ନୂଆଗାଁ ପୁଲିସ ଦ୍ୱାରା ଦେଶୀ ମଦ ଜବତ, ଜଣେ ଗିରଫ

ନୂଆଗାଁ,(ନୟାଗଡ଼ ଦର୍ପଣ): ନୂଆଗାଁ ଥାନା ଅଞ୍ଚଳ ସୋରଡ଼ା ଗ୍ରାମର ଦେବରାଜ ନାୟକ (୬୦) ବର୍ଷ ୨୪ ଲିଟର ମଦ ନେଇ ବାଇକରେ ଯାଉଥିବା ବେଳେ ନୂଆଗାଁ ପୁଲିସ ଗିରଫ କରିଛି । ସୂଚନା ଅନୁଯାୟୀ ସୋରଡ଼ା ଗ୍ରାମର ଦେବରାଜ ନାୟକ ଟିଭିଏସ୍ ଏକ୍ସଏଲ୍ ଗାଡ଼ି ନମ୍ବର (ଓଡି ୨୫ ଏଫ୍ ୯୮୮୭)ରେ ମଦ ନେଇ ଗ୍ରାମକୁ ଯାଉଥିବା ବେଳେ ନୂଆଗାଁ ପୋଲିସ୍ ଚଢ଼ାଉ କରି ୨୪ ଲିଟର ଦେଶୀମଦ ଓ ବାଇକ୍ ଜବତ କରିଛି । ଏ ନେଇ ନୂଆଗାଁ ଥାନା ପକ୍ଷରୁ ୧୪୯/୨୧ରେ ମାମଲା ରୁଜୁ କରିବା ସହ ଦେବରାଜ ନାୟକକୁ ଗିରଫ କରି କୋଟ ଚାଲଣ କରିଥିବା ଥାନା ଅଧିକାରୀ ବସନ୍ତ କୁମାର ସାହୁ ସୂଚନା ଦେଇଛନ୍ତି ।

Read More

ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟିର ବୈଠକ

ନୂଆଗାଁ,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପ୍ରାଙ୍ଗଣରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ରର ସଦଭାବନା ଗୃହରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ନୟାଗଡ ଜିଲ୍ଲାପାଳ ଡ଼. ପୋମା ଟୁଡୁ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଦଶପଲ୍ଲା ବ୍ଲକ୍ ଅଧ୍ୟକ୍ଷା ସୁନନ୍ଦା ସାହୁ, ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ନୂଆଗାଁ ବ୍ଲକ୍ ବିଡ଼ିଓ ପ୍ରମୋଦ କୁମାର ନାୟକ, ଦଶପଲ୍ଲା ବ୍ଲକ୍ ବିଡ଼ିଓ ବିଶ୍ବରଂଜନ ବିଶ୍ୱାସ, ଗଣିଆ ବ୍ଲକ୍ ବିଡ଼ିଓ ସିରିଆଲ ଶୁଭ୍ର ପଟେଲ୍, ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ବ୍ଲକ୍ ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ବୈଠକରେ ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ପାନୀୟ…

