ଆସନ୍ତାକାଲି ଆସିବେ ନବୀନ, ନୟାଗଡ଼ ଷ୍ଟାଡିୟମ ପଡ଼ିଆରେ ପ୍ରଚାର ସଭା

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ନୟାଗଡ଼ ନିର୍ବାଚନ ମଣ୍ଡଳୀର ଭୋଟରଙ୍କ ଉଦ୍ଦେଶ୍ୟରେ ବିଶାଳ ଜନସମାବେଶ ଅନୁଷ୍ଠିତ ହେବ । ଆସନ୍ତାକାଲି ଅର୍ଥାତ ୨୨ତାରିଖରେ ଷ୍ଟାଡିୟମ ପଡ଼ିଆଠାରେ ଅନୁଷ୍ଠିତ ସଭାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଉଦବୋଧନ ଦେବେ । ମୁଖ୍ୟମନ୍ତ୍ରୀଙ୍କ ସହ ଷ୍ଟାର ପ୍ରଚାରକ ଭି. କେ ପାଣ୍ଡିଆନ୍ ଯୋଗ ଦେବାର ସୂଚନା ମିଳିଛି । ଏଥିପାଇଁ ବିଜୁ ଜନତା ଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ୨୩ ତାରିଖରେ ନିର୍ବାଚନ ପ୍ରଚାର ଶେଷ ହେବାକୁ ଥିବା ବେଳେ ୨୨ ତାରିଖ ନୟାଗଡ଼ରେ ଅନୁଷ୍ଠିତ ବିଶାଳ ଜନସମାବେଶ ବେଶ ଗୁରୁତ୍ୱ ବହନ କରୁଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଅଭୂତ ପୂର୍ବ ବିକାଶ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା କରାଯାଇଥିବା ଅନେକ ଜନହିତକର ଯୋଜନାର ଉପକାର…

Read More

୮ ପଞ୍ଚାୟତରେ ବିଶାଳ ଆଶୀର୍ବାଦ ସମାବେଶ, ନବୀନଙ୍କର ବିକାଶର ବାର୍ତ୍ତା ଦେଲେ ଅରୁଣ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନୟାଗଡ଼ ବ୍ଲକର ୮ଗୋଟି ଗ୍ରାମ ପଞ୍ଚାୟତରେ ପ୍ରଚାର କଲେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଓ ବିଜେଡିର ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ନିକଟରେ ପହଞ୍ଚିଥିବା ବେଳେ ରାସ୍ତାଘାଟଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ଉପରେ ସରକାର ଗୁରୁତ୍ବ ଦେଇଛନ୍ତି। ଏହା ସହ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ଅନେକ ବିକାଶ ମୁଳକ କାର୍ଯ୍ୟ ହୋଇଥିବା ପ୍ରକାଶ କରିଥିଲେ ବିଧାୟକ ପ୍ରାର୍ଥୀ ଅରୁଣ । ଆଜି ନୟାଗଡ଼ ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତ ବୁଲି ଜୋର୍‌ଦାର୍ ପ୍ରଚାର ଆରମ୍ଭ କରିଛନ୍ତି। ମୁଁ ସଦାଦସର୍ବଦା ଆପଣ ମାନଙ୍କର ମୁଲିଆ ହୋଇ ରହିଛି । ନିର୍ବାଚନ ନୁହେଁ ସାରା ବର୍ଷ ତମାମ ଆପଣ ମାନଙ୍କ ପାଖରେ ମୁଁ ରହି ଆସିଛି…

Read More

ସିବିଏସ୍ଇ ପରୀକ୍ଷାରେ ୯୮% ମାର୍କ ରଖି ଉତ୍ତୀର୍ଣ୍ଣ ହେଲେ ଗୋପାଗ୍ନୀ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍ଇ) ଦ୍ଵାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଯାଇଛି। ସେହି ପରୀକ୍ଷାରେ ନୟାଗଡ଼ ଜିଲ୍ଲାସ୍ଥିତ ଗୋଠବଣ ଗ୍ରାମର ଗୋପବନ୍ଧୁ ଷଡ଼ଙ୍ଗୀ ଓ ପୁଷ୍ପଶ୍ରୀ ଷଡ଼ଙ୍ଗୀଙ୍କ ଜ୍ୟେଷ୍ଠ କନ୍ୟା ଗୋପାଗ୍ନୀ ଷଡ଼ଙ୍ଗୀ ୯୮% ମାର୍କ ରଖି ଉତ୍ତୀର୍ଣ୍ଣ ହେବାସହ ବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଭବିଷ୍ୟତରେ ସେ ଜଣେ ଡ଼ାକ୍ତର ହେବାକୁ ଲକ୍ଷ୍ୟ ରଖିଛନ୍ତି। ତାଙ୍କର ସଫଳତା ପଛରେ ସେ ବଡ଼ମାନଙ୍କ ଆଶୀର୍ବାଦ, ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କ ପଥ ପ୍ରଦର୍ଶନ ସହ ନିଜର କଠିନ ପରିଶ୍ରମର ହାତ ରହିଛି ବୋଲି କହିଛନ୍ତି।

