ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ରୋଟାରୀ ଭବନ ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ବିଶ୍ବ ସାକ୍ଷରତା ଦିବସ ତଥା ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। କ୍ଳବର ସଭାପତି ରୋଟାରିଆନ୍ ବସିରନ ବିବିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ ପୌର ପରିଷଦ ଅଧ୍ଯକ୍ଷା ନିରୁପମା ଖଟେଇ ଯୋଗଦେଇ ଶିକ୍ଷକ ମାନେ ଆଗାମୀ ଭବିଷ୍ଯତ ଶିଶୁମାନଙ୍କୁ ଉତ୍ତମ ମଣିଷ ଭାବେ ଗଢୁଥିବାରୁ ଶିକ୍ଷକ ମାନେ ହେଉଛନ୍ତି ସମାଜର ପଥ ପ୍ରଦର୍ଶକ ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଡକ୍ଟର ଚିତ୍ତରଂଜନ ପାଣ୍ଡେ ଯୋଗ ଦେଇ ଶିକ୍ଷକ ମାନେ ହେଉଛନ୍ତି ଛାତ୍ରଛାତ୍ରୀ ମାନଙ୍କର ଦ୍ବିତୀୟ ଅଭିଭାବକ। ଅନ୍ଯ ପେଶାର ମଣିଷଟିଏ ଭୁଲ୍ କଲେ ଚଳିବ କିନ୍ତୁ ଜଣେ ଶିକ୍ଷକ ଭୁଲ୍ କଲେ ଚଳିବନି। କାରଣ…
Read MoreCategory: ନୟାଗଡ଼
ନୟାଗଡ଼ରେ ଜିଲ୍ଲାସ୍ତରୀୟ ଫୁଟୁବଲ ରେଫରୀ ମନୋନୟନ ପରୀକ୍ଷା ଅନୁଷ୍ଠିତ
ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆରେ ନୟାଗଡ ଜିଲ୍ଲାସ୍ତରୀୟ ଫୁଟୁବଲ ରେଫରୀ ମନୋନୟନ ପରୀକ୍ଷା ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ରେଫରୀ ମନୋନୟନ ପରୀକ୍ଷାକୁ କଟକ ସ୍ଥିତ ଫାଓର ମୁଖ୍ୟ ରେଫରୀ ଦୁର୍ଗା ମାଧବ ନାୟକ ଉପସ୍ଥିତ ରହି ବୈଷୟିକ ଦୃଷ୍ଟି କୋଣରୁ ପରକ୍ଷିବା ସହ ପ୍ରାକ୍ଟିକାଲ ପରୀକ୍ଷାକୁ ନିୟନ୍ତ୍ରଣ କରିଥିଲେ। ପୂର୍ବରୁ ଏହି ରେଫରୀ ମନୋନୟନ ପ୍ରକ୍ରିୟାର ଥିଓରୀ ପରୀକ୍ଷା ସମାପ୍ତ ହୋଇଯାଇଥିବା ବେଳେ ଏହି ସମସ୍ତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଜିଲ୍ଲା କ୍ରୀଡା ଅଧିକାରୀ ଆଲୋକ କୁମାର ଦାଶ, ଜିଲ୍ଲା ଆଥଲେଟିକ ଆସୋସିଏସନର ଉପ ସଭାପତି ଭବାନୀଶଙ୍କର ଦାସ, ସମ୍ପାଦକ ଅଶେଷ ଦାସ, ଯୁଗ୍ମ ସମ୍ପାଦକ ବିନାୟକ ପ୍ରସାଦ ରାଓଙ୍କ ସମେତ ଜିଲ୍ଲା ଆଥଲେଟିକ ଆସୋସିଏସନର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଆଗେଇ ନେଇଥିଲେ।