Read More

ସମର୍ପଣରେ ବ୍ରହ୍ମ ଗୋପିକା ସେବା ମିଶନ ତରଫରୁ ବସ୍ତ୍ର ବଣ୍ଟନ

ନୟାଗଡ଼,(ନୟାଗଡ଼ ଦର୍ପଣ): ବିଭିନ୍ନ ସେବା ଅନୁଷ୍ଠାନ ଓ ନୟାଗଡ଼ର ବହୁ ବଦାନ୍ଯ ବ୍ଯକ୍ତି ମାନଙ୍କ ସାହାଯ୍ୟ ସହଯୋଗରେ ଗଢିଉଠିଥିବା ବୃଦ୍ଧାଶ୍ରମ (ସମର୍ପଣ) ହେଉଛି ଅସହାୟ ମାନଙ୍କର ସହାୟ। ଗରିବ, ଦୁଃସ୍ଥ, ନିଷ୍ପେଷିତ, ଅବହେଳିତ ବୃଦ୍ଧବୃଦ୍ଧା ମାନଙ୍କ ପାଇଁ ଏହା ଏକ ତପୋବନ। ପବିତ୍ର କାର୍ତ୍ତିକ ମାସ ପଞ୍ଚୁକରେ ବ୍ରଜ ଗୋପିକା ସେବା ମିଶନ, ନୟାଗଡ଼ ଶାଖା ତରଫରୁ ଆଜି ସମର୍ପଣ ଗୃହରେ ବିଶ୍ବ ୫ମ ମୂଳ ଜଗଦଗୁରୁ ୧୦୦୮ ସ୍ବାମୀ ଶ୍ରୀ କୃପାଳୁଜୀ ମହାରାଜାଙ୍କ ୮ମ ତମ ମହାପ୍ରୟାଣ ଦିବସ ପାଳନ ହୋଇଯାଇଛି। ଏହି ଉପଲକ୍ଷେ ଭଜନ କୀର୍ତ୍ତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାବେଳେ ଅନ୍ତେବାସୀ ମାନଙ୍କୁ ବସ୍ତ୍ର ଦାନକରାଯିବା ସହିତ ପ୍ରସାଦ ବିତରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମର୍ପଣ ପରିଚାଳନା କମିଟିର କାର୍ଯ୍ୟକାରୀ ସଭାପତି ପ୍ରମୋଦ ପଟ୍ଟନାୟକ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଉମାକାନ୍ତ ମଲ୍ଲିକ ଉପସ୍ଥିତି…

Read More

ଖଣିଜ ସମ୍ପଦ ଲୁଟି ଚାଲିଛନ୍ତି ଖଣି ମାଫିଆ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡଗାଁ ତହସିଲ ଅନ୍ତର୍ଗତ ପୁଆଁଣିଆ ଟାଙ୍ଗରା ପାହାଡ଼ ଲିଜଧାରୀ ଅଦ୍ୟାବଧି ନିର୍ଦ୍ଧାରିତ ଲିଜଠାରୁ ପ୍ରାୟ ୧୦୦ଗୁଣା ପଥର ଦୁଇଲକ୍ଷ ଘନ ମିଟର ଉତ୍ତୋଳନ କରି ସାରିଥିବା ବେସରକାରୀ ଭାବେ ଆକଳନ କରାଯାଇଛି l ଲିଜଧାରୀ ସନ୍ତୋଷ କୁମାର ପାତ୍ରଙ୍କୁ ଟାଙ୍ଗରା ପାହାଡ଼ରୁ ବାର୍ଷିକ ୧୯୮୦ କ୍ୟୁବିକ (ଘନ) ମିଟର କଳାମୁଗୁନି ପଥର ଉତ୍ତୋଳନ ପାଇଁ ଓଡଗାଁ ତହସିଲଦାର ୨୦୧୮ ମସିହାରୁ ପାଞ୍ଚବର୍ଷିଆ ୨୦୨୩ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲିଜ ଦିଆଯାଇଥିଲା l କିନ୍ତୁ ଲିଜଧାରୀ ବର୍ଷକୁ ୧୯୮୦ କ୍ୟୁବିକ ମିଟର ପଥର ଉତ୍ତୋଳନ କରିବା ପରିବର୍ତ୍ତେ ପ୍ରତ୍ୟେକ ମାସରେ ପ୍ରାୟ ୫୦୦୦ କ୍ୟୁବିକ ମିଟର ପଥର ଉତ୍ତୋଳନ କରି ଚାଲିଛନ୍ତି l ନିର୍ଦ୍ଧାରିତ ଲିଜ ଠାରୁ ଅଦ୍ୟାବଧି ପ୍ରାୟ ୧୦୦ ଗୁଣା ଖଣି ଉତ୍ତୋଳନ କରାଯାଇ ପୁଆଁଣିଆ ମୌଜାରୁ ପ୍ରାକୃତିକ ସମ୍ପଦ ଦିନଦାହାଡ଼େ ଲୁଟ…