Read More

ନବୀନ ଆସିବେ ନୟାଗଡ଼, ବିଜେଡ଼ିର ପ୍ରସ୍ତୁତି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ପ୍ରଚାର ପାଇଁ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ନିମନ୍ତେ ସବୁ ମହଲରେ ଉତ୍ସାହ ଦେଖାଯାଇଛି । ଆସନ୍ତା ୨୨ ତାରିଖ ୧୧ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୟାଗଡ଼ ଗସ୍ତ କରିବେ । ନୟାଗଡ଼ ଷ୍ଟାଡିୟମ ଠାରେ ମୁଖ୍ୟମନ୍ତ୍ରୀ ପହଞ୍ଚିବେ । ବିରାଟ ସାଧାରଣ ସଭା ଅନୁଷ୍ଠିତ ହେବ । ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଆଜି ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଛାତ୍ର, ଯୁବ, ମହିଳା, ବିଜୁ ଶ୍ରମିକ ସାମୁଖ୍ୟ, ବରିଷ୍ଠ ନାଗରିକ, ବୁଦ୍ଧିଯିବୀ, ସମାଜସେବୀ ଓ ସମସ୍ତ ବର୍ଗର ନେତୃମଣ୍ଡଳୀଙ୍କୁ ନେଇ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ପ୍ରଥମେ ସମସ୍ତ…

Read More

ଓଡ଼ଗାଁ ଏନଏସିରେ ଅରୁଣଙ୍କ ଦମଦାର ପ୍ରଚାର

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନମଣ୍ଡଳୀର ଓଡ଼ଗାଁ ବ୍ଲକର ୧୮ଟି ପଞ୍ଚାୟତରେ ବିଭିନ୍ନ ଯୋଜନା ଲୋକଙ୍କ ନିକଟରେ ପହଞ୍ଚିଥିବା ବେଳେ ରାସ୍ତାଘାଟଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ଉପରେ ସରକାର ଗୁରୁତ୍ବ ଦେଇଛନ୍ତି। ଏହା ସହ ଏନ୍‌ଏସି ଅଞ୍ଚଳରେ ବ୍ୟାପକ କାର୍ଯ୍ୟ ହୋଇଥିବା ବିଧାୟକ ପ୍ରାର୍ଥୀ ଅରୁଣ ସାହୁ କହିଛନ୍ତି। ଆଜି ଓଡ଼ଗାଁ ସହରର ବିଭିନ୍ନ ସାହି ବୁଲି ଜୋର୍‌ଦାର୍ ପ୍ରଚାର ଆରମ୍ଭ କରିଛନ୍ତି। ଲୋକଙ୍କ ସେବା ପାଇଁ ମୁଁ ସବୁବେଳେ ତତ୍ପର ଏବଂ କାର୍ଯ୍ୟ କରିବା ମୋର ଏକ ନିଶା ବୋଲି କହିଥିଲେ। ଏହି ବିଜୟ କେବଳ ମୋର ହେବନାହିଁ,ବରଂ ମୋ ଅଞ୍ଚଳବାସୀଙ୍କର ବିଜୟ ହେବ ବୋଲି କହିବା ସହ ଦିନେ ଓଡ଼ଗାଁ ଏକ ଗାଁରେ ପରିଣତ ହୋଇଥିଲା କିନ୍ତୁ ଆଜି ଓଡ଼ିଶା ମାନଚିତ୍ରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି ବୋଲି ସୂଚାଇଛନ୍ତି।ଠିକ ସେହିପରି…