Read Moreଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ -୨୦୨୫ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଆନ୍ତର୍ଜାତୀୟ ସାକ୍ଷରତା ଦିବସ -୨୦୨୫ ପାଳିତ ହୋଇଥିଲା । ଏହା ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ନୟାଗଡ଼ଠାରେ ଅନୁଷ୍ଠିତ ହୋଇଥିଲା। ଉକ୍ତ ଦିବସରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀମତୀ ରୋଜିନା ଦାସ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଏକ ସଚେତନ ରାଲି ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ଗୀତାଞ୍ଜଳୀ ସାହୁ,ବିଜ୍ଞାନ ନିରୀକ୍ଷକ ଶ୍ରୀଯୁକ୍ତ ଶରତ କୁମାର ସାହୁ ଓ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାକାନ୍ତ ସେଠୀ ଯୋଗଦାନ କରିଥିଲେ। ନବ ଭାରତ ସାକ୍ଷରତା ଅଭିଯାନ କାର୍ଯକ୍ରମରେ ବିଚାରକ ଭାବରେ ସୁସାହିତିକ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଓ ଶିକ୍ଷକ ପ୍ରତାପ କୁମାର ପରିଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ବାହାଡ଼ାଝୋଲା ଯୋଗଦେଇଥିଲେ। ବିଭିନ୍ନ…
Read Moreଶିକ୍ଷକ ଆନ୍ଦୋଳନର ପ୍ରମୁଖ ନେତା ତଥା ଦକ୍ଷ ଶିକ୍ଷା ସଙ୍ଗଠକ ଅଲେଖ ବେହେରାଙ୍କୁ ବିପୁଳ ସମ୍ବର୍ଦ୍ଧନା
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲ ସଭାକକ୍ଷରେ ପ୍ରାକ୍ତନ ଶିକ୍ଷକ, ଶିକ୍ଷକ ଆନ୍ଦୋଳନର ପ୍ରମୁଖ ନେତା ତଥା ଦକ୍ଷ ଶିକ୍ଷା ସଙ୍ଗଠକ ଅଲେଖ ବେହେରାଙ୍କୁ ପୁରାତନ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବିପୁଳ ଉତ୍ସାହ ଉଦ୍ଦୀପନା ସହିତ ଗୁରୁ ପୂଜନ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବର୍ଷୀୟାନ ଶିକ୍ଷକ ଲିଙ୍ଗରାଜ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାକୁ ପରିଚାଳନା କରିଥିଲେ ପ୍ରାକ୍ତନ ଛାତ୍ର ବିଶ୍ଵନାଥ ମହାପାତ୍ର। ଅଧ୍ୟାପିକା ନୀଳିମା ନନ୍ଦ ସର୍ବପ୍ରଥମେ ଗୁରୁବନ୍ଦନା ପାଠ କଲାପରେ ଗୁରୁଜୀଙ୍କ ଶତାଧିକ ପୁରାତନ ଛାତ୍ରଛାତ୍ରୀ ପୁଷ୍ପଗୁଚ୍ଛ ସହ ଉତ୍ତରୀୟ ପ୍ରଦାନ ପୂର୍ବକ ଗୁରୁ ପ୍ରଣାମ କରିଥିଲେ। ଅତିଥିଭାବେ ଯୋଗ ଦେଇ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଓ ଦଶପଲ୍ଲାର ବିଧାୟକ ରମେଶ ଚନ୍ଦ୍ର ବେହେରା ଗୁରୁ ଶିଷ୍ୟ ସମ୍ପର୍କର ପବିତ୍ର ବନ୍ଧନ, ଗୁରୁ ପୂଜନର ମହନୀୟ ପରମ୍ପରା ଓ…