Read More

ନୟାଗଡ଼ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୮ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼/ଓଡ଼ଗାଁ,(ନୟାଗଡ଼ ଦର୍ପଣ): 5T ଉପକ୍ରମରେ ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତରିତ ପର୍ବ । ରୂପାନ୍ତରଣ କାର୍ଯ୍ୟକ୍ରମରେ ଆଜି ନୂଆପଡା, ଗଞ୍ଜାମ, ସମ୍ଵଲପୁର, ରାୟଗଡ଼ା ଓ ନୟାଗଡ଼ ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଲୋକାର୍ପିତ ହୋଇଥିବା ୧୩୦ଟି ସ୍କୁଲ ମଧ୍ୟରୁ ନୂଆପଡାର ୭ଟି, ଗଞ୍ଜାମର ୮୩ଟି, ସମ୍ବଲପୁରର ୨୫ଟି, ନୟାଗଡ଼ର ୮ଟି ଓ ରାୟଗଡ଼ାର ୭ଟି ସ୍କୁଲ ରହିଛି । ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜିର ଦିନଟି ସ୍ୱତନ୍ତ୍ର । 5T ଟ୍ରାନ୍ସଫରମେସନ କାର୍ଯ୍ୟକ୍ରମରେ ୧୦୭୫ଟି ସ୍କୁଲର ରୂପାନ୍ତରଣ ହେବ। ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମକୁ ସଫଳ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ସ୍କୁଲ ରୂପାନ୍ତରଣ 5T କାର୍ଯ୍ୟକ୍ରମର ସବୁଠୁ ବଡ଼ ଉଦାହରଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ସ୍କୁଲରେ…

Read More

ଦଶପଲ୍ଲା ବାର ଆସୋସିଏସନ ପକ୍ଷରୁ ଜିଲ୍ଲା ଜଜ୍ ଇତିଶ୍ରୀ ମହାପାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଦଶପଲ୍ଲା,(ନୟାଗଡ଼ ଦର୍ପଣ): ନୟାଗଡର ଅତିରିକ୍ତ ଜିଲ୍ଲା ଜଜ ତଥା ପକ୍ସୋ କୋର୍ଟ ବିଚାରପତି ଇତିଶ୍ରୀ ମହାପାତ୍ରଙ୍କୁ ଦଶପଲ୍ଲା ବାର ଆସୋସିଏସନ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ମାନ୍ୟବର ଜଜ ଦଶପଲ୍ଲାକୁ କ୍ୟାମ୍ପ କୋର୍ଟ କରିବା ପାଇଁ ପ୍ରଥମେ ଆସିଥିବାରୁ ଦଶପଲ୍ଲା ବାର ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା। ବାରର ଲାଇବ୍ରେରୀ ହଲ ଭିତରେ ସଭାପତି ଶ୍ରୀଯୁକ୍ତ ସୁଶାନ୍ତ କୁମାର ପାତ୍ରଙ୍କ ସଭାପତିତ୍ବରେ ଏକ ସ୍ବାଗତ ସମ୍ଭର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ବରିଷ୍ଠ ଆଇନଜୀବୀ ଗୌରଚନ୍ଦ୍ର ମିଶ୍ର, ଶରତ ଚନ୍ଦ୍ର ବେହେରା, କୃଷ୍ଣ ଚନ୍ଦ୍ର ଦାସ, ମାନସ କୁମାର ମହାଖୁଡ଼, କେଶବ ଚନ୍ଦ୍ର ମିଶ୍ର, ଚିତ ରଞ୍ଜନ କର, ସୁଦାମ ପରିଡ଼ା, ବିନୋଦ ବିହାରୀ ମିଶ୍ର, ସମୀର ବାରିକ, ବିକ୍ରମ ସାହୁ ଓ ସଂଘର ସମ୍ପାଦକ ପ୍ରମୋଦ ସାହୁ ପ୍ରମୁଖ ସ୍ବାଗତ ବକ୍ତବ୍ୟ ରଖିଥିଲେ।…

