ରାଜ୍ୟ ରାଜଧାନୀରେ ଧୁମଧାମରେ ପାଳନ ହେବ “ବିଶ୍ୱ ଛେନାପୋଡ଼ ଦିବସ”

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବିକାଶ ମଞ୍ଚ ଓ ଓଡ଼ିଆ ମିଡିଆ ପ୍ରାଇଭେଟ ଲିମିଟେଡ ମିଳିତ ଆନୁକୁଲ୍ୟରେ ଆସନ୍ତା ଏପ୍ରିଲ୍‌ ୧୧ ତାରିଖରେ ଭୁବନେଶ୍ବର ଜୟଦେବ ଭବନଠାରେ ଛେନାପୋଡ଼ ଦିବସ ମହାସମାରୋହରେ ପାଳନ ହେବ। ଦିବସବ୍ୟାପୀ ଏହି ଉତ୍ସବରେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ବିଶିଷ୍ଟ ସାହିତ୍ୟିକ ଦାଶ ବେନହୁର, ପ୍ରସିଦ୍ଧ କଣ୍ଠଶିଳ୍ପୀ ତାନସେନ୍‌ ସିଂ ଓ ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ସାବରମତି ଅତିଥି ଭାବେ ଯୋଗଦେବେ। ଉତ୍ସବରେ ଅଧ୍ୟକ୍ଷତା କରିବେ ଲେଖକ ତଥା ନୟାଗଡ଼ ବିକାଶ ମଞ୍ଚର ଆବାହାକ ଶୁଭ୍ରାଂଶୁ ପଣ୍ଡା। ଏହି ଅବସରରେ ଏକ ଛେନାପୋଡ଼ ସଙ୍ଗୀତର ଶୋତାର୍ପଣ ହେବ। ଏହାକୁ ଶୁଭ୍ରାଂଶୁ ପଣ୍ଡା ରଚନା ଓ ପରିକଳ୍ପନା କରିଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ୍‌…

Read More

ଚାରିଅଟ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

ରଣପୁର,(ନୟାଗଡ଼ ଦର୍ପଣ): ରଣପୁର ହାଟସାହି ନିକଟସ୍ଥ ଚାରିଅଟ ପବ୍ଲିକ ସ୍କୁଲର ୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ପରିଷଦ ଅଧକ୍ଷ ଦେବାଶିଷ ପଟନାୟକ, ମୁଖ୍ୟବକ୍ତାଭାବେ ବ୍ଲକ ଅଧକ୍ଷା ନିର୍ମଳା ବେହେରା, ସମ୍ମାନନୀୟ ଅତିଥିଭାବେ ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଂଗୀନ ମହାନ୍ତି, ବ୍ଲକ ଶିକ୍ଷା ବିଭାଗ ଅଧିକାରୀ ବନାଲତା ବେହେରା, ସ୍କୁଲର ଟ୍ରଷ୍ଟି ସୁପ୍ରଭା ପ୍ରଧାନ ଆୟୋଜକ ପ୍ରଭାତ କୁମାର ପ୍ରଧାନ, ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ପ୍ରଧାନ ଆଦି ଯୋଗ ଦେଇଥିଲେ। ଉକ୍ତ ସ୍କୁଲର ପ୍ରତିଷ୍ଠାତା ତଥା ପୂର୍ବତନ ସରପଞ୍ଚ ପ୍ରଭାତ କୁମାର ପ୍ରଧାନ ଏବଂ ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ପ୍ରଧାନଙ୍କ ଅକ୍ଲାନ୍ତ ପରିଶ୍ରମରେ ସ୍କୁଲର ଉନ୍ନତି ସମ୍ଭବ ହୋଇପାରିଛି। ଛାତ୍ରଛାତ୍ରୀମାନେ ଶିକ୍ଷାରେ କିପରି ଉନ୍ନତି କରିବେ ଆମ ଜିଲ୍ଲା ତଥା ରାଜ୍ୟ ପାଇଁ ଗର୍ବ ଆଉ ଗୌରବ ଆଣିପାରିବେ ସେ…