Read Moreନଗର ବିଜେଡି ସଭାପତିଙ୍କ ଉଦ୍ଦେଶ୍ୟରେ ସ୍ମୃତିସଭା, ଅମୁଲ୍ୟ ନୟାଗଡ଼ ପାଇଁ ଅମୁଲ୍ୟ ଥିଲେ
ନୟାଗଡ଼,(ନୟାଗଡ଼ ଦର୍ପଣ): ଅବସରପ୍ରାପ୍ତ ପୁଲିସ ଅଧିକାରୀ ତଥା ନଗର ବିଜେଡି ସଭାପତି ଅମୁଲ୍ୟ ମହାନ୍ତିଙ୍କ ପରଲୋକରେ ଆଜି ବ୍ଲକ ସଭାଗୃହଠାରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଆଇନଜୀବୀ ପ୍ରତାପ ନନ୍ଦଙ୍କ ସଂଯୋଜନାରେ ଅନୁଷ୍ଠିତ ସ୍ମୃତି ସଭାରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ ପ୍ରମୂଖ ଯୋଗ ଦେଇଥିଲେ । ଏହି ସଭାରେ ବହୁ ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ଓ ସାମ୍ବାଦିକ ଯୋଗ ଦେଇ ଅମୁଲ୍ୟ ମହାନ୍ତି ନୟାଗଡ଼ ପାଇଁ ଅମୁଲ୍ୟ ଥିଲେ ମତବ୍ୟକ୍ତ କରିଥିଲେ । ଶ୍ରୀଯୁକ୍ତ ମହାନ୍ତିଙ୍କ ଜନ୍ମ ଜଗତସିଂହପୁର ଜିଲ୍ଲାରେ ହୋଇଥିଲେ ବି ସେ ନିଜକୁ ସର୍ବଦା ନୟାଗଡ଼ିଆ ବୋଲି…
Read Moreମରାମତି ହେଉନି ଭଙ୍ଗା ଗେଟ, ଗାଈଗୋରୁଙ୍କ ଆଡ଼ାସ୍ଥଳୀ ପାଲଟିଛି ନୟାଗଡ଼ ରେଳଷ୍ଟେସନ
ନୟାଗଡ଼,(ନୟାଗଡ଼ ଦର୍ପଣ): ରକ୍ଷଣା ବେକ୍ଷଣ ଅଭାବ ତଥା ରେଳ ବିଭାଗର ପରିଚାଳନା ଗତ ତ୍ରୁଟି ପାଇଁ ନୟାଗଡ଼ ଟାଉନ ରେଳ ଷ୍ଟେସନ ଏବେ ବୁଲା ଗାଈଗୋରୁଙ୍କ ଆଡାସ୍ଥଳୀ ପାଲଟିଛି। ସେହିପରି ସଫେଇ କାର୍ଯ୍ୟ ଠିକ ଭାବରେ ହେଉ ନଥିବାରୁ ଷ୍ଟେସନ ପରିସର ମଧ୍ୟରେ ଅଳିଆ ଆବର୍ଜନା କୁଢ଼ କୁଢ଼ ହୋଇ ଜମା ହେବା ସହିତ ବିଭିନ୍ନ ଅନାବନା ଗଛଲତା ଷ୍ଟେସନ ଚତୁର୍ପାଶ୍ୱରେ ଉଠି ଲଟାବୁଦାରେ ପରିପୂର୍ଣ୍ଣ ହେବାରେ ଲାଗିଛି। ବର୍ଷା ଦିନେ ଏହି ଲଟାବୁଦା ମଧ୍ୟରୁ ସାପ ବିଛା ଆଦି ସରୀସୃପ ଜାତୀୟ ଜୀବଜନ୍ତୁ ବାହାରି ଯାତ୍ରୀମାନଙ୍କ ପ୍ରତି ବିପଦ ସୃଷ୍ଟି କରୁଛନ୍ତି। ଏଠାରେ କେହି ସ୍ଥାୟୀ ସଫେଇ କର୍ମଚାରୀ ନଥିବାରୁ ଏପରି ପରିବେଶ ସୃଷ୍ଟି ହେଉଥିବା ଜାଣିବାକୁ ମିଳିଛି।ରେଳ ବିଭାଗ ପକ୍ଷରୁ ଷ୍ଟେସନ ପରିମଳ ଏବଂ ସଫେଇ ବାବଦକୁ ମାସିକ ମାତ୍ର ୮ହଜାର ଟଙ୍କା ଅନୁଦାନ…