Read More

ଜିଲ୍ଲାରେ ବେଆଇନ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରକୁ ଲଗାମ ନାହିଁ, ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଛାତ୍ରଛାତ୍ରୀ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ବର୍ତ୍ତମାନ ଯୁଗରେ କମ୍ପ୍ୟୁଟର ବିନା କାର୍ଯ୍ୟ କରିବା ଅସମ୍ଭବ ହୋଇପଡିଛି। ବୈଷୟିକ ଶିକ୍ଷା ପ୍ରତି ଯୁବତୀ ଯୁବକଙ୍କ ମଧ୍ୟରେ ଏବେ ଆକର୍ଷଣ ବଢୁଥିବା ବେଳେ ଯୁବପିଢ଼ିଙ୍କ ପାଇଁ ଏହି କମ୍ପ୍ୟୁଟର ଶିକ୍ଷାର ଆବଶ୍ୟକତା ରହିଛି। ଏହାର ସୁଯୋଗ ନେଇଛନ୍ତି କିଛି ଜାଲି ଅନୁଷ୍ଠାନ। ଏହି ସଂସ୍ଥା ବିଭିନ୍ନ ସ୍ଥାନରେ ତାଲିମ କେନ୍ଦ୍ର ଖୋଲି ଜାଲ ସାର୍ଟିଫିକେଟ ବାଣ୍ଟୁଛନ୍ତି। ଫଳରେ ଛାତ୍ରୀଛାତ୍ରମାନେ ଠକାମିର ଶିକାର ହେଉଛନ୍ତି। ଚାକିରି ପାଇଁ ଏହି ସାର୍ଟିଫିକେଟକୁ ଦେଖାଇଲେ ତାହା ଜାଲ ବୋଲି କୁହାଯାଉଛି। ଏହି ଠକ ସଂସ୍ଥା ଠାରୁ ଦୂରେଇ ରହିବାକୁ ଆଜି ଓଡ଼ଗାଁ ଓରିକମ୍ କମ୍ପ୍ୟୁଟର ଶିକ୍ଷା ଅନୁଷ୍ଠାନ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ହୋଇଯାଇଛି। ଆଜିର ଏହି ସମ୍ମିଳନୀରେ ନୟାଗଡ଼ ଜିଲ୍ଲା ସଂଘର ସଭାପତି ଧିରେନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ବରେ ଏକ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ତେବେ…

Read More

“ସେବା” ପରିସରରେ ସ୍ୱଚ୍ଛତା ପକ୍ଷ ପାଳନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ସେବା” ପରିସରରେ ଆଜି ସ୍ୱଚ୍ଛତା ପକ୍ଷ ପାଳନ ହୋଇଯାଇଛି । ରାଜ୍ୟ ସମାଜ ମଙ୍ଗଳ ବୋର୍ଡଙ୍କ ପରାମର୍ଶ କ୍ରମେ ସ୍ୱଚ୍ଛତା ପକ୍ଷ ପାଳନର ଶୁଭାରମ୍ଭ ହୋଇଅଛି । “ସେବା”ର ସାଧାରଣ ସମ୍ପାଦକ ଅମରେନ୍ଦ୍ର କୁମାର ଦାସ ପରିଜାଙ୍କ ନେତୃତ୍ୱରେ ତଥା “ସେବା” ପରିବାର ପରାମର୍ଶ କେନ୍ଦ୍ର ଓ ‘ସେବା ସୁଧାର ଗୃହ’ର ମିଳିତ ଉଦ୍ୟମରେ ଆୟୋଜିତ ଏହି ଉତ୍ସବରେ ସେବା ଅନୁଷ୍ଠାନର ବିଭିନ୍ନ ପ୍ରକଳ୍ପରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଓ ଅନ୍ତେବାସୀ ମାନଙ୍କୁ ସ୍ୱଚ୍ଛତାର ଶପଥ ପାଠ କରାଇବା ସହ ସମସ୍ତ କର୍ମଚାରୀ ଓ ଅନ୍ତେବାସୀ ସେବା ପରିସରକୁ ସଫା କରିଥିଲେ। ମାନସିକ ଅନଗ୍ରସର ଶିଶୁ ମାନଙ୍କ ଦ୍ବାରା ଲଗା ଯାଇଥିବା ଫଳ ବଗିଚାରେ ନୂତନ ଚାରା ରୋପଣ ସହ ବଗିଚା ସଫା ଓ ନିକଟସ୍ଥ ରାସ୍ତାର ଉଭୟ ପାର୍ଶ୍ୱ…