Read More

ଜିଲ୍ଲାର ପଛୁଆବର୍ଗ ଲୋକଙ୍କ ସ୍ଥିତି ଆକଳନ ନିମନ୍ତେ ବ୍ଲକ ସ୍ତରୀୟ ତାଲିମ ଶିବିର

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାରେ ରହୁଥିବା ପଛୁଆବର୍ଗ ଲୋକଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତି ଆକଳନ ନିମନ୍ତେ ବ୍ଲକ ସ୍ତରୀୟ ତଥା ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଶିକ୍ଷକ ମାନଙ୍କ ତାଲିମ ଶିବିର ଆଜି ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁଙ୍କ ନିର୍ଦେଶରେ ଏକ ତାଲିମ ଶିବିର ଜିଲ୍ଲାପାଳଙ୍କ ସଦଭାବନ ସଭାଗୃହରେ ଅନୁଷ୍ଠିତ ହୋଇଥିଲା। ଉକ୍ତ ଶିବିରରେ ନୟାଗଡ ଜିଲ୍ଲାର ସମସ୍ତ ବିଡିଓ, ତହସିଲଦାର, ପୌରନିର୍ବାହୀ ଅଧିକାରୀ, ଏନଏସି ନିର୍ବାହୀ ଅଧିକାରୀ ଯୋଗଦେଇ ତାଲିମ ନେଇଥିବା ଜଣାପଡିଛି । ଏମାନଙ୍କୁ ବ୍ଲକସ୍ତରୀୟ ତଥା ବିଜ୍ଞାପିତ ଅଞ୍ଚଳ ପରିଷଦରେ ନିଯୁକ୍ତି ହୋଇଥିବା ଅଧିକାରୀମାନଙ୍କୁ ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ମୁଖ୍ୟ ଉନ୍ନୟନ ଅଧିକାରୀ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ, ଡେପୁଟି କଲେକ୍ଟର ଆୟୁଷୀ ମହାପାତ୍ର, ପବିତ୍ର ସାମଲ, ରୀମା ହଂସଦା ଉପସ୍ଥିତ ରହି ତାଲିମ…

Read More

ନୂଆଗାଁ ବ୍ଲକରେ ଖୋଲିଲା ସବରେଜିଷ୍ଟର କାର୍ଯ୍ୟାଳୟ

ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକରେ ଖୋଲିଲା ସବରେଜିଷ୍ଟର କାର୍ଯ୍ୟାଳୟ । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ ଯୋଗଦେଇଥିଲେ । ଏହି ଅବସରରେ ନୂଆଗାଁ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରୀୟା ବେହେରା, ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳବେହେରା, ନୂଆଗାଁ ବିଡିଓ ସଚିଦାନନ୍ଦ ମିଶ୍ର ଓ ତହସିଲଦାର ହେମନ୍ତକୁମାର ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ । ଦଶପଲ୍ଲା ବିଧାୟକ କାର୍ଯ୍ୟାଳୟର ଫଳକ ଉନ୍ମୋଚନ କରିବା ସହ ସବରେଜିଷ୍ଟର କାର୍ଯ୍ୟାଳୟକୁ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ । ପ୍ରଥମ ସବରେଜିଷ୍ଟାର ଭାବେ ହେମନ୍ତ କୁମାର ନାୟକ କାର୍ଯ୍ୟ ପରିଚାଳନା କରିବେ । ନୂଆଗାଁରେ ଏକ ସବରେଜିଷ୍ଟର କାର୍ଯ୍ୟାଳୟ ଖୋଲିବା ପାଇଁ ଅଞ୍ଚଳବାସୀଙ୍କର ବହୁଦିନର ଦାବି ରହିଥିଲା । ଉକ୍ତ କାର୍ଯ୍ୟାଳୟ…

Read More

୨୯ଟି ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କଲେ ବିଧାୟକ ଡ଼ଃ. ଅରୁଣ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ୨୯ଗୋଟି ପଞ୍ଚାୟତର ବିଭିନ୍ନ ଉନ୍ନୟନ କାମର ସମୀକ୍ଷା କରିଛନ୍ତି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ । ନୟାଗଡ଼ ପଞ୍ଚାୟତ ସମିତି ସଭାଗୃହରେ ଅନୁଷ୍ଠିତ ଉକ୍ତ ସମୀକ୍ଷା ବୈଠକରେ ପଞ୍ଚାୟତ ସମିତି ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷ ଲକ୍ଷ୍ମୀପ୍ରୀୟା ସାହୁ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୁବାଷ ଚନ୍ଦ୍ର କଅଁର, ସରୋଜ ରଣସିଂ, କ୍ଷୀରୋଦ ମହାପାତ୍ର, ଆଶିଷ ଅଗ୍ରୱାଲ ଓ ବିଡିଓ ପଦ୍ମଚରଣ ସାହୁ ଉପସ୍ଥିତ ରହିଥିଲେ । ସମସ୍ତ କାମ ନିର୍ଦ୍ଧାରିତ ସମୟରେ ସାରିବା ପାଇଁ ବିଧାୟକ ନିର୍ଦ୍ଦେଶ ଦେଇଥିଲେ । ସେହିପରି ଗ୍ରାମାଞ୍ଚଳରେ ଚାଲିଥିବା କାମ ଗୁଡିକ କେତେ ଅଗ୍ରଗତି ହୋଇଛି ଏହାର ରିପୋର୍ଟ ପ୍ରଦାନ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଅଫିସରମାନେ ଲୋକଙ୍କ ସମସ୍ୟା ସମାଧାନ ନିମନ୍ତେ ଗାଁକୁ ଯିବା ପାଇଁ ପରାମର୍ଶ…