Read Moreଜିଲ୍ଲାସ୍ତରୀୟ ଦୁଇ ଦିନିଆ କର୍ମଶାଳା “ଚାଲ ସୁରକ୍ଷା ଲାଗି କଥା ହେବା” ଅନୁଷ୍ଠିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଅନୁସୂଚିତ ଜାତି ଓ ଅନୂସୁଚିତ ଜନଜାତି ଉନ୍ନୟନ ପଛୁଆ ବର୍ଗ ଓ ସଂଖ୍ୟାଲଘୁ କଲ୍ୟାଣ ବିଭାଗ ଆନୁକୁଲ୍ୟରେ ହଷ୍ଟେଲର ସୁପରିଚାଳନା ସହ ଅନ୍ତେବାସୀ ଓ ଅନ୍ତବାସିିନୀଙ୍କ ସୁରକ୍ଷା ଓ ଶିକ୍ଷା ଲାଗି ପ୍ରଧାନ ଶିକ୍ଷକ ତଥା ହଷ୍ଟେଲ ପରିଚାଳକଙ୍କ ନୟାଗଡ଼ ଜିଲ୍ଲାସ୍ତରୀୟ ଦୁଇ ଦିନିଆ କର୍ମଶାଳା “ ଚାଲ ସୁରକ୍ଷା ଲାଗି କଥା ହେବା” ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଡେପୁଟି କଲେକ୍ଟର ତପସ୍ଵିନୀ ହାଁସଦା ଶୁଭାରମ୍ଭ କରିଥିଲେ। ନୟାଗଡ ଜିଲ୍ଲାର ସମସ୍ତ ବ୍ଲକର ମଂଗଳ ସଂପ୍ରସାରଣ ଅଧିକାରୀ, ୩୯ ଗୋଟି ହଷ୍ଟେଲର ପ୍ରଧାନ ଶିକ୍ଷକ ତଥା ପରିଚାଳକମାନେ ଯୋଗ ଦେଇଥିଲେ। ଦୁଷ୍ମନ୍ତ ପୃଷ୍ଟି, ଅତିରିକ୍ତ ଜିଲ୍ଲା ମଂଙ୍ଗଳ ଅଧିକାରୀ ସଦର ଏବଂ ମହମ୍ମଦ ଅର୍ସଦ ଅନସାରୀ, ଜିଲ୍ଲା ଶିଶୁ ଅଧିକାରୀ, ନୟାଗଡ଼, ଅମିୟବାଳା ପଟ୍ଟନାୟକ ଫ୍ରିଲନ୍ସର ଭୁବନେଶ୍ଵର,…
Read Moreଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଣୀଙ୍କୁ ସମ୍ବର୍ଦ୍ଧିତକଲେ ମୁଖ୍ୟମନ୍ତ୍ରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ଭୁବନେଶ୍ଵର ଲୋକସେବା ସଦନ ଗୃହଠାରେ ଗୀତାଞ୍ଜଳୀ ସାହୁ ବ୍ଲକ୍ ଶିକ୍ଷା ଅଧିକାରୀ ଓଡଗାଁ ପାଇଁ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଦ୍ଵାରା ସମ୍ବର୍ଦ୍ଧିତ ହୋଇଥିଲେ । ଏହା ପଞ୍ଚସଖା ଶିକ୍ଷା ସେତୁ ସଂଗଠନ ଦ୍ୱାରା ଆୟୋଜିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଶିକ୍ଷା ସଚିବ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ । ଶିକ୍ଷା କ୍ଷେତ୍ରରେ ଅତୁଳନୀୟ ଉଲ୍ଲେଖନୀୟ ଅବଦାନ ଯୋଗୁଁ ସେ ନୟାଗଡ ଜିଲ୍ଲା ପାଇଁ ଶିକ୍ଷା କ୍ଷେତ୍ରର ଗୌରବ ଆଣିଛନ୍ତି। ସେ ବର୍ତ୍ତମାନ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ନୟାଗଡ଼ ଜିଲ୍ଲାରେ କାର୍ଯ୍ୟରତ ବିଭିନ୍ନ ମହଲରୁ ଶୁଭେଚ୍ଛା ଅଭିନନ୍ଦନର ସୁଅ ଛୁଟିଛି।
Read Moreଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ସମାରୋହ
