ଚେସ ପ୍ରିମିୟର ଲିଗରେ ନୟାଗଡ଼ର କୁନି ପ୍ରତିଭା ଚିତ୍ତରଞ୍ଜନ

ନୟାଗଡ଼,(ନୟାଗଡ଼ ଦର୍ପଣ): କ୍ରିକେଟ ଖେଳା ଯାଉଥିବା ଆଇପିଏଲ ଢାଞ୍ଚାରେ ଚଳିତ ବର୍ଷ ପ୍ରଥମ ଥର ପାଇଁ  ଓଡ଼ିଶା ଚେସ ପ୍ରିମିୟର ଲିଗ୍ ଭୁବନେଶ୍ୱର ଠାରେ ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ଖେଳାଳି ନିଲାମୀ  ପ୍ରକ୍ରିୟା ଭୁବନେଶ୍ୱର ସ୍ଥିତ ହୋଟେଲ ଲେମନ ଟ୍ରି ଠାରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ତଥା ଜାତୀୟ ସ୍ତରର ମନ୍ୟତା ପ୍ରାପ୍ତ ଖେଳାଳି ମାନେ ସାମିଲ ହୋଇଥିବା ବେଳେ  ୧୨ଟି ପ୍ରଞ୍ଚାଇଜ ଦଳ ନିଲାମୀ ଡାକିଥିଲେ। ଏହି ନିଲାମୀ ପ୍ରକ୍ରିୟାରେ ନୟାଗଡ଼ ଉପକଣ୍ଠ ବରପଲ୍ଲୀ ଗାଁର ସ୍ବର୍ଗତ ପ୍ରତାପ କୁମାର ଦାଶଙ୍କ କନିଷ୍ଠ ପୁତ୍ର ଚିତ୍ତରଞ୍ଜନ ଦାଶଙ୍କୁ ସର୍ବନିମ୍ନ ୫୦୦୦ ଟଙ୍କାରେ ସାଞ୍ଚି ଷ୍ଟାର୍ଟାଜିସ୍ ଗ୍ରୁପ କିଣି ନେଇଛି। ସୂଚନା ଯୋଗ୍ୟ ଯେ ଚିତ୍ତରଞ୍ଜନ ବର୍ତ୍ତମାନ ନୟାଗଡ଼ର ଏକ ଘରୋଇ ବିଦ୍ୟାଳୟରେ ୫ମ ଶ୍ରେଣୀରେ ଅଧ୍ୟୟନ…

Read More

ରୋହିବାଙ୍କରେ ଓଡଗାଁ ମଣ୍ଡଳ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଆଜି ଓଡଗାଁ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ରୋହିବାଙ୍କରେ ଓଡଗାଁ ମଣ୍ଡଳ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଓଡଗାଁ ବ୍ଲକର ୪ ଟି ଜୋନ ଯଥା ଓଡଗାଁ, ଶରଣକୁଳ, ଗୋଡିପଡା ଓ ରୋହିବାଙ୍କରୁ ପ୍ରଥମ ଓ ଦ୍ଵିତୀୟ ସ୍ଥାନ ଅଧିକାର କରି ଆସିଥିବା ୧୬୮ଜଣ ପ୍ରତିଯୋଗୀ ବ୍ଲକସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଏହି ପ୍ରତିଯୋଗିତାରେ ମୁଖ୍ୟ ଅତିଥିଭାବେ ରୋହିବାଙ୍କ ପଞ୍ଚାୟତ ସରପଞ୍ଚ ମହନ୍ତ ବେହେରା, ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସତ୍ୟ ନାରାୟଣ ଆଚାର୍ଯ୍ୟ, ସରକାରୀ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କର ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ନୁପ୍ରିୟା ବାରିକ, କୋମଣ୍ଡ  ସାଧନ କେନ୍ଦ୍ର ସଂଯୋଜକ ଲଳିତ ମୋହନ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବାବେଳ ପ୍ରାୟ ବିଭିନ୍ନ ବିଦ୍ୟାଳୟରୁ ୧୮ଜଣ ଶାରୀରିକ କ୍ରୀଡା ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଯୋଗ…