Read More

ନୟାଗଡ଼ର ଦିବ୍ୟାଙ୍ଗ ଲେଖକଙ୍କୁ ରାଜ୍ୟସ୍ତରୀୟ ପୁରସ୍କାର

ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଉତ୍କଳ ଦିବସ ଅବସରରେ ଭାରତୀୟ ରେଡ଼କ୍ରସ ଓଡ଼ିଶା ରାଜ୍ୟଶାଖା ପକ୍ଷରୁ ନୟାଗଡ଼ ଜିଲ୍ଲାର ବିଶିଷ୍ଟ ଦିବ୍ୟାଙ୍ଗ ଲେଖକ ଧୀରେନ୍ଦ୍ର କୁମାର ସାମନ୍ତସିଂହାରଙ୍କୁ ଉପଢୌକନ ଓ ମାନପତ୍ର ପ୍ରଦାନ ସହିତ ପୁରସ୍କୃତ କରାଯାଇଛି। ଏହି ଉପଲକ୍ଷେ ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଯୋଗଦାନ କରି ଲେଖକ ଶ୍ରୀଯୁକ୍ତ ସାମନ୍ତସିଂହାରଙ୍କୁ ମାନପତ୍ର ସହିତ ୨୫ ହଜାର ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ। ଏହି ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ, ମନ୍ତ୍ରୀ ଅଶୋକ କୁମାର ପଣ୍ଡା, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଭୁବନେଶ୍ୱର ବିଧାୟକ ଅନନ୍ତ ଜେନା, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଂଜନ ଦାସଙ୍କ ସମେତ ରେଡ଼କ୍ର ସୋସାଇଟିର ପ୍ରମୁଖ ଅଧିକାରୀ ମାନେ ଉପସ୍ଥିତ । ସୂଚନାଯୋଗ୍ୟ…

Read More

ଛେନାପୋଡ଼ କାଟି ୩୦ତମ ନୟାଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ପ୍ରଶାସନ ପକ୍ଷରୁ ନୟାଗଡ଼ ଜିଲ୍ଲାର ୩୦ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ସ୍ଥାନୀୟ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାର ଗର୍ଵ ଓ ଗୌରବ ତଥା ମିଠା ଜଗତର ମଉଡ଼ମଣି ନୟାଗଡ଼ର ପ୍ରସିଦ୍ଧ ଛେନାପୋଡ଼ କାଟି ଅତିଥି ମାନେ ଜିଲ୍ଲା ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ୧୯୯୩ ମସିହା ଅପ୍ରେଲ ୨ ତାରିଖରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଦ୍ୱାରା ନୟାଗଡ଼ ଜିଲ୍ଲା ମହା ଆଡମ୍ବରରେ ଉଦଘାଟିତ ହୋଇଥିଲା। ଆଜି ୩୦ବର୍ଷରେ ପଦାର୍ପଣ କରିଥିବା ନୟାଗଡ଼ ଜିଲ୍ଲାର ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗଦାନ କରି ଜିଲ୍ଲାର ବିକାଶ ତଥା ଉନ୍ନତିରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସେହିପରି ନୟାଗଡ଼ ପ୍ରସିଦ୍ଧ ଛେନାପୋଡ଼ର ଜିଆଇ…

Read More

ଏପ୍ରିଲ ୧ ତାରିଖ ଠାରୁ ୭ତାରିଖ ପର୍ଯ୍ୟନ୍ତ ଦୁର୍ଘଟଣା ଜନିତ ମୃତ୍ୟୁ ଶୂନ୍ୟ ସପ୍ତାହ ଓ ସଡ଼କ ସୁରକ୍ଷା ସପ୍ତାହ ପାଳିତ