ନୟାଗଡ଼, (ନୟାଗଡ଼ ଦର୍ପଣ): ଗୁରୁଦିବସ ଅବସରରେ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହେଇଥିଲା। ଏହି ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ମୁଖ୍ୟଅତିଥିଭାବରେ ଯୋଗଦେଇଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ, ବନଲତା ବେହେରା , ଡିଆଇଟିର ଅଧକ୍ଷ ଶ୍ରୀ ଯୁକ୍ତ ବିଜୟ କୁମାର ତ୍ରିପାଠୀ ଏବଂ ଆଠ ଗୋଟି ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ ଉପସ୍ଥିତ ରହି ସମ୍ବର୍ଦ୍ଧିତ ପ୍ରତିଭୂମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ମୁଖ୍ୟଅତିଥି ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ସମାଜରେ ଶିକ୍ଷକମାନେ ଶିକ୍ଷାର୍ଥୀମାନଙ୍କର ପଥ ପ୍ରଦର୍ଶକ ହେବେ ହେବା ପାଇଁ ଉପଦେଶ ଦେଇଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଗୁରୁ ହିଁ ଆମ ସଂସ୍କୃତିର ଉର୍ଜା ବୋଲି ଅଭିଭାଷଣ ଦେଉଥିଲେ। ସ୍ବାଗତ ଅଭିଭାଷଣରେ ଆମରେ ଅତିରିକ୍ତ ଜିଲ୍ଲା ଶିକ୍ଷା…
Read Moreଅବସରପ୍ରାପ୍ତ ଶିକ୍ଷକଙ୍କୁ ‘ଭକ୍ତିପୂତ ପ୍ରଣାମ’ କାର୍ଯ୍ୟକ୍ରମ, ସମାଜ ସଚେତନତା ପାଇଁ ଆହ୍ୱାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସଦରବ୍ଲକ ଓ ନଗରପାଳିକା ଆନୁକୁଲ୍ୟରେ ଆଜି ଅବସରପ୍ରାପ୍ତ ଶିକ୍ଷକଙ୍କୁ ଭକ୍ତିପୂତ ପ୍ରଣାମ କାର୍ଯ୍ୟକ୍ରମ ପଠାଣି ସାମନ୍ତ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଆବାହକତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୬ଶହରୁ ଉର୍ଦ୍ଧ୍ୱ ଅବସରପ୍ରାପ୍ତ ଶିକ୍ଷକ ଓ ଅବସରପ୍ରାପ୍ତ ଅଧ୍ୟାପକ ଯୋଗ ଦେଇଥିଲେ । ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ଏବଂ ଅନେକ ନିର୍ବାଚିତ ଜନପ୍ରତିନିଧି ଗୁରୁମାନଙ୍କୁ ଉତ୍ତରୀୟ ଫୁଲ, ଚନ୍ଦନ ଦେଇ ସମ୍ବର୍ନ୍ଧିତ କରିଥିଲେ । ଏହି ଅବସରରେ ଆୟୋଜିତ ସଭାରେ ପୈାର ପରିଷଦ ଉପାଧ୍ୟକ୍ଷ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଅତିଥିଭାବେ ଯୋଗ ଦେଇ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏହି କାର୍ଯ୍ୟକ୍ରମ ଅନନ୍ୟ ବୋଲି…
Read More