପଦା ସାହି, ଆଖଣ୍ଡଳ ମନ୍ଦିର ସାହି, ରାମେଶ୍ୱର ସାହି ଓ ହରିଜନ ସାହିରେ ବିଭିନ୍ନ ଗ୍ରୀନ କ୍ୟାମ୍ପେନ କରିଛନ୍ତି । ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସାଧାରଣ ଜନତାଙ୍କୁ ଅବଗତ କରାଉଛନ୍ତି । ମଧୁବାବୁ ପେନ୍‌ସନ୍ ଯୋଜନାରେ ଭତ୍ତାକୁ ଦ୍ୱିଗୁଣିତ କରାଯାଇଛି । ଏଥିସହିତ ଆଗାମୀ ଦିନରେ ମାଗଣା ବିଜୁଳି ଦିଆଯିବ ବୋଲି ପ୍ରକାଶ କରିଛନ୍ତି । ରାସ୍ତାଘାଟଠାରୁ ଆରମ୍ଭ…

Read More