Read More

ମହାମାରୀ କରୋନା ପାଇଁ ବନ୍ଦ ଥିଲା ବିଦ୍ୟାଳୟ, ଦୀର୍ଘ ଦେଢ଼ ବର୍ଷ ପରେ ଖୋଲିଲା ୬ଷ୍ଠ, ୭ମ ଶ୍ରେଣୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ଦୀର୍ଘ ଦେଢ଼ ବର୍ଷ ପରେ ୬ଷ୍ଠ ଓ ୭ମ ଶ୍ରେଣୀ ଖୋଲିଥିବା ବେଳେ ପ୍ରବଳ ଉତ୍ସାହ ଏବଂ ଉଦ୍ଦୀପନା ମଧ୍ୟରେ ଆଜି ବହୁ ସଂଖ୍ୟାରେ ପିଲାମାନେ ବିଦ୍ୟାଳୟକୁ ଆସିଥିଲେ । କରୋନା କଟକଣା ଯୋଗୁଁ ଦୀର୍ଘ ଦେଢ଼ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ବିଦ୍ୟାଳୟ ବନ୍ଦ ରହିଥିବା ବେଳେ ଗତ ଚାରି ମାସତଳୁ ନବମ ଏବଂ ଦଶମ ଏବଂ ଏକ ମାସ ତଳୁ ଅଷ୍ଟମ ଶ୍ରେଣୀ ଖୋଲି ଶିକ୍ଷାଦାନ କାର୍ଯ୍ୟ ଚାଲୁ ରହିଛି । ଦୀର୍ଘ ଦେଢ଼ବର୍ଷରୁ ଅଧିକ ଦିନଧରି ଘରେ ବସି ରହିଥିବା ଏହି ପିଲାମାନେ ପ୍ରବଳ ଉତ୍ସାହର ସହିତ ଆଜି ବିଦ୍ୟାଳୟ ଆସିଥିଲେ । ସକାଳ ସାଢ଼େ ୯ଟାରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ଏହି କ୍ଲାସର ପିଲାମାନଙ୍କ ପାଠ ପଢ଼ା କାର୍ଯ୍ୟ ଚାଲିବା ପାଇଁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି । ତେବେ…

Read More

ଗାଁ’ଗାଁକୁ ଗଡ଼ିଲା ପ୍ରଚାର ଗାଡି

ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ରାଜସୁନାଖଳା,(ନୟାଗଡ଼ ଦର୍ପଣ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ଟୀକାକରଣ ଅଭିଯାନ କାର୍ଯ୍ୟକ୍ରମ ପାଇଁ ଆଜି ଗାଁ ଗାଁକୁ ଗଡ଼ିଛି ପ୍ରଚାର ଗାଡି। ଆଗାମୀ ୧୫ ଡିସେମ୍ବର ୨୦୨୧ ଠାରୁ ପ୍ରତ୍ୟେକ ସ୍ୱାସ୍ଥ୍ୟ କେନ୍ଦ୍ରରେ ୩ମାସ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ଏବଂ ୭ଟି କାର୍ଯ୍ୟ ଦିବସରେ ଏହି ସ୍ୱତନ୍ତ୍ର ଟୀକାକରଣ ଅଭିଯାନ କାର୍ଯ୍ୟକ୍ରମ କରାଯିବା ନିମନ୍ତେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଥିବା ବେଳେ ଏ ନେଇ ଆଜି ନୟାଗଡ଼ ଜିଲ୍ଲାର ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଏକ ସୁସଜ୍ଜିତ ପ୍ରଚାର ଗାଡ଼ି ରାଜସୁନାଖଳା ସଂଲଗ୍ନ ବିଭିନ୍ନ ଅଞ୍ଚଳ ପରିକ୍ରମା କରିଛି। ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଏହି…

Read More