ରଣପୁର,(ନୟାଗଡ଼ ଦର୍ପଣ): ରଣପୁର ସ୍ଥିତ ପିଏମ୍ ଶ୍ରୀ ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ଅତ୍ୟନ୍ତ ଆନନ୍ଦ ଓ ଉତ୍ସାହମୟ ପରିବେଶରେ ପାଳିତ ହୋଇଯାଇଛି। ଓଡ଼ିଶାର ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ୱଳନ ସହ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏହି ଅବସରରେ ରଣପୁର ବିଜ୍ଞାପିତ ପରିଷଦ ଅଧିକାରୀଣୀ ରଙ୍ଗୀନ ମହାନ୍ତି, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗିରିଜା ଶଙ୍କର ମହାପାତ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଙ୍ଗନାଥ ମିଶ୍ର ଓ ପଞ୍ଚଶଖା ଶିକ୍ଷା ସେତୁ ସଭାପତି ନବ କିଶୋର ରାୟ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଶିକ୍ଷୟତ୍ରୀ ଏଲିନା ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମର ଆରମ୍ଭରେ ବିଦ୍ୟାଳୟର ଛାତ୍ରୀମାନେ ଶିକ୍ଷକ ବିରୁପାକ୍ଷ ମହାପାତ୍ରଙ୍କ ରଚିତ ସ୍ୱାଗତ ସଙ୍ଗୀତ ଗାନ କରି…
Read MoreCategory: ନୟାଗଡ଼
ସୃଜନ ଗୃହରେ ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ
ନୟାଗଡ, (ନୟାଗଡ଼ ଦର୍ପଣ): ଜିଲ୍ଲାପରିଷଦ ସୃଜନ ଗୃହରେ ଓଡିଶା ସରକାର ଜଳ ସମ୍ପଦ ବିଭାଗ ତରଫରୁ ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟବକ୍ତାଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ୱାଇଁ, ନୟାଗଡ ଜିଲ୍ଲାପାଳ ମଧୁମିତା ରଥ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତି ରାଉତ, ଜିଲ୍ଲା ଜଳ ସମ୍ପଦ ଅଧିକାରୀ ଇଂ ବୈକୁଣ୍ଠ ନାଥ ଦଳାଇ ପ୍ରମୁଖ ଯୋଗଦେଇଥିଲେ। ସଭା ପ୍ରାରମ୍ଭରୁ ଦ୍ଵୀପ ପ୍ରଜ୍ଜ୍ୱଳନ କରି ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା।ଏହାପରେ ସମୁହ ଜାତୀୟ ସଙ୍ଗୀତ ବନ୍ଦେ ଉତ୍କଳଜନନୀ ଗାନ କରାଯାଇଥିଲା। ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ ବିଭାଗ ସ୍ୱାଗତ ଭାଷଣ ରଖିଥିଲେ । ଏହାପରେ ମାନ୍ୟବର ବାଚସ୍ପତି ଅଭିଭାଷଣ ରଖିଥିଲେ। ସେ କହିଥିଲେ ଯେ…
Read Moreସେବା ସମିତି ପକ୍ଷରୁ ଆୟୋଜିତ ଯୁବ ଉତ୍ସବ ଉଦଯାପିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସେବାଉତ୍ସବ ସମିତି ପକ୍ଷରୁ ପୁରୁଣା ସହର ଠାରେ ଆୟୋଜିତ ଯୁବ ଉତ୍ସବ କାର୍ଯ୍ୟକ୍ରମ ସୋମବାର ବିଳମ୍ବିତ ରାତ୍ରିରେ ଉଦଯାପିତ ହୋଇଯାଇଛି। ନୟାଗଡ଼ ପୁରୁଣା ସହର ସ୍ଥିତ ଯଦୁମଣି ନାଟ୍ୟ ମଣ୍ଡପ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ଆୟୋଜିତ ସାଧାରଣ ସଭାର ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ, ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ ସ୍ୱାଇଁ, ଜିଲ୍ଲା ପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ, ନୟାଗଡ଼ ମୁନିସିପାଲିଟି ପୌରାଧ୍ୟକ୍ଷା ନିରୁପମା ଖଟେଇ ପ୍ରମୁଖ ଅତିଥି ଯୋଗଦେଇଥିଲେ। ସାମ୍ବାଦିକ ଜୟନ୍ଦ୍ର ବେହରା ସଭା ସଂଚାଳନ କରିଥିବା ବେଳେ ସେବା ସମିତି ସଦସ୍ୟ, ସୁନୀଲ କୁମାର ନାୟକ, ଗୁଲସନ ଦାସ, ପରମେଶ୍ୱର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଅତିଥି ମାନେ ଯୁବ ଦିବସ ପାଳନର ଅନୁଚିନ୍ତା ଓ…
Read Moreଫକିର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ
ନୟାଗଡ, (ନୟାଗଡ଼ ଦର୍ପଣ): ପୂଜ୍ୟପୂଜା କମିଟି ନୟଗଡ ଆନୁକୂଲ୍ୟରେ ସ୍ଥାନୀୟ ନୀଳମାଧବ କଲ୍ୟାଣ ମଣ୍ଡପ ଠାରେ ଓଡ଼ିଆ ସାହିତ୍ୟର କାଳଜୟୀ ସ୍ରଷ୍ଟା ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି|ଏହି ଅବସରରେ ପୂଜ୍ୟପୂଜା କମିଟିର ଉପଦେଷ୍ଟା ଗୋଦାବରୀ ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଜୟନ୍ତୀ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ରୋଟାରିଆନ ଧୀରେନ୍ଦ୍ର ପଟ୍ଟନାୟକ, ଅବିନାଶ ସାହୁ, ବସନ୍ତ ରାଉତ, କୈଳାଶ ପ୍ରଧାନ, ସନ୍ତୋଷ ଶର୍ମା, ଗୋପବନ୍ଧୁ ଲେଙ୍କା, ଜିତେନ୍ଦ୍ର କୁମାର ସେଠୀ ପ୍ରମୁଖ ଯୋଗଦେଇ ଫକିର ମୋହନ ଙ୍କ ତୈଳ ଚିତ୍ରରେ ପୁଷ୍ପମଲ୍ୟ ଅର୍ପଣ ସହ ଫକୀର ମୋହନଙ୍କ ସାହିତ୍ୟକୃତିର ଗୁଣଗାନ କରିଥିଲେ|ଫକିରମୋହନଙ୍କ ରଚିତ ଓଡ଼ିଆ ସାହିତ୍ୟର ପ୍ରଥମ କ୍ଷୁଦ୍ରଗଳ୍ପ ରେବତୀ କିଭଳି ଓଡିଆ ଜନ ମାନସରେ ଘରେ ଘରେ ପ୍ରସିଦ୍ଧି ଲାଭ କରିଛି ସେ ସମ୍ପର୍କରେ ବ୍ୟାପକ ଆଲୋଚନା ହେବା ସହ ଓଡିଆ ସାହିତ୍ୟରେ…
Read Moreଜିଲ୍ଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ
ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ଜିଲ୍ଲାପାଳ ମଧୁମିତା ରଥଙ୍କ ଅଧ୍ଯକ୍ଷତାରେ ଜିଲ୍ଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ୨୦୨୬ ପାଳନ ଉପଲକ୍ଷେ ଆଜି ଏକ ପ୍ରସ୍ତୁତି ବୈଠକ ଆୟୋଜନ କରାଯାଇଥିଲା । ପ୍ରତିବର୍ଷ ଭଳି ଏହି ବର୍ଷ ମଧ୍ୟ ପିଟିଏସ ପଡ଼ିଆରେ ଅନୁଷ୍ଠିତ ହେବ। ସାଧାରଣତନ୍ତ୍ର ଦିବସ ଦିନ ସକାଳ ୭ଟା୧୫ରେ ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ୭ଟା ୩୦ରେ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଜାତୀୟ ପତାକା ଉତୋଳନ କରାଯିବ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ତରଫରୁ ପ୍ରତ୍ୟୁଷରେ ରାମଧୂନ ପରିବେଷଣ କରାଯିବ ଓ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯିବ। ଏହା ସହିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କୁ ଫଳ ବଣ୍ଟନ, ଜିଲ୍ଲା କାରାଗାରର କଏଦୀମାନଙ୍କୁ ମିଷ୍ଟାନ୍ନ ବଂଟନ କରାଯିବାର କାର୍ଯ୍ୟକ୍ରମ କରାଯାଇଛି। ଏଥି ସହିତ କିପରି…
Read Moreଗ୍ରୀନକ୍ଲବରେ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ପାଳିତ
ଡ.ସୁରେଶ ବରାଡ଼ଙ୍କ ‘ଗପରେ ଗପରେ ସ୍ବାମୀ ବିବେକାନନ୍ଦ’ ପୁସ୍ତକ ଉନ୍ମୋଚିତ ଶରଣକୁଳ, (ନୟାଗଡ଼ ଦର୍ପଣ): ଶରଣକୁଳ ନିକଟବତ୍ତୀର୍ ହରିହରପୁର ଗ୍ରୀନକ୍ଲବ ଶିଶୁ ଉଦ୍ୟାନ ଠାରେ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ତଥା ଯୁବ ଦିବସ ପାଳିତ ହୋଇ ଯାଇଛି। ଏଥିରେ ଶରଣକୁଳ ଅଞ୍ଚଳର ସ୍ବନାମ ଧନ୍ୟ ଗାଳ୍ପିକ, କାବ୍ୟକାର, ଔପନ୍ୟାସିକ ଓ ନାଟ୍ୟକାର ତଥା ସୁସାହିତ୍ୟିକ ଡ.ସୁରେଶ ଚନ୍ଦ୍ର ବରାଡ଼ଙ୍କ ଗପରେ ଗପରେ ସ୍ବାମୀ ବିବେକାନନ୍ଦ ପୁସ୍ତକ ଅତିଥିମାନଙ୍କ କରକମଳରେ ଉନ୍ମୋଚିତ ହୋଇଥିଲା। ଏହି ଉପଲକ୍ଷେ ଗ୍ରୀନ କ୍ଲବର ସଭାପତି ବିଭୁ ପ୍ରସାଦ ମିଶ୍ରଙ୍କ ପୈାରୋହିତ୍ୟରେ ସଭାକାଯ୍ୟର୍ ଅନୁଷ୍ଠିତ ହୋଇଥିଲା। ଏଥିରେ ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଥିଲା ବେଳେ ସମ୍ମାନିତ ଅତିଥି ରୂପେ ସାରସ୍ବତ ସାଧକ ଡ.ସୁରେଶ ଚନ୍ଦ୍ର ବରାଡ଼, କବି ନିରାକାର ସ୍ବାଇଁ, କବି ଗୋଦାବରୀ ବସନ୍ତିଆ, ଯୋଗ ଦେଇଥିଲେ।…
Read Moreସ୍ବାମୀ ବିବେକାନନ୍ଦ ଜୟନ୍ତୀ ଓ ଜାତୀୟ ଯୁବ ଦିବସ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଶ୍ରୀ ଲଡୁକେଶ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗୋଡ଼ିପଡାର ରାଷ୍ଟ୍ରୀୟ ସେବା ଯୋଜନା ବିଭାଗ ଆୟୋଜନରେ ଏବଂ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଆନୁକୁଲ୍ୟରେ ରାଷ୍ଟ୍ରୀୟ ଯୁବ ଦିବସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ଅନୁଷ୍ଠାନର ବରିଷ୍ଠ ଅଧ୍ୟାପକ ପୁଲକ କୁମାର ମହାନ୍ତି ସଭାପତିତ୍ତ୍ଵ କରିଥିଲେ। ମୁଖ୍ୟ ଅତିଥି ଭାବେ ଯୁବ ଶିକ୍ଷାବିତ୍ ବିପିନ ବିହାରୀ ସାହୁ ଯୋଗଦେଇ ସ୍ୱାମୀଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଆହ୍ୱାନ କରିଥିଲେ। ବିଚାରକଭାବେ ଅଧ୍ୟାପକ ପ୍ରସନ୍ନ କୁମାର ପରିଡା, ଦାଶରଥି ସାହୁ ଓ ଡ: ସନ୍ତୋଷ କୁମାର ସାହୁ ଯୋଗଦେଇ ବିଶେଷ ଭାବରେ ଛାତ୍ର ଜୀବନରେ ଶୃଙ୍ଖଳା ଅପରିହାର୍ଯ୍ୟ ବୋଲି ମତବ୍ୟକ୍ତ କରିଥିଲେ। ସାମୁହିକ ଭାବେ ବନ୍ଦେ ମାତରଂ ଗାନ କରାଯାଇ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ତର୍କ, ସଙ୍ଗୀତ ଓ ଓଡିଆ ପ୍ରବନ୍ଧ ପ୍ରତିଯୋଗିତା…
Read Moreପ୍ରାଥମିକ ସହାୟତା ପ୍ରଶିକ୍ଷଣ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ପ୍ରାଥମିକ ସହାୟତା ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଅମ୍ବିକା ପ୍ରସାଦ ପଟ୍ଟନାୟକଙ୍କ ସଭାପତିତ୍ବରେ ଆୟୋଜିତ ଉଦ୍ଘାଟନ ସଭାରେ ଶିକ୍ଷକ ଅକ୍ରୁର ସ୍ୱାଇଁ ଅତିଥି ପରିଚୟ ପ୍ରଦାନ କରିଥଲେ। ଜିଲ୍ଲା ଜୁନିଅର ରେଡକ୍ରସ ଅଧିକାରୀ ଘନଶ୍ୟାମ ରାଉତଙ୍କ ସହଯୋଗରେ ପ୍ରଶିକ୍ଷକ ଗୋସ୍ଵାମୀ ଦାସ ଓ ନିରଞ୍ଜନ ପ୍ରଧାନ ଏହି ତାଲିମ ଶିବିର ପରିଚାଳନା କରିଥିଲେ। ଶିବିରରେ ଅଷ୍ଟମ ଓ ନବମ ଶ୍ରେଣୀର ପ୍ରାୟ ଶହେରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଭାଗନେଇଥିଲେ। ଏଥିରେ ରିକଭରି ପୋଜିସନ୍, ସି.ପି.ଆର, ସାପ କାମୁଡ଼ା, କୁକୁର କାମୁଡ଼ା, ମହୁମାଛି ଦଂଶନ, ରକ୍ତସ୍ରାବ, ଅସ୍ଥିଭଗ୍ନ, ଆମ୍ବୁଲାନ୍ସ ସହାୟତା ଇତ୍ୟାଦି ବିଷୟରେ ପ୍ରଶିକ୍ଷଣ ଦିଆଯାଇଥିଲା।
Read Moreଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ଏକବିଂଶତମ ବାର୍ଷିକ ଉତ୍ସବ ଓ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ପାଳିତ
ଶାରୀରିକ ଶିକ୍ଷା ହେଉଛି ଶୈକ୍ଷିକ ସଫଳତାର ଚାବିକାଠି- ମୁଖ୍ଯ ଅତିଥି ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ବାମୀ ବିବେକାନନ୍ଦଙ୍କ ୧୬୪ ତମ ଜୟନ୍ତୀ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସକାଳ ୦୯ଟା ସମୟରେ ଖଣ୍ଡପଡାରୋଡସ୍ଥ ହନୁମାନ ମନ୍ଦିର ଠାରୁ ଆୟୋଜିତ ବିଶାଳ ଶୋଭାଯାତ୍ରାକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ପତାକା ଦେଖାଇ ଉଦଘାଟନ କରିଥିଲେ। ଶୋଭାଯାତ୍ରା ହନୁମାନ ମନ୍ଦିର ଠାରୁ ଶ୍ରୀଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଥିଲା ବେଳେ ଉକ୍ତ ଶୋଭାଯାତ୍ରାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ସ୍ବାମୀ ବିବେକାନନ୍ଦ ଲୋକ ସଂସଦ ନୟାଗଡ଼ ଜିଲ୍ଲା ଶାଖା,ଭାରତ ବିକାଶ ପରିଷଦ, ପୂଜ୍ଯପୂଜା କମିଟି,ରୋଟାରୀ କ୍ଲବ,ସିଭିଲ୍ ସୋସାଇଟି, ନୟାଗଡ଼ ଜିଲ୍ଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ…
Read Moreସେବା ଉତ୍ସବ ପକ୍ଷରୁ ମିନି ମାରାଥନ ଓ ଯୁବ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଜାତୀୟ ଯୁବ ଦିବସ ଅବସରରେ ମିନି ମାରାଥନ ଓ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସକାଳୁ ସକାଳୁ ବିଭିନ୍ନ ଶିକ୍ଷାନୁଷ୍ଠାନର ଏକ ହଜାରରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଓ ଜିଲ୍ଲାର ଅଗ୍ରଣୀ ଯୁବ ସଂଗଠନର ଯୁବକ ଯୁବତୀ ମାନେ ନୟାଗଡ଼ ଦୁର୍ଗାପ୍ରସାଦ ଠାରୁ ବାହାରି ପ୍ରାୟ ଚାରି କିମି ମାରାଥନରେ ଅଂଶଗ୍ରହଣ କରି ନୟାଗଡ଼ ଜଗନ୍ନାଥ ମନ୍ଦିର ନିକଟରେ ପହଂଚିଥିଲେ। ସବୁଜ ପୃଥିବୀ ଯିବା ଆଗରୁ ଆମକୁ ସବୁଜିମାମୟ ପୃଥବି ଗଢ଼ିବା ବାର୍ତା ନେଇ ଏହି ମାରାଥନ ଅନୁଷ୍ଠିତ ହୋଇଥିଲା। ଏହି ମାରାଥନକୁ ସକାଳେ ମୁଖ୍ୟ ଅତିଥି ଭାବେ ରାଜ୍ୟର ଅତିରିକ୍ତ ପୋଲିସ ଡିଜି ସଂଜୀବ ପଣ୍ଡା ଯୋଗଦେଇ ସବୁଜ ପତାକା ଦେଖାଇ ମାରାଥନର ଶୁଭାରମ୍ଭ କରିଥିଲେ। ଏହାପରେ…
Read More