ବିଜେପି ସରକାର ୧୪୬ସାଂସଦଙ୍କୁ ସଂସଦରୁ କଲେ ନିଲମ୍ବନ, ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ନେତୃବୃନ୍ଦ କଲେ ବିକ୍ଷୋଭ

ନୟାଗଡ଼, (ନୟାଗଡ଼ ଦର୍ପଣ): କେନ୍ଦ୍ର ବିଜେପି ସରକାର ୧୪୬ ବିରୋଧୀ ଦଳ ସାଂସଦ ମାନଙ୍କୁ ସଂସଦରୁ ଅଗଣତାନ୍ତ୍ରିକ ଭାବେ ନିଲମ୍ବିତ କରିଛନ୍ତି। ଭାରତୀୟ ଗଣତନ୍ତ୍ର ଉପରେ ବିଜେପି ବିଜେପି ସରକାରଙ୍କ ଏଭଳି ଆକ୍ରମଣକୁ ବିଶ୍ୱ ବ୍ୟାପି ସବୁ ସ୍ତରରେ ନିନ୍ଦା କରାଯାଉଛି। ଗଣତାନ୍ତ୍ରିକ ନୀତିନିୟମକୁ ହତ୍ୟା କରାଯାଉଥିବାରୁ ଆମର ସଂସଦୀୟ ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଏଆଇସିସି ସଭାପତି ତଥା ଇଣ୍ଡିଆ ମେଣ୍ଟର ପ୍ରମୁଖ ନେତା ଶ୍ରୀ ମଲ୍ଲୀକାର୍ଜୁନ ଖଡ଼ଗେ ଜୀଙ୍କ ନେତୃତ୍ୱରେ ଶୁକ୍ରବାର ଦିନ ଦିଲ୍ଲୀ ସମେତ ଦେଶବ୍ୟାପି ବିକ୍ଷୋଭ କରାଯାଇଛି । ଏହି ଅବସରରେ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟର ପ୍ରତ୍ୟେକ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଇଣ୍ଡିଆ ଗଠବନ୍ଧନ ନେତୃବୃନ୍ଦ ସହ ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇ ଅଗଣତାନ୍ତ୍ରିକ ନିଷ୍ପତିର ପୁନଃରୁଦ୍ଧାର କରିବା ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ…

Read More

ତୃତୀୟ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷାରେ ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ଛାତ୍ର ଅରଜିତ୍ ମହାପାତ୍ର ବ୍ଳକରେ ପ୍ରଥମ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଳକର ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା- ୨୦୨୨-୨୩ ର ରେଜଲ୍ଟ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ନୟାଗଡ଼ ସାମନ୍ତମାର୍ଗ ସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପ୍ରତିବର୍ଷ ପରି ଏ ବର୍ଷ ମଧ୍ଯ ବାଜିମାତ କରି ଏକ ନୂଆ ଇତିହାସ ରଚନା କରିଛି । ବିଦ୍ଯାଳୟର ୩ୟ ଶ୍ରେଣୀରେ ମେଧାବୃତ୍ତି ପରୀକ୍ଷା ଦେଇଥିବା କ୍ଷିତିପ୍ରଭା ଦଳବେହେରା ଓ ଅନୁଷ୍କା ବିଶ୍ବାଳ ମେଧାବୃତ୍ତି ପାଇ ଥିଲାବେଳେ ଅରଜିତ୍ ମହାପାତ୍ର ନୟାଗଡ଼ ବ୍ଳକରେ ମେରିଟ୍ ଲିଷ୍ଟରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ୫ମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ଦେଇଥିବା ଶ୍ରଦ୍ଧା ସୁମନ,କେ ଦେବସ୍ମିତା ଓ ଗୌରବ ମହାରଣା ମେଧାବୃତ୍ତି ହାସଲ କରି ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି। ଏହି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଅଭିନନ୍ଦନ ସମାରୋହ…