Read More

ଇଟାମାଟି ଓ ନାଟୁଗାଁ ଗ୍ରାମ ପଞ୍ଚାୟତର ବହୁ ବିରୋଧୀ ନେତା ବିଜେଡିରେ ସାମିଲ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୨୨୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ମାନେ ନିର୍ବାଚନ ପ୍ରଚାର କାର୍ଯ୍ୟକୁ ଯୋରଦାର କଲେଣି । ଏହି ସମୟରେ ପ୍ରତ୍ୟେକ ଦିନ ଅନେକ ବିରୋଧୀ ଦଳର ନେତା ମାନେ ବିଜେଡିରେ ଯୋଗ ଦେଉଛନ୍ତି । ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ବହୁ ପୁରୁଖା କର୍ମୀ ମାନେ ବିଜେଡିରେ ଯୋଗ ଦେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର…

Read More

ବିରୋଧୀ ସରପଞ୍ଚ ପ୍ରାର୍ଥୀ ବିଜେଡିରେ ସାମିଲ

ନୟାଗଡ଼,(ନୟାଗଡ଼ ଦର୍ପଣ): ଦିନକୁ ଦିନ ଶକ୍ତିଶାଳୀ ହେଉଛି ନୟାଗଡ଼ ବିଜେଡି । ବିରୋଧୀ ଦଳର ନେତାମାନେ ନିଜ ଦଳ ତ୍ୟାଗ କରି ବିଜେଡିରେ ସାମିଲ ହେଉଛନ୍ତି । ବିରୋଧୀ ଦଳରୁ ୨୨୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ନିର୍ବାଚନ ଯେତିକି ପାଖେଇ ଆସୁଛି ବିଜୁ ଜନତା ଦଳ ସେତିକି ଶକ୍ତିଶାଳୀ ହେବାରେ ଲାଗିଛି । ଏହି ସମୟରେ ପ୍ରତ୍ୟେକ ଦିନ ଅନେକ ବିରୋଧୀ ଦଳର ନେତା ମାନେ ବିଜେଡିରେ ଯୋଗ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି । ଓଡ଼ଗାଁ ବ୍ଲକ ଅନ୍ତର୍ଗତ…

Read More

ବିଭିନ୍ନ ପଞ୍ଚାୟତରେ ବିଜେପିର ନିର୍ବାଚନୀ ରାଲି ଓ ଦଳୀୟ କାର୍ଯ୍ୟାଳୟ ଉଦଘାଟନ

ଖଣ୍ଡପଡ଼ା, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ଭାପୁର ବ୍ଲକର ବିଜିପୁର, ପଦ୍ମାବତୀ ଓ ବାଉଁଶବାଟି ପଞ୍ଚାୟତ ରେ ବୁଧବାର ଦିନ ଭାରତୀୟ ଜନତା ପାର୍ଟି ପକ୍ଷରୁ ନିର୍ବାଚନ ରାଲି ଓ ଦଳୀୟ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି। ପ୍ରଥମେ ବିଜିପୁର ସାଇ ମନ୍ଦୀର ପରିସରରୁ ହଜାର ହଜାର ଦଳୀୟ ମହିଳା ଓ ପୁରୁଷ କର୍ମୀମାନଙ୍କ ଗହଣରେ ବିଜେପି ବିଧାୟକ ପ୍ରାର୍ଥି ଦୁଷ୍ମନ୍ତ ସ୍ବାଇଁ, କଟକ ଲୋକସଭା ସାଂସଦଙ୍କ ପୁଅ ଲୋକରଞ୍ଜନ ମହତାବ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୟାଧର ପରିଡା, ବିଜେପି ସଂଗଠକ ଜିତେନ୍ଦ୍ର କୁମାର ରଣସିଂହ, ପୂର୍ବତନ ସରପଞ୍ଚ କୈଳାଶ ଚନ୍ଦ୍ର ରାଉତରାୟ, ଯୁବ ସଂଗଠକ ଶଶୀଭୂଷଣ ରାଉତରାୟ, ସରପଞ୍ଚ ବାସନ୍ତୀ ପରିଡା, ସମିତି ସଭ୍ୟା ମଧୁସ୍ମିତା ମହାନ୍ତି, ଫତେଗଡ ପଞ୍ଚାୟତ ପୂର୍ବତ୍ତନ ସରପଞ୍ଚ ତୋଫାନ କୁମାର ପ୍ରଧାନ, କେନ୍ଦୁପଲ୍ଲୀ ପଞ୍ଚାୟତ ସରପଞ୍ଚ ତାରେଶ୍ୱର…