Read More

ଅବସରପ୍ରାପ୍ତ ଶିକ୍ଷକ ସଂଘର ବାର୍ଷିକୋତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ):ନୟାଗଡ଼ ବ୍ଲକ ଅନ୍ତର୍ଗତ ଇଟାମାଟି ପଞ୍ଚାୟତ ଅଧିନସ୍ଥ ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସଙ୍ଘର ଷଷ୍ଠ ବାର୍ଷିକୋତ୍ସବ ପ୍ରଫୁଲ୍ଲ ସାହୁ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଳା ଆଇନ ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛଖଣ୍ଡ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଳା ଉପଖଣ୍ଡ ପୋଲିସ ଅଧିକାରୀ ଜ୍ୟୋତି ରଞ୍ଜନ ସାମନ୍ତରାୟ, ଷ୍ଟେଟ୍ ବ୍ୟାଙ୍କ ଶାଖା ପରିଚାଳକ ଦିପେଶ ପ୍ରସାଦ,ସରପଞ୍ଚ ସ୍ଵପ୍ନେଶ୍ୱରୀ ସେଠୀ, ସମିତି ସଭ୍ୟା ଗୋଲାପରାଣୀ ସେଠୀ, ଆଇନଜୀବୀ ପ୍ରମୋଦ କୁମାର ବିଶ୍ୱାଳ, ସମାଜ ସେବୀ ପ୍ରଫୁଲ୍ଲ କୁମାର ସାହୁ ପ୍ରମୁଖ ଯୋଗଦାନ କରିଥିଲେ। ନିଜର ବକ୍ତବ୍ୟ ମାଧ୍ୟମରେ ବଶିଷ୍ଠ ନାଗରିକ ମାନେ କିପରି ଅନ୍ୟ ଉପରେ ନିର୍ଭରଶୀଳ ନହୋଇ ନିଜର ଜୀବନ ବିତାଇବେ ତାହା ଉପରେ ବିଶେଷ ଗୁରୁତ୍ୱାରୋପ କରିବା ସହିତ…

Read More

ମଣିଭଦ୍ରା ବିଶ୍ୱଶାନ୍ତି ମହାଯଜ୍ଞ -୨୦୨୫ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରୋଜିନା ଦାସଙ୍କ ଅଧ୍ୟକ୍ଷତାରେ ମଣିଭଦ୍ରା ବିଶ୍ୱଶାନ୍ତି ମହାଯଜ୍ଞ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ସନ୍ଧ୍ୟା ୬ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ଗଣିଆ ବ୍ଲକ ସ୍ଥିତ ମଣିଭଦ୍ରା ପାହାଡ଼ର ପାଦଦେଶରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ମହାଯଜ୍ଞ ଆସନ୍ତା ନଭେମ୍ବର ୨୩ତାରିଖ ଠାରୁ ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ୪ଦିନ ବ୍ୟାପି ଅନୁଷ୍ଠିତ ହେବ । ବିଗତ ବର୍ଷ ଭଳି ଚଳିତ ବର୍ଷ ଏହି ମହାଯଜ୍ଞକୁ କିପରି ସରସ ସୁନ୍ଦର ଓ ସୂଚାରୁରୂପେ ପାଳନ କରାଯିବ ସେଥି ନିମନ୍ତେ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ,ଲାଇନ ବିଭାଗର ଅଧିକାରୀ ଓ ଓଁ ମା ସତ୍ୟ ଶାନ୍ତି ସେବାଶ୍ରମର ସଦସ୍ୟମାନଙ୍କ ସହିତ ଆଲୋଚନା କରାଯାଇଥିଲା । ଆଗାମୀ ତା.୧୦.୧୧.୨୦୨୫ରିଖ ଦିବା ୧୧ଘଟିକା ସମୟରେ ପରବର୍ତ୍ତୀ ବୈଠକ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଗଣିଆ,…

Read More

ରାଷ୍ଟ୍ରୀୟ ଏକତା ପଦଯାତ୍ରା ଉପଲକ୍ଷେ ଜିଲ୍ଲାସ୍ତରୀୟ କମିଟିର ପ୍ରସ୍ତୁତି ବୈଠକ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ପାଳନ ଅବସରରେ ପଦଯାତ୍ରା ଆୟୋଜନ ସଂପର୍କରେ ଏକ ଜିଲ୍ଲାସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୁରୀ ସାଂସଦ ଡା.ସମ୍ବିତ୍ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ, ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମଜୟନ୍ତୀ ଉପଲକ୍ଷେ (୩୧ ଅକ୍ଟୋବର ରୁ ୨୫ନଭେମ୍ବର ପର୍ଯ୍ୟନ୍ତ) ସମଗ୍ର ଦେଶରେ “ଏକତା ମାର୍ଚ୍ଚ” ଅନୁଷ୍ଠିତ ହେବ । ଏହି ଜିଲ୍ଲାସ୍ତରୀୟ ପଦଯାତ୍ରା ଆସନ୍ତା ତା.୧୮.୧୧.୨୦୨୫ରିଖ ଦିନ ରଣପୁର ପଞ୍ଚୁଦୋଳ ପଡ଼ିଆସ୍ଥିତ ରଘୁ-ଦିବାକରଙ୍କ ପ୍ରତିମୂର୍ତ୍ତି ଠାରୁ ଆରମ୍ଭ ହେବ । ପ୍ରାରମ୍ଭରେ ସ୍ୱାଗତ ଭାଷଣ,ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ପଦଯାତ୍ରା ଶୁଭାରମ୍ଭ କରାଯିବ ଏବଂ ପଦଯାତ୍ରାର ସ୍ଲୋଗାନ ରହିବ “ଏକ ଭାରତ, ଆତ୍ମ ନିର୍ଭର…

Read More

ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସଙ୍ଘର ଷଷ୍ଠ ବାର୍ଷିକୋତ୍ସବ

ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ଇଟାମାଟି ଗ୍ରାମ ପଞ୍ଚାୟତ ଅଧିନସ୍ଥ ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସଙ୍ଘର ଷଷ୍ଠ ବାର୍ଷିକୋତ୍ସବ ପ୍ରଫୁଲ୍ଲ ସାହୁ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ଜିଲ୍ଳା ଆଇନ ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛଖଣ୍ଡ , ସମ୍ମାନିତ ଅତିଥି ଭାବେ ଜିଲ୍ଳା ଉପଖଣ୍ଡ ପୋଲିସ ଅଧିକାରୀ ଜ୍ୟୋତି ରଞ୍ଜନ ସାମନ୍ତରାୟ, ଷ୍ଟେଟ୍ ବ୍ୟାଙ୍କ ଶାଖା ପରିଚାଳକ ଦିପେଶ ପ୍ରସାଦ,ସରପଞ୍ଚ ସ୍ଵପ୍ନେଶ୍ୱରୀ ସେଠୀ, ସମିତି ସଭ୍ୟା ଗୋଲାପରାଣୀ ସେଠୀ ,ଆଇନଜ୍ଞ ପ୍ରମୋଦ କୁମାର ବିଶ୍ୱାଳ ,ସମାଜ ସେବୀ ପ୍ରଫୁଲ୍ଲ କୁମାର ସାହୁ ଇତ୍ୟାଦି ଯୋଗ ଦେଇ ଥିଲେ l ନିଜର ବକ୍ତବ୍ୟ ମାଧ୍ୟମରେ ବଶିଷ୍ଠ ନାଗରିକ ମାନେ କିପରି ଅନ୍ୟ ଉପରେ ନିର୍ଭରଶୀଳ ନ ହୋଇ ନିଜର ଜୀବନ ବିତାଇବେ ସେ କଥା କହିଥିଲେ। ପ୍ରତି ମୁହୂର୍ତ୍ତରେ…

Read More

ଚଳିତ ମାସରୁ ସଙ୍ଗୀତଧାରା ଭକ୍ତିସଙ୍ଗୀତ ପ୍ରତିଯୋଗିତା

ନୟାଗଡ଼,(ନୟାଗଡ଼ ଦର୍ପଣ): ବିଗତ ବର୍ଷ ମାନଙ୍କ ପରି ଚଳିତ ବର୍ଷ  ଜିଲ୍ଲାର ଅତି ଲୋକପ୍ରିୟ ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଚଳିତ ମାସରୁ ଆରମ୍ଭ ହେବ। ଜିଲ୍ଲାର ଲୁକ୍କାୟିତ ସଙ୍ଗୀତ ପ୍ରତିଭା ତଥା କଣ୍ଠଶିଳ୍ପୀ ମାନଙ୍କୁ ଲୋକ ଲୋଚନକୁ ଆଣି ସେମାନଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଏହି ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଚଳିତ ମାସରୁ ଆରମ୍ଭ ହେବାକୁ ଯାଉଛି । ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ‘ସଙ୍ଗୀତଧାରା’ ପକ୍ଷରୁ ଆୟୋଜିତ ହେବାକୁ ଯାଉଥିବା ଏହି ପ୍ରତିଯୋଗିତାରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଅଂଶ ଗ୍ରହଣ କରି ପାରିବେ । ଏ ନେଇ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଉଚ୍ଚ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ, ସଂଗୀତ ଅନୁଷ୍ଠାନ ଓ ଏହା ବାହାରେ ଥିବା ପୁଅଝିଅମାନେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରିବେ ବୋଲି ନିଷ୍ପତ୍ତି ନିଆଯାଇଛି। ପ୍ରତିଯୋଗୀ ମାନେ…

Read More

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଣ୍ଢେଇ ମେଳା ସହିତ ବିଜ୍ଞାନ ମେଳା ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ବାର୍ଷିକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇ ଯାଇଛି। କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ମେଳାରେ ୬୪ ଜଣ କୁନିକୁନି ଶିଶୁ କଣ୍ଢେଇ ମେଳାରେ ଭାଗନେଇଥିବା ବେଳେ  ପ୍ରାଥମିକ ଓ ଉଚ୍ଚ ବିଦ୍ଯାଳୟର ଛାତ୍ରଛାତ୍ରୀ ମାନେ ୧୭୦ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ କରିଥିଲେ। ସକାଳ ୧୦ଟାରେ କାର୍ଯ୍ୟକ୍ରମ ଉଦଘାଟନ ହୋଇଥିଲା ବେଳେ ଅପରାହ୍ନ ୦୨ ଟାରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସର୍ବେଶ୍ୱର ପାଣିଗ୍ରାହୀ ଯୋଗଦେଇ ଦୈନନ୍ଦିନ ଜୀବନରେ ବିଜ୍ଞାନର ଆବଶ୍ଯକତା ବିଷୟରେ ଆଲୋଚନା କରିବା ସହିତ ବିଜ୍ଞାନ ଯୁଗରେ ପ୍ରତ୍ଯେକ ଅଭିଭାବକମାନେ…

Read More

ରୋଟାରୀ କ୍ଲବ୍ ର କୃତ୍ରିମ ଅଙ୍ଗ ପ୍ରତିରୋପଣ କାର୍ଯ୍ୟକ୍ରମ “ସକ୍ଷମ” ଉଦଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ରୋଟାରି କ୍ଲବ ନୟାଗଡ ଓ ବ୍ରହ୍ମପୁର ଇଷ୍ଟ ମିଳିତ ଆନୁକୂଲ୍ୟରେ ଏବଂ ବିଜୁ ମହାବୀର ଫୂଟ ସେଣ୍ଟର ସହଯୋଗ କ୍ରମେ ଓଡିଶା ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ  ଦ୍ୱାରା ପରିଚାଳିତ କୃତିମ ଅଙ୍ଗ ପ୍ରତିରୋପଣ, ଶ୍ରବଣ ବାଧିତ କର୍ଣ୍ଣଯନ୍ତ୍ର, ଦୃଷ୍ଟି ହୀନ ମାନଙ୍କ ପାଇଁ ଆଶାବାଡ଼ି ଇତ୍ୟାଦି ବହୁବିଧ ସେବା କାର୍ଯ୍ୟ  “ସକ୍ଷମ” କାର୍ଯ୍ୟକ୍ରମ ଉଦ୍ଘାଟିତ  ହୋଇଯାଉଛି l  ଓଡିଶାର ବିଭିନ୍ନ ପ୍ରାନ୍ତରୁ  ଆସିଥିବା ପ୍ରାୟ ଦୁଇ ଶହ ରୁ ଉର୍ଦ୍ଧ ଭିନ୍ନକ୍ଷମ ଏହି ସେବାପାଇଁ ଆଜି ପଞ୍ଜିକରଣ କରିଥିଲେ l  ସେବା ଶିବିରର ପ୍ରଥମ ଦିନରେ  ପନ୍ଦର ଜଣ ଦୃଷ୍ଟି ବାଧିତ ବ୍ୟକ୍ତି, ଶ୍ରବଣ ବାଧିତ ୯୭ଜଣ ବ୍ୟକ୍ତି,  ୨୮ ଜଣଙ୍କର କୃତିମ ଅଙ୍ଗ (ଗୋଡ଼, ହାତ )ପ୍ରତିରୋପଣ, ୧୮ ଜଣଙ୍କୁ ଆଶାବାଡି ପ୍ରଦାନ କରାଯାଇଥିଲା।…

Read More

ଜିଲ୍ଲାରେ ମେଡିକାଲ କଲେଜ ସ୍ଥାପନ ପାଇଁ ଓକିଲ ସଙ୍ଘ ନେତୃତ୍ୱ ନେବାପାଇଁ ସହମତି

ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ଓକିଲ ସଙ୍ଘ ସମୂହ ସଭାପତି, ସମ୍ପାଦକ ଏବଂ କାର୍ଯ୍ୟକର୍ତ୍ତାଙ୍କୁ ନେଇ ଜିଲ୍ଲା ଓକିଲ ସଙ୍ଘ ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଦଶପଲ୍ଲା ସତସଙ୍ଗ ବିହାର ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ବାର କାଉନସିଲ ସଭ୍ୟ ତଥା ଲୋକପ୍ରିୟ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ନିର୍ମମ ହତ୍ୟା ପ୍ରତିବାଦରେ ନିନ୍ଦା ପ୍ରସ୍ତାବ ନିଆଯାଇ ସମ୍ପ୍ରତି ରାଜ୍ୟରେ ଆଇନଜୀବୀ ସୁରକ୍ଷା ଆଇନ ପ୍ରଣୟନ ପାଇଁ ଆଲୋଚନା କରାଯାଇଥିଲା। ଜିଲ୍ଲାରେ ମେଡିକାଲ କଲେଜ ସ୍ଥାପନା ପାଇଁ ସାମୁହିକ ଭାବେ ଓକିଲ ସଙ୍ଘ ନେତୃତ୍ୱ ନେବାପାଇଁ ସର୍ବସମ୍ମତ ପ୍ରସ୍ତାବ ଆଲୋଚନା ହୋଇଥିଲା। ନିଖିଳ ଉତ୍କଳ ଆଇନଜୀବୀ ସଙ୍ଘ ପକ୍ଷରୁ ପ୍ରସ୍ତାବିତ ଡିସେମ୍ବର ଶେଷ ସପ୍ତାହରେ ରାଜ୍ୟ ସ୍ତରୀୟ ଆଇନଜୀବୀ ସମ୍ମିଳନୀ ସମସ୍ତ ଓକିଲ ସଙ୍ଘ କାର୍ଯ୍ୟକର୍ତ୍ତା ସହମତି ପ୍ରକାଶ କରିଥିଲେ।…

Read More