Read More

ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଚରମ ଚେତାବନୀ

୧୦ ସୁଦ୍ଧା ଦଶପଲ୍ଲାକୁ ଟ୍ରେନ ନଗଡ଼ିଲେ ୧୪ରୁ ରେଳ ରୋକ ସହିତ ଜୋରଦାର ଆନ୍ଦୋଳନ ନୟାଗଡ଼, (ନୟାଗଡ଼ ଦର୍ପଣ): ଆସନ୍ତା ଜାନୁଆରୀ ୧୦ ସୁଦ୍ଧା ଦଶପଲ୍ଲାକୁ ରେଳ ନଗଡ଼ିଲେ ୧୪ ତାରିଖରୁ ରେଳ ରୋକ ସହିତ ଜୋରଦାର ଆନ୍ଦୋଳନର ଚେତାବନୀ ଦେଇଛି ନୟାଗଡ଼ ନାଗରିକ ମଞ୍ଚ । ପୂର୍ବ ନିଷ୍ପତ୍ତି ମୁତାବକ ଆଜି ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଦଶପଲ୍ଲାକୁ ତୁରନ୍ତ ଟ୍ରେନ ଚଳାଚଳ ଦାବିରେ ନୟାଗଡ଼ ଟାଉନ ଷ୍ଟେସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏଥିରେ ଦଶପଲ୍ଲା ସଚେତନଶୀଳ ନାଗରିକ ମଞ୍ଚ ମଧ୍ୟ ସାମିଲ ହୋଇଥିଲା । ସୂଚନା ଯୋଗ୍ୟ ଯେ ଦଶପଲ୍ଲା ରେଳ ଷ୍ଟେସନର ନିର୍ମାଣ କାର୍ଯ୍ୟ ଗତ ୫ମାସ ତଳୁ ସମ୍ପୁର୍ଣ୍ଣ ହୋଇ ସାରିଥିବା ବେଳେ ଅଦ୍ୟାବଧି ରେଳ ଚଳାଚଳ ହେଉନାହିଁ । ଏ ନେଇ ଗତ ଜୁଲାଇ ମାସରେ ମଞ୍ଚ ପକ୍ଷରୁ…

Read More

ଜନସାଧାରଣଙ୍କ ସ୍ବପ୍ନକୁ ବାସ୍ତବରେ ପରିଣତ କରିଛନ୍ତି ଦଶପଲ୍ଲା ବିଧାୟକ

ନୂଆଗାଁ,(ନୟାଗଡ଼ ଦର୍ପଣ): ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ଵରେ ଦିନକୁ ଦିନ ବିକାଶ ପଥରେ ଆଗେଇ ଚାଲିଛି ସମଗ୍ର ଦଶପଲ୍ଲା ନିର୍ବାଚନ ମଣ୍ଡଳୀ । ଅନୁରୂପ ଭାବେ ଆଜି ନୂଆଗାଁ ବ୍ଲକ ଅନ୍ତର୍ଗତ ମହିପୁର ଠାରେ ୧୧ କୋଟି ଉର୍ଦ୍ଧ୍ବ ବ୍ୟୟ ଅଟକଳରେ ମହିପୁର ଠାରୁ ଲିଙ୍ଗିରିବାରି ପର୍ଯ୍ୟନ୍ତ ରାସ୍ତାର ଉନ୍ନତିକରଣକୁ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା। ଏଥିରେ ହଜାର ହଜାର ସଂଖ୍ୟକ ବିଜେଡ଼ିର ଛାମୁଆ କର୍ମୀ ଉପସ୍ଥିତ ଥିଲେ । ସେଠାରୁ ବିଧାୟକ ଶ୍ରୀ ବେହେରା ନିଜ ସମର୍ଥକଙ୍କୁ ଧରି ଏକ ବିଶାଳ ଶୋଭାଯାତ୍ରାରେ ବାହାରି ମା ରାମଚଣ୍ଡୀ ଠାକୁରାଣୀଙ୍କୁ ଦର୍ଶନ କରିବା ସହ ମହିପୁର ମା ରାମଚଣ୍ଡୀ କଲ୍ୟାଣ ମଣ୍ଡପରେ ପହଞ୍ଚିଥିଲେ। ତତ୍ ସହିତ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ଦଳ କିପରି…

Read More

ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡିଶା ମାଧ୍ୟମିକ ଶିକ୍ଷକ ସଂଘ (ଓଷ୍ଟା) ଆନୁକୂଲ୍ୟରେ ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଓଷ୍ଟା ଜିଲ୍ଲା ସଭାପତି ଅଯୋଧ୍ୟାନାଥ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥିରୂପେ ନୟାଗଡ଼ ବିଧାୟକ ଡ଼ଃ.ଅରୁଣ କୁମାର ସାହୁ, ମୁଖ୍ୟବକ୍ତା ଭାବେ ଓଷ୍ଟା ରାଜ୍ୟ ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାସ, ବିଶିଷ୍ଟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ପ୍ରଧାନଶିକ୍ଷକ ବିଜୟ କୁମାର ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟା ବିରଜାଲକ୍ଷ୍ମୀ ସାହୁ, ଝିଲି ପ୍ରଧାନ ଓ ନିତ୍ୟାନନ୍ଦ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଡ଼ଃ. ସାହୁ ଏକ ସୁନ୍ଦର ଜୀବନଶୈଳୀ ନିର୍ମାଣ କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ…

Read More

ଜିଲ୍ଲାର ବିଭିନ୍ନ ବ୍ଲକର ପଞ୍ଚାୟତରେ କୃଷକମାନଙ୍କ ମଧ୍ୟରେ ମାଣ୍ଡିଆ ବିକ୍ରୟ କରିବା ନିମନ୍ତେ ପ୍ରଚାର ପ୍ରସାର କରିବ ସଚେତନତା ରଥ

ନୟାଗଡ଼, (ନୟାଗଡ଼ ଦର୍ପଣ): କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଓଡ଼ିଶା ମିଲେଟ୍ସ ମିଶନ ଆନୁକୁଲ୍ୟରେ କୃଷକମାନଙ୍କ ମଧ୍ୟରେ ମାଣ୍ଡିଆ ବିକ୍ରୟ କରିବା ନିମନ୍ତେ ସଚେତନତା ରଥକୁ ଉଦଘାଟନ କଲେ ଜିଲ୍ଲାପାଳ। ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏହି ରଥକୁ ଉଦ୍ଘାଟନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ସମ୍ମାନନୀୟ ଜିଲ୍ଲାପାଳ, ନୟାଗଡ଼ ସବୁଜ ପତାକା ଦେଖାଇ ଉଦ୍ଘାଟନ କରିବା ସଂଗେ ସଂଗେ ଏହାର ସୁପ୍ରଚାର ଓ ପ୍ରସାର କରିବା ପାଇଁ ପରାମର୍ଶ ଦେଇଥିଲେ । ଏଥିରେ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ମୁଖ୍ୟ କୃଷି ଅଧିକରୀ, ସହକାରୀ କୃଷି ନିର୍ଦ୍ଦେଶକ ତଥା ଯୋଜନା ଅଧିକାରୀ, ସହକାରୀ ନିବନ୍ଧକ, ସମବାୟ ସମିତି ସମୂହ ଏବଂ ଅନ୍ୟାନ୍ୟ କର୍ମଚାରୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ୨୦୨୩-୨୪ ବର୍ଷ ପାଇଁ ମାଣ୍ଡିଆ MSP କୁଇଣ୍ଟାଲ ପିଛା ୧୩,୮୪୬/- ଧାର୍ଯ୍ୟ କରାଯାଇଛି । ଉକ୍ତ ୫ଗୋଟି…

Read More

ଦଶପଲ୍ଲାରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ବୈଠକ ଅନୁଷ୍ଠିତ

ଦଶପଲ୍ଲା, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଦଶପଲ୍ଲା ବିଜ୍ଞାପିତ ପରିଷଦ ଅଞ୍ଚଳ ଅନ୍ତର୍ଗତ ଦୂର୍ଗାବଜାର ଠାରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ନୟାଗଡ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ବୈଠକ କରିବା ପରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ଗଣିଆ ବ୍ଲକ୍ ଅନ୍ତର୍ଗତ ପାଣ୍ଡରାସିଙ୍ଗି ଠାରେ ପହଞ୍ଚିଥିଲେ। ସେଠାରେ ବିଜେପି ନେତ୍ରୀ ଇନ୍ଦୁମତି ନାୟକ, ବିଜେପିର ରାଜ୍ୟ ପରିଷଦ ସଦସ୍ୟ ତଥା ବିଜେପି ନେତା ମନୋଜ କୁମାର ବେହେରା, ଅନୁସୂଚିତ ଜାତିର କାର୍ଯ୍ୟକାରିଣୀ ସଦସ୍ୟ ରାଘବ ମଲ୍ଲିକ ଓ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ସମେତ ଶହ ଶହ କର୍ମୀ ପୁଷ୍ପ ଗୁଚ୍ଛ ସହ ଉତ୍ତରୀୟ ପ୍ରଦାନ କରି ସ୍ଵାଗତ ଜଣାଇ ବିରାଟ ଶୋଭାଯାତ୍ରାରେ ଆସି ମଧ୍ୟଖଣ୍ଡ ଠାରେ ପହଞ୍ଚିଥିଲେ। ମଧ୍ୟଖଣ୍ଡ ଠାରେ ବିଜେପି…

Read More

ଲୋକ ନୋଡ଼ାଲ ବିଦ୍ୟାପୀଠରେ ବାର୍ଷିକ କ୍ରୀଡ଼ା ଉତ୍ସବ

ଶରଣକୁଳ, (ନୟାଗଡ଼ ଦର୍ପଣ): ଶରଣକୁଳ ନିକଟସ୍ଥ ପଞ୍ଚିରିଡା ମାନପୁରରେ ଥିବା ଲୋକ ନୋଡ଼ାଲ ବିଦ୍ୟାପୀଠରେ ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆରମ୍ଭ ହୋଇଛି। ପଞ୍ଚିରିଡା ସ୍ଥିତ ବାଲୁଙ୍କେଶ୍ବର ମନ୍ଦିରରେ ପୂଜାର୍ଚ୍ଚନା କରା ଯାଇ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ମନୋରଞ୍ଜନ ରାଉତ, ଶୁଭେନ୍ଦୁ ଶେଖର ପରିଡ଼ା, ବଣ୍ଟୁ ପ୍ରଧାନ ପ୍ରମୁଖଙ୍କ ନେତୃତ୍ବରେ ଛାତ୍ରଛାତ୍ରୀମାନେ କ୍ରୀଡ଼ା ମସାଲ ଧରି ବିଦ୍ୟାଳୟ ପଡିଆକୁ ଆସିଥିଲେ। ସେଠାରେ ବରିଷ୍ଠ ଶିକ୍ଷକ ଡ. ସୁରେଶ ଚନ୍ଦ୍ର ବରାଡ ଅନ୍ୟ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନଙ୍କ ଗହଣରେ କ୍ରୀଡ଼ା ମସାଲକୁ ସ୍ବାଗତ କରିଥିଲେ। ସମସ୍ତ ଛାତ୍ରଛାତ୍ରୀ ଶପଥ ପାଠ କରିଥିଲେ। ତତ୍ପରେ କ୍ରୀଡ଼ା ଶିକ୍ଷକ ମନୋରଞ୍ଜନ ରାଉତ ଓ ଶୁଭେନ୍ଦୁ ଶେଖର ପରିଡ଼ାଙ୍କ ପରିଚାଳନା ରେ କ୍ରୀଡ଼ା ପ୍ରତିଯୋଗିତା ଆରମ୍ଭ ହୋଇ ଥିଲା।…

Read More

ଧନ୍ଦାମୂଳକ ଶିକ୍ଷା ପରିଧାନ ବିଭାଗ ପକ୍ଷରୁ ସଚେତନତା ସଭା ଏବଂ ଚାନ୍ଦୁଆ ପ୍ରଶିକ୍ଷଣ ଶିବିର

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ନାରାୟଣ ଉଚ୍ଚ ବିଦ୍ୟାଳୟରେ ଧନ୍ଦାମୂଳକ ଶିକ୍ଷାର ସଚେତନତା ସଭା ଏବଂ ପିପିଲି ଚାନ୍ଦୁଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କାଞ୍ଚନ ଷଡ଼ଙ୍ଗୀଙ୍କ ପୌରହିତ୍ୟରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡ଼ଗାଁ ପାଳିଟେକନିକ ଅଧ୍ୟକ୍ଷ ସୂର୍ଯ୍ୟମଣୀ ସାହୁ, ସମ୍ନାନୀତ ଅତିଥି ଓଡ଼ଗାଁ ବ୍ଲକ ଶିକ୍ଷା ଅଧିକାରିଣୀ ଗୀତାଞ୍ଜଳି ସାହୁ, ପ୍ରଧାନମନ୍ତ୍ରୀ କୌଶଳ କେନ୍ଦ୍ରର ଜିଲ୍ଲା ସଂଯୋଜକ ବିଭୁ ଭୂଷଣ ମିଶ୍ର, ବାଳିକା ଉଚ୍ଚ ବିଦ୍ୟାଳୟ ଶରଣକୁଳର ପ୍ରଧାନ ଶିକ୍ଷକ ପ୍ରଭାକର ସାହୁ ଏବଂ ବିଦ୍ୟାଳୟ ଅଭିଭାବକ କମିଟି ବିକ୍ରମ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଏହି ସଚେତନତା କାର୍ଯ୍ୟକ୍ରମ ରେ ବରିଷ୍ଠ ଶିକ୍ଷକ ଗୋଦାବରୀ ବସନ୍ତିଆ ସଂଯୋଜନା କରିଥିଲେ। ଏହି ଅବସରରେ ନାରାୟଣ ଉଚ୍ଚ ବିଦ୍ୟାଳୟ ଏବଂ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣକୁଳର…

Read More

ଗ୍ରୀନକ୍ଲବ ପକ୍ଷରୁ ଶିଶୁ ଉତ୍ସବ ‘ଅଙ୍କୁରାୟନ’ ଉଦ୍ଘାଟିତ

ନନ୍ଦିଘୋର, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଶରଣକୁଳ ନିକଟବର୍ତ୍ତୀ ହରିହରପୁର ଗ୍ରୀନକ୍ଲବ ତରଫରୁ ଗ୍ରୀନ ପାର୍କ ପରିସର ମଧ୍ୟରେ ଶିଶୁ ଉତ୍ସବ ‘ଅଙ୍କୁରାୟନ’ ଉଦ୍ଘାଟିତ ହୋଇଯାଇଛି। କ୍ଲବର ସଭାପତି ବିଭୁ ପ୍ରସାଦ ମିଶ୍ରଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଶରଣକୁଳ ଅଞ୍ଚଳରେ କୁନୁ କୁନି ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏକ ନୂତନ ସମ୍ଭାବନାର ଅୟରାରମ୍ଭ କରିଛି। ଆଜିର ଉଦଘାଟନୀ ଉତ୍ସବରେ ଅତିଥିଭାବେ ଯୋଗ ଦେଇଥିଲେ ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ବିଭାଗର ପ୍ରାକ୍ତନ ମୁଖ୍ୟ ଡ.ଗୋବିନ୍ଦ ଚନ୍ଦ୍ର ଦାଶ, ଭୁବନେଶ୍ଵର ଲ’ କଲେଜର ଅଧ୍ୟକ୍ଷ ଡ.ଗିରୀଶ ରଂଜନ ସାହୁ, ସମାଜସେବୀ ତଥା ଜ୍ଞାନାଲୋକ ଟ୍ରଷ୍ଟ ଭୁବନେଶ୍ଵରର ଅଧ୍ୟକ୍ଷ ଡ.ପ୍ରଦୀପ କୁମାର ସାହୁ, ପରିବେଶ ପ୍ରେମୀ ସୁବାଷ ଚନ୍ଦ୍ର ନାୟକ ଓ ପରିବେଶବିତ୍ କବି ଡ.ସୁରେଶ ଚନ୍ଦ୍ର ବରାଡ଼। ବିଭୁ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…

Read More