Read More

ରାସ୍ତା ପ୍ରଶସ୍ତିକରଣ ଆଳରେ ମନଇଚ୍ଛା ଗଛ କଟାକୁ ବିରୋଧ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲ ଛକ ଠାରୁ ପୁରୁଣା ସହର ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଯାଇଥିବା ଭିଆଇପି ରୋଡ଼ର ପ୍ରଶସ୍ତିକରଣ କାର୍ଯ୍ୟ ଚାଲୁ ରହିଛି। ତେବେ ପ୍ରଶସ୍ତିକରଣ ଆଳରେ ଏହି ରାସ୍ତାର ଉଭୟ ପାର୍ଶ୍ୱରେ ଥିବା ନୂଆ ପୁରୁଣା ସମସ୍ତ ଗଛ ଗୁଡ଼ିକୁ ମନ ଇଚ୍ଛା କଟା ଚାଲିଛି। ଏପରି କି ଦେଢ଼ଶହ ଦୁଇଶହ ବର୍ଷର ପୁରୁଣା ଆମ୍ବ, ଚାକୁଣ୍ଡା, ଲିମ୍ବ, ବରଗଛ ଆଦିକୁ ନିର୍ବିଘ୍ନରେ କଟା ଚାଲିଛି। ସୂଚନାଯୋଗ୍ୟ ଯେ ଗତ ଦୁଇ ମାସ ତଳେ ଏହି ଗଛକଟାକୁ ବିରୋଧ କରି ପରିବେଶବିତ ମାନେ ଜିଲାପାଳ, ଡିଏଫଓ, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ, ଜିଲା ପରିଷଦ ଅଧ୍ୟକ୍ଷ, ମୁଖ୍ୟମନ୍ତ୍ରୀ, ପରିବେଶ ମନ୍ତ୍ରୀ ଓ ଗ୍ରୀନ ଟ୍ରିବ୍ୟୁନାଲ ପୂର୍ବାଞ୍ଚଳ ଶାଖାଙ୍କୁ ଫେରାଦ୍ ହୋଇଥିଲେ। ଏହାକୁ ଦୃଷ୍ଟିରେ ରଖି ଗଛ କଟା ବନ୍ଦ ରହିଥିଲା। ଏବେ…

Read More

ଅଚ୍ୟୁତ ସାମନ୍ତ ଓ ରମେଶ ବେହେରାଙ୍କ ମାରାଥନ ପ୍ରଚାର

ନୂଆଗାଁ, (ନୟାଗଡ଼ ଦର୍ପଣ): ଦଶପଲ୍ଲା ନିର୍ବାଚନୀ ମଣ୍ଡଳି ବିଜେଡ଼ି ବିଧାୟକ ପ୍ରାର୍ଥୀ ରମେଶ ଚନ୍ଦ୍ର ବେହେରା ଓ କନ୍ଧମାଳ ବିଜେଡ଼ି ସାଂସଦ ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଏକ ବିଶାଳ ବାଇକ୍ ରାଲିରେ ଶକ୍ତି ପ୍ରଦର୍ଶନ ସହ ମାରାଥନ ପ୍ରଚାର କରିଛନ୍ତି । ନୂଆଗାଁ ବ୍ଳକର ମାଳିସାହି, ଖଣ୍ଡୁଗାଁ, ମହିପୁର୍ ବାହାଡଝୋଲା, କପ୍ତାପଲ୍ଲଇ, ଗୁମି, ଜକଡା, ନୂଆଗାଁ, କୋରଡ଼ା, ସୋରଡା ପଞ୍ଚାୟତର ବିଭିନ୍ନ ଗ୍ରାମରେ ଘର ଘର ବୁଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖି ଯୋଜନା, ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ଲୋକମାନଙ୍କୁ କହିବା ସହ ଆଗାମୀ ୨୦ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ଯୋଡ଼ି ଶଙ୍ଖରେ ଭୋଟ ଦେବାପାଇଁ ନିବେଦନ କରିଥିଲେ। ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ଅଧିକରୁ ଅଧିକ ବିକଶିତ କରିବା ପାଇଁ ପ୍ରଚେଷ୍ଟା ଜାରି ଥିଲା ଆଗକୁ ମଧ୍ୟ ଜାରି ରହିବ…

Read More