ମଣ୍ଡଳସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ସମାରୋହ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ସରକାରୀ ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ଠାରେ ମଣ୍ଡଳସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ସମାରୋହ ଅନୁଷ୍ଠିତ ହୋଇଯାଇଛି।ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ଗ୍ରାମପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା ଯୋଗଦେଇ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ଙ୍କ ବିକାଶରେ କ୍ରୀଡା ର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ।ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ସେଠୀ, କବିତା ଦାଶ ପ୍ରମୁଖ ମଞ୍ଚାସିନ ଥିଲେ। ଦୌଡ଼, ଆଳୁ ଚାମଚ, ଗୀତ,ଚିତ୍ରାଙ୍କନ, ମ୍ୟୁଜିକ୍ ଚେୟାର ଆଦି ପ୍ରତିଯୋଗିତା ରେ ୧୨୦ ଜଣ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିବା ବେଳେ ୩୦ ଜଣ ଛାତ୍ର ଛାତ୍ରୀ କୃତିତ୍ୱ ଅର୍ଜନ କରିଥିଲେ।କୃତିତ୍ୱ ଅର୍ଜନ କରିଥିବା ଛାତ୍ର…

Read More

ରେଡକ୍ରସର ଆବଶ୍ୟକତା ସମ୍ପର୍କିତ ଆଲୋଚନା ଚକ୍ର

ନୟାଗଡ଼,(ନୟାଗଡ଼ ଦର୍ପଣ): ମଡେଲ ଡିଗ୍ରୀ କଲେଜ, ନୟାଗଡ଼ଠାରେ ନୂତନ କରି ଯୋଗଦାନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ରେଡକ୍ରସର ଉପାଦେୟତା ସମ୍ବନ୍ଧରେ ଅବଗତ କରାଇବା ନିମନ୍ତେ ଏକ ଅଧିଷ୍ଠାନ ଉତ୍ସବର ଆୟୋଜନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଯୁବ ରେଡକ୍ରସର ଜିଲ୍ଲା ସଂଯୋଜକ ଡକ୍ଟର ଆଦିତ୍ୟ କୁମାର ମିଶ୍ର ମହାଶୟ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ରେଡକ୍ରସର ଆଭିମୁଖ୍ୟ ଓ ପରୋପକାରିତା ସମ୍ବନ୍ଧରେ ଗୁରୁତ୍ବପୂର୍ଣ୍ଣ ତଥ୍ୟର ଅବତାରଣା କରିଥିଲେ। ପ୍ରାୟ ଏକ ଶହରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିବା ବେଳେ ମହାବିଦ୍ୟାଳୟର ଯୁବ ରେଡକ୍ରସ ଅଧିକାରୀ ଡକ୍ଟର ଜୟରାମ ସିଂ ସାମଲ ଧନ୍ୟବାଦ ଅର୍ପଣ କରିଥିଲେ ଓ ବିଜୟିନୀ ଶୁଭଦର୍ଶିନୀ କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ।

Read More

ନୟାଗଡ଼ ଜିଲ୍ଲାରେ ଆନ୍ତର୍ଜାତୀୟ କନ୍ୟାସନ୍ତାନ ଦିବସ ପାଳନ

ନୟାଗଡ଼,(ନୟାଗଡ଼ ଦର୍ପଣ): ସମଗ୍ର ଶିକ୍ଷା, ନୟାଗଡ଼ ଆନୁକୂଲ୍ୟରେ ଆନ୍ତର୍ଜାତୀୟ କନ୍ୟାସନ୍ତାନ ଦିବସ ଜିଲ୍ଲା ପରିଷଦର ସୃଜନ ସଭାଗୃହରେ ପାଳିତ ହୋଇଅଛି । ଆୟୋଜିତ ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ପ୍ରକଳ୍ପ ସଂଯୋଜିକା ଶ୍ରୀମତୀ ରାଜଶ୍ରୀ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦର ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ନୟାଗଡ଼ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ନିରୁପମା ଖଟେଇ, ଜିଲ୍ଲା ସୂଚନା ଓ ସଂପର୍କ ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ସାହୁ , ଜିଲ୍ଲା ପରିଷଦ ସଭ୍ୟ ଶ୍ରୀ ଆଶିଷ ଅଗ୍ରଓାଲ, ସମାଜସେବୀ ଶ୍ରୀ ଅରୁଣ କୁମାର ମହାନ୍ତି, ମୁଖ୍ୟବକ୍ତା ଭାବେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ଡ. ବାନାମ୍ବର ପୃଷ୍ଟି ଅଂଶ ଗ୍ରହଣ କରି ବାଳିକା ଶିକ୍ଷା, ସ୍ୱାସ୍ଥ୍ୟ ତଥା…

Read More

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡ଼ିଶା ତରଫରୁ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ,ଓଡିଶାର ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଜିଲ୍ଲା ପ୍ରମୁଖ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ଯାଳୟର କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ବିଜ୍ଞାନ ମେଳାରେ ମୋଟ ୬୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ସକାଳ ୧୦ଟାରେ କାର୍ଯ୍ୟକ୍ରମ ଉଦଘାଟନ ହୋଇଥିଲା ବେଳେ ଅପରାହ୍ନ ୦୨ ଟାରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ଯୋଗଦେଇ କୁନିକୁନି ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ବିଜ୍ଞାନ ଯୁଗରେ ପ୍ରତ୍ଯେକ ଛାତ୍ରଛାତ୍ରୀ ବିଜ୍ଞାନ ଅନୁସନ୍ଧିତ୍ସୁ ହେବା ପାଇଁ…

Read More

ନୂଆଗାଁ ବ୍ଲକ୍ ବିଜୁ ଜନତା ଦଳର ବିଶାଳ ଜନ ସମ୍ପର୍କ ପଦଯାତ୍ରା

ନୂଆଗାଁ,(ନୟାଗଡ଼ ଦର୍ପଣ): ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଦଶପଲ୍ଲା ଯୁବ ବିଧାୟକ ତଥା ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଙ୍କ ତତ୍ତ୍ଵାବଧାନରେ ନୂଆଗାଁ ବ୍ଲକ୍ ବିଜୁ ଜନତା ଦଳ ପକ୍ଷରୁ ବିଶାଳ ଜନ ସମ୍ପର୍କ ପଦଯାତ୍ରା ରେ ଏକ ବିଶାଳ ବାଇକ ରାଲି ଅନୁଷ୍ଠିତ ହୋଇଯାଇଛି।ଏହି ବାଇକ ରାଲି ନୂଆଗାଁ ବ୍ଲକ୍ କିରିଆ ଲାଞ୍ଜି ଠାରୁ ବାହାରି ଦଶପଲ୍ଲା ମେଳିଆ ତୋଟା ରେ ପହଞ୍ଚିଥିଲା।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ଡ ଅଚ୍ୟୁତ ସାମନ୍ତ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ ହିତକର ଯୋଜନା ସମ୍ପର୍କରେ ବର୍ଣ୍ଣନା କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,ସମାଜ ସେବୀ ଶଙ୍କର୍ଷଣ ବେହେରା,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା,ବିଜେଡ଼ି ସଭାପତି ସନାତନ ସାମଲ,ଉପ…

Read More

ଆଇନ ସାକ୍ଷରତା କ୍ଲବ ଛାତ୍ରଛାତ୍ରୀଙ୍କ ପଥପ୍ରାନ୍ତ ନାଟକ ପ୍ରଦର୍ଶନ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଏବଂ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ଆନନ୍ଦ ନାରାୟଣ ମହାରଣାଙ୍କ ଅନୁମତି କ୍ରମେ, ପ୍ରାଧିକରଣର ସଚିବ ତଥା ବରିଷ୍ଠ ବର୍ଗ ବିଚାରପତି ଶ୍ରୀ ବିଶେଷ କୁମାର ସାହୁ, ଲେଙ୍କୁଡିପଡା ଉଚ୍ଚ ବିଦ୍ୟାଳୟ ପ୍ରଦର୍ଶନ କରିବା ଅବସରରେ ଉଚ୍ଚ ବିଦ୍ୟାଳୟ ଆଇନ ସାକ୍ଷରତା କ୍ଲବ ଛାତ୍ର ଛାତ୍ରୀମାନେ “ଏସିଡ ଆକ୍ରମଣ “ ଉପରେ ଏକ ଚିତାକର୍ଷକ ପଥପ୍ରାନ୍ତ ନାଟକ ପ୍ରଦର୍ଶନ କରିଥିଲେ । ଜାତୀୟ, ରାଜ୍ୟ ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର କାର୍ଯବଳୀକୁ ମଧ୍ୟ ପ୍ରଦର୍ଶନ କରିଥିଲେ । ଶିକ୍ଷୟତ୍ରୀ ଶ୍ରୀମତୀ ସୌଦାମିନୀ ସ୍ଵାଇଁଙ୍କ ଲିଖିତ ଏବଂ ନିର୍ଦେଶିତ ପଥପ୍ରାନ୍ତ ନାଟକଟିକୁ ବିଦ୍ୟାଳୟର ଛାତ୍ରଛାତ୍ରୀ , ଶିକ୍ଷକଶିକ୍ଷୟତ୍ରୀ ଏବଂ ଗ୍ରାମବାସୀ ଉପଭୋଗ କରିଥିଲେ ଏହି ଅବସରରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ମାଣିକେଶ୍ଵର…

Read More

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚାରି ଦଫା ଦାବିପତ୍ର ତହସିଲଦାରଙ୍କୁ ପ୍ରଦାନ

ଦଶପଲ୍ଲା, (ନୟାଗଡ଼ ଦର୍ପଣ): ଅଖିଳ ଭାରତ ଏଗରିକଳଚର୍ ୱାର୍କରସ୍ ୟୁନିୟନ୍ ସହବନ୍ଧିତ ଓଡ଼ିଶା କ୍ଷେତ ମଜଦୂର ୟୁନିୟନ ଦଶପଲ୍ଲା ବ୍ଲକ୍ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ଦାବିପତ୍ର ସ୍ଥାନୀୟ ତହସିଲଦାରଙ୍କ ଜରିଆରେ ପ୍ରଦାନ କରାଯାଇଛି। ଦାବି ଗୁଡ଼ିକ ହେଲା ମନରେଗା ଯୋଜନାରେ ସରକାର ଅଧିକ ବ୍ୟୟ ବରାଦ କରି ଦୈନିକ ଛଅ ଶହ ଟଙ୍କା ମଜୁରୀରେ ବର୍ଷକୁ, ଦୁଇଶହ ଦିନର କାମ ଦେବା, ଏଥିରେ ଥିବା କଟକଣା ଯଥା ଅନ ଲାଇନରେ ଦିନକୁ ଦୁଇଥର ଉପସ୍ଥାନ ଦେବା,ଜାତି ଭିତ୍ତିରେ ମଜୁରୀ ପ୍ରଦାନ କରିବା ନିୟମକୁ କେନ୍ଦ୍ର ସରକାର ପ୍ରତ୍ୟାହାର କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦିଅନ୍ତୁ,ଠିକାଦାର ଓ ମେସିନ ଦ୍ଵାରା ହେଉଥିବା କାମକୁ ବନ୍ଦ କରାଯାଉ।ଓଡ଼ିଶାରେ କ୍ଷେତ ମଜଦୂର ମାନଙ୍କ ପାଇଁ କଲ୍ୟାଣ ବୋର୍ଡ ଗଠନ କରି ସାମାଜିକ…

Read More

ଇଟାମାଟି ଥାନା ତରଫରୁ ସାଇବର ସୁରକ୍ଷା ଅଭିଯାନ

ନୟାଗଡ଼,(ନୟାଗଡ଼ ଦର୍ପଣ): ସାଇବର ସୁରକ୍ଷା ବିଷୟରେ ବିଶେଷ ଜ୍ଞାନ ନଥିବା ଏବଂ ସଚେତନତା ଅଭାବରୁ ଛାତ୍ରଛାତ୍ରୀ, ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ଅନେକ ସାଇବର ଠକାମୀର ଶିକାର ହେଉଛନ୍ତି। ସାଇବର କ୍ରାଇମ୍ ଅପରାଧର ଏମିତି ଏକ ଶାଖା ଯାହା ଅନଲାଇନ୍ ମାଧ୍ୟମରେ ଲୋକମାନଙ୍କୁ ଠକି ଥାନ୍ତି ଅପରାଧୀମାନେ। ଏହି ଠକାମୀରେ ପଡିଥିବା ବ୍ୟକ୍ତି ବିଶେଷ ଯଥାଶୀଘ୍ର ଅଭିଯୋଗ କରିବାର ଆବଶ୍ୟକତା ଅଛି ଚେବେ ପୋଲିସ୍ ଅପରାଧୀ ପାଖରେ ପହଞ୍ଚିବାରେ ସକ୍ଷମ ହୋଇପାରିବ ବୋଲି ଇଟାମାଟି ଥାନା ତରଫରୁ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଥିବା ସାଇବର ସୁରକ୍ଷା ଅଭିଯାନ କାର୍ଯ୍ୟକ୍ରମରେ ଯୋଗଦେଇ ଅତିଥିମାନେ ମତବ୍ୟକ୍ତ କରିଥିଲେ। ଇଟାମାଟି ଥାନା ଅଧିକାରୀ ଦିଲ୍ଲିପ କୁମାର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏବଂ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ଖଣ୍ଡାଙ୍କ ସଂଯୋଜନାରେ…

Read More

ନୟାଗଡ ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଓ ଦୌରା ଜଜ ଆନନ୍ଦ ନାରାୟଣ ମହାରଣାଙ୍କ ଅନୁମତିକ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଲେଙ୍କୁଡ଼ିପଡ଼ା ଗ୍ରାମ ପଂଚାୟତର ସହାୟତାରେ ବିଶ୍ବ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଅଛି । ସଚିବ ତଥା ବରିଷ୍ଠ ବର୍ଗ ବିଚାରପତି ତଥା ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ବିଶେଷ କୁମାର ସାହୁ ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ଆଇନ ଉପରେ ବିଷଦ ଆଲୋଚନା କରିଥିଲେ। ଅଧିବକ୍ତା ପ୍ରଶାନ୍ତ କୁମାର ପଟ୍ଟନାୟକ ଓ ରମେଶ ଚନ୍ଦ୍ର ମହାରଣା ମାନସିକ ସ୍ୱାସ୍ଥ୍ୟ ଅବସ୍ଥାର ବିଭିନ୍ନ ଆଇନଗତ ଦିଗ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭୂମିକା ଉପରେ ଆଲୋକପାତ କରିଥିଲେ । ଶିକ୍ଷୟତ୍ରୀ ସୌଦାମିନୀ ସ୍ଵାଇଁ ମହିଳାମାନେ ହିଁ ପରିବାରରେ ମାନସିକ ସ୍ୱାସ୍ଥ୍ୟରକ୍ଷା କ୍ଷେତ୍ରରେ ଗୁରୁତ୍ଵପୂର୍ଣ ଭୂମିକା ବହନ କରିବେ ବୋଲି ମତ ରଖିଥିଲେ। ଅଧିବକ୍ତା ପ୍ରଶାନ୍ତ…

Read More

୮୨ ତମ ଶହୀଦ ସ୍ମାରକୀ ସମାରୋହରେ ଯୋଗଦେଇ ଶହୀଦମାନଙ୍କ ବୀରତ୍ୱର ଗାଥା ବର୍ଣ୍ଣନା କଲେ ଦଶପଲ୍ଲା ବିଧାୟକ

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ପାରାଢିପି ଗ୍ରାମ ପଞ୍ଚାୟତ ଅଧିନରେ ଥିବା ସ୍ଵାଧୀନତା ସଂଗ୍ରାମୀ ଗ୍ରାମ ଗୌଡ଼ ଥିଆବାରୀ ଠାରେ ଶହୀଦ ଶ୍ରାଦ୍ଧ ଦିବସ ତଥା ପ୍ରଜାମଣ୍ଡଳ ସ୍ଵାଧୀନତା ସଂଗ୍ରାମୀ କଣ୍ଡୁରି ପରିଡ଼ା, ବୁଦ୍ଧି ପରିଡ଼ା ଓ ଦୟା ବେହେରା ଙ୍କ ସ୍ମୃତି ଏବଂ ଜାକେଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସ୍ଵାଧୀନତା ସଂଗ୍ରାମୀ ଆଦର୍ଶ ଗ୍ରାମ କୁଶବିଡା ଠାରେ ଶହୀଦ୍ କଷ୍ଟୀ ଡାକୁଆ ଙ୍କ ଶ୍ରାଦ୍ଧ ଦିବସରେ ଶହୀଦ ସ୍ମାରକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ଯୁବ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଶହୀଦ ସ୍ତମ୍ବ ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଶହୀଦ ମାନଙ୍କ ବୀରତ୍ୱର ଗାଥା ବର୍ଣ୍ଣନା କରିଥିଲେ। ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,ଜିଲ୍ଲା ପରିଷଦ…

Read More