ନୟାଗଡ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାପାଳ ଙ୍କ ସଦଭାନା ଗୁହରେ ସଡ଼କ ସୁରକ୍ଷାସପ୍ତାହ ସଚେତନତା ପାଇଁ ଏପ୍ରିଲ ୧ ତାରିଖ ଠାରୁ ୭ତାରିଖ ପର୍ଯ୍ୟନ୍ତ ଦୁର୍ଘଟଣା ଜନିତ ମୃତ୍ୟୁ ଶୂନ୍ୟ ସପ୍ତାହ ପାଳନ କରାଯାଉଛି ଏହାକୁ କିପରି ସଫଳ ରୁପାୟନ ହୋଇପାରିବ ଏହା ଉପରେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀରେ ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପହି, ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଶାନ୍ତ କୁମାର ପରିଡ଼ା ସହ ସୂଚନା ଲୋକମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ଯୋଗ ଦେଇ ଜନସାଧରଣ ସଚେତନ ପାଇଁ ବକ୍ତବ୍ୟ ରଖିଥିଲେ । ନୟାଗଡ଼ ଜିଲ୍ଲାରେ ଦିନକୁ ଦିନ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା ସୂଚନା ଅନୁସାରେ । ୨୦୨୧ ମସିହାରେ ନୟାଗଡ଼ରେ ୨୧୭ଟି ଦୂର୍ଘଟଣା ଘଟିଥିବା ବେଳେ ୮୪ ଜଣ ମୃତ୍ୟୁ…

Read More

ଭୁବନେଶ୍ୱରରେ ନୟାଗଡ଼ ଦିବସ ପାଳିତ

ଭୁବନେଶ୍ୱର,(ନୟାଗଡ଼ ଦର୍ପଣ): ରାଜ୍ୟରେ ବିଭିନ୍ନ ଐତିହ୍ୟସ୍ଥଳ, ମନ୍ଦିର ଓ ବିଶିଷ୍ଟ ବ୍ୟକ୍ତିଙ୍କ ଜନ୍ମପୀଠର ରୂପାନ୍ତରଣ କାର୍ଯ୍ୟ ଚାଲିଥିବାବେଳେ ଏବେ ମନୋଜ ଦାସଙ୍କ ଜନ୍ମପୀଠରେ ସ୍ମାରକୀ ନିର୍ମାଣ ହେଉଛି। ଏଭଳି ପଦକ୍ଷେପ ନିଶ୍ଜିତ ଭାବରେ ସ୍ବାଗତଯୋଗ୍ୟ। ତେବେ କେବଳ ଭାରତରେ ନୁହେଁ, ବିଶ୍ବସ୍ତରରେ ଓଡ଼ିଶା ପାଇଁ ପରିଚୟ ନିର୍ମାଣ କରିଥିବା ବିସ୍ମୟ ଜ୍ୟୋତିର୍ବିଦ ପଠାଣି ସାମନ୍ତଙ୍କ ଜନ୍ମପୀଠ ଅବହେଳିତ ହୋଇ ପଡ଼ିରହିବା ଦୁଃଖଦାୟକ ବୋଲି କହିଛନ୍ତି ବିଶିଷ୍ଠ କଥାକାର ଓ ଶିଶୁ ସାହିତ୍ୟିକ ଦାଶ ବେନହୁର। ନୟାଗଡ଼ ବିକାଶ ମଞ୍ଚ ପକ୍ଷରୁ ନୟାଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ ବା ନୟାଗଡ଼ ଦିବସ ପାଳନ ଅବସରରେ ଅତିଥି ଭାବେ ଯୋଗଦେଇ ଖଣ୍ଡପଡ଼ାରେ ଥିବା ପଠାଣି ସାମନ୍ତଙ୍କ ଜନ୍ମପୀଠର ରୂପାନ୍ତରଣ ଦାବି କରିଛନ୍ତି ଶ୍ରୀ ବେନହୁର। ସାମନ୍ତଙ୍କ ମୃତ୍ୟୁର ୧୨୦ ବର୍ଷ ବିତି ଯାଇଥିବାବେଳେ ତାଙ୍କ ବାସସ୍ଥାନ ଅତ୍ୟନ୍ତ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି।…

Read More

ନୟାଗଡ଼ରେ ୮୮ତମ ଉତ୍କଳ ଦିବସ ମହା ସମାରୋହରେ ପାଳିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ୮୮ତମ ଉତ୍କଳ ଦିବସ ମହା ସମାରୋହରେ ସ୍ଥାନୀୟ ଖେଳ ପଡ଼ିଆରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ମୁଖ୍ୟବକ୍ତା ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ବେହେରା, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ନୟାଗଡ଼ ମୁନିସିପାଲିଟି ଅଧ୍ୟକ୍ଷା ନିରୂପମା ଖଟେଇ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ପ୍ରମୁଖ ଯୋଗଦାନ କରିଥିଲେ। ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଏହି ସଭାକୁ ନୟାଗଡ଼ ବ୍ଲକ ମଣ୍ଡଳ ଉନ୍ନୟନ ଅଧିକାରୀ ପଦ୍ମଚରଣ ସାହୁ ସଂଯୋଜନା କରିଥିଲେ। ସଭା ପ୍ରାରମ୍ଭରେ ଅତିଥିଭାବେ ପ୍ରଦୀପ ପ୍ରଜ୍ଵଳନ କରି…

Read More