ନୟାଗଡ଼,(ନୟାଗଡ଼ ଦର୍ପଣ): ସଙ୍ଗୀତ ଅନୁଷ୍ଠାନ ଶ୍ରୀ ସୃଜନର ତୃତୀୟ ସାମ୍ବତ୍ସରିକ ଉତ୍ସବ ସ୍ଥାନୀୟ ନିଉ ଜନତା ହଲରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ସମାଜସେବୀ ପ୍ରମୋଦ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଅନୁଷ୍ଠାନର ସଭାପତି ଡ. ବିଜୟ ଚୌଧୁରୀଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ପାଦିକା କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ ପ୍ରାରମ୍ଭିକ ସୂଚନା, ଅତିଥି ପରିଚୟ ଏବଂ ମଞ୍ଚ ସଞ୍ଚାଳନ କରିଥିଲେ। ଏହି ଅବସରରେ ପୁରୀର ବରିଷ୍ଠ କଣ୍ଠଶିଳ୍ପୀ ଅଶୋକ ମହାନ୍ତି, ଢେ଼ଙ୍କାନାଳର ବରିଷ୍ଠ ଅଭିନେତା ଶରତ ମାଝୀ ଏବଂ ଯାଜପୁରର ସୁନାମଧନ୍ୟ ସାହିତ୍ୟିକ ବିମଳ ପତିଙ୍କୁ ମୁଖ୍ୟ ଅତିଥି ଉପଢୌକନ ଏବଂ ଟ୍ରଫି ପ୍ରଦାନ କରି ସମ୍ବର୍ଦ୍ଧିତ…
Read MoreCategory: ନୟାଗଡ଼
ସହରରେ ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା, ବିଧାୟକଙ୍କ ଦ୍ୱାରା ୪ କିଓସ୍କୋ, ମିଶନ ଶକ୍ତି ଗୃହ, ତ୍ରିନାଥ ମନ୍ଦିର ଉଦଘାଟିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରତ୍ୟେକ ସ୍ଥାନରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଇ ଆସୁଛନ୍ତି । ନୟାଗଡ଼ ସହରରେ ବିଶୁଦ୍ଧ ପାନୀୟ ଜଳ ପାଇଁ ମେଗା ପାନୀୟ ଜଳ ବ୍ୟବସ୍ଥା ହୋଇଥିବା ବେଳେ ସହର ମଧ୍ୟରେ ବିଭିନ୍ନ ସ୍ଥାନରେ ପାନୀୟ ଜଳ ସୁବିଧା ପାଇଁ କିଓସ୍କୋ ନିର୍ମାଣ କରାଯାଇଛି । ଜନସ୍ୱାସ୍ଥ୍ୟ ବିଭାଗ ଆନୁକୁଲ୍ୟରେ ଏହି କିଓସ୍କୋ ଗୁଡ଼ିକ ନିର୍ମାଣ କରାଯାଇଥିବା ବେଳେ ଆଜି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଦ୍ୱାରା ଜନସାଧାରଣଙ୍କ ଉଦ୍ଦେସ୍ୟରେ ଲୋକାର୍ପିତ ହୋଇଛି । ନୟାଗଡ଼ ବାଳିକା ଉଚ୍ଚ ବିଦ୍ୟାଳୟ, ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ, ନୟାଗଡ଼ ଟ୍ୟାସ୍କି ଷ୍ଟାଣ୍ଡ, ବଲାଙ୍ଗୀ ପାର୍କ ପରିସରରେ ନିର୍ମାଣ କରାଯାଇଥିବା କିଓସ୍କୋ ଆଜି ଲୋକାର୍ପିତ ହୋଇଛି। ପ୍ରତ୍ୟେକ କିଓସ୍କୋ ନିର୍ମାଣ ପାଇଁ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ବ୍ୟୟ କରାଯାଇଛି।…
Read Moreସହରରେ ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା, ବିଧାୟକଙ୍କ ଦ୍ୱାରା ୪ କିଓସ୍କୋ, ମିଶନ ଶକ୍ତି ଗୃହ, ତ୍ରିନାଥ ମନ୍ଦିର ଉଦଘାଟିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରତ୍ୟେକ ସ୍ଥାନରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଇ ଆସୁଛନ୍ତି । ନୟାଗଡ଼ ସହରରେ ବିଶୁଦ୍ଧ ପାନୀୟ ଜଳ ପାଇଁ ମେଗା ପାନୀୟ ଜଳ ବ୍ୟବସ୍ଥା ହୋଇଥିବା ବେଳେ ସହର ମଧ୍ୟରେ ବିଭିନ୍ନ ସ୍ଥାନରେ ପାନୀୟ ଜଳ ସୁବିଧା ପାଇଁ କିଓସ୍କୋ ନିର୍ମାଣ କରାଯାଇଛି । ଜନସ୍ୱାସ୍ଥ୍ୟ ବିଭାଗ ଆନୁକୁଲ୍ୟରେ ଏହି କିଓସ୍କୋ ଗୁଡ଼ିକ ନିର୍ମାଣ କରାଯାଇଥିବା ବେଳେ ଆଜି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଦ୍ୱାରା ଜନସାଧାରଣଙ୍କ ଉଦ୍ଦେସ୍ୟରେ ଲୋକାର୍ପିତ ହୋଇଛି । ନୟାଗଡ଼ ବାଳିକା ଉଚ୍ଚ ବିଦ୍ୟାଳୟ, ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ, ନୟାଗଡ଼ ଟ୍ୟାସ୍କି ଷ୍ଟାଣ୍ଡ, ବଲାଙ୍ଗୀ ପାର୍କ ପରିସରରେ ନିର୍ମାଣ କରାଯାଇଥିବା କିଓସ୍କୋ ଆଜି ଲୋକାର୍ପିତ ହୋଇଛି। ପ୍ରତ୍ୟେକ କିଓସ୍କୋ ନିର୍ମାଣ ପାଇଁ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ବ୍ୟୟ କରାଯାଇଛି।…
Read Moreଭକ୍ତି ସଙ୍ଗୀତ ଫାଇନାଲ, ପ୍ରୟାତାତ୍ମା ହେଲେ ନୟାଗଡ଼ ସଙ୍ଗୀତ କଲ୍ଲୋଳ
ନୟାଗଡ଼,(ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ସ୍ଥାନୀୟ ପଠାଣି ସମାନ୍ତ ସଂସ୍କୃତି ଭବନ ଠାରେ ଆୟୋଜିତ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ଫାଇନାଲରେ ପ୍ରୟାତତ୍ମା ରଥ ବିଜୟୀ ହୋଇ ୧୧ହଜାର ନଗଦ ରାଶି ସହିତ ନୟାଗଡ଼ ସଙ୍ଗୀତ କଲ୍ଲୋଳ ଉପାଧିରେ ଭୂଷିତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ଜିଲ୍ଲାର ୮ଟି ବ୍ଲକରେ ଅନୁଷ୍ଠିତ ହୋଇଥିବା ବ୍ଲକସ୍ତରୀୟ ପ୍ରତିଯୋଗିତାରୁ ଶ୍ରେଷ୍ଠ ୧୧ଜଣ ପ୍ରତିଯୋଗୀ ଫାଇନାଲ ପର୍ଯ୍ୟାୟକୁ ମନୋନୀତ ହୋଇଥିଲେ। ତିନି ପର୍ଯ୍ୟାୟରେ ଅନୁଷ୍ଠିତ ଏହି ଫାଇନାଲ ପ୍ରତିଯୋଗିତାରେ ବିଚାରକ ଭାବେ ଓଡ଼ିଶାର ଲବ୍ଧ ପ୍ରତିଷ୍ଠିତ ପ୍ରଚ୍ଛଦପଟ କଣ୍ଠଶିଳ୍ପୀ ଗୀତା ଦାଶ, ଆଲୋକ କୁଣ୍ଡୁ ଏବଂ ସଙ୍ଗୀତ ନିର୍ଦ୍ଦେଶକ ଅଶୋକ ଗଣ୍ଠିଆ ଯୋଗଦାନ କରି ଶ୍ରେଷ୍ଠ ୩ ଜଣ ବିଜେତାଙ୍କୁ ବାଛିଥିଲେ। ଶେଷରେ ଅନୁଷ୍ଠିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ…
Read Moreମୋ ସମୟ ର ନୟାଗଡ଼ ପୁସ୍ତକ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ରୋଟାରି କ୍ଳବ ପରିସରରେଅଧ୍ୟlପକ ସରୋଜ କୁମାର ପଟ୍ଟନାୟକ ଙ୍କ ଉଦ୍ୟମ ରେ ନୟାଗଡ଼ ର ସୁନାମଧନ୍ୟ, ଆଇନଜ୍ଞ, ବରିଷ୍ଠ ସାମ୍ବାଦିକ ତଥା ସମାଜ ସେବୀ ସ୍ବର୍ଗତ ନରସିଂହ ପଟ୍ଟନାୟକ ଙ୍କ ଲିଖିତ ସଂକ୍ଷିପ୍ତ ଆତ୍ମଲିପି “ମୋ ସମୟ ର ନୟାଗଡ଼ :ଧ୍ୱନି, ପ୍ରତିଧ୍ୱନି ଏବଂ ବିଦୂଷି ବିଭୁ ପରାୟଣ ଓ ସୁ ସାହିତ୍ୟିକା ସ୍ବର୍ଗତା ମନୋରମା ପଟ୍ଟନାୟକ ଙ୍କ ଲିଖିତ ଭଜନାବଳୀ “ନୀଳ ପର୍ବତ ର କାଳିଆ ସୁନା ର ଶୁଭ ଉନ୍ମୋଚନ ହୋଇଛି, ଏହି ଅବସରରେ ଅବସର ପ୍ରାପ୍ତ ଅଧକ୍ଷ,ପୂର୍ବାଞ୍ଚଳ ଭାଷାକେନ୍ଦ୍ର ଭୁବନେଶ୍ୱର ର ଡ଼. ଅରବିନ୍ଦ ପଟ୍ଟନାୟକ ଓ ଅବସର ପ୍ରାପ୍ତ ଅଧକ୍ଷ, ଶରଣକୂଳ ମହାବିଦ୍ୟାଳୟ ର ପ୍ରଫେସର ରାମଚନ୍ଦ୍ର ମିଶ୍ର ଯୋଗ ଦେଇ ନିଜ କର କମଳ ରେ ପୁସ୍ତକ ଉନ୍ମୋଚନ କରିଥିବା ବେଳେ, ମୁଖ୍ୟ ଅତିଥି…
Read Moreଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ ର ଶୁଭାରମ୍ଭ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଦଶପଲ୍ଲା ଆଦର୍ଶ ବିଦ୍ୟାଳୟ ପରିସରରେ ଆଜି ଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ‘ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଯାଇଛି। ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ତାରକ ପ୍ରଶନ୍ନ ତ୍ରିପାଠୀଙ୍କ ସଭାପତିତ୍ୟରେ ରେ ଆୟୋଜିତ ସଭାରେ ମୂଖ୍ୟ ଅତିଥି ଭାବେ ଦଶପଲ୍ଲା ବ୍ଲକ ଚେୟାରମ୍ୟାନ ସୁନନ୍ଦା ସାହୁ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଦଶପଲ୍ଲା ବିଡ଼ିଓ, ଏବିଡିଓ, ଏବିଓ, ଆଦର୍ଶ ବିଦ୍ୟାଳୟର ଅଧକ୍ଷ ଓ ରୋଟାରୀ କ୍ଲବର ଉପ ପ୍ରାନ୍ତପାଳ ରୋଟାରିଆନ ଧିରେନ୍ଦ୍ର ପଟ୍ଟନାୟକ ଉପସ୍ଥିତ ଥିଲେ । ଫାଇଲେରିଆ ଓ ଏହାର ନିରାକରଣ କୁ ନେଇ ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କୁ ଅତିଥି ମାନେ ସଚେତନ କରାଇଥିଲେ । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ‘ଡି.ଇ.ସି’ ବଟିକା ସହ ‘ଆଲ୍ବେଣ୍ଡାଜୋଲ’ ବଟିକା ଅତିଥି…
Read Moreଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ତା ୧୦.୦୨.୨୦୨୪ ରିଖ ଠାରୁ ତା ୧୯.୦୨.୨୦୨୪ ରିଖ ପର୍ଯ୍ୟନ୍ତ ଆମ୍ଭ ନୟାଗଡ଼ ଜିଲ୍ଲାର ଦଶପଲ୍ଲା ବ୍ଲକରେ ଫାଇଲେରିଆ ବା ବାତଜ୍ଵର ନିରାକରଣ ନିମନ୍ତେ ‘ଏକକାଳୀନ ସାମୁହିକ ଔଷଧ ସେବନ’ କାର୍ଯ୍ୟକ୍ରମ ହେବାକୁ ଯାଉଅଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ‘ଡି.ଇ.ସି’ ବଟିକା ସହ ‘ଆଲ୍ବେଣ୍ଡାଜୋଲ’ ବଟିକା ବୟସ ଅନୁପାତରେ ଗୋଟିଏ ମାତ୍ରାର ଔଷଧ ଲୋକମାନଙ୍କୁ ପ୍ରଶିକ୍ଷିତ ଓ ଦକ୍ଷ ଔଷଧ ପ୍ରଦାନକାରୀମାନେ ପ୍ରତ୍ୟକ୍ଷ ଭାବରେ ଖାଇବାକୁ ଦେବେ । ଏହି ଔଷଧ ପ୍ରଦାନ କାରୀମାନେ ହେଲେ – ଆଶାକର୍ମୀ, ଅଙ୍ଗନୱାଡିକର୍ମୀ ଓ ସ୍ୱେଚ୍ଛାସେବୀ । ଏହି ଔଷଧ ଏକ ନିରାପଦ ଔଷଧ ଅଟେ ଏବଂ ଏହାର ସାଧାରଣତଃ କୈାଣସି ପାର୍ଶ୍ବ ପ୍ରତିକ୍ରିୟା ନାହିଁ । ଏହାକୁ ଯେକୌଣସି ସମୟରେ କିଛି ଖାଦ୍ୟ ଖାଇବା ପରେ ଖାଇବା ଉଚିତ୍ I ଯାହାଙ୍କ ଦେହରେ…
Read Moreନ୍ୟାୟ ପାଇଲା ପରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ଆସିଛି ରାୟ। ନୟାଗଡ଼ର ଏହି ଚର୍ଚ୍ଚିତ ହତ୍ୟା ଘଟଣାର ଶୁଣାଣୀ କରି ଦୋଷୀ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ନୟାଗଡ଼ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ । ୨୦୨୦ ମସିହା ଜୁଲାଇ ୧୪ ତାରିଖରେ ନୟାଗଡ଼ ନିକଟସ୍ଥ ଯଦୁପୁର ଗାଁରେ ପରୀକୁ ହତ୍ୟା କରାଯାଇଥିଲା ।ଏସ୍.ଆଇ.ଟି ଧରିଥିବା ନାବାଳକକୁ ଆଜି କୋର୍ଟରେ ହାଜର କରାଯାଇଥିଲା । ଏଥିପାଇଁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ ନୟାଗଡ଼ ଚିଲଡ୍ରେନ୍ କୋର୍ଟକୁ ଅଣାଯାଇଥିଲା । ଗତ ଜାନୁଆରୀ ୩୦ ତାରିଖରେ ଶୁଣାଣି ଶେଷ ହେବା ପରେ ରାୟ ସଂରକ୍ଷିତ କରିଥିଲେ କୋର୍ଟ । ପରୀ ହତ୍ୟାକାଣ୍ଡ ଘଟଣାରେ ଗଠିତ ଏସଆଇଟି ଗତ ୨୦ ଡିସେମ୍ବର ୨୦୨୦ରେ ଅଭିଯୁକ୍ତକୁ ଗିରଫ କରିଥିଲା । ରାଜ୍ୟ ସରକାର…
Read Moreଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ
ଓଡ଼ଗାଁ,(ନୟାଗଡ଼ଦର୍ପଣ): ଆଜି ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଓଡ଼ଗାଁସ୍ଥିତ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଓଡ଼ଗାଁ ମଣ୍ଡଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜ ନିଜ କ୍ଲଷ୍ଟରରୁ ମନୋନୀତ ହୋଇ ଉକ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।ଏ ଅବସରରେ କନିଷ୍ଠ ବର୍ଗ ବିତର୍କ ପ୍ରତିଯୋଗିତାରେ ଅନ୍ନପୂର୍ଣ୍ଣା ଜେନା,କୁଇଜରେ ପୂରବୀ ବରାଡ଼,ଚିତ୍ରାଙ୍କନରେ ପ୍ରତ୍ୟୁଷ କୁମାର ମହାଙ୍କୁଡ଼ ଏବଂ ବରିଷ୍ଠବର୍ଗରୁ ବିତର୍କରେ ବିଭୁତି ନାହାକ,କୁଇଜରେ ଜ୍ୟୋତିର୍ମୟୀ ବିଶୋଇ,ଚିତ୍ରାଙ୍କନରେ ଅଞ୍ଜଳି ସାହୁଙ୍କ ସମେତ ଭାଷାସାହିତ୍ୟ ବିଭାଗରେ ପାପାଲି ପ୍ରିୟଦର୍ଶିନୀ ଓ ସୁଲଗ୍ନା ସେଠୀ,ଚିତ୍ରକଳାରେ ସ୍ୱାଗତିକା ସାହୁ ଓ କେ.ଅନୁ ଚୌଧୁରୀ ଏବଂ ଓଡ଼ିଆ ସଂସ୍କୃତି ପ୍ରକଳ୍ପରେ ବିଷ୍ଣୁପ୍ରିୟା ଦାଶ ପ୍ରମୁଖ ଜିଲ୍ଲା ସ୍ତର ପ୍ରତିଯୋଗିତାରେ ଭାଗ ନେବାପାଇଁ ଉନ୍ନୀତ ହୋଇଛନ୍ତି।ସମସ୍ତ ମନୋନୀତ ପ୍ରତିଭାମାନଙ୍କୁ ମଣ୍ଡଳ ଶିକ୍ଷାଧିକାରିଣୀ ଗୀତାଞ୍ଜଳି…
Read Moreନୟାଗଡ଼ ଜିଲ୍ଲାରେ ବନ୍ଦେ ଉତ୍କଳ ଜନନୀ ଗାନ ଏବଂ ଲାଇଭ୍ ଷ୍ଟ୍ରିମିଙ୍ଗ ମାଧ୍ୟମରେ ଏହାର ଦୃଶ୍ୟ ଶ୍ରାବ୍ୟ ପ୍ରଦର୍ଶନ
ନୟାଗଡ଼, (ନୟାଗଡ଼ ଦର୍ପଣ): ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଜନତା ମୈଦାନ, ଭୁବନେଶ୍ବର ଠାରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଉଦ୍ଘାଟନ କରୁଥିଲାବେଳେ ଠିକ୍ ଏକା ସମୟରେ ନୟାଗଡ଼ ଜିଲ୍ଲାରେ ଜିଲ୍ଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳଙ୍କ ନେତୃତ୍ବରେ ଜିଲ୍ଲାକାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଉପସ୍ଥିତ ରହି ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହ କାର୍ଯ୍ୟକ୍ରମକୁ ଲାଇଭ୍ ଷ୍ଟ୍ରିମିଙ୍ଗ୍ ମାଧ୍ୟମରେ ଦେଖିଥିଲେ । ଏହି କାର୍ଯ୍ୟକ୍ରମରେ ପଂଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ମଧ୍ୟରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନମାନେ ଭାଗ ନେବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ନିର୍ଦ୍ଦେଶନାମା ଜାରୀ କରାଯାଇଥିଲା । ଜିଲ୍ଲା ମଧ୍ୟରେ ଥିବା ସମସ୍ତ ବରପୁତ୍ରମାନଙ୍କ ଚତୁଃପାର୍ଶ୍ଵ ପରିସ୍କାର କରିବା ସହ…